Isaiah 49:23 in Oriya 23 ପୁଣି, ରାଜାଗଣ ତୁମ୍ଭର ପାଳନକାରୀ ପିତା ଓ ସେମାନଙ୍କର ରାଣୀମାନେ ତୁମ୍ଭର ପାଳନକାରିଣୀ ମାତା ହେବେ; ସେମାନେ ଭୂମିକୁ ମୁଖ କରି ତୁମ୍ଭକୁ ପ୍ରଣାମ କରିବେ ଓ ତୁମ୍ଭ ପାଦର ଧୂଳି ଚାଟିବେ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଓ ଆମ୍ଭର ଅପେକ୍ଷାକାରୀମାନେ ଯେ ଲଜ୍ଜିତ ହେବେ ନାହିଁ, ଏହା ତୁମ୍ଭେ ଜାଣିବ।
Other Translations King James Version (KJV) And kings shall be thy nursing fathers, and their queens thy nursing mothers: they shall bow down to thee with their face toward the earth, and lick up the dust of thy feet; and thou shalt know that I am the LORD: for they shall not be ashamed that wait for me.
American Standard Version (ASV) And kings shall be thy nursing fathers, and their queens thy nursing mothers: they shall bow down to thee with their faces to the earth, and lick the dust of thy feet; and thou shalt know that I am Jehovah; and they that wait for me shall not be put to shame.
Bible in Basic English (BBE) And kings will take care of you, and queens will give you their milk: they will go down on their faces before you, kissing the dust of your feet; and you will be certain that I am the Lord, and that those who put their hope in me will not be shamed.
Darby English Bible (DBY) And kings shall be thy nursing-fathers, and their princesses thy nursing-mothers: they shall bow down to thee with the face toward the earth, and lick up the dust of thy feet. And thou shalt know that I [am] Jehovah; for they shall not be ashamed who wait on me.
World English Bible (WEB) Kings shall be your nursing fathers, and their queens your nursing mothers: they shall bow down to you with their faces to the earth, and lick the dust of your feet; and you shall know that I am Yahweh; and those who wait for me shall not be disappointed.
Young's Literal Translation (YLT) And kings have been thy nursing fathers, And their princesses thy nursing mothers; Face to the earth -- they bow down to thee, And the dust of thy feet they lick up, And thou hast known that I `am' Jehovah, That those expecting Me are not ashamed.
Cross Reference Genesis 43:26 in Oriya 26 ଏଥିଉତ୍ତାରେ ଯୋଷେଫ ଗୃହକୁ ଆସନ୍ତେ, ସେମାନେ ହସ୍ତସ୍ଥିତ ଭେଟି ଦ୍ରବ୍ୟ ତାଙ୍କ ନିକଟକୁ ଗୃହ ମଧ୍ୟରେ ଆଣି ତାଙ୍କୁ ଭୂମିଷ୍ଠ ପ୍ରମାଣ କଲେ।
Numbers 11:12 in Oriya 12 ମୁଁ କ'ଣ ଏହି ସମସ୍ତ ଲୋକଙ୍କୁ ଗର୍ଭରେ ଧାରଣ କରିଅଛି ? ମୁଁ କ'ଣ ସେମାନଙ୍କୁ ଜନ୍ମ କରିଅଛି ଯେ, ତୁମ୍ଭେ ସେମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ଦେଶ ବିଷୟରେ ଶପଥ କରିଥିଲ, ସେହି ଦେଶ ପର୍ଯ୍ୟନ୍ତ ଦୁଗ୍ଧପୋଷ୍ୟ ଶିଶୁ-ପାଳନକାରୀ ପିତା ତୁଲ୍ୟ ସେମାନଙ୍କୁ କୋଳରେ ବହି ଘେନି ଯିବା ପାଇଁ ମୋତେ କହୁଅଛ ?
