Isaiah 46:11 in Oriya 11 ଆମ୍ଭେ ପୂର୍ବ ଦିଗରୁ ଉତ୍କ୍ରୋଶ ପକ୍ଷୀକୁ, ଦୂର ଦେଶରୁ ଆମ୍ଭ ମନ୍ତ୍ରଣାର ମନୁଷ୍ୟକୁ ଆହ୍ୱାନ କରୁ; ଆମ୍ଭେ କହିଅଛୁ, ଆଉ ଆମ୍ଭେ ତାହା ସିଦ୍ଧ କରିବା; ଆମ୍ଭେ କଳ୍ପନା କରିଅଛୁ, ଆଉ ଆମ୍ଭେ ତାହା ସଫଳ କରିବା।
Other Translations King James Version (KJV) Calling a ravenous bird from the east, the man that executeth my counsel from a far country: yea, I have spoken it, I will also bring it to pass; I have purposed it, I will also do it.
American Standard Version (ASV) calling a ravenous bird from the east, the man of my counsel from a far country; yea, I have spoken, I will also bring it to pass; I have purposed, I will also do it.
Bible in Basic English (BBE) Sending for a bird of strong flight from the east, the man of my purpose from a far country; I have said it, and I will give effect to it; the thing designed by me will certainly be done.
Darby English Bible (DBY) calling a bird of prey from the east, the man of my counsel from a far country. Yea, I have spoken, I will also bring it to pass; I have purposed it, I will also do it.
World English Bible (WEB) calling a ravenous bird from the east, the man of my counsel from a far country; yes, I have spoken, I will also bring it to pass; I have purposed, I will also do it.
Young's Literal Translation (YLT) Calling from the east a ravenous bird, From a far land the man of My counsel, Yea, I have spoken, yea, I bring it in, I have formed `it', yea, I do it.
