Isaiah 44:18 in Oriya 18 ସେମାନେ ଜାଣନ୍ତି ନାହିଁ, କିଅବା ବିବେଚନା କରନ୍ତି ନାହିଁ, କାରଣ ସେମାନେ ଯେପରି ଦେଖି ନ ପାରିବେ, ଏଥିପାଇଁ ସେମାନଙ୍କର ଚକ୍ଷୁ ଓ ସେମାନେ ଯେପରି ବୁଝି ନ ପାରିବେ, ଏଥିପାଇଁ ସେମାନଙ୍କର ଚିତ୍ତ ସେ ମୁଦ୍ରିତ କରିଅଛନ୍ତି।
Other Translations King James Version (KJV) They have not known nor understood: for he hath shut their eyes, that they cannot see; and their hearts, that they cannot understand.
American Standard Version (ASV) They know not, neither do they consider: for he hath shut their eyes, that they cannot see; and their hearts, that they cannot understand.
Bible in Basic English (BBE) They have no knowledge or wisdom; for he has put a veil over their eyes, so that they may not see; and on their hearts, so that they may not give attention.
Darby English Bible (DBY) They have no knowledge, and understand not; for he hath plastered their eyes, that they may not see; and their hearts, that they may not understand.
World English Bible (WEB) They don't know, neither do they consider: for he has shut their eyes, that they can't see; and their hearts, that they can't understand.
Young's Literal Translation (YLT) They have not known, nor do they understand, For He hath daubed their eyes from seeing, Their heart from acting wisely.
Cross Reference Psalm 81:12 in Oriya 12 ତହିଁରେ ସେମାନେ ଯେପରି ଆପଣା ଆପଣା ମନ୍ତ୍ରଣାନୁସାରେ ଚାଲିବେ, ଏଥିପାଇଁ ଆମ୍ଭେ ସେମାନଙ୍କୁ ସେମାନଙ୍କ ହୃଦୟର କଠିନତାନୁସାରେ ଛାଡ଼ି ଦେଲୁ।
Psalm 92:6 in Oriya 6 ପଶୁବତ୍ ଲୋକ ଜାଣେ ନାହିଁ; କିଅବା ନିର୍ବୋଧ ଲୋକ ଏହା ବୁଝେ ନାହିଁ;
