Isaiah 42:16 in Oriya 16 ପୁଣି, ଆମ୍ଭେ ଅନ୍ଧମାନଙ୍କୁ ସେମାନଙ୍କର ଅଜ୍ଞାତ ପଥ ଦେଇ ଆଣିବା; ଯେଉଁ ମାର୍ଗ ସେମାନେ ଜାଣନ୍ତି ନାହିଁ, ସେହି ସବୁ ମାର୍ଗରେ ସେମାନଙ୍କୁ କଢ଼ାଇବା; ଆମ୍ଭେ ସେମାନଙ୍କ ସମ୍ମୁଖରେ ଅନ୍ଧକାରକୁ ଆଲୁଅ ଓ ବକ୍ରସ୍ଥାନସବୁକୁ ସଳଖ କରିବା। ଏହିସବୁ କାର୍ଯ୍ୟ ଆମ୍ଭେ କରି ସେମାନଙ୍କୁ ପରିତ୍ୟାଗ କରିବା ନାହିଁ।
Other Translations King James Version (KJV) And I will bring the blind by a way that they knew not; I will lead them in paths that they have not known: I will make darkness light before them, and crooked things straight. These things will I do unto them, and not forsake them.
American Standard Version (ASV) And I will bring the blind by a way that they know not; in paths that they know not will I lead them; I will make darkness light before them, and crooked places straight. These things will I do, and I will not forsake them.
Bible in Basic English (BBE) And I will take the blind by a way of which they had no knowledge, guiding them by roads strange to them: I will make the dark places light before them, and the rough places level. These things will I do and will not give them up.
Darby English Bible (DBY) And I will bring the blind by a way that they know not, in paths that they know not will I lead them; I will make darkness light before them, and crooked things straight. These things will I do unto them, and not forsake them.
World English Bible (WEB) I will bring the blind by a way that they don't know; in paths that they don't know will I lead them; I will make darkness light before them, and crooked places straight. These things will I do, and I will not forsake them.
Young's Literal Translation (YLT) And I have caused the blind to go, In a way they have not known, In paths they have not known I cause them to tread, I make a dark place before them become light, And unlevelled places become a plain, These `are' the things I have done to them, And I have not forsaken them.
Cross Reference Joshua 3:4 in Oriya 4 ତଥାପି ପରିମାଣାନୁସାରେ ତୁମ୍ଭମାନଙ୍କର ଓ ତାହାର ମଧ୍ୟରେ ପ୍ରାୟ ଦୁଇ ହଜାର ହାତ ଅନ୍ତର ରହିବ; ତୁମ୍ଭେମାନେ ଆପଣାମାନଙ୍କ ଗମନର ପଥ ଜାଣିବା ନିମନ୍ତେ ତାହା ନିକଟକୁ ଆସିବ ନାହିଁ, କାରଣ ଏଥିପୂର୍ବେ ତୁମ୍ଭେମାନେ ଏହି ପଥ ପାର ହୋଇ ଯାଇ ନାହଁ।
Psalm 94:14 in Oriya 14 କାରଣ ସଦାପ୍ରଭୁ ଆପଣା ଲୋକମାନଙ୍କୁ ଦୂର କରିବେ ନାହିଁ, କିଅବା ଆପଣା ଅଧିକାର ପରିତ୍ୟାଗ କରିବେ ନାହିଁ।
Ecclesiastes 1:15 in Oriya 15 ଯାହା ବଙ୍କା, ତାହା ସଳଖ କରାଯାଇ ନ ପାରେ ପୁଣି, ଯାହା ଅଭାବ, ତାହା ଗଣିତ ହୋଇ ନ ପାରେ।
Ecclesiastes 7:13 in Oriya 13 ପରମେଶ୍ୱରଙ୍କର କାର୍ଯ୍ୟ ବିବେଚନା କର; କାରଣ ସେ ଯାହା ବଙ୍କା କରିଅଛନ୍ତି, କିଏ ତାହା ସଳଖ କରି ପାରେ ?
