Isaiah 44:9 in Oriya 9 ଯେଉଁମାନେ ଖୋଦିତ ପ୍ରତିମା ନିର୍ମାଣ କରନ୍ତି, ସେମାନେ ସମସ୍ତେ ଅସାର ଓ ସେମାନଙ୍କର ମନୋହର ବିଷୟମାନ ଉପକାରକ ହେବ ନାହିଁ; ସେମାନେ ଯେପରି ଲଜ୍ଜିତ ହେବେ, ଏଥିପାଇଁ ସେମାନଙ୍କର ନିଜ ସାକ୍ଷୀଗଣ ଦେଖନ୍ତି ନାହିଁ, କିଅବା ଜାଣନ୍ତି ନାହିଁ।
Other Translations King James Version (KJV) They that make a graven image are all of them vanity; and their delectable things shall not profit; and they are their own witnesses; they see not, nor know; that they may be ashamed.
American Standard Version (ASV) They that fashion a graven image are all of them vanity; and the things that they delight in shall not profit; and their own witnesses see not, nor know: that they may be put to shame.
Bible in Basic English (BBE) Those who make a pictured image are all of them as nothing, and the things of their desire will be of no profit to them: and their servants see not, and have no knowledge; so they will be put to shame.
Darby English Bible (DBY) They that form a graven image are all of them vanity, and their delectable things are of no profit; and they are their own witnesses: they see not, nor know; -- that they may be ashamed.
World English Bible (WEB) Those who fashion an engraved image are all of them vanity; and the things that they delight in shall not profit; and their own witnesses don't see, nor know: that they may be disappointed.
Young's Literal Translation (YLT) Framers of a graven image `are' all of them emptiness, And their desirable things do not profit, And their own witnesses they `are', They see not, nor know, that they may be ashamed.
