Isaiah 44:20 in Oriya 20 ସେ ଭସ୍ମ ଭୋଜନ କରେ; ସେ ଯେପରି ଆପଣା ପ୍ରାଣ ଉଦ୍ଧାର କରି ନ ପାରେ, କିଅବା ଆମ୍ଭ ଡାହାଣ ହସ୍ତରେ କି ମିଥ୍ୟା ନାହିଁ, ଏହା କହି ନ ପାରେ, ଏଥିପାଇଁ ଭ୍ରାନ୍ତ ଚିତ୍ତ ତାହାକୁ ବିପଥଗାମୀ କରିଅଛି।”
Other Translations King James Version (KJV) He feedeth on ashes: a deceived heart hath turned him aside, that he cannot deliver his soul, nor say, Is there not a lie in my right hand?
American Standard Version (ASV) He feedeth on ashes; a deceived heart hath turned him aside; and he cannot deliver his soul, nor say, Is there not a lie in my right hand?
Bible in Basic English (BBE) As for him whose food is the dust of a dead fire, he has been turned from the way by a twisted mind, so that he is unable to keep himself safe by saying, What I have here in my hand is false.
Darby English Bible (DBY) He feedeth on ashes; a deceived heart hath turned him aside, that he cannot deliver his soul, nor say, Is there not a lie in my right hand?
World English Bible (WEB) He feeds on ashes; a deceived heart has turned him aside; and he can't deliver his soul, nor say, Is there not a lie in my right hand?
Young's Literal Translation (YLT) Feeding on ashes, the heart is deceived, It hath turned him aside, And he delivereth not his soul, nor saith: `Is there not a lie in my right hand?'
Cross Reference 1 Kings 22:20 in Oriya 20 ତହିଁରେ ସଦାପ୍ରଭୁ କହିଲେ, “ଆହାବ ଯେପରି ରାମୋତ୍-ଗିଲୀୟଦକୁ ଯାଇ ପତିତ ହେବ, ଏଥିପାଇଁ କିଏ ତାହାକୁ ଫୁସଲାଇବ ?” ତହିଁରେ ଜଣେ ଏପ୍ରକାର, ଅନ୍ୟ ଜଣେ ସେପ୍ରକାର କହିଲେ।
Job 15:2 in Oriya 2 “ଜ୍ଞାନୀ ଲୋକ କ'ଣ ଅସାର ଜ୍ଞାନରେ ଉତ୍ତର ଦେବ ? ଓ ପୂର୍ବୀୟ ବାୟୁରେ ଆପଣା ଉଦର ପୂର୍ଣ୍ଣ କରିବ ?
Job 15:31 in Oriya 31 ସେ ଆପଣାକୁ ଭ୍ରାନ୍ତ କରି ଅସାରତାରେ ବିଶ୍ୱାସ ନ କରୁ; କାରଣ ଅସାରତା ହିଁ ତାହାର ପୁରସ୍କାର ହେବ।
