Isaiah 42:3 in Oriya 3 ସେ ଛେଚାନଳ ଭାଙ୍ଗିବେ ନାହିଁ ଓ ସଧୂମ ବଳିତା ଲିଭାଇବେ ନାହିଁ; ସେ ସତ୍ୟତାରେ ନ୍ୟାୟ ବିଚାର ଆଣିବେ।
Other Translations King James Version (KJV) A bruised reed shall he not break, and the smoking flax shall he not quench: he shall bring forth judgment unto truth.
American Standard Version (ASV) A bruised reed will he not break, and a dimly burning wick will he not quench: he will bring forth justice in truth.
Bible in Basic English (BBE) He will not let a crushed stem be quite broken, and he will not let a feebly burning light be put out: he will go on sending out the true word to the peoples.
Darby English Bible (DBY) A bruised reed shall he not break, and smoking flax shall he not quench: he shall bring forth judgment according to truth.
World English Bible (WEB) A bruised reed will he not break, and a dimly burning wick will he not quench: he will bring forth justice in truth.
Young's Literal Translation (YLT) A bruised reed he breaketh not, And dim flax he quencheth not, To truth he bringeth forth judgment.
Cross Reference Psalm 72:2 in Oriya 2 ସେ ଧର୍ମରେ ତୁମ୍ଭ ଲୋକମାନଙ୍କର ଓ ନ୍ୟାୟରେ ତୁମ୍ଭ ଦୁଃଖୀ ଲୋକଙ୍କର ବିଚାର କରିବେ।
Psalm 96:13 in Oriya 13 ସଦାପ୍ରଭୁଙ୍କ ସମ୍ମୁଖରେ ଗାନ କରିବେ; କାରଣ ସେ ଆସୁଅଛନ୍ତି; ସେ ପୃଥିବୀର ବିଚାର କରିବାକୁ ଆସୁଅଛନ୍ତି; ସେ ଧର୍ମରେ ଜଗତର ଓ ଆପଣା ସତ୍ୟତାରେ ଗୋଷ୍ଠୀବର୍ଗର ବିଚାର କରିବେ।
Psalm 98:9 in Oriya 9 ସଦାପ୍ରଭୁଙ୍କ ସମ୍ମୁଖରେ ଗାନ କରନ୍ତୁ, କାରଣ ସେ ପୃଥିବୀର ବିଚାର କରିବାକୁ ଆସୁଅଛନ୍ତି; ସେ ଧର୍ମରେ ଜଗତର ଓ ନ୍ୟାୟରେ ଗୋଷ୍ଠୀବର୍ଗର ବିଚାର କରିବେ।