Cross Reference Numbers 23:19 in Oriya 19 ପରମେଶ୍ୱର ମନୁଷ୍ୟ ନୁହଁନ୍ତି ଯେ, ସେ ମିଥ୍ୟା କହିବେ; କିଅବା ସେ ମନୁଷ୍ୟର ସନ୍ତାନ ନୁହଁନ୍ତି ଯେ, ସେ ଅନୁତାପ କରିବେ; ସେ କହିଅଛନ୍ତି, ଆଉ ସେ କି ତାହା କରିବେ ନାହିଁ ? ସେ କହିଅଛନ୍ତି, ଆଉ ତାହା କି ସେ ସିଦ୍ଧ କରିବେ ନାହିଁ ?
Ezra 1:2 in Oriya 2 “ପାରସ୍ୟର ରାଜା କୋରସ୍ ଏହା କହନ୍ତି, ସଦାପ୍ରଭୁ ସ୍ୱର୍ଗର ପରମେଶ୍ୱର, ପୃଥିବୀର ସମସ୍ତ ରାଜ୍ୟ ଆମ୍ଭକୁ ପ୍ରଦାନ କରିଅଛନ୍ତି; ଆଉ, ସେ ଯିହୁଦା ଦେଶସ୍ଥ ଯିରୂଶାଲମରେ ତାହାଙ୍କ ପାଇଁ ଏକ ଗୃହ ନିର୍ମାଣ କରିବାକୁ ଆମ୍ଭକୁ ଆଜ୍ଞା କରିଅଛନ୍ତି।
Job 23:13 in Oriya 13 ମାତ୍ର ସେ ଏକମନା ହୋଇଅଛନ୍ତି, ଆଉ କିଏ ତାହାଙ୍କୁ ଫେରାଇ ପାରିବ ? ପୁଣି, ସେ ଯାହା ଇଚ୍ଛା କରନ୍ତି, ତାହା ହିଁ କରନ୍ତି।
Psalm 76:10 in Oriya 10 ମନୁଷ୍ୟର କ୍ରୋଧ ନିତାନ୍ତ ତୁମ୍ଭର ପ୍ରଶଂସା କରିବ; ତୁମ୍ଭେ କ୍ରୋଧର ଅବଶେଷ ଦ୍ୱାରା ଆପଣା କଟିବନ୍ଧନ କରିବ।
Psalm 119:24 in Oriya 24 ତୁମ୍ଭର ସକଳ ପ୍ରମାଣ-ବାକ୍ୟ ମଧ୍ୟ ମୋହର ଆନନ୍ଦଜନକ ଓ ମନ୍ତ୍ରଣାଦାୟକ।
Isaiah 13:2 in Oriya 2 ତୁମ୍ଭେମାନେ ବୃକ୍ଷଶୂନ୍ୟ ପର୍ବତ ଉପରେ ଧ୍ୱଜା ଟେକ, ଲୋକମାନଙ୍କ ପ୍ରତି ରବ ଉଠାଅ, ହସ୍ତ ହଲାଅ, ସେମାନେ ଅଧିପତିମାନଙ୍କର ନଗର ଦ୍ୱାରରେ ପ୍ରବେଶ କରନ୍ତୁ।
Isaiah 14:24 in Oriya 24 ସୈନ୍ୟାଧିପତି ସଦାପ୍ରଭୁ ଶପଥ କରି କହିଅଛନ୍ତି, “ଆମ୍ଭେ ଯାହା ଭାବିଅଛୁ, ନିଶ୍ଚୟ ତଦ୍ରୂପ ଘଟିବ ଓ ଆମ୍ଭେ ଯେପରି ମନ୍ତ୍ରଣା କରିଅଛୁ, ସେହିପରି ସ୍ଥିର ହେବ;
Isaiah 21:7 in Oriya 7 ପୁଣି, ସେ ଯେତେବେଳେ ଏକ ଦଳ ସୈନ୍ୟ, ଦୁଇ ଦୁଇ ଅଶ୍ୱାରୋହୀ, ଏକ ଦଳ ଗର୍ଦ୍ଦଭାରୋହୀ ଓ ଏକ ଦଳ ଉଷ୍ଟ୍ରାରୋହୀ ଦେଖିବ, ସେତେବେଳେ ସେ ମନୋଯୋଗ-ପୂର୍ବକ ଅତି ଯତ୍ନରେ କର୍ଣ୍ଣପାତ କରିବ।”
Isaiah 38:15 in Oriya 15 ମୁଁ କଅଣ କହିବି ? ସେ ତ ମୋତେ କହିଅଛନ୍ତି, ମଧ୍ୟ ଆପେ ତାହା ସାଧନ କରିଅଛନ୍ତି; ମୁଁ ଆପଣା ପ୍ରାଣର ତିକ୍ତତା ସକାଶୁ ଆପଣାର ସବୁ ବର୍ଷଯାକ ଧୀରେ ଧୀରେ ଗମନ କରିବି।