Psalm 102:9 in Oriya 9 କାରଣ ମୁଁ ଅନ୍ନ ପରି ଭସ୍ମ ଭୋଜନ କରିଅଛି ଓ ମୋହର ପେୟଦ୍ରବ୍ୟ ନେତ୍ରଜଳ ସଙ୍ଗେ ମିଶାଇଅଛି।
Proverbs 15:14 in Oriya 14 ବୁଦ୍ଧିମାନ୍ର ମନ ଜ୍ଞାନ ଖୋଜେ; ମାତ୍ର ମୂର୍ଖମାନଙ୍କ ମୁଖ ଅଜ୍ଞାନତା ଆହାର କରେ।
Isaiah 28:15 in Oriya 15 ତୁମ୍ଭେମାନେ କହିଅଛ, “ଆମ୍ଭେମାନେ ମୃତ୍ୟୁୁ ସଙ୍ଗେ ନିୟମ କରିଅଛୁ ଓ ପାତାଳ ସଙ୍ଗେ ଆମ୍ଭମାନଙ୍କର ସନ୍ଧି ଅଛି; ଏହେତୁ ଜଳପ୍ରଳୟରୂପ କୋରଡ଼ା ଉପସ୍ଥିତ ହେବା ବେଳେ ତାହା ଆମ୍ଭମାନଙ୍କ ନିକଟକୁ ଆସିବ ନାହିଁ; କାରଣ ଆମ୍ଭେମାନେ ମିଥ୍ୟାକୁ ଆପଣାମାନଙ୍କର ଆଶ୍ରୟ କରିଅଛୁ ଓ ଅସତ୍ୟର ତଳେ ଆମ୍ଭେମାନେ ଆପଣାମାନଙ୍କୁ ଲୁଚାଇଅଛୁ,”
Isaiah 59:3 in Oriya 3 କାରଣ ତୁମ୍ଭମାନଙ୍କର ହସ୍ତ ରକ୍ତରେ ଓ ତୁମ୍ଭେମାନେ ମିଥ୍ୟା କହିଅଛ, ଓ ତୁମ୍ଭମାନଙ୍କର ଜିହ୍ୱା ଦୁଷ୍ଟତା ବକେ;
Isaiah 59:13 in Oriya 13 ତାହା ଅପରାଧ ଓ ସଦାପ୍ରଭୁଙ୍କୁ ଅସ୍ୱୀକାର କରିବା ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପଶ୍ଚାଦ୍ଗମନରୁ ବିମୁଖ ହେବା, ଉପଦ୍ରବ ଓ ରାଜଦ୍ରୋହର କଥା କହିବା, ମିଥ୍ୟା କଥା ଧାରଣ କରି ଅନ୍ତଃକରଣରୁ ବାହାର କରିବାର ଅଟେ।
Jeremiah 16:19 in Oriya 19 ହେ ମୋର ବଳ, ମୋର ଦୃଢ଼ ଦୁର୍ଗ ଓ ବିପଦ ସମୟରେ ମୋର ଆଶ୍ରୟସ୍ୱରୂପ ସଦାପ୍ରଭୁ, ପୃଥିବୀର ପ୍ରାନ୍ତସକଳରୁ ନାନା ଦେଶୀୟମାନେ ତୁମ୍ଭ ନିକଟକୁ ଆସି କହିବେ, “ଆମ୍ଭମାନଙ୍କର ପୂର୍ବପୁରୁଷମାନେ କେବଳ ମିଥ୍ୟା, ଅର୍ଥାତ୍, ଅସାର ଓ ନିଷ୍ଫଳ ବସ୍ତୁ ଅଧିକାର କରିଅଛନ୍ତି।”
Hosea 4:12 in Oriya 12 ଆମ୍ଭର ଲୋକମାନେ ଆପଣା କାଷ୍ଠଖଣ୍ଡର ନିକଟରେ ମନ୍ତ୍ରଣା ଚାହାଁନ୍ତି ଓ ସେମାନଙ୍କର ଯଷ୍ଟି ସେମାନଙ୍କ ପ୍ରତି (କଥା) ପ୍ରକାଶ କରେ; କାରଣ ବ୍ୟଭିଚାରର ଆତ୍ମା ସେମାନଙ୍କୁ ଭ୍ରାନ୍ତ କରିଅଛି, ପୁଣି ସେମାନେ ପରମେଶ୍ୱରଙ୍କ ଅଧୀନତାରୁ ଯାଇ ବ୍ୟଭିଚାର କରିଅଛନ୍ତି।
Hosea 12:1 in Oriya 1 ଇଫ୍ରୟିମ ବାୟୁ ଭୋଜନ କରେ ଓ ପୂର୍ବୀୟ ବାୟୁର ପଛେ ପଛେ ଗମନ କରେ; ସେ ସର୍ବଦା ମିଥ୍ୟା କଥା ଓ ଉପଦ୍ରବ ବୃଦ୍ଧି କରେ ଓ ସେମାନେ ଅଶୂରର ସହିତ ନିୟମ କରନ୍ତି ଓ ମିସରକୁ ତୈଳ ପଠାନ୍ତି।
Habakkuk 2:18 in Oriya 18 ଖୋଦିତ ପ୍ରତିମାରେ କି ଲାଭ ଯେ, ତହିଁର ନିର୍ମାଣକର୍ତ୍ତା ତାହା ଖୋଦନ କରେ ? ଛାଞ୍ଚରେ ଢଳା ପ୍ରତିମାରେ ଓ ମିଥ୍ୟା ଶିକ୍ଷକରେ କି ଲାଭ ଯେ, ଆପଣାର ନିର୍ମିତ ବସ୍ତୁର ନିର୍ମାଣକାରୀ ତହିଁରେ ବିଶ୍ୱାସ କରି ମୂକ ଦେବତା ନିର୍ମାଣ କରେ ?