Cross Reference Deuteronomy 27:15 in Oriya 15 “ଯେଉଁ ମନୁଷ୍ୟ ସଦାପ୍ରଭୁଙ୍କ ଘୃଣିତ, ଶିଳ୍ପକରର ହସ୍ତକୃତ କୌଣସି ଖୋଦିତ କି ଛାଞ୍ଚରେ ଢଳା ପ୍ରତିମା ନିର୍ମାଣ କରି ଗୋପନରେ ସ୍ଥାପନ କରେ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ ଉତ୍ତର ଦେଇ କହିବେ, ‘ଆମେନ୍' (ଏହିପରି ହେଉ)।
Judges 10:14 in Oriya 14 ତୁମ୍ଭେମାନେ ଯେଉଁ ଦେବଗଣକୁ ମନୋନୀତ କରିଅଛ, ସେମାନଙ୍କ ନିକଟକୁ ଯାଇ କ୍ରନ୍ଦନ କର; ତୁମ୍ଭମାନଙ୍କ ସଙ୍କଟ ସମୟରେ ସେମାନେ ତୁମ୍ଭମାନଙ୍କୁ ଉଦ୍ଧାର କରନ୍ତୁ।
1 Kings 18:26 in Oriya 26 ତହୁଁ ସେମାନେ ଆପଣାମାନଙ୍କୁ ଦତ୍ତ ବୃଷ ନେଇ ତାହା ପ୍ରସ୍ତୁତ କଲେ, ପୁଣି, ପ୍ରାତଃକାଳରୁ ମଧ୍ୟାହ୍ନ ପର୍ଯ୍ୟନ୍ତ ବାଲ୍ ନାମରେ ଡାକି ପ୍ରାର୍ଥନା କରି କହିଲେ, “ହେ ବାଲ୍, ଆମ୍ଭମାନଙ୍କ କଥା ଶୁଣ।” ମାତ୍ର କୌଣସି ରବ ନୋହିଲା, ଅବା କେହି ଉତ୍ତର ଦେଲା ନାହିଁ। ତହିଁରେ ସେମାନେ ସେହି ନିର୍ମିତ ଯଜ୍ଞବେଦିର ଚାରିଆଡ଼େ ନାଚିଲେ।
Psalm 97:7 in Oriya 7 ଖୋଦିତ ପ୍ରତିମାଗଣର ସେବକ ସମସ୍ତେ ଓ ଦେବତାଗଣର ଦର୍ପକାରୀ ସମସ୍ତେ ଲଜ୍ଜିତ ହେଉନ୍ତୁ; ହେ ଦେବସବୁ, ତୁମ୍ଭେମାନେ ତାହାଙ୍କୁ ପ୍ରଣାମ କର।
Psalm 115:8 in Oriya 8 ସେମାନଙ୍କର ନିର୍ମାଣକାରୀମାନେ ଓ ସେମାନଙ୍କଠାରେ ନିର୍ଭରକାରୀମାନେ ସେମାନଙ୍କ ତୁଲ୍ୟ ହେବେ।
Psalm 135:18 in Oriya 18 ସେମାନଙ୍କର ନିର୍ମାଣକାରୀମାନେ ଓ ସେମାନଙ୍କ ଠାରେ ନିର୍ଭରକାରୀ ପ୍ରତ୍ୟେକେ ସେମାନଙ୍କ ତୁଲ୍ୟ ହେବେ।
Isaiah 2:20 in Oriya 20 ସଦାପ୍ରଭୁ ପୃଥିବୀକୁ ଅତିଶୟ କମ୍ପିତ କରିବା ପାଇଁ ଉଠିଲେ, ତାହାଙ୍କ ଭୟାନକତ୍ତ୍ୱ ଓ ତାହାଙ୍କ ମହିମାର ତେଜରୁ ଶୈଳର ଗହ୍ୱର ଓ ଶୈଳର ବିଦୀର୍ଣ୍ଣ ସ୍ଥାନରେ ପ୍ରବେଶ କରିବା ପାଇଁ;
Isaiah 37:18 in Oriya 18 ହେ ସଦାପ୍ରଭୁ, ଅଶୂରୀୟ ରାଜାମାନେ ସର୍ବଦେଶୀୟ ଲୋକମାନଙ୍କୁ, ସେମାନଙ୍କର ଦେଶକୁ ଉଚ୍ଛିନ୍ନ କରିଅଛନ୍ତି
Isaiah 41:24 in Oriya 24 ଦେଖ, ତୁମ୍ଭେମାନେ ଅକିଞ୍ଚିତ ଓ ତୁମ୍ଭମାନଙ୍କର କାର୍ଯ୍ୟ କିଛି ହିଁ ନୁହେଁ; ଯେଉଁ ଲୋକ ତୁମ୍ଭମାନଙ୍କୁ ମନୋନୀତ କରେ, ସେ ଘୃଣାସ୍ପଦ।
