Isaiah 44:26 in Oriya 26 ଆମ୍ଭେ ଆପଣା ଦାସର ବାକ୍ୟ ଦୃଢ଼ କରୁ ଓ ଆପଣା ଦୂତଗଣର ମନ୍ତ୍ରଣା ସିଦ୍ଧ କରୁ; ଆମ୍ଭେ ଯିରୂଶାଲମ ବିଷୟରେ କହୁ, ତାହା ବସତିବିଶିଷ୍ଟ ହେବ ଓ ଯିହୁଦାର ନଗରମାନଙ୍କ ବିଷୟରେ କହୁ, ସେହି ସବୁ ପୁନଃନିର୍ମିତ ହେବ, ପୁଣି ଆମ୍ଭେ ତହିଁର ଉଜାଡ଼ ସ୍ଥାନ ସବୁ ପୁନର୍ବାର ପତ୍ତନ କରିବା;
Other Translations King James Version (KJV) That confirmeth the word of his servant, and performeth the counsel of his messengers; that saith to Jerusalem, Thou shalt be inhabited; and to the cities of Judah, Ye shall be built, and I will raise up the decayed places thereof:
American Standard Version (ASV) that confirmeth the word of his servant, and performeth the counsel of his messengers; that saith of Jerusalem, She shall be inhabited; and of the cities of Judah, They shall be built, and I will raise up the waste places thereof;
Bible in Basic English (BBE) Who makes the word of his servants certain, and gives effect to the purposes of his representatives; who says of Jerusalem, Her people will come back to her; and of the towns of Judah, I will give orders for their building, and will make her waste places fertile again:
Darby English Bible (DBY) that confirmeth the word of his servant, and performeth the counsel of his messengers; that saith to Jerusalem, Thou shalt be inhabited; and to the cities of Judah, Ye shall be built up, and I will raise up their ruins;
World English Bible (WEB) who confirms the word of his servant, and performs the counsel of his messengers; who says of Jerusalem, She shall be inhabited; and of the cities of Judah, They shall be built, and I will raise up the waste places of it;
