Isaiah 45:19 in Oriya 19 ଆମ୍ଭେ ଗୋପନରେ ଅନ୍ଧକାରମୟ ଦେଶର କୌଣସି ସ୍ଥାନରେ କହି ନାହୁଁ; ତୁମ୍ଭେମାନେ ବୃଥାରେ ଆମ୍ଭର ଅନ୍ୱେଷଣ କର, ଏହା ଆମ୍ଭେ ଯାକୁବ ବଂଶକୁ କହି ନାହୁଁ, ଆମ୍ଭେ ସଦାପ୍ରଭୁ ଧର୍ମବାଦୀ, ଆମ୍ଭେ ସଠିକ କଥା ପ୍ରକାଶ କରୁ।
Other Translations King James Version (KJV) I have not spoken in secret, in a dark place of the earth: I said not unto the seed of Jacob, Seek ye me in vain: I the LORD speak righteousness, I declare things that are right.
American Standard Version (ASV) I have not spoken in secret, in a place of the land of darkness; I said not unto the seed of Jacob, Seek ye me in vain: I, Jehovah, speak righteousness, I declare things that are right.
Bible in Basic English (BBE) I have not given my word in secret, in a place in the underworld; I did not say to the seed of Jacob, Go into a waste land to make request of me: I the Lord say what is true, my word is righteousness.
Darby English Bible (DBY) I have not spoken in secret, in a dark place of the earth; I said not unto the seed of Jacob, Seek me in vain: I [am] Jehovah, speaking righteousness, declaring things which are right.
World English Bible (WEB) I have not spoken in secret, in a place of the land of darkness; I didn't say to the seed of Jacob, Seek you me in vain: I, Yahweh, speak righteousness, I declare things that are right.
Young's Literal Translation (YLT) Not in secret have I spoken, in a dark place of the earth, I have not said to the seed of Jacob, In vain seek ye Me, I `am' Jehovah, speaking righteousness, Declaring uprightness.