Proverbs 2:5 in Oriya 5 ତେବେ ତୁମ୍ଭେ ସଦାପ୍ରଭୁଙ୍କ ବିଷୟକ ଭୟ ବୁଝିବ ଓ ପରମେଶ୍ୱରଙ୍କ ବିଷୟକ ତତ୍ତ୍ୱଜ୍ଞାନ ପାଇବ।
Proverbs 28:5 in Oriya 5 ମନ୍ଦ ଲୋକମାନେ ନ୍ୟାୟ ବୁଝନ୍ତି ନାହିଁ, ମାତ୍ର ସଦାପ୍ରଭୁଙ୍କ ଅନ୍ୱେଷଣକାରୀମାନେ ସବୁ ବିଷୟ ବୁଝନ୍ତି।
Isaiah 1:3 in Oriya 3 ଗୋରୁ ଆପଣା ଖାଉନ୍ଦକୁ ଓ ଗର୍ଦ୍ଦଭ ଆପଣା କର୍ତ୍ତାର କୁଣ୍ଡକୁ ଚିହ୍ନେ; ମାତ୍ର ଇସ୍ରାଏଲ ଜାଣେ ନାହିଁ, ଆମ୍ଭର ଲୋକମାନେ ବିବେଚନା କରନ୍ତି ନାହିଁ।
Isaiah 6:9 in Oriya 9 ତହିଁରେ ସେ କହିଲେ, “ଯାଅ ଓ ଏହି ଗୋଷ୍ଠୀକୁ କୁହ, ତୁମ୍ଭେମାନେ ଶୁଣୁଛ ନିଶ୍ଚୟ, ମାତ୍ର ବୁଝୁ ନାହଁ ଓ ଦେଖୁଛ ନିଶ୍ଚୟ, ମାତ୍ର ଜାଣୁ ନାହଁ।
Isaiah 29:10 in Oriya 10 କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ଉପରେ ଘୋର ନିଦ୍ରାଜନକ ଆତ୍ମା ଢାଳିଅଛନ୍ତି ଓ ତୁମ୍ଭମାନଙ୍କର ଭବିଷ୍ୟଦ୍-ବକ୍ତାଗଣରୂପ ଚକ୍ଷୁ ମୁଦ୍ରିତ କରିଅଛନ୍ତି ଓ ଦର୍ଶକଗଣ ସ୍ୱରୂପ ତୁମ୍ଭମାନଙ୍କର ମସ୍ତକ ସେ ଆଚ୍ଛାଦିତ କରିଅଛନ୍ତି।
Isaiah 44:9 in Oriya 9 ଯେଉଁମାନେ ଖୋଦିତ ପ୍ରତିମା ନିର୍ମାଣ କରନ୍ତି, ସେମାନେ ସମସ୍ତେ ଅସାର ଓ ସେମାନଙ୍କର ମନୋହର ବିଷୟମାନ ଉପକାରକ ହେବ ନାହିଁ; ସେମାନେ ଯେପରି ଲଜ୍ଜିତ ହେବେ, ଏଥିପାଇଁ ସେମାନଙ୍କର ନିଜ ସାକ୍ଷୀଗଣ ଦେଖନ୍ତି ନାହିଁ, କିଅବା ଜାଣନ୍ତି ନାହିଁ।
Isaiah 44:20 in Oriya 20 ସେ ଭସ୍ମ ଭୋଜନ କରେ; ସେ ଯେପରି ଆପଣା ପ୍ରାଣ ଉଦ୍ଧାର କରି ନ ପାରେ, କିଅବା ଆମ୍ଭ ଡାହାଣ ହସ୍ତରେ କି ମିଥ୍ୟା ନାହିଁ, ଏହା କହି ନ ପାରେ, ଏଥିପାଇଁ ଭ୍ରାନ୍ତ ଚିତ୍ତ ତାହାକୁ ବିପଥଗାମୀ କରିଅଛି।”
Isaiah 45:20 in Oriya 20 ହେ ନାନା ଗୋଷ୍ଠୀ ମଧ୍ୟରୁ ରକ୍ଷାପ୍ରାପ୍ତ ଲୋକମାନେ, ତୁମ୍ଭେମାନେ ଏକତ୍ର ହୋଇ ଆସ, ଏକ ସଙ୍ଗେ ନିକଟକୁ ଆସ; ଯେଉଁମାନେ ଆପଣାମାନଙ୍କ ଖୋଦିତ ପ୍ରତିମାର କାଷ୍ଠ ବୋହି ବୁଲନ୍ତି ଓ ପରିତ୍ରାଣ କରିବାକୁ ଅସମର୍ଥ ଦେବତା ନିକଟରେ ପ୍ରାର୍ଥନା କରନ୍ତି, ସେମାନଙ୍କର କିଛି ଜ୍ଞାନ ନାହିଁ।
Isaiah 46:7 in Oriya 7 ସେମାନେ ତାହାକୁ ସ୍କନ୍ଧରେ ବହନ କରନ୍ତି ଓ ତାହାକୁ ବୋହି ତାହାର ସ୍ଥାନରେ ତାହାକୁ ରଖନ୍ତି, ତହିଁରେ ସେ ଛିଡ଼ା ହୁଏ; ସେ ଆପଣା ସ୍ଥାନରୁ ଘୁଞ୍ଚିବ ନାହିଁ; ଆହୁରି, କେହି ତାହାକୁ ଡାକିଲେ ହେଁ ସେ ଉତ୍ତର ଦେଇ ପାରିବ ନାହିଁ, କିଅବା ସଙ୍କଟରୁ ଉଦ୍ଧାର କରି ପାରିବ ନାହିଁ।
