Isaiah 44:25 in Oriya 25 ଆମ୍ଭେ ମିଥ୍ୟାବାଦୀମାନଙ୍କର (ଦତ୍ତ) ଲକ୍ଷଣସବୁ ବିଫଳ କରୁ ଓ ମନ୍ତ୍ରଜ୍ଞମାନଙ୍କୁ ଉନ୍ମତ୍ତ କରୁ; ଆମ୍ଭେ ଜ୍ଞାନୀମାନଙ୍କୁ ପଛକୁ ହଟାଇ ଦେଉ ଓ ସେମାନଙ୍କର ଜ୍ଞାନ ମୂର୍ଖତା କରୁ;
Other Translations King James Version (KJV) That frustrateth the tokens of the liars, and maketh diviners mad; that turneth wise men backward, and maketh their knowledge foolish;
American Standard Version (ASV) that frustrateth the signs of the liars, and maketh diviners mad; that turneth wise men backward, and maketh their knowledge foolish;
Bible in Basic English (BBE) Who makes the signs of those who give word of the future come to nothing, so that those who have knowledge of secret arts go off their heads; turning the wise men back, and making their knowledge foolish:
Darby English Bible (DBY) -- he that frustrateth the tokens of the liars, and maketh diviners mad; that turneth wise men backward, and maketh their knowledge foolish;
World English Bible (WEB) who frustrates the signs of the liars, and makes diviners mad; who turns wise men backward, and makes their knowledge foolish;
Young's Literal Translation (YLT) Making void the tokens of devisers, And diviners it maketh mad, Turning the wise backward, And their knowledge it maketh foolish.
Cross Reference Exodus 9:11 in Oriya 11 ସେହି ବଥ ସକାଶୁ ମନ୍ତ୍ରଜ୍ଞମାନେ ମୋଶାଙ୍କ ସାକ୍ଷାତରେ ଠିଆ ହୋଇ ପାରିଲେ ନାହିଁ; କାରଣ ମନ୍ତ୍ରଜ୍ଞମାନଙ୍କ ଓ ସମସ୍ତ ମିସ୍ରୀୟମାନଙ୍କ ଶରୀରରେ ବଥ ଜାତ ହେଲା।
2 Samuel 15:31 in Oriya 31 ଏଥି ମଧ୍ୟରେ ଜଣେ ଦାଉଦଙ୍କୁ କହିଲା, “ଅବଶାଲୋମ ସଙ୍ଗେ ଚକ୍ରାନ୍ତକାରୀମାନଙ୍କ ମଧ୍ୟରେ ଅହୀଥୋଫଲ ଅଛି। ତହିଁରେ ଦାଉଦ କହିଲେ, ହେ ସଦାପ୍ରଭୁ, ବିନୟ କରୁଅଛି, ଅହୀଥୋଫଲର ମନ୍ତ୍ରଣାକୁ ମୂର୍ଖତା କର।”
