Isaiah 49:25 in Oriya 25 ମାତ୍ର ସଦାପ୍ରଭୁ ଏହି କଥା କହନ୍ତି, “ବୀରର ବନ୍ଦୀକୃତ ଲୋକମାନେ ହିଁ ଅପହୃତ ହେବେ ଓ ଭୟଙ୍କର ଲୋକର ଲୁଟିତ ଦ୍ରବ୍ୟ ମୁକୁଳା ଯିବ; କାରଣ ତୁମ୍ଭ ବିରୋଧକାରୀର ସଙ୍ଗେ ଆମ୍ଭେ ବିରୋଧ କରିବା ଓ ତୁମ୍ଭ ସନ୍ତାନଗଣକୁ ଆମ୍ଭେ ରକ୍ଷା କରିବା।
Other Translations King James Version (KJV) But thus saith the LORD, Even the captives of the mighty shall be taken away, and the prey of the terrible shall be delivered: for I will contend with him that contendeth with thee, and I will save thy children.
American Standard Version (ASV) But thus saith Jehovah, Even the captives of the mighty shall be taken away, and the prey of the terrible shall be delivered; for I will contend with him that contendeth with thee, and I will save thy children.
Bible in Basic English (BBE) But the Lord says, Even the prisoners of the strong will be taken from him, and the cruel made to let go his goods: for I will take up your cause against your haters, and I will keep your children safe.
Darby English Bible (DBY) For thus saith Jehovah: Even the captive of the mighty shall be taken away, and the prey of the terrible shall be delivered; and I will strive with him that striveth with thee, and I will save thy children.
World English Bible (WEB) But thus says Yahweh, Even the captives of the mighty shall be taken away, and the prey of the terrible shall be delivered; for I will contend with him who contends with you, and I will save your children.
Young's Literal Translation (YLT) For thus said Jehovah: Even the captive of the mighty is taken, And the prey of the terrible is delivered, And with thy striver I strive, and thy sons I save.
Cross Reference Genesis 12:3 in Oriya 3 ଯେଉଁମାନେ ତୁମ୍ଭକୁ ଆଶୀର୍ବାଦ କରନ୍ତି, ଆମ୍ଭେ ସେମାନଙ୍କୁ ଆଶୀର୍ବାଦ କରିବା; ପୁଣି, ଯେକେହି ତୁମ୍ଭକୁ ଅଭିଶାପ ଦିଏ, ଆମ୍ଭେ ତାହାକୁ ଅଭିଶାପ ଦେବା; ଆଉ ତୁମ୍ଭଠାରୁ ପୃଥିବୀର ସବୁ ବଂଶ ଆଶୀର୍ବାଦ ପ୍ରାପ୍ତ ହେବେ।”
Numbers 23:8 in Oriya 8 ପରମେଶ୍ୱର ଯାହାକୁ ଅଭିଶାପ ଦେଇ ନାହାନ୍ତି, ମୁଁ କିପରି ତାହାକୁ ଅଭିଶାପ ଦେବି ? ସଦାପ୍ରଭୁ ଯାହାକୁ ଅଭିଶପ୍ତ କରି ନାହାନ୍ତି, ମୁଁ କିପରି ତାହାକୁ ଅଭିଶପ୍ତ କରିବି ?