Psalm 103:13 in Oriya 13 ପିତା ଆପଣା ସନ୍ତାନଗଣ ପ୍ରତି ଯେରୂପ ସ୍ନେହ ବହଇ, ସଦାପ୍ରଭୁ ଆପଣା ଭୟକାରୀମାନଙ୍କ ପ୍ରତି ସେରୂପ ସ୍ନେହ ବହନ୍ତି।
Psalm 147:3 in Oriya 3 ସେ ଭଗ୍ନାନ୍ତଃକରଣମାନଙ୍କୁ ସୁସ୍ଥ କରନ୍ତି ଓ ସେମାନଙ୍କ କ୍ଷତସବୁ ବାନ୍ଧନ୍ତି।
Isaiah 11:3 in Oriya 3 ସଦାପ୍ରଭୁ ବିଷୟକ ଭୟରେ ତାହାଙ୍କର ଆମୋଦ ହେବ; ପୁଣି, ସେ ଆପଣା ଚକ୍ଷୁର ଦୃଷ୍ଟି ଅନୁସାରେ ବିଚାର କରିବେ ନାହିଁ, କିଅବା ଆପଣା କର୍ଣ୍ଣପ୍ରାନ୍ତରେ ଶ୍ରବଣାନୁସାରେ ଅନୁଯୋଗ କରିବେ ନାହିଁ,
Isaiah 35:3 in Oriya 3 ତୁମ୍ଭେମାନେ ଦୁର୍ବଳ ହସ୍ତକୁ ସବଳ କର ଓ ଥର ଥର ଆଣ୍ଠୁକୁ ସୁସ୍ଥିର କର।
Isaiah 40:11 in Oriya 11 ସେ ମେଷପାଳକ ପରି ଆପଣା ପଲ ଚରାଇବେ, ମେଷଛୁଆମାନଙ୍କୁ ସେ ଆପଣା ବାହୁରେ ସଂଗ୍ରହ କରିବେ ଓ ଆପଣା କୋଳରେ ସେମାନଙ୍କୁ ବହି ନେବେ, ଆଉ ଦୁଗ୍ଧଦାୟିନୀମାନଙ୍କୁ ଧୀରେ ଧୀରେ ଚଳାଇବେ।
Isaiah 40:29 in Oriya 29 ସେ କ୍ଳାନ୍ତ ଲୋକକୁ ଶକ୍ତି ଦିଅନ୍ତି ଓ ବଳହୀନ ଲୋକର ବଳ ବଢ଼ାଇ ଦିଅନ୍ତି।
Isaiah 50:4 in Oriya 4 ମୁଁ ଯେପରି କ୍ଳାନ୍ତ ଲୋକକୁ ବାକ୍ୟ ଦ୍ୱାରା ସୁସ୍ଥିର କରି ପାରିବି, ଏଥିପାଇଁ ପ୍ରଭୁ, ସଦାପ୍ରଭୁ ମୋତେ ଶିକ୍ଷିତ ଲୋକମାନଙ୍କର ଜିହ୍ୱା ଦେଇଅଛନ୍ତି; ସେ ପ୍ରତି ପ୍ରଭାତ ଜାଗ୍ରତ କରାନ୍ତି, ଶିକ୍ଷିତ ଲୋକ ପରି ଶୁଣିବା ପାଇଁ ସେ ମୋହର କର୍ଣ୍ଣକୁ ଜାଗ୍ରତ କରାନ୍ତି।
Isaiah 50:10 in Oriya 10 ଯେ ସଦାପ୍ରଭୁଙ୍କୁ ଭୟ କରେ ଓ ତାହାଙ୍କ ସେବକର ବାକ୍ୟ ପାଳନ କରେ, ତୁମ୍ଭମାନଙ୍କ ମଧ୍ୟରେ ଏପରି କିଏ ଅଛି ? ଯେଉଁ ଲୋକ ଅନ୍ଧକାରରେ ଗମନ କରେ ଓ ଦୀପ୍ତିପ୍ରାପ୍ତ ନ ହୁଏ, ସେ ସଦାପ୍ରଭୁଙ୍କ ନାମରେ ବିଶ୍ୱାସ କରୁ ଓ ଆପଣା ପରମେଶ୍ୱରଙ୍କ ଉପରେ ନିର୍ଭର କରୁ।
Isaiah 57:15 in Oriya 15 କାରଣ ଯେ ଅନନ୍ତ କାଳନିବାସୀ, ଯାହାଙ୍କର ନାମ ପବିତ୍ର, ସେହି ଉଚ୍ଚ ଓ ଉନ୍ନତ ପୁରୁଷ ଏହି କଥା କହନ୍ତି; “ଆମ୍ଭେ ଉର୍ଦ୍ଧ୍ୱ ଓ ପବିତ୍ର ସ୍ଥାନରେ ବାସ କରୁ, ମଧ୍ୟ ନମ୍ର ଲୋକମାନଙ୍କର ଆତ୍ମାକୁ ସଜୀବ ଓ ଚୂର୍ଣ୍ଣମନା ଲୋକମାନଙ୍କର ଅନ୍ତଃକରଣକୁ ସଜୀବ କରିବା ପାଇଁ ଆମ୍ଭେ ଚୂର୍ଣ୍ଣ ଓ ନମ୍ରମନା ଲୋକର ସଙ୍ଗରେ ହେଁ ବାସ କରୁ।
