Isaiah 5:25 in Oriya 25 ଏଥିପାଇଁ ସଦାପ୍ରଭୁଙ୍କର କ୍ରୋଧ ତାହାଙ୍କ ଲୋକମାନଙ୍କ ବିରୁଦ୍ଧରେ ପ୍ରଜ୍ୱଳିତ ହୋଇଅଛି ଓ ସେ ସେମାନଙ୍କ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରି ସେମାନଙ୍କୁ ଆଘାତ କରିଅଛନ୍ତି, ପୁଣି, ଉପପର୍ବତଗଣ କମ୍ପିଲେ ଓ ଲୋକମାନଙ୍କ ଶବ ସଡ଼କ ମଧ୍ୟରେ ଅଳିଆ ପରି ହେଲା। ଏହି ସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି।
Other Translations King James Version (KJV) Therefore is the anger of the LORD kindled against his people, and he hath stretched forth his hand against them, and hath smitten them: and the hills did tremble, and their carcases were torn in the midst of the streets. For all this his anger is not turned away, but his hand is stretched out still.
American Standard Version (ASV) Therefore is the anger of Jehovah kindled against his people, and he hath stretched forth his hand against them, and hath smitten them; and the mountains tremble, and their dead bodies are as refuse in the midst of the streets. For all this his anger is not turned away, but his hand is stretched out still.
Bible in Basic English (BBE) For this reason the wrath of the Lord has been burning against his people, and his hand has been stretched out against them in punishment, and the hills were shaking, and their dead bodies were like waste in the open places of the town.
Darby English Bible (DBY) Therefore is the anger of Jehovah kindled against his people, and he hath stretched out his hand against them and hath smitten them; and the mountains trembled, and their carcases are become as dung in the midst of the streets. For all this his anger is not turned away, and his hand is stretched out still.
World English Bible (WEB) Therefore Yahweh's anger burns against his people, And he has stretched out his hand against them, and has struck them. The mountains tremble, And their dead bodies are as refuse in the midst of the streets. For all this, his anger is not turned away, But his hand is still stretched out.
Young's Literal Translation (YLT) Therefore hath the anger of Jehovah burned among His people, And He stretcheth out His hand against it, And smiteth it, and the mountains tremble, And their carcase is as filth in the midst of the out-places. With all this His anger did not turn back, And still His hand is stretched out!
Cross Reference Leviticus 26:14 in Oriya 14 ମାତ୍ର, ଯଦି ତୁମ୍ଭେମାନେ ଆମ୍ଭ ବାକ୍ୟରେ ମନୋଯୋଗ ନ କରିବ ଓ ସେହି ସକଳ ଆଜ୍ଞା ପାଳନ ନ କରିବ;
Deuteronomy 31:17 in Oriya 17 ସେ ସମୟରେ ସେମାନଙ୍କ ପ୍ରତିକୂଳରେ ଆମ୍ଭର କ୍ରୋଧ ପ୍ରଜ୍ୱଳିତ ହେବ, ତେଣୁ ଆମ୍ଭେ ସେମାନଙ୍କୁ ତ୍ୟାଗ କରିବା ଓ ଆମ୍ଭେ ସେମାନଙ୍କଠାରୁ ଆପଣା ମୁଖ ଲୁଚାଇବା, ତହିଁରେ ସେମାନେ ଗ୍ରାସିତ ହେବେ ଓ ସେମାନଙ୍କ ପ୍ରତି ଅନେକ ଅମଙ୍ଗଳ ଓ କ୍ଳେଶ ଘଟିବ; ତହୁଁ ସେହି ସମୟରେ ସେମାନେ କହିବେ, “ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କ ମଧ୍ୟରେ ନ ଥିବାରୁ କି ଏହି ସବୁ ଅମଙ୍ଗଳ ଆମ୍ଭମାନଙ୍କୁ ଘଟୁ ନାହିଁ ?”