Cross Reference Numbers 23:19 in Oriya 19 ପରମେଶ୍ୱର ମନୁଷ୍ୟ ନୁହଁନ୍ତି ଯେ, ସେ ମିଥ୍ୟା କହିବେ; କିଅବା ସେ ମନୁଷ୍ୟର ସନ୍ତାନ ନୁହଁନ୍ତି ଯେ, ସେ ଅନୁତାପ କରିବେ; ସେ କହିଅଛନ୍ତି, ଆଉ ସେ କି ତାହା କରିବେ ନାହିଁ ? ସେ କହିଅଛନ୍ତି, ଆଉ ତାହା କି ସେ ସିଦ୍ଧ କରିବେ ନାହିଁ ?
Deuteronomy 29:29 in Oriya 29 ଗୁପ୍ତ ବିଷୟ ସବୁ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଅଧିକାର; ମାତ୍ର ଆମ୍ଭେମାନେ ଯେପରି ଏହି ବ୍ୟବସ୍ଥାର ସବୁ ବଚନ ପାଳନ କରିବା, ଏଥିପାଇଁ ପ୍ରକାଶିତ ବିଷୟ ସବୁ ଯୁଗାନୁକ୍ରମେ ଆମ୍ଭମାନଙ୍କର ଓ ଆମ୍ଭମାନଙ୍କ ସନ୍ତାନଗଣର ଅଧିକାର।
Deuteronomy 30:11 in Oriya 11 ଆଜି ମୁଁ ତୁମ୍ଭକୁ ଯେଉଁ ଆଜ୍ଞା ଦେଉଅଛି, ତାହା ଅତିରିକ୍ତ କଠିନ ନୁହେଁ କିଅବା ଦୂରବର୍ତ୍ତୀ ନୁହେଁ।
Deuteronomy 32:4 in Oriya 4 ସେ ତ ଶୈଳ, ତାହାଙ୍କ କର୍ମ ସିଦ୍ଧ; କାରଣ ତାହାଙ୍କର ସକଳ ପଥ ନ୍ୟାୟ; ସେ ବିଶ୍ୱସ୍ତ ଓ ଅଧର୍ମରହିତ ପରମେଶ୍ୱର; ସେ ଧାର୍ମିକ ଓ ସରଳ ଅଟନ୍ତି।
1 Chronicles 28:8 in Oriya 8 ଏହେତୁ ଏବେ ସଦାପ୍ରଭୁଙ୍କ ସମାଜ ଓ ସମଗ୍ର ଇସ୍ରାଏଲ ସାକ୍ଷାତରେ ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ କର୍ଣ୍ଣଗୋଚରରେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ସକଳ ଆଜ୍ଞା ମନୋଯୋଗ କରି ଅନ୍ୱେଷଣ କର; ତହିଁରେ ତୁମ୍ଭେମାନେ ଏହି ଉତ୍ତମ ଦେଶ ଅଧିକାର କରିବ ଓ ତୁମ୍ଭମାନଙ୍କ ଉତ୍ତାରେ ଚିରକାଳ ତୁମ୍ଭମାନଙ୍କ ସନ୍ତାନଗଣର ଅଧିକାରାର୍ଥେ ତାହା ଛାଡ଼ିକରି ଯିବ।
2 Chronicles 15:2 in Oriya 2 ତହୁଁ ସେ ଆସାଙ୍କ ସହିତ ସାକ୍ଷାତ କରିବାକୁ ଯାଇ ତାଙ୍କୁ କହିଲା, “ହେ ଆସା ଓ ସମଗ୍ର ଯିହୁଦା ଓ ବିନ୍ୟାମୀନ, ତୁମ୍ଭେମାନେ ମୋ' କଥା ଶୁଣ; ତୁମ୍ଭେମାନେ ସଦାପ୍ରଭୁଙ୍କ ସଙ୍ଗେ ଥିବା ଯାଏ ସେ ତୁମ୍ଭମାନଙ୍କ ସଙ୍ଗେ ଅଛନ୍ତି; ଯଦି ତୁମ୍ଭେମାନେ ତାହାଙ୍କ ଅନ୍ୱେଷଣ କରିବ, ତେବେ ତୁମ୍ଭେମାନେ ତାହାଙ୍କର ଉଦ୍ଦେଶ୍ୟ ପାଇବ; ମାତ୍ର ଯଦି ତୁମ୍ଭେମାନେ ତାହାଙ୍କୁ ପରିତ୍ୟାଗ କରିବ, ତେବେ ସେ ତୁମ୍ଭମାନଙ୍କୁ ପରିତ୍ୟାଗ କରିବେ।
