Isaiah 42:5 in Oriya 5 ଯେ ଆକାଶମଣ୍ଡଳ ସୃଷ୍ଟି କରି ବିସ୍ତାର କଲେ; ଯେ ଭୂତଳ ଓ ତଦୁତ୍ପନ୍ନସକଳ ବିଛାଇଲେ; ଯେ ତହିଁ ଉପରିସ୍ଥ ସକଳ ଲୋକଙ୍କୁ ନିଶ୍ୱାସ ପ୍ରଶ୍ୱାସ ଦିଅନ୍ତି ଓ ତନ୍ମଧ୍ୟରେ ଗମନାଗମନକାରୀମାନଙ୍କୁ ପ୍ରାଣ ଦିଅନ୍ତି, ସେହି ସଦାପ୍ରଭୁ ପରମେଶ୍ୱର ଏହି କଥା କହନ୍ତି;
Other Translations King James Version (KJV) Thus saith God the LORD, he that created the heavens, and stretched them out; he that spread forth the earth, and that which cometh out of it; he that giveth breath unto the people upon it, and spirit to them that walk therein:
American Standard Version (ASV) Thus saith God Jehovah, he that created the heavens, and stretched them forth; he that spread abroad the earth and that which cometh out of it; he that giveth breath unto the people upon it, and spirit to them that walk therein:
Bible in Basic English (BBE) God the Lord, even he who made the heavens, measuring them out on high; stretching out the earth, and giving its produce; he who gives breath to the people on it, and life to those who go about on it, says:
Darby English Bible (DBY) Thus saith ùGod, Jehovah, he that created the heavens and stretched them out, he that spread forth the earth and its productions, he that giveth breath unto the people upon it, and spirit to them that walk therein:
World English Bible (WEB) Thus says God Yahweh, he who created the heavens, and stretched them forth; he who spread abroad the earth and that which comes out of it; he who gives breath to the people on it, and spirit to those who walk therein:
Young's Literal Translation (YLT) Thus said God, Jehovah, preparing The heavens, and stretching them out, Spreading out the earth and its productions, Giving breath to the people on it, And spirit to those walking in it.
Cross Reference Genesis 1:10 in Oriya 10 ପୁଣି, ପରମେଶ୍ୱର ସ୍ଥଳର ନାମ ପୃଥିବୀ ଓ ଜଳରାଶିର ନାମ ସମୁଦ୍ର ଦେଲେ; ଆଉ ପରମେଶ୍ୱର ତାହା ଉତ୍ତମ ଦେଖିଲେ।
Genesis 1:24 in Oriya 24 ଏଥିଉତ୍ତାରେ ପରମେଶ୍ୱର କହିଲେ, “ପୃଥିବୀରେ ସ୍ୱ ସ୍ୱ ଜାତି ଅନୁସାରେ ପ୍ରାଣୀବର୍ଗ, (ଅର୍ଥାତ୍), ଗ୍ରାମ୍ୟପଶୁ ଓ ଉରୋଗାମୀ ଜନ୍ତୁ ଓ ସ୍ୱ ସ୍ୱ ଜାତି ଅନୁସାରେ ପୃଥିବୀର ବନ୍ୟପଶୁଗଣ ଉତ୍ପନ୍ନ ହେଉନ୍ତୁ,” ତହିଁରେ ସେପରି ହେଲା।