Deuteronomy 32:19 in Oriya 19 ସଦାପ୍ରଭୁ ତାହା ଦେଖିଲେ, ପୁଣି ତାହାଙ୍କର ପୁତ୍ର ଓ କନ୍ୟାମାନେ ତାହାଙ୍କର ବିରକ୍ତି ଜନ୍ମାଇବାରୁ ସେ ସେମାନଙ୍କୁ ଘୃଣା କଲେ।
1 Kings 14:11 in Oriya 11 ଯାରବୀୟାମର କେହି ନଗରରେ ମଲେ, କୁକ୍କୁରମାନେ ତାକୁ ଖାଇବେ ଓ କେହି କ୍ଷେତ୍ରରେ ମଲେ, ଆକାଶର ପକ୍ଷୀମାନେ ତାକୁ ଖାଇବେ; କାରଣ ସଦାପ୍ରଭୁ ଏହା କହିଅଛନ୍ତି।
1 Kings 16:4 in Oriya 4 ବାଶାର କେହି ନଗରରେ ମଲେ, କୁକ୍କୁରମାନେ ତାହାକୁ ଖାଇବେ ଓ ତାହାର କେହି କ୍ଷେତ୍ରରେ ମଲେ, ଆକାଶର ପକ୍ଷୀମାନେ ତାହାକୁ ଖାଇବେ।
1 Kings 21:24 in Oriya 24 ଆହାବର ଯେଉଁ ଲୋକ ନଗରରେ ମରିବ, କୁକ୍କୁରମାନେ ତାହାକୁ ଖାଇବେ; ପୁଣି, ଯେଉଁ ଲୋକ କ୍ଷେତ୍ରରେ ମରିବ, ଆକାଶର ପକ୍ଷୀଗଣ ତାହାକୁ ଖାଇବେ।
2 Kings 9:37 in Oriya 37 ଆଉ ଯିଷ୍ରିୟେଲୀୟ ଭୂମିରେ ଈଷେବଲ୍ର ଶବ କ୍ଷେତ୍ର ଉପରେ ଖତ ପରି ହେବ; ତହିଁରେ ଏ ଈଷେବଲ୍ ବୋଲି ଲୋକେ କହିବେ ନାହିଁ।’”
2 Kings 13:3 in Oriya 3 ଏଥିରେ ସଦାପ୍ରଭୁଙ୍କ କ୍ରୋଧ ଇସ୍ରାଏଲ ବିରୁଦ୍ଧରେ ପ୍ରଜ୍ୱଳିତ ହୁଅନ୍ତେ; ସେ ଅରାମର ରାଜା ହସାୟେଲ ହସ୍ତରେ ଓ ହସାୟେଲର ପୁତ୍ର ବିନ୍ହଦଦ୍ ହସ୍ତରେ ସେମାନଙ୍କୁ ନିତ୍ୟ ସମର୍ପଣ କଲେ।
2 Kings 22:13 in Oriya 13 “ତୁମ୍ଭେମାନେ ଯାଅ, ଏହି ପ୍ରାପ୍ତ ପୁସ୍ତକର ବାକ୍ୟ ବିଷୟରେ ଆମ୍ଭ ପାଇଁ ଓ ଲୋକମାନଙ୍କ ପାଇଁ ଓ ସମଗ୍ର ଯିହୁଦା ପାଇଁ ସଦାପ୍ରଭୁଙ୍କୁ ପଚାର, କାରଣ ଆମ୍ଭମାନଙ୍କ ବିଷୟରେ ଏହି ପୁସ୍ତକ ଲିଖିତ ସମସ୍ତ ବାକ୍ୟାନୁସାରେ କର୍ମ କରିବା ପାଇଁ ଆମ୍ଭମାନଙ୍କ ପିତୃଲୋକମାନେ ମନୋଯୋଗୀ ନ ହେବାରୁ, ଆମ୍ଭମାନଙ୍କ ବିରୁଦ୍ଧରେ ସଦାପ୍ରଭୁଙ୍କ ପ୍ରଜ୍ୱଳିତ କ୍ରୋଧ ଗୁରୁତର ହୋଇଅଛି।”