2 Samuel 16:23 in Oriya 23 ସେସମୟରେ ଅହୀଥୋଫଲ ଯେଉଁ ମନ୍ତ୍ରଣା ଦିଏ, ସେହି ମନ୍ତ୍ରଣା ପରମେଶ୍ୱରଙ୍କ ବାକ୍ୟ ଦ୍ୱାରା ଉତ୍ତର ପାଇବା ତୁଲ୍ୟ ଥିଲା; ଦାଉଦ ଓ ଅବଶାଲୋମ ଉଭୟଙ୍କ ପ୍ରତି ଅହୀଥୋଫଲର ସମସ୍ତ ମନ୍ତ୍ରଣା ଏହି ପ୍ରକାର ଥିଲା।
2 Samuel 17:23 in Oriya 23 ଏଉତ୍ତାରେ ଅହୀଥୋଫଲ ଆପଣା ମନ୍ତ୍ରଣାନୁସାରେ କର୍ମ କରା ନ ଯିବାର ଦେଖି ଆପଣା ଗର୍ଦ୍ଦଭ ସଜାଇ ଉଠି ନିଜ ଗୃହ ଓ ନିଜ ନଗରକୁ ଗଲା ଓ ଆପଣା ଗୃହ ସମସ୍ତ ବିଷୟ ସଜାଡ଼ି ଆପଣାକୁ ଫାଶୀ ଦେଲା; ଏରୂପେ ସେ ମଲା, ପୁଣି ଆପଣା ପିତାର କବରରେ କବର ପାଇଲା।
1 Kings 22:11 in Oriya 11 ଆଉ କାନାନାର ପୁତ୍ର ସିଦିକୀୟ ଲୌହମୟ ଶୃଙ୍ଗମାନ ନିର୍ମାଣ କରି କହିଲା, “ସଦାପ୍ରଭୁ ଏହି କଥା କହନ୍ତି, ଏତଦ୍ଦ୍ୱାରା ଆପଣ ଅରାମୀୟମାନଙ୍କୁ ସଂହାର କରିବା ପର୍ଯ୍ୟନ୍ତ ଭୁସି ପକାଇବେ।”
1 Kings 22:22 in Oriya 22 ତହୁଁ ସଦାପ୍ରଭୁ ତାହାକୁ କହିଲେ, “କାହିଁରେ ?” ସେ କହିଲା, “ମୁଁ ଯାଇ ତାହାର ସମସ୍ତ ଭବିଷ୍ୟଦ୍ବକ୍ତାଙ୍କ ମୁଖରେ ମିଥ୍ୟାବାଦୀ ଆତ୍ମା ହେବି।” ତେବେ ସେ କହିଲେ, “ତୁମ୍ଭେ ତାହାକୁ ଫୁସଲାଇବ, ମଧ୍ୟ କୃତକାର୍ଯ୍ୟ ହେବ; ଯାଅ, ସେପରି କର।
1 Kings 22:37 in Oriya 37 ଏହିରୂପେ ରାଜା ମଲେ ଓ ଶମରୀୟାକୁ ଅଣାଗଲେ; ପୁଣି, ଲୋକମାନେ ରାଜାଙ୍କୁ ଶମରୀୟାରେ କବର ଦେଲେ।
2 Chronicles 18:11 in Oriya 11 ତହିଁରେ ସବୁ ଭବିଷ୍ୟଦ୍ବକ୍ତା ତଦ୍ରୂପ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କହିଲେ, “ରାମୋତ୍-ଗିଲୀୟଦକୁ ଯାଉନ୍ତୁ ଓ କୃତକାର୍ଯ୍ୟ ହେଉନ୍ତୁ; କାରଣ ସଦାପ୍ରଭୁ ତାହା ମହାରାଜାଙ୍କ ହସ୍ତରେ ସମର୍ପଣ କରିବେ।”
2 Chronicles 18:34 in Oriya 34 ସେହି ଦିନ ଯୁଦ୍ଧ ପ୍ରବଳ ହେଲା; ତଥାପି ଇସ୍ରାଏଲର ରାଜା ଆପଣା ରଥରେ ସନ୍ଧ୍ୟା ପର୍ଯ୍ୟନ୍ତ ଅରାମୀୟମାନଙ୍କ ସମ୍ମୁଖରେ ଆପଣାକୁ ଠିଆ କରି ରଖିଲେ; ପୁଣି, ପ୍ରାୟ ସୂର୍ଯ୍ୟାସ୍ତ ସମୟରେ ସେ ମଲେ।
Job 5:12 in Oriya 12 ସେ ଧୂର୍ତ୍ତମାନଙ୍କର କଳ୍ପନା ବ୍ୟର୍ଥ କରନ୍ତି, ତେଣୁ ସେମାନଙ୍କ ହସ୍ତ ସେମାନଙ୍କ କାର୍ଯ୍ୟ ସାଧନ କରି ପାରେ ନାହିଁ।
Psalm 33:10 in Oriya 10 ସଦାପ୍ରଭୁ ଗୋଷ୍ଠୀୟମାନଙ୍କର ମନ୍ତ୍ରଣା ବ୍ୟର୍ଥ କରନ୍ତି; ସେ ଜନବୃନ୍ଦର ସଙ୍କଳ୍ପସବୁ ବିଫଳ କରନ୍ତି।
Isaiah 19:11 in Oriya 11 ସୋୟନର ଅଧିପତିମାନେ ନିତାନ୍ତ ନିର୍ବୋଧ ଅଟନ୍ତି; ଫାରୋର ବିଜ୍ଞବର ମନ୍ତ୍ରୀଗଣର ମନ୍ତ୍ରଣା ପଶୁବତ୍ ହୋଇଅଛି; ତୁମ୍ଭେମାନେ କିପରି କରି ଫାରୋକୁ କହୁଅଛ, ଆମ୍ଭେ ଜ୍ଞାନୀମାନଙ୍କର ପୁତ୍ର, ପ୍ରାଚୀନ ରାଜାଗଣର ସନ୍ତାନ ?
