Isaiah 43:20 in Oriya 20 କ୍ଷେତ୍ରର ପଶୁଗଣ, ଶୃଗାଳ ଓ ଓଟ ପକ୍ଷୀଗଣ ଆମ୍ଭର ଗୌରବ କରିବେ; କାରଣ ଆମ୍ଭେ ଆପଣା ମନୋନୀତ ଲୋକମାନଙ୍କର ପାନାର୍ଥେ ପ୍ରାନ୍ତର ମଧ୍ୟରେ ଜଳ ଓ ମରୁଭୂମିରେ ନଦନଦୀ ଯୋଗାଉ;
Other Translations King James Version (KJV) The beast of the field shall honour me, the dragons and the owls: because I give waters in the wilderness, and rivers in the desert, to give drink to my people, my chosen.
American Standard Version (ASV) The beasts of the field shall honor me, the jackals and the ostriches; because I give waters in the wilderness, and rivers in the desert, to give drink to my people, my chosen,
Bible in Basic English (BBE) The beasts of the field will give me honour, the jackals and the ostriches: because I send out waters in the waste land, and rivers in the dry country, to give drink to the people whom I have taken for myself:
Darby English Bible (DBY) The beast of the field shall glorify me, the jackals and the ostriches; for I will give waters in the wilderness, rivers in the waste, to give drink to my people, my chosen.
World English Bible (WEB) The animals of the field shall honor me, the jackals and the ostriches; because I give waters in the wilderness, and rivers in the desert, to give drink to my people, my chosen,
Young's Literal Translation (YLT) Honour me doth the beast of the field, Dragons and daughters of an ostrich, For I have given in a wilderness waters, Floods in a desolate place, To give drink to My people -- My chosen.
