Isaiah 49:19 in Oriya 19 କାରଣ ନିଶ୍ଚୟ ଏବେ ତୁମ୍ଭେ, ତୁମ୍ଭ ଉତ୍ସନ୍ନ ଓ ଶୂନ୍ୟ ସ୍ଥାନସକଳ ଓ ତୁମ୍ଭର ନଷ୍ଟ ଦେଶ, ନିବାସୀଗଣ ନିମନ୍ତେ ସଂକୀର୍ଣ୍ଣ ହେବ ଓ ତୁମ୍ଭର ଗ୍ରାସକାରୀମାନେ ଦୂରରେ ରହିବେ।
Other Translations King James Version (KJV) For thy waste and thy desolate places, and the land of thy destruction, shall even now be too narrow by reason of the inhabitants, and they that swallowed thee up shall be far away.
American Standard Version (ASV) For, as for thy waste and thy desolate places, and thy land that hath been destroyed, surely now shalt thou be too strait for the inhabitants, and they that swallowed thee up shall be far away.
Bible in Basic English (BBE) For though the waste places of your land have been given to destruction, now you will not be wide enough for your people, and those who made you waste will be far away.
Darby English Bible (DBY) For [in] thy waste and thy desolate places, and thy destroyed land, thou shalt even now be too straitened by reason of the inhabitants, and they that swallowed thee up shall be far away.
World English Bible (WEB) For, as for your waste and your desolate places, and your land that has been destroyed, surely now shall you be too small for the inhabitants, and those who swallowed you up shall be far away.
Young's Literal Translation (YLT) Because thy wastes, and thy desolate places, And the land of thy ruins, Surely now are straitened because of inhabitants, And far off have been those consuming thee.