Ezra 1:2 in Oriya 2 “ପାରସ୍ୟର ରାଜା କୋରସ୍ ଏହା କହନ୍ତି, ସଦାପ୍ରଭୁ ସ୍ୱର୍ଗର ପରମେଶ୍ୱର, ପୃଥିବୀର ସମସ୍ତ ରାଜ୍ୟ ଆମ୍ଭକୁ ପ୍ରଦାନ କରିଅଛନ୍ତି; ଆଉ, ସେ ଯିହୁଦା ଦେଶସ୍ଥ ଯିରୂଶାଲମରେ ତାହାଙ୍କ ପାଇଁ ଏକ ଗୃହ ନିର୍ମାଣ କରିବାକୁ ଆମ୍ଭକୁ ଆଜ୍ଞା କରିଅଛନ୍ତି।
Ezra 6:7 in Oriya 7 ପରମେଶ୍ୱରଙ୍କ ଏହି ଗୃହର କାର୍ଯ୍ୟରେ ହସ୍ତ ଦିଅ ନାହିଁ; ଯିହୁଦୀୟମାନଙ୍କର ଅଧ୍ୟକ୍ଷ ଓ ଯିହୁଦୀୟମାନଙ୍କର ପ୍ରାଚୀନବର୍ଗ ପରମେଶ୍ୱରଙ୍କ ଏହି ଗୃହ ସ୍ୱସ୍ଥାନରେ ନିର୍ମାଣ କରନ୍ତୁ।
Ezra 7:11 in Oriya 11 ଅର୍ତ୍ତକ୍ଷସ୍ତ ରାଜା ଅଧ୍ୟାପକ ଏଜ୍ରା ଯାଜକକୁ, ଅର୍ଥାତ୍, ସଦାପ୍ରଭୁଙ୍କ ଆଜ୍ଞାବାକ୍ୟର ଓ ଇସ୍ରାଏଲ ପ୍ରତି ତାହାଙ୍କ ବିଧିର ଅଧ୍ୟାପକକୁ ଯେଉଁ ପତ୍ର ଦେଇଥିଲା, ତହିଁର ପ୍ରତିଲିପି ଏହି, ଯଥା,
Nehemiah 2:6 in Oriya 6 ତହୁଁ ରାଜା ମୋତେ ପଚାରିଲେ, “(ମଧ୍ୟ ରାଣୀ ତାଙ୍କ ପାଖରେ ବସିଥିଲେ,) ତୁମ୍ଭ ଯାତ୍ରା କେତେ ଦିନ ଲାଗିବ ? ଓ ତୁମ୍ଭେ କେବେ ଫେରି ଆସିବ ?” ଏହିରୂପେ ମୁଁ ତାଙ୍କ ନିକଟରେ ସମୟ ନିରୂପଣ କଲା ପରେ ରାଜା ମୋତେ ପଠାଇବା ପାଇଁ ସନ୍ତୁଷ୍ଟ ହେଲେ।
Esther 8:1 in Oriya 1 ସେହି ଦିନ ଅକ୍ଷଶ୍ୱେରଶ ରାଜା ଏଷ୍ଟର ରାଣୀଙ୍କୁ ଯିହୁଦୀୟ ଲୋକମାନଙ୍କର ଶତ୍ରୁ ହାମନ୍ର ଗୃହାଦି ଦେଲା, ଆଉ ମର୍ଦ୍ଦଖୟ ରାଜାଙ୍କ ସାକ୍ଷାତରେ ଉପସ୍ଥିତ ହେଲେ; କାରଣ ମର୍ଦ୍ଦଖୟ ଆପଣାର କଅଣ ହୁଏ, ଏହା ଏଷ୍ଟର ଜଣାଇଥିଲେ।
Psalm 2:10 in Oriya 10 ଏହି କାରଣରୁ, ହେ ରାଜାଗଣ, ତୁମ୍ଭେମାନେ ଏବେ ଜ୍ଞାନବାନ ହୁଅ, ହେ ପୃଥିବୀର ବିଚାରକର୍ତ୍ତୃଗଣ, ତୁମ୍ଭେମାନେ ଶିକ୍ଷା ଗ୍ରହଣ କର।