Cross Reference 1 Chronicles 16:13 in Oriya 13 ତୁମ୍ଭେମାନେ ତାହାଙ୍କ କୃତ ଆଶ୍ଚର୍ଯ୍ୟକ୍ରିୟା, ତାହାଙ୍କ ଅଦ୍ଭୁତ ଲକ୍ଷଣ ଓ ତାହାଙ୍କ ମୁଖନିର୍ଗତ ଶାସନସକଳ ସ୍ମରଣ କର।
Psalm 33:12 in Oriya 12 ସଦାପ୍ରଭୁ ଯେଉଁ ଗୋଷ୍ଠୀର ପରମେଶ୍ୱର, ସେ ଧନ୍ୟ; ସେ ଯେଉଁ ଲୋକମାନଙ୍କୁ ଆପଣା ଅଧିକାରାର୍ଥେ ମନୋନୀତ କରିଅଛନ୍ତି, ସେମାନେ ଧନ୍ୟ।
Psalm 104:21 in Oriya 21 ଯୁବା ସିଂହଗଣ ମୃଗୟା ଚେଷ୍ଟାରେ ଗର୍ଜ୍ଜନ କରନ୍ତି ଓ ପରମେଶ୍ୱରଙ୍କଠାରୁ ଆହାର ଚାହାନ୍ତି।
Psalm 148:10 in Oriya 10 ବନ୍ୟ ଓ ସକଳ ଗ୍ରାମ୍ୟ ପଶୁ; ଉରୋଗାମୀ ଓ ଉଡ୍ଡୀୟମାନ ପକ୍ଷୀଗଣ;
Isaiah 11:6 in Oriya 6 ଆଉ, କେନ୍ଦୁଆ ବାଘ ମେଷଛୁଆ ସଙ୍ଗେ ବାସ କରିବ ଓ ଚିତା ବାଘ ଛେଳିଛୁଆ ସଙ୍ଗେ ଶୟନ କରିବ; ବାଛୁରୀ, ଯୁବାସିଂହ ଓ ହୃଷ୍ଟପୁଷ୍ଟ ପଶୁ ଏକତ୍ର ରହିବେ; ଆଉ, ଏକ ସାନ ପିଲା ସେମାନଙ୍କୁ ଅଡ଼ାଇବ।
Isaiah 13:22 in Oriya 22 ପୁଣି, କେନ୍ଦୁଆମାନେ ସେମାନଙ୍କ ଅଟ୍ଟାଳିକାରେ ଓ ଶୃଗାଳମାନେ ସେମାନଙ୍କ ମନୋରମ ପ୍ରାସାଦରେ ବୋବାଇବେ; ତାହାର କାଳ ନିକଟବର୍ତ୍ତୀ ଓ ତାହାର ଦିନସବୁ ଦୀର୍ଘ ହେବ ନାହିଁ।
Isaiah 41:17 in Oriya 17 ଦରିଦ୍ର ଓ ଦୀନହୀନମାନେ ଜଳ ଅନ୍ୱେଷଣ କରନ୍ତି, ମାତ୍ର ଜଳ ନାହିଁ, ତହିଁରେ ସେମାନଙ୍କ ଜିହ୍ୱା ତୃଷାରେ ଶୁଷ୍କ ହୁଏ; ଆମ୍ଭେ ସଦାପ୍ରଭୁ ସେମାନଙ୍କୁ ଉତ୍ତର ଦେବା, ଆମ୍ଭେ ଇସ୍ରାଏଲର ପରମେଶ୍ୱର ସେମାନଙ୍କୁ ତ୍ୟାଗ କରିବା ନାହିଁ।
Isaiah 43:19 in Oriya 19 ଦେଖ, ଆମ୍ଭେ ଏକ ନୂତନ କାର୍ଯ୍ୟ କରିବା; ତାହା ଏବେ ଅଙ୍କୁରିତ ହେବ; ତୁମ୍ଭେମାନେ କି ତାହା ଜାଣିବ ନାହିଁ ? ଆହୁରି, ଆମ୍ଭେ ପ୍ରାନ୍ତର ମଧ୍ୟରେ ପଥ ଓ ମରୁଭୂମିରେ ନଦନଦୀ କରିବା।
