Isaiah 49:9 in Oriya 9 ତୁମ୍ଭେ ବନ୍ଦୀଗଣକୁ ବାହାରି ଯାଅ ବୋଲି, ଅନ୍ଧକାରସ୍ଥିତ ଲୋକମାନଙ୍କୁ ଆପଣାମାନଙ୍କୁ ଦେଖାଅ ବୋଲି କହିବ। ସେମାନେ ପଥରେ ଚରିବେ ଓ ବୃକ୍ଷଶୂନ୍ୟ ଉଚ୍ଚସ୍ଥଳୀସକଳ ସେମାନଙ୍କର ଚରାସ୍ଥାନ ହେବ।
Other Translations King James Version (KJV) That thou mayest say to the prisoners, Go forth; to them that are in darkness, Shew yourselves. They shall feed in the ways, and their pastures shall be in all high places.
American Standard Version (ASV) saying to them that are bound, Go forth; to them that are in darkness, Show yourselves. They shall feed in the ways, and on all bare heights shall be their pasture.
Bible in Basic English (BBE) Saying to those who are in chains, Go free; to those who are in the dark, Come out into the light. They will get food by the way wherever they go, and have grass-lands on all the dry mountain-tops.
Darby English Bible (DBY) saying to the prisoners, Go forth; to them that are in darkness, Shew yourselves. They shall feed in the ways, and their pasture shall be on all bare hills.
World English Bible (WEB) saying to those who are bound, Go forth; to those who are in darkness, Show yourselves. They shall feed in the ways, and on all bare heights shall be their pasture.
Young's Literal Translation (YLT) To say to the bound, Go out, To those in darkness, Be uncovered. On the ways they feed, And in all high places is their pasture.
Cross Reference Deuteronomy 32:13 in Oriya 13 ସେ ପୃଥିବୀର ଉଚ୍ଚସ୍ଥଳୀ ଉପରେ ତାହାକୁ ବାହନ-ଆରୋହଣ ତୁଲ୍ୟ ଗମନ କରାଇଲେ ଓ ସେ କ୍ଷେତ୍ରଜାତ ଫଳ ଭୋଜନ କଲା; ସେ ତାହାକୁ ପାଷାଣରୁ ମଧୁ ଓ ଚକମକି ପ୍ରସ୍ତରମୟ ଶୈଳରୁ ତୈଳ ପାନ କରାଇଲେ;
Psalm 22:26 in Oriya 26 ନମ୍ର ଲୋକମାନେ ଭୋଜନ କରି ପରିତୃପ୍ତ ହେବେ; ସଦାପ୍ରଭୁଙ୍କ ଅନ୍ୱେଷଣକାରୀଗଣ ତାହାଙ୍କୁ ପ୍ରଶଂସା କରିବେ; ତୁମ୍ଭମାନଙ୍କ ଅନ୍ତଃକରଣ ନିତ୍ୟଜୀବୀ ହେଉ।
Psalm 23:1 in Oriya 1 ଦାଉଦଙ୍କର ଗୀତ। ସଦାପ୍ରଭୁ ମୋହର ପ୍ରତିପାଳକ; ମୋହର ଅଭାବ ହେବ ନାହିଁ।
Psalm 69:33 in Oriya 33 କାରଣ ସଦାପ୍ରଭୁ ଦୀନହୀନମାନଙ୍କ କଥା ଶୁଣନ୍ତି ଓ ଆପଣା ବନ୍ଦୀମାନଙ୍କୁ ତୁଚ୍ଛ କରନ୍ତି ନାହିଁ।
Psalm 102:20 in Oriya 20 ସଦାପ୍ରଭୁ ଆପଣାର ଉଚ୍ଚ ଧର୍ମଧାମରୁ ଦୃଷ୍ଟିପାତ କରିଅଛନ୍ତି; ସେ ସ୍ୱର୍ଗରୁ ପୃଥିବୀକୁ ଅବଲୋକନ କଲେ;
Psalm 107:10 in Oriya 10 କେହି କେହି ପରମେଶ୍ୱରଙ୍କ ବାକ୍ୟର ବିରୁଦ୍ଧାଚରଣ ଓ ସର୍ବୋପରିସ୍ଥଙ୍କ ମନ୍ତ୍ରଣା ତୁଚ୍ଛ କରିବା ସକାଶୁ,
Psalm 146:7 in Oriya 7 ସେ ଉପଦ୍ରବଗ୍ରସ୍ତ ଲୋକ ପକ୍ଷରେ ନ୍ୟାୟ ବିଚାର କରନ୍ତି; ସେ କ୍ଷୁଧିତକୁ ଭକ୍ଷ୍ୟ ଦିଅନ୍ତି; ସଦାପ୍ରଭୁ ବନ୍ଦୀଗଣକୁ ମୁକ୍ତ କରନ୍ତି।
Isaiah 5:17 in Oriya 17 ସେହି ସମୟରେ ମେଷଶାବକମାନେ ଆପଣା ଚରା ସ୍ଥାନରେ ଚରିବା ପରି ଚରିବେ, ପୁଣି, ଭ୍ରମଣକାରୀମାନେ ହୃଷ୍ଟପୁଷ୍ଟ ଲୋକମାନଙ୍କର ଧ୍ୱଂସସ୍ଥାନ ଭୋଗ କରିବେ।
Isaiah 9:2 in Oriya 2 ଯେଉଁ ଗୋଷ୍ଠୀ ଅନ୍ଧକାରରେ ଭ୍ରମଣ କଲେ, ସେମାନେ ମହାଆଲୁଅ ଦେଖିଅଛନ୍ତି; ଯେଉଁମାନେ ମୃତ୍ୟୁୁଚ୍ଛାୟାରୂପ ଦେଶରେ ବାସ କଲେ, ସେମାନଙ୍କ ଉପରେ ଦୀପ୍ତି ଉଦିତ ହୋଇଅଛି।
Isaiah 41:18 in Oriya 18 ଆମ୍ଭେ ବୃକ୍ଷଶୂନ୍ୟ ଉଚ୍ଚସ୍ଥଳୀରେ ନଦନଦୀ କରିବା ଓ ସମସ୍ଥଳୀ ମଧ୍ୟରେ ନିର୍ଝରମାନ ଫିଟାଇବା; ଆମ୍ଭେ ପ୍ରାନ୍ତରକୁ ଜଳାଶୟ ଓ ଶୁଷ୍କ ଭୂମିକୁ ଜଳ ନିର୍ଝର କରିବା।
Isaiah 42:7 in Oriya 7 ଆମ୍ଭେ ତୁମ୍ଭକୁ ଲୋକମାନଙ୍କର ନିୟମ ସ୍ୱରୂପ ଓ ଅନ୍ୟ ଦେଶୀୟମାନଙ୍କର ଦୀପ୍ତି ସ୍ୱରୂପ କରି ନିଯୁକ୍ତ କରିବୁ।
