Isaiah 46:13 in Oriya 13 ଆମ୍ଭେ ଆପଣା ଧର୍ମ ନିକଟକୁ ଆଣୁଅଛୁ, ତାହା ଦୂରବର୍ତ୍ତୀ ହେବ ନାହିଁ ଓ ଆମ୍ଭ ପରିତ୍ରାଣର ବିଳମ୍ବ ହେବ ନାହିଁ; ଆମ୍ଭର ଗୌରବ ସ୍ୱରୂପ ଇସ୍ରାଏଲର ନିମନ୍ତେ ଆମ୍ଭେ ସିୟୋନରେ ପରିତ୍ରାଣ ସ୍ଥାପନ କରିବା।
Other Translations King James Version (KJV) I bring near my righteousness; it shall not be far off, and my salvation shall not tarry: and I will place salvation in Zion for Israel my glory.
American Standard Version (ASV) I bring near my righteousness, it shall not be far off, and my salvation shall not tarry; and I will place salvation in Zion for Israel my glory.
Bible in Basic English (BBE) My righteousness is near, it is not far off; salvation will come quickly; and I will make Zion free, and give Israel my glory.
Darby English Bible (DBY) I bring near my righteousness; it shall not be far off, and my salvation shall not delay; and I will give salvation in Zion, [and] unto Israel my glory.
World English Bible (WEB) I bring near my righteousness, it shall not be far off, and my salvation shall not wait; and I will place salvation in Zion for Israel my glory.
Young's Literal Translation (YLT) I have brought near My righteousness, It is not far off, And My salvation -- it doth not tarry, And I have given in Zion salvation, To Israel My glory!
Cross Reference Psalm 14:7 in Oriya 7 ଆହା, ସିୟୋନଠାରୁ ଇସ୍ରାଏଲର ପରିତ୍ରାଣ ଉପସ୍ଥିତ ହେଉ ! ଯଦି ସଦାପ୍ରଭୁ ଆପଣା ଲୋକମାନଙ୍କୁ ବନ୍ଦିତ୍ୱରୁ ଫେରାଇ ଆଣନ୍ତି ତେବେ ଯାକୁବ ଉଲ୍ଲାସ କରିବ ଓ ଇସ୍ରାଏଲ ଆନନ୍ଦିତ ହେବ।