Ezra 8:22 in Oriya 22 କାରଣ ପଥ ମଧ୍ୟରେ ଶତ୍ରୁ ବିରୁଦ୍ଧରେ ଆମ୍ଭମାନଙ୍କର ସାହାଯ୍ୟ କରଣାର୍ଥେ ରାଜାଙ୍କୁ ଏକ ଦଳ ସୈନ୍ୟ ଓ ଅଶ୍ୱାରୂଢ଼ ମାଗିବାକୁ ଆମ୍ଭର ଲଜ୍ଜାବୋଧ ହେଲା; “ଯେହେତୁ ଯେଉଁମାନେ ଆମ୍ଭମାନଙ୍କ ପରମେଶ୍ୱରଙ୍କର ଅନ୍ୱେଷଣ କରନ୍ତି, ସେସମସ୍ତଙ୍କର ମଙ୍ଗଳ ନିମନ୍ତେ ସେମାନଙ୍କ ପ୍ରତି ତାହାଙ୍କ ହସ୍ତର ସହାୟତା ଅଛି; ମାତ୍ର ଯେଉଁମାନେ ତାହାଙ୍କୁ ପରିତ୍ୟାଗ କରନ୍ତି, ସେସମସ୍ତଙ୍କ ପ୍ରତିକୂଳରେ ତାହାଙ୍କର ପରାକ୍ରମ ଓ କୋପ ଅଛି।” ଏହି କଥା ଆମ୍ଭେମାନେ ରାଜାଙ୍କୁ କହିଥିଲୁ।
Psalm 9:10 in Oriya 10 ଯେଉଁମାନେ ତୁମ୍ଭ ନାମ ଜାଣନ୍ତି, ସେମାନେ ତୁମ୍ଭଠାରେ ବିଶ୍ୱାସ କରିବେ; କାରଣ ହେ ସଦାପ୍ରଭୁ, ତୁମ୍ଭେ ଆପଣା ଅନ୍ୱେଷଣ-କାରୀମାନଙ୍କୁ ପରିତ୍ୟାଗ କରି ନାହଁ।
Psalm 12:6 in Oriya 6 ସଦାପ୍ରଭୁଙ୍କ ବାକ୍ୟସବୁ ନିର୍ମଳ ବାକ୍ୟ, ତାହା ମୃତ୍ତିକାର ଉହ୍ମାଇରେ ପରୀକ୍ଷିତ ସାତ ଥର ପରିଷ୍କୃତ ରୂପା ତୁଲ୍ୟ।
Psalm 19:7 in Oriya 7 ସଦାପ୍ରଭୁଙ୍କ ବ୍ୟବସ୍ଥା ସିଦ୍ଧ, ପ୍ରାଣର ସ୍ୱାସ୍ଥ୍ୟଜନକ; ସଦାପ୍ରଭୁଙ୍କ ପ୍ରମାଣବାକ୍ୟ ଅଟଳ, ଅଳ୍ପ ବୁଦ୍ଧିର ଜ୍ଞାନଦାୟକ
Psalm 24:6 in Oriya 6 ଯେଉଁମାନେ ପରମେଶ୍ୱରଙ୍କୁ ଅନ୍ୱେଷଣ କରନ୍ତି, ସେମାନଙ୍କର ବଂଶ ଏହି, ହେ ଯାକୁବର ପରମେଶ୍ୱର, ଏମାନେ ତୁମ୍ଭର ମୁଖ ଅନ୍ୱେଷଣ କରନ୍ତି। ସେଲା
Psalm 69:13 in Oriya 13 ମାତ୍ର ହେ ସଦାପ୍ରଭୁ, ଗ୍ରାହ୍ୟ ସମୟରେ ମୋହର ପ୍ରାର୍ଥନା ତୁମ୍ଭଠାରେ ଅଛି; ହେ ପରମେଶ୍ୱର, ତୁମ୍ଭ ଦୟାର ବାହୁଲ୍ୟରେ, ତୁମ୍ଭ ପରିତ୍ରାଣର ସତ୍ୟତାନୁସାରେ ମୋତେ ଉତ୍ତର ଦିଅ।
Psalm 69:32 in Oriya 32 ନମ୍ର ଲୋକମାନେ ତାହା ଦେଖି ଆନନ୍ଦିତ ଅଛନ୍ତି; ହେ ପରମେଶ୍ୱରଙ୍କ ଅନ୍ୱେଷଣକାରୀଗଣ, ତୁମ୍ଭମାନଙ୍କ ଅନ୍ତଃକରଣ ସଜୀବ ହେଉ।
Psalm 111:7 in Oriya 7 ତାହାଙ୍କ ହସ୍ତର କର୍ମସକଳ ସତ୍ୟ ଓ ନ୍ୟାଯ୍ୟ, ତାହାଙ୍କ ବିଧିସକଳ ଅଟଳ।
Psalm 119:137 in Oriya 137 ସାଦେ। ହେ ସଦାପ୍ରଭୁ, ତୁମ୍ଭେ ଧର୍ମମୟ ଓ ତୁମ୍ଭର ଶାସନସକଳ ସରଳ।
Proverbs 1:21 in Oriya 21 ସେ ଲୋକମାନଙ୍କର ପ୍ରଧାନ ସ୍ଥାନରେ ଡାକେ; ନଗର ଦ୍ୱାରର ପ୍ରବେଶ ସ୍ଥାନରେ ଓ ନଗର ମଧ୍ୟରେ ଆପଣା ବାକ୍ୟ ଉଚ୍ଚାରଣ କରି କହେ;
Proverbs 8:1 in Oriya 1 ଜ୍ଞାନ କ'ଣ ଡାକେ ନାହିଁ ? ବୁଦ୍ଧି କ'ଣ ଉଚ୍ଚସ୍ୱର କରେ ନାହିଁ ?
