Isaiah 48:17 in Oriya 17 ସଦାପ୍ରଭୁ ତୁମ୍ଭର ମୁକ୍ତିଦାତା, ଇସ୍ରାଏଲର ଧର୍ମସ୍ୱରୂପ, ଏହି କଥା କହନ୍ତି; “ଆମ୍ଭେ ସଦାପ୍ରଭୁ, ତୁମ୍ଭ ପରମେଶ୍ୱର, ତୁମ୍ଭକୁ ଉପକାରଜନକ ଶିକ୍ଷା ଦେଉ, ତୁମ୍ଭର ଗନ୍ତବ୍ୟ ପଥରେ ତୁମ୍ଭକୁ ଗମନ କରାଉ।
Other Translations King James Version (KJV) Thus saith the LORD, thy Redeemer, the Holy One of Israel; I am the LORD thy God which teacheth thee to profit, which leadeth thee by the way that thou shouldest go.
American Standard Version (ASV) Thus saith Jehovah, thy Redeemer, the Holy One of Israel: I am Jehovah thy God, who teacheth thee to profit, who leadeth thee by the way that thou shouldest go.
Bible in Basic English (BBE) The Lord who takes up your cause, the Holy One of Israel, says, I am the Lord your God, who is teaching you for your profit, guiding you by the way in which you are to go.
Darby English Bible (DBY) Thus saith Jehovah, thy Redeemer, the Holy One of Israel; I [am] Jehovah thy God, who teacheth thee for [thy] profit, who leadeth thee in the way that thou shouldest go.
World English Bible (WEB) Thus says Yahweh, your Redeemer, the Holy One of Israel: I am Yahweh your God, who teaches you to profit, who leads you by the way that you should go.
Young's Literal Translation (YLT) Thus said Jehovah, thy redeemer, The Holy One of Israel, `I `am' Jehovah thy God, teaching thee to profit, Causing thee to tread in the way thou goest.
Cross Reference Deuteronomy 8:17 in Oriya 17 ପୁଣି ତୁମ୍ଭେ ଆପଣା ମନେ ମନେ କହିବ, ଆମ୍ଭର ପରାକ୍ରମ ଓ ବାହୁବଳ ଏହିସବୁ ଐଶ୍ୱର୍ଯ୍ୟ ଲାଭ କରିଅଛି।
1 Kings 8:36 in Oriya 36 ତେବେ, ତୁମ୍ଭେ ସ୍ୱର୍ଗରେ ଥାଇ ତାହା ଶୁଣ ଓ ସେମାନଙ୍କ ଗନ୍ତବ୍ୟ ସତ୍ପଥ ବିଷୟରେ ଶିକ୍ଷା ଦେଇ ଆପଣା ଦାସମାନଙ୍କର ଓ ଆପଣା ଲୋକ ଇସ୍ରାଏଲର ପାପ କ୍ଷମା କର; ପୁଣି, ତୁମ୍ଭ ଲୋକମାନଙ୍କର ଅଧିକାରାର୍ଥେ ଦତ୍ତ ତୁମ୍ଭ ଦେଶ ଉପରେ ବୃଷ୍ଟି କର।
Job 22:21 in Oriya 21 ଏବେ ତୁମ୍ଭେ ତାହାଙ୍କ ସହିତ ପରିଚିତ ହୁଅ, ତହିଁରେ ଶାନ୍ତି ହେବ; ତଦ୍ଦ୍ୱାରା ମଙ୍ଗଳ ତୁମ୍ଭ ନିକଟରେ ଉପସ୍ଥିତ ହେବ।
Job 36:22 in Oriya 22 ଦେଖ, ପରମେଶ୍ୱର ଆପଣା ପରାକ୍ରମରେ ଉଚ୍ଚ ଭାବରେ କାର୍ଯ୍ୟ କରନ୍ତି; ତାହାଙ୍କ ପରି ଶିକ୍ଷକ କିଏ ଅଛି ?