Luke 15:16 in Oriya 16 ପୁଣି, ଘୁଷୁରିମାନେ ଯେଉଁ ଶିମ ଖାଉଥିଲେ, ସେଥିରେ ସେ ଆପଣା ପେଟ ପୁରାଇବାକୁ ଇଚ୍ଛା କରୁଥିଲା, କିନ୍ତୁ କେହି ତାହାକୁ ଦେଉ ନ ଥିଲେ।
Romans 1:20 in Oriya 20 ଜଗତର ସୃଷ୍ଟିକାଳାବଧି ତାହାଙ୍କର ଅଦୃଶ୍ୟ ଗୁଣସମୂହ, ଅର୍ଥାତ୍ ତାହାଙ୍କର ଅନାଦି ଅନନ୍ତ ଶକ୍ତି ଓ ଈଶ୍ୱରତ୍ୱ, ସୃଷ୍ଟ ବସ୍ତୁଗୁଡ଼ିକ ଦ୍ୱାରା ବୋଧଗମ୍ୟ ହୋଇ ସ୍ପଷ୍ଟରୂପେ ପ୍ରତୀୟମାନ ହେଉଅଛି, ଯେପରି ସେମାନଙ୍କର ଉତ୍ତର ଦେବାର ବାଟ ନ ଥାଏ।
Romans 1:25 in Oriya 25 କାରଣ ସେମାନେ ଇଶ୍ବରଙ୍କ ସତ୍ୟ ପରିବର୍ତ୍ତେ ମିଥ୍ୟା ଗ୍ରହଣ କଲେ ଓ ସୃଷ୍ଟ ବସ୍ତୁର ପୂଜା ଓ ସେବା କଲେ ମାତ୍ର ସୃଷ୍ଟିକର୍ତ୍ତାଙ୍କୁ କଲେ ନାହିଁ; ଯେ ଯୁଗେ ଯୁଗେ ଧନ୍ୟ। ଆମେନ୍।
Romans 1:28 in Oriya 28 ଆଉ, ଯେପରି ସେମାନେ ଈଶ୍ୱର ବିଷୟକ ଜ୍ଞାନ ଗ୍ରହଣ କରିବାକୁ ଅସ୍ୱୀକୃତ ହେଲେ, ସେହିପରି ଈଶ୍ୱର ଅନୁଚିତ କର୍ମ କରିବା ନିମନ୍ତେ ସେମାନଙ୍କୁ ଭ୍ରଷ୍ଟ ମତିରେ ସମର୍ପଣ କଲେ।
2 Thessalonians 2:9 in Oriya 9 ଶୟତାନର ଶକ୍ତି ଅନୁସାରେ ସମସ୍ତ ପ୍ରକାର ମିଥ୍ୟାଶକ୍ତି, ଚିହ୍ନ ଓ ଅଦ୍ଭୁତ କର୍ମ, ପୁଣି, ବିନାଶ-ପାତ୍ରମାନଙ୍କ ନିକଟରେ ସମସ୍ତ ପ୍ରକାର ଅଧର୍ମ ଛଳନା ସହକାରେ ସେହି ଅଧର୍ମ ପୁରୁଷର ଆଗମନ ହେବ,
1 Timothy 4:2 in Oriya 2 ପ୍ରତାରଣାପୂର୍ଣ୍ଣ ଆତ୍ମାମାନଙ୍କ ପ୍ରତି ଓ ଭୂତମାନଙ୍କ ଶିକ୍ଷା ପ୍ରତି ମନୋଯୋଗ କରି ବିଶ୍ୱାସ ପରିତ୍ୟାଗ କରିବେ;
2 Timothy 2:13 in Oriya 13 ଯେବେ ଆମ୍ଭେମାନେ, ଅବିଶ୍ୱସ୍ତ ହେଉ, ତେବେ ସୁଦ୍ଧା ସେ (ଯୀଶୁ) ସର୍ବଦା ବିଶ୍ୱସ୍ତ, କାରଣ ସେ ଆପଣାକୁ ଅସ୍ୱୀକାର କରି ପାରନ୍ତି ନାହିଁ।