Cross Reference Psalm 56:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ ଯୋନତ୍-ଏଲମ୍ ହେ ପରମେଶ୍ୱର, ମୋତେ ଦୟା କର; କାରଣ ମନୁଷ୍ୟ ମୋତେ ଗ୍ରାସ କରିବାକୁ ଉଦ୍ୟତ; ସେ ସାରାଦିନ ଯୁଦ୍ଧ କରି ମୋ' ପ୍ରତି ଉପଦ୍ରବ କରଇ।
Psalm 124:3 in Oriya 3 ତେବେ ଆମ୍ଭମାନଙ୍କ ବିରୁଦ୍ଧରେ ସେମାନଙ୍କ କୋପ ପ୍ରଜ୍ୱଳିତ ହେବା ବେଳେ ସେମାନେ ଆମ୍ଭମାନଙ୍କୁ ସଜୀବ ଗ୍ରାସ କରିଥାନ୍ତେ;
Proverbs 1:12 in Oriya 12 ପାତାଳର ନ୍ୟାୟ ଆମ୍ଭେମାନେ ସେମାନଙ୍କୁ ଜୀଅନ୍ତା ଗ୍ରାସ କରୁ ଓ ଗର୍ତ୍ତପତିତ ଲୋକ ପରି ସେମାନଙ୍କୁ ସର୍ବତୋଭାବେ ଗ୍ରାସ କରୁ;
Isaiah 5:6 in Oriya 6 ପୁଣି, ମୁଁ ତାହା ଉଜାଡ଼ କରିବି; ତାହାର ଡାଳ କଟା ହେବ ନାହିଁ କିମ୍ବା ଭୂମି କୋଡ଼ା ହେବ ନାହିଁ; ମାତ୍ର ତାହା କାନକୋଳି ଓ କଣ୍ଟକ ବୃକ୍ଷମୟ ହେବ; ମଧ୍ୟ ତହିଁ ଉପରେ ଜଳ ବର୍ଷଣ ନ କରିବା ପାଇଁ ମୁଁ ମେଘମାଳକୁ ଆଜ୍ଞା କରିବି।
Isaiah 49:8 in Oriya 8 ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଗ୍ରାହ୍ୟ ସମୟରେ ତୁମ୍ଭକୁ ଉତ୍ତର ଦେଇଅଛୁ ଓ ପରିତ୍ରାଣ ଦିନରେ ଆମ୍ଭେ ତୁମ୍ଭର ସାହାଯ୍ୟ କରିଅଛୁ; ପୁଣି, ଆମ୍ଭେ ତୁମ୍ଭକୁ ରକ୍ଷା କରିବା ଓ ଦେଶର ଉନ୍ନତି ସାଧନ ନିମନ୍ତେ, ଲୋକମାନଙ୍କୁ ସେମାନଙ୍କର ଧ୍ୱଂସିତ ଉତ୍ତରାଧିକାର ଭୋଗ କରାଇବା ନିମନ୍ତେ ଆମ୍ଭେ ତୁମ୍ଭକୁ ଲୋକମାନଙ୍କର ନିୟମ ସ୍ୱରୂପ ନିଯୁକ୍ତ କରିବା;
Isaiah 49:17 in Oriya 17 ତୁମ୍ଭର ସନ୍ତାନମାନେ ଶୀଘ୍ର ଆସୁଅଛନ୍ତି, ତୁମ୍ଭର ଉତ୍ପାଟନକାରୀମାନେ ଓ ଯେଉଁମାନେ ତୁମ୍ଭକୁ ଉତ୍ସନ୍ନ କଲେ, ସେମାନେ ତୁମ୍ଭ ମଧ୍ୟରୁ ବାହାରି ଯିବେ।
Isaiah 49:25 in Oriya 25 ମାତ୍ର ସଦାପ୍ରଭୁ ଏହି କଥା କହନ୍ତି, “ବୀରର ବନ୍ଦୀକୃତ ଲୋକମାନେ ହିଁ ଅପହୃତ ହେବେ ଓ ଭୟଙ୍କର ଲୋକର ଲୁଟିତ ଦ୍ରବ୍ୟ ମୁକୁଳା ଯିବ; କାରଣ ତୁମ୍ଭ ବିରୋଧକାରୀର ସଙ୍ଗେ ଆମ୍ଭେ ବିରୋଧ କରିବା ଓ ତୁମ୍ଭ ସନ୍ତାନଗଣକୁ ଆମ୍ଭେ ରକ୍ଷା କରିବା।