Young's Literal Translation (YLT) Confirming the word of His servant, The counsel of His messengers it perfecteth, Who is saying of Jerusalem, She is inhabited, And of cities of Judah, They shall be built, and her wastes I raise up,
Cross Reference Exodus 11:4 in Oriya 4 ଏଥିଉତ୍ତାରେ ମୋଶା କହିଲେ, “ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଦୁଇପ୍ରହର ରାତ୍ରିରେ ମିସରର ମଧ୍ୟ ଦେଇ ଗମନ କରିବା।”
Exodus 12:29 in Oriya 29 ଏଥିଉତ୍ତାରେ ଅର୍ଦ୍ଧ ରାତ୍ର ସମୟରେ ସଦାପ୍ରଭୁ ସିଂହାସନୋପବିଷ୍ଟ ଫାରୋଙ୍କର ପ୍ରଥମଜାତ ସନ୍ତାନଠାରୁ କାରାକୂପସ୍ଥ ବନ୍ଦୀର ପ୍ରଥମଜାତ ସନ୍ତାନ ପର୍ଯ୍ୟନ୍ତ ମିସର ଦେଶସ୍ଥିତ ସମସ୍ତ ପ୍ରଥମଜାତ ସନ୍ତାନମାନଙ୍କୁ ଓ ପଶୁମାନଙ୍କ ପ୍ରଥମଜାତ ଶାବକଗଣକୁ ଆଘାତ କଲେ।
1 Kings 13:3 in Oriya 3 ଆହୁରି ସେ ଲୋକ ସେହି ଦିନ ଏକ ଚିହ୍ନ ଦେଇ କହିଲା, “ସଦାପ୍ରଭୁଙ୍କ କଥିତ ଚିହ୍ନ ଏହି; ଦେଖ, ଏହି ବେଦି ଫାଟିଯିବ ଓ ତହିଁ ଉପରିସ୍ଥ ଭସ୍ମ ଅଜାଡ଼ି ହୋଇ ପଡ଼ିବ।”
1 Kings 18:36 in Oriya 36 ଏଉତ୍ତାରେ ସନ୍ଧ୍ୟାକାଳୀନ ବଳିଦାନ ଉତ୍ସର୍ଗ କରିବା ସମୟରେ ଏଲୀୟ ଭବିଷ୍ୟଦ୍ବକ୍ତା ନିକଟବର୍ତ୍ତୀ ହୋଇ କହିଲେ, “ହେ ସଦାପ୍ରଭୁ, ଅବ୍ରହାମର ଓ ଇସ୍ହାକର ଓ ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ଯେ ଇସ୍ରାଏଲ ମଧ୍ୟରେ ପରମେଶ୍ୱର ଅଟ ଓ ମୁଁ ଯେ ତୁମ୍ଭର ସେବକ ଓ ମୁଁ ଯେ ତୁମ୍ଭ ବାକ୍ୟ ପ୍ରମାଣେ ଏହିସବୁ କାର୍ଯ୍ୟ କରିଅଛି, ଏହା ଆଜି ଜଣାଯାଉ।”
Ezra 2:70 in Oriya 70 ପୁଣି, ଯାଜକମାନେ ଓ ଲେବୀୟମାନେ ଓ ଲୋକମାନଙ୍କ ମଧ୍ୟରୁ କେତେକ, ପୁଣି ଗାୟକମାନେ ଓ ଦ୍ୱାରପାଳମାନେ ଓ ନଥୀନୀୟମାନେ ଆପଣା ଆପଣା ନଗରରେ ଓ ସମଗ୍ର ଇସ୍ରାଏଲ ଆପଣା ଆପଣା ନଗରରେ ବାସ କଲେ।
Nehemiah 1:3 in Oriya 3 ସେତେବେଳେ ସେମାନେ ମୋତେ କହିଲେ, “ବନ୍ଦୀତ୍ୱରୁ ରକ୍ଷାପ୍ରାପ୍ତ ସେହି ପ୍ରଦେଶର ଅବଶିଷ୍ଟ ଲୋକେ ମହାଦୁଃଖ ଓ ଅପମାନରେ ଅଛନ୍ତି; କାରଣ ଯିରୁଶାଲମର ପ୍ରାଚୀର ଭଗ୍ନ ହୋଇ ରହିଅଛି ଓ ତହିଁର ଦ୍ୱାରସବୁ ଅଗ୍ନିରେ ଦଗ୍ଧ ହୋଇଅଛି।”
Nehemiah 2:3 in Oriya 3 ପୁଣି, ମୁଁ ରାଜାଙ୍କୁ କହିଲି, “ମହାରାଜ ଚିରଜୀବୀ ହେଉନ୍ତୁ; ଯେଉଁ ନଗର ମୋହର ପୂର୍ବପୁରୁଷଗଣର କବରସ୍ଥାନ, ତାହା ଯେତେବେଳେ ଉଜାଡ଼ ହୋଇ ପଡ଼ିଅଛି ଓ ତହିଁର ଦ୍ୱାରସବୁ ଅଗ୍ନିରେ ଦଗ୍ଧ ହୋଇଅଛି, ସେତେବେଳେ କାହିଁକି ମୋହର ମୁଖ ବିବର୍ଣ୍ଣ ନୋହିବ ?”
