Isaiah 46:10 in Oriya 10 ଆମ୍ଭେ ଶେଷ ବିଷୟ ଆଦିଠାରୁ ପ୍ରକାଶ କରୁ, ପୁଣି ଯାହା ସାଧିତ ହୋଇ ନାହିଁ, ତାହା ପ୍ରାଚୀନ କାଳରୁ ଜଣାଉ, ଆଉ କହୁ, “ଆମ୍ଭର ମନ୍ତ୍ରଣା ସ୍ଥିର ହେବ ଓ ଆମ୍ଭେ ଆପଣାର ସକଳ ମନସ୍କାମନା ସିଦ୍ଧ କରିବା,”
Other Translations King James Version (KJV) Declaring the end from the beginning, and from ancient times the things that are not yet done, saying, My counsel shall stand, and I will do all my pleasure:
American Standard Version (ASV) declaring the end from the beginning, and from ancient times things that are not `yet' done; saying, My counsel shall stand, and I will do all my pleasure;
Bible in Basic English (BBE) Making clear from the first what is to come, and from past times the things which have not so far come about; saying, My purpose is fixed, and I will do all my pleasure;
Darby English Bible (DBY) declaring the end from the beginning, and from ancient times the things that are not yet done, saying, My counsel shall stand, and I will do all my pleasure;
World English Bible (WEB) declaring the end from the beginning, and from ancient times things that are not [yet] done; saying, My counsel shall stand, and I will do all my pleasure;
Young's Literal Translation (YLT) Declaring from the beginning the latter end, And from of old that which hath not been done, Saying, `My counsel doth stand, And all My delight I do.'
Cross Reference Genesis 3:15 in Oriya 15 ଆଉ ଆମ୍ଭେ ତୁମ୍ଭର ଓ ନାରୀର ମଧ୍ୟରେ, ପୁଣି, ତୁମ୍ଭ ବଂଶ ଓ ତାଙ୍କ ବଂଶ ମଧ୍ୟରେ ଶତ୍ରୁତା ଜନ୍ମାଇବା; ସେ ତୁମ୍ଭର ମସ୍ତକକୁ ଆଘାତ କରିବେ ଓ ତୁମ୍ଭେ ତାହାଙ୍କ ଗୋଇଠିକୁ ଆଘାତ କରିବ।”
Genesis 12:2 in Oriya 2 ଆମ୍ଭେ ତୁମ୍ଭଠାରୁ ଏକ ମହାଗୋଷ୍ଠୀ ଉତ୍ପନ୍ନ କରିବା, ପୁଣି, ଆମ୍ଭେ ତୁମ୍ଭକୁ ଆଶୀର୍ବାଦ କରି ତୁମ୍ଭର ନାମ ମହତ୍ କରିବା; ତୁମ୍ଭେ ଆଶୀର୍ବାଦର ଆକର ହେବ।
