Isaiah 42:24 in Oriya 24 ଯାକୁବକୁ ଲୁଟିତ ସ୍ୱରୂପ ହେବା ପାଇଁ ଓ ଇସ୍ରାଏଲକୁ ଅପହାରକମାନଙ୍କ ହସ୍ତରେ କିଏ ସମର୍ପଣ କଲେ ? ଯାହାଙ୍କ ବିରୁଦ୍ଧରେ ଆମ୍ଭେମାନେ ପାପ କରିଅଛୁ ଓ ଯାହାଙ୍କ ପଥରେ ଲୋକମାନେ ଗମନ କରିବାକୁ ସମ୍ମତ ନୋହିଲେ, ଅଥବା ସେମାନେ ଯାହାଙ୍କ ବ୍ୟବସ୍ଥାର ଆଜ୍ଞାକାରୀ ନୋହିଲେ, ସେହି ସଦାପ୍ରଭୁ କି ଏହା କରି ନାହାନ୍ତି ?
Other Translations King James Version (KJV) Who gave Jacob for a spoil, and Israel to the robbers? did not the LORD, he against whom we have sinned? for they would not walk in his ways, neither were they obedient unto his law.
American Standard Version (ASV) Who gave Jacob for a spoil, and Israel to the robbers? did not Jehovah? he against whom we have sinned, and in whose ways they would not walk, neither were they obedient unto his law.
Bible in Basic English (BBE) Who gave up Jacob to those who took away his goods, and Israel to his attackers? Did not the Lord? he against whom they did wrong, and in whose ways they would not go, turning away from his teaching.
Darby English Bible (DBY) Who gave Jacob for a spoil, and Israel to the robbers? Did not Jehovah, he against whom we have sinned? And they would not walk in his ways, neither did they hearken unto his law.
World English Bible (WEB) Who gave Jacob for a spoil, and Israel to the robbers? Didn't Yahweh? he against whom we have sinned, and in whose ways they would not walk, neither were they obedient to his law.
Young's Literal Translation (YLT) Who hath given Jacob for a spoil, And Israel to the spoilers? Is it not Jehovah -- He against whom we sinned? Yea, they have not been willing in His ways to walk, Nor have they hearkened to His law.
Cross Reference Deuteronomy 28:49 in Oriya 49 ଯେପରି ଉତ୍କ୍ରୋଶ ପକ୍ଷୀ ଉଡ଼େ, ସେପରି ସଦାପ୍ରଭୁ ଦୂରରୁ ପୃଥିବୀର ପ୍ରାନ୍ତରୁ ଏକ ଗୋଷ୍ଠୀକୁ ତୁମ୍ଭ ପ୍ରତିକୂଳରେ ଆଣିବେ; ସେହି ଗୋଷ୍ଠୀର ଭାଷା ତୁମ୍ଭେ ବୁଝି ପାରିବ ନାହିଁ;
Deuteronomy 32:30 in Oriya 30 ଯେବେ ସେମାନଙ୍କର ଶୈଳ ସେମାନଙ୍କୁ ବିକ୍ରୟ କରିଦେଇ ନ ଥା'ନ୍ତେ ଓ ଯେବେ ସଦାପ୍ରଭୁ ସେମାନଙ୍କୁ ସମର୍ପଣ କରି ଦେଇ ନ ଥା'ନ୍ତେ, ତେବେ ସହସ୍ର ଜଣଙ୍କୁ ଏକ ଜଣ କିପରି ତଡ଼ି ଦିଅନ୍ତା, ପୁଣି ଦଶ ସହସ୍ର ଜଣଙ୍କୁ ଦୁଇ ଜଣ କିପରି ବିମୁଖ କରନ୍ତେ ?