Isaiah 41:29 in Oriya 29 ଦେଖ, ସେସମସ୍ତେ, ସେମାନଙ୍କର କର୍ମସବୁ ଅସାର ଓ ଅବସ୍ତୁ ମାତ୍ର; ସେମାନଙ୍କର ଛାଞ୍ଚରେ ଢଳା ପ୍ରତିମାଗଣ ବାୟୁ ଓ ଶୂନ୍ୟ ମାତ୍ର।
Isaiah 42:18 in Oriya 18 ହେ ବଧିରମାନେ, ଶୁଣ; ହେ ଅନ୍ଧମାନେ, ତୁମ୍ଭେମାନେ ଦେଖିବା ପାଇଁ ଅନାଅ।
Isaiah 43:8 in Oriya 8 ଚକ୍ଷୁ ଥାଇ ଅନ୍ଧ ଓ କର୍ଣ୍ଣ ଥାଇ ବଧିର, ଏହି ଲୋକଙ୍କୁ ବାହାର କରି ଆଣ।
Isaiah 44:18 in Oriya 18 ସେମାନେ ଜାଣନ୍ତି ନାହିଁ, କିଅବା ବିବେଚନା କରନ୍ତି ନାହିଁ, କାରଣ ସେମାନେ ଯେପରି ଦେଖି ନ ପାରିବେ, ଏଥିପାଇଁ ସେମାନଙ୍କର ଚକ୍ଷୁ ଓ ସେମାନେ ଯେପରି ବୁଝି ନ ପାରିବେ, ଏଥିପାଇଁ ସେମାନଙ୍କର ଚିତ୍ତ ସେ ମୁଦ୍ରିତ କରିଅଛନ୍ତି।
Isaiah 44:20 in Oriya 20 ସେ ଭସ୍ମ ଭୋଜନ କରେ; ସେ ଯେପରି ଆପଣା ପ୍ରାଣ ଉଦ୍ଧାର କରି ନ ପାରେ, କିଅବା ଆମ୍ଭ ଡାହାଣ ହସ୍ତରେ କି ମିଥ୍ୟା ନାହିଁ, ଏହା କହି ନ ପାରେ, ଏଥିପାଇଁ ଭ୍ରାନ୍ତ ଚିତ୍ତ ତାହାକୁ ବିପଥଗାମୀ କରିଅଛି।”
Isaiah 45:20 in Oriya 20 ହେ ନାନା ଗୋଷ୍ଠୀ ମଧ୍ୟରୁ ରକ୍ଷାପ୍ରାପ୍ତ ଲୋକମାନେ, ତୁମ୍ଭେମାନେ ଏକତ୍ର ହୋଇ ଆସ, ଏକ ସଙ୍ଗେ ନିକଟକୁ ଆସ; ଯେଉଁମାନେ ଆପଣାମାନଙ୍କ ଖୋଦିତ ପ୍ରତିମାର କାଷ୍ଠ ବୋହି ବୁଲନ୍ତି ଓ ପରିତ୍ରାଣ କରିବାକୁ ଅସମର୍ଥ ଦେବତା ନିକଟରେ ପ୍ରାର୍ଥନା କରନ୍ତି, ସେମାନଙ୍କର କିଛି ଜ୍ଞାନ ନାହିଁ।
Isaiah 46:1 in Oriya 1 ବେଲ୍ ଦେବତା ଅବନତ ହୁଏ, ନବୋ ନତ ହୁଏ; ସେମାନଙ୍କ ପ୍ରତିମାଗଣ ଜନ୍ତୁ ଓ ପଶୁମାନଙ୍କ ଉପରେ ଥୁଆ ଯାଇଅଛନ୍ତି; ଯେଉଁ ଦ୍ରବ୍ୟମାନ ତୁମ୍ଭେମାନେ ବୋହି କରି ବୁଲିଲ, ତାହା ବୋଝ ହୋଇଅଛି, କ୍ଳାନ୍ତ ପଶୁ ପ୍ରତି ଭାର ହୋଇଅଛି।
Isaiah 46:6 in Oriya 6 ସେମାନେ ତୋଡ଼ାରୁ ସୁନା ଢାଳନ୍ତି ଓ ନିକ୍ତିରେ ରୂପା ତୌଲନ୍ତି, ସେମାନେ ସୁନାରୀକୁ ମୂଲ ଲଗାନ୍ତି ଓ ସେ ଗୋଟିଏ ଦେବତା ନିର୍ମାଣ କରେ; ସେମାନେ ଦଣ୍ଡବତ କରି ପୂଜା କରନ୍ତି।
Jeremiah 2:11 in Oriya 11 ଦେବତାମାନେ ଈଶ୍ୱର ନୋହିଲେ ହେଁ କୌଣସି ଦେଶୀୟ ଲୋକେ କି ଆପଣା ଦେବତାମାନଙ୍କୁ ବଦଳ କରିଅଛନ୍ତି ? ମାତ୍ର ଆମ୍ଭର ଲୋକମାନେ ନିଷ୍ଫଳ ବସ୍ତୁ ନିମନ୍ତେ ଆପଣାମାନଙ୍କର ଗୌରବସ୍ୱରୂପଙ୍କୁ ବଦଳ କରିଅଛନ୍ତି।”