Genesis 49:10 in Oriya 10 ଶୀଲୋର ଆଗମନ ପର୍ଯ୍ୟନ୍ତ ଯିହୁଦାଠାରୁ ରାଜଦଣ୍ଡ ଓ ତାହାର ଚରଣଦ୍ୱୟ ମଧ୍ୟରୁ ବିଚାରକର୍ତ୍ତାର ଯଷ୍ଟି ଯିବ ନାହିଁ; ତାହାଙ୍କ ନିକଟରେ ଲୋକମାନେ ଅଧୀନତା ସ୍ୱୀକାର କରିବେ।
Genesis 49:22 in Oriya 22 ଯୋଷେଫ ଫଳଦାୟୀ ବୃକ୍ଷର ପଲ୍ଲବ, ସେ ନିର୍ଝର ନିକଟସ୍ଥ ଫଳଦାୟୀ ବୃକ୍ଷର ପଲ୍ଲବ ସ୍ୱରୂପ; ତାହାର ଶାଖା ସକଳ ପ୍ରାଚୀର ଅତିକ୍ରମ କରେ।
Numbers 24:17 in Oriya 17 ମୁଁ ତାହାଙ୍କୁ ଦେଖୁଅଛି, ମାତ୍ର ସେ ବର୍ତ୍ତମାନ ନୁହନ୍ତି; ମୁଁ ତାହାଙ୍କର ଦର୍ଶନ ପାଉଅଛି, ମାତ୍ର ସେ ନିକଟବର୍ତ୍ତୀ ନୁହନ୍ତି; ଯାକୁବଠାରୁ ଏକ ତାରା ଉଦିତ ହେବ ଓ ଇସ୍ରାଏଲଠାରୁ ଏକ ରାଜଦଣ୍ଡ ଉତ୍ଥିତ ହେବ, ତାହା ମୋୟାବର ପାର୍ଶ୍ୱ ଭେଦ କରିବ ଓ କଳହର ସମସ୍ତ ସନ୍ତାନକୁ ଚୂର୍ଣ୍ଣ କରିବ।
Deuteronomy 4:24 in Oriya 24 କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଗ୍ରାସକାରୀ ଅଗ୍ନି, ସ୍ୱଗୌରବ-ରକ୍ଷଣରେ ଉଦ୍ଯୋଗୀ ପରମେଶ୍ୱର ଅଟନ୍ତି।
Deuteronomy 28:15 in Oriya 15 ମାତ୍ର ମୁଁ ଆଜି ତୁମ୍ଭକୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଯେଉଁ ଯେଉଁ ଆଜ୍ଞା ଓ ବିଧି ଆଦେଶ କରୁଅଛି, ସେହି ସବୁ ମାନିବା ପାଇଁ ଓ କରିବା ପାଇଁ ଯଦି ତୁମ୍ଭେ ତାହାଙ୍କ ରବରେ କର୍ଣ୍ଣପାତ ନ କରିବ, ତେବେ ଏହିସବୁ ଅଭିଶାପ ତୁମ୍ଭ ଉପରେ ବର୍ତ୍ତିବ ଓ ତୁମ୍ଭ ସଙ୍ଗ ଧରିବ।
Psalm 33:11 in Oriya 11 ସଦାପ୍ରଭୁଙ୍କ ମନ୍ତ୍ରଣା ଅନନ୍ତକାଳସ୍ଥାୟୀ; ତାହାଙ୍କ ଚିତ୍ତର ସଙ୍କଳ୍ପସବୁ ପୁରୁଷାନୁକ୍ରମେ ଥାଏ।
Psalm 135:6 in Oriya 6 ଆକାଶରେ ଓ ପୃଥିବୀରେ, ସମୁଦ୍ରରେ ଓ ସମଗ୍ର ବାରିଧିରେ ସଦାପ୍ରଭୁ ଯାହା ଇଚ୍ଛା କଲେ, ତାହା କରିଅଛନ୍ତି।
Proverbs 19:21 in Oriya 21 ମନୁଷ୍ୟର ମନରେ ନାନା ସଙ୍କଳ୍ପ ଥାଏ, ମାତ୍ର ସଦାପ୍ରଭୁଙ୍କ ମନ୍ତ୍ରଣା ସ୍ଥିର ହେବ।
Proverbs 21:30 in Oriya 30 ସଦାପ୍ରଭୁଙ୍କ ବିରୁଦ୍ଧରେ କୌଣସି ଜ୍ଞାନ କିମ୍ବା ବୁଦ୍ଧି କିମ୍ବା ମନ୍ତ୍ରଣା ନାହିଁ।
Isaiah 41:22 in Oriya 22 ସେମାନେ ତାହାସବୁ ବାହାର କରି ଯାହା ଯାହା ଘଟିବ, ତାହା ଆମ୍ଭମାନଙ୍କ ନିକଟରେ ପ୍ରକାଶ କରନ୍ତୁ; ଆଦ୍ୟର ବିଷୟମାନ କଅଣ, ତାହା ତୁମ୍ଭେମାନେ ପ୍ରକାଶ କର, ତାହା କଲେ, ଆମ୍ଭେମାନେ ବିବେଚନା କରି ତହିଁର ଶେଷ ଫଳ ଜାଣି ପାରିବା; ନୋହିଲେ ଆଗାମୀ ଘଟଣା ଆମ୍ଭମାନଙ୍କୁ ଦେଖାଅ।
Isaiah 43:13 in Oriya 13 “ହଁ, ଦିବସର ପୂର୍ବରୁ ଆମ୍ଭେ ସେହି ଅଟୁ ଓ ଆମ୍ଭ ହସ୍ତରୁ ଉଦ୍ଧାରକାରୀ କେହି ନାହିଁ; ଆମ୍ଭେ କାର୍ଯ୍ୟ କରିବା, ଆଉ କିଏ ତାହା ଅନ୍ୟଥା କରିବ ?”
