Isaiah 45:11 in Oriya 11 ସଦାପ୍ରଭୁ, ଇସ୍ରାଏଲର ଧର୍ମସ୍ୱରୂପ ଓ ତାହାର ନିର୍ମାଣକର୍ତ୍ତା ଏହି କଥା କହନ୍ତି, ଆଗାମୀ ଘଟଣାର ବିଷୟ ଆମ୍ଭକୁ ପଚାର; ତୁମ୍ଭେମାନେ ଆମ୍ଭ ସନ୍ତାନଗଣର ବିଷୟରେ ଓ ଆମ୍ଭ ହସ୍ତକୃତ କର୍ମ ବିଷୟରେ ଆମ୍ଭକୁ ଆଦେଶ ଦିଅ।
Other Translations King James Version (KJV) Thus saith the LORD, the Holy One of Israel, and his Maker, Ask me of things to come concerning my sons, and concerning the work of my hands command ye me.
American Standard Version (ASV) Thus saith Jehovah, the Holy One of Israel, and his Maker: Ask me of the things that are to come; concerning my sons, and concerning the work of my hands, command ye me.
Bible in Basic English (BBE) The Lord, the Holy One of Israel, and his Maker, says, Will you put a question to me about the things which are to come, or will you give me orders about my sons, and the work of my hands?
Darby English Bible (DBY) Thus saith Jehovah, the Holy One of Israel, and his Maker: Ask me of the things to come; concerning my sons, and concerning the work of my hands, command ye me.
World English Bible (WEB) Thus says Yahweh, the Holy One of Israel, and his Maker: Ask me of the things that are to come; concerning my sons, and concerning the work of my hands, command you me.
Young's Literal Translation (YLT) Thus said Jehovah, The Holy One of Israel, and his Former: Ask Me of the things coming concerning My sons, Yea, concerning the work of My hands, ye command Me.'