Nehemiah 3:1 in Oriya 1 ଏହା ପରେ ଇଲିୟାଶୀବ୍ ମହାଯାଜକ ଓ ତାହାର ଯାଜକ ଭାଇମାନେ ଉଠି ମେଷଦ୍ୱାର ଗଢ଼ିଲେ; ସେମାନେ ତାହା ପବିତ୍ର କରି ତହିଁର କବାଟସବୁ ସ୍ଥାପନ କଲେ; ହମ୍ମେୟା ଦୁର୍ଗ ଓ ହନନେଲ ଦୁର୍ଗ ପର୍ଯ୍ୟନ୍ତ ସେମାନେ ପବିତ୍ର କଲେ।
Psalm 102:13 in Oriya 13 ତୁମ୍ଭେ ଉଠି ସିୟୋନକୁ ଦୟା କରିବ; କାରଣ ତାହା ପ୍ରତି କୃପା କରିବାର ସମୟ ଏହି, ହଁ, ନିରୂପିତ ସମୟ ଉପସ୍ଥିତ।
Psalm 147:2 in Oriya 2 ସଦାପ୍ରଭୁ ଯିରୂଶାଲମକୁ ଗଢ଼ନ୍ତି; ସେ ଇସ୍ରାଏଲର ଦୂରୀକୃତ ଲୋକମାନଙ୍କୁ ସଂଗ୍ରହ କରନ୍ତି।
Isaiah 42:9 in Oriya 9 ଦେଖ, ଆଦ୍ୟ ବିଷୟମାନ ସିଦ୍ଧ ହେଲା, ଆଉ ଆମ୍ଭେ ନୂତନ ବିଷୟମାନ ପ୍ରକାଶ କରୁ; ସେହି ସବୁ ଅଙ୍କୁରିତ ହେବାର ପୂର୍ବେ ତଦ୍ବିଷୟ ଆମ୍ଭେ ତୁମ୍ଭମାନଙ୍କୁ ଜଣାଉ।”
Isaiah 54:3 in Oriya 3 କାରଣ ତୁମ୍ଭେ ଡାହାଣ ଓ ବାମରେ ବ୍ୟାପି ଯିବ ଓ ତୁମ୍ଭର ବଂଶ ଅନ୍ୟ ଦେଶୀୟମାନଙ୍କୁ ଅଧିକାର କରିବେ ଓ ନରଶୂନ୍ୟ ନଗରସମୂହକୁ ବସତି ସ୍ଥାନ କରାଇବେ।
Isaiah 54:11 in Oriya 11 ଆଗୋ ଦୁଃଖିନୀ, ତୋଫାନରେ ବିଚଳିତେ ଓ ସାନ୍ତ୍ୱନାବିହୀନେ, ଦେଖ, ଆମ୍ଭେ ନାନା ସୁନ୍ଦର ବର୍ଣ୍ଣରେ ତୁମ୍ଭର ପ୍ରସ୍ତର ବସାଇବା ଓ ନୀଳମଣି ଦ୍ୱାରା ତୁମ୍ଭର ଭିତ୍ତିମୂଳ ସ୍ଥାପନ କରିବା।
Isaiah 58:12 in Oriya 12 ପୁଣି, ତୁମ୍ଭ ବଂଶୀୟ ଲୋକେ ପୁରାତନ ଉତ୍ସନ୍ନ ସ୍ଥାନସକଳ ପୁନଃନିର୍ମାଣ କରିବେ; ତୁମ୍ଭେ ପୂର୍ବ କାଳର ଅନେକ ଭିତ୍ତିମୂଳର ଉପରେ ଗାନ୍ଥିବ; ପୁଣି, “ଭଗ୍ନ-ପ୍ରାଚୀର ନିର୍ମାଣକାରୀ ଓ ନିବାସ ନିମନ୍ତେ ପୁନଃ ପଥ ସଂସ୍ଥାପନକାରୀ ବୋଲି ବିଖ୍ୟାତ ହେବ।”
Isaiah 60:10 in Oriya 10 ପୁଣି, ବିଦେଶୀୟମାନେ ତୁମ୍ଭର ପ୍ରାଚୀର ନିର୍ମାଣ କରିବେ ଓ ସେମାନଙ୍କର ରାଜାଗଣ ତୁମ୍ଭର ପରିଚର୍ଯ୍ୟା କରିବେ; କାରଣ ଆମ୍ଭେ ଆପଣା କୋପରେ ତୁମ୍ଭକୁ ପ୍ରହାର କଲୁ, ମାତ୍ର ଆପଣା ଅନୁଗ୍ରହରେ ଆମ୍ଭେ ତୁମ୍ଭ ପ୍ରତି କରୁଣା କରିଅଛୁ।