Isaiah 48:21 in Oriya 21 ପୁଣି, ସେ ମରୁଭୂମି ଦେଇ ସେମାନଙ୍କୁ ଗମନ କରାଇବା ବେଳେ ସେମାନେ ତୃଷାର୍ତ୍ତ ନୋହିଲେ, ସେ ସେମାନଙ୍କ ନିମନ୍ତେ ଶୈଳରୁ ଜଳସ୍ରୋତ ବୁହାଇଲେ, ଆହୁରି ସେ ଶୈଳକୁ ବିଦୀର୍ଣ୍ଣ କଲେ, ପୁଣି ତହିଁରୁ ଜଳ ନିର୍ଗତ ହେଲା।
Isaiah 49:10 in Oriya 10 ସେମାନେ କ୍ଷୁଧାର୍ତ୍ତ କି ତୃଷାର୍ତ୍ତ ହେବେ ନାହିଁ; କିଅବା ଗ୍ରୀଷ୍ମ ଅଥବା ସୂର୍ଯ୍ୟତାପ ସେମାନଙ୍କୁ କାଟିବ ନାହିଁ; କାରଣ ଯେ ସେମାନଙ୍କୁ ଦୟା କରନ୍ତି, ସେ ସେମାନଙ୍କୁ ଚଳାଇବେ, ଜଳ ନିର୍ଝର ନିକଟ ଦେଇ ସେ ସେମାନଙ୍କୁ କଢ଼ାଇ ନେବେ।
Isaiah 55:1 in Oriya 1 “ହେ ତୃଷିତ ଲୋକସକଳ, ତୁମ୍ଭେମାନେ ଜଳ ନିକଟକୁ ଆସ, ପୁଣି ଯାହାର କିଛି ଅର୍ଥ ନାହିଁ, ସେ ଆସୁ; ତୁମ୍ଭେମାନେ ଆସ, କିଣ ଓ ଭୋଜନ କର; ହଁ, ଆସ, ଅର୍ଥ ଓ ମୂଲ୍ୟ ବିନା ଦ୍ରାକ୍ଷାରସ ଓ ଦୁଗ୍ଧ କିଣ।
Isaiah 65:15 in Oriya 15 ପୁଣି, ତୁମ୍ଭେମାନେ ଆମ୍ଭ ମନୋନୀତ ଲୋକମାନଙ୍କ ନିକଟରେ ତୁମ୍ଭମାନଙ୍କର ନାମ ଶାପାସ୍ପଦ ରୂପେ ରଖିଯିବ ଓ ପ୍ରଭୁ, ସଦାପ୍ରଭୁ ତୁମ୍ଭକୁ ବଧ କରିବେ; ଆଉ, ସେ ଆପଣା ଦାସମାନଙ୍କୁ ଅନ୍ୟ ନାମରେ ଖ୍ୟାତ କରିବେ;
Jeremiah 31:9 in Oriya 9 ସେମାନେ କ୍ରନ୍ଦନ କରୁ କରୁ ଆମ୍ଭ ଦ୍ୱାରା ଆନୀତ ହେବେ, ଆମ୍ଭେ ସେମାନଙ୍କୁ ସଜଳ ନଦୀମାନର ନିକଟ ଦେଇ ସଳଖ ପଥରେ ଗମନ କରାଇବା, ସେ ପଥରେ ସେମାନେ ଝୁଣ୍ଟିବେ ନାହିଁ; କାରଣ ଆମ୍ଭେ ଇସ୍ରାଏଲର ପିତା ଓ ଇଫ୍ରୟିମ ଆମ୍ଭର ପ୍ରଥମଜାତ ସନ୍ତାନ।”
Joel 3:18 in Oriya 18 ସେଦିନ ପର୍ବତଗଣ ମିଷ୍ଟ ଦ୍ରାକ୍ଷାରସ ଝରାଇବେ, ଉପପର୍ବତଗଣ ଦୁଗ୍ଧରେ ପ୍ରବାହିତ ହେବେ ଓ ଯିହୁଦାର ନଦୀ ସ୍ରୋତସକଳ ଜଳରେ ପ୍ରବାହିତ ହେବେ; ପୁଣି, ସଦାପ୍ରଭୁଙ୍କ ଗୃହରୁ ଏକ ନିର୍ଝର ନିର୍ଗତ ହେବ, ତାହା ଶିଟୀମର ଉପତ୍ୟକାକୁ ଜଳମୟ କରିବ।
Mark 13:20 in Oriya 20 ଆଉ ପ୍ରଭୁ ସେହି ସମୟ ଯେବେ ଉଣା କରି ନ ଥାଆନ୍ତେ, ତେବେ କୌଣସି ମର୍ତ୍ତ୍ୟ ପରିତ୍ରାଣ ପାଆନ୍ତା ନାହିଁ; ମାତ୍ର ସେ ଯେଉଁମାନଙ୍କୁ ମନୋନୀତ କରିଅଛନ୍ତି, ସେହି ମନୋନୀତ ଲୋକଙ୍କ ନିମନ୍ତେ ସେହି ସମୟ ଊଣା କରିଅଛନ୍ତି।