Psalm 46:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ କୋରହ ସନ୍ତାନଗଣର ଗୀତ; ଅଲ୍ମୋତ୍ ସ୍ୱରର ଗୀତ। ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଓ ବଳ, ଦୁର୍ଦ୍ଦଶାକାଳରେ ଅତି ନିକଟବର୍ତ୍ତୀ ସହାୟ।
Psalm 46:5 in Oriya 5 ପରମେଶ୍ୱର ତହିଁର ମଧ୍ୟବର୍ତ୍ତୀ; ତାହା ବିଚଳିତ ହେବ ନାହିଁ। ପରମେଶ୍ୱର ଅତି ପ୍ରଭାତରେ ତାହାର ସାହାଯ୍ୟ କରିବେ।
Isaiah 12:2 in Oriya 2 ଦେଖ, ପରମେଶ୍ୱର ଆମ୍ଭର ପରିତ୍ରାଣ; ଆମ୍ଭେ ବିଶ୍ୱାସ କରିବା ଓ ଭୀତ ହେବା ନାହିଁ; କାରଣ ଯିହୋବା ସଦାପ୍ରଭୁ ଆମ୍ଭର ବଳ ଓ ଗାନ; ପୁଣି, ସେ ଆମ୍ଭର ପରିତ୍ରାଣ ହୋଇଅଛନ୍ତି।”
Isaiah 28:16 in Oriya 16 ଏଥିପାଇଁ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ଭିତ୍ତିମୂଳ ନିମନ୍ତେ ସିୟୋନରେ ଏକ ପ୍ରସ୍ତର, ପରୀକ୍ଷାସିଦ୍ଧ ପ୍ରସ୍ତର, ଦୃଢ଼ ଭିତ୍ତିମୂଳ ସ୍ୱରୂପ ବହୁମୂଲ୍ୟ କୋଣପ୍ରସ୍ତର ସ୍ଥାପନ କରୁଅଛୁ; ଯେ ବିଶ୍ୱାସ କରେ, ସେ ଚଞ୍ଚଳ ହେବ ନାହିଁ।
Isaiah 43:7 in Oriya 7 ଆମ୍ଭ ନାମରେ ଖ୍ୟାତ ଓ ଯାହାକୁ ଆମ୍ଭେ ଆପଣା ଗୌରବାର୍ଥେ ସୃଷ୍ଟି କରିଅଛୁ, ଏପରି ପ୍ରତ୍ୟେକ ଲୋକକୁ ଆଣ; ଆମ୍ଭେ ତାହାକୁ ଗଢ଼ିଅଛୁ; ହଁ, ଆମ୍ଭେ ତାହାକୁ ନିର୍ମାଣ କରିଅଛୁ।
Isaiah 44:23 in Oriya 23 ହେ ଆକାଶମଣ୍ଡଳ, ଗାନ କର, କାରଣ ସଦାପ୍ରଭୁ ଏହା ସାଧନ କରିଅଛନ୍ତି; ହେ ପୃଥିବୀର ଅଧଃସ୍ଥାନସକଳ, ଆନନ୍ଦଧ୍ୱନି କର; ହେ ପର୍ବତଗଣ, ହେ ଅରଣ୍ୟ ଓ ତନ୍ମଧ୍ୟସ୍ଥ ପ୍ରତ୍ୟେକ ବୃକ୍ଷ, ତୁମ୍ଭେମାନେ ଉଚ୍ଚସ୍ୱରରେ ଗାନ କର; କାରଣ ସଦାପ୍ରଭୁ ଯାକୁବକୁ ମୁକ୍ତ କରିଅଛନ୍ତି ଓ ଇସ୍ରାଏଲ ମଧ୍ୟରେ ଆପଣାକୁ ଗୌରବାନ୍ୱିତ କରିବେ।
Isaiah 51:5 in Oriya 5 ଆମ୍ଭର ଧର୍ମ ନିକଟବର୍ତ୍ତୀ, ଆମ୍ଭର ପରିତ୍ରାଣ ନିର୍ଗତ ହୋଇଅଛି ଓ ଆମ୍ଭର ବାହୁ ଗୋଷ୍ଠୀବର୍ଗର ବିଚାର କରିବ; ଦ୍ୱୀପଗଣ ଆମ୍ଭର ଅପେକ୍ଷାରେ ରହିବେ ଓ ଆମ୍ଭର ବାହୁରେ ପ୍ରତ୍ୟାଶା ରଖିବେ।
Isaiah 60:21 in Oriya 21 ମଧ୍ୟ ତୁମ୍ଭର ଲୋକ ସମସ୍ତେ ଧାର୍ମିକ ହେବେ, ସେମାନେ ଅନନ୍ତକାଳ ପର୍ଯ୍ୟନ୍ତ ଦେଶ ଅଧିକାର କରିବେ, ସେମାନେ ଆମ୍ଭର ଗୌରବାର୍ଥେ ଆମ୍ଭର ରୋପିତ ଶାଖା ଓ ଆମ୍ଭର ହସ୍ତକୃତ କର୍ମ ଅଟନ୍ତି।