Isaiah 61:4 in Oriya 4 ପୁଣି, ସେମାନେ ପୁରାତନ ଧ୍ୱଂସିତ ସ୍ଥାନ ସବୁ ନିର୍ମାଣ କରିବେ, ପୂର୍ବ କାଳର ନଷ୍ଟ ସ୍ଥାନ ସବୁ ଉଠାଇବେ, ଆଉ ସେମାନେ ଧ୍ୱଂସିତ ଓ ଅନେକ ପୁରୁଷ ପରମ୍ପରାର ନଷ୍ଟ ନଗରସକଳ ନୂତନ କରିବେ।
Jeremiah 30:18 in Oriya 18 ସଦାପ୍ରଭୁ ଏହି କଥା କହନ୍ତି, ‘ଦେଖ, ଆମ୍ଭେ ଯାକୁବର ତମ୍ବୁସକଳର ବନ୍ଦୀତ୍ୱ ପରିବର୍ତ୍ତନ କରିବା ଓ ତାହାର ସକଳ ବାସସ୍ଥାନ ପ୍ରତି ଦୟା କରିବା; ତହିଁରେ ନଗର ଆପଣାର ଉପପର୍ବତ ଉପରେ ପୁନର୍ବାର ନିର୍ମିତ ହେବ ଓ ରାଜଗୃହ ତହିଁର ରୀତିମତେ ରହିବ।
Jeremiah 31:4 in Oriya 4 ହେ ଇସ୍ରାଏଲ କୁମାରୀ, ଆମ୍ଭେ ତୁମ୍ଭକୁ ପୁନର୍ବାର ଗଢ଼ିବା ଓ ତୁମ୍ଭେ ଗଢ଼ାଯିବ; ତୁମ୍ଭେ ପୁନର୍ବାର ଆପଣା ତବଲରେ ବିଭୂଷିତା ହେବ ଓ ଆନନ୍ଦକାରୀମାନଙ୍କ ସଙ୍ଗେ ନୃତ୍ୟ କରି ଗମନ କରିବ।
Jeremiah 31:38 in Oriya 38 ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ସମୟରେ ନଗର ହନନେଲର ଦୁର୍ଗଠାରୁ କୋଣ ଦ୍ୱାର ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିର୍ମିତ ହେବ, ଏପରି ସମୟ ଆସୁଅଛି।
Jeremiah 32:15 in Oriya 15 କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଏହି ଦେଶରେ ଆହୁରି ଗୃହ, କ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର କ୍ରୟ କରାଯିବ।'”
Jeremiah 32:44 in Oriya 44 ବିନ୍ୟାମୀନ ପ୍ରଦେଶରେ ଓ ଯିରୂଶାଲମର ଚତୁର୍ଦ୍ଦିଗସ୍ଥ ନାନା ସ୍ଥାନରେ, ଯିହୁଦାର ନଗରସମୂହରେ, ପାର୍ବତୀୟ ପ୍ରଦେଶସ୍ଥ ନାନା ନଗରରେ, ପୁଣି ନିମ୍ନ ଭୂମିସ୍ଥ ନଗରମାନରେ ଓ ଦକ୍ଷିଣ ଦିଗସ୍ଥ ନଗରସମୂହରେ ଲୋକମାନେ ମୂଲ୍ୟ ଦେଇ କ୍ଷେତ୍ର କ୍ରୟ କରିବେ ଓ କ୍ରୟପତ୍ର ସ୍ୱାକ୍ଷର କରି ମୁଦ୍ରାଙ୍କିତ କରିବେ ଓ ସାକ୍ଷୀ ରଖିବେ; କାରଣ ସଦାପ୍ରଭୁ କହନ୍ତି, “ଆମ୍ଭେ ସେମାନଙ୍କର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା।”