Isaiah 29:14 in Oriya 14 ଏହେତୁ ଦେଖ, ଆମ୍ଭେ ଏହି ଲୋକମାନଙ୍କ ମଧ୍ୟରେ ଏକ ଅଦ୍ଭୁତ କର୍ମ, ଅର୍ଥାତ୍, ଅଦ୍ଭୁତ ଓ ଆଶ୍ଚର୍ଯ୍ୟ କର୍ମ କରିବା, ପୁଣି, ସେମାନଙ୍କର ଜ୍ଞାନୀ ଲୋକମାନଙ୍କର ଜ୍ଞାନ ବିନଷ୍ଟ ହେବ ଓ ସେମାନଙ୍କର ବିବେକୀ ଲୋକମାନଙ୍କର ବୁଦ୍ଧି ଲୁଚାଯିବ।
Isaiah 47:12 in Oriya 12 ତୁମ୍ଭେ ବାଲ୍ୟ କାଳରୁ ଆପଣାର ଯେଉଁ ମାୟାବୀତ୍ୱ ଓ ଅପାର ଗଣକତାରେ ପରିଶ୍ରମ କରି ଆସିଅଛ, ଏବେ ତାହା ଅବଲମ୍ବନ କର। କେଜାଣି ଅବା ତୁମ୍ଭେ ଉପକାର ପାଇ ପାରିବ, କେଜାଣି ଅବା ତୁମ୍ଭେ ଜୟଯୁକ୍ତ ହୋଇ ପାରିବ।
Jeremiah 27:9 in Oriya 9 ମାତ୍ର ତୁମ୍ଭମାନଙ୍କର ଯେଉଁ ଭବିଷ୍ୟଦ୍ବକ୍ତାମାନେ, ମନ୍ତ୍ରଜ୍ଞମାନେ, ସ୍ୱପ୍ନଦର୍ଶକମାନେ, ଗଣକମାନେ ଓ ମାୟାବୀମାନେ, ‘ତୁମ୍ଭେମାନେ ବାବିଲ ରାଜାର ଦାସ୍ୟକର୍ମ କରିବ ନାହିଁ' ବୋଲି ତୁମ୍ଭମାନଙ୍କୁ କହନ୍ତି, ସେମାନଙ୍କ କଥାରେ ତୁମ୍ଭେମାନେ ମନୋଯୋଗ କର ନାହିଁ;
Jeremiah 28:9 in Oriya 9 ଯେଉଁ ଭବିଷ୍ୟଦ୍ବକ୍ତା ଶାନ୍ତିର ଭବିଷ୍ୟଦ୍ବାକ୍ୟ ପ୍ରଚାର କରେ, ସେହି ଭବିଷ୍ୟଦ୍ବକ୍ତାଙ୍କର ବାକ୍ୟ ସଫଳ ହେଲା ଉତ୍ତାରେ ସିନା ସଦାପ୍ରଭୁ ପ୍ରକୃତରେ ତାହାକୁ ପଠାଇ ଅଛନ୍ତି ବୋଲି ଜଣା ପଡ଼େ।”
Jeremiah 49:7 in Oriya 7 ଇଦୋମର ବିଷୟ। ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ତୈମନ୍ରେ କି ଆଉ ଜ୍ଞାନ ନାହିଁ ? ବୁଦ୍ଧିମାନମାନଙ୍କଠାରୁ କି ପରାମର୍ଶ ଲୁପ୍ତ ହୋଇଅଛି ? ସେମାନଙ୍କର ଜ୍ଞାନ କି ଅନ୍ତର୍ହିତ ହୋଇଅଛି ?