Isaiah 61:3 in Oriya 3 ସିୟୋନର ଶୋକାର୍ତ୍ତ ଲୋକମାନଙ୍କ ପାଇଁ ନିରୂପଣ କରିବାକୁ, ଅର୍ଥାତ୍, ଭସ୍ମର ପରିବର୍ତ୍ତେ ଭୂଷଣ, ଦୁଃଖର ପରିବର୍ତ୍ତେ ସୁଖରୂପ ତୈଳ, ଅବସନ୍ନ ଆତ୍ମାର ପରିବର୍ତ୍ତେ ପ୍ରଶଂସାରୂପ ବସ୍ତ୍ର ପ୍ରଦାନ କରିବାକୁ ସେ ମୋତେ ପ୍ରେରଣ କରିଅଛନ୍ତି; ତହିଁରେ ସଦାପ୍ରଭୁ ଯେପରି ଗୌରବାନ୍ୱିତ ହେବେ, ଏଥିପାଇଁ ସେମାନେ ଧର୍ମରୂପ ବୃକ୍ଷ ଓ ତାହାଙ୍କର ଉଦ୍ୟାନ ବୋଲି ବିଖ୍ୟାତ ହେବେ।
Isaiah 61:11 in Oriya 11 କାରଣ ଭୂମି ଯେପରି ଆପଣା ଅଙ୍କୁର ବାହାର କରେ ଓ ଉଦ୍ୟାନ ଯେପରି ଆପଣା ମଧ୍ୟରେ ବୁଣାଯିବା ପଦାର୍ଥସବୁ ଅଙ୍କୁରିତ କରେ, ସେହିପରି ପ୍ରଭୁ ସଦାପ୍ରଭୁ ସମଗ୍ର ଦେଶୀୟମାନଙ୍କ ସାକ୍ଷାତରେ ଧର୍ମ ଓ ପ୍ରଶଂସା ଅଙ୍କୁରିତ କରିବେ।
Isaiah 62:11 in Oriya 11 ଦେଖ, ସଦାପ୍ରଭୁ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ଏହା ଘୋଷଣା କରିଅଛନ୍ତି, “ତୁମ୍ଭେମାନେ ସିୟୋନର କନ୍ୟାକୁ କୁହ, ଦେଖ, ତୁମ୍ଭର ପରିତ୍ରାଣ ଆସୁଅଛି, ଦେଖ, ତାହାଙ୍କ ପୁରସ୍କାର ତାହାଙ୍କ ସଙ୍ଗରେ ଅଛି ଓ ତାହାଙ୍କ ପ୍ରତିଦାନ ତାହାଙ୍କ ସମ୍ମୁଖରେ ଅଛି।”
Jeremiah 33:9 in Oriya 9 ପୁଣି, ଆମ୍ଭେ ସେମାନଙ୍କ ପ୍ରତି ଯେସକଳ ମଙ୍ଗଳ କରିବା, ତାହା ପୃଥିବୀସ୍ଥ ସକଳ ଗୋଷ୍ଠୀ ଶ୍ରବଣ କରିବେ, ସେମାନଙ୍କ ସମ୍ମୁଖରେ ଏହି ନଗର ଆମ୍ଭ ପକ୍ଷରେ ଆନନ୍ଦଜନକ କୀର୍ତ୍ତି, ପ୍ରଶଂସା ଓ ଗୌରବ ସ୍ୱରୂପ ହେବ, ଆଉ ଆମ୍ଭେ ତାହା ପାଇଁ ଯେସବୁ ମଙ୍ଗଳ ଓ ଶାନ୍ତି ଆୟୋଜନ କରିବା, ତହିଁ ସକାଶୁ ସେମାନେ ଭୀତ ଓ କମ୍ପିତ ହେବେ।'”
Joel 3:17 in Oriya 17 “ତହିଁରେ ଆମ୍ଭେ ଯେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ ଓ ଆପଣା ପବିତ୍ର ପର୍ବତ ସିୟୋନରେ ବାସ କରୁ, ଏହା ତୁମ୍ଭେମାନେ ଜାଣିବ; ତହିଁରେ ଯିରୂଶାଲମ ପବିତ୍ର ହେବ ଓ ବିଦେଶୀୟମାନେ ତହିଁ ମଧ୍ୟଦେଇ ଆଉ ଗମନାଗମନ କରିବେ ନାହିଁ।
Habakkuk 2:3 in Oriya 3 କାରଣ ଏହି ଦର୍ଶନ ଏବେ ହେଁ ନିରୂପିତ କାଳର ଅପେକ୍ଷା ଓ ପରିଣାମର ଆକାଂକ୍ଷା କରେ ଓ ତାହା ମିଥ୍ୟା ହେବ ନାହିଁ; ତାହା ବିଳମ୍ବ ହେଲେ ହେଁ ତହିଁ ପାଇଁ ଅପେକ୍ଷା କର; କାରଣ ତାହା ଅବଶ୍ୟ ଘଟିବ, ବିଳମ୍ବ ହେବ ନାହିଁ।
Haggai 1:8 in Oriya 8 ତୁମ୍ଭେମାନେ ପର୍ବତକୁ ଯାଇ କାଷ୍ଠ ଆଣ ଓ ଏହି ଗୃହ ନିର୍ମାଣ କର; ତହିଁରେ ଆମ୍ଭେ ତହିଁ ପ୍ରତି ପ୍ରସନ୍ନ ହେବା ଓ ଆମ୍ଭେ ଗୌରବାନ୍ୱିତ ହେବା, ଏହା ସଦାପ୍ରଭୁ କହନ୍ତି।