2 Timothy 3:13 in Oriya 13 କିନ୍ତୁ ଦୁଷ୍ଟ ଲୋକେ ଓ ଠକ ଲୋକମାନେ ଭ୍ରାନ୍ତି ଜନ୍ମାଇ ଓ ଭ୍ରାନ୍ତ ହୋଇ ଅଧିକରୁ ଅଧିକ ଦୁଷ୍ଟ ହୋଇ ଉଠିବେ।
Revelation 12:9 in Oriya 9 ସେଥିରେ ସର୍ବ ଜଗତର ପ୍ରବଞ୍ଚକ ଦିଆବଳ ଓ ଶୟତାନ ନାମରେ ଖ୍ୟାତ ଯେ ପ୍ରକାଣ୍ଡ ସର୍ପ, ସେହି ପୁରାତନ ନାଗ, ସେ ଆପଣା ଦୂତମାନଙ୍କ ସହିତ ପୃଥିବୀରେ ନିକ୍ଷିପ୍ତ ହେଲା।
Revelation 13:14 in Oriya 14 ଆଉ ସେହି ପଶୁର ସାକ୍ଷାତରେ ଯେଉଁ ଆଶ୍ଚର୍ଯ୍ୟକର୍ମ କରିବାକୁ ସେ କ୍ଷମତା ପ୍ରାପ୍ତ ହୋଇଥିଲା, ତଦ୍ୱାରା ସେ ପୃଥିବୀନିବାସୀମାନଙ୍କୁ ଭ୍ରାନ୍ତ କରି, ଯେଉଁ ପଶୁ ଖଡ଼୍ଗ ଦ୍ୱାରା ଆହତ ହେଲେ ହେଁ ବଞ୍ଚିଥିଲା, ତାହାର ଏକ ପ୍ରତିମା ନିର୍ମାଣ କରିବାକୁ ସେମାନଙ୍କୁ କହେ।
Revelation 18:23 in Oriya 23 ପ୍ରଦୀପର ଆଲୋକ ତୋ ମଧ୍ୟରେ ଆଉ କେବେ ହେଁ ପ୍ରଜ୍ଜ୍ୱଳିତ ହେବ ନାହିଁ, ପୁଣି, ବର କନ୍ୟାଙ୍କ ଶବ୍ଦ ତୋ ମଧ୍ୟରେ ଆଉ କେବେ ହେଁ ଶୁଣାଯିବ ନାହିଁ; କାରଣ ତୋହର ବଣିକମାନେ ପୃଥିବୀରେ ମହାନ ଥିଲେ, ଆଉ ତୋହର ମାୟାରେ ଜାତିସମୂହ ଭ୍ରାନ୍ତ ହୋଇଥିଲେ,
Revelation 20:3 in Oriya 3 ପୁଣି, ତାହାକୁ ପାତାଳକୁଣ୍ଡରେ ନିକ୍ଷେପ କରି ସେଥିର ମୁଖ ବନ୍ଦ କଲେ ଓ ତାହା ଉପରେ ମୁଦ୍ରାଙ୍କ ଦେଲେ, ଯେପରି ସେହି ଏକ ସହସ୍ର ବର୍ଷ ଶେଷ ନ ହେବା ପର୍ଯ୍ୟନ୍ତ ସେ ଜାତିସମୂହକୁ ଆଉ ଭ୍ରାନ୍ତ କରି ପାରିବ ନାହିଁ; ଏହାପରେ ଅଳ୍ପ କାଳ ନିମନ୍ତେ ତାହାକୁ ମୁକ୍ତ ହେବାକୁ ହେବ।