Isaiah 51:3 in Oriya 3 କାରଣ ସଦାପ୍ରଭୁ ସିୟୋନକୁ ସାନ୍ତ୍ୱନା କରିଅଛନ୍ତି; ସେ ତାହାର ଉତ୍ସନ୍ନ ସ୍ଥାନସବୁକୁ ସାନ୍ତ୍ୱନା କରିଅଛନ୍ତି; ସେ ତାହାର ପ୍ରାନ୍ତରକୁ ଏଦନ ତୁଲ୍ୟ ଓ ତାହାର ମରୁଭୂମିକୁ ସଦାପ୍ରଭୁଙ୍କ ଉଦ୍ୟାନ ତୁଲ୍ୟ କରିଅଛନ୍ତି; ଆନନ୍ଦ ଓ ଉଲ୍ଲାସ, ଧନ୍ୟବାଦ ଓ ସଙ୍ଗୀତ ଧ୍ୱନି ତହିଁ ମଧ୍ୟରେ ହେବ।
Isaiah 54:1 in Oriya 1 “ଆଗୋ ବନ୍ଧ୍ୟେ, ଅପ୍ରସୂତେ, ତୁମ୍ଭେ ଗାନ କର, ଆଗୋ ଗର୍ଭବ୍ୟଥାରହିତେ, ତୁମ୍ଭେ ଉଚ୍ଚସ୍ୱରରେ ଗାନ କରି ଆନନ୍ଦ ଧ୍ୱନି କର,” କାରଣ ସଦାପ୍ରଭୁ କହନ୍ତି, ବିବାହିତା ଭାର୍ଯ୍ୟାର ସନ୍ତାନ ଅପେକ୍ଷା ଅନାଥାର ସନ୍ତାନ ଅଧିକ।
Jeremiah 30:16 in Oriya 16 ଏହେତୁ ଯେଉଁମାନେ ତୁମ୍ଭକୁ ଗ୍ରାସ କରନ୍ତି, ସେମାନେ ଗ୍ରାସିତ ହେବେ ଓ ତୁମ୍ଭର ବିପକ୍ଷ ସମସ୍ତେ ସେମାନଙ୍କର ପ୍ରତ୍ୟେକ ଜଣର ବନ୍ଦୀତ୍ୱ ସ୍ଥାନକୁ ଯିବେ ଓ ଯେଉଁମାନେ ତୁମ୍ଭକୁ ଲୁଟନ୍ତି, ସେମାନେ ଲୁଟିତ ହେବେ; ଯେଉଁମାନେ ତୁମ୍ଭର ଦ୍ରବ୍ୟ ହରଣ କରନ୍ତି, ସେହି ସମସ୍ତଙ୍କର ଦ୍ରବ୍ୟ ଆମ୍ଭେ ହରଣ କରାଇବା।
Jeremiah 30:18 in Oriya 18 ସଦାପ୍ରଭୁ ଏହି କଥା କହନ୍ତି, ‘ଦେଖ, ଆମ୍ଭେ ଯାକୁବର ତମ୍ବୁସକଳର ବନ୍ଦୀତ୍ୱ ପରିବର୍ତ୍ତନ କରିବା ଓ ତାହାର ସକଳ ବାସସ୍ଥାନ ପ୍ରତି ଦୟା କରିବା; ତହିଁରେ ନଗର ଆପଣାର ଉପପର୍ବତ ଉପରେ ପୁନର୍ବାର ନିର୍ମିତ ହେବ ଓ ରାଜଗୃହ ତହିଁର ରୀତିମତେ ରହିବ।
Jeremiah 33:10 in Oriya 10 ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ଏହି ଯେଉଁ ସ୍ଥାନକୁ ‘ଧ୍ୱଂସିତ, ନରଶୂନ୍ୟ ଓ ପଶୁଶୂନ୍ୟ,' ବୋଲି କହୁଅଛ, ସେଠାରେ, ଅର୍ଥାତ୍, ଧ୍ୱଂସିତ, ନରଶୂନ୍ୟ, ନିବାସୀ ବିହୀନ ଓ ପଶୁଶୂନ୍ୟ ଯିହୁଦାର ନଗରସମୂହରେ ଓ ଯିରୂଶାଲମର ସକଳ ସଡ଼କରେ
Jeremiah 51:33 in Oriya 33 କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, “ବାବିଲର କନ୍ୟା ଶସ୍ୟମର୍ଦ୍ଦନ ସମୟର ଖଳା ସ୍ୱରୂପ; ଆଉ, ଅଳ୍ପ କାଳ ମଧ୍ୟରେ ତାହା ପାଇଁ ଶସ୍ୟଚ୍ଛେଦନର ସମୟ ଉପସ୍ଥିତ ହେବ।
Jeremiah 51:44 in Oriya 44 ପୁଣି, ଆମ୍ଭେ ବାବିଲରେ ବେଲ ଦେବତାକୁ ପ୍ରତିଫଳ ଦେବା ଓ ଯାହା ସେ ଗିଳିଅଛି, ଆମ୍ଭେ ତାହାର ମୁଖରୁ ତାହା ବାହାର କରିବା ଓ ଗୋଷ୍ଠୀୟମାନେ ଆଉ ତାହା ନିକଟକୁ ଧାବମାନ ହେବେ ନାହିଁ; ଆହୁରି ବାବିଲର ପ୍ରାଚୀର ପଡ଼ିଯିବ।
Ezekiel 36:3 in Oriya 3 ଏଥିପାଇଁ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ତୁମ୍ଭମାନଙ୍କୁ ଗୋଷ୍ଠୀୟମାନଙ୍କ ଅବଶିଷ୍ଟାଂଶ ଅଧିକାର କରିବା ପାଇଁ ଲୋକମାନେ ତୁମ୍ଭମାନଙ୍କୁ ଧ୍ୱଂସ ଓ ଚତୁର୍ଦ୍ଦିଗରେ ଗ୍ରାସ କରିଅଛନ୍ତି, ଆଉ ତୁମ୍ଭେମାନେ ବକୁଆମାନଙ୍କ ଓଷ୍ଠଗତ ଓ ଲୋକମାନଙ୍କ ନିନ୍ଦାର ପାତ୍ର ହୋଇଅଛ;
Ezekiel 36:9 in Oriya 9 ଯେହେତୁ ଦେଖ, ଆମ୍ଭେ ତୁମ୍ଭମାନଙ୍କର ସପକ୍ଷ ଅଟୁ ଓ ଆମ୍ଭେ ତୁମ୍ଭମାନଙ୍କ ପ୍ରତି ଫେରିବା, ତହିଁରେ ତୁମ୍ଭେମାନେ ଚାଷ କରାଯାଇ ବୁଣାଯିବ।
Hosea 1:10 in Oriya 10 ତଥାପି ଇସ୍ରାଏଲ ସନ୍ତାନଗଣର ସଂଖ୍ୟା ସମୁଦ୍ରର ବାଲୁକା ତୁଲ୍ୟ ଅପରିମେୟ ଓ ଅସଂଖ୍ୟ ହେବ; ପୁଣି, ଯେଉଁ ସ୍ଥଳରେ ସେମାନଙ୍କୁ, “ତୁମ୍ଭେମାନେ ଆମ୍ଭର ଲୋକ ନୁହଁ” ବୋଲି କୁହା ଯାଇଥିଲା, ସେହି ସ୍ଥଳରେ ସେମାନଙ୍କୁ କୁହାଯିବ ଯେ, “ତୁମ୍ଭେମାନେ ଜୀବିତ ପରମେଶ୍ୱରଙ୍କର ସନ୍ତାନଗଣ ଅଟ।”
Zechariah 2:4 in Oriya 4 ପୁଣି, ତାହାଙ୍କୁ କହିଲେ, “ଦୌଡ଼, ଏହି ଯୁବାଲୋକକୁ କୁହ ଯିରୂଶାଲମର ମନୁଷ୍ୟ ଓ ପଶୁଗଣର ବାହୁଲ୍ୟ ହେତୁ ତାହା ପ୍ରାଚୀରବିହୀନ ଗ୍ରାମସମୂହର ତୁଲ୍ୟ ବସତି-ସ୍ଥାନ ହେବ।”
Zechariah 2:11 in Oriya 11 “ପୁଣି, ସେଦିନ ଅନେକ ଗୋଷ୍ଠୀ ସଦାପ୍ରଭୁଙ୍କ ପ୍ରତି ଆସକ୍ତ ହେବେ ଓ ମୋର ଲୋକ ହେବେ; ଆଉ,” ମୁଁ ତୁମ୍ଭ ମଧ୍ୟରେ ବାସ କରିବି, ତହିଁରେ ସୈନ୍ୟାଧିପତି ସଦାପ୍ରଭୁ ଯେ ତୁମ୍ଭ ନିକଟକୁ ମୋତେ ପ୍ରେରଣ କରିଅଛନ୍ତି, ଏହା ତୁମ୍ଭେ ଜାଣିବ।
Zechariah 10:10 in Oriya 10 ଆହୁରି, ଆମ୍ଭେ ସେମାନଙ୍କୁ ମିସର ଦେଶରୁ ପୁନର୍ବାର ଫେରାଇ ଆଣିବା ଓ ଅଶୂରରୁ ସେମାନଙ୍କୁ ସଂଗ୍ରହ କରିବା; ଆଉ, ଆମ୍ଭେ ସେମାନଙ୍କୁ ଗିଲୀୟଦ ଓ ଲିବାନୋନ ଦେଶକୁ ଆଣିବା ଯେ ପର୍ଯ୍ୟନ୍ତ ସେମାନଙ୍କ ନିମନ୍ତେ ସ୍ଥାନ ଅଣ୍ଟିବ ନାହିଁ।