Isaiah 5:14 in Oriya 14 ଏଥିପାଇଁ ପାତାଳ ଆପଣା ଉଦର ବିସ୍ତାର ଓ ଆପଣା ମୁଖ ଅପରିମିତ ରୂପେ ମେଲାଇଅଛି; ପୁଣି, ସେମାନଙ୍କର ଗୌରବ, ସେମାନଙ୍କର ଲୋକସମୂହ, ସେମାନଙ୍କର କଳହ ଓ ସେମାନଙ୍କ ମଧ୍ୟରେ ଉଲ୍ଲାସକାରୀ ଲୋକ ତହିଁ ମଧ୍ୟକୁ ଓହ୍ଲାଇଯା'ନ୍ତି।
Other Translations King James Version (KJV) Therefore hell hath enlarged herself, and opened her mouth without measure: and their glory, and their multitude, and their pomp, and he that rejoiceth, shall descend into it.
American Standard Version (ASV) Therefore Sheol hath enlarged its desire, and opened its mouth without measure; and their glory, and their multitude, and their pomp, and he that rejoiceth among them, descend `into it'.
Bible in Basic English (BBE) For this cause the underworld has made wide its throat, opening its mouth without limit: and her glory, and the noise of her masses, and her loud-voiced feasters, will go down into it.
Darby English Bible (DBY) Therefore doth Sheol enlarge its desire, and open its mouth without measure; and her splendour shall descend [into it], and her multitude, and her tumult, and [all] that is joyful within her.
World English Bible (WEB) Therefore Sheol{Sheol is the place of the dead.} has enlarged its desire, And opened its mouth without measure; And their glory, their multitude, their pomp, and he who rejoices among them, descend into it.