Judges 2:14 in Oriya 14 ତହିଁରେ ଇସ୍ରାଏଲ ବିରୁଦ୍ଧରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହୁଅନ୍ତେ, ସେ ସେମାନଙ୍କୁ ଲୁଟକାରୀମାନଙ୍କ ହସ୍ତରେ ସମର୍ପିଲେ, ତେଣୁ ସେମାନେ ସେମାନଙ୍କୁ ଲୁଟିଲେ; ଆହୁରି ସେ ସେମାନଙ୍କୁ ସେମାନଙ୍କ ଚତୁର୍ଦ୍ଦିଗସ୍ଥିତ ଶତ୍ରୁମାନଙ୍କ ହସ୍ତରେ ବିକ୍ରୟ କଲେ, ତହିଁରେ ସେମାନେ ଆପଣା ଶତ୍ରୁମାନଙ୍କ ସମ୍ମୁଖରେ ଆଉ ଠିଆ ହୋଇ ପାରିଲେ ନାହିଁ।
Judges 3:8 in Oriya 8 ତହିଁରେ ଇସ୍ରାଏଲ ପ୍ରତି ସଦାପ୍ରଭୁଙ୍କର କ୍ରୋଧ ପ୍ରଜ୍ୱଳିତ ହୁଅନ୍ତେ, ସେ ଅରାମ-ନହରୟିମର ରାଜା କୂଶନ୍-ରିଶୀୟାଥୟିମ୍ର ହସ୍ତରେ ସେମାନଙ୍କୁ ବିକ୍ରୟ କଲେ; ତହୁଁ ଇସ୍ରାଏଲ ସନ୍ତାନଗଣ ଆଠ ବର୍ଷ ପର୍ଯ୍ୟନ୍ତ ସେହି କୂଶନ୍-ରିଶୀୟାଥୟିମ୍ର ସେବା କଲେ।
Judges 10:7 in Oriya 7 ଏ ନିମନ୍ତେ ଇସ୍ରାଏଲ ବିରୁଦ୍ଧରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା, ପୁଣି ସେ ପଲେଷ୍ଟୀୟମାନଙ୍କ ହସ୍ତରେ ଓ ଅମ୍ମୋନ-ସନ୍ତାନମାନଙ୍କ ହସ୍ତରେ ସେମାନଙ୍କୁ ବିକ୍ରୟ କଲେ।
2 Chronicles 15:6 in Oriya 6 ପୁଣି ସେମାନେ ଗୋଷ୍ଠୀ ବିରୁଦ୍ଧରେ ଗୋଷ୍ଠୀ ଓ ନଗର ବିରୁଦ୍ଧରେ ନଗର ଭିନ୍ନ ହୋଇଥିଲେ; କାରଣ ପରମେଶ୍ୱର ସର୍ବ ପ୍ରକାର ସଂକଟ ଦ୍ୱାରା ସେମାନଙ୍କୁ ତ୍ରାସଯୁକ୍ତ କରିଥିଲେ।
2 Chronicles 36:17 in Oriya 17 ଏନିମନ୍ତେ ସେ କଲଦୀୟମାନଙ୍କ ରାଜାକୁ ସେମାନଙ୍କ ପ୍ରତିକୂଳରେ ଆଣନ୍ତେ, ସେ ସେମାନଙ୍କ ଯୁବାମାନଙ୍କୁ ସେମାନଙ୍କ ଧର୍ମଧାମରେ ଖଡ଼୍ଗ ଦ୍ୱାରା ବଧ କଲା, ପୁଣି ଯୁବା କି ଯୁବତୀ, ବୃଦ୍ଧ କି ଜରାଜୀର୍ଣ୍ଣ, କାହାରିକୁ ଦୟା କଲା ନାହିଁ; ପରମେଶ୍ୱର ତାହା ହସ୍ତରେ ସମସ୍ତଙ୍କୁ ସମର୍ପି ଦେଲେ।
Nehemiah 9:26 in Oriya 26 ତଥାପି ସେମାନେ ଅନାଜ୍ଞାବହ ହେଲେ ଓ ତୁମ୍ଭ ବିରୁଦ୍ଧରେ ବିଦ୍ରୋହାଚରଣ କଲେ ଓ ତୁମ୍ଭ ବ୍ୟବସ୍ଥା ଆପଣା ପଛକୁ ପକାଇଲେ, ଆଉ ତୁମ୍ଭର ଯେଉଁ ଭବିଷ୍ୟଦ୍ବକ୍ତାମାନେ ସେମାନଙ୍କୁ ତୁମ୍ଭ ପ୍ରତି ପୁନର୍ବାର ଫେରାଇବା ପାଇଁ ସେମାନଙ୍କୁ ଚେତାବନୀ ଦେଲେ, ତେଣୁ ସେମାନଙ୍କୁ ବଧ କଲେ ଓ ଅପମାନଜନକ କାର୍ଯ୍ୟ କଲେ।