Isaiah 42:16 in Oriya 16 ପୁଣି, ଆମ୍ଭେ ଅନ୍ଧମାନଙ୍କୁ ସେମାନଙ୍କର ଅଜ୍ଞାତ ପଥ ଦେଇ ଆଣିବା; ଯେଉଁ ମାର୍ଗ ସେମାନେ ଜାଣନ୍ତି ନାହିଁ, ସେହି ସବୁ ମାର୍ଗରେ ସେମାନଙ୍କୁ କଢ଼ାଇବା; ଆମ୍ଭେ ସେମାନଙ୍କ ସମ୍ମୁଖରେ ଅନ୍ଧକାରକୁ ଆଲୁଅ ଓ ବକ୍ରସ୍ଥାନସବୁକୁ ସଳଖ କରିବା। ଏହିସବୁ କାର୍ଯ୍ୟ ଆମ୍ଭେ କରି ସେମାନଙ୍କୁ ପରିତ୍ୟାଗ କରିବା ନାହିଁ।
Isaiah 55:1 in Oriya 1 “ହେ ତୃଷିତ ଲୋକସକଳ, ତୁମ୍ଭେମାନେ ଜଳ ନିକଟକୁ ଆସ, ପୁଣି ଯାହାର କିଛି ଅର୍ଥ ନାହିଁ, ସେ ଆସୁ; ତୁମ୍ଭେମାନେ ଆସ, କିଣ ଓ ଭୋଜନ କର; ହଁ, ଆସ, ଅର୍ଥ ଓ ମୂଲ୍ୟ ବିନା ଦ୍ରାକ୍ଷାରସ ଓ ଦୁଗ୍ଧ କିଣ।
Isaiah 60:1 in Oriya 1 ଉଠ, ଦୀପ୍ତିମତୀ ହୁଅ, କାରଣ ତୁମ୍ଭର ଦୀପ୍ତି ଉପସ୍ଥିତ ଓ ସଦାପ୍ରଭୁଙ୍କର ପ୍ରତାପ ତୁମ୍ଭ ଉପରେ ଉଦିତ ହୋଇଅଛି।
Isaiah 61:1 in Oriya 1 ପ୍ରଭୁ ସଦାପ୍ରଭୁଙ୍କର ଆତ୍ମା ମୋ'ଠାରେ ଅଧିଷ୍ଠାନ କରନ୍ତି; କାରଣ ନମ୍ର ଲୋକମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିବା ପାଇଁ ସଦାପ୍ରଭୁ ମୋତେ ଅଭିଷିକ୍ତ କରିଅଛନ୍ତି; ସେ ଭଗ୍ନାନ୍ତଃକରଣ ଲୋକମାନଙ୍କର କ୍ଷତ ବାନ୍ଧିବାକୁ, ବନ୍ଦୀ ଲୋକମାନଙ୍କ ପ୍ରତି ମୁକ୍ତି ଓ କାରାବଦ୍ଧ ଲୋକମାନଙ୍କ ପ୍ରତି କାରାଗାର ମୁକ୍ତ ହେବାର କଥା ପ୍ରଚାର କରିବାକୁ;
Isaiah 65:13 in Oriya 13 ଏହେତୁ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭର ଦାସମାନେ ଭୋଜନ କରିବେ, ମାତ୍ର ତୁମ୍ଭେମାନେ କ୍ଷୁଧାର୍ତ୍ତ ହେବ; ଦେଖ, ଆମ୍ଭର ଦାସମାନେ ପାନ କରିବେ, ମାତ୍ର ତୁମ୍ଭେମାନେ ତୃଷାର୍ତ୍ତ ହେବ; ଦେଖ, ଆମ୍ଭର ଦାସମାନେ ଆନନ୍ଦ କରିବେ, ମାତ୍ର ତୁମ୍ଭେମାନେ ଲଜ୍ଜିତ ହେବ;
Ezekiel 34:13 in Oriya 13 ଆଉ, ଆମ୍ଭେ ନାନା ଗୋଷ୍ଠୀୟମାନଙ୍କ ମଧ୍ୟରୁ ସେମାନଙ୍କୁ ବାହାର କରି ଆଣିବା ଓ ନାନା ଦେଶରୁ ସେମାନଙ୍କୁ ସଂଗ୍ରହ କରି ସେମାନଙ୍କୁ ନିଜ ଦେଶକୁ ଆଣିବା, ପୁଣି ଆମ୍ଭେ ସେମାନଙ୍କୁ ଇସ୍ରାଏଲର ପର୍ବତସକଳରେ, ଜଳପ୍ରବାହର ନିକଟରେ ଓ ଦେଶର ସକଳ ବସତି-ସ୍ଥାନରେ ଚରାଇବା।
Ezekiel 34:23 in Oriya 23 ଆଉ, ଆମ୍ଭେ ସେମାନଙ୍କ ଉପରେ ଏକ ପାଳକ, ଅର୍ଥାତ୍, ଆମ୍ଭର ଦାସ ଦାଉଦକୁ ନିଯୁକ୍ତ କରିବା, ତହିଁରେ ସେ ସେମାନଙ୍କୁ ଚରାଇବ ଓ ସେ ସେମାନଙ୍କର ପାଳକ ହେବ।
Ezekiel 34:29 in Oriya 29 ପୁଣି, ଆମ୍ଭେ ସେମାନଙ୍କର ସୁଖ୍ୟାତି ନିମନ୍ତେ ଏକ ଉଦ୍ୟାନ ଉତ୍ପନ୍ନ କରିବା, ତହିଁରେ ସେମାନେ ଦେଶରେ ଦୁର୍ଭିକ୍ଷ ସକାଶୁ ଆଉ କ୍ଷୟ ପାଇବେ ନାହିଁ, କିଅବା ଅନ୍ୟ ଦେଶୀୟମାନଙ୍କର ଅପମାନ ଆଉ ଭୋଗ କରିବେ ନାହିଁ।
Joel 3:18 in Oriya 18 ସେଦିନ ପର୍ବତଗଣ ମିଷ୍ଟ ଦ୍ରାକ୍ଷାରସ ଝରାଇବେ, ଉପପର୍ବତଗଣ ଦୁଗ୍ଧରେ ପ୍ରବାହିତ ହେବେ ଓ ଯିହୁଦାର ନଦୀ ସ୍ରୋତସକଳ ଜଳରେ ପ୍ରବାହିତ ହେବେ; ପୁଣି, ସଦାପ୍ରଭୁଙ୍କ ଗୃହରୁ ଏକ ନିର୍ଝର ନିର୍ଗତ ହେବ, ତାହା ଶିଟୀମର ଉପତ୍ୟକାକୁ ଜଳମୟ କରିବ।
Zechariah 9:11 in Oriya 11 ତୁମ୍ଭ ନିୟମର ରକ୍ତ ସକାଶୁ ଆମ୍ଭେ ତୁମ୍ଭର ବନ୍ଦୀମାନଙ୍କୁ ନିର୍ଜଳ କୂପ ମଧ୍ୟରୁ ବାହାର କରି ପ୍ରେରଣ କରିଅଛୁ।
Luke 1:79 in Oriya 79 ସେହି ସ୍ନେହପୂର୍ଣ୍ଣ କରୁଣା ହେତୁ ପ୍ରଭୁଙ୍କ ଲୋକମାନଙ୍କୁ ସେମାନଙ୍କ ପାପମୋଚନ ଦ୍ୱାରା ପରିତ୍ରାଣ ଜ୍ଞାନ ଦେବା ନିମନ୍ତେ ତୁ (ବାପ୍ତିଜକ ଯୋହନ) ପ୍ରଭୁଙ୍କର ପଥ ପ୍ରସ୍ତୁତ କରିବାକୁ ତାହାଙ୍କର ଅଗ୍ରଗାମୀ ହେବୁ।
Luke 4:18 in Oriya 18 ପ୍ରଭୁଙ୍କର ଆତ୍ମା ମୋଠାରେ ଅଧିଷ୍ଠିତ, ଯେଣୁ ଦୀନହୀନମାନଙ୍କ ପାଖରେ ସୁସମାଚାର ପ୍ରଚାର କରିବା ନିମନ୍ତେ ସେ ମୋତେ ଅଭିଷିକ୍ତ କରିଅଛନ୍ତି, ବନ୍ଦୀମାନଙ୍କ ନିକଟରେ ମୁକ୍ତି ଓ ଅନ୍ଧମାନଙ୍କ ନିକଟରେ ଦୃଷ୍ଟିଲାଭର ବିଷୟ ଘୋଷଣା କରିବାକୁ ପୁଣି, ଅତ୍ୟାଚାର ପାଉଥିବା ଲୋକମାନଙ୍କୁ ମୁକ୍ତ କରିବାକୁ,
John 6:53 in Oriya 53 ସେଥିରେ ଯୀଶୁ ସେମାନଙ୍କୁ କହିଲେ, ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ମନୁଷ୍ୟପୁତ୍ରଙ୍କର ମାଂସ ଭୋଜନ ନ କଲେ ଓ ତାହାଙ୍କ ରକ୍ତ ପାନ ନ କଲେ, ତୁମ୍ଭମାନଙ୍କଠାରେ ଜୀବନ ନାହିଁ।