Isaiah 10:27 in Oriya 27 ପୁଣି, ସେହି ଦିନରେ ତାହାର ବୋଝ ତୁମ୍ଭ ସ୍କନ୍ଧରୁ ଓ ତାହାର ଯୁଆଳି ତୁମ୍ଭ ଗ୍ରୀବାରୁ ଦୂର କରାଯିବ, ପୁଣି ଅଭିଷେକ ସକାଶୁ ଯୁଆଳି ବିନଷ୍ଟ ହେବ।
Isaiah 14:2 in Oriya 2 ପୁଣି, ନାନା ଗୋଷ୍ଠୀୟ ଲୋକମାନେ ସେମାନଙ୍କୁ ନେଇ ସେମାନଙ୍କ ନିଜ ସ୍ଥାନରେ ପହଞ୍ଚାଇ ଦେବେ; ଆଉ, ଇସ୍ରାଏଲ ବଂଶ ସଦାପ୍ରଭୁଙ୍କ ଦେଶରେ ସେମାନଙ୍କୁ ଦାସଦାସୀ ରୂପେ ଅଧିକାର କରିବେ; ପୁଣି, ସେମାନେ ଯେଉଁମାନଙ୍କର ବନ୍ଦୀ ହୋଇଥିଲେ, ସେମାନଙ୍କୁ ବନ୍ଦୀ କରି ନେବେ ଓ ସେମାନେ ଆପଣା ଉପଦ୍ରବକାରୀମାନଙ୍କ ଉପରେ କର୍ତ୍ତୃତ୍ୱ କରିବେ।
Isaiah 25:9 in Oriya 9 ପୁଣି, ସେହି ଦିନ ଏହି କଥା କୁହାଯିବ, “ଦେଖ, ଏହି ଆମ୍ଭମାନଙ୍କର ପରମେଶ୍ୱର; ଆମ୍ଭେମାନେ ତାହାଙ୍କୁ ଅପେକ୍ଷା କରିଅଛୁ ଓ ସେ ଆମ୍ଭମାନଙ୍କୁ ଉଦ୍ଧାର କରିବେ; ଏ ସଦାପ୍ରଭୁ ଅଟନ୍ତି; ଆମ୍ଭେମାନେ ତାହାଙ୍କୁ ଅପେକ୍ଷା କରିଅଛୁ, ଆମ୍ଭେମାନେ ତାହାଙ୍କ କୃତ ପରିତ୍ରାଣରେ ଆନନ୍ଦିତ ହୋଇ ଉଲ୍ଲାସ କରିବୁ।”
Isaiah 35:4 in Oriya 4 ଭୀତାନ୍ତଃକରଣମାନଙ୍କୁ କୁହ, ସାହସିକ ହୁଅ, ଭୟ କର ନାହିଁ; ଦେଖ, ତୁମ୍ଭମାନଙ୍କ ପରମେଶ୍ୱର ପ୍ରତିଶୋଧ ସହିତ, ପରମେଶ୍ୱରଙ୍କର ପ୍ରତିଫଳ ସହିତ ଆସିବେ; ସେ ଆସି ତୁମ୍ଭମାନଙ୍କର ପରିତ୍ରାଣ କରିବେ।
Isaiah 41:11 in Oriya 11 ଦେଖ, ଯେଉଁମାନେ ତୁମ୍ଭ ପ୍ରତି କୁପିତ ଅଛନ୍ତି, ସେମାନେ ସମସ୍ତେ ଲଜ୍ଜିତ ଓ ବିବ୍ରତ ହେବେ; ଯେଉଁମାନେ ତୁମ୍ଭ ସଙ୍ଗେ ବିରୋଧ କରନ୍ତି, ସେମାନେ ଅବସ୍ତୁ ତୁଲ୍ୟ ହୋଇ ବିନଷ୍ଟ ହେବେ।
Isaiah 52:2 in Oriya 2 ତୁମ୍ଭେ ଆପଣା ଦେହର ଧୂଳି ଝାଡ଼ି ଦିଅ; ହେ ଯିରୂଶାଲମ, ଉଠ, ଆସନରେ ବସ; ଆଗୋ ସିୟୋନର ବନ୍ଦୀ କନ୍ୟେ, ଆପଣା ଗଳାର ବନ୍ଧନସବୁ ଫିଟାଇ ପକାଅ।
Isaiah 54:13 in Oriya 13 ତୁମ୍ଭର ସନ୍ତାନଗଣ ସମସ୍ତେ ସଦାପ୍ରଭୁଙ୍କ ଦ୍ୱାରା ଶିକ୍ଷିତ ହେବେ ଓ ତୁମ୍ଭ ସନ୍ତାନଗଣର ମହାଶାନ୍ତି ହେବ।
Isaiah 54:15 in Oriya 15 ଦେଖ, ଲୋକମାନେ ଏକମେଳ ହୋଇ ପାରନ୍ତି, ମାତ୍ର ଆମ୍ଭ ଦ୍ୱାରା ନୁହେଁ; ଯେକେହି ତୁମ୍ଭ ବିପକ୍ଷରେ ଏକମେଳ ହୁଏ, ସେ ତୁମ୍ଭ ହେତୁ ପତିତ ହେବ।
Jeremiah 29:10 in Oriya 10 ଯେହେତୁ ସଦାପ୍ରଭୁ ଏହି କଥା କହନ୍ତି, “ବାବିଲର ସତୁରି ବର୍ଷ ସମ୍ପୂର୍ଣ୍ଣ ହେଲା ଉତ୍ତାରେ ଆମ୍ଭେ ତୁମ୍ଭମାନଙ୍କର ତତ୍ତ୍ୱାନୁସନ୍ଧାନ କରିବା ଓ ତୁମ୍ଭମାନଙ୍କୁ ଏହି ସ୍ଥାନକୁ ଫେରାଇ ଆଣି ତୁମ୍ଭମାନଙ୍କ ପକ୍ଷରେ ଆମ୍ଭର ମଙ୍ଗଳ ବାକ୍ୟ ସିଦ୍ଧ କରିବା।”
Jeremiah 50:17 in Oriya 17 ଇସ୍ରାଏଲ ଛିନ୍ନଭିନ୍ନ ମେଷ ସ୍ୱରୂପ; ସିଂହମାନେ ତାହାକୁ ତଡ଼ି ଦେଇଅଛନ୍ତି; ପ୍ରଥମରେ ଅଶୂରର ରାଜା ତାହାକୁ ଗ୍ରାସ କଲା; ଆଉ, ଶେଷରେ ବାବିଲର ରାଜା ଏହି ନବୂଖଦ୍ନିତ୍ସର ତାହାର ହାଡ଼ସବୁ ଭାଙ୍ଗି ପକାଇଅଛି।
Jeremiah 50:33 in Oriya 33 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ଇସ୍ରାଏଲ ସନ୍ତାନଗଣ ଓ ଯିହୁଦାର ସନ୍ତାନଗଣ ଏକତ୍ର ଉପଦ୍ରୁତ ହେଉଅଛନ୍ତି ଓ ଯେଉଁମାନେ ସେମାନଙ୍କୁ ବନ୍ଦୀ କରି ନେଇଗଲେ, ସେସମସ୍ତେ ଦୃଢ଼ କରି ସେମାନଙ୍କୁ ଧରି ରଖିଅଛନ୍ତି; ସେମାନଙ୍କୁ ଛାଡ଼ି ଦେବାକୁ ଅସମ୍ମତ ହେଉଅଛନ୍ତି;
Jeremiah 51:35 in Oriya 35 ସିୟୋନ ନିବାସିନୀ କହିବ, ‘ମୋ' ପ୍ରତି ଓ ମୋ' ମାଂସ ପ୍ରତି କୃତ ଦୌରାତ୍ମ୍ୟ ବାବିଲ ଉପରେ ବର୍ତ୍ତୁ' ଓ ଯିରୂଶାଲମ କହିବ, ‘ମୋ' ରକ୍ତର ଦାୟ କଲ୍ଦୀୟ ନିବାସୀମାନଙ୍କ ଉପରେ ବର୍ତ୍ତୁ।'”
Zechariah 9:11 in Oriya 11 ତୁମ୍ଭ ନିୟମର ରକ୍ତ ସକାଶୁ ଆମ୍ଭେ ତୁମ୍ଭର ବନ୍ଦୀମାନଙ୍କୁ ନିର୍ଜଳ କୂପ ମଧ୍ୟରୁ ବାହାର କରି ପ୍ରେରଣ କରିଅଛୁ।
Zechariah 9:13 in Oriya 13 କାରଣ ଆମ୍ଭେ ଆପଣା ନିମନ୍ତେ ଧନୁସ୍ୱରୂପ ଯିହୁଦାକୁ ବଙ୍କା କରିଅଛୁ ଓ ତୀରସ୍ୱରୂପ ଇଫ୍ରୟିମରେ ତାହା ସଂଯୁକ୍ତ କରିଅଛୁ; ଆଉ, ହେ ସିୟୋନ, ଆମ୍ଭେ ତୁମ୍ଭର ସନ୍ତାନଗଣକୁ, ହେ ଗ୍ରୀସ୍, ତୁମ୍ଭ ସନ୍ତାନଗଣ ବିରୁଦ୍ଧରେ ଉତ୍ତେଜିତ କରିବା ଓ ତୁମ୍ଭକୁ ବୀରର ଖଡ଼୍ଗ ସ୍ୱରୂପ କରିବା।