Proverbs 8:6 in Oriya 6 ଶୁଣ, ଯେହେତୁ ମୁଁ ଉତ୍କୃଷ୍ଟ ବିଷୟ କହିବି; ମୁଁ ଓଷ୍ଠାଧର ଫିଟାଇ ଯଥାର୍ଥ କଥା କହିବି।
Proverbs 15:8 in Oriya 8 ଦୁଷ୍ଟମାନଙ୍କ ବଳିଦାନ ସଦାପ୍ରଭୁଙ୍କଠାରେ ଘୃଣାର ବିଷୟ ଅଟେ; ମାତ୍ର ସରଳ ଲୋକଙ୍କର ପ୍ରାର୍ଥନା ତାହାଙ୍କର ତୁଷ୍ଟିକର।
Proverbs 30:5 in Oriya 5 ପରମେଶ୍ୱରଙ୍କର ପ୍ରତ୍ୟେକ ବାକ୍ୟ ପରୀକ୍ଷାସିଦ୍ଧ; ଯେଉଁମାନେ ତାହାଙ୍କର ଆଶ୍ରୟ ନିଅନ୍ତି, ସେ ସେମାନଙ୍କର ଢାଲ।
Isaiah 1:15 in Oriya 15 ପୁଣି, ତୁମ୍ଭେମାନେ ଆପଣାମାନଙ୍କର ହସ୍ତ ପ୍ରସାର କଲା ବେଳେ ଆମ୍ଭେ ତୁମ୍ଭମାନଙ୍କଠାରୁ ଆପଣା ଚକ୍ଷୁ ଆଚ୍ଛାଦନ କରିବା; ଆହୁରି, ତୁମ୍ଭେମାନେ ଅନେକ ପ୍ରାର୍ଥନା କଲା ବେଳେ ଆମ୍ଭେ ଶୁଣିବା ନାହିଁ। ତୁମ୍ଭମାନଙ୍କ ହସ୍ତ ରକ୍ତରେ ପରିପୂର୍ଣ୍ଣ।
Isaiah 8:19 in Oriya 19 ପୁଣି, ଯେତେବେଳେ ସେମାନେ ତୁମ୍ଭମାନଙ୍କୁ କହିବେ, ଯେଉଁ ଭୂତୁଡ଼ିଆ ଓ ଗୁଣିଆମାନେ ଗଣ ଗଣ ଓ ଫୁସ୍ ଫୁସ୍ କରି କହନ୍ତି, ସେମାନଙ୍କର ଅନ୍ଵେଷଣ କର; (ତୁମ୍ଭେମାନେ କୁହ) ଲୋକମାନେ କ'ଣ ଆପଣାମାନଙ୍କ ପରମେଶ୍ୱରଙ୍କ ଅନ୍ଵେଷଣ କରିବେ ନାହିଁ ? ସେମାନେ କ'ଣ ଜୀବିତମାନଙ୍କ ସପକ୍ଷରେ ମୃତମାନଙ୍କର ଅନ୍ଵେଷଣ କରିବେ ?
Isaiah 43:9 in Oriya 9 ସର୍ବଦେଶୀୟମାନେ ସଂଗୃହୀତ ହେଉନ୍ତୁ ଓ ଗୋଷ୍ଠୀସମୂହ ଏକତ୍ରୀକୃତ ହେଉନ୍ତୁ; ସେମାନଙ୍କ ମଧ୍ୟରେ କିଏ ଏହା ପ୍ରକାଶ କରିପାରେ ଓ ଆଦ୍ୟ ବିଷୟମାନ ଆମ୍ଭମାନଙ୍କୁ ଦେଖାଇ ପାରେ ? ସେମାନେ ନିର୍ଦ୍ଦୋଷୀକୃତ ହେବା ନିମନ୍ତେ ଆପଣା ଆପଣା ସାକ୍ଷୀଗଣକୁ ଆଣନ୍ତୁ; ଅଥବା ସେମାନେ ଶୁଣି ଏହା ସତ୍ୟ ବୋଲି କୁହନ୍ତୁ।
Isaiah 45:23 in Oriya 23 ଆମ୍ଭେ ଆପଣା ନାମ ନେଇ ଶପଥ କରିଅଛୁ ଓ ଧର୍ମମୟ ବାକ୍ୟ ଆମ୍ଭ ମୁଖରୁ ନିର୍ଗତ ହୋଇଅଛି, ତାହା ଅନ୍ୟଥା ହେବ ନାହିଁ, ଆମ୍ଭ ଛାମୁରେ ପ୍ରତ୍ୟେକ ଆଣ୍ଠୁ ନତ ହେବ, ପ୍ରତ୍ୟେକ ଜିହ୍ୱା ଶପଥ କରିବ।