Jeremiah 2:27 in Oriya 27 ସେମାନେ ଖଣ୍ଡେ କାଠମୁଣ୍ଡାକୁ କହନ୍ତି, “ତୁମ୍ଭେ ଆମ୍ଭର ପିତା” ଓ ପଥରକୁ କହନ୍ତି, “ତୁମ୍ଭେ ଆମ୍ଭକୁ ଜନ୍ମ କରିଅଛ,” ସେମାନେ ଆମ୍ଭ ଆଡ଼କୁ ମୁଖ ନ ଫେରାଇ ଆପଣା ଆପଣା ପିଠି ଫେରାଇ ଅଛନ୍ତି; ବିପଦ ସମୟରେ ସେମାନେ କହିବେ, “ତୁମ୍ଭେ ଉଠ, ଆମ୍ଭମାନଙ୍କୁ ଉଦ୍ଧାର କର।”
Jeremiah 10:3 in Oriya 3 ଅନ୍ୟ ଦେଶୀୟମାନଙ୍କର ବିଧିସକଳ ଅସାର; ଯେହେତୁ ବନରୁ ଜଣେ ବୃକ୍ଷ ଛେଦନ କରେ, ତାହା ଅସ୍ତ୍ର ଦ୍ୱାରା କାରିଗରର ହସ୍ତକୃତ କର୍ମ।
Jeremiah 10:14 in Oriya 14 ପ୍ରତ୍ୟେକ ମନୁଷ୍ୟ ପଶୁବତ୍ ଓ ଜ୍ଞାନହୀନ ହୋଇଅଛି; ପ୍ରତ୍ୟେକ ସ୍ୱର୍ଣ୍ଣକାର ଆପଣା ଖୋଦିତ ପ୍ରତିମା ଦ୍ୱାରା ଲଜ୍ଜିତ ହୋଇଅଛି; କାରଣ ତାହାର ଢଳା ପ୍ରତିମା ମିଥ୍ୟା ଓ ସେମାନଙ୍କଠାରେ ପ୍ରାଣବାୟୁ ନାହିଁ।
Jeremiah 14:22 in Oriya 22 ଅନ୍ୟ ଦେଶୀୟମାନଙ୍କର ଅସାର ଦେବତାଗଣ ମଧ୍ୟରେ ଯେ ବୃଷ୍ଟି କରାଇପାରେ, ଏପରି କି କେହି ଅଛି ? ଅଥବା ଆକାଶମଣ୍ଡଳ କି ବୃଷ୍ଟିଦାନ କରି ପାରେ ? ହେ ସଦାପ୍ରଭୁ, ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭେ ହିଁ କି ସେହି ବୃଷ୍ଟିଦାତା ନୁହଁ ? ଏନିମନ୍ତେ ଆମ୍ଭେମାନେ ତୁମ୍ଭ ଅପେକ୍ଷାରେ ରହିବା; କାରଣ ତୁମ୍ଭେ ଏହିସବୁର ଉତ୍ପାଦନ କରିଅଛ।
Jeremiah 16:19 in Oriya 19 ହେ ମୋର ବଳ, ମୋର ଦୃଢ଼ ଦୁର୍ଗ ଓ ବିପଦ ସମୟରେ ମୋର ଆଶ୍ରୟସ୍ୱରୂପ ସଦାପ୍ରଭୁ, ପୃଥିବୀର ପ୍ରାନ୍ତସକଳରୁ ନାନା ଦେଶୀୟମାନେ ତୁମ୍ଭ ନିକଟକୁ ଆସି କହିବେ, “ଆମ୍ଭମାନଙ୍କର ପୂର୍ବପୁରୁଷମାନେ କେବଳ ମିଥ୍ୟା, ଅର୍ଥାତ୍, ଅସାର ଓ ନିଷ୍ଫଳ ବସ୍ତୁ ଅଧିକାର କରିଅଛନ୍ତି।”
Daniel 5:23 in Oriya 23 ମାତ୍ର ସ୍ୱର୍ଗର ଅଧିପତିଙ୍କ ବିରୁଦ୍ଧରେ ଆପଣାକୁ ଉନ୍ନତ କରିଅଛନ୍ତି ଓ ତାହାଙ୍କ ଗୃହର ନାନା ପାତ୍ର ଆପଣଙ୍କ ସମ୍ମୁଖକୁ ଅଣାଯା'ନ୍ତେ, ଆପଣ ଓ ଆପଣଙ୍କ ଅମାତ୍ୟଗଣ, ଆପଣଙ୍କର ପତ୍ନୀଗଣ ଓ ଆପଣଙ୍କ ଉପପତ୍ନୀଗଣ ସେହିସବୁ ପାତ୍ରରେ ଦ୍ରାକ୍ଷାରସ ପାନ କରିଅଛନ୍ତି; ପୁଣି ରୂପାର, ସୁନାର, ପିତ୍ତଳର, ଲୁହାର, କାଠର ଓ ପଥରର ଯେଉଁ ଦେବଗଣ ଦେଖନ୍ତି ନାହିଁ, କି ଶୁଣନ୍ତି ନାହିଁ, କି ଜାଣନ୍ତି ନାହିଁ, ସେମାନଙ୍କ ପ୍ରଶଂସା ଆପଣ କରିଅଛନ୍ତି; ପୁଣି, ଆପଣଙ୍କର ନିଃଶ୍ୱାସ ଯାହାଙ୍କର ହସ୍ତଗତ ଓ ଆପଣଙ୍କର ସକଳ ପଥ ଯାହାଙ୍କର ଅଧୀନ, ଆପଣ ସେହି ପରମେଶ୍ୱରଙ୍କର ଗୌରବ କରି ନାହାନ୍ତି।