Genesis 2:7 in Oriya 7 ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର ଭୂମିର ଧୂଳି ଦ୍ୱାରା ମନୁଷ୍ୟକୁ ନିର୍ମାଣ କରି ତାହାର ନାସିକାରନ୍ଧ୍ରରେ ଫୁଙ୍କ ଦେଇ ପ୍ରାଣବାୟୁ ପ୍ରବେଶ କରାଇଲେ; ତହିଁରେ ମନୁଷ୍ୟ ଜୀବିତ ପ୍ରାଣୀ ହେଲା।
Job 12:10 in Oriya 10 ତାହାଙ୍କ ହସ୍ତରେ ପ୍ରତ୍ୟେକ ଜୀବର ପ୍ରାଣ ଓ ସମୁଦାୟ ନରବଂଶର ଶ୍ୱାସବାୟୁ ଅଛି।
Job 27:3 in Oriya 3 (କାରଣ ଏବେ ହେଁ ମୋର ଜୀବନ ମୋ' ମଧ୍ୟରେ ସୁସ୍ଥ ଅଛି ଓ ମୋ' ନାସିକାରେ ପରମେଶ୍ୱର ଦତ୍ତ ନିଶ୍ୱାସ ଅଛି;) ସେ ଜୀବିତ ଥିବା ପ୍ରମାଣେ,
Job 33:4 in Oriya 4 ପରମେଶ୍ୱରଙ୍କ ଆତ୍ମା ମୋତେ ସୃଷ୍ଟି କରିଅଛନ୍ତି ଓ ସର୍ବଶକ୍ତିମାନଙ୍କ ନିଶ୍ୱାସ ମୋତେ ଜୀବନ ଦିଅନ୍ତି।
Job 34:14 in Oriya 14 ଯଦି ସେ ମନୁଷ୍ୟ ଉପରେ ଆପଣା ମନ ଦେବେ, ଯଦି ସେ ତାହାର ଆତ୍ମା ଓ ନିଶ୍ୱାସ ଆପଣା ନିକଟରେ ସଂଗ୍ରହ କରିବେ;
Psalm 24:1 in Oriya 1 ଦାଉଦଙ୍କର ଗୀତ। ପୃଥିବୀ ଓ ତହିଁର ପୂର୍ଣ୍ଣତା, ଜଗତ ଓ ତନ୍ନିବାସୀ ସମସ୍ତେ ସଦାପ୍ରଭୁଙ୍କର।
Psalm 33:6 in Oriya 6 ଗଗନମଣ୍ଡଳ ସଦାପ୍ରଭୁଙ୍କ ବାକ୍ୟରେ, ଆଉ ତହିଁର ସମସ୍ତ ବାହିନୀ ତାହାଙ୍କ ମୁଖର ନିଶ୍ୱାସରେ ନିର୍ମିତ।
Psalm 102:25 in Oriya 25 ତୁମ୍ଭେ ଆଦ୍ୟରୁ ପୃଥିବୀର ମୂଳ ସ୍ଥାପନ କରିଅଛ; ପୁଣି, ଆକାଶମଣ୍ଡଳ ତୁମ୍ଭର ହସ୍ତକୃତ କର୍ମ।
Psalm 104:2 in Oriya 2 ତୁମ୍ଭେ ବସ୍ତ୍ର ପରି ଦୀପ୍ତି ପରିଧାନ କରିଅଛ; ତୁମ୍ଭେ ଚନ୍ଦ୍ରାତପ ପରି ଆକାଶମଣ୍ଡଳ ବିସ୍ତାର କରିଅଛ।
Psalm 136:6 in Oriya 6 ଯେ ଭୂମଣ୍ଡଳକୁ ଜଳରାଶି ଉପରେ ବିସ୍ତୀର୍ଣ୍ଣ କଲେ; ତାହାଙ୍କର (ଧନ୍ୟବାଦ କର;) କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
Isaiah 40:12 in Oriya 12 କିଏ ଆପଣା ହସ୍ତର ପୋଷରେ ଜଳରାଶି ମାପିଅଛନ୍ତି, ଚାଖଣ୍ଡ ଦ୍ୱାରା ଆକାଶମଣ୍ଡଳର ପରିମାଣ କରିଅଛନ୍ତି ଓ ଗୌଣୀରେ ପୃଥିବୀର ଧୂଳିସବୁ ଭରିଅଛନ୍ତି, ପର୍ବତଗଣକୁ ନିକ୍ତିରେ ଓ ଉପପର୍ବତଗଣକୁ ତରାଜୁରେ ତୌଲି ଅଛନ୍ତି ?
Isaiah 40:22 in Oriya 22 ସେ ଭୂମଣ୍ଡଳର ଉପରେ ଉପବିଷ୍ଟ ଓ ତନ୍ନିବାସୀଗଣ ଫଡ଼ିଙ୍ଗ ସ୍ୱରୂପ; ସେ ଚନ୍ଦ୍ରାତପ ତୁଲ୍ୟ ଆକାଶମଣ୍ଡଳ ପ୍ରସାରନ୍ତି, ପୁଣି ବସତି ନିମନ୍ତେ ତମ୍ବୁ ତୁଲ୍ୟ ତାହା ବିସ୍ତାରନ୍ତି;
Isaiah 40:28 in Oriya 28 ତୁମ୍ଭେ କି ଜାଣି ନାହଁ ? ତୁମ୍ଭେ କି ଶୁଣି ନାହଁ ? ପୃଥିବୀର ପ୍ରାନ୍ତସକଳର ସୃଷ୍ଟିକର୍ତ୍ତା ଅନାଦି ଅନନ୍ତ ପରମେଶ୍ୱର ସଦାପ୍ରଭୁ କ୍ଳାନ୍ତ ହୁଅନ୍ତି ନାହିଁ, କିମ୍ବା ଶ୍ରାନ୍ତ ହୁଅନ୍ତି ନାହିଁ; ତାହାଙ୍କର ବୁଦ୍ଧି ବୋଧର ଅଗମ୍ୟ।
Isaiah 44:24 in Oriya 24 ତୁମ୍ଭର ମୁକ୍ତିଦାତା ସଦାପ୍ରଭୁ, ଗର୍ଭରୁ ଯେ ତୁମ୍ଭକୁ ଗଢ଼ିଲେ, ସେ ଏହା କହନ୍ତି; “ଆମ୍ଭେ ସଦାପ୍ରଭୁ, ଆମ୍ଭେ ସବୁ କାର୍ଯ୍ୟ ସାଧନ କରୁ ଆମ୍ଭେ ଏକାକୀ ଆକାଶମଣ୍ଡଳ ବିସ୍ତାର କରୁ; ଆମ୍ଭେ ପୃଥିବୀକୁ ପ୍ରସାର କରୁ; ଆମ୍ଭର ସଙ୍ଗୀ କିଏ ?