Isaiah 48:16 in Oriya 16 ତୁମ୍ଭେମାନେ ଆମ୍ଭ ନିକଟକୁ ଆସି ଏହି କଥା ଶୁଣ; ଆମ୍ଭେ ପ୍ରଥମରୁ ଗୋପନରେ କହି ନାହୁଁ; ତାହା ହେଉଥିବା ସମୟରୁ ଆମ୍ଭେ ସେଠାରେ ଅଛୁ; ପୁଣି, ଏବେ ପ୍ରଭୁ, ସଦାପ୍ରଭୁ ମୋତେ ଓ ତାହାଙ୍କ ଆତ୍ମାକୁ ପ୍ରେରଣ କରିଅଛନ୍ତି।
Isaiah 55:6 in Oriya 6 ଯେପର୍ଯ୍ୟନ୍ତ ସଦାପ୍ରଭୁଙ୍କର ଉଦ୍ଦେଶ୍ୟ ମିଳୁଅଛି, ସେପର୍ଯ୍ୟନ୍ତ ତୁମ୍ଭେମାନେ ତାହାଙ୍କର ଅନ୍ୱେଷଣ କର, ଯେପର୍ଯ୍ୟନ୍ତ ସେ ନିକଟରେ ଅଛନ୍ତି, ସେପର୍ଯ୍ୟନ୍ତ ତାହାଙ୍କଠାରେ ପ୍ରାର୍ଥନା କର।
Isaiah 58:1 in Oriya 1 ମୁକ୍ତ କଣ୍ଠରେ ଘୋଷଣା କର, ସ୍ୱର ଊଣା କର ନାହିଁ, ତୂରୀ ପରି ଆପଣା ରବ ଉଠାଅ, ଆମ୍ଭ ଲୋକମାନଙ୍କୁ ସେମାନଙ୍କ ଅଧର୍ମ ଓ ଯାକୁବ ବଂଶକୁ ସେମାନଙ୍କ ପାପସବୁ ଜଣାଅ।
Isaiah 63:1 in Oriya 1 ଇଦୋମରୁ ରଙ୍ଗୀକୃତ ବସ୍ତ୍ର ପିନ୍ଧି ବସୋରାରୁ ଏ ଯେ ଆସୁଅଛନ୍ତି, ସେ କିଏ ? ଆପଣା ପରିଧେୟ ବସ୍ତ୍ରରେ ଗୌରବାନ୍ୱିତ ଓ ଆପଣା ମହାଶକ୍ତିରେ ବିଜେ କରୁଅଛନ୍ତି ଯେ ଏ, ସେ କିଏ ? ଆମ୍ଭେ ଯେ ଧର୍ମବାଦୀ ଓ ପରିତ୍ରାଣ କରିବାକୁ ସମର୍ଥ ଅଟୁ।
Jeremiah 29:13 in Oriya 13 ଆଉ, ତୁମ୍ଭେମାନେ ଆମ୍ଭଙ୍କୁ ଅନ୍ୱେଷଣ କରିବ ଓ ସର୍ବାନ୍ତଃକରଣ ସହିତ ଆମ୍ଭଙ୍କୁ ଖୋଜିଲେ ଆମ୍ଭର ଉଦ୍ଦେଶ୍ୟ ପାଇବ।”
Amos 5:4 in Oriya 4 କାରଣ ଇସ୍ରାଏଲ ବଂଶକୁ ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ଆମ୍ଭର ଅନ୍ୱେଷଣ କର, ତହିଁରେ ତୁମ୍ଭେମାନେ ବଞ୍ଚିବ।
Malachi 3:13 in Oriya 13 ସଦାପ୍ରଭୁ କହନ୍ତି, “ଆମ୍ଭ ବିରୁଦ୍ଧରେ ତୁମ୍ଭମାନଙ୍କର କଥାସବୁ କଠିନ ହୋଇଅଛି” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି। ତଥାପି ତୁମ୍ଭେମାନେ କହୁଅଛ, “ଆମ୍ଭେମାନେ କାହିଁରେ ତୁମ୍ଭ ବିରୁଦ୍ଧରେ କଥା କହିଅଛୁ ?”
