Isaiah 45:20 in Oriya 20 ହେ ନାନା ଗୋଷ୍ଠୀ ମଧ୍ୟରୁ ରକ୍ଷାପ୍ରାପ୍ତ ଲୋକମାନେ, ତୁମ୍ଭେମାନେ ଏକତ୍ର ହୋଇ ଆସ, ଏକ ସଙ୍ଗେ ନିକଟକୁ ଆସ; ଯେଉଁମାନେ ଆପଣାମାନଙ୍କ ଖୋଦିତ ପ୍ରତିମାର କାଷ୍ଠ ବୋହି ବୁଲନ୍ତି ଓ ପରିତ୍ରାଣ କରିବାକୁ ଅସମର୍ଥ ଦେବତା ନିକଟରେ ପ୍ରାର୍ଥନା କରନ୍ତି, ସେମାନଙ୍କର କିଛି ଜ୍ଞାନ ନାହିଁ।
Other Translations King James Version (KJV) Assemble yourselves and come; draw near together, ye that are escaped of the nations: they have no knowledge that set up the wood of their graven image, and pray unto a god that cannot save.
American Standard Version (ASV) Assemble yourselves and come; draw near together, ye that are escaped of the nations: they have no knowledge that carry the wood of their graven image, and pray unto a god that cannot save.
Bible in Basic English (BBE) Come together, even come near, you nations who are still living: they have no knowledge who take up their image of wood, and make prayer to a god in whom is no salvation.
Darby English Bible (DBY) Gather yourselves and come; draw near together, ye that are escaped of the nations. They have no knowledge that carry the wood of their graven image, and pray unto a ùgod that cannot save.
World English Bible (WEB) Assemble yourselves and come; draw near together, you who have escaped from the nations: they have no knowledge who carry the wood of their engraved image, and pray to a god that can't save.
Young's Literal Translation (YLT) Be gathered, and come in, Come nigh together, ye escaped of the nations, They have not known, Who are lifting up the wood of their graven image, And praying unto a god `that' saveth not.