Psalm 25:8 in Oriya 8 ସଦାପ୍ରଭୁ ମଙ୍ଗଳମୟ ଓ ସରଳ ଅଟନ୍ତି; ଏହେତୁ ସେ ପାପୀମାନଙ୍କୁ ପଥ ବିଷୟରେ ଶିକ୍ଷା ଦେବେ।
Psalm 25:12 in Oriya 12 ସଦାପ୍ରଭୁଙ୍କୁ ଭୟ କରିବା ଲୋକ କିଏ ? ସେ ତାହାକୁ ତାହାର ଇଷ୍ଟ ପଥରେ ଶିକ୍ଷା ଦେବେ।
Psalm 32:8 in Oriya 8 ମୁଁ ତୁମ୍ଭକୁ ଉପଦେଶ ଦେବି ଓ ତୁମ୍ଭର ଗନ୍ତବ୍ୟ ମାର୍ଗ ଶିଖାଇବି; ମୁଁ ତୁମ୍ଭ ଉପରେ ଆପଣା ଦୃଷ୍ଟି ରଖି ତୁମ୍ଭକୁ ମନ୍ତ୍ରଣା ଦେବି।
Psalm 71:17 in Oriya 17 ହେ ପରମେଶ୍ୱର, ତୁମ୍ଭେ ମୋତେ ବାଲ୍ୟକାଳଠାରୁ ଶିକ୍ଷା ଦେଇ ଆସୁଅଛ; ପୁଣି, ମୁଁ ଏପର୍ଯ୍ୟନ୍ତ ତୁମ୍ଭର ଆଶ୍ଚର୍ଯ୍ୟ କ୍ରିୟାସବୁ ପ୍ରଚାର କରିଅଛି।
Psalm 73:24 in Oriya 24 ତୁମ୍ଭେ ନିଜ ମନ୍ତ୍ରଣାରେ ମୋତେ ପଥ ଦେଖାଇବ ଓ ଶେଷରେ ତୁମ୍ଭେ ମୋତେ ଗୌରବରେ ଗ୍ରହଣ କରିବ।
Isaiah 2:3 in Oriya 3 ପୁଣି, ଅନେକ ଗୋଷ୍ଠୀ ଯାଉ ଯାଉ କହିବେ, “ତୁମ୍ଭେମାନେ ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ପର୍ବତକୁ, ଯାକୁବର ପରମେଶ୍ୱରଙ୍କ ଗୃହକୁ ଯାଉ; ତହିଁରେ ସେ ଆପଣା ପଥ ବିଷୟ ଆମ୍ଭମାନଙ୍କୁ ଶିକ୍ଷା ଦେବେ ଓ ଆମ୍ଭେମାନେ ତାହାଙ୍କ ମାର୍ଗରେ ଗମନ କରିବା।” କାରଣ ସିୟୋନଠାରୁ ବ୍ୟବସ୍ଥା ଓ ଯିରୂଶାଲମଠାରୁ ସଦାପ୍ରଭୁଙ୍କର ବାକ୍ୟ ନିର୍ଗତ ହେବ।
Isaiah 30:20 in Oriya 20 ପୁଣି, ଯଦ୍ୟପି ପ୍ରଭୁ ତୁମ୍ଭମାନଙ୍କୁ ଦୁଃଖରୂପ ଖାଦ୍ୟ ଓ କ୍ଲେଶରୂପ ଜଳ ଦିଅନ୍ତି, ତଥାପି ତୁମ୍ଭମାନଙ୍କର ଶିକ୍ଷକଗଣ ଆଉ ଗୁପ୍ତ ରହିବେ ନାହିଁ, ମାତ୍ର ତୁମ୍ଭର ଚକ୍ଷୁ ତୁମ୍ଭ ଶିକ୍ଷକଗଣକୁ ଦେଖିବ।
Isaiah 43:14 in Oriya 14 ତୁମ୍ଭମାନଙ୍କର ମୁକ୍ତିଦାତା, ଇସ୍ରାଏଲର ଧର୍ମସ୍ୱରୂପ ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ତୁମ୍ଭମାନଙ୍କ ସକାଶେ ବାବିଲକୁ ଲୋକ ପଠାଇଅଛୁ ଓ ଆମ୍ଭେ ସେସମସ୍ତଙ୍କୁ ପଳାତକଗଣ ତୁଲ୍ୟ ଆଣିବା; କଲଦୀୟମାନଙ୍କୁ ହିଁ ସେମାନଙ୍କର ଆନନ୍ଦଗାନର ନୌକାରେ ଆଣିବା।