Young's Literal Translation (YLT) Therefore hath Sheol enlarged herself, And hath opened her mouth without limit. And gone down hath its honour, and its multitude, And its noise, and its exulting one -- into her.
Cross Reference Numbers 16:30 in Oriya 30 ମାତ୍ର ସଦାପ୍ରଭୁ ଯଦି କୌଣସି ନୂତନ କର୍ମ କରନ୍ତି ଓ ପୃଥିବୀ ଆପଣା ମୁଖ ବିସ୍ତାର କରି ସେମାନଙ୍କୁ ଓ ସେମାନଙ୍କ ସର୍ବସ୍ୱ ଗ୍ରାସ କରେ ଓ ସେମାନେ ଜୀଅନ୍ତା ହୋଇ ପାତାଳକୁ ଧସି ଯାଆନ୍ତି; ତେବେ ସେମାନେ ଯେ ସଦାପ୍ରଭୁଙ୍କୁ ଅବଜ୍ଞା କରିଅଛନ୍ତି, ତାହା ତୁମ୍ଭେମାନେ ବୁଝିବ।
1 Samuel 25:36 in Oriya 36 ଏଉତ୍ତାରେ ଅବୀଗଲ ନାବଲ ନିକଟକୁ ଆସିଲା, ସେତେବେଳେ ଦେଖ, ସେ ଆପଣା ଗୃହରେ ରାଜଭୋଜ ପରି ଭୋଜ କରିଥିଲା; ପୁଣି, ନାବଲ ଅତିଶୟ ମତ୍ତ ଥିବାରୁ ତାହାର ମନ ଅତି ପ୍ରଫୁଲ୍ଲ ଥିଲା; ଏହେତୁ ସକାଳ ଆଲୁଅ ପର୍ଯ୍ୟନ୍ତ ଅବୀଗଲ ତାହାକୁ ଅଳ୍ପ ବା ବହୁତ କୌଣସି କଥା ଜଣାଇଲା ନାହିଁ।
2 Samuel 13:28 in Oriya 28 ଏଉତ୍ତାରେ ଅବଶାଲୋମ ଆପଣା ଯୁବାମାନଙ୍କୁ ଆଜ୍ଞା ଦେଇ କହିଲା, “ତୁମ୍ଭେମାନେ ଦେଖୁଥାଅ, ଦ୍ରାକ୍ଷାରସରେ ଅମ୍ନୋନର ଚିତ୍ତ ପ୍ରଫୁଲ୍ଲ ହେଲେ, ଯେତେବେଳେ ମୁଁ ତୁମ୍ଭମାନଙ୍କୁ କହିବି, ‘ଅମ୍ନୋନକୁ ମାର,' ସେତେବେଳେ ତୁମ୍ଭେମାନେ ତାହାକୁ ବଧ କରିବ, ଭୟ କରିବ ନାହିଁ; ମୁଁ କ'ଣ ତୁମ୍ଭମାନଙ୍କୁ ଆଜ୍ଞା ଦେଇ ନାହିଁ ? ବଳ ବାନ୍ଧ ଓ ବିକ୍ରମଶାଳୀ ହୁଅ।”
Psalm 49:14 in Oriya 14 ସେମାନେ ମେଷପଲ ତୁଲ୍ୟ ପାତାଳ ପାଇଁ ନିଯୁକ୍ତ; ମୃତ୍ୟୁୁ ସେମାନଙ୍କର ପାଳକ ହେବ; ଆଉ, ସରଳ ଲୋକେ ପ୍ରଭାତରେ ସେମାନଙ୍କ ଉପରେ କର୍ତ୍ତୃତ୍ୱ କରିବେ; ଆଉ, ସେମାନଙ୍କ ଶୋଭା ବିନଷ୍ଟ ହେବା ପାଇଁ ପାତାଳର ହେବ ଓ ତହିଁ ନିମନ୍ତେ ଆଉ ବାସସ୍ଥାନ ନ ଥିବ।
Psalm 55:15 in Oriya 15 ମୃତ୍ୟୁୁ ସେମାନଙ୍କୁ ହଠାତ୍ ଆକ୍ରମଣ କରୁ, ସେମାନେ ପାତାଳକୁ ଜୀଅନ୍ତା ଗମନ କରନ୍ତୁ, କାରଣ ସେମାନଙ୍କ ବାସସ୍ଥାନରେ, ସେମାନଙ୍କ ମଧ୍ୟରେ ଦୁଷ୍ଟତା ଅଛି।
Proverbs 1:12 in Oriya 12 ପାତାଳର ନ୍ୟାୟ ଆମ୍ଭେମାନେ ସେମାନଙ୍କୁ ଜୀଅନ୍ତା ଗ୍ରାସ କରୁ ଓ ଗର୍ତ୍ତପତିତ ଲୋକ ପରି ସେମାନଙ୍କୁ ସର୍ବତୋଭାବେ ଗ୍ରାସ କରୁ;