Cross Reference 1 Kings 18:26 in Oriya 26 ତହୁଁ ସେମାନେ ଆପଣାମାନଙ୍କୁ ଦତ୍ତ ବୃଷ ନେଇ ତାହା ପ୍ରସ୍ତୁତ କଲେ, ପୁଣି, ପ୍ରାତଃକାଳରୁ ମଧ୍ୟାହ୍ନ ପର୍ଯ୍ୟନ୍ତ ବାଲ୍ ନାମରେ ଡାକି ପ୍ରାର୍ଥନା କରି କହିଲେ, “ହେ ବାଲ୍, ଆମ୍ଭମାନଙ୍କ କଥା ଶୁଣ।” ମାତ୍ର କୌଣସି ରବ ନୋହିଲା, ଅବା କେହି ଉତ୍ତର ଦେଲା ନାହିଁ। ତହିଁରେ ସେମାନେ ସେହି ନିର୍ମିତ ଯଜ୍ଞବେଦିର ଚାରିଆଡ଼େ ନାଚିଲେ।
Psalm 115:8 in Oriya 8 ସେମାନଙ୍କର ନିର୍ମାଣକାରୀମାନେ ଓ ସେମାନଙ୍କଠାରେ ନିର୍ଭରକାରୀମାନେ ସେମାନଙ୍କ ତୁଲ୍ୟ ହେବେ।
Isaiah 4:2 in Oriya 2 ସେହି ଦିନ ଇସ୍ରାଏଲ ମଧ୍ୟରେ ବଞ୍ଚିଥିବା ଲୋକମାନଙ୍କ ନିମନ୍ତେ ସଦାପ୍ରଭୁଙ୍କ ଶାଖା ମନୋରମ ଓ ଗୌରବାନ୍ୱିତ ହେବ, ଆଉ ଦେଶର ଫଳ ଉତ୍ତମ ଓ ମନୋହର ହେବ।
Isaiah 41:5 in Oriya 5 ଦ୍ୱୀପଗଣ ଦେଖି ଭୀତ ହେଲେ; ପୃଥିବୀର ପ୍ରାନ୍ତସକଳ କମ୍ପିତ ହେଲେ; ସେମାନେ ନିକଟବର୍ତ୍ତୀ ହୋଇ ଆସିଲେ।
Isaiah 41:21 in Oriya 21 ସଦାପ୍ରଭୁ କହନ୍ତି, “ତୁମ୍ଭେମାନେ ଆପଣାମାନଙ୍କ ବିବାଦ ଉପସ୍ଥିତ କର,” ଯାକୁବର ରାଜା କହନ୍ତି, ତୁମ୍ଭେମାନେ ଆପଣାମାନଙ୍କର ଦୃଢ଼ ପ୍ରମାଣସବୁ ବାହାର କର।
Isaiah 42:17 in Oriya 17 ଯେଉଁମାନେ ଖୋଦିତ ପ୍ରତିମାଗଣରେ ନିର୍ଭର କରନ୍ତି ଓ ଛାଞ୍ଚରେ ଢଳା ପ୍ରତିମାଗଣକୁ ତୁମ୍ଭେମାନେ ଆମ୍ଭମାନଙ୍କର ଈଶ୍ୱର ବୋଲି କୁହନ୍ତି, ସେମାନେ ବିମୁଖ ଓ ଅତିଶୟ ଲଜ୍ଜିତ ହେବେ।
Isaiah 43:9 in Oriya 9 ସର୍ବଦେଶୀୟମାନେ ସଂଗୃହୀତ ହେଉନ୍ତୁ ଓ ଗୋଷ୍ଠୀସମୂହ ଏକତ୍ରୀକୃତ ହେଉନ୍ତୁ; ସେମାନଙ୍କ ମଧ୍ୟରେ କିଏ ଏହା ପ୍ରକାଶ କରିପାରେ ଓ ଆଦ୍ୟ ବିଷୟମାନ ଆମ୍ଭମାନଙ୍କୁ ଦେଖାଇ ପାରେ ? ସେମାନେ ନିର୍ଦ୍ଦୋଷୀକୃତ ହେବା ନିମନ୍ତେ ଆପଣା ଆପଣା ସାକ୍ଷୀଗଣକୁ ଆଣନ୍ତୁ; ଅଥବା ସେମାନେ ଶୁଣି ଏହା ସତ୍ୟ ବୋଲି କୁହନ୍ତୁ।
Isaiah 44:17 in Oriya 17 ପୁଣି, ସେ ତହିଁର ଅବଶିଷ୍ଟାଂଶ ଦ୍ୱାରା ଏକ ଦେବତା, ଆପଣାର ଖୋଦିତ ପ୍ରତିମା ନିର୍ମାଣ କରେ; ସେ ତାହା ଆଗରେ ଦଣ୍ଡବତ କରି ପୂଜା କରେ ଓ ତାହା ନିକଟରେ ପ୍ରାର୍ଥନା କରି କହେ, “ଆମ୍ଭକୁ ଉଦ୍ଧାର କର, ତୁମ୍ଭେ ଆମ୍ଭର ଦେବତା।”
Isaiah 46:1 in Oriya 1 ବେଲ୍ ଦେବତା ଅବନତ ହୁଏ, ନବୋ ନତ ହୁଏ; ସେମାନଙ୍କ ପ୍ରତିମାଗଣ ଜନ୍ତୁ ଓ ପଶୁମାନଙ୍କ ଉପରେ ଥୁଆ ଯାଇଅଛନ୍ତି; ଯେଉଁ ଦ୍ରବ୍ୟମାନ ତୁମ୍ଭେମାନେ ବୋହି କରି ବୁଲିଲ, ତାହା ବୋଝ ହୋଇଅଛି, କ୍ଳାନ୍ତ ପଶୁ ପ୍ରତି ଭାର ହୋଇଅଛି।
Isaiah 46:6 in Oriya 6 ସେମାନେ ତୋଡ଼ାରୁ ସୁନା ଢାଳନ୍ତି ଓ ନିକ୍ତିରେ ରୂପା ତୌଲନ୍ତି, ସେମାନେ ସୁନାରୀକୁ ମୂଲ ଲଗାନ୍ତି ଓ ସେ ଗୋଟିଏ ଦେବତା ନିର୍ମାଣ କରେ; ସେମାନେ ଦଣ୍ଡବତ କରି ପୂଜା କରନ୍ତି।
Isaiah 48:5 in Oriya 5 ଏଥିପାଇଁ ଆମ୍ଭେ ପ୍ରାଚୀନକାଳରୁ ତୁମ୍ଭ ପ୍ରତି ତାହା ପ୍ରକାଶ କଲୁ; ତାହା ଘଟିବା ପୂର୍ବେ ତୁମ୍ଭକୁ ଜଣାଇଲୁ; ନୋହିଲେ ଅବା ତୁମ୍ଭେ କୁହନ୍ତ, “ଆମ୍ଭର ଦେବତା ଏହା କରିଅଛି,” “ଆମ୍ଭର ଖୋଦିତ ଓ ଛାଞ୍ଚରେ ଢଳା ପ୍ରତିମା ଏହା ଆଜ୍ଞା କରିଅଛି।”
Jeremiah 2:27 in Oriya 27 ସେମାନେ ଖଣ୍ଡେ କାଠମୁଣ୍ଡାକୁ କହନ୍ତି, “ତୁମ୍ଭେ ଆମ୍ଭର ପିତା” ଓ ପଥରକୁ କହନ୍ତି, “ତୁମ୍ଭେ ଆମ୍ଭକୁ ଜନ୍ମ କରିଅଛ,” ସେମାନେ ଆମ୍ଭ ଆଡ଼କୁ ମୁଖ ନ ଫେରାଇ ଆପଣା ଆପଣା ପିଠି ଫେରାଇ ଅଛନ୍ତି; ବିପଦ ସମୟରେ ସେମାନେ କହିବେ, “ତୁମ୍ଭେ ଉଠ, ଆମ୍ଭମାନଙ୍କୁ ଉଦ୍ଧାର କର।”
Jeremiah 10:5 in Oriya 5 ସେସବୁ ତାଳଗଛ ତୁଲ୍ୟ, କୁନ୍ଦା କର୍ମ ଓ କଥା କହନ୍ତି ନାହିଁ; ସେମାନେ ଚାଲି ପାରନ୍ତି ନାହିଁ, ଏଥିପାଇଁ ସେମାନଙ୍କୁ ବହିବାକୁ ହୁଏ। ସେମାନଙ୍କ ବିଷୟରେ ଭୀତ ହୁଅ ନାହିଁ; କାରଣ ସେମାନେ ଅମଙ୍ଗଳ କରି ପାରନ୍ତି ନାହିଁ କିଅବା ମଙ୍ଗଳ କରିବାକୁ ହିଁ ସେମାନଙ୍କର ସାଧ୍ୟ ନାହିଁ।
Jeremiah 10:8 in Oriya 8 ସେମାନେ ସମସ୍ତେ ପଶୁବତ୍ ଓ ଅଜ୍ଞାନ ପ୍ରତିମାଗଣର ଶିକ୍ଷା କାଷ୍ଠ ମାତ୍ର।
Jeremiah 10:14 in Oriya 14 ପ୍ରତ୍ୟେକ ମନୁଷ୍ୟ ପଶୁବତ୍ ଓ ଜ୍ଞାନହୀନ ହୋଇଅଛି; ପ୍ରତ୍ୟେକ ସ୍ୱର୍ଣ୍ଣକାର ଆପଣା ଖୋଦିତ ପ୍ରତିମା ଦ୍ୱାରା ଲଜ୍ଜିତ ହୋଇଅଛି; କାରଣ ତାହାର ଢଳା ପ୍ରତିମା ମିଥ୍ୟା ଓ ସେମାନଙ୍କଠାରେ ପ୍ରାଣବାୟୁ ନାହିଁ।
Jeremiah 25:15 in Oriya 15 କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ମୋତେ ଏହି କଥା କହନ୍ତି, “ତୁମ୍ଭେ ଆମ୍ଭ ହସ୍ତରୁ ଏହି ପ୍ରଚଣ୍ଡ କ୍ରୋଧରୂପ ଦ୍ରାକ୍ଷାରସର ପାତ୍ର ନେଇ, ଆମ୍ଭେ ତୁମ୍ଭକୁ ଯେଉଁ ସକଳ ଗୋଷ୍ଠୀ ନିକଟକୁ ପଠାଉ, ସେମାନଙ୍କୁ ତାହା ପାନ କରାଅ।