Isaiah 41:2 in Oriya 2 ସେ ଧାର୍ମିକତାରେ ଯାହାକୁ ଆପଣା ଚରଣ ନିକଟକୁ ଡାକନ୍ତି, ଏପରି ଏକ ଜଣକୁ ପୂର୍ବ ଦିଗରୁ କିଏ ଉତ୍ପନ୍ନ କରିଅଛନ୍ତି ? ସେ ନାନା ଦେଶସ୍ଥ ଲୋକଙ୍କୁ ତାହା ସମ୍ମୁଖରେ ସମର୍ପି ଦିଅନ୍ତି ଓ ରାଜାଗଣଙ୍କ ଉପରେ ତାହାକୁ କର୍ତ୍ତୃତ୍ୱ କରାନ୍ତି; ସେ ତାହାର ଖଡ଼୍ଗ ସମ୍ମୁଖରେ ସେମାନଙ୍କୁ ଧୂଳି ତୁଲ୍ୟ ଓ ତାହାର ଧନୁକର ଆଗରେ ଚାଳିତ କୁଟା ପରି ସମର୍ପି ଦିଅନ୍ତି।
Isaiah 41:25 in Oriya 25 ଆମ୍ଭେ ଉତ୍ତର ଦିଗରୁ ଏକ ଜଣକୁ ଉତ୍ପନ୍ନ କରିଅଛୁ ଓ ସେ ଉପସ୍ଥିତ; ସେ ସୂର୍ଯ୍ୟୋଦୟ ଦିଗରୁ ଆମ୍ଭ ନାମ ଆହ୍ୱାନ କରେ; ସେ ଗାନ୍ଥନୀର ମଶଲା ଓ କୁମ୍ଭକାରର ମର୍ଦ୍ଦିତ ମୃତ୍ତିକା ପରି ଦେଶାଧ୍ୟକ୍ଷମାନଙ୍କୁ ଦଳିତ କରିବ।
Isaiah 44:28 in Oriya 28 ଆମ୍ଭେ କୋରସ୍ ବିଷୟରେ କହୁ, ସେ ଆମ୍ଭ ପଲର ପାଳକ ଓ ଆମ୍ଭର ଇଷ୍ଟ ସାଧନ କରିବ; ସେ ଯିରୂଶାଲମ ବିଷୟରେ କହିବ, ତାହା ପୁନର୍ନିର୍ମିତ ହେବ ଓ ମନ୍ଦିରକୁ କହିବ, ତୁମ୍ଭର ଭିତ୍ତିମୂଳ ସ୍ଥାପିତ ହେବ।”
Isaiah 45:13 in Oriya 13 ଆମ୍ଭେ ଧର୍ମରେ ତାହାକୁ ଉତ୍ପନ୍ନ କରିଅଛୁ ଓ ଆମ୍ଭେ ତାହାର ସକଳ ପଥ ସରଳ କରିବା; ସେ ଆମ୍ଭର ନଗର ନିର୍ମାଣ କରିବ ଓ ସେ ଆମ୍ଭର ନିର୍ବାସିତ ଲୋକମାନଙ୍କୁ ଛାଡ଼ି ଦେବ, ମୂଲ୍ୟ ନିମନ୍ତେ କିଅବା ପୁରସ୍କାର ନିମନ୍ତେ ନୁହେଁ,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
Isaiah 48:14 in Oriya 14 ତୁମ୍ଭେ ସମସ୍ତେ ଏକତ୍ର ହୋଇ ଶୁଣ; ସେମାନଙ୍କ ମଧ୍ୟରେ କିଏ ଏହିସବୁ ପ୍ରକାଶ କରିଅଛି ? ସଦାପ୍ରଭୁ ତାହାକୁ ପ୍ରେମ କରିଅଛନ୍ତି; ସେ ବାବିଲ ଉପରେ ତାହାଙ୍କର ମନସ୍କାମନା ସିଦ୍ଧ କରିବ ଓ କଲ୍ଦୀୟମାନଙ୍କ ଉପରେ ତାହାଙ୍କର ବାହୁ ରହିବ।
Jeremiah 50:29 in Oriya 29 “ଧନୁର୍ଦ୍ଧାରୀମାନଙ୍କୁ, ଧନୁରେ ଗୁଣଦାୟୀ ସମସ୍ତଙ୍କୁ ବାବିଲ ବିରୁଦ୍ଧରେ ଏକତ୍ର ଡାକ; ତାହା ବିରୁଦ୍ଧରେ ଚାରିଆଡ଼େ ଛାଉଣି ସ୍ଥାପନ କର; ତହିଁରୁ କାହାକୁ ରକ୍ଷା ପାଇବାକୁ ଦିଅ ନାହିଁ; ତାହାର କର୍ମାନୁସାରେ ତାହାକୁ ପ୍ରତିଫଳ ଦିଅ; ସେ ଯେପରି କରିଅଛି, ତାହା ପ୍ରତି ସେପରି କର; କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ଇସ୍ରାଏଲର ଧର୍ମସ୍ୱରୂପଙ୍କ ବିରୁଦ୍ଧରେ ଦର୍ପ କରିଅଛି।”