Psalm 25:3 in Oriya 3 ହଁ, ଯେଉଁମାନେ ତୁମ୍ଭର ଅନୁସରଣ କରନ୍ତି, ସେମାନଙ୍କର କେହି ଲଜ୍ଜିତ ହେବେ ନାହିଁ; ଯେଉଁମାନେ ଅକାରଣରେ ବିଶ୍ୱାସଘାତକତା କରନ୍ତି, ସେମାନେ ଲଜ୍ଜିତ ହେବେ।
Psalm 34:22 in Oriya 22 ସଦାପ୍ରଭୁ ଆପଣା ଦାସଗଣର ପ୍ରାଣ ମୁକ୍ତ କରନ୍ତି; ପୁଣି, ତାହାଙ୍କର ଶରଣାଗତ କେହି ଦୋଷୀକୃତ ହେବେ ନାହିଁ।
Psalm 68:31 in Oriya 31 ମିସର ଦେଶରୁ ଅଧିପତିମାନେ ଆସିବେ; କୂଶ ପରମେଶ୍ୱରଙ୍କ ପ୍ରତି ହସ୍ତ ପ୍ରସାରିବାକୁ ଚଞ୍ଚଳ ହେବ।
Psalm 69:6 in Oriya 6 ହେ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ, ତୁମ୍ଭର ଅନୁସରଣକାରୀମାନେ ମୋ' ଦେଇ ଲଜ୍ଜିତ ନ ହେଉନ୍ତୁ; ହେ ଇସ୍ରାଏଲର ପରମେଶ୍ୱର, ତୁମ୍ଭର ଅନ୍ୱେଷଣ-କାରୀମାନେ ମୋ' ଦେଇ ଅପମାନିତ ନ ହେଉନ୍ତୁ।
Psalm 72:9 in Oriya 9 ମରୁଭୂମି-ନିବାସୀ ଲୋକମାନେ ତାହାଙ୍କ ସମ୍ମୁଖରେ ନତ ହେବେ ଓ ତାହାଙ୍କ ଶତ୍ରୁଗଣ ଧୂଳି ଚାଟିବେ।
Psalm 138:4 in Oriya 4 ହେ ସଦାପ୍ରଭୁ, ପୃଥିବୀସ୍ଥ ସମସ୍ତ ରାଜା ତୁମ୍ଭର ଧନ୍ୟବାଦ କରିବେ, କାରଣ ସେମାନେ ତୁମ୍ଭ ମୁଖର ବାକ୍ୟ ଶୁଣିଅଛନ୍ତି।
Isaiah 25:9 in Oriya 9 ପୁଣି, ସେହି ଦିନ ଏହି କଥା କୁହାଯିବ, “ଦେଖ, ଏହି ଆମ୍ଭମାନଙ୍କର ପରମେଶ୍ୱର; ଆମ୍ଭେମାନେ ତାହାଙ୍କୁ ଅପେକ୍ଷା କରିଅଛୁ ଓ ସେ ଆମ୍ଭମାନଙ୍କୁ ଉଦ୍ଧାର କରିବେ; ଏ ସଦାପ୍ରଭୁ ଅଟନ୍ତି; ଆମ୍ଭେମାନେ ତାହାଙ୍କୁ ଅପେକ୍ଷା କରିଅଛୁ, ଆମ୍ଭେମାନେ ତାହାଙ୍କ କୃତ ପରିତ୍ରାଣରେ ଆନନ୍ଦିତ ହୋଇ ଉଲ୍ଲାସ କରିବୁ।”