Isaiah 43:16 in Oriya 16 ଯେ ସମୁଦ୍ରରେ ପଥ ଓ ମହାଜଳରାଶିରେ ମାର୍ଗ କରନ୍ତି;
Isaiah 44:6 in Oriya 6 ସଦାପ୍ରଭୁ, ଇସ୍ରାଏଲର ରାଜା ଓ ତାହାର ମୁକ୍ତିଦାତା ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; “ଆମ୍ଭେ ଆଦି ଓ ଆମ୍ଭେ ଅନ୍ତ, ପୁଣି ଆମ୍ଭ ଛଡ଼ା ପରମେଶ୍ୱର ଆଉ ନାହିଁ।
Isaiah 48:20 in Oriya 20 ତୁମ୍ଭେମାନେ ବାବିଲରୁ ବାହାରି ଯାଅ, କଲ୍ଦୀୟମାନଙ୍କ ମଧ୍ୟରୁ ପଳାଅ; ତୁମ୍ଭେମାନେ ଗାୟନ ଧ୍ୱନିରେ ପ୍ରଚାର କରି ଜଣାଅ, ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ଏହା ପ୍ରକାଶ କର; ତୁମ୍ଭେମାନେ କୁହ, ସଦାପ୍ରଭୁ ଆପଣା ଦାସ ଯାକୁବକୁ ମୁକ୍ତ କରିଅଛନ୍ତି।”
Isaiah 49:7 in Oriya 7 ଯାହାକୁ ମନୁଷ୍ୟ ଅବଜ୍ଞା କରେ, ଯାହାକୁ ଦେଶୀୟ ଲୋକମାନେ ଘୃଣା କରନ୍ତି, ଯେ ଶାସନକର୍ତ୍ତାମାନଙ୍କର ଦାସ, ତାହାକୁ ଇସ୍ରାଏଲର ମୁକ୍ତିଦାତା ଓ ତାହାର ଧର୍ମସ୍ୱରୂପ ସଦାପ୍ରଭୁ ଏହି କଥା କହନ୍ତି, “ବିଶ୍ୱାସନୀୟ ଓ ଇସ୍ରାଏଲର ଧର୍ମସ୍ୱରୂପ ଯେଉଁ ସଦାପ୍ରଭୁ ତୁମ୍ଭକୁ ମନୋନୀତ କରିଅଛନ୍ତି, ତାହାଙ୍କ ସକାଶୁ ରାଜାମାନେ ତୁମ୍ଭକୁ ଦେଖିଲେ ଉଠିବେ; ଅଧିପତିମାନେ ତୁମ୍ଭକୁ ପ୍ରଣାମ କରିବେ।”
Isaiah 49:9 in Oriya 9 ତୁମ୍ଭେ ବନ୍ଦୀଗଣକୁ ବାହାରି ଯାଅ ବୋଲି, ଅନ୍ଧକାରସ୍ଥିତ ଲୋକମାନଙ୍କୁ ଆପଣାମାନଙ୍କୁ ଦେଖାଅ ବୋଲି କହିବ। ସେମାନେ ପଥରେ ଚରିବେ ଓ ବୃକ୍ଷଶୂନ୍ୟ ଉଚ୍ଚସ୍ଥଳୀସକଳ ସେମାନଙ୍କର ଚରାସ୍ଥାନ ହେବ।
Isaiah 54:5 in Oriya 5 କାରଣ ତୁମ୍ଭର ନିର୍ମାଣକର୍ତ୍ତା ତୁମ୍ଭର ସ୍ୱାମୀ ଅଟନ୍ତି; ସୈନ୍ୟାଧିପତି ସଦାପ୍ରଭୁ ତାହାଙ୍କର ନାମ ଓ ଇସ୍ରାଏଲର ଧର୍ମସ୍ୱରୂପ ତୁମ୍ଭର ମୁକ୍ତିଦାତା; ସେ ସମୁଦାୟ ପୃଥିବୀର ପରମେଶ୍ୱର ବୋଲି ବିଖ୍ୟାତ ହେବେ।