John 8:12 in Oriya 12 ଯୀଶୁ ପୁନର୍ବାର ଲୋକମାନଙ୍କୁ ଶିକ୍ଷା ଦେଇ କହିଲେ, ମୁଁ ଜଗତର ଜ୍ୟୋତିଃ; ଯେ ମୋହର ଅନୁଗମନ କରେ, ସେ କେବେ ହେଁ ଅନ୍ଧକାରରେ ଭ୍ରମଣ କରିବ ନାହିଁ, ବରଂ ଜୀବନର ଜ୍ୟୋତିଃ ପାଇବ।
John 10:9 in Oriya 9 ମୁଁ ଦ୍ୱାର, ଯଦି କେହି ମୋ' ଦେଇ ପ୍ରବେଶ କରେ, ତାହାହେଲେ ସେ ରକ୍ଷା ପାଇବ ଏବଂ ଭିତରକୁ ଆସି ଓ ବାହାରକୁ ଯାଇ ଚରା ପାଇବ।
Acts 26:18 in Oriya 18 ସେଥିପାଇଁ ସେମାନଙ୍କ ଚକ୍ଷୁ ଉନ୍ମୋଚନ କରିବା ନିମନ୍ତେ ଆମ୍ଭେ ତୁମ୍ଭକୁ ସେମାନଙ୍କ ନିକଟକୁ ପଠାଉଅଛୁ, ଆଉ ଆମ୍ଭେ ତୁମ୍ଭକୁ ସେମାନଙ୍କଠାରୁ ରକ୍ଷା କରିବୁ।
2 Corinthians 4:4 in Oriya 4 ଇଶ୍ବରଙ୍କ ପ୍ରତିମୂର୍ତ୍ତି ଯେ ଖ୍ରୀଷ୍ଟ ତାହାଙ୍କ ଗୌରବମୟ ସୁସମାଚାରର ଆଲୋକ ଯେପରି ଏହି ପ୍ରକାର ଲୋକଙ୍କ ପ୍ରତି ପ୍ରକାଶିତ ନ ହୁଏ, ଏଥି ନିମନ୍ତେ ଏହି ଜଗତ୍ପତି ଅବିଶ୍ୱାସୀମାନଙ୍କର ଜ୍ଞାନଚକ୍ଷୁ ଅନ୍ଧ କରିଅଛି।
Ephesians 5:8 in Oriya 8 କାରଣ ତୁମ୍ଭେମାନେ ପୂର୍ବେ ଅନ୍ଧକାର ସ୍ଵରୂପ ଥିଲ, କିନ୍ତୁ ଏବେ ପ୍ରଭୁଙ୍କ ସହଭାଗିତାରେ ଆଲୋକ ସ୍ଵରୂପ ହୋଇଅଛ; ଆଲୋକର ସନ୍ତାନମାନଙ୍କ ପରି ଆଚରଣ କର,
Ephesians 5:14 in Oriya 14 ଏଣୁ ଉକ୍ତ ଅଛି, ହେ ନିଦ୍ରିତ ଜାଗ, ମୃତମାନଙ୍କ ମଧ୍ୟରୁ ଉଠ, ପୁଣି, ଖ୍ରୀଷ୍ଟ ତୁମ୍ଭକୁ ଆଲୋକ ପ୍ରଦାନ କରିବେ।
Colossians 1:13 in Oriya 13 ସେ ଆମ୍ଭମାନଙ୍କୁ ଅନ୍ଧକାରର କ୍ଷମତାରୁ ଉଦ୍ଧାର କରି ଆପଣା ପ୍ରେମପାତ୍ର ପୁତ୍ରଙ୍କ ରାଜ୍ୟ ମଧ୍ୟକୁ ସ୍ଥାନାନ୍ତର କରିଅଛନ୍ତି;
1 Thessalonians 5:5 in Oriya 5 କାରଣ ତୁମ୍ଭେମାନେ ସମସ୍ତେ ଆଲୋକ ଓ ଦିବସର ସନ୍ତାନ। ଆମ୍ଭେମାନେ ରାତ୍ରି କି ଅନ୍ଧକାରର ସନ୍ତାନ ନୋହୁଁ;
1 Peter 2:9 in Oriya 9 କିନ୍ତୁ ଯେ ତୁମ୍ଭମାନଙ୍କୁ ଅନ୍ଧକାରରୁ ଆପଣା ଆଶ୍ଚର୍ଯ୍ୟ ଆଲୋକ ମଧ୍ୟକୁ ଆହ୍ୱାନ କରିଅଛନ୍ତି, ତୁମ୍ଭେମାନେ ଯେପରି ତାହାଙ୍କ ଗୁଣ କୀର୍ତ୍ତନ କର, ଏଥି ନିମନ୍ତେ ତୁମ୍ଭେମାନେ ଏକ ମନୋନୀତ ବଂଶ, ରାଜକୀୟ ଯାଜକବର୍ଗ, ପବିତ୍ର ଜାତି ପୁଣି, ଇଶ୍ବରଙ୍କ ନିଜସ୍ୱ ପ୍ରଜା ହୋଇଅଛ।