Isaiah 56:11 in Oriya 11 ଆହୁରି, ସେହି କୁକୁରମାନେ ପେଟୁକ, ସେମାନେ କେବେ ତୃପ୍ତ ନୁହନ୍ତି; ଆଉ, ଏମାନେ ବିବେଚନାଶକ୍ତି ଶୂନ୍ୟ ପାଳକ; ସେସମସ୍ତେ ଚାରିଆଡ଼ରୁ ଆପଣା ଆପଣା ଲାଭ ଚେଷ୍ଟାରେ ଆପଣା ଆପଣା ବାଟ ଆଡ଼େ ଫେରିଅଛନ୍ତି।
Jeremiah 5:21 in Oriya 21 ହେ ଅଜ୍ଞାନ ଓ ବୁଦ୍ଧିହୀନ ଲୋକେ, ଚକ୍ଷୁ ଥାଉ ଥାଉ ଦେଖୁ ନାହଁ; କର୍ଣ୍ଣ ଥାଉ ଥାଉ ଶୁଣୁ ନାହଁ ଯେ ତୁମ୍ଭେମାନେ, ତୁମ୍ଭେମାନେ ଏବେ ଏହି କଥା ଶୁଣ;
Jeremiah 10:8 in Oriya 8 ସେମାନେ ସମସ୍ତେ ପଶୁବତ୍ ଓ ଅଜ୍ଞାନ ପ୍ରତିମାଗଣର ଶିକ୍ଷା କାଷ୍ଠ ମାତ୍ର।
Jeremiah 10:14 in Oriya 14 ପ୍ରତ୍ୟେକ ମନୁଷ୍ୟ ପଶୁବତ୍ ଓ ଜ୍ଞାନହୀନ ହୋଇଅଛି; ପ୍ରତ୍ୟେକ ସ୍ୱର୍ଣ୍ଣକାର ଆପଣା ଖୋଦିତ ପ୍ରତିମା ଦ୍ୱାରା ଲଜ୍ଜିତ ହୋଇଅଛି; କାରଣ ତାହାର ଢଳା ପ୍ରତିମା ମିଥ୍ୟା ଓ ସେମାନଙ୍କଠାରେ ପ୍ରାଣବାୟୁ ନାହିଁ।
Daniel 12:10 in Oriya 10 ଅନେକେ ଆପଣାମାନଙ୍କୁ ପରିଷ୍କୃତ ଓ ଶୁକ୍ଳ କରିବେ ଓ ପବିତ୍ରୀକୃତ ହେବେ; ମାତ୍ର ଦୁଷ୍ଟମାନେ ଦୁଷ୍ଟାଚରଣ କରିବେ ଓ ଦୁଷ୍ଟମାନଙ୍କ ମଧ୍ୟରୁ କେହି ବୁଝିବେ ନାହିଁ; ମାତ୍ର ଜ୍ଞାନୀ ଲୋକମାନେ ବୁଝିବେ।
Hosea 14:9 in Oriya 9 ଜ୍ଞାନବାନ କିଏ ? ସେ ଏହିସବୁ ବିଷୟ ବୁଝିବ। ବୁଦ୍ଧିମାନ କିଏ ? ସେ ଏସବୁ ଜାଣିବ, କାରଣ ସଦାପ୍ରଭୁଙ୍କର ପଥସକଳ ସରଳ, ଧାର୍ମିକମାନେ ତହିଁରେ ଗମନ କରିବେ; ମାତ୍ର ଆଜ୍ଞା ଲଙ୍ଘନକାରୀମାନେ ତହିଁ ମଧ୍ୟରେ ପତିତ ହେବେ।
Matthew 12:34 in Oriya 34 ରେ କାଳସର୍ପର ବଂଶ, ତୁମ୍ଭେମାନେ ଦୁଷ୍ଟ ହୋଇ କିପ୍ରକାରେ ଭଲ କଥା କହିପାର ? କାରଣ ହୃଦୟର ପୂର୍ଣ୍ଣତାରୁ ମୂଖ କଥା କହେ।
Matthew 13:14 in Oriya 14 ଆଉ ଯିଶାଇୟଙ୍କର ଏହି ଭାବବାଣୀ ସେମାନଙ୍କ ସମ୍ବନ୍ଧରେ ସଫଳ ହେଉଅଛି, ତୁମ୍ଭେମାନେ ଶୁଣୁ ଶୁଣୁ ଶୁଣିବ, କିନ୍ତୁ କୌଣସି ପ୍ରକାରେ ବୁଝିବ ନାହିଁ, ପୁଣି, ଦେଖୁ ଦେଖୁ ଦେଖିବ, କିନ୍ତୁ କୌଣସି ପ୍ରକାରେ ଜ୍ଞାତ ହେବ ନାହିଁ;