Isaiah 45:12 in Oriya 12 ଆମ୍ଭେ ପୃଥିବୀ ନିର୍ମାଣ କରିଅଛୁ ଓ ତହିଁ ମଧ୍ୟରେ ମନୁଷ୍ୟର ସୃଷ୍ଟି କରିଅଛୁ; ଆମ୍ଭେ, ଆମ୍ଭର ହସ୍ତ ହିଁ ଆକାଶମଣ୍ଡଳ ବିସ୍ତୀର୍ଣ୍ଣ କରିଅଛି ଓ ତହିଁର ସକଳ ବିଷୟକୁ ଆମ୍ଭେ ଆଜ୍ଞା ଦେଇଅଛୁ।
Isaiah 45:18 in Oriya 18 କାରଣ, ଆକାଶମଣ୍ଡଳର ସୃଷ୍ଟିକର୍ତ୍ତା ସଦାପ୍ରଭୁ ଏହିପରି କହନ୍ତି; ସେ ପରମେଶ୍ୱର ଅଟନ୍ତି; ସେ ପୃଥିବୀକୁ ନିର୍ମାଣ କରି ପ୍ରସ୍ତୁତ କଲେ; ସେ ତାହା ସ୍ଥାପନ କଲେ, ସେ ତାହା ଶୂନ୍ୟ କରି ସୃଷ୍ଟି ନ କରି ବସତି ସ୍ଥାନ ହେବା ପାଇଁ ନିର୍ମାଣ କଲେ, ଆମ୍ଭେ ସଦାପ୍ରଭୁ, ଆଉ ଦ୍ୱିତୀୟ କେହି ନାହିଁ।
Isaiah 48:13 in Oriya 13 ଆହୁରି, ଆମ୍ଭର ହସ୍ତ ପୃଥିବୀର ଭିତ୍ତିମୂଳ ସ୍ଥାପନ କରିଅଛି ଓ ଆମ୍ଭର ଡାହାଣ ହସ୍ତ ଗଗନମଣ୍ଡଳ ବିସ୍ତାର କରିଅଛି; ଆମ୍ଭେ ସେମାନଙ୍କୁ ଡାକିଲେ, ସେମାନେ ଏକତ୍ର ଛିଡ଼ା ହୁଅନ୍ତି।
Jeremiah 10:12 in Oriya 12 ସେ ଆପଣା ପରାକ୍ରମ ଦ୍ୱାରା ପୃଥିବୀ ନିର୍ମାଣ କରିଅଛନ୍ତି, ସେ ଆପଣା ଜ୍ଞାନ ଦ୍ୱାରା ଜଗତ ସ୍ଥାପନ କରିଅଛନ୍ତି ଓ ଆପଣାର ବୁଦ୍ଧି ଦ୍ୱାରା ସେ ଆକାଶମଣ୍ଡଳ ବିସ୍ତାର କରିଅଛନ୍ତି;
Jeremiah 32:17 in Oriya 17 “ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ଆପଣା ମହାପରାକ୍ରମ ଓ ବିସ୍ତୀର୍ଣ୍ଣ ବାହୁ ଦ୍ୱାରା ଆକାଶମଣ୍ଡଳ ଓ ପୃଥିବୀ ନିର୍ମାଣ କରିଅଛ; ତୁମ୍ଭର ଅସାଧ୍ୟ କିଛି ହିଁ ନାହିଁ;
Daniel 5:23 in Oriya 23 ମାତ୍ର ସ୍ୱର୍ଗର ଅଧିପତିଙ୍କ ବିରୁଦ୍ଧରେ ଆପଣାକୁ ଉନ୍ନତ କରିଅଛନ୍ତି ଓ ତାହାଙ୍କ ଗୃହର ନାନା ପାତ୍ର ଆପଣଙ୍କ ସମ୍ମୁଖକୁ ଅଣାଯା'ନ୍ତେ, ଆପଣ ଓ ଆପଣଙ୍କ ଅମାତ୍ୟଗଣ, ଆପଣଙ୍କର ପତ୍ନୀଗଣ ଓ ଆପଣଙ୍କ ଉପପତ୍ନୀଗଣ ସେହିସବୁ ପାତ୍ରରେ ଦ୍ରାକ୍ଷାରସ ପାନ କରିଅଛନ୍ତି; ପୁଣି ରୂପାର, ସୁନାର, ପିତ୍ତଳର, ଲୁହାର, କାଠର ଓ ପଥରର ଯେଉଁ ଦେବଗଣ ଦେଖନ୍ତି ନାହିଁ, କି ଶୁଣନ୍ତି ନାହିଁ, କି ଜାଣନ୍ତି ନାହିଁ, ସେମାନଙ୍କ ପ୍ରଶଂସା ଆପଣ କରିଅଛନ୍ତି; ପୁଣି, ଆପଣଙ୍କର ନିଃଶ୍ୱାସ ଯାହାଙ୍କର ହସ୍ତଗତ ଓ ଆପଣଙ୍କର ସକଳ ପଥ ଯାହାଙ୍କର ଅଧୀନ, ଆପଣ ସେହି ପରମେଶ୍ୱରଙ୍କର ଗୌରବ କରି ନାହାନ୍ତି।
Amos 9:6 in Oriya 6 ଯେ ଆକାଶରେ ଆପଣା କୋଠରୀ ଶ୍ରେଣୀ ନିର୍ମାଣ କରନ୍ତି ଓ ପୃଥିବୀ ଉପରେ ଆପଣା ଚନ୍ଦ୍ରାତପ ସ୍ଥାପନ କରିଅଛନ୍ତି; ଯେ ସମୁଦ୍ରର ଜଳସମୂହକୁ ଡାକି ପୃଥିବୀ ଉପରେ ଢାଳନ୍ତି; ତାହାଙ୍କର ନାମ ସଦାପ୍ରଭୁ।
Zechariah 12:1 in Oriya 1 ଇସ୍ରାଏଲ ବିଷୟରେ ସଦାପ୍ରଭୁଙ୍କର ବାକ୍ୟ। ଯେ ଆକାଶମଣ୍ଡଳ ବିସ୍ତାର କରନ୍ତି ଓ ପୃଥିବୀର ଭିତ୍ତିମୂଳ ସ୍ଥାପନ କରନ୍ତି ଓ ମନୁଷ୍ୟର ଅନ୍ତରରେ ଆତ୍ମା ନିର୍ମାଣ କରନ୍ତି, ସେହି ସଦାପ୍ରଭୁ ଏହି କଥା କହନ୍ତି।
Acts 17:25 in Oriya 25 କିଅବା ତାହାଙ୍କର କୌଣସି ଅଭାବ ଥିବାରୁ ମନୁଷ୍ୟହସ୍ତ ଦ୍ୱାରା ସେବିତ ହୁଅନ୍ତି ନାହିଁ, ଯେଣୁ ସେ ସ୍ୱୟଂ ସମସ୍ତଙ୍କୁ ଜୀବନ, ନିଶ୍ୱାସ, ଓ ସମସ୍ତ ପଦାର୍ଥ ଦାନ କରନ୍ତି।
Hebrews 1:2 in Oriya 2 ଏହି ଶେଷକାଳରେ ପୁତ୍ରଙ୍କ ଦ୍ୱାରା ଆମ୍ଭମାନଙ୍କୁ କଥା କହିଅଛନ୍ତି; ତାହାଙ୍କୁ ସେ ସମସ୍ତ ବିଷୟର ଅଧିକାରୀ କରି ନିଯୁକ୍ତ କଲେ ଓ ତାହାଙ୍କ ଦ୍ୱାରା ମଧ୍ୟ ସମସ୍ତ ବିଶ୍ୱ ସୃଷ୍ଟି କଲେ;
Hebrews 1:10 in Oriya 10 ଆହୁରି, “ହେ ପ୍ରଭୁ, ତୁମ୍ଭେ ଆରମ୍ଭରୁ ହିଁ ପୃଥିବୀର ଭିତ୍ତିମୂଳ ସ୍ଥାପନ କରିଅଛ, ପୁଣି, ଆକାଶମଣ୍ଡଳ ତୁମ୍ଭ ହସ୍ତକୃତ କର୍ମ”