Cross Reference Genesis 32:26 in Oriya 26 ଏଥିଉତ୍ତାରେ ସେହି ପୁରୁଷ କହିଲେ, “ଆମ୍ଭକୁ ଛାଡ଼,” କାରଣ ପ୍ରଭାତ ହେଲା। ତହୁଁ ଯାକୁବ କହିଲା, “ତୁମ୍ଭେ ମୋତେ ଆଶୀର୍ବାଦ ନ କଲେ, ମୁଁ ତୁମ୍ଭଙ୍କୁ ଛାଡ଼ିବି ନାହିଁ।”
Joshua 10:12 in Oriya 12 ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରେ ଇମୋରୀୟମାନଙ୍କୁ ସମର୍ପଣ କରିବା ଦିନ ଯିହୋଶୂୟ ସଦାପ୍ରଭୁଙ୍କୁ କହିଲେ; ପୁଣି ସେ ଇସ୍ରାଏଲଙ୍କ ସାକ୍ଷାତରେ କହିଲେ, ସୂର୍ଯ୍ୟ, ଗିବିୟୋନ୍ ଉପରେ ତୁମ୍ଭେ ସ୍ତବ୍ଧ ହୁଅ; ଆଉ ଚନ୍ଦ୍ର, ତୁମ୍ଭେ ଅୟାଲୋନ୍ର ତଳ ଭୂମିରେ (ସ୍ତବ୍ଧ ହୁଅ)।
Judges 16:23 in Oriya 23 ଏଥିଉତ୍ତାରେ ପଲେଷ୍ଟୀୟ ଅଧିପତିମାନେ ଆପଣାମାନଙ୍କ ଦେବତା ଦାଗୋନ୍ ଉଦ୍ଦେଶ୍ୟରେ ମହାଯଜ୍ଞ କରି ଆନନ୍ଦ କରିବାକୁ ଏକତ୍ରିତ ହେଲେ। କାରଣ ସେମାନେ କହିଲେ, ଆମ୍ଭମାନଙ୍କ ଦେବତା ଆମ୍ଭମାନଙ୍କ ଶତ୍ରୁ ଶାମ୍ଶୋନ୍କୁ ଆମ୍ଭମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି।
Isaiah 19:25 in Oriya 25 କାରଣ ସୈନ୍ୟାଧିପତି ସଦାପ୍ରଭୁ ସେମାନଙ୍କୁ ଆଶୀର୍ବାଦ କରି କହିଅଛନ୍ତି, “ଆମ୍ଭର ଲୋକ ମିସର, ଆମ୍ଭର ହସ୍ତକୃତ କର୍ମ ଅଶୂର ଓ ଆମ୍ଭର ଅଧିକାର ଇସ୍ରାଏଲ ଆଶୀର୍ବାଦଯୁକ୍ତ ହେଉନ୍ତୁ।”
Isaiah 29:23 in Oriya 23 ମାତ୍ର ଯେତେବେଳେ ସେ ଆମ୍ଭର ହସ୍ତକୃତ କର୍ମ ସ୍ୱରୂପ ତାହାର ସନ୍ତାନଗଣକୁ ଆପଣା ମଧ୍ୟରେ ଦେଖିବ, ସେତେବେଳେ ସେମାନେ ଆମ୍ଭ ନାମକୁ ପବିତ୍ର କରି ମାନିବେ; ହଁ, ସେମାନେ ଯାକୁବର ଧର୍ମସ୍ୱରୂପଙ୍କୁ ପବିତ୍ର ବୋଲି ମାନିବେ ଓ ଇସ୍ରାଏଲର ପରମେଶ୍ୱରଙ୍କୁ ସମ୍ଭ୍ରମ କରିବେ।
Isaiah 43:3 in Oriya 3 କାରଣ ଆମ୍ଭେ ସଦାପ୍ରଭୁ, ତୁମ୍ଭ ପରମେଶ୍ୱର, ଇସ୍ରାଏଲର ଧର୍ମସ୍ୱରୂପ, ତୁମ୍ଭର ତ୍ରାଣକର୍ତ୍ତା ଅଟୁ; ଆମ୍ଭେ ତୁମ୍ଭ ମୁକ୍ତିର ମୂଲ୍ୟ ସ୍ୱରୂପେ ମିସର ଓ ତୁମ୍ଭ ପରିବର୍ତ୍ତେ କୂଶ୍ ଓ ଶିବା ଦେଶ ଦେଇଅଛୁ।