Isaiah 44:7 in Oriya 7 ଆମ୍ଭେ ସେହି ପୁରାତନ ଲୋକଙ୍କୁ ସ୍ଥାପନ କରିବା ସମୟଠାରୁ ଆମ୍ଭ ତୁଲ୍ୟ କିଏ ଆହ୍ୱାନ କରିବ ଓ ତାହା ପ୍ରକାଶ କରିବ ଓ ଯଥାକ୍ରମେ ଆମ୍ଭ ପାଇଁ ତାହା ସଜାଇବ ? ପୁଣି, ଯାହା ଯାହା ନିକଟବର୍ତ୍ତୀ ଓ ଯାହା ଯାହା ଘଟିବ, ତାହା ସେମାନେ ପ୍ରକାଶ କରନ୍ତୁ।
Isaiah 45:21 in Oriya 21 ତୁମ୍ଭେମାନେ ପ୍ରକାଶ କର ଓ ତାହା ଉପସ୍ଥିତ କର; ହଁ, ସେମାନେ ପରସ୍ପର ମନ୍ତ୍ରଣା କରନ୍ତୁ; ପୂର୍ବ କାଳରୁ କିଏ ଏହା ଜଣାଇଅଛି ? ପୁରାତନ କାଳରୁ କିଏ ଏହା ପ୍ରକାଶ କରିଅଛି ? ଆମ୍ଭେ ସଦାପ୍ରଭୁ କି ଏହା କରି ନାହୁଁ ? ଆମ୍ଭ ଛଡ଼ା ଅନ୍ୟ ପରମେଶ୍ୱର ନାହିଁ, ଆମ୍ଭେ ଧର୍ମଶୀଳ ପରମେଶ୍ୱର ଓ ତ୍ରାଣକର୍ତ୍ତା; ଆମ୍ଭ ଛଡ଼ା ଆଉ କେହି ନାହିଁ।
Isaiah 46:11 in Oriya 11 ଆମ୍ଭେ ପୂର୍ବ ଦିଗରୁ ଉତ୍କ୍ରୋଶ ପକ୍ଷୀକୁ, ଦୂର ଦେଶରୁ ଆମ୍ଭ ମନ୍ତ୍ରଣାର ମନୁଷ୍ୟକୁ ଆହ୍ୱାନ କରୁ; ଆମ୍ଭେ କହିଅଛୁ, ଆଉ ଆମ୍ଭେ ତାହା ସିଦ୍ଧ କରିବା; ଆମ୍ଭେ କଳ୍ପନା କରିଅଛୁ, ଆଉ ଆମ୍ଭେ ତାହା ସଫଳ କରିବା।
Daniel 4:35 in Oriya 35 ପୁଣି, ପୃଥିବୀନିବାସୀ ସମସ୍ତେ ଅବସ୍ତୁ ତୁଲ୍ୟ ଗଣିତ; ଆଉ ସେ ସ୍ୱର୍ଗୀୟ ସୈନ୍ୟଗଣ ମଧ୍ୟରେ ଓ ପୃଥିବୀର ନିବାସୀଗଣର ମଧ୍ୟରେ ଆପଣା ଇଚ୍ଛାନୁସାରେ କାର୍ଯ୍ୟ କରନ୍ତି; ଆଉ, କେହି ତାହାଙ୍କର ହସ୍ତ ସ୍ଥଗିତ କରି ନ ପାରେ ଓ ତୁମ୍ଭେ କ'ଣ କରୁଅଛ ଏହା ତାହାଙ୍କୁ କହି ନ ପାରେ।