Isaiah 61:1 in Oriya 1 ପ୍ରଭୁ ସଦାପ୍ରଭୁଙ୍କର ଆତ୍ମା ମୋ'ଠାରେ ଅଧିଷ୍ଠାନ କରନ୍ତି; କାରଣ ନମ୍ର ଲୋକମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିବା ପାଇଁ ସଦାପ୍ରଭୁ ମୋତେ ଅଭିଷିକ୍ତ କରିଅଛନ୍ତି; ସେ ଭଗ୍ନାନ୍ତଃକରଣ ଲୋକମାନଙ୍କର କ୍ଷତ ବାନ୍ଧିବାକୁ, ବନ୍ଦୀ ଲୋକମାନଙ୍କ ପ୍ରତି ମୁକ୍ତି ଓ କାରାବଦ୍ଧ ଲୋକମାନଙ୍କ ପ୍ରତି କାରାଗାର ମୁକ୍ତ ହେବାର କଥା ପ୍ରଚାର କରିବାକୁ;
Isaiah 66:2 in Oriya 2 କାରଣ ଆମ୍ଭର ହସ୍ତ ଏହିସବୁ ନିର୍ମାଣ କରିଅଛି, ଆଉ ତହିଁ ସକାଶୁ ଏହିସବୁ ଉତ୍ପନ୍ନ ହେଲା,” ଏହା ସଦାପ୍ରଭୁ କହନ୍ତି; “ମାତ୍ର ଏହି ଲୋକ ପ୍ରତି, ଅର୍ଥାତ୍, ଯେଉଁ ଲୋକ ଦୁଃଖୀ, ଚୂର୍ଣ୍ଣମନା ଓ ଯେ ଆମ୍ଭ ବାକ୍ୟରେ କମ୍ପମାନ ହୁଏ, ତାହା ପ୍ରତି ଆମ୍ଭେ ଦୃଷ୍ଟିପାତ କରିବା।
Jeremiah 30:12 in Oriya 12 କାରଣ ସଦାପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭର କ୍ଷତ ଅପ୍ରତୀକାର୍ଯ୍ୟ ଓ ତୁମ୍ଭର ଘା' ବ୍ୟଥାଜନକ।
Jeremiah 31:18 in Oriya 18 ଆମ୍ଭେ ନିଶ୍ଚୟ ଇଫ୍ରୟିମକୁ ଆପଣା ବିଷୟରେ ବିଳାପ କରି ଏହି ପ୍ରକାର କହିବା ଶୁଣିଅଛୁ, ‘ମୁଁ ଅମଣା ବାଛୁରି ପରି ବୋଲି ତୁମ୍ଭେ ମୋତେ ଶାସ୍ତି ଦେଇଅଛ ଓ ମୁଁ ଶାସ୍ତି ଭୋଗ କରିଅଛି; ତୁମ୍ଭେ ମୋତେ ଫେରାଅ, ତହିଁରେ ମୁଁ ଫେରିବି; କାରଣ ତୁମ୍ଭେ ସଦାପ୍ରଭୁ ମୋହର ପରମେଶ୍ୱର।
Jeremiah 31:25 in Oriya 25 କାରଣ ଆମ୍ଭେ କ୍ଳାନ୍ତ ପ୍ରାଣକୁ ପରିତୃପ୍ତ କରିଅଛୁ, ପ୍ରତ୍ୟେକ ଦୁଃଖିତ ପ୍ରାଣକୁ ପରିପୂର୍ଣ୍ଣ କରିଅଛୁ।”
Ezekiel 34:16 in Oriya 16 “ଯେ ହଜିଥିଲା, ଆମ୍ଭେ ତାହାର ଅନ୍ଵେଷଣ କରିବା ଓ ଯେ ତାଡ଼ିତ ହୋଇଥିଲା, ତାହାକୁ ପୁନର୍ବାର ଆଣିବା, ପୁଣି, ଭଗ୍ନାଙ୍ଗର କ୍ଷତ ବାନ୍ଧିବା ଓ ପୀଡ଼ିତକୁ ସବଳ କରିବା, ଆଉ ହୃଷ୍ଟପୁଷ୍ଟ ଓ ବଳବାନକୁ ସଂହାର କରିବା; ଆମ୍ଭେ ନ୍ୟାୟମତେ ସେମାନଙ୍କୁ ପାଳନ କରିବା।
Micah 7:9 in Oriya 9 ମୁଁ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛି, ଏଥିପାଇଁ ଯେପର୍ଯ୍ୟନ୍ତ ସେ ମୋ' ବିବାଦର ସପକ୍ଷବାଦୀ ହୋଇ ମୋର ବିଚାର ନିଷ୍ପତ୍ତି ନ କରନ୍ତି, ସେପର୍ଯ୍ୟନ୍ତ ମୁଁ ତାହାଙ୍କ କ୍ରୋଧରୂପ ଭାର ବହନ କରିବି; ସେ ମୋତେ ବାହାର କରି ଆଲୁଅକୁ ଆଣିବେ ଓ ମୁଁ ତାହାଙ୍କର ଧାର୍ମିକତା ଦେଖିବି।
Matthew 11:28 in Oriya 28 ହେ ପରିଶ୍ରାନ୍ତ ଓ ଭାରଗ୍ରସ୍ଥ ଲୋକ ସମସ୍ତେ, ମୋ' ନିକଟକୁ ଆସ, ମୁଁ ତୁମ୍ଭମାନଙ୍କୁ ବିଶ୍ରାମ ଦେବି।
Matthew 18:10 in Oriya 10 ସାବଧାନ, ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକୁ ହିଁ ତୁଚ୍ଛଜ୍ଞାନ କର ନାହିଁ, କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସ୍ୱର୍ଗରେ ସେମାନଙ୍କର ଦୂତମାନେ ସର୍ବଦା ମୋହର ସ୍ୱର୍ଗସ୍ଥ ପିତାଙ୍କ ମୁଖ ଦର୍ଶନ କରନ୍ତି।
Luke 22:31 in Oriya 31 ଶିମୋନ, ଶିମୋନ,ଦେଖ, ଗହମକୁ ଚାଲୁଣୀରେ ଚଲାଇବା ପରି ଶୟତାନ ତୁମ୍ଭମାନଙ୍କୁ ଚଲାଇବାକୁ ଅନୁମତି ପାଇଅଛି;
John 5:30 in Oriya 30 ମୁଁ ନିଜେ କିଛି କରି ପାରେ ନାହିଁ; ମୁଁ ଯେପରି ଶୁଣେ, ସେହିପରି ବିଚାର କରେ, ଆଉ ମୋହର ବିଚାର ଯଥାର୍ଥ, କାରଣ ମୁଁ ଆପଣାର ଇଚ୍ଛା ସାଧନ କରିବାକୁ ଚେଷ୍ଟା ନ କରି ମୋହର ପ୍ରେରଣକର୍ତ୍ତାଙ୍କର ଇଚ୍ଛା ସାଧନ କରିବାକୁ ଚେଷ୍ଟା କରେ।
John 20:19 in Oriya 19 ସେହି ଦିନ, ଅର୍ଥାତ୍, ସପ୍ତାହର ପ୍ରଥମ ଦିନ ସନ୍ଧ୍ୟା ସମୟରେ ଯେତେବେଳେ ଶିଷ୍ୟମାନେ ଯେଉଁ ଗୃହରେ ଥିଲେ, ସେଥିର ଦ୍ୱାରଗୁଡ଼ିକ ଯିହୂଦୀମାନଙ୍କ ଭୟରେ ରୁଦ୍ଧ ଥିଲା, ସେତେବେଳେ ଯୀଶୁ ଆସି ମଧ୍ୟସ୍ଥଳରେ ଠିଆ ହୋଇ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କର ଶାନ୍ତି ହେଉ।
John 20:27 in Oriya 27 ପରେ ସେ ଥୋମାଙ୍କୁ କହିଲେ, ଏଆଡ଼େ ତୁମ୍ଭର ଆଙ୍ଗୁଳି ବଢ଼ାଇ ମୋହର ହାତ ଦେଖ ଓ ହାତ ବଢ଼ାଇ ମୋହର କକ୍ଷଦେଶରେ ଦିଅ; ଅବିଶ୍ୱାସୀ ନ ହୋଇ ବିଶ୍ୱାସୀ ହୁଅ।
Hebrews 2:17 in Oriya 17 ଅତଏବ, ସମସ୍ତ ବିଷୟରେ ଆପଣା ଭ୍ରାତାମାନଙ୍କ ସଦୃଶ ହେବା ତାହାଙ୍କର ଉଚିତ୍ ଥିଲା, ଯେପରି ସେ ଲୋକମାନଙ୍କ ପାପର ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ଇଶ୍ବରଙ୍କ ସେବା ସମ୍ବନ୍ଧରେ ଜଣେ ଦୟାଳୁ ଓ ବିଶ୍ୱସ୍ତ ମହାଯାଜକ ହୁଅନ୍ତି।
Revelation 19:11 in Oriya 11 ତତ୍ପରେ ମୁଁ ସ୍ୱର୍ଗକୁ ଉନ୍ମୁକ୍ତ ଦେଖିଲି, ଆଉ ଦେଖ, ଗୋଟିଏ ଶ୍ୱେତବର୍ଣ୍ଣ ଅଶ୍ୱ; ତାହାର ଆରୋହୀଙ୍କ ନାମ ବିଶ୍ୱସ୍ତ ଓ ସତ୍ୟ; ନ୍ୟାୟ ରୂପେ ବିଚାର ଓ ଯୁଦ୍ଧ କରନ୍ତି।