2 Chronicles 36:16 in Oriya 16 ମାତ୍ର ସେମାନେ ପରମେଶ୍ୱରଙ୍କ ଦୂତଗଣକୁ ପରିହାସ କଲେ, ତାହାଙ୍କର ବାକ୍ୟ ତୁଚ୍ଛ କଲେ ଓ ତାହାଙ୍କ ଭବିଷ୍ୟଦ୍ବକ୍ତାଗଣକୁ ବିଦ୍ରୂପ କଲେ; ଏଣୁ ଆପଣା ଲୋକମାନଙ୍କ ଉପରେ ସଦାପ୍ରଭୁଙ୍କ କୋପ ଉତ୍ଥିତ ହେଲା, ଶେଷରେ ଆଉ ପ୍ରତିକାର ନୋହିଲା।
Psalm 18:7 in Oriya 7 ସେତେବେଳେ ପୃଥିବୀ ଟଳଟଳ ଓ କମ୍ପିତ ହେଲା, ପର୍ବତଗଣର ଭିତ୍ତିମୂଳ ମଧ୍ୟ ବିଚଳିତ ହେଲା ଓ ତାହାଙ୍କ କୋପ ସକାଶୁ ଟଳଟଳ ହେଲା।
Psalm 68:8 in Oriya 8 ପୃଥିବୀ କମ୍ପିଲା, ପରମେଶ୍ୱରଙ୍କ ସାକ୍ଷାତରେ ଆକାଶମଣ୍ଡଳ ମଧ୍ୟ ବୃଷ୍ଟିପାତ କଲା; ସେହି ସୀନୟ ପରମେଶ୍ୱରଙ୍କର, ଇସ୍ରାଏଲର ପରମେଶ୍ୱରଙ୍କ ସାକ୍ଷାତରେ କମ୍ପିଲା।
Psalm 77:18 in Oriya 18 ଘୂର୍ଣ୍ଣିବାୟୁରେ ତୁମ୍ଭର ବଜ୍ରଧ୍ୱନି ହେଲା; ବିଜୁଳି ଜଗତକୁ ଆଲୁଅମୟ କଲା; ପୃଥିବୀ କମ୍ପିତ ଓ ଥରହର ହେଲା।
Psalm 78:38 in Oriya 38 ମାତ୍ର ସେ ସ୍ନେହଶୀଳ ହେବାରୁ ସେମାନଙ୍କ ଅପରାଧ କ୍ଷମା କରି ସେମାନଙ୍କୁ ଧ୍ୱଂସ କଲେ ନାହିଁ; ପୁଣି, ସେ ଅନେକ ଥର ଆପଣା କ୍ରୋଧ ସମ୍ବରଣ କରି ଆପଣା କୋପ ଉତ୍ତେଜ କଲେ ନାହିଁ।
Psalm 83:10 in Oriya 10 ସେମାନେ ଐନ୍ଦୋର୍ ନିକଟରେ ବିନଷ୍ଟ ହେଲେ; ସେମାନେ ଭୂମି ପାଇଁ ଖତ ସ୍ୱରୂପ ହେଲେ।
Psalm 106:40 in Oriya 40 ଏହେତୁ ଲୋକମାନଙ୍କ ବିରୁଦ୍ଧରେ ସଦାପ୍ରଭୁଙ୍କ କୋପ ପ୍ରଜ୍ୱଳିତ ହେଲା, ପୁଣି, ସେ ଆପଣା ଅଧିକାରକୁ ଘୃଣା କଲେ।
Psalm 114:7 in Oriya 7 ହେ ପୃଥିବୀ, ତୁମ୍ଭେ ପ୍ରଭୁଙ୍କ ଛାମୁରେ, ଯାକୁବର ପରମେଶ୍ୱରଙ୍କ ଛାମୁରେ କମ୍ପିତ ହୁଅ;
Isaiah 9:12 in Oriya 12 ସମ୍ମୁଖରେ ଅରାମୀୟମାନେ ଓ ପଶ୍ଚାତରେ ପଲେଷ୍ଟୀୟମାନେ ହେବେ; ଆଉ, ସେମାନେ ପ୍ରସାରିତ ମୁଖରେ ଇସ୍ରାଏଲକୁ ଗ୍ରାସ କରିବେ। ଏସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି।