Acts 4:27 in Oriya 27 କାରଣ ତୁମ୍ଭର ଯେଉଁ ପବିତ୍ର ଦାସ ଯୀଶୁଙ୍କୁ ତୁମ୍ଭେ ଅଭିଷିକ୍ତ କଲ, ପ୍ରକୃତରେ ତାହାଙ୍କ ବିରୁଦ୍ଧରେ ହେରୋଦ ଏବଂ ପନ୍ତିୟ ପୀଲାତ ଉଭୟ ଅଣଯିହୂଦୀ ଓ ଇସ୍ରାଏଲ ଲୋକମାନଙ୍କ ସହିତ ଏହି ନଗରରେ,
Acts 5:39 in Oriya 39 କିନ୍ତୁ ଯଦି ତାହା ଈଶ୍ୱରଙ୍କଠାରୁ ହୋଇଥାଏ, ତାହାହେଲେ ଆପଣମାନେ ସେମାନଙ୍କୁ ଉଚ୍ଛିନ୍ନ କରିବାକୁ ସମର୍ଥ ହେବେ ନାହିଁ, କାଳେ ଆପଣମାନେ ଇଶ୍ବରଙ୍କ ବିରୁଦ୍ଧରେ ଯୁଦ୍ଧ କରୁଅଛନ୍ତି ବୋଲି ଦେଖାଯିବେ।
Acts 15:18 in Oriya 18 ପ୍ରାଚୀନ କାଳରୁ ଈଶ୍ୱର ଆପଣାର ସମସ୍ତ କର୍ମ ଜଣାଇଛନ୍ତି।
Romans 11:33 in Oriya 33 ଆହା ! ଇଶ୍ବରଙ୍କ ବୁଦ୍ଧି ଓ ଜ୍ଞାନରୂପ ନିଧି କେଡ଼େ ଗଭୀର ! ତାହାଙ୍କର ବିଚାରସବୁ କିପରି ବୋଧର ଅଗମ୍ୟ ଓ ତାହାଙ୍କ ପଥସବୁ କିପରି ରହସ୍ୟାବୃତ !
Ephesians 1:9 in Oriya 9 ପୁର୍ବରୁ ସଙ୍କଳ୍ପ କରିଥିବା ଆପଣା ମଙ୍ଗଳମୟ ଇଚ୍ଛାନୁସାରେ ସେ ଆମ୍ଭମାନଙ୍କୁ ଆପଣା ଇଚ୍ଛାର ନିଗୂଢ଼ତତ୍ତ୍ୱ ଜ୍ଞାତ କରାଇଅଛନ୍ତି,
Hebrews 6:17 in Oriya 17 ଏଣୁ ଈଶ୍ୱର ପ୍ରତିଜ୍ଞାର ଅଧିକାରୀମାନଙ୍କ ନିକଟରେ ଆପଣା ସଂକଳ୍ପର ଅଟଳତା ଅଧିକ ସ୍ପଷ୍ଟ ଭାବରେ ପ୍ରକାଶ କରିବାକୁ ଇଚ୍ଛା କରି ପ୍ରତିଜ୍ଞା ସହ ଶପଥ ମଧ୍ୟ କରିଥିଲେ,