Isaiah 45:14 in Oriya 14 ସଦାପ୍ରଭୁ ଏହି କଥା କହନ୍ତି, “ମିସରର ପରିଶ୍ରମର, କୂଶର ବାଣିଜ୍ୟର ଫଳ ଓ ଦୀର୍ଘକାୟ ସବାୟୀୟମାନେ ତୁମ୍ଭ ନିକଟକୁ ଆସିବେ ଓ ତୁମ୍ଭର ହେବେ; ସେମାନେ ତୁମ୍ଭର ପଶ୍ଚାଦ୍ଗାମୀ ହେବେ; ଶୃଙ୍ଖଳରେ ଆବଦ୍ଧ ହୋଇ ସେମାନେ ଆସିବେ; ପୁଣି, ସେମାନେ ତୁମ୍ଭକୁ ପ୍ରଣାମ କରିବେ ଓ ନିବେଦନ କରି କହିବେ, ନିଶ୍ଚୟ ପରମେଶ୍ୱର ତୁମ୍ଭ ମଧ୍ୟରେ ଅଛନ୍ତି; ତାହାଙ୍କ ବିନୁ ଆଉ କେହି ନାହିଁ, ଆଉ କେହି ପରମେଶ୍ୱର ନାହାନ୍ତି।”
Isaiah 49:7 in Oriya 7 ଯାହାକୁ ମନୁଷ୍ୟ ଅବଜ୍ଞା କରେ, ଯାହାକୁ ଦେଶୀୟ ଲୋକମାନେ ଘୃଣା କରନ୍ତି, ଯେ ଶାସନକର୍ତ୍ତାମାନଙ୍କର ଦାସ, ତାହାକୁ ଇସ୍ରାଏଲର ମୁକ୍ତିଦାତା ଓ ତାହାର ଧର୍ମସ୍ୱରୂପ ସଦାପ୍ରଭୁ ଏହି କଥା କହନ୍ତି, “ବିଶ୍ୱାସନୀୟ ଓ ଇସ୍ରାଏଲର ଧର୍ମସ୍ୱରୂପ ଯେଉଁ ସଦାପ୍ରଭୁ ତୁମ୍ଭକୁ ମନୋନୀତ କରିଅଛନ୍ତି, ତାହାଙ୍କ ସକାଶୁ ରାଜାମାନେ ତୁମ୍ଭକୁ ଦେଖିଲେ ଉଠିବେ; ଅଧିପତିମାନେ ତୁମ୍ଭକୁ ପ୍ରଣାମ କରିବେ।”
Isaiah 52:15 in Oriya 15 ସେହିପରି ସେ ଅନେକ ଦେଶୀୟମାନଙ୍କୁ ଛିଞ୍ଚିବେ; ରାଜାମାନେ ତାହାଙ୍କ ଛାମୁରେ ଆପଣା ଆପଣା ମୁଖ ବନ୍ଦ କରିବେ; କାରଣ ଯାହା ସେମାନଙ୍କୁ କୁହାଯାଇ ନ ଥିଲା, ତାହା ସେମାନେ ଦେଖିବେ ଓ ଯାହା ସେମାନେ ଶୁଣି ନ ଥିଲେ, ତାହା ସେମାନେ ବୁଝିବେ।
Isaiah 60:3 in Oriya 3 ପୁଣି, ଅନ୍ୟ ଦେଶୀୟମାନେ ତୁମ୍ଭର ଦୀପ୍ତି ନିକଟକୁ ଓ ରାଜାଗଣ ତୁମ୍ଭ ଅରୁଣୋଦୟର ଆଲୁଅ ନିକଟକୁ ଆସିବେ।
Isaiah 60:10 in Oriya 10 ପୁଣି, ବିଦେଶୀୟମାନେ ତୁମ୍ଭର ପ୍ରାଚୀର ନିର୍ମାଣ କରିବେ ଓ ସେମାନଙ୍କର ରାଜାଗଣ ତୁମ୍ଭର ପରିଚର୍ଯ୍ୟା କରିବେ; କାରଣ ଆମ୍ଭେ ଆପଣା କୋପରେ ତୁମ୍ଭକୁ ପ୍ରହାର କଲୁ, ମାତ୍ର ଆପଣା ଅନୁଗ୍ରହରେ ଆମ୍ଭେ ତୁମ୍ଭ ପ୍ରତି କରୁଣା କରିଅଛୁ।