Jeremiah 50:36 in Oriya 36 ଦର୍ପବାଦୀମାନଙ୍କ ଉପରେ ଗୋଟିଏ ଖଡ୍ଗ ଅଛି, ଆଉ ସେମାନେ ହତବୁଦ୍ଧି ହେବେ; ତାହାର ବୀରମାନଙ୍କ ଉପରେ ଗୋଟିଏ ଖଡ୍ଗ ଅଛି, ଆଉ ସେମାନେ ବିସ୍ମିତ ହେବେ।
Jeremiah 51:57 in Oriya 57 ପୁଣି, ଆମ୍ଭେ ତାହାର ଅଧିପତିଗଣକୁ ଓ ତାହାର ଜ୍ଞାନୀ ଲୋକମାନଙ୍କୁ ଓ ତାହାର ଦେଶାଧ୍ୟକ୍ଷ ଓ ଅଧିପତିଗଣକୁ ଓ ତାହାର ବୀରପୁରୁଷମାନଙ୍କୁ ମତ୍ତ କରାଇବା; ତହିଁରେ ସେମାନେ ଚିର ନିଦ୍ରାରେ ନିଦ୍ରିତ ହୋଇ ଆଉ ଜାଗରିତ ହେବେ ନାହିଁ” ଏହା ରାଜା କହନ୍ତି, ସୈନ୍ୟାଧିପତି ସଦାପ୍ରଭୁ ତାହାଙ୍କର ନାମ।
Daniel 1:20 in Oriya 20 ଆଉ, ଜ୍ଞାନ ଓ ବୁଦ୍ଧି ସମ୍ବନ୍ଧୀୟ ଯେଉଁ କୌଣସି କଥା ରାଜା ସେମାନଙ୍କୁ ପଚାରିଲେ, ସେହି ସକଳ ବିଷୟରେ ସେ ଆପଣାର ସମଗ୍ର ରାଜ୍ୟସ୍ଥ ଯାବତୀୟ ମନ୍ତ୍ରବେତ୍ତା ଓ ଗଣକ ଅପେକ୍ଷା ସେମାନଙ୍କର ବିଜ୍ଞତା ଦଶଗୁଣ ଅଧିକ ଦେଖିଲା।
Daniel 2:10 in Oriya 10 କଲ୍ଦୀୟମାନେ ରାଜାର ଛାମୁରେ ଉତ୍ତର କରି କହିଲେ, ମହାରାଜାଙ୍କ ବିଷୟ ଯେ ପ୍ରକାଶ କରି ପାରିବ, ପୃଥିବୀରେ ଏପରି କୌଣସି ମନୁଷ୍ୟ ନାହିଁ; କାରଣ କୌଣସି ରାଜା, ପ୍ରଭୁ କିଅବା ଶାସନକର୍ତ୍ତା କୌଣସି ମନ୍ତ୍ରଜ୍ଞକୁ କିଅବା ଗଣକକୁ ଅଥବା କଲ୍ଦୀୟକୁ ଏପରି କଥା ପଚାରି ନାହାନ୍ତି।
Daniel 4:7 in Oriya 7 ତହିଁରେ ମନ୍ତ୍ରବେତ୍ତା, ଗଣକ, କଲ୍ଦୀୟ ଓ ଶୁଭାଶୁଭବାଦୀମାନେ ମୋ' ନିକଟକୁ ଆସିଲେ; ପୁଣି, ମୁଁ ସେମାନଙ୍କୁ ସ୍ୱପ୍ନ ଜଣାଇଲି; ମାତ୍ର ସେମାନେ ତହିଁର ଅର୍ଥ ମୋତେ କହି ପାରିଲେ ନାହିଁ।
Daniel 5:6 in Oriya 6 ତହିଁରେ ରାଜାର ମୁଖ ବିବର୍ଣ୍ଣ ହେଲା ଓ ତାହାର ଭାବନା ତାହାକୁ ଉଦ୍ବିଗ୍ନ କଲା; ପୁଣି, ତାହାର କଟୀଦେଶର ସନ୍ଧିସ୍ଥାନସବୁ ହୁଗୁଳା ହୋଇଗଲା ଓ ତାହାର ଆଣ୍ଠୁରେ ଆଣ୍ଠୁ ବାଜିଲା।
1 Corinthians 1:20 in Oriya 20 ଜ୍ଞାନୀ କାହିଁ ? ଶାସ୍ତ୍ରୀ କାହିଁ ? ଏହି ଯୁଗର ତାର୍କିକ କାହିଁ ? ଈଶ୍ୱର କି ଜଗତର ଜ୍ଞାନକୁ ମୂର୍ଖତା ବୋଲି ପ୍ରକାଶ କରି ନାହାଁନ୍ତି ?
1 Corinthians 3:19 in Oriya 19 କାରଣ ଏହି ଜଗତର ଜ୍ଞାନ ଇଶ୍ବରଙ୍କ ନିକଟରେ ମୂର୍ଖତା। ଯେଣୁ ଲେଖା ଅଛି, “ସେ ଜ୍ଞାନୀମାନଙ୍କୁ ସେମାନଙ୍କର ଧୂର୍ତ୍ତତାରେ ଧରନ୍ତି,”