Isaiah 9:17 in Oriya 17 ଏଣୁ ସଦାପ୍ରଭୁ ସେମାନଙ୍କ ଯୁବକମାନଙ୍କଠାରେ ଆନନ୍ଦ କରିବେ ନାହିଁ, କିଅବା ସେମାନଙ୍କର ପିତୃହୀନ ବାଳକ ଓ ବିଧବାଗଣ ପ୍ରତି ଦୟା କରିବେ ନାହିଁ; ଯେହେତୁ ପ୍ରତ୍ୟେକ ଲୋକ ଧର୍ମହୀନ ଓ ଦୁରାଚାରୀ ଓ ପ୍ରତ୍ୟେକ ମୁଖ ମିଥ୍ୟାବାଦୀ। ଏସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି।
Isaiah 9:21 in Oriya 21 ମନଃଶି ଇଫ୍ରୟିମର ଓ ଇଫ୍ରୟିମ ମନଃଶିର, ପୁଣି, ସେମାନେ ଏକତ୍ର ହୋଇ ଯିହୁଦାର ପ୍ରତିକୂଳ ହେବେ। ଏସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି।
Isaiah 10:4 in Oriya 4 ସେମାନେ କେବଳ ବନ୍ଦୀ ଲୋକମାନଙ୍କର ପଦ ତଳେ ନତ ହେବେ ଓ ହତ ଲୋକମାନଙ୍କର ତଳେ ପଡ଼ିବେ। ଏହି ସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି।
Isaiah 14:26 in Oriya 26 ସମୁଦାୟ ପୃଥିବୀ ବିଷୟରେ ଏହି ମନ୍ତ୍ରଣା ସ୍ଥିର ହୋଇଅଛି ଓ ଏହି ହସ୍ତ ସମସ୍ତ ଗୋଷ୍ଠୀ ଉପରେ ବିସ୍ତୀର୍ଣ୍ଣ ହୋଇଅଛି।
Jeremiah 4:8 in Oriya 8 ଏଥି ସକାଶୁ ତୁମ୍ଭେମାନେ ଚଟ ପିନ୍ଧି ବିଳାପ ଓ ହାହାକାର କର; କାରଣ ସଦାପ୍ରଭୁଙ୍କର ପ୍ରଚଣ୍ଡ କ୍ରୋଧ ଆମ୍ଭମାନଙ୍କଠାରୁ ଫେରି ନାହିଁ।
Jeremiah 4:24 in Oriya 24 ମୁଁ ପର୍ବତମାଳାକୁ ଅନାଇଲି, ଆଉ ଦେଖ, ସେସବୁ କମ୍ପିଲେ ଓ ଉପପର୍ବତସବୁ ଏଣେତେଣେ ଦୋହଲିଲେ।
Jeremiah 8:2 in Oriya 2 ଆଉ, ସେମାନେ ସୂର୍ଯ୍ୟ, ଚନ୍ଦ୍ର ଓ ଆକାଶମଣ୍ଡଳସ୍ଥ ସୈନ୍ୟଗଣକୁ ଭଲ ପାଇଅଛନ୍ତି ଓ ଯେଉଁମାନଙ୍କର ସେବା କରିଅଛନ୍ତି ଓ ଯେଉଁମାନଙ୍କର ପଶ୍ଚାଦ୍ଗାମୀ ହୋଇଅଛନ୍ତି ଓ ଯେଉଁମାନଙ୍କର ଅନ୍ୱେଷଣ କରିଅଛନ୍ତି ଓ ଯେଉଁମାନଙ୍କୁ ପ୍ରଣାମ କରିଅଛନ୍ତି, ସେମାନଙ୍କ ଆଗରେ ତାହାସବୁ ଛିନ୍ନଭିନ୍ନ କରି ପକାଇବେ; ସେହି ଅସ୍ଥିସବୁ ଏକତ୍ରୀକୃତ କିଅବା କବରରେ ପୋତା ହେବ ନାହିଁ; ସେସବୁ ଭୂମିରେ ଖତ ତୁଲ୍ୟ ହେବ।”
Jeremiah 9:22 in Oriya 22 କୁହ, ସଦାପ୍ରଭୁ ଏହି କଥା କହନ୍ତି, “ମନୁଷ୍ୟମାନଙ୍କର ଶବ ଖତ ପରି ଓ ଶସ୍ୟଚ୍ଛେଦକର ପଶ୍ଚାତ୍ ପଡ଼ିଥିବା ଅଳ୍ପ ଅଳ୍ପ ଶସ୍ୟ ପରି କ୍ଷେତ୍ରରେ ପଡ଼ି ରହିବ, କେହି ସେସବୁକୁ ସଂଗ୍ରହ କରିବେ ନାହିଁ।”
