Isaiah 48:6 in Oriya 6 ତୁମ୍ଭେ ଶୁଣିଅଛ; ଏହିସବୁ ଦେଖ ଓ ତୁମ୍ଭେମାନେ କି ତାହା ପ୍ରକାଶ କରିବ ନାହିଁ ? ଏହି ସମୟଠାରୁ ଆମ୍ଭେ ତୁମ୍ଭକୁ ନୂତନ ବିଷୟ, ଅର୍ଥାତ୍, ତୁମ୍ଭର ଅଜ୍ଞାତ ନିଗୂଢ଼ ବିଷୟ ଦେଖାଇ ଅଛୁ।
Other Translations King James Version (KJV) Thou hast heard, see all this; and will not ye declare it? I have shewed thee new things from this time, even hidden things, and thou didst not know them.
American Standard Version (ASV) Thou hast heard it; behold all this; and ye, will ye not declare it? I have showed thee new things from this time, even hidden things, which thou hast not known.
Bible in Basic English (BBE) All this has come to your ears and you have seen it; will you not give witness to it? I am now making clear new things, even secret things, of which you had no knowledge.
Darby English Bible (DBY) Thou heardest, see all this; -- and ye, will not ye declare [it]? I have caused thee to hear new things from this time, and things hidden, and that thou knewest not:
World English Bible (WEB) You have heard it; see all this; and you, will you not declare it? I have shown you new things from this time, even hidden things, which you have not known.
Young's Literal Translation (YLT) Thou hast heard, see the whole of it, And ye, do ye not declare? I have caused thee to hear new things from this time, And things reserved that ye knew not.
Cross Reference Psalm 40:9 in Oriya 9 ମୁଁ ମହାସମାଜରେ ଧର୍ମ ପ୍ରଚାର କରିଅଛି; ଦେଖ, ମୁଁ ଆପଣା ଓଷ୍ଠାଧର ରୁଦ୍ଧ କରିବି ନାହିଁ, ହେ ସଦାପ୍ରଭୁ, ତୁମ୍ଭେ ଜାଣୁଅଛ।
Psalm 71:15 in Oriya 15 ମୋହର ମୁଖ ସାରାଦିନ ତୁମ୍ଭର ଧର୍ମ ଓ ତୁମ୍ଭର ପରିତ୍ରାଣ ବର୍ଣ୍ଣନା କରିବ; କାରଣ ମୁଁ ତହିଁର ସଂଖ୍ୟା ଜାଣେ ନାହିଁ।
Psalm 78:3 in Oriya 3 ଆମ୍ଭେମାନେ ତାହାସବୁ ଶୁଣି ଜାଣିଅଛୁ ଓ ଆମ୍ଭମାନଙ୍କ ପିତୃଗଣ ଆମ୍ଭମାନଙ୍କୁ ଜଣାଇଅଛନ୍ତି।