John 17:10 in Oriya 10 ଯାହା ଯାହା ମୋହର, ସେହି ସବୁ ତୁମ୍ଭର, ପୁଣି, ଯାହା ଯାହା ତୁମ୍ଭର, ସେହି ସବୁ ମୋହର; ଆଉ, ମୁଁ ସେମାନଙ୍କଠାରେ ମହିମାନ୍ୱିତ ହୋଇଅଛି।
Romans 1:17 in Oriya 17 ସେଥିରେ ତ ଈଶ୍ୱରଦତ୍ତ ଧାର୍ମିକତା ପ୍ରକାଶିତ ହେଉଅଛି, ତାହା ବିଶ୍ୱାସମୂଳକ ଓ ବିଶ୍ୱାସଜନକ, ଯେପରି ଲେଖାଅଛି, “ଧାର୍ମିକ ବିଶ୍ୱାସ ଦ୍ୱାରା ବଞ୍ଚିବ।”
Romans 3:21 in Oriya 21 କିନ୍ତୁ ଏବେ ମୋଶାଙ୍କ ବ୍ୟବସ୍ଥା ବ୍ୟତୀତ ଈଶ୍ୱରଙ୍କର ଧାର୍ମିକତା ପ୍ରକାଶିତ ହୋଇଅଛି, ଆଉ ତାହା ବିଷୟରେ ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀମାନଙ୍କ ଧର୍ମଶାସ୍ତ୍ର ସାକ୍ଷ୍ୟ ଦେଉଅଛି,
Romans 10:3 in Oriya 3 ଯେଣୁ ଈଶ୍ୱରଦତ୍ତ ଧାର୍ମିକତା ବିଷୟରେ ଅଜ୍ଞ ହୋଇ ଓ ଆପଣା ଆପଣା ଧାର୍ମିକତା ସ୍ଥାପନ କରିବାକୁ ଚେଷ୍ଟା କରି ସେମାନେ ଈଶ୍ୱରଦତ୍ତ ଧାର୍ମିକତାର ବଶୀଭୂତ ହୋଇ ନାହାଁନ୍ତି।
Ephesians 1:6 in Oriya 6 ଏହା ତାହାଙ୍କ ଅନୁଗ୍ରହର ଗୌରବର ପ୍ରଶଂସା ନିମନ୍ତେ ହୋଇଅଛି; ସେହି ଅନୁଗ୍ରହ ସେ ପ୍ରିୟତମଙ୍କ ଦ୍ୱାରା ଆମ୍ଭମାନଙ୍କୁ ଦାନ କରିଅଛନ୍ତି।
2 Thessalonians 1:10 in Oriya 10 ସେହି ଦିନ ସେମାନେ ଦଣ୍ଡ ପାଇବେ, ଅର୍ଥାତ୍ ପ୍ରଭୁଙ୍କ ପାଖରୁ ଓ ତାହାଙ୍କ ପରାକ୍ରମର ଗୌରବରୁ ଦୂରେଇ ଯାଇ ଅନନ୍ତ ବିନାଶ ଭୋଗ କରିବେ।
2 Thessalonians 1:12 in Oriya 12 ତାହାହେଲେ ଆମ୍ଭମାନଙ୍କ ଈଶ୍ୱର ଓ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଅନୁଗ୍ରହ ଅନୁସାରେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ନାମ ତୁମ୍ଭମାନଙ୍କଠାରେ ଗୌରବାନ୍ୱିତ ହେବ, ଆଉ ତୁମ୍ଭେମାନେ ତାହାଙ୍କଠାରେ ଗୌରବାନ୍ୱିତ ହେବ।
Hebrews 10:37 in Oriya 37 କାରଣ ଆଉ ଅତିଅଳ୍ପ ସମୟ ମାତ୍ର, ଯାହାଙ୍କ ଆଗମନ କରିବାର ଅଛି, ସେ ଆଗମନ କରିବେ ଓ ବିଳମ୍ବ କରିବେ ନାହିଁ।
1 Peter 2:6 in Oriya 6 କାରଣ ଶାସ୍ତ୍ରରେ ଲିଖିତ ଅଛି, ଦେଖ, ଆମ୍ଭେ ସିୟୋନରେ ଗୋଟିଏ ମନୋନୀତ ଓ ବହୁମୂଲ୍ୟ କୋଣର ପ୍ରଧାନ ପ୍ରସ୍ତର ସ୍ଥାପନ କରୁଅଛୁ, ଆଉ ଯେ ତାହାଙ୍କଠାରେ ବିଶ୍ୱାସ କରିବ, ସେ ଲଜ୍ଜିତ ହେବ ନାହିଁ।