Isaiah 29:18 in Oriya 18 ପୁଣି, ସେହି ଦିନରେ ବଧିର ପୁସ୍ତକର ବାକ୍ୟ ଶୁଣିବ, ପୁଣି, ତିମିର ଓ ଅନ୍ଧକାର ମଧ୍ୟରୁ ଅନ୍ଧର ଚକ୍ଷୁ ଦେଖିବ।
Isaiah 29:24 in Oriya 24 ଯେଉଁମାନେ ଭ୍ରାନ୍ତମନା, ସେମାନେ ମଧ୍ୟ ବୁଦ୍ଧି ପ୍ରାପ୍ତ ହେବେ ଓ ବଚସାକାରୀମାନେ ତତ୍ତ୍ୱ-କଥା ଶିଖିବେ।”
Isaiah 30:21 in Oriya 21 ପୁଣି, ଦକ୍ଷିଣରେ କିମ୍ବା ବାମରେ ଫେରିବା ବେଳେ ତୁମ୍ଭର କର୍ଣ୍ଣ ତୁମ୍ଭ ପଛଆଡ଼ୁ ଏହି କଥା ଶୁଣିବ, “ପଥ ଏହି, ଏଥିରେ ହିଁ ତୁମ୍ଭେମାନେ ଗମନ କର।”
Isaiah 32:3 in Oriya 3 ପୁଣି, ଦର୍ଶକମାନଙ୍କ ଚକ୍ଷୁ ଧନ୍ଦଳା ହେବ ନାହିଁ ଓ ଶ୍ରୋତାମାନଙ୍କର କର୍ଣ୍ଣ ମନୋଯୋଗ କରିବ।
Isaiah 35:5 in Oriya 5 ସେତେବେଳେ ଅନ୍ଧମାନଙ୍କର ଚକ୍ଷୁ ପ୍ରସନ୍ନ ହେବ ଓ ବଧିରମାନଙ୍କର କର୍ଣ୍ଣ ମୁକ୍ତ ହେବ।
Isaiah 35:8 in Oriya 8 ପୁଣି, ସେଠାରେ ଏକ ରାଜଦାଣ୍ଡ ଓ ପଥ ହେବ, ତାହା ପବିତ୍ରତାର ପଥ ବୋଲି ବିଖ୍ୟାତ ହେବ; ତାହା କେବଳ ସେମାନଙ୍କ ନିମନ୍ତେ ହେବ, ମାତ୍ର କୌଣସି ଅଶୁଚି ଲୋକ ତହିଁ ଉପରେ ଗମନ କରିବ ନାହିଁ; ପଥିକମାନେ ଓ ଅଜ୍ଞାନମାନେ ମଧ୍ୟ ତହିଁରେ ଭ୍ରାନ୍ତ ହେବେ ନାହିଁ।
Isaiah 40:4 in Oriya 4 ପ୍ରତ୍ୟେକ ଉପତ୍ୟକା ଉଚ୍ଚ କରାଯିବ, ପ୍ରତ୍ୟେକ ପର୍ବତ ଓ ଉପପର୍ବତ ନୀଚ୍ଚ କରାଯିବ ଓ ବକ୍ର ସଳଖ କରାଯିବ, ଆଉ ରଗଡ଼ା ସ୍ଥାନ ସବୁ ସମାନ କରାଯିବ;
Isaiah 41:3 in Oriya 3 ସେ ସେମାନଙ୍କର ପଛେ ଗୋଡ଼ାଏ, ଯେଉଁ ପଥରେ ସେ ପଦାର୍ପଣ କରି ନାହିଁ, ସେହି ପଥରେ ହେଁ ସେ ନିରାପଦରେ ଅଗ୍ରସର ହୁଏ।
Isaiah 45:2 in Oriya 2 “ଆମ୍ଭେ ତୁମ୍ଭର ଆଗେ ଆଗେ ଗମନ କରିବା, ରଗଡ଼ା ସ୍ଥାନ ସବୁ ସମାନ କରିବା; ଆମ୍ଭେ ପିତ୍ତଳର କବାଟସବୁ ଭାଙ୍ଗି ଖଣ୍ଡ ଖଣ୍ଡ କରିବା ଓ ଲୌହ ଅର୍ଗଳସବୁ କାଟି ପକାଇବା;
Isaiah 48:17 in Oriya 17 ସଦାପ୍ରଭୁ ତୁମ୍ଭର ମୁକ୍ତିଦାତା, ଇସ୍ରାଏଲର ଧର୍ମସ୍ୱରୂପ, ଏହି କଥା କହନ୍ତି; “ଆମ୍ଭେ ସଦାପ୍ରଭୁ, ତୁମ୍ଭ ପରମେଶ୍ୱର, ତୁମ୍ଭକୁ ଉପକାରଜନକ ଶିକ୍ଷା ଦେଉ, ତୁମ୍ଭର ଗନ୍ତବ୍ୟ ପଥରେ ତୁମ୍ଭକୁ ଗମନ କରାଉ।