Psalm 107:43 in Oriya 43 ଯେ ଜ୍ଞାନବାନ, ସେ ଏହିସବୁ ବିଷୟରେ ମନୋଯୋଗ କରିବ, ପୁଣି, ସେମାନେ ସଦାପ୍ରଭୁଙ୍କ ବିବିଧ ଦୟା ବିବେଚନା କରିବେ।
Psalm 119:13 in Oriya 13 ମୁଁ ତୁମ୍ଭ ମୁଖନିର୍ଗତ ଶାସନସକଳ ଆପଣା ଓଷ୍ଠାଧରରେ ବର୍ଣ୍ଣନା କରିଅଛି।
Psalm 145:4 in Oriya 4 ଲୋକମାନେ ପୁରୁଷାନୁକ୍ରମେ ତୁମ୍ଭ କ୍ରିୟାସକଳର ପ୍ରଶଂସା କରିବେ ଓ ତୁମ୍ଭ ବିକ୍ରମର କର୍ମ ପ୍ରଚାର କରିବେ।
Isaiah 21:10 in Oriya 10 ହେ ମୋହର ମର୍ଦ୍ଦିତ ଓ ମୋ' ଖମାରର ଶସ୍ୟ, ମୁଁ ଇସ୍ରାଏଲର ପରମେଶ୍ୱର ସୈନ୍ୟାଧିପତି ସଦାପ୍ରଭୁଙ୍କଠାରୁ ଯାହା ଶୁଣିଅଛି, ତାହା ତୁମ୍ଭମାନଙ୍କୁ ଜଣାଇଲି।
Isaiah 42:9 in Oriya 9 ଦେଖ, ଆଦ୍ୟ ବିଷୟମାନ ସିଦ୍ଧ ହେଲା, ଆଉ ଆମ୍ଭେ ନୂତନ ବିଷୟମାନ ପ୍ରକାଶ କରୁ; ସେହି ସବୁ ଅଙ୍କୁରିତ ହେବାର ପୂର୍ବେ ତଦ୍ବିଷୟ ଆମ୍ଭେ ତୁମ୍ଭମାନଙ୍କୁ ଜଣାଉ।”
Isaiah 43:8 in Oriya 8 ଚକ୍ଷୁ ଥାଇ ଅନ୍ଧ ଓ କର୍ଣ୍ଣ ଥାଇ ବଧିର, ଏହି ଲୋକଙ୍କୁ ବାହାର କରି ଆଣ।
Isaiah 43:19 in Oriya 19 ଦେଖ, ଆମ୍ଭେ ଏକ ନୂତନ କାର୍ଯ୍ୟ କରିବା; ତାହା ଏବେ ଅଙ୍କୁରିତ ହେବ; ତୁମ୍ଭେମାନେ କି ତାହା ଜାଣିବ ନାହିଁ ? ଆହୁରି, ଆମ୍ଭେ ପ୍ରାନ୍ତର ମଧ୍ୟରେ ପଥ ଓ ମରୁଭୂମିରେ ନଦନଦୀ କରିବା।
Jeremiah 2:31 in Oriya 31 ହେ ବର୍ତ୍ତମାନ କାଳର ଲୋକମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଆଲୋଚନା କର, ଆମ୍ଭେ କି ଇସ୍ରାଏଲ ପ୍ରତି ପ୍ରାନ୍ତର ସ୍ୱରୂପ, ଅବା ନିବିଡ଼ ଅନ୍ଧକାରମୟ ଦେଶ ସ୍ୱରୂପ ହୋଇଅଛୁ ? ଆମ୍ଭର ଲୋକମାନେ କାହିଁକି କହୁଅଛନ୍ତି, “ଆମ୍ଭେମାନେ ବନ୍ଧନଛିଣ୍ଡା ହୋଇଅଛୁ; ଆମ୍ଭେମାନେ ଆଉ ତୁମ୍ଭ ନିକଟକୁ ଆସିବୁ ନାହିଁ ?
Jeremiah 50:2 in Oriya 2 “ତୁମ୍ଭେମାନେ ଗୋଷ୍ଠୀଗଣ ମଧ୍ୟରେ ପ୍ରକାଶ କରି ପ୍ରଚାର କର ଓ ଧ୍ୱଜା ଉଠାଅ; ପ୍ରଚାର କର ଓ ଗୋପନ ନ କରି କୁହ, ‘ବାବିଲ ହସ୍ତଗତ ହେଲା, ବେଲ ଲଜ୍ଜିତ ହେଲା, ମରୋଦକ ବିସ୍ମିତ ହେଲା; ତାହାର ପ୍ରତିମାଗଣ ଲଜ୍ଜିତ ହେଲେ ଓ ତାହାର ଦେବତା ସକଳ ବିସ୍ମିତ ହେଲେ।'
Daniel 12:8 in Oriya 8 ପୁଣି, ମୁଁ ଶୁଣିଲି, ମାତ୍ର ବୁଝିଲି ନାହିଁ; ତହୁଁ ମୁଁ କହିଲି, ହେ ମୋର ପ୍ରଭୁ, ଏହିସବୁର ପରିଣାମ କ'ଣ ହେବ ?
Amos 3:6 in Oriya 6 ନଗର ମଧ୍ୟରେ ତୂରୀ ବଜାଗଲେ ଲୋକମାନେ କି ଭୀତ ହେବେ ନାହିଁ ? ସଦାପ୍ରଭୁ ନ ଘଟାଇଲେ ନଗର ମଧ୍ୟରେ କି ଅମଙ୍ଗଳ ଘଟିବ ?
Micah 6:9 in Oriya 9 ସଦାପ୍ରଭୁ ଏହି ନଗର ପ୍ରତି ଘୋଷଣା କରୁଅଛି ଓ ଜ୍ଞାନବାନ ମନୁଷ୍ୟ ତୁମ୍ଭର ନାମ ଦେଖିବ। ତୁମ୍ଭେମାନେ ଦଣ୍ଡ ଓ ତନ୍ନିରୂପଣକାରୀଙ୍କୁ ମାନ।