Matthew 15:8 in Oriya 8 ଏହି ଜାତି ମୁଖରେ ଆମ୍ଭକୁ ସମାଦର କରନ୍ତି, କିନ୍ତୁ ସେମାନଙ୍କ ହୃଦୟ ଆମ୍ଭଠାରୁ ଦୂରରେ ଥାଏ।
John 7:26 in Oriya 26 ପୁଣି, ଦେଖ, ସେ ପ୍ରକାଶରେ କଥା କହୁଅଛି, ଆଉ ସେମାନେ ତାହାକୁ କିଛି କରୁ ନାହାଁନ୍ତି। ଏ ଯେ ଖ୍ରୀଷ୍ଟ, ଏହା କ'ଣ ନେତାମାନେ ସତେ ଜାଣି ସାରିଲେଣି ?
John 7:28 in Oriya 28 ସେଥିରେ ଯୀଶୁ ମନ୍ଦିରରେ ଶିକ୍ଷା ଦେଉ ଦେଉ ଉଚ୍ଚସ୍ୱରରେ କହିଲେ, ତୁମ୍ଭେମାନେ ମୋତେ ଓ ମୋର ଉତ୍ପତ୍ତି ଉଭୟ ଜାଣ; ମୁଁ ନିଜଠାରୁ ଆସି ନାହିଁ, କିନ୍ତୁ ମୋର ପ୍ରେରଣକର୍ତ୍ତା ସତ, ତାହାଙ୍କୁ ତୁମ୍ଭେମାନେ ଜାଣ ନାହିଁ।
John 7:37 in Oriya 37 ଶେଷଦିନ, ଅର୍ଥାତ୍, ପର୍ବର ପ୍ରଧାନ ଦିନ, ଯୀଶୁ ଠିଆ ହୋଇ ଉଚ୍ଚସ୍ୱରରେ କହିଲେ, କେହି ଯଦି ତୃଷିତ ହୁଏ, ତେବେ ସେ ମୋ' ନିକଟକୁ ଆସି ପାନ କରୁ।
John 18:20 in Oriya 20 ଯୀଶୁ ତାହାଙ୍କୁ ଉତ୍ତର ଦେଲେ, ମୁଁ ଜଗତ ନିକଟରେ ପ୍ରକାଶରେ କଥା କହିଅଛି; ଯେଉଁଠାରେ ସମସ୍ତ ଯିହୂଦୀ ଏକତ୍ର ହୁଅନ୍ତି, ଏପରି ସମାଜଗୃହ ଓ ମନ୍ଦିରରେ ମୁଁ ସର୍ବଦା ଶିକ୍ଷା ଦେଇଅଛି; ମୁଁ ଗୋପନରେ କିଛି କହି ନାହିଁ।
Acts 2:4 in Oriya 4 ସେଥିରେ ସମସ୍ତେ ପବିତ୍ର ଆତ୍ମାରେ ପରିପୂର୍ଣ୍ଣ ହେଲେ, ପୁଣି, ଆତ୍ମା ସେମାନଙ୍କୁ ଯେପରି କହିବାକୁ ଶକ୍ତି ଦେଲେ, ତଦନୁସାରେ ସେମାନେ ଅନ୍ୟାନ୍ୟ ଭାଷାରେ କଥା କହିବାକୁ ଲାଗିଲେ।
James 4:3 in Oriya 3 ତୁମ୍ଭେମାନେ ମାଗିଥାଅ, କିନ୍ତୁ ପାଇ ନ ଥାଅ, କାରଣ ଆପଣା ଆପଣା ସୁଖାଭିଳାଷରେ ବ୍ୟୟ କରିବା ନିମନ୍ତେ ମନ୍ଦ ଅଭିପ୍ରାୟରେ ମାଗିଥାଅ।