Isaiah 54:13 in Oriya 13 ତୁମ୍ଭର ସନ୍ତାନଗଣ ସମସ୍ତେ ସଦାପ୍ରଭୁଙ୍କ ଦ୍ୱାରା ଶିକ୍ଷିତ ହେବେ ଓ ତୁମ୍ଭ ସନ୍ତାନଗଣର ମହାଶାନ୍ତି ହେବ।
Jeremiah 6:16 in Oriya 16 ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ପଥମାନର ମଧ୍ୟରେ ଠିଆ ହୋଇ ଦେଖ, ଆଉ ପୁରାତନ ପଥମାନର ବିଷୟ ପଚାରି କୁହ, ଉତ୍ତମ ପଥ କାହିଁ ? ଓ ତହିଁରେ ଗମନ କର; ତେବେ ତୁମ୍ଭେମାନେ ଆପଣା ଆପଣା ପ୍ରାଣରେ ବିଶ୍ରାମ ପାଇବ;” ମାତ୍ର ସେମାନେ କହିଲେ, “ଆମ୍ଭେମାନେ ତହିଁରେ ଗମନ କରିବା ନାହିଁ।”
Jeremiah 31:33 in Oriya 33 ମାତ୍ର ସଦାପ୍ରଭୁ କହନ୍ତି, “ସେହି ସକଳ ଦିନର ଉତ୍ତାରେ ଆମ୍ଭେ ଇସ୍ରାଏଲ ବଂଶ ସହିତ ଏହି ନିୟମ ସ୍ଥିର କରିବା; ଆମ୍ଭେ ସେମାନଙ୍କ ଅନ୍ତରରେ ଆମ୍ଭର ବ୍ୟବସ୍ଥା ରଖିବା ଓ ସେମାନଙ୍କ ହୃଦୟରେ ଆମ୍ଭେ ତାହା ଲେଖିବା; ଆଉ, ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା ଓ ସେମାନେ ଆମ୍ଭର ଲୋକ ହେବେ;
Micah 4:2 in Oriya 2 ପୁଣି, ଅନେକ ଗୋଷ୍ଠୀ ଯାଉ ଯାଉ କହିବେ, ତୁମ୍ଭେମାନେ ଆସ, ସଦାପ୍ରଭୁଙ୍କ ପର୍ବତକୁ, ଯାକୁବର ପରମେଶ୍ୱରଙ୍କ ଗୃହକୁ ଆମ୍ଭେମାନେ ଯାଉ; ତହିଁରେ ସେ ଆପଣା ପଥ ବିଷୟ ଆମ୍ଭମାନଙ୍କୁ ଶିକ୍ଷା ଦେବେ ଓ ଆମ୍ଭେମାନେ ତାହାଙ୍କ ମାର୍ଗରେ ଗମନ କରିବା। କାରଣ ସିୟୋନଠାରୁ ବ୍ୟବସ୍ଥା ଓ ଯିରୂଶାଲମଠାରୁ ସଦାପ୍ରଭୁଙ୍କର ବାକ୍ୟ ନିର୍ଗତ ହେବ।
John 6:45 in Oriya 45 ଭାବବାଦୀମାନଙ୍କ ଧର୍ମଶାସ୍ତ୍ରରେ ଲିଖିତ ଅଛି, ସମସ୍ତେ ଇଶ୍ବରଙ୍କ ଦ୍ୱାରା ଶିକ୍ଷା ପ୍ରାପ୍ତ ହେବେ। ଯେ କେହି ପିତାଙ୍କଠାରୁ ଶ୍ରବଣ କରି ଶିକ୍ଷା ଲାଭ କରିଅଛି, ସେ ମୋ' ନିକଟକୁ ଆସେ।
Ephesians 4:21 in Oriya 21 ତୁମ୍ଭେମାନେ ତ ତାହାଙ୍କ ବିଷୟ ଶୁଣିଅଛ, ପୁଣି, ଯୀଶୁଙ୍କ ସମ୍ବନ୍ଧୀୟ ସତ୍ୟ ଅନୁସାରେ ତାହାଙ୍କ ସହଭାଗିତାରେ ଥାଇ ଶିକ୍ଷିତ ହୋଇଅଛ,