Jeremiah 15:3 in Oriya 3 ପୁଣି, ସଦାପ୍ରଭୁ କହନ୍ତି, “ଆମ୍ଭେ ବଧ କରିବା ନିମନ୍ତେ ଖଡ୍ଗ, ବିଦୀର୍ଣ୍ଣ କରିବା ନିମନ୍ତେ କୁକ୍କୁରଗଣ, ପୁଣି ଗ୍ରାସ ଓ ବିନାଶ କରିବା ନିମନ୍ତେ ଖେଚର ପକ୍ଷୀଗଣ ଓ ଭୂଚର ପଶୁଗଣ, ଏହି ଚାରି ଜାତିକୁ ସେମାନଙ୍କ ଉପରେ ନିଯୁକ୍ତ କରିବା।
Jeremiah 16:4 in Oriya 4 “ସେମାନେ ଅତି ଯନ୍ତ୍ରଣାଦାୟକ ମୃତ୍ୟୁୁରେ ପ୍ରାଣତ୍ୟାଗ କରିବେ; ସେମାନଙ୍କ ନିମନ୍ତେ ବିଳାପ କରାଯିବ ନାହିଁ, କିଅବା ସେମାନଙ୍କୁ କବର ଦିଆଯିବ ନାହିଁ, ସେମାନେ ଭୂମି ଉପରେ ଖତ ପରି ହେବେ; ଆଉ, ସେମାନେ ଖଡ୍ଗ ଓ ଦୁର୍ଭିକ୍ଷ ଦ୍ୱାରା ସଂହାରିତ ହେବେ; ପୁଣି, ସେମାନଙ୍କର ଶବ ଆକାଶ ପକ୍ଷୀଗଣର ଓ ଭୂଚର ପଶୁଗଣର ଖାଦ୍ୟ ହେବ।”
Lamentations 2:1 in Oriya 1 ପ୍ରଭୁ ଆପଣା କ୍ରୋଧରେ ସିୟୋନ କନ୍ୟାକୁ କିପରି ମେଘାଚ୍ଛନ୍ନ କରିଅଛନ୍ତି ! ସେ ଇସ୍ରାଏଲର ଶୋଭା ସ୍ୱର୍ଗରୁ ପୃଥିବୀକୁ ପକାଇ ଦେଇଅଛନ୍ତି, ପୁଣି ଆପଣା କ୍ରୋଧର ଦିନରେ ଆପଣା ପାଦପୀଠ ସ୍ମରଣ କରି ନାହାନ୍ତି।
Lamentations 5:22 in Oriya 22 ମାତ୍ର ତୁମ୍ଭେ ଆମ୍ଭମାନଙ୍କୁ ସର୍ବତୋଭାବରେ ଅଗ୍ରାହ୍ୟ କରିଅଛ, ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଅତ୍ୟନ୍ତ କ୍ରୁଦ୍ଧ ହୋଇଅଛ।
Daniel 9:16 in Oriya 16 ହେ ପ୍ରଭୁ, ବିନୟ କରେ, ତୁମ୍ଭର ସମସ୍ତ ଧାର୍ମିକତାନୁସାରେ, ତୁମ୍ଭର ନଗର ଯିରୂଶାଲମ, ତୁମ୍ଭର ପବିତ୍ର ପର୍ବତ ପ୍ରତି ତୁମ୍ଭର କ୍ରୋଧ ଓ କୋପ ନିବୃତ୍ତ ହେଉ; କାରଣ ଆମ୍ଭମାନଙ୍କର ପାପ ଓ ଆମ୍ଭମାନଙ୍କର ପିତୃପୁରୁଷଗଣର ଅଧର୍ମ ସକାଶୁ ଯିରୂଶାଲମ ଓ ତୁମ୍ଭର ଲୋକମାନେ ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥିତ ଲୋକଙ୍କର ନିନ୍ଦାର ପାତ୍ର ହୋଇଅଛନ୍ତି।