Psalm 106:40 in Oriya 40 ଏହେତୁ ଲୋକମାନଙ୍କ ବିରୁଦ୍ଧରେ ସଦାପ୍ରଭୁଙ୍କ କୋପ ପ୍ରଜ୍ୱଳିତ ହେଲା, ପୁଣି, ସେ ଆପଣା ଅଧିକାରକୁ ଘୃଣା କଲେ।
Isaiah 10:5 in Oriya 5 ହାୟ ଅଶୂର ! ସେ ଆମ୍ଭର କ୍ରୋଧରୂପ ଦଣ୍ଡ, ତାହାର ହସ୍ତରେ ଆମ୍ଭର କୋପରୂପ ଯଷ୍ଟି ଅଛି।
Isaiah 30:15 in Oriya 15 କାରଣ ପ୍ରଭୁ, ସଦାପ୍ରଭୁ ଇସ୍ରାଏଲର ଧର୍ମସ୍ୱରୂପ କହିଲେ, “ଫେରିଲେ ଓ ଶାନ୍ତ ହେଲେ ତୁମ୍ଭେମାନେ ପରିତ୍ରାଣ ପାଇବ; ସୁସ୍ଥିରତା ଓ ବିଶ୍ୱାସରେ ତୁମ୍ଭମାନଙ୍କର ବଳ ହେବ, ପୁଣି, ତୁମ୍ଭେମାନେ ଅସମ୍ମତ ହେଲ।
Isaiah 45:7 in Oriya 7 ଆମ୍ଭେ ଦୀପ୍ତି ନିର୍ମାଣ କରୁ ଓ ଆମ୍ଭେ ଅନ୍ଧକାର ସୃଷ୍ଟି କରୁ; ଆମ୍ଭେ ଶାନ୍ତି ରଚନା କରୁ, ଅନିଷ୍ଟ ସୃଷ୍ଟି କରୁ; ଆମ୍ଭେ ସଦାପ୍ରଭୁ ଏହାସବୁ ସାଧନ କରୁ।
Isaiah 47:6 in Oriya 6 ଆମ୍ଭେ ଆପଣା ଲୋକମାନଙ୍କ ପ୍ରତି କ୍ରୁଦ୍ଧ ହୋଇ ଆପଣା ଅଧିକାର ଅପବିତ୍ର କଲୁ ଓ ତୁମ୍ଭ ହସ୍ତରେ ସେମାନଙ୍କୁ ସମର୍ପଣ କଲୁ; ତୁମ୍ଭେ ସେମାନଙ୍କ ପ୍ରତି କିଛି ଦୟା ପ୍ରକାଶ କଲ ନାହିଁ; ତୁମ୍ଭେ ବୃଦ୍ଧ ଲୋକ ଉପରେ ତୁମ୍ଭର ଯୁଆଳି ବଡ଼ ଭାରୀ କରି ଥୋଇଲ।
Isaiah 50:1 in Oriya 1 ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଯେଉଁ ପତ୍ର ଦ୍ୱାରା ତୁମ୍ଭମାନଙ୍କ ମାତାକୁ ତ୍ୟାଗ କରିଅଛୁ, ତାହାର ସେହି ଛାଡ଼ପତ୍ର କାହିଁ ? ଅଥବା ଆମ୍ଭ ବ୍ୟବସାୟୀମାନଙ୍କ ମଧ୍ୟରୁ କାହା ନିକଟରେ ତୁମ୍ଭମାନଙ୍କୁ ବିକ୍ରୟ କରିଅଛୁ ? ଦେଖ, ତୁମ୍ଭେମାନେ ନିଜ ଅପରାଧ ସକାଶୁ ବିକ୍ରୀତ ହୋଇଥିଲ ଓ ତୁମ୍ଭମାନଙ୍କ ଅଧର୍ମ ସକାଶୁ ତୁମ୍ଭମାନଙ୍କର ମାତା ତ୍ୟକ୍ତା ହୋଇଥିଲା।
Isaiah 59:1 in Oriya 1 ଦେଖ, ସଦାପ୍ରଭୁଙ୍କର ହସ୍ତ ଛୋଟ ହୋଇ ଯାଇ ନାହିଁ ଯେ, ତାହା ପରିତ୍ରାଣ କରି ନ ପାରେ, କିଅବା ତାହାଙ୍କର କର୍ଣ୍ଣ ଭାରୀ ହୋଇ ନାହିଁ, ଯେ ତାହା ଶୁଣି ନ ପାରେ।
Isaiah 63:10 in Oriya 10 ମାତ୍ର ସେମାନେ ବିଦ୍ରୋହୀ ହେଲେ ଓ ତାହାଙ୍କର ପବିତ୍ର ଆତ୍ମାଙ୍କୁ ଶୋକାକୁଳ କଲେ; ଏନିମନ୍ତେ ସେ ଫେରି ସେମାନଙ୍କର ଶତ୍ରୁ ହେଲେ ଓ ଆପେ ସେମାନଙ୍କର ବିପକ୍ଷରେ ଯୁଦ୍ଧ କଲେ।
Jeremiah 5:15 in Oriya 15 ସଦାପ୍ରଭୁ କହନ୍ତି, “ହେ ଇସ୍ରାଏଲ ବଂଶ, ଦେଖ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଦୂରରୁ ଏକ ଗୋଷ୍ଠୀକୁ ଆଣିବା; ସେ ବଳବାନ ଗୋଷ୍ଠୀ, ପ୍ରାଚୀନ ଗୋଷ୍ଠୀ, ସେହି ଗୋଷ୍ଠୀର ଭାଷା ତୁମ୍ଭେ ଜାଣ ନାହିଁ, କିଅବା ସେମାନଙ୍କର କଥା ତୁମ୍ଭେ ବୁଝ ନାହିଁ।”
Jeremiah 25:8 in Oriya 8 ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ଆମ୍ଭର ବାକ୍ୟରେ ଅବଧାନ କରି ନାହଁ;
Lamentations 1:14 in Oriya 14 ମୋର ଅଧର୍ମରୂପ ଯୁଆଳି ତାହାଙ୍କ ହସ୍ତ ଦ୍ୱାରା ବନ୍ଧାଯାଇଅଛି; ତାହା ଏକତ୍ର ଜଡ଼ିତ ହୋଇଅଛି, ତାହା ମୋ' ସ୍କନ୍ଧ ଉପରକୁ ଆସିଅଛି; ସେ ମୋ' ବଳ ଖର୍ବ କରିଅଛନ୍ତି; ଯେଉଁମାନଙ୍କ ବିରୁଦ୍ଧରେ ମୁଁ ଠିଆ ହୋଇ ନ ପାରେ, ସେମାନଙ୍କ ହସ୍ତରେ ପ୍ରଭୁ ମୋତେ ସମର୍ପଣ କରିଅଛନ୍ତି।
Lamentations 1:18 in Oriya 18 ସଦାପ୍ରଭୁ ଧାର୍ମିକ ଅଟନ୍ତି; ମୁଁ ତାହାଙ୍କ ଆଜ୍ଞାର ପ୍ରତିକୂଳାଚରଣ କରିଅଛି; ହେ ଗୋଷ୍ଠୀସକଳ, ବିନୟ କରୁଅଛି, ତୁମ୍ଭେମାନେ ଶୁଣ ଓ ମୋହର ଦୁଃଖ ଦେଖ; ମୋହର କୁମାରୀଗଣ ଓ ଯୁବକଗଣ ବନ୍ଦୀତ୍ୱ ସ୍ଥାନକୁ ଯାଇଅଛନ୍ତି।
Amos 3:6 in Oriya 6 ନଗର ମଧ୍ୟରେ ତୂରୀ ବଜାଗଲେ ଲୋକମାନେ କି ଭୀତ ହେବେ ନାହିଁ ? ସଦାପ୍ରଭୁ ନ ଘଟାଇଲେ ନଗର ମଧ୍ୟରେ କି ଅମଙ୍ଗଳ ଘଟିବ ?
Matthew 22:7 in Oriya 7 କିନ୍ତୁ ରାଜା ରାଗିଯାଇ ଆପଣା ସୈନ୍ୟମାନଙ୍କୁ ପଠାଇ ସେହି ହତ୍ୟାକାରୀମାନଙ୍କୁ ବିନାଶ କଲେ ଏବଂ ସେମାନଙ୍କ ନଗର ଭସ୍ମସାତ୍ କଲେ।