Daniel 11:38 in Oriya 38 ମାତ୍ର ଆପଣା ସ୍ଥାନରେ ସେ ଦୁର୍ଗର ଦେବତାକୁ ସମ୍ମାନ କରିବ ଓ ତାହାର ପିତୃଗଣର ଅଜ୍ଞାତ ଦେବତାକୁ ସୁନା, ରୂପା, ବହୁମୂଲ୍ୟ ପ୍ରସ୍ତର ଓ ମନୋହର ଦ୍ରବ୍ୟ ଦେଇ ସମ୍ମାନ କରିବ।
Hosea 8:4 in Oriya 4 ସେମାନେ ରାଜାଗଣକୁ ନିଯୁକ୍ତ କରିଅଛନ୍ତି, ମାତ୍ର ଆମ୍ଭ ଦ୍ୱାରା ନୁହେଁ; ସେମାନେ ଅଧିପତିଗଣ ନିଯୁକ୍ତ କରିଅଛନ୍ତି, ମାତ୍ର ଆମ୍ଭେ ତାହା ଜାଣିଲୁ ନାହିଁ। ସେମାନେ ଯେପରି ଉଚ୍ଛିନ୍ନ ହେବେ, ଏଥିପାଇଁ ଆପଣା ନିମନ୍ତେ ରୂପା ଓ ସୁନାରେ ସେମାନେ ପ୍ରତିମାଗଣ ନିର୍ମାଣ କରିଅଛନ୍ତି।”
Habakkuk 2:18 in Oriya 18 ଖୋଦିତ ପ୍ରତିମାରେ କି ଲାଭ ଯେ, ତହିଁର ନିର୍ମାଣକର୍ତ୍ତା ତାହା ଖୋଦନ କରେ ? ଛାଞ୍ଚରେ ଢଳା ପ୍ରତିମାରେ ଓ ମିଥ୍ୟା ଶିକ୍ଷକରେ କି ଲାଭ ଯେ, ଆପଣାର ନିର୍ମିତ ବସ୍ତୁର ନିର୍ମାଣକାରୀ ତହିଁରେ ବିଶ୍ୱାସ କରି ମୂକ ଦେବତା ନିର୍ମାଣ କରେ ?
Romans 1:22 in Oriya 22 ନିଜ ନିଜକୁ ଜ୍ଞାନୀ ବୋଲି ମନେ କରି ସେମାନେ ମୂର୍ଖ ହେଲେ,
1 Corinthians 8:4 in Oriya 4 ଏଣୁ ଦେବପ୍ରସାଦ ଭୋଜନ ବିଷୟରେ ଆମ୍ଭେମାନେ ଜାଣୁ ଯେ, ଜଗତରେ ଦେବତା ବୋଲି କିଛି ନାହିଁ, ଆଉ ଏକ ଈଶ୍ୱର ବିନା ଦ୍ୱିତୀୟ ନାହିଁ।
2 Corinthians 4:4 in Oriya 4 ଇଶ୍ବରଙ୍କ ପ୍ରତିମୂର୍ତ୍ତି ଯେ ଖ୍ରୀଷ୍ଟ ତାହାଙ୍କ ଗୌରବମୟ ସୁସମାଚାରର ଆଲୋକ ଯେପରି ଏହି ପ୍ରକାର ଲୋକଙ୍କ ପ୍ରତି ପ୍ରକାଶିତ ନ ହୁଏ, ଏଥି ନିମନ୍ତେ ଏହି ଜଗତ୍ପତି ଅବିଶ୍ୱାସୀମାନଙ୍କର ଜ୍ଞାନଚକ୍ଷୁ ଅନ୍ଧ କରିଅଛି।
Ephesians 4:18 in Oriya 18 ସେମାନେ ଆପଣାମାନଙ୍କ ଠାରେ ଥିବା ମୁର୍ଖତା ହେତୁ ଓ ନିଜ ନିଜ ହୃଦୟର ଜଡତା ହେତୁ ଆପଣା ଆପଣା ବୁଦ୍ଧିରେ ଅନ୍ଧକାରାଚ୍ଛନ୍ନ ପୁଣି, ଈଶ୍ୱରଙ୍କଠାରୁ ବିଛିନ୍ନ ହୋଇଅଛନ୍ତି;
Ephesians 5:8 in Oriya 8 କାରଣ ତୁମ୍ଭେମାନେ ପୂର୍ବେ ଅନ୍ଧକାର ସ୍ଵରୂପ ଥିଲ, କିନ୍ତୁ ଏବେ ପ୍ରଭୁଙ୍କ ସହଭାଗିତାରେ ଆଲୋକ ସ୍ଵରୂପ ହୋଇଅଛ; ଆଲୋକର ସନ୍ତାନମାନଙ୍କ ପରି ଆଚରଣ କର,