Matthew 10:27 in Oriya 27 ମୁଁ ତୁମ୍ଭମାନଙ୍କୁ ଯାହା ଅନ୍ଧକାରରେ କହେ, ତାହା ଆଲୋକରେ କୁହ, ପୁଣି, ଯାହା ତୁମ୍ଭେମାନେ ଗୋପନରେ ଶୁଣ, ତାହା ଘର ଛାତ ଉପରେ ଘୋଷଣା କର।
John 15:15 in Oriya 15 ମୁଁ ତୁମ୍ଭମାନଙ୍କୁ ଆଉ ଦାସ ବୋଲି କହୁ ନାହିଁ, କାରଣ କର୍ତ୍ତା କ'ଣ କରନ୍ତି, ଦାସ ତାହା ଜାଣେ ନାହିଁ, କିନ୍ତୁ ମୁଁ ତୁମ୍ଭମାନଙ୍କୁ ବନ୍ଧୁ ବୋଲି କହିଅଛି, କାରଣ ମୁଁ ମୋହର ପିତାଙ୍କଠାରୁ ଯାହା ଯାହା ଶୁଣିଅଛି, ସେହି ସବୁ ତୁମ୍ଭମାନଙ୍କୁ ଜଣାଇଅଛି।
Acts 1:8 in Oriya 8 କିନ୍ତୁ ପବିତ୍ର ଆତ୍ମା ତୁମ୍ଭମାନଙ୍କ ଉପରେ ଅବତୀର୍ଣ୍ଣ ହୁଅନ୍ତେ, ତୁମ୍ଭେମାନେ ଶକ୍ତି ପ୍ରାପ୍ତ ହେବ, ଆଉ ଯିରୂଶାଲମ, ସମସ୍ତ ଯିହୂଦା ପ୍ରଦେଶ ଓ ଶମିରୋଣ, ପୁଣି, ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ସୁଦ୍ଧା ମୋହର ସାକ୍ଷୀ ହେବ।”
Romans 16:25 in Oriya 25 ଯେଉଁ ଈଶ୍ୱର ମୋହର ସୁସମାଚାର ଓ ଯୀଶୁଖ୍ରୀଷ୍ଟଙ୍କ ବିଷୟକ ପ୍ରଚାର ଅନୁସାରେ, ଅର୍ଥାତ୍ ଯେଉଁ ନିଗୂଢ଼ତତ୍ତ୍ୱ ପ୍ରାଚୀନ କାଳରୁ ଗୁପ୍ତ ଥିଲା,
1 Corinthians 2:9 in Oriya 9 କିନ୍ତୁ ଯେପରି ଲେଖା ଅଛି, “ଚକ୍ଷୁ ଯାହା ଦେଖି ନାହିଁ, କର୍ଣ୍ଣ ଯାହା ଶୁଣି ନାହିଁ, ଆଉ ମନୁଷ୍ୟର ହୃଦୟରେ ଯାହା ଜାତ ହୋଇ ନାହିଁ, ଯେ ସମସ୍ତ ବିଷୟ ଈଶ୍ୱର ଆପଣା ପ୍ରେମକାରୀ ଲୋକମାନଙ୍କ ନିମନ୍ତେ ପ୍ରସ୍ତୁତ କରିଅଛନ୍ତି।”
1 Peter 1:10 in Oriya 10 ପୁଣି, ସେହି ପରିତ୍ରାଣ ସମ୍ବନ୍ଧରେ ଯତ୍ନ ସହକାରେ ଅନ୍ୱେଷଣ ଓ ଅନୁସନ୍ଧାନ କଲେ।
Revelation 1:19 in Oriya 19 ଅତଏବ, ଯାହା ଯାହା ଦର୍ଶନ କଲ, ଯାହା ଯାହା ବର୍ତ୍ତମାନ ଘଟୁଅଛି ଓ ଏହାପରେ ଘଟିବ, ସେହି ସବୁ ଲିପିବଦ୍ଧ କର।
Revelation 4:1 in Oriya 1 ଏହାପରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ସ୍ୱର୍ଗରେ ଗୋଟିଏ ଦ୍ୱାର ଉନ୍ମୁକ୍ତ; ପୁଣି, ତୂରୀଶଦ୍ଦ ସଦୃଶ ମୋ ସହିତ କହୁଥିବା ଯେଉଁ ସ୍ୱର ମୁଁ ପୂର୍ବରେ ଶୁଣିଥିଲି; ତାହା କହିଲା, ଏଠାକୁ ଉଠିଆସ; ଯାହାସବୁ ଏହାପରେ ଅବଶ୍ୟ ଘଟିବ, ସେହି ସବୁ ଆମ୍ଭେ ତୁମ୍ଭକୁ ଦେଖାଇବୁ।
Revelation 5:1 in Oriya 1 ତତ୍ପରେ ମୁଁ ସିଂହାସନ ଉପରେ ବସିଥିବା ବ୍ୟକ୍ତିଙ୍କ ଦକ୍ଷିଣ ହସ୍ତରେ ଗୋଟିଏ ପୁସ୍ତକ ଦେଖିଲି, ତାହା ଉଭୟ ପାର୍ଶ୍ୱରେ ଲିଖିତ ଓ ସପ୍ତ ମୁଦ୍ରାରେ ମୁଦ୍ରାଙ୍କିତ।
Revelation 6:1 in Oriya 1 ତହୁଁ ମୁଁ ମେଷଶାବକଙ୍କୁ ସପ୍ତ ମୁଦ୍ରା ମଧ୍ୟରୁ ପ୍ରଥମ ମୁଦ୍ରା ଭାଙ୍ଗିବାର ଦେଖିଲି, ଆଉ ଚାରି ପ୍ରାଣୀଙ୍କ ମଧ୍ୟରୁ ଜଣକୁ ବଜ୍ର ପରି ସ୍ୱରରେ ଏହା କହୁଥିବା ଶୁଣିଲି, ଆସ।