Jeremiah 33:7 in Oriya 7 ଆଉ, ଆମ୍ଭେ ଯିହୁଦାର ବନ୍ଦୀତ୍ୱାବସ୍ଥା ଓ ଇସ୍ରାଏଲର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା, ପୁଣି ଆଦ୍ୟ କାଳର ନ୍ୟାୟ ସେମାନଙ୍କୁ ଗଠନ କରିବା।
Ezekiel 36:10 in Oriya 10 ପୁଣି, ଆମ୍ଭେ ତୁମ୍ଭମାନଙ୍କ ଉପରେ ମନୁଷ୍ୟମାନଙ୍କୁ, ସମସ୍ତ ଇସ୍ରାଏଲ ବଂଶକୁ, ତହିଁର ସମଗ୍ରକୁ ବୃଦ୍ଧି କରିବା; ତହିଁରେ ନଗରସମୂହ ବସତିସ୍ଥାନ ହେବ ଓ ଧ୍ୱଂସସ୍ଥାନସକଳ ପୁନଃନିର୍ମିତ ହେବ;
Ezekiel 36:33 in Oriya 33 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଯେଉଁ ଦିନ ଆମ୍ଭେ ତୁମ୍ଭମାନଙ୍କର ସକଳ ଅଧର୍ମରୁ ତୁମ୍ଭମାନଙ୍କୁ ଶୁଚି କରିବା, ସେହି ଦିନ ଆମ୍ଭେ ନଗରସକଳକୁ ବସତିବିଶିଷ୍ଟ କରାଇବା ଓ ଉତ୍ସନ୍ନ ସ୍ଥାନସକଳ ନିର୍ମିତ ହେବ।
Ezekiel 38:17 in Oriya 17 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି : ଆମ୍ଭେ ତୁମ୍ଭକୁ ସେମାନଙ୍କ ବିରୁଦ୍ଧରେ ଆଣିବା ବୋଲି ଯାହାର ବିଷୟରେ ପ୍ରାଚୀନ କାଳରେ ଆପଣା ଦାସଗଣ ଦ୍ୱାରା, ଅର୍ଥାତ୍, ଯେଉଁମାନେ ସେହି କାଳରେ ଅନେକ ବର୍ଷଯାଏ ଭବିଷ୍ୟଦ୍-ବାକ୍ୟ ପ୍ରଚାର କରିଥିଲେ, ଏପରି ଯେ ଇସ୍ରାଏଲ ଭବିଷ୍ୟଦ୍-ବକ୍ତାଗଣ, ସେମାନଙ୍କ ଦ୍ୱାରା ଆମ୍ଭେ କହିଥିଲୁ, ତୁମ୍ଭେ କି ସେହି ବ୍ୟକ୍ତି ?
Daniel 9:25 in Oriya 25 ଏଥିପାଇଁ ତୁମ୍ଭେ ଜ୍ଞାତ ହୁଅ ଓ ବୁଝ ଯେ, ଯିରୂଶାଲମକୁ ପୁନଃସ୍ଥାପନ ଓ ନିର୍ମାଣ କରିବାର ଆଜ୍ଞା ପ୍ରକାଶ ହେବା ସମୟଠାରୁ ଅଧିପତି, ଅଭିଷିକ୍ତ ବ୍ୟକ୍ତିଙ୍କ ପର୍ଯ୍ୟନ୍ତ ସାତ ସପ୍ତାହ ହେବ; ପୁଣି, ସଙ୍କଟ କାଳରେ ହିଁ ତାହା ଛକ ଓ ପରିଖା ସହିତ ତିନି କୋଡ଼ି ଦୁଇ ସପ୍ତାହ ପୁନର୍ନିର୍ମିତ ହେବ।
Amos 9:14 in Oriya 14 ପୁଣି, ଆମ୍ଭେ ଆପଣା ଲୋକ ଇସ୍ରାଏଲର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା, ତହିଁରେ ସେମାନେ ଧ୍ୱଂସିତ ନଗରସବୁ ପୁନଃ ନିର୍ମାଣ କରି ତହିଁ ମଧ୍ୟରେ ବାସ କରିବେ ଓ ସେମାନେ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରି ତହିଁରୁ ଦ୍ରାକ୍ଷାରସ ପାନ କରିବେ; ଆହୁରି, ସେମାନେ ଉଦ୍ୟାନ ପ୍ରସ୍ତୁତ କରି ତହିଁର ଫଳ ଭୋଗ କରିବେ।
Zechariah 1:6 in Oriya 6 ମାତ୍ର ଆମ୍ଭେ ଆପଣା ଦାସ ଭବିଷ୍ୟଦ୍ବକ୍ତାଗଣକୁ ଯେଉଁ ଯେଉଁ ବାକ୍ୟ ଓ ବିଧି ଆଜ୍ଞା କଲୁ, ସେହିସବୁ କି ତୁମ୍ଭମାନଙ୍କ ପୂର୍ବପୁରୁଷଗଣକୁ ସ୍ପର୍ଶ କଲା ନାହିଁ ? ତେବେ ସେମାନେ ଫେରି କହିଲେ, “ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କ ଆଚରଣ ଓ କ୍ରିୟାନୁସାରେ ଆମ୍ଭମାନଙ୍କ ପ୍ରତି ଯେରୂପ କରିବେ ବୋଲି ମନସ୍ଥ କଲେ, ସେହିପରି ବ୍ୟବହାର ଆମ୍ଭମାନଙ୍କ ପ୍ରତି ସେ କରିଅଛନ୍ତି।”
Zechariah 2:4 in Oriya 4 ପୁଣି, ତାହାଙ୍କୁ କହିଲେ, “ଦୌଡ଼, ଏହି ଯୁବାଲୋକକୁ କୁହ ଯିରୂଶାଲମର ମନୁଷ୍ୟ ଓ ପଶୁଗଣର ବାହୁଲ୍ୟ ହେତୁ ତାହା ପ୍ରାଚୀରବିହୀନ ଗ୍ରାମସମୂହର ତୁଲ୍ୟ ବସତି-ସ୍ଥାନ ହେବ।”
Zechariah 12:6 in Oriya 6 ସେହି ଦିନ ଆମ୍ଭେ ଯିହୁଦାର ଅଧ୍ୟକ୍ଷଗଣକୁ କାଷ୍ଠ ମଧ୍ୟରେ ଅଗ୍ନିଧାରୀ ପାତ୍ର ସ୍ୱରୂପ ଓ ଶସ୍ୟବିଡ଼ା ମଧ୍ୟରେ ମଶାଲ ସ୍ୱରୂପ କରିବା ଆଉ, ସେମାନେ ଦକ୍ଷିଣ ଓ ବାମରେ ଚତୁଃପାଶ୍ୱର୍ସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ ଗ୍ରାସ କରିବେ; ଆଉ, ଯିରୂଶାଲମ ପୁନର୍ବାର ସ୍ୱସ୍ଥାନରେ, ଅର୍ଥାତ୍, ଯିରୂଶାଲମରେ ବାସ କରିବ।