Zechariah 12:3 in Oriya 3 ପୁଣି, ସେହି ଦିନ ଆମ୍ଭେ ଯିରୂଶାଲମକୁ ସମସ୍ତ ଗୋଷ୍ଠୀ ପ୍ରତି ଭାର ସ୍ୱରୂପ ପ୍ରସ୍ତର କରିବା; ଯେଉଁମାନେ ସେହି ପ୍ରସ୍ତର ଉଠାଇବା ପାଇଁ ଚେଷ୍ଟା କରନ୍ତି, ସେହି ସମସ୍ତେ ଅତ୍ୟନ୍ତ କ୍ଷତବିକ୍ଷତ ହେବେ ଓ ପୃଥିବୀସ୍ଥ ସମସ୍ତ ଗୋଷ୍ଠୀ ତାହା ବିରୁଦ୍ଧରେ ଏକତ୍ରିତ ହେବେ।
Zechariah 14:3 in Oriya 3 ସେତେବେଳେ ସଦାପ୍ରଭୁ ବାହାର ହେବେ ଓ ସଂଗ୍ରାମ ଦିନରେ ଯେପରି ଯୁଦ୍ଧ କଲେ, ସେହିପରି ସେହିସବୁ ଗୋଷ୍ଠୀ ବିରୁଦ୍ଧରେ ଯୁଦ୍ଧ କରିବେ।
Zechariah 14:12 in Oriya 12 ଆଉ, ଯେଉଁ ସକଳ ଗୋଷ୍ଠୀ ଯିରୂଶାଲମ ବିରୁଦ୍ଧରେ ଯୁଦ୍ଧ କରିଅଛନ୍ତି, ସଦାପ୍ରଭୁ ସେମାନଙ୍କୁ ଯେଉଁ ମହାମାରୀରେ ଆଘାତ କରିବେ, ତାହା ଏହି; ସେମାନେ ଆପଣା ଆପଣା ଚରଣରେ ଠିଆ ହେବା ବେଳେ ସେମାନଙ୍କର ମାଂସ କ୍ଷୟ ପାଇବ ଓ ସେମାନଙ୍କର ଚକ୍ଷୁ ଆପଣା ଆପଣା କୋରଡ଼ରେ କ୍ଷୟ ପାଇବ ଓ ସେମାନଙ୍କ ମୁଖରେ ସେମାନଙ୍କର ଜିହ୍ୱା କ୍ଷୟ ପାଇବ।
Romans 8:31 in Oriya 31 ତେବେ ଏସମସ୍ତ ଦୃଷ୍ଟିରେ ଆମ୍ଭେମାନେ କ'ଣ କହିବା ? ଯଦି ଈଶ୍ୱର ଆମ୍ଭମାନଙ୍କ ସପକ୍ଷ, ତେବେ ଆମ୍ଭମାନଙ୍କ ବିପକ୍ଷ କିଏ ?
Galatians 4:26 in Oriya 26 କିନ୍ତୁ ଊର୍ଦ୍ଧ୍ୱସ୍ଥ ଯିରୂଶାଲମ ସ୍ୱାଧୀନା, ସେ ଆମ୍ଭମାନଙ୍କ ଜନନୀ;
Hebrews 2:14 in Oriya 14 ଅତଏବ, ସନ୍ତାନମାନେ ରକ୍ତମାଂସର ସହଭାଗୀ ହୋଇଥିବାରୁ ଖ୍ରୀଷ୍ଟ ମଧ୍ୟ ନିଜେ ସେହିପରି ସେଥିର ସହଭାଗୀ ହେଲେ, ଯେପରି ମୃତ୍ୟୁ ଦ୍ୱାରା ମୃତ୍ୟୁର ଅଧିକାରୀକୁ, ଅର୍ଥାତ୍, ଶୟତାନକୁ ବିନାଶ କରି ପାରନ୍ତି;
1 John 3:8 in Oriya 8 ଯେ ପାପ କରେ, ସେ ଶୟତାନରୁ ଜାତ, କାରଣ ଶୟତାନ ଆରମ୍ଭରୁ ପାପ କରିଆସୁଅଛି। ଶୟତାନର କାର୍ଯ୍ୟ ବିନାଶ କରିବା ଉଦ୍ଦେଶ୍ୟରେ ହିଁ ଇଶ୍ବରଙ୍କ ପୁତ୍ର ପ୍ରକାଶିତ ହେଲେ।
Revelation 18:20 in Oriya 20 ହେ ସ୍ଵର୍ଗ, ହେ ସାଧୁବୃନ୍ଦ, ହେ ପ୍ରେରିତବର୍ଗ, ହେ ଭାବବାଦୀ ସମସ୍ତେ, ତୁମ୍ଭେମାନେ ତାହାର ପତନରେ ଆନନ୍ଦ କର, ଈଶ୍ୱର ତୁମ୍ଭମାନଙ୍କ ସକାଶେ ତାହାଠାରୁ ପ୍ରତିଶୋଧ ନେଇଛନ୍ତି।