Isaiah 50:10 in Oriya 10 ଯେ ସଦାପ୍ରଭୁଙ୍କୁ ଭୟ କରେ ଓ ତାହାଙ୍କ ସେବକର ବାକ୍ୟ ପାଳନ କରେ, ତୁମ୍ଭମାନଙ୍କ ମଧ୍ୟରେ ଏପରି କିଏ ଅଛି ? ଯେଉଁ ଲୋକ ଅନ୍ଧକାରରେ ଗମନ କରେ ଓ ଦୀପ୍ତିପ୍ରାପ୍ତ ନ ହୁଏ, ସେ ସଦାପ୍ରଭୁଙ୍କ ନାମରେ ବିଶ୍ୱାସ କରୁ ଓ ଆପଣା ପରମେଶ୍ୱରଙ୍କ ଉପରେ ନିର୍ଭର କରୁ।
Other Translations King James Version (KJV) Who is among you that feareth the LORD, that obeyeth the voice of his servant, that walketh in darkness, and hath no light? let him trust in the name of the LORD, and stay upon his God.
American Standard Version (ASV) Who is among you that feareth Jehovah, that obeyeth the voice of his servant? he that walketh in darkness, and hath no light, let him trust in the name of Jehovah, and rely upon his God.
Bible in Basic English (BBE) Who among you has the fear of the Lord, giving ear to the voice of his servant who has been walking in the dark and has no light? Let him put his faith in the name of the Lord, looking to his God for support.
Darby English Bible (DBY) Who is among you that feareth Jehovah, that hearkeneth to the voice of his servant? he that walketh in darkness, and hath no light, -- let him confide in the name of Jehovah, and stay himself upon his God.
World English Bible (WEB) Who is among you who fears Yahweh, who obeys the voice of his servant? He who walks in darkness, and has no light, let him trust in the name of Yahweh, and rely on his God.
Young's Literal Translation (YLT) Who `is' among you, fearing Jehovah, Hearkening to the voice of His servant, That hath walked in dark places, And there is no brightness for him? Let him trust in the name of Jehovah, And lean upon his God.
Cross Reference 1 Samuel 30:6 in Oriya 6 ଏଥିରେ ଦାଉଦ ଅତିଶୟ ଉଦ୍ବିଗ୍ନ ହେଲେ; କାରଣ ପ୍ରତ୍ୟେକ ଲୋକର ମନ ଆପଣା ଆପଣା ପୁତ୍ରକନ୍ୟା ସକାଶୁ ବିରକ୍ତ ହେବାରୁ ଲୋକମାନେ ତାଙ୍କୁ ପଥରରେ ମାରିବାକୁ କହିଲେ; ମାତ୍ର, ଦାଉଦ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କଠାରେ ଆପଣାକୁ ସବଳ କଲେ।