Zechariah 14:10 in Oriya 10 ଗେବାଠାରୁ ଯିରୂଶାଲମର ଦକ୍ଷିଣସ୍ଥ ରିମ୍ମୋନ ପର୍ଯ୍ୟନ୍ତ ସମସ୍ତ ଦେଶ ଆରବା ତୁଲ୍ୟ ପରିବର୍ତ୍ତିତ ହେବ; ଆଉ, ନଗର ଉନ୍ନତ ହୋଇ ବିନ୍ୟାମୀନର ଦ୍ୱାରଠାରୁ ପ୍ରଥମ ଦ୍ୱାରର ସ୍ଥାନ, ଅର୍ଥାତ୍, କୋଣର ଦ୍ୱାର ପର୍ଯ୍ୟନ୍ତ ଓ ହନନେଲର ଦୁର୍ଗଠାରୁ ରାଜାର ଦ୍ରାକ୍ଷାଯନ୍ତ୍ର ପର୍ଯ୍ୟନ୍ତ ଆପଣା ସ୍ଥାନରେ ବାସ କରିବ।
Matthew 5:18 in Oriya 18 କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେପର୍ଯ୍ୟନ୍ତ ଆକାଶମଣ୍ଡଳ ଓ ପୃଥିବୀ ଲୋପ ନ ପାଇବ, ସେପର୍ଯ୍ୟନ୍ତ ସମସ୍ତ ନ ଘଟିବା ଯାଏ ମୋଶାଙ୍କ ବ୍ୟବସ୍ଥାରୁ ଏକ ମାତ୍ରା କି ଏକ ବିନ୍ଦୁ କୌଣସି ପ୍ରକାରେ ଲୋପ ପାଇବ ନାହିଁ।
Matthew 26:56 in Oriya 56 ମାତ୍ର ଭାବବାଦୀମାନଙ୍କ ଧର୍ମଶାସ୍ତ୍ର ଯେପରି ସଫଳ ହୁଏ, ସେଥିନିମନ୍ତେ ଏସମସ୍ତ ଘଟିଅଛି। ସେତେବେଳେ ଶିଷ୍ୟମାନେ ସମସ୍ତେ ତାହାଙ୍କୁ ଛାଡ଼ି ପଳାଇଗଲେ।
Luke 24:44 in Oriya 44 ପୁଣି, ସେ ସେମାନଙ୍କୁ କହିଲେ, ମୋଶାଙ୍କ ବ୍ୟବସ୍ଥାରେ ଏବଂ ଭାବବାଦୀମାନଙ୍କ ଓ ଗୀତସଂହିତାରେ ଧର୍ମଶାସ୍ତ୍ରରେ ମୋ' ବିଷୟରେ ଯାହା ଯାହା ଲେଖା ଅଛି, ସେହି ସବୁ ସଫଳ ହେବା ଆବଶ୍ୟକ, ମୁଁ ତୁମ୍ଭମାନଙ୍କ ସଙ୍ଗରେ ଥିବା ସମୟରେ ତୁମ୍ଭମାନଙ୍କୁ ଏହି ସମସ୍ତ କଥା କହିଥିଲି।
Acts 2:25 in Oriya 25 ଦାଉଦ ତ ତାହାଙ୍କ ବିଷୟରେ କହନ୍ତି, ମୁଁ ସର୍ବଦା ମୋହର ସମ୍ମୁଖରେ ପ୍ରଭୁଙ୍କୁ ଦର୍ଶନ କରୁଥିଲି, କାରଣ ମୁଁ ଯେପରି ବିଚଳିତ ନ ହୁଏ, ସେଥିପାଇଁ ସେ ମୋହର ଦକ୍ଷିଣ ପାର୍ଶ୍ୱରେ ଅଛନ୍ତି।
2 Peter 1:19 in Oriya 19 ଏଥିରେ ଭାବବାଣୀ ଆମ୍ଭମାନଙ୍କ ନିକଟରେ ଅଧିକ ଦୃଢ଼ ହୋଇଅଛି; ତୁମ୍ଭେମାନେ ତାହା ଅନ୍ଧକାରମୟ ସ୍ଥାନରେ ପ୍ରଜ୍ୱଳିତ ହେଉଥିବା ପ୍ରଦୀପ ସଦୃଶ ମନେ କରି ରାତ୍ରି ପାହାନ୍ତା ନ ହେବା ପର୍ଯ୍ୟନ୍ତ ଓ ତୁମ୍ଭମାନଙ୍କ ହୃଦୟରେ ପ୍ରଭାତୀତାରା ଉଦିତ ନ ହେବା ପର୍ଯ୍ୟନ୍ତ ତାହା ପ୍ରତି ମନୋଯୋଗ କଲେ ଭଲ ହେବ।