Isaiah 54:13 in Oriya 13 ତୁମ୍ଭର ସନ୍ତାନଗଣ ସମସ୍ତେ ସଦାପ୍ରଭୁଙ୍କ ଦ୍ୱାରା ଶିକ୍ଷିତ ହେବେ ଓ ତୁମ୍ଭ ସନ୍ତାନଗଣର ମହାଶାନ୍ତି ହେବ।
Isaiah 60:1 in Oriya 1 ଉଠ, ଦୀପ୍ତିମତୀ ହୁଅ, କାରଣ ତୁମ୍ଭର ଦୀପ୍ତି ଉପସ୍ଥିତ ଓ ସଦାପ୍ରଭୁଙ୍କର ପ୍ରତାପ ତୁମ୍ଭ ଉପରେ ଉଦିତ ହୋଇଅଛି।
Isaiah 60:19 in Oriya 19 ଦିବସରେ ସୂର୍ଯ୍ୟ ତୁମ୍ଭର ଜ୍ୟୋତିଃ ଆଉ ହେବ ନାହିଁ, କିଅବା ଆଲୁଅ ନିମନ୍ତେ ଚନ୍ଦ୍ର ତୁମ୍ଭକୁ ଜ୍ୟୋତ୍ସ୍ନା ଦେବ ନାହିଁ; ମାତ୍ର ସଦାପ୍ରଭୁ ତୁମ୍ଭ ପ୍ରତି ଅନନ୍ତ କାଳସ୍ଥାୟୀ ଜ୍ୟୋତିଃ ଓ ତୁମ୍ଭର ପରମେଶ୍ୱର ତୁମ୍ଭର ଗୌରବସ୍ୱରୂପ ହେବେ।
Jeremiah 31:8 in Oriya 8 ଦେଖ, ଆମ୍ଭେ ସେମାନଙ୍କୁ ଉତ୍ତର ଦେଶରୁ ଆଣିବା, ପୁଣି ପୃଥିବୀର ପ୍ରାନ୍ତଭାଗରୁ ସେମାନଙ୍କୁ ଓ ସେମାନଙ୍କ ସହିତ ଅନ୍ଧ ଓ ଛୋଟା, ଗର୍ଭବତୀ ଓ ପ୍ରସବବେଦନାଗ୍ରସ୍ତା ସ୍ତ୍ରୀକୁ ଏକତ୍ର ସଂଗ୍ରହ କରିବା; ସେମାନେ ମହାଲୋକାରଣ୍ୟ ହୋଇ ଏହି ସ୍ଥାନକୁ ଆସିବେ।
Jeremiah 32:39 in Oriya 39 ଆଉ, ସେମାନଙ୍କର ଓ ସେମାନଙ୍କ ଉତ୍ତାରେ ସେମାନଙ୍କ ସନ୍ତାନଗଣର ମଙ୍ଗଳ ନିମନ୍ତେ ସେମାନେ ଯେପରି ସଦାକାଳ ଆମ୍ଭକୁ ଭୟ କରିବେ, ଏଥିପାଇଁ ଆମ୍ଭେ ସେମାନଙ୍କୁ ଏକ ଚିତ୍ତ ଓ ଏକ ପଥ ଦେବା;
Ezekiel 14:23 in Oriya 23 ଆଉ, ସେମାନେ ତୁମ୍ଭମାନଙ୍କୁ ସାନ୍ତ୍ୱନା କରିବେ, ତୁମ୍ଭେମାନେ ସେମାନଙ୍କର ଆଚାର ବ୍ୟବହାର ଓ କ୍ରିୟା ଦେଖିଲେ ଜାଣିବ ଯେ, ଆମ୍ଭେ ତହିଁ ମଧ୍ୟରେ ଯାହା ଯାହା କରିଅଛୁ, ସେହି ସବୁ ଅକାରଣରେ କରି ନାହୁଁ,” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
Hosea 2:6 in Oriya 6 ଏଥିପାଇଁ ଦେଖ, ଆମ୍ଭେ କଣ୍ଟା ଦ୍ୱାରା ତୁମ୍ଭର ପଥ ରୁଦ୍ଧ କରିବା ଓ ଆମ୍ଭେ ତାହାର ବିରୁଦ୍ଧରେ ବାଡ଼ ବାନ୍ଧିବା, ତହିଁରେ ସେ ଆପଣା ପଥ ପାଇବ ନାହିଁ।
Hosea 2:14 in Oriya 14 “ଏଥିନିମନ୍ତେ ଦେଖ, ଆମ୍ଭେ ତାହାର ମନକୁ ଆକର୍ଷଣ କରି ତାହାକୁ ପ୍ରାନ୍ତରକୁ ଆଣିବା ଓ ତାହାକୁ ଚିତ୍ତ ପ୍ରବୋଧକ କଥା କହିବା।
Luke 1:78 in Oriya 78 ପୁଣି, ଆମ୍ଭମାନଙ୍କ ପାଦ ଶାନ୍ତିପଥକୁ ଆଣିବା ନିମନ୍ତେ ଆମ୍ଭମାନଙ୍କ ଈଶ୍ୱରଙ୍କର ଯେଉଁ ସ୍ନେହପୂର୍ଣ୍ଣ କରୁଣା ହେତୁ ସ୍ୱର୍ଗରୁ ଆମ୍ଭମାନଙ୍କ ପ୍ରତି ସୂର୍ଯ୍ୟ ଉଦୟ ହେଲା ପରି ହେବ,
Luke 3:5 in Oriya 5 ପ୍ରତ୍ୟେକ ଉପତ୍ୟକା ପୂର୍ଣ୍ଣ କରାଯିବ, ପୁଣି, ପ୍ରତ୍ୟେକ ପର୍ବତ ଓ ଉପପର୍ବତ ନୀଚ କରାଯିବ, ବକ୍ର ପଥସବୁ ସିଧା ହେବ, ଆଉ ଉଚ୍ଚ ନୀଚ ଭୂମି ସମତଳ ପଥରେ ପରିଣତ ହେବ;
Romans 5:8 in Oriya 8 କିନ୍ତୁ ଆମ୍ଭେମାନେ ପାପୀ ଥିବା ସମୟରେ ସୁଦ୍ଧା ଖ୍ରୀଷ୍ଟ ଯେ ଆମ୍ଭମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ, ସେଥିରେ ଈଶ୍ୱର ଆମ୍ଭମାନଙ୍କ ପ୍ରତି ଆପଣା ପ୍ରେମ ସପ୍ରମାଣ କରୁଅଛନ୍ତି।
Romans 8:29 in Oriya 29 କାରଣ ଯେଉଁମାନଙ୍କୁ ସେ ପୂର୍ବରୁ ଜାଣିଥିଲେ, ସେମାନଙ୍କୁ ତାହାଙ୍କ ପୁତ୍ରଙ୍କ ପ୍ରତିମୂର୍ତ୍ତିର ଅନୁରୂପ ହେବା ନିମନ୍ତେ ସେ ପୂର୍ବରୁ ନିରୂପଣ ମଧ୍ୟ କରିଥିଲେ, ଯେପରି ସେ ଅନେକ ଭ୍ରାତାଙ୍କ ମଧ୍ୟରେ ଅଗ୍ରଜ ହୁଅନ୍ତି।
Ephesians 5:8 in Oriya 8 କାରଣ ତୁମ୍ଭେମାନେ ପୂର୍ବେ ଅନ୍ଧକାର ସ୍ଵରୂପ ଥିଲ, କିନ୍ତୁ ଏବେ ପ୍ରଭୁଙ୍କ ସହଭାଗିତାରେ ଆଲୋକ ସ୍ଵରୂପ ହୋଇଅଛ; ଆଲୋକର ସନ୍ତାନମାନଙ୍କ ପରି ଆଚରଣ କର,
2 Thessalonians 2:13 in Oriya 13 କିନ୍ତୁ, ହେ ପ୍ରଭୁଙ୍କ ପ୍ରିୟପାତ୍ର ଭାଇମାନେ, ତୁମ୍ଭମାନଙ୍କ ନିମନ୍ତେ ସବୁବେଳେ ଈଶ୍ୱରଙ୍କୁ ଧନ୍ୟବାଦ ଦେବା ଆମ୍ଭମାନଙ୍କର କର୍ତ୍ତବ୍ୟ, କାରଣ ଈଶ୍ୱର, ଆତ୍ମାଙ୍କ ପବିତ୍ରତା ଓ ସତ୍ୟରେ ବିଶ୍ୱାସ ଦ୍ୱାରା ପରିତ୍ରାଣ ପାଇବା ନିମନ୍ତେ ତୁମ୍ଭମାନଙ୍କୁ ପ୍ରଥମ ଫଳଭାବେ ବାଛି ଅଛନ୍ତି;
Hebrews 13:5 in Oriya 5 ଆଚାରବ୍ୟବହାରରେ ଧନଲୋଭ ଶୂନ୍ୟ ହୁଅ, ତୁମ୍ଭମାନଙ୍କର ଯାହା କିଛି ଅଛି, ସେଥିରେ ସନ୍ତୁଷ୍ଟ ଥାଅ, କାରଣ ସେ ନିଜେ କହିଅଛନ୍ତି, “ଆମ୍ଭେ ତୁମ୍ଭକୁ କେବେ ହେଁ ଛାଡ଼ିବା ନାହିଁ, ଆମ୍ଭେ ତୁମ୍ଭକୁ କେବେ ହେଁ ପରିତ୍ୟାଗ କରିବା ନାହିଁ।”
1 Peter 1:3 in Oriya 3 ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଈଶ୍ୱର ଓ ପିତା ଧନ୍ୟ; ସେ ମୃତମାନଙ୍କ ମଧ୍ୟରୁ ଯୀଶୁଖ୍ରୀଷ୍ଟଙ୍କ ପୁନରୁତ୍ଥାନ ଦ୍ୱାରା ଜୀବନଦାୟକ ଭରସା ପ୍ରାପ୍ତି ନିମନ୍ତେ,