Proverbs 27:20 in Oriya 20 ଯେପରି ପାତାଳ ଓ ବିନାଶ-ସ୍ଥାନ କେତେବେଳେ ତୃପ୍ତ ନୁହେଁ, ସେପରି ମନୁଷ୍ୟର ଚକ୍ଷୁ କେତେବେଳେ ତୃପ୍ତ ନୁହେଁ।
Proverbs 30:16 in Oriya 16 ପାତାଳ ଓ ବନ୍ଧ୍ୟା-ଗର୍ଭ; ଜଳରେ ଅତୃପ୍ତ ଭୂମି ଓ ଅଗ୍ନି, ଯେ କହେ ନାହିଁ, ଯଥେଷ୍ଟ ହେଲା।
Isaiah 14:9 in Oriya 9 ତୁମ୍ଭ ଆଗମନ ସମୟରେ ତୁମ୍ଭ ସଙ୍ଗେ ସାକ୍ଷାତ କରିବା ପାଇଁ ଅଧଃସ୍ଥ ପାତାଳ ଚାଳିତ ହୁଏ; ତାହା ତୁମ୍ଭ ନିମନ୍ତେ ମୃତମାନଙ୍କୁ, ପୃଥିବୀର ପ୍ରଧାନମାନଙ୍କୁ ହିଁ ଜଗାଏ; ତାହା ଗୋଷ୍ଠୀବର୍ଗର ରାଜାସକଳକୁ ସେମାନଙ୍କ ସିଂହାସନରୁ ଉଠାଇଅଛି।
Isaiah 21:4 in Oriya 4 ମୋହର ହୃଦୟ ଧକାଉ ଅଛି, ମହାତ୍ରାସ ମୋତେ ଭୀତ କରାଉ ଅଛି; ଯେଉଁ ସନ୍ଧ୍ୟାକାଳ ମୁଁ ବାଞ୍ଛା କଲି, ତାହା ମୋ' ପ୍ରତି ଥରହରର କାରଣ ହୋଇଅଛି।
Isaiah 30:33 in Oriya 33 କାରଣ ତୋଫତ୍ (ଅଗ୍ନିକୁଣ୍ଡ) ପୂର୍ବକାଳରୁ ନିର୍ମିତ ହୋଇଅଛି ଓ ତାହା ରାଜାର ନିମନ୍ତେ ପ୍ରସ୍ତୁତ ହୋଇଅଛି; ସେ ତାହାକୁ ଗଭୀର ଓ ପ୍ରଶସ୍ତ କରିଅଛନ୍ତି, ତହିଁର ସ୍ତୂପ ଅଗ୍ନି ଓ ପ୍ରଚୁର କାଷ୍ଠମୟ; ପୁଣି, ସଦାପ୍ରଭୁଙ୍କ ଫୁତ୍କାର ଗନ୍ଧକ ସ୍ରୋତନ୍ୟାୟ ତାହା ପ୍ରଜ୍ୱଳିତ କରେ।
Ezekiel 32:18 in Oriya 18 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ମିସରର ଲୋକମାନଙ୍କ ବିଷୟରେ ହାହାକାର କର, ପୁଣି, ସେମାନଙ୍କୁ, ଅର୍ଥାତ୍, ତାହାକୁ ଓ ବିଖ୍ୟାତ ଗୋଷ୍ଠୀୟମାନଙ୍କର କନ୍ୟାଗଣକୁ ଗର୍ତ୍ତଗାମୀମାନଙ୍କ ସହିତ ଅଧୋଭୁବନରେ ପକାଇ ଦିଅ।
Daniel 5:3 in Oriya 3 ତହିଁରେ ଯିରୂଶାଲମସ୍ଥ ମନ୍ଦିରରୁ, ଅର୍ଥାତ୍, ପରମେଶ୍ୱରଙ୍କ ଗୃହରୁ ଯେଉଁ ସକଳ ସୁବର୍ଣ୍ଣ ପାତ୍ର ଅପହୃତ ହୋଇଥିଲା, ତାହା ଲୋକମାନେ ଆଣିଲେ; ପୁଣି, ରାଜା ଓ ତାହାର ଅମାତ୍ୟବର୍ଗ, ତାହାର ପତ୍ନୀଗଣ ଓ ଉପପତ୍ନୀଗଣ ସେହିସବୁରେ ପାନ କଲେ।
Daniel 5:30 in Oriya 30 ସେହି ରାତ୍ରିରେ କଲ୍ଦୀୟମାନଙ୍କର ରାଜା ବେଲ୍ଶତ୍ସର ବଧ କରାଗଲା।
