Isaiah 43:4 in Oriya 4 ତୁମ୍ଭେ ଆମ୍ଭ ଦୃଷ୍ଟିରେ ବହୁମୂଲ୍ୟ ଓ ସମ୍ଭ୍ରାନ୍ତ ହୋଇଅଛ ଓ ଆମ୍ଭେ ତୁମ୍ଭକୁ ପ୍ରେମ କରିଅଛୁ; ଏହେତୁ ଆମ୍ଭେ ତୁମ୍ଭ ପରିବର୍ତ୍ତେ ମନୁଷ୍ୟମାନଙ୍କୁ ଓ ତୁମ୍ଭ ପ୍ରାଣର ପରିବର୍ତ୍ତେ ଗୋଷ୍ଠୀବର୍ଗକୁ ଦେବା।
Other Translations King James Version (KJV) Since thou wast precious in my sight, thou hast been honourable, and I have loved thee: therefore will I give men for thee, and people for thy life.
American Standard Version (ASV) Since thou hast been precious in my sight, `and' honorable, and I have loved thee; therefore will I give men in thy stead, and peoples instead of thy life.
Bible in Basic English (BBE) Because of your value in my eyes, you have been honoured, and loved by me; so I will give men for you, and peoples for your life.
Darby English Bible (DBY) Since thou wast precious in my sight, thou hast been honourable, and I have loved thee; and I will give men for thee, and peoples for thy life.
World English Bible (WEB) Since you have been precious in my sight, [and] honorable, and I have loved you; therefore will I give men in your place, and peoples instead of your life.
Young's Literal Translation (YLT) Since thou wast precious in Mine eyes, Thou wast honoured, and I have loved thee, And I appoint men in thy stead, And peoples instead of thy life.
Cross Reference Genesis 12:2 in Oriya 2 ଆମ୍ଭେ ତୁମ୍ଭଠାରୁ ଏକ ମହାଗୋଷ୍ଠୀ ଉତ୍ପନ୍ନ କରିବା, ପୁଣି, ଆମ୍ଭେ ତୁମ୍ଭକୁ ଆଶୀର୍ବାଦ କରି ତୁମ୍ଭର ନାମ ମହତ୍ କରିବା; ତୁମ୍ଭେ ଆଶୀର୍ବାଦର ଆକର ହେବ।
Exodus 19:5 in Oriya 5 ଏବେ ତୁମ୍ଭେମାନେ ଯଦି ଆମ୍ଭ ରବରେ ମନୋଯୋଗ କରିବ ଓ ଆମ୍ଭ ନିୟମ ପାଳନ କରିବ, ତେବେ ତୁମ୍ଭେମାନେ ସମସ୍ତ ଲୋକଙ୍କ ଅପେକ୍ଷା ଆମ୍ଭ ନିଜର ସଞ୍ଚିତ ଧନ ହେବ; କାରଣ ସମସ୍ତ ପୃଥିବୀ ଆମ୍ଭର।
Deuteronomy 7:6 in Oriya 6 କାରଣ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ପବିତ୍ର ଲୋକ ଅଟ; ପୃଥିବୀସ୍ଥ ସମସ୍ତ ଗୋଷ୍ଠୀରୁ ତୁମ୍ଭକୁ ଆପଣାର ସଞ୍ଚିତ ଧନ କରିବା ନିମନ୍ତେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ମନୋନୀତ କରିଅଛନ୍ତି।
Deuteronomy 14:2 in Oriya 2 କାରଣ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ପବିତ୍ର ଲୋକ ଅଟ, ପୁଣି ପୃଥିବୀସ୍ଥ ସମସ୍ତ ଗୋଷ୍ଠୀରୁ ତୁମ୍ଭକୁ ଆପଣାର ସଞ୍ଚିତ ଧନ କରିବା ନିମନ୍ତେ ସଦାପ୍ରଭୁ ତୁମ୍ଭକୁ ମନୋନୀତ କରିଅଛନ୍ତି।
Deuteronomy 26:18 in Oriya 18 ପୁଣି ସଦାପ୍ରଭୁ ଆଜି ଏହି ଅଙ୍ଗୀକାର କରିଅଛନ୍ତି ଯେ, ତାହାଙ୍କ ପ୍ରତିଜ୍ଞାନୁସାରେ ତୁମ୍ଭେ ତାହାଙ୍କର ସଞ୍ଚିତ ଧନ ହେବ ଓ ତାହାଙ୍କର ସମସ୍ତ ଆଜ୍ଞା ମାନିବ;
Deuteronomy 32:9 in Oriya 9 କାରଣ ସଦାପ୍ରଭୁଙ୍କ ଅଂଶ ତାହାଙ୍କର ଲୋକ ଯାକୁବ ତାହାଙ୍କର ଅଧିକାରର ବାଣ୍ଟ।
Psalm 112:9 in Oriya 9 ସେ ବିତରଣ କରିଅଛି, ସେ ଦୀନହୀନମାନଙ୍କୁ ଦାନ କରିଅଛି; ତାହାର ଧର୍ମ ସଦାକାଳସ୍ଥାୟୀ; ସମ୍ଭ୍ରମରେ ତାହାର ଶୃଙ୍ଗ ଉନ୍ନତ ହେବ।
Psalm 135:4 in Oriya 4 ଯେହେତୁ ସଦାପ୍ରଭୁ ଆପଣା ନିମନ୍ତେ ଯାକୁବକୁ ଓ ନିଜର ସଞ୍ଚିତ ଧନ ରୂପେ ଇସ୍ରାଏଲକୁ ମନୋନୀତ କରିଅଛନ୍ତି।
Isaiah 63:9 in Oriya 9 ସେମାନଙ୍କର ସବୁ ଦୁଃଖରେ ସେ ଦୁଃଖିତ ହେଲେ ଓ ତାହାଙ୍କର ଶ୍ରୀମୁଖ ସ୍ୱରୂପ ଦୂତ ସେମାନଙ୍କୁ ପରିତ୍ରାଣ କଲେ; ସେ ଆପଣା ପ୍ରେମ ଓ ଆପଣା ଦୟାରେ ସେମାନଙ୍କୁ ମୁକ୍ତ କଲେ ଓ ପୁରାତନ କାଳର ସମସ୍ତ ଦିନ ସେମାନଙ୍କୁ ବହନ କଲେ।
Jeremiah 31:3 in Oriya 3 ସଦାପ୍ରଭୁ ପୁରାତନ କାଳରେ ମୋତେ ଦର୍ଶନ ଦେଇ କହିଲେ, “ହଁ, ଆମ୍ଭେ ଚିରସ୍ଥାୟୀ ପ୍ରେମରେ ତୁମ୍ଭକୁ ପ୍ରେମ କରି ଆସିଅଛୁ, ଏହେତୁ ସ୍ନେହପୂର୍ଣ୍ଣ କରୁଣାରେ ଆମ୍ଭେ ତୁମ୍ଭକୁ ଆକର୍ଷଣ କରିଅଛୁ।
Hosea 11:1 in Oriya 1 ଇସ୍ରାଏଲର ବାଲ୍ୟ କାଳରେ ଆମ୍ଭେ ତାହାକୁ ସ୍ନେହ କଲୁ ଓ ଆମ୍ଭ ପୁତ୍ରକୁ ମିସରରୁ ଡାକିଲୁ।
Malachi 1:2 in Oriya 2 ସଦାପ୍ରଭୁ କହନ୍ତି, “ଆମ୍ଭେ ତୁମ୍ଭମାନଙ୍କୁ ପ୍ରେମ କରିଅଛୁ।” ତଥାପି ତୁମ୍ଭେମାନେ କହୁଅଛ, “ତୁମ୍ଭେ କାହିଁରେ ଆମ୍ଭମାନଙ୍କୁ ପ୍ରେମ କରିଅଛ ?” ସଦାପ୍ରଭୁ କହନ୍ତି, “ଏଷୌ କି ଯାକୁବର ଭାଇ ନ ଥିଲା ?” “ତଥାପି ଆମ୍ଭେ ଯାକୁବକୁ ପ୍ରେମ କଲୁ।
Malachi 3:17 in Oriya 17 ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଯେଉଁ ଦିନ ଆମ୍ଭେ କାର୍ଯ୍ୟ କରିବା, ସେହି ଦିନ ସେମାନେ ଆମ୍ଭର ଲୋକ, ଅର୍ଥାତ୍, ଆମ୍ଭର ସଞ୍ଚିତ ଧନ ହେବେ; ପୁଣି, କୌଣସି ମନୁଷ୍ୟ ଯେପରି ଆପଣାର ସେବାକାରୀ ନିଜ ପୁତ୍ର ପ୍ରତି ଦୟା କରେ, ସେହିପରି ଆମ୍ଭେ ସେମାନଙ୍କ ପ୍ରତି ଦୟା କରିବା।”