Jeremiah 50:28 in Oriya 28 ଯେଉଁ ପଳାତକମାନେ ଓ ବାବିଲ ଦେଶରୁ ରକ୍ଷାପ୍ରାପ୍ତ ଲୋକମାନେ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କର ପ୍ରତିଶୋଧ ନେବାର, ହଁ, ତାହାଙ୍କ ମନ୍ଦିର ହେତୁରୁ ପ୍ରତିଶୋଧ ନେବାର ବିଷୟ ସିୟୋନରେ ପ୍ରକାଶ କରିବାକୁ ଯାଉଅଛନ୍ତି, ଏହା ସେମାନଙ୍କର ରବ।
Jeremiah 51:6 in Oriya 6 ତୁମ୍ଭେମାନେ ବାବିଲ ମଧ୍ୟରୁ ପଳାଅ ଓ ପ୍ରତ୍ୟେକ ଜଣ ଆପଣା ଆପଣା ପ୍ରାଣ ରକ୍ଷା କର; ତାହାର ଅଧର୍ମରେ ଉଚ୍ଛିନ୍ନ ହୁଅ ନାହିଁ; କାରଣ ସଦାପ୍ରଭୁଙ୍କର ପ୍ରତିଶୋଧ ନେବାର ସମୟ ଏହି; ସେ ତାହାକୁ ପ୍ରତିଫଳ ଦେବେ।
Jeremiah 51:17 in Oriya 17 ପ୍ରତ୍ୟେକ ମନୁଷ୍ୟ ପଶୁବତ୍ ହୋଇଅଛି ଓ ଜ୍ଞାନବିହୀନ ଅଟେ; ପ୍ରତ୍ୟେକ ସ୍ୱର୍ଣ୍ଣକାର ଆପଣା ଖୋଦିତ ପ୍ରତିମା ଦ୍ୱାରା ଲଜ୍ଜିତ ହୋଇଅଛି; କାରଣ ତାହାର ଛାଞ୍ଚରେ ଢଳା ପ୍ରତିମା ମିଥ୍ୟା ଓ ସେମାନଙ୍କଠାରେ ଶ୍ୱାସବାୟୁ ନାହିଁ।
Habakkuk 2:18 in Oriya 18 ଖୋଦିତ ପ୍ରତିମାରେ କି ଲାଭ ଯେ, ତହିଁର ନିର୍ମାଣକର୍ତ୍ତା ତାହା ଖୋଦନ କରେ ? ଛାଞ୍ଚରେ ଢଳା ପ୍ରତିମାରେ ଓ ମିଥ୍ୟା ଶିକ୍ଷକରେ କି ଲାଭ ଯେ, ଆପଣାର ନିର୍ମିତ ବସ୍ତୁର ନିର୍ମାଣକାରୀ ତହିଁରେ ବିଶ୍ୱାସ କରି ମୂକ ଦେବତା ନିର୍ମାଣ କରେ ?
Romans 1:21 in Oriya 21 କାରଣ ସେମାନେ ଈଶ୍ୱରଙ୍କୁ ଜାଣି ତାହାଙ୍କୁ ଈଶ୍ୱର ବୋଲି ଗୌରବ ଦେଲେ ନାହିଁ କି ଧନ୍ୟବାଦ ଦେଲେ ନାହିଁ, କିନ୍ତୁ ଆପଣା ଆପଣା ଅସାର ତର୍କବିତର୍କରେ ଜଡ଼ିତ ହେଲେ ଓ ସେମାନଙ୍କର ଅବୋଧ ମନ ଅନ୍ଧକାରମୟ ହେଲା;
Ephesians 2:12 in Oriya 12 ସେତେବେଳେ ତୁମ୍ଭେମାନେ ଯେ ଖ୍ରୀଷ୍ଟଙ୍କଠାରୁ ପୃଥକ୍, ଇସ୍ରାଏଲର ପ୍ରଜାସତ୍ୱରହିତ , ଭରସାହୀନ ଓ ଈଶ୍ୱର ବିହୀନ ହୋଇଥିଲ, ଏହା ସ୍ମରଣ କର।
Ephesians 2:16 in Oriya 16 ଆଉ କ୍ରୁଶ ଦ୍ୱାରା ଶତ୍ରୁତା ବିନାଶ କରି ତଦ୍ୱାରା ଉଭୟକୁ ଏକ ଶରୀର ସ୍ୱରୂପ ଗଠନ କରି ଇଶ୍ବରଙ୍କ ସହିତ ମିଳିତ କରାନ୍ତି।
Revelation 18:3 in Oriya 3 କାରଣ ଜାତିସମୂହ ତାହାର ବ୍ୟଭିଚାର କାମରୂପ ସୁରା ପାନ କରିଅଛନ୍ତି, ପୃଥିବୀର ରାଜାମାନେ ତାହା ସହିତ ବ୍ୟଭିଚାର କରିଅଛନ୍ତି ଓ ପୃଥିବୀର ବଣିକମାନେ ତାହାର ବିଳାସିତାରେ ଧନୀ ହୋଇଅଛନ୍ତି।