Isaiah 43:7 in Oriya 7 ଆମ୍ଭ ନାମରେ ଖ୍ୟାତ ଓ ଯାହାକୁ ଆମ୍ଭେ ଆପଣା ଗୌରବାର୍ଥେ ସୃଷ୍ଟି କରିଅଛୁ, ଏପରି ପ୍ରତ୍ୟେକ ଲୋକକୁ ଆଣ; ଆମ୍ଭେ ତାହାକୁ ଗଢ଼ିଅଛୁ; ହଁ, ଆମ୍ଭେ ତାହାକୁ ନିର୍ମାଣ କରିଅଛୁ।
Isaiah 43:15 in Oriya 15 ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ଧର୍ମସ୍ୱରୂପ, ଇସ୍ରାଏଲର ସୃଷ୍ଟିକର୍ତ୍ତା, ତୁମ୍ଭମାନଙ୍କର ରାଜା ଅଟୁ।”
Isaiah 43:21 in Oriya 21 ସେହି ଲୋକମାନଙ୍କୁ ଆମ୍ଭେ ଆପଣା ପ୍ରଶଂସା ବର୍ଣ୍ଣନା କରିବା ନିମନ୍ତେ ସୃଷ୍ଟି କରିଅଛୁ।
Isaiah 48:17 in Oriya 17 ସଦାପ୍ରଭୁ ତୁମ୍ଭର ମୁକ୍ତିଦାତା, ଇସ୍ରାଏଲର ଧର୍ମସ୍ୱରୂପ, ଏହି କଥା କହନ୍ତି; “ଆମ୍ଭେ ସଦାପ୍ରଭୁ, ତୁମ୍ଭ ପରମେଶ୍ୱର, ତୁମ୍ଭକୁ ଉପକାରଜନକ ଶିକ୍ଷା ଦେଉ, ତୁମ୍ଭର ଗନ୍ତବ୍ୟ ପଥରେ ତୁମ୍ଭକୁ ଗମନ କରାଉ।
Isaiah 60:21 in Oriya 21 ମଧ୍ୟ ତୁମ୍ଭର ଲୋକ ସମସ୍ତେ ଧାର୍ମିକ ହେବେ, ସେମାନେ ଅନନ୍ତକାଳ ପର୍ଯ୍ୟନ୍ତ ଦେଶ ଅଧିକାର କରିବେ, ସେମାନେ ଆମ୍ଭର ଗୌରବାର୍ଥେ ଆମ୍ଭର ରୋପିତ ଶାଖା ଓ ଆମ୍ଭର ହସ୍ତକୃତ କର୍ମ ଅଟନ୍ତି।
Isaiah 64:8 in Oriya 8 ମାତ୍ର ଏବେ ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କର ପିତା ଅଟ; ଆମ୍ଭେମାନେ ମୃତ୍ତିକା, ତୁମ୍ଭେ ଆମ୍ଭମାନଙ୍କର କୁମ୍ଭକାର; ପୁଣି, ଆମ୍ଭେ ସମସ୍ତେ ତୁମ୍ଭର ହସ୍ତକୃତ କର୍ମ।
Jeremiah 3:19 in Oriya 19 ମାତ୍ର ଆମ୍ଭେ କହିଲୁ, “ଆମ୍ଭ ସନ୍ତାନଗଣ ମଧ୍ୟରେ କିପରି ତୁମ୍ଭକୁ ସ୍ଥାନ ଦେବା ଓ ମନୋରମ ଏକ ଦେଶ, ନାନା ଦେଶୀୟମାନଙ୍କର ପରମ ରତ୍ନ ସ୍ୱରୂପ ଏକ ଅଧିକାର ତୁମ୍ଭକୁ ଦାନ କରିବା ?” ପୁଣି, ଆମ୍ଭେ କହିଲୁ, “ତୁମ୍ଭେମାନେ ଆମ୍ଭକୁ ହେ ମୋର ପିତଃ ବୋଲି ଡାକିବ ଓ ଆମ୍ଭ ପଶ୍ଚାଦ୍ଗମନରୁ ବିମୁଖ ହେବ ନାହିଁ।”
Jeremiah 31:1 in Oriya 1 ସଦାପ୍ରଭୁ କହନ୍ତି, “ସେହି ସମୟରେ ଆମ୍ଭେ ଇସ୍ରାଏଲର ସମୁଦାୟ ଗୋଷ୍ଠୀର ପରମେଶ୍ୱର ହେବା ଓ ସେମାନେ ଆମ୍ଭର ଲୋକ ହେବେ।”