John 4:10 in Oriya 10 ଯୀଶୁ ତାହାକୁ ଉତ୍ତର ଦେଲେ, ଇଶ୍ବରଙ୍କ ଦାନ ଓ ମୋତେ ପିଇବାକୁ ଦିଅ ବୋଲି ଯେ ତୁମ୍ଭକୁ କହୁଅଛନ୍ତି, ସେ କିଏ, ଏହା ଯଦି ତୁମ୍ଭେ ଜାଣିଥାଆନ୍ତ, ତାହାହେଲେ ତୁମ୍ଭେ ତାହାଙ୍କୁ ମାଗିଥାଆନ୍ତ, ଆଉ ସେ ତୁମ୍ଭକୁ ଜୀବନ୍ତ ଜଳ ଦେଇଥାଆନ୍ତେ।
John 4:14 in Oriya 14 କିନ୍ତୁ ମୁଁ ଯେଉଁ ଜଳ ଦେବି, ତାହା ଯେ କେହି ପାନ କରିବ, ସେ କେବେ ହେଁ ତୃଷିତ ହେବ ନାହିଁ, ବରଂ ମୁଁ ତାହାକୁ ଯେଉଁ ଜଳ ଦେବି, ତାହା ଅନନ୍ତ ଜୀବନଦାୟକ ଜଳର ନିର୍ଝର ସ୍ୱରୂପେ ତାହାଠାରେ ଉଚ୍ଛୁଳି ଉଠୁଥିବ।
John 7:37 in Oriya 37 ଶେଷଦିନ, ଅର୍ଥାତ୍, ପର୍ବର ପ୍ରଧାନ ଦିନ, ଯୀଶୁ ଠିଆ ହୋଇ ଉଚ୍ଚସ୍ୱରରେ କହିଲେ, କେହି ଯଦି ତୃଷିତ ହୁଏ, ତେବେ ସେ ମୋ' ନିକଟକୁ ଆସି ପାନ କରୁ।
1 Peter 2:9 in Oriya 9 କିନ୍ତୁ ଯେ ତୁମ୍ଭମାନଙ୍କୁ ଅନ୍ଧକାରରୁ ଆପଣା ଆଶ୍ଚର୍ଯ୍ୟ ଆଲୋକ ମଧ୍ୟକୁ ଆହ୍ୱାନ କରିଅଛନ୍ତି, ତୁମ୍ଭେମାନେ ଯେପରି ତାହାଙ୍କ ଗୁଣ କୀର୍ତ୍ତନ କର, ଏଥି ନିମନ୍ତେ ତୁମ୍ଭେମାନେ ଏକ ମନୋନୀତ ବଂଶ, ରାଜକୀୟ ଯାଜକବର୍ଗ, ପବିତ୍ର ଜାତି ପୁଣି, ଇଶ୍ବରଙ୍କ ନିଜସ୍ୱ ପ୍ରଜା ହୋଇଅଛ।
Revelation 17:14 in Oriya 14 ସେମାନେ ମେଷଶାବକଙ୍କ ସହିତ ଯୁଦ୍ଧ କରିବେ, ଆଉ ମେଷଶାବକ ସେମାନଙ୍କୁ ଜୟ କରିବେ, କାରଣ ସେ ପ୍ରଭୁମାନଙ୍କର ପ୍ରଭୁ ଓ ରାଜାମାନଙ୍କର ରାଜା, ପୁଣି, ଯେଉଁମାନେ ତାହାଙ୍କ ସହିତ ଅଛନ୍ତି, ସେହି ଆହୂତ, ମନୋନୀତ ଓ ବିଶ୍ୱସ୍ତ ଲୋକମାନେ ମଧ୍ୟ ଜୟ କରିବେ।
Revelation 21:6 in Oriya 6 ସେ ମୋତେ ଆହୁରି କହିଲେ, ସମସ୍ତ ସମାପ୍ତ ହୋଇଅଛି। ଆମ୍ଭେ ଆଲଫା ଏବଂ ଓମେଗା, ଆରମ୍ଭ ଓ ଶେଷ। ଯେ ତୃଷାର୍ତ୍ତ, ତାହାକୁ ଆମ୍ଭେ ଜୀବନରୂପ ନିର୍ଝରରୁ ବିନାମୁଲ୍ୟରେ ପାନ କରିବାକୁ ଦେବୁ।
Revelation 22:17 in Oriya 17 ଆତ୍ମା ଓ କନ୍ୟା କହନ୍ତି, ଆସ। ପୁଣି, ଯେ ଶୁଣେ, ସେ କହୁ, ଆସ। ଯେ ତୃଷାର୍ତ୍ତ, ସେ ଆସୁ; ଯେ ଇଚ୍ଛା କରେ, ସେ ବିନାମୂଲ୍ୟରେ ଜୀବନଦାୟକ ଜଳ ପାନ କରୁ।