Jeremiah 50:45 in Oriya 45 ଏହେତୁ ସଦାପ୍ରଭୁ ବାବିଲର ବିରୁଦ୍ଧରେ ଯେଉଁ ମନ୍ତ୍ରଣା ଓ କଲ୍ଦୀୟମାନଙ୍କ ଦେଶ ବିରୁଦ୍ଧରେ ଯେଉଁ ସଙ୍କଳ୍ପ କରିଅଛନ୍ତି, ତାହା ଶୁଣ; ଲୋକମାନେ ସେମାନଙ୍କୁ, ପଲର ଛୁଆମାନଙ୍କୁ ମଧ୍ୟ ଟାଣି ନେଇ ଯିବେ; ସେ ନିଶ୍ଚୟ ସେମାନଙ୍କର ନିବାସ ସ୍ଥାନ ସହିତ ସେମାନଙ୍କୁ ଉତ୍ସନ୍ନ କରିବ।
Jeremiah 51:20 in Oriya 20 ତୁମ୍ଭେ ଆମ୍ଭର ଗଦା ଓ ଯୁଦ୍ଧର ଅସ୍ତ୍ର ସ୍ୱରୂପ; ପୁଣି, ଆମ୍ଭେ ତୁମ୍ଭ ଦ୍ୱାରା ନାନା ଗୋଷ୍ଠୀଙ୍କୁ ଚୂର୍ଣ୍ଣ କରିବା ଓ ତୁମ୍ଭ ଦ୍ୱାରା ନାନା ରାଜ୍ୟକୁ ସଂହାର କରିବା;
Ezekiel 39:4 in Oriya 4 ଇସ୍ରାଏଲର ପର୍ବତଗଣ ଉପରେ ତୁମ୍ଭେ ପତିତ ହେବ, ତୁମ୍ଭର ସକଳ ସୈନ୍ୟଦଳ ଓ ତୁମ୍ଭ ସଙ୍ଗୀ ଗୋଷ୍ଠୀଗଣ ପତିତ ହେବେ; ଆମ୍ଭେ ସବୁ ପ୍ରକାର ହିଂସ୍ରକ ପକ୍ଷୀଗୁଡିକୁ ଓ କ୍ଷେତ୍ରସ୍ଥ ପଶୁଗଣର ଗ୍ରାସର ନିମନ୍ତେ ତୁମ୍ଭକୁ ସମର୍ପଣ କରିବା।
Acts 4:28 in Oriya 28 ତୁମ୍ଭର ସଂକଳ୍ପ ଦ୍ୱାରା ଯେ ସମସ୍ତ ବିଷୟ ଘଟିବ ବୋଲି ପୂର୍ବରୁ ନିରୂପିତ ହୋଇଥିଲା, ତାହା କରିବାକୁ ଏକତ୍ର ହେଲେ।
Acts 5:39 in Oriya 39 କିନ୍ତୁ ଯଦି ତାହା ଈଶ୍ୱରଙ୍କଠାରୁ ହୋଇଥାଏ, ତାହାହେଲେ ଆପଣମାନେ ସେମାନଙ୍କୁ ଉଚ୍ଛିନ୍ନ କରିବାକୁ ସମର୍ଥ ହେବେ ନାହିଁ, କାଳେ ଆପଣମାନେ ଇଶ୍ବରଙ୍କ ବିରୁଦ୍ଧରେ ଯୁଦ୍ଧ କରୁଅଛନ୍ତି ବୋଲି ଦେଖାଯିବେ।
Ephesians 1:11 in Oriya 11 ତାହାଙ୍କଠାରେ ମଧ୍ୟ ଆମ୍ଭେମାନେ ଅଧିକାର ସ୍ୱରୂପ ହୋଇଅଛୁ, ଯେଣୁ ଯେଉଁ ଈଶ୍ୱର ଆପଣା ଇଚ୍ଛାର ସଙ୍କଳ୍ପାନୁସାରେ ସମସ୍ତ ବିଷୟ ସାଧନ କରନ୍ତି, ତାହାଙ୍କ ଅଭିପ୍ରାୟ ଅନୁସାରେ ଆମ୍ଭେମାନେ ପୁର୍ବରୁ ନିରୁପିତ ହେଲୁ,
Ephesians 3:11 in Oriya 11 ତଦନୁସାରେ ମଣ୍ଡଳୀ ଦ୍ୱାରା ଯେପରି ତାହାଙ୍କର ବହୁବିଧ ଜ୍ଞାନ, ସ୍ୱର୍ଗରେ କର୍ତ୍ତାପଣ ଓ ଅଧିକାରପ୍ରାପ୍ତ ବ୍ୟକ୍ତିମାନଙ୍କୁ ଜ୍ଞାତ କରାଯାଏ;