Jeremiah 31:9 in Oriya 9 ସେମାନେ କ୍ରନ୍ଦନ କରୁ କରୁ ଆମ୍ଭ ଦ୍ୱାରା ଆନୀତ ହେବେ, ଆମ୍ଭେ ସେମାନଙ୍କୁ ସଜଳ ନଦୀମାନର ନିକଟ ଦେଇ ସଳଖ ପଥରେ ଗମନ କରାଇବା, ସେ ପଥରେ ସେମାନେ ଝୁଣ୍ଟିବେ ନାହିଁ; କାରଣ ଆମ୍ଭେ ଇସ୍ରାଏଲର ପିତା ଓ ଇଫ୍ରୟିମ ଆମ୍ଭର ପ୍ରଥମଜାତ ସନ୍ତାନ।”
Jeremiah 33:3 in Oriya 3 ତୁମ୍ଭେ ଆମ୍ଭ ନିକଟରେ ପ୍ରାର୍ଥନା କର, ତହିଁରେ ଆମ୍ଭେ ତୁମ୍ଭକୁ ଉତ୍ତର ଦେବା, ପୁଣି ତୁମ୍ଭର ଅଜ୍ଞାତ ମହତ ଓ ଦୁଷ୍କର ବିଷୟମାନ ତୁମ୍ଭକୁ ଦେଖାଇବା।'
Ezekiel 36:37 in Oriya 37 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତଥାପି ଆମ୍ଭେ ଯେପରି ଇସ୍ରାଏଲ ବଂଶ ପକ୍ଷରେ ଏହା ସଫଳ କରିବା, ଏଥିପାଇଁ ଆମ୍ଭ ନିକଟରେ ସେମାନଙ୍କୁ ପ୍ରାର୍ଥନା କରିବାକୁ ହେବ; ଆମ୍ଭେ ପଲପରି ସେମାନଙ୍କର ପୁରୁଷଗଣଙ୍କୁ ବୃଦ୍ଧି କରିବା।
Ezekiel 39:7 in Oriya 7 ଆଉ, ଆମ୍ଭେ ଆମ୍ଭର ଇସ୍ରାଏଲ ଲୋକଙ୍କ ମଧ୍ୟରେ ଆପଣା ପବିତ୍ର ନାମ ଜ୍ଞାତ କରାଇବା ଓ ଆମ୍ଭର ପବିତ୍ର ନାମ ଆଉ ଅପବିତ୍ରୀକୃତ ହେବାକୁ ଦେବା ନାହିଁ, ତହିଁରେ ଆମ୍ଭେ ଯେ ଇସ୍ରାଏଲ ମଧ୍ୟରେ ପବିତ୍ର ସଦାପ୍ରଭୁ ଅଟୁ, ଏହା ଗୋଷ୍ଠୀୟମାନେ ଜାଣିବେ।
Daniel 2:18 in Oriya 18 ଏଥିପାଇଁ ଏହି ନିଗୂଢ଼ ବିଷୟରେ ସ୍ୱର୍ଗସ୍ଥ ପରମେଶ୍ୱରଙ୍କର ଅନୁଗ୍ରହ ପ୍ରାର୍ଥନା କରିବା ପାଇଁ ଆପଣା ସଙ୍ଗୀ ହନାନୀୟ, ମିଶାୟେଲ ଓ ଅସରୀୟକୁ ସେହି ବୃତ୍ତାନ୍ତ ଜଣାଇଲେ।
Daniel 9:2 in Oriya 2 ତାହାର ଶାସନ କାଳର ପ୍ରଥମ ବର୍ଷରେ ମୁଁ, ଦାନିୟେଲ, ଶାସ୍ତ୍ର ଦ୍ୱାରା ବର୍ଷର ସଂଖ୍ୟା, ଅର୍ଥାତ୍, ଯିରୂଶାଲମର ଉଚ୍ଛିନ୍ନତାର ସମୟ ସତୁରି ବର୍ଷ ହେବା ବିଷୟରେ ସଦାପ୍ରଭୁଙ୍କର ଯେଉଁ ବାକ୍ୟ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କର ନିକଟରେ ଉପସ୍ଥିତ ହୋଇଥିଲା, ତାହା ମୁଁ ବୁଝିଲି।