John 5:44 in Oriya 44 ତୁମ୍ଭେମାନେ କିପରି ବିଶ୍ୱାସ କରି ପାର ? ତୁମ୍ଭେମାନେ ତ ପରସ୍ପରଠାରୁ ଗୌରବ ଗ୍ରହଣ କରୁଅଛ, ପୁଣି, ଏକମାତ୍ର ଈଶ୍ୱରଙ୍କଠାରୁ ଯେଉଁ ଗୌରବ, ତାହା ପାଇବା ପାଇଁ ଚେଷ୍ଟା କରୁ ନାହଁ।
John 16:27 in Oriya 27 କାରଣ ପିତା ସ୍ୱୟଂ ତୁମ୍ଭମାନଙ୍କୁ ପ୍ରେମ କରନ୍ତି, ଯେଣୁ ତୁମ୍ଭେମାନେ ମୋତେ ସ୍ନେହ କରିଅଛ ଓ ମୁଁ ଯେ ଇଶ୍ବରଙ୍କ ନିକଟରୁ ଆସିଅଛି, ତାହା ତୁମ୍ଭେମାନେ ବିଶ୍ୱାସ କରିଅଛ।
John 17:23 in Oriya 23 ମୁଁ ସେମାନଙ୍କଠାରେ, ଆଉ ତୁମ୍ଭେ ମୋ'ଠାରେ, ଯେପରି ସେମାନେ ସିଦ୍ଧ ହୋଇ ଏକ ହୁଅନ୍ତି, ଯେପରି ଜଗତ ବୁଝିବ ଯେ, ତୁମ୍ଭେ ମୋତେ ପ୍ରେରଣ କଲ, ପୁଣି, ମୋତେ ଯେପ୍ରକାରେ ପ୍ରେମ କଲ, ସେମାନଙ୍କୁ ମଧ୍ୟ ସେପ୍ରକାରେ ପ୍ରେମ କଲ।
John 17:26 in Oriya 26 ପୁଣି, ତୁମ୍ଭେ ମୋତେ ଯେଉଁ ପ୍ରେମରେ ପ୍ରେମ କଲ, ତାହା ଯେପରି ସେମାନଙ୍କଠାରେ ଥାଏ ଓ ମୁଁ ସେମାନଙ୍କଠାରେ ରହେ, ଏନିମନ୍ତେ ମୁଁ ସେମାନଙ୍କୁ ତୁମ୍ଭ ନାମ ଜଣାଇଅଛି ଓ ଜଣାଇବି।
Titus 2:14 in Oriya 14 ସେହି ଖ୍ରୀଷ୍ଟ ଯୀଶୁ ଆମ୍ଭମାନଙ୍କୁ ସମସ୍ତ ଅଧର୍ମରୁ ମୁକ୍ତ କରିବାକୁ ଓ ଆପଣା ନିମନ୍ତେ ସତ୍କର୍ମରେ ଉଦ୍ଯୋଗୀ ନିଜସ୍ୱ ଲୋକ ସ୍ୱରୂପେ ଶୁଦ୍ଧ କରିବାକୁ ଆମ୍ଭମାନଙ୍କ ନିମନ୍ତେ ଆପଣାକୁ ଦେଲେ।
1 Peter 1:7 in Oriya 7 ଯେପରି ଅଗ୍ନି ଦ୍ୱାରା ପରୀକ୍ଷିତ କ୍ଷୟଣୀୟ ସୁବର୍ଣ୍ଣ ଅପେକ୍ଷା ଅଧିକ ବହୁମୂଲ୍ୟ ଯେ ତୁମ୍ଭମାନଙ୍କର ପରୀକ୍ଷାସିଦ୍ଧ ବିଶ୍ୱାସ, ତାହା ଯୀଶୁଖ୍ରୀଷ୍ଟଙ୍କ ପ୍ରକାଶିତ ହେବା ସମୟରେ ପ୍ରଶଂସା, ଗୌରବ ଓ ସମ୍ଭ୍ରମର କାରଣ ହେବ।
1 Peter 2:9 in Oriya 9 କିନ୍ତୁ ଯେ ତୁମ୍ଭମାନଙ୍କୁ ଅନ୍ଧକାରରୁ ଆପଣା ଆଶ୍ଚର୍ଯ୍ୟ ଆଲୋକ ମଧ୍ୟକୁ ଆହ୍ୱାନ କରିଅଛନ୍ତି, ତୁମ୍ଭେମାନେ ଯେପରି ତାହାଙ୍କ ଗୁଣ କୀର୍ତ୍ତନ କର, ଏଥି ନିମନ୍ତେ ତୁମ୍ଭେମାନେ ଏକ ମନୋନୀତ ବଂଶ, ରାଜକୀୟ ଯାଜକବର୍ଗ, ପବିତ୍ର ଜାତି ପୁଣି, ଇଶ୍ବରଙ୍କ ନିଜସ୍ୱ ପ୍ରଜା ହୋଇଅଛ।
Revelation 3:9 in Oriya 9 ଦେଖ, ଯେଉଁମାନେ ଯିହୂଦୀ ନୁହଁନ୍ତି, କିନ୍ତୁ ମିଥ୍ୟାରେ ଆପଣାମାନଙ୍କୁ ଯିହୂଦୀ ବୋଲି କହନ୍ତି, ଏପରି ଶୟତାନର ଦଳର ଲୋକମାନଙ୍କୁ ଆମ୍ଭେ ଆଣି ତୁମ୍ଭର ଚରଣ ତଳେ ପ୍ରଣାମ କରାଇବୁ, ଆଉ ଆମ୍ଭେ ଯେ ତୁମ୍ଭକୁ ପ୍ରେମ କରିଅଛୁ, ଏହା ସେମାନଙ୍କୁ ଜ୍ଞାତ କରାଇବୁ।