Hosea 14:4 in Oriya 4 ଆମ୍ଭେ ସେମାନଙ୍କ ବିପଥଗମନର ପ୍ରତିକାର କରିବା, ଆମ୍ଭେ ସ୍ୱଚ୍ଛନ୍ଦରେ ସେମାନଙ୍କୁ ପ୍ରେମ କରିବା; କାରଣ ଆମ୍ଭ କ୍ରୋଧ ତାହାଠାରୁ ନିବୃତ୍ତ ହୋଇଅଛି।
Micah 1:4 in Oriya 4 ତହିଁରେ ଅଗ୍ନି ଆଗରେ ଯେପରି ମହମ ତରଳି ଯାଏ ଓ ଗଡ଼ନ୍ତି ସ୍ଥାନରେ ଜଳ ଗଡ଼ିପଡ଼େ, ସେହିପରି ତାହାଙ୍କ ପଦ ତଳେ ପର୍ବତଗଣ ତରଳି ଯିବେ ଓ ତଳଭୂମିସକଳ ବିଦୀର୍ଣ୍ଣ ହେବ।
Nahum 1:5 in Oriya 5 ତାହାଙ୍କ ଆଗରେ ପର୍ବତଗଣ କମ୍ପିତ ହୁଅନ୍ତି ଓ ଉପପର୍ବତସବୁ ତରଳି ଯା'ନ୍ତି; ଆଉ, ତାହାଙ୍କ ସାକ୍ଷାତରେ ପୃଥିବୀ କମ୍ପିତ ହୁଏ, ହଁ ଜଗତ ଓ ତନ୍ନିବାସୀ ସମସ୍ତେ କମ୍ପିତ ହୁଅନ୍ତି।
Habakkuk 3:10 in Oriya 10 ପର୍ବତଗଣ ତୁମ୍ଭଙ୍କୁ ଦେଖି ଭୀତ ହେଲେ; ପ୍ରଚଣ୍ଡ ଜଳରାଶି ବହିଗଲା; ବାରିଧି ଆପଣା ରବ ଶୁଣାଇଲା ଓ ଆପଣା ହସ୍ତ ଉଚ୍ଚକୁ ଉଠାଇଲା।
Zephaniah 1:17 in Oriya 17 ପୁଣି, ଆମ୍ଭେ ମନୁଷ୍ୟମାନଙ୍କ ଉପରେ ଦୁଃଖ ଘଟାଇବା, ତହିଁରେ ସେମାନେ ଅନ୍ଧ ଲୋକ ପରି ବୁଲିବେ, କାରଣ ସେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛନ୍ତି; ଆଉ, ସେମାନଙ୍କର ରକ୍ତ ଧୂଳି ପରି ଓ ସେମାନଙ୍କର ମାଂସ ମଳ ପରି ଢଳା ଯିବ।
1 Thessalonians 2:16 in Oriya 16 କାରଣ ଅଣଯିହୂଦୀମାନଙ୍କ ପରିତ୍ରାଣ ନିମନ୍ତେ ସେମାନଙ୍କ ନିକଟରେ ପ୍ରଚାର କରିବାକୁ ସେମାନେ ସର୍ବଦା ଆମ୍ଭମାନଙ୍କୁ ବାଧା ଦିଅନ୍ତି, ପୁଣି, ସେମାନେ ପାପରେ ଆପଣା ଆପଣାକୁ ପରିପୂର୍ଣ୍ଣ କରୁଥାନ୍ତି; ସେମାନଙ୍କ ଉପରେ କ୍ରୋଧ ସମ୍ପୂର୍ଣ୍ଣ ରୂପେ ବର୍ତ୍ତିଲାଣି।
Revelation 20:11 in Oriya 11 ତତ୍ପରେ ମୁଁ ଗୋଟିଏ ବୃହତ୍ ଶୁଭ୍ରବର୍ଣ୍ଣ ସିଂହାସନ ଓ ସେଠାରେ ବସିଥିବା ଜଣେ ବ୍ୟକ୍ତିଙ୍କୁ ଦର୍ଶନ କଲି; ତାହାଙ୍କ ସମ୍ମୁଖରୁ ପୃଥିବୀ ଓ ଆକାଶମଣ୍ଡଳ ପଳାୟନ କଲା, ସେମାନଙ୍କ ନିମନ୍ତେ ଆଉ ସ୍ଥାନ ମିଳିଲା ନାହିଁ।