Daniel 9:24 in Oriya 24 ଆଜ୍ଞା ଲଙ୍ଘନ ସମାପ୍ତ କରିବାକୁ ଓ ପାପର ଶେଷ କରିବାକୁ ଓ ଅଧର୍ମର ପ୍ରାୟଶ୍ଚିତ୍ତ କରିବାକୁ, ଆଉ ଅନନ୍ତକାଳସ୍ଥାୟୀ ଧର୍ମ ଆଣିବାକୁ, ପୁଣି ଦର୍ଶନ ଓ ଭବିଷ୍ୟଦ୍ବାକ୍ୟ ମୁଦ୍ରାଙ୍କିତ କରିବାକୁ ଓ ପବିତ୍ରତମଙ୍କୁ ଅଭିଷିକ୍ତ କରିବାକୁ ତୁମ୍ଭ ଲୋକଙ୍କର ଓ ତୁମ୍ଭ ପବିତ୍ର ନଗର ନିମନ୍ତେ ସତୁରି ସପ୍ତାହ ନିରୂପିତ ହୋଇଅଛି।
Hosea 1:10 in Oriya 10 ତଥାପି ଇସ୍ରାଏଲ ସନ୍ତାନଗଣର ସଂଖ୍ୟା ସମୁଦ୍ରର ବାଲୁକା ତୁଲ୍ୟ ଅପରିମେୟ ଓ ଅସଂଖ୍ୟ ହେବ; ପୁଣି, ଯେଉଁ ସ୍ଥଳରେ ସେମାନଙ୍କୁ, “ତୁମ୍ଭେମାନେ ଆମ୍ଭର ଲୋକ ନୁହଁ” ବୋଲି କୁହା ଯାଇଥିଲା, ସେହି ସ୍ଥଳରେ ସେମାନଙ୍କୁ କୁହାଯିବ ଯେ, “ତୁମ୍ଭେମାନେ ଜୀବିତ ପରମେଶ୍ୱରଙ୍କର ସନ୍ତାନଗଣ ଅଟ।”
Hosea 12:4 in Oriya 4 ହଁ, ସେ ଦୂତ ଉପରେ ବଳବାନ ହୋଇ ଜୟ କଲା; ସେ କ୍ରନ୍ଦନ କରି ତାହାଙ୍କ ନିକଟରେ ବିନତି କଲା; ସେ ବୈଥେଲରେ ତାହାଙ୍କ ଉଦ୍ଦେଶ୍ୟ ପାଇଲା, ଆଉ ସେଠାରେ ସେ ଆମ୍ଭମାନଙ୍କ ସହିତ କଥା କହିଲେ।
Mark 11:24 in Oriya 24 ଅତଏବ, ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭେମାନେ ଯାହା ଯାହା ପ୍ରାର୍ଥନା କର ଓ ମାଗ, ସେ ସବୁ ପାଇଅଛ ବୋଲି ବିଶ୍ୱାସ କର, ସେଥିରେ ସେହି ସବୁ ପାଇବ।
Romans 9:4 in Oriya 4 ସେମାନେ ତ ଇସ୍ରାଏଲୀୟ; ପୁତ୍ରତ୍ୱ, ଗୌରବ, ନିୟମସମୂହ, ମୋଶାଙ୍କ ବ୍ୟବସ୍ଥାପ୍ରଦାନ, ଉପାସନା ଓ ପ୍ରତିଜ୍ଞାସମୂହ ସେମାନଙ୍କର;
2 Corinthians 6:18 in Oriya 18 ଆମ୍ଭେ ତୁମ୍ଭମାନଙ୍କର ପିତା ହେବା, ପୁଣି,ତୁମ୍ଭେମାନେ ଆମ୍ଭର ପୁତ୍ରକନ୍ୟା ହେବ, ଏହା ସର୍ବଶକ୍ତିମାନ ପ୍ରଭୁ କହନ୍ତି।
Galatians 3:26 in Oriya 26 କାରଣ ତୁମ୍ଭେମାନେ ସମସ୍ତେ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା ଈଶ୍ୱରଙ୍କର ସନ୍ତାନ ହୋଇଅଛ;
Ephesians 2:10 in Oriya 10 କାରଣ ଆମ୍ଭେମାନେ ତାହାଙ୍କ ରଚନା, ଯେ ସମସ୍ତ ସତକାର୍ଯ୍ୟ ଆମ୍ଭେମାନେ କରିବୁ ବୋଲି ଈଶ୍ୱର ପୁର୍ବରୁ ପ୍ରସ୍ତୁତ କରିଥିଲେ, ଆଚରଣରେ ସେହି ସବୁ ସାଧନ କରିବା ନିମନ୍ତେ ଖ୍ରୀଷ୍ଟ ଯୀଶୁଙ୍କଠାରେ ସୃଷ୍ଟ।