Isaiah 60:14 in Oriya 14 ଆଉ, ଯେଉଁମାନେ ତୁମ୍ଭକୁ କ୍ଲେଶ ଦେଲେ, ସେମାନଙ୍କର ସନ୍ତାନଗଣ ନତ ହୋଇ ତୁମ୍ଭ ନିକଟକୁ ଆସିବେ ଓ ଯେଉଁମାନେ ତୁମ୍ଭକୁ ତୁଚ୍ଛ କଲେ, ସେମାନେ ସମସ୍ତେ ତୁମ୍ଭ ପଦ ତଳେ ପ୍ରଣାମ କରିବେ; ଆଉ, ସେମାନେ ତୁମ୍ଭକୁ ସଦାପ୍ରଭୁଙ୍କର ନଗରୀ, ଇସ୍ରାଏଲର ଧର୍ମସ୍ୱରୂପଙ୍କର ସିୟୋନ ବୋଲି ସମ୍ବୋଧନ କରିବେ।
Isaiah 60:16 in Oriya 16 ତୁମ୍ଭେ ଅନ୍ୟ ଦେଶୀୟମାନଙ୍କର ଦୁଗ୍ଧ ପାନ କରିବ ଓ ରାଜାଗଣର ସ୍ତନ ଚୁଷିବ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ତୁମ୍ଭର ତ୍ରାଣକର୍ତ୍ତା ଓ ତୁମ୍ଭର ମୁକ୍ତିଦାତା, ଯାକୁବର ବଳଦାତା ଅଟୁ, ଏହା ତୁମ୍ଭେ ଜାଣିବ।
Isaiah 62:2 in Oriya 2 ପୁଣି, ଅନ୍ୟ ଦେଶୀୟମାନେ ତୁମ୍ଭର ଧର୍ମ ଓ ସକଳ ରାଜା ତୁମ୍ଭର ପ୍ରତାପ ଦେଖିବେ; ଆଉ, ତୁମ୍ଭେ ସଦାପ୍ରଭୁଙ୍କ ମୁଖ ଦ୍ୱାରା ଏକ ନୂତନ ନାମରେ ଖ୍ୟାତ ହେବ।
Isaiah 64:4 in Oriya 4 କାରଣ ଯେ ଆପଣା ଅପେକ୍ଷାକାରୀ ପକ୍ଷରେ କାର୍ଯ୍ୟ ସାଧନ କରନ୍ତି, ଲୋକେ ପ୍ରାଚୀନ କାଳରୁ ତୁମ୍ଭ ଛଡ଼ା ଅନ୍ୟ ପରମେଶ୍ୱର ବିଷୟ ଶୁଣି ନାହାନ୍ତି, ଅଥବା କର୍ଣ୍ଣ ଜ୍ଞାତ ହୋଇ ନାହିଁ, କିଅବା ଚକ୍ଷୁ ଦେଖି ନାହିଁ।
Joel 2:27 in Oriya 27 ତହିଁରେ ଆମ୍ଭେ ଯେ ଇସ୍ରାଏଲର ମଧ୍ୟବର୍ତ୍ତୀ ଅଛୁ ଓ ଆମ୍ଭେ ଯେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ ଓ ଅନ୍ୟ କେହି ନାହିଁ, ଏହା ତୁମ୍ଭେମାନେ ଜାଣିବ; ପୁଣି, ଆମ୍ଭର ଲୋକମାନେ କଦାପି ଲଜ୍ଜିତ ହେବେ ନାହିଁ।