John 5:44 in Oriya 44 ତୁମ୍ଭେମାନେ କିପରି ବିଶ୍ୱାସ କରି ପାର ? ତୁମ୍ଭେମାନେ ତ ପରସ୍ପରଠାରୁ ଗୌରବ ଗ୍ରହଣ କରୁଅଛ, ପୁଣି, ଏକମାତ୍ର ଈଶ୍ୱରଙ୍କଠାରୁ ଯେଉଁ ଗୌରବ, ତାହା ପାଇବା ପାଇଁ ଚେଷ୍ଟା କରୁ ନାହଁ।
John 8:43 in Oriya 43 ତୁମ୍ଭେମାନେ କାହିଁକି ମୋହର କଥା ବୁଝୁ ନାହଁ ? ତୁମ୍ଭେମାନେ ତ ମୋହର ବାକ୍ୟ ଶୁଣି ପାରୁ ନାହଁ।
John 12:39 in Oriya 39 ଏହି କାରଣରୁ ସେମାନେ ବିଶ୍ୱାସ କରି ପାରୁ ନ ଥିଲେ, ଯେଣୁ ଯିଶାଇୟ ପୁନଶ୍ଚ କହିଅଛନ୍ତି,
Acts 14:16 in Oriya 16 ସେ ଅତୀତ ପୁରୁଷପରମ୍ପରାରେ ସମସ୍ତ ଜାତିର ଲୋକଙ୍କୁ ଆପଣା ଆପଣା ପଥରେ ଚାଲିବାକୁ ଛାଡ଼ିଦେଇଥିଲେ।
Romans 1:21 in Oriya 21 କାରଣ ସେମାନେ ଈଶ୍ୱରଙ୍କୁ ଜାଣି ତାହାଙ୍କୁ ଈଶ୍ୱର ବୋଲି ଗୌରବ ଦେଲେ ନାହିଁ କି ଧନ୍ୟବାଦ ଦେଲେ ନାହିଁ, କିନ୍ତୁ ଆପଣା ଆପଣା ଅସାର ତର୍କବିତର୍କରେ ଜଡ଼ିତ ହେଲେ ଓ ସେମାନଙ୍କର ଅବୋଧ ମନ ଅନ୍ଧକାରମୟ ହେଲା;
Romans 1:28 in Oriya 28 ଆଉ, ଯେପରି ସେମାନେ ଈଶ୍ୱର ବିଷୟକ ଜ୍ଞାନ ଗ୍ରହଣ କରିବାକୁ ଅସ୍ୱୀକୃତ ହେଲେ, ସେହିପରି ଈଶ୍ୱର ଅନୁଚିତ କର୍ମ କରିବା ନିମନ୍ତେ ସେମାନଙ୍କୁ ଭ୍ରଷ୍ଟ ମତିରେ ସମର୍ପଣ କଲେ।
Romans 11:8 in Oriya 8 ଯେପରି ଲେଖା ଅଛି, “ଈଶ୍ୱର ଆଜି ପର୍ଯ୍ୟନ୍ତ ସେମାନଙ୍କୁ ଜଡ଼ତାର ଆତ୍ମା ଦେଇଅଛନ୍ତି, ଏପରି ଚକ୍ଷୁ ଦେଇଅଛନ୍ତି, ଯେପରି ସେମାନେ ଦେଖିବେ ନାହିଁ, ଆଉ ଏପରି କର୍ଣ୍ଣ ଦେଇଅଛନ୍ତି, ଯେପରି ସେମାନେ ଶୁଣିବେ ନାହିଁ।
2 Corinthians 4:3 in Oriya 3 କିନ୍ତୁ ଯଦ୍ୟପି ଆମ୍ଭମାନଙ୍କ ସୁସମାଚାର ଆଚ୍ଛାଦିତ ଥାଏ, ତାହା ବିନାଶପ୍ରାପ୍ତମାନଙ୍କ ପକ୍ଷରେ ଆଚ୍ଛାଦିତ;
2 Thessalonians 2:9 in Oriya 9 ଶୟତାନର ଶକ୍ତି ଅନୁସାରେ ସମସ୍ତ ପ୍ରକାର ମିଥ୍ୟାଶକ୍ତି, ଚିହ୍ନ ଓ ଅଦ୍ଭୁତ କର୍ମ, ପୁଣି, ବିନାଶ-ପାତ୍ରମାନଙ୍କ ନିକଟରେ ସମସ୍ତ ପ୍ରକାର ଅଧର୍ମ ଛଳନା ସହକାରେ ସେହି ଅଧର୍ମ ପୁରୁଷର ଆଗମନ ହେବ,
2 Peter 2:14 in Oriya 14 ସେମାନଙ୍କର ଚକ୍ଷୁ ବ୍ୟଭିଚାରିଣୀ ସ୍ତ୍ରୀରେ ପରିପୂର୍ଣ୍ଣ ହୋଇ ପାପରୁ କ୍ଷାନ୍ତ ହୁଏ ନାହିଁ, ସେମାନେ ଚଞ୍ଚଳମତି ଲୋକମାନଙ୍କୁ ପ୍ରଲୋଭିତ କରନ୍ତି, ସେମାନଙ୍କର ହୃଦୟ ଧନଲୋଭରେ ଅଭ୍ୟସ୍ତ, ସେମାନେ ଅଭିଶାପର ସନ୍ତାନ,