Nahum 1:10 in Oriya 10 କାରଣ ସେମାନେ ଜଡ଼ିତ କଣ୍ଟକର ନ୍ୟାୟ ଓ ମଦ୍ୟପାନରେ ତିନ୍ତିବା ପରି ହେଲେ ହେଁ ଶୁଷ୍କ ନଡ଼ା ତୁଲ୍ୟ ନିଃଶେଷ ରୂପେ ଗ୍ରାସିତ ହେବେ।
Habakkuk 2:5 in Oriya 5 ଆହୁରି, ମଦ, ବିଶ୍ୱାସଘାତକ ବଣିକ, ଅହଙ୍କାରୀ ଲୋକ, ଆଉ ସେ ଘରେ ରହେ ନାହିଁ, ସେ ପାତାଳର ପରି ଆପଣା ବାଞ୍ଛା ବଢ଼ାଏ ଓ ସେ ମୃତ୍ୟୁୁ ସଦୃଶ, ଆଉ ସେ ତୃପ୍ତ ହୋଇ ନ ପାରେ, ମାତ୍ର ସେ ଆପଣା ନିକଟରେ ଯାବତୀୟ ଗୋଷ୍ଠୀ ଏକତ୍ର କରଇ ଓ ଯାବତୀୟ ଜନବୃନ୍ଦକୁ ଆପଣା ନିକଟରେ ସଂଗ୍ରହ କରେ।
Matthew 7:13 in Oriya 13 ସଂକୀର୍ଣ୍ଣ ଦ୍ୱାର ଦେଇ ପ୍ରବେଶ କର, କାରଣ ସର୍ବନାଶକୁ ନେଇଯିବା ଦ୍ୱାର ଓସାର ଓ ପଥ ପ୍ରଶସ୍ତ, ପୁଣି, ତାହା ଦେଇ ପ୍ରବେଶ କରିବା ଲୋକେ ଅନେକ।
Luke 12:19 in Oriya 19 ଆଉ ମୁଁ ମୋହର ପ୍ରାଣକୁ କହିବି, ରେ ପ୍ରାଣ, ଅନେକ ବର୍ଷ ନିମନ୍ତେ ତୋର ବହୁତ ଖାଦ୍ୟଶସ୍ୟ ସଞ୍ଚିତ ଅଛି, ବିଶ୍ରାମ କର୍, ଭୋଜନ କର୍, ଆମୋଦ କର୍;
Luke 16:20 in Oriya 20 କିନ୍ତୁ ତାହାର ଫାଟକ ପାଖରେ ଲାଜାର ବୋଲି ଜଣେ ଭିକାରୀ ପଡ଼ି ରହିଥିଲା,
Luke 17:27 in Oriya 27 ଜାହାଜରେ ନୋହଙ୍କ ପ୍ରବେଶ କରିବା ଦିନ ପର୍ଯ୍ୟନ୍ତ ଲୋକେମାନେ ଭୋଜନପାନ ଓ ବିବାହ କରିବା ଓ ବିବାହ ହେବାରେ ବ୍ୟସ୍ତ ଥିଲେ, ପୁଣି, ଜଳ ପ୍ଲାବନ ଆସି ସମସ୍ତଙ୍କୁ ବିନାଶ କଲା।
Luke 21:34 in Oriya 34 କିନ୍ତୁ ତୁମ୍ଭେମାନେ ନିଜ ନିଜ ବିଷୟରେ ସାବଧାନ ହୋଇଥାଅ, କାଳେ ତୁମ୍ଭମାନଙ୍କର ହୃଦୟ ମତ୍ତତା ଓ ମଦ୍ୟପାନରେ ପୁଣି, ଜୀବିକା ସମ୍ବନ୍ଧୀୟ ଚିନ୍ତାରେ ଭାରଗ୍ରସ୍ତ ହୁଏ, ଆଉ ସେହି ଦିନ ହଠାତ୍ ତୁମ୍ଭମାନଙ୍କ ଉପରେ ପଡ଼େ;
Acts 12:21 in Oriya 21 ଏଣୁ ଗୋଟିଏ ନିରୂପିତ ଦିନରେ ହେରୋଦ ରାଜବସ୍ତ୍ର ପରିଧାନ କରି ସିଂହାସନରେ ବସି ସେମାନଙ୍କ ନିକଟରେ ଗୋଟିଏ ଭାଷଣ ଦେଲେ;
Revelation 20:13 in Oriya 13 ସମୁଦ୍ର ଆପଣାର ମଧ୍ୟବର୍ତ୍ତୀ ମୃତମାନଙ୍କୁ ସମର୍ପଣ କଲା, ଆଉ ମୃତ୍ୟୁ ଓ ପାତାଳ ସେମାନଙ୍କ ମଧ୍ୟବର୍ତ୍ତୀ ମୃତମାନଙ୍କୁ ସମର୍ପଣ କଲେ; ପୁଣି, ସେମାନେ ପ୍ରତ୍ୟେକେ ଆପଣା ଆପଣା କର୍ମାନୁସାରେ ବିଚାରିତ ହେଲେ।