Micah 7:17 in Oriya 17 ସେମାନେ ସର୍ପ ପରି ଧୂଳି ଚାଟିବେ; ସେମାନେ କମ୍ପି କମ୍ପି ଭୂମିସ୍ଥ ଉରୋଗାମୀ ଜନ୍ତୁଗଣର ନ୍ୟାୟ ଆପଣା ଆପଣା ଗୋପନୀୟ ସ୍ଥାନରୁ ବାହାର ହୋଇ ଆସିବେ; ସେମାନେ ଭୟଯୁକ୍ତ ହୋଇ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିକଟକୁ ଆସିବେ ଓ ତୁମ୍ଭ ସକାଶୁ ଭୀତ ହେବେ।
Romans 5:5 in Oriya 5 ଆଉ, ଭରସା ଲଜ୍ଜା ଦିଏ ନାହିଁ, କାରଣ ଆମ୍ଭମାନଙ୍କୁ ପ୍ରଦତ୍ତ ପବିତ୍ର ଆତ୍ମାଙ୍କ ଦ୍ୱାରା ଆମ୍ଭମାନଙ୍କ ହୃଦୟରେ ଇଶ୍ବରଙ୍କ ପ୍ରେମ ପ୍ରବାହିତ ହୋଇଅଛି।
Romans 9:33 in Oriya 33 ଯେପରି ଲେଖା ଅଛି, “ଦେଖ, ଆମ୍ଭେ ସିୟୋନରେ ଗୋଟିଏ ବାଧାଜନକ ପ୍ରସ୍ତର ଓ ବିଘ୍ନଜନକ ପାଷାଣ ସ୍ଥାପନ କରୁଅଛୁ, ଆଉ, ଯେ ତାହାଙ୍କଠାରେ ବିଶ୍ୱାସ କରେ, ସେ ଲଜ୍ଜିତ ହେବ ନାହିଁ।”
Romans 10:11 in Oriya 11 ଯେଣୁ ଶାସ୍ତ୍ର କହେ, ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ଲଜ୍ଜିତ ହେବ ନାହିଁ।
1 Peter 2:6 in Oriya 6 କାରଣ ଶାସ୍ତ୍ରରେ ଲିଖିତ ଅଛି, ଦେଖ, ଆମ୍ଭେ ସିୟୋନରେ ଗୋଟିଏ ମନୋନୀତ ଓ ବହୁମୂଲ୍ୟ କୋଣର ପ୍ରଧାନ ପ୍ରସ୍ତର ସ୍ଥାପନ କରୁଅଛୁ, ଆଉ ଯେ ତାହାଙ୍କଠାରେ ବିଶ୍ୱାସ କରିବ, ସେ ଲଜ୍ଜିତ ହେବ ନାହିଁ।
Revelation 3:9 in Oriya 9 ଦେଖ, ଯେଉଁମାନେ ଯିହୂଦୀ ନୁହଁନ୍ତି, କିନ୍ତୁ ମିଥ୍ୟାରେ ଆପଣାମାନଙ୍କୁ ଯିହୂଦୀ ବୋଲି କହନ୍ତି, ଏପରି ଶୟତାନର ଦଳର ଲୋକମାନଙ୍କୁ ଆମ୍ଭେ ଆଣି ତୁମ୍ଭର ଚରଣ ତଳେ ପ୍ରଣାମ କରାଇବୁ, ଆଉ ଆମ୍ଭେ ଯେ ତୁମ୍ଭକୁ ପ୍ରେମ କରିଅଛୁ, ଏହା ସେମାନଙ୍କୁ ଜ୍ଞାତ କରାଇବୁ।
Revelation 21:24 in Oriya 24 ସେଥିର ଆଲୋକରେ ଜାତିସମୂହ ଗମନାଗମନ କରିବେ, ପୁଣି, ପୃଥିବୀର ରାଜାମାନେ ଆପଣା ଆପଣା ଏୗଶ୍ୱର୍ଯ୍ୟ ତାହା ମଧ୍ୟକୁ ଆଣିବେ।