1 Chronicles 5:20 in Oriya 20 ସେମାନେ ସେମାନଙ୍କ ପ୍ରତିକୂଳରେ ସାହାଯ୍ୟ ପାଇଲେ, ତହିଁରେ ହାଗରୀୟମାନେ ଓ ସେମାନଙ୍କ ସଙ୍ଗୀ ସମସ୍ତ ଲୋକ ସେମାନଙ୍କ ହସ୍ତରେ ସମର୍ପିତ ହେଲେ; କାରଣ ସେମାନେ ଯୁଦ୍ଧରେ ପରମେଶ୍ୱରଙ୍କ ନିକଟରେ କ୍ରନ୍ଦନ କରନ୍ତେ, ସେ ସେମାନଙ୍କ ପ୍ରାର୍ଥନା ଶୁଣିଲେ; ଯେହେତୁ ସେମାନେ ତାହାଙ୍କଠାରେ ବିଶ୍ୱାସ କଲେ।
2 Chronicles 20:12 in Oriya 12 ହେ ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭେ କ'ଣ ଏମାନଙ୍କର ବିଚାର କରିବ ନାହିଁ ? କାରଣ ଆମ୍ଭମାନଙ୍କ ପ୍ରତିକୂଳରେ ଆଗତ ଏହି ବୃହତ୍ ଦଳ ବିରୁଦ୍ଧରେ ଆମ୍ଭମାନଙ୍କର କୌଣସି ପରାକ୍ରମ ନାହିଁ; ଅଥବା କଅଣ କରିବାକୁ ହେବ, ଏହା ଆମ୍ଭେମାନେ ଜାଣୁ ନାହୁଁ; କେବଳ ତୁମ୍ଭ ପ୍ରତି ଆମ୍ଭମାନଙ୍କ ଦୃଷ୍ଟି ଅଛି।”
2 Chronicles 20:20 in Oriya 20 ଏଉତ୍ତାରେ ସେମାନେ ଅତି ପ୍ରଭାତରେ ଉଠି ତକୋୟ ପ୍ରାନ୍ତର ଆଡ଼କୁ ବାହାରି ଗଲେ; ଆଉ, ସେମାନେ ଯିବା ସମୟରେ ଯିହୋଶାଫଟ୍ ଠିଆହୋଇ କହିଲେ, “ହେ ଯିହୁଦା, ହେ ଯିରୂଶାଲମ ନିବାସୀଗଣ, ମୋ' କଥା ଶୁଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କଠାରେ ବିଶ୍ୱାସ କର, ତହିଁରେ ତୁମ୍ଭେମାନେ ସ୍ଥିରୀକୃତ ହେବ ତାହାଙ୍କ ଭବିଷ୍ୟଦ୍-ବକ୍ତାମାନଙ୍କୁ ବିଶ୍ୱାସ କର, ତହିଁରେ ତୁମ୍ଭେମାନେ କୃତକାର୍ଯ୍ୟ ହେବ।”
Job 13:15 in Oriya 15 ସେ ମୋତେ ବଧ କଲେ ହେଁ ମୁଁ ତାହାଙ୍କ ପାଇଁ ଅପେକ୍ଷା କରିବି; ତଥାପି ମୁଁ ତାହାଙ୍କ ଛାମୁରେ ଆପଣା ପଥ ସମର୍ଥନ କରିବି।
Job 23:8 in Oriya 8 ଦେଖ, ମୁଁ ଆଗକୁ ଯାଏ, ମାତ୍ର ସେ ସେଠାରେ ନାହାନ୍ତି ଓ ପଛକୁ ଯାଏ, ମାତ୍ର ତାହାଙ୍କୁ ଦେଖି ନ ପାରେ;
Job 29:3 in Oriya 3 ସେତେବେଳେ ତାହାଙ୍କ ପ୍ରଦୀପ ମୋ' ମସ୍ତକ ଉପରେ ଆଲୁଅ ଦେଲା ଓ ମୁଁ ତାହାଙ୍କ ଦୀପ୍ତିରେ ଅନ୍ଧକାର ଦେଇ ଗମନ କଲି;
Psalm 23:4 in Oriya 4 ଏଣୁ ମୁଁ ମୃତ୍ୟୁୁଚ୍ଛାୟାରୂପ ଉପତ୍ୟକା ଦେଇ ଗମନ କଲେ ହେଁ କୌଣସି ଆପଦକୁ ଭୟ କରିବି ନାହିଁ; କାରଣ ତୁମ୍ଭେ ମୋହର ସହବର୍ତ୍ତୀ, ତୁମ୍ଭର ପାଞ୍ଚଣ ଓ ତୁମ୍ଭର ବାଡ଼ି ମୋତେ ସାନ୍ତ୍ୱନା ଦିଅନ୍ତି।
Psalm 25:12 in Oriya 12 ସଦାପ୍ରଭୁଙ୍କୁ ଭୟ କରିବା ଲୋକ କିଏ ? ସେ ତାହାକୁ ତାହାର ଇଷ୍ଟ ପଥରେ ଶିକ୍ଷା ଦେବେ।
Psalm 25:14 in Oriya 14 ସଦାପ୍ରଭୁଙ୍କ ଗୁପ୍ତ ବିଷୟ ତାହାଙ୍କ ଭୟକାରୀମାନଙ୍କଠାରେ ଥାଏ; ଆଉ, ସେ ସେମାନଙ୍କ ପ୍ରତି ଆପଣା ନିୟମ ପ୍ରକାଶ କରିବେ।
Psalm 27:13 in Oriya 13 ମୁଁ ଜୀବିତମାନଙ୍କ ଦେଶରେ ସଦାପ୍ରଭୁଙ୍କର ମଙ୍ଗଳ ଭାବ ଦେଖିବାକୁ ବିଶ୍ୱାସ କରି ନ ଥିଲେ, ମୂର୍ଚ୍ଛିତ ହୋଇଥା'ନ୍ତି।
Psalm 28:7 in Oriya 7 ସଦାପ୍ରଭୁ ମୋହର ବଳ ଓ ମୋହର ଢାଲ; ମୋହର ଅନ୍ତଃକରଣ ତାହାଙ୍କଠାରେ ଭରସା ରଖିଅଛି ଓ ମୁଁ ସାହାଯ୍ୟ ପାଇଅଛି; ଏହେତୁ ମୋ' ଅନ୍ତଃକରଣ ଅତ୍ୟନ୍ତ ଉଲ୍ଲାସ କରୁଅଛି; ଆଉ, ମୁଁ ନିଜ ଗୀତରେ ତାହାଙ୍କର ପ୍ରଶଂସା କରିବି।
Psalm 40:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। ମୁଁ ଧୈର୍ଯ୍ୟ ଧରି ସଦାପ୍ରଭୁଙ୍କର ଅପେକ୍ଷା କଲି; ପୁଣି, ସେ ମନୋଯୋଗ କରି ମୋହର କାକୂକ୍ତି ଶୁଣିଲେ।
Psalm 42:11 in Oriya 11 ହେ ମୋହର ପ୍ରାଣ, ତୁମ୍ଭେ କାହିଁକି ଶୋକାକୁଳ ହେଉଅଛ ? ପୁଣି, ତୁମ୍ଭେ କାହିଁକି ମୋ' ଅନ୍ତରରେ ଅସ୍ଥିର ହେଉଅଛ ? ତୁମ୍ଭେ ପରମେଶ୍ୱରଙ୍କଠାରେ ଭରସା ରଖ; କାରଣ ମୁଁ ପୁନର୍ବାର ତାହାଙ୍କର ପ୍ରଶଂସା କରିବି, ସେ ମୋ' ମୁଖର ପ୍ରସନ୍ନତା ଓ ମୋହର ପରମେଶ୍ୱର ଅଟନ୍ତି।
Psalm 62:8 in Oriya 8 ହେ ଲୋକମାନେ, ସବୁବେଳେ ତାହାଙ୍କଠାରେ ନିର୍ଭର କର; ତାହାଙ୍କ ଛାମୁରେ ମନର ସବୁ କଥା ଭାଙ୍ଗି କୁହ; ପରମେଶ୍ୱର ଆମ୍ଭମାନଙ୍କ ନିମନ୍ତେ ଆଶ୍ରୟ। ସେଲା
Psalm 111:10 in Oriya 10 ସଦାପ୍ରଭୁ-ବିଷୟକ ଭୟ ଜ୍ଞାନର ଆରମ୍ଭ; ଯେଉଁମାନେ ତଦନୁଯାୟୀ କର୍ମ କରନ୍ତି, ସେସମସ୍ତଙ୍କର ସୁବୁଦ୍ଧି ହୁଏ; ତାହାଙ୍କର ପ୍ରଶଂସା ସଦାକାଳସ୍ଥାୟୀ।
Psalm 128:1 in Oriya 1 ଆରୋହଣ-ଗୀତ। ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି ଓ ତାହାଙ୍କ ପଥରେ ଚାଲନ୍ତି, ସେମାନଙ୍କର ପ୍ରତ୍ୟେକ ଲୋକ ଧନ୍ୟ।
Psalm 145:21 in Oriya 21 ଆମ୍ଭର ମୁଖ ସଦାପ୍ରଭୁଙ୍କର ପ୍ରଶଂସା ବ୍ୟକ୍ତ କରିବ ଓ ସମୁଦାୟ ପ୍ରାଣୀ ଅନନ୍ତକାଳ ତାହାଙ୍କ ପବିତ୍ର ନାମର ଧନ୍ୟବାଦ କରନ୍ତୁ।
Ecclesiastes 12:13 in Oriya 13 ସାର କଥା ଏହି; ସବୁ ଶୁଣାଯାଇଅଛି; ପରମେଶ୍ୱରଙ୍କୁ ଭୟ କର ଓ ତାହାଙ୍କର ଆଜ୍ଞାସବୁ ପାଳନ କର; କାରଣ ଏହା ହିଁ ମନୁଷ୍ୟର ପୂର୍ଣ୍ଣ କର୍ତ୍ତବ୍ୟ କର୍ମ।
Isaiah 9:2 in Oriya 2 ଯେଉଁ ଗୋଷ୍ଠୀ ଅନ୍ଧକାରରେ ଭ୍ରମଣ କଲେ, ସେମାନେ ମହାଆଲୁଅ ଦେଖିଅଛନ୍ତି; ଯେଉଁମାନେ ମୃତ୍ୟୁୁଚ୍ଛାୟାରୂପ ଦେଶରେ ବାସ କଲେ, ସେମାନଙ୍କ ଉପରେ ଦୀପ୍ତି ଉଦିତ ହୋଇଅଛି।
Isaiah 26:3 in Oriya 3 ଯାହାର ମନ ତୁମ୍ଭଠାରେ ସ୍ଥିର ଥାଏ, ତାହାକୁ ତୁମ୍ଭେ ସମ୍ପୂର୍ଣ୍ଣ ଶାନ୍ତିରେ ରଖିବ; କାରଣ ସେ ତୁମ୍ଭଠାରେ ନିର୍ଭର ରଖେ।
Isaiah 42:1 in Oriya 1 ଯାହାଙ୍କୁ ଆମ୍ଭେ ଧାରଣ କରୁ, ଏପରି ଆମ୍ଭ ଦାସଙ୍କୁ, ଯାହାଙ୍କଠାରେ ଆମ୍ଭ ଚିତ୍ତ ସନ୍ତୁଷ୍ଟ, ଏପରି ଆମ୍ଭର ମନୋନୀତ ଲୋକଙ୍କୁ ଦେଖ; ଆମ୍ଭେ ତାହାଙ୍କ ଉପରେ ଆପଣା ଆତ୍ମା ସ୍ଥାପନ କରିଅଛୁ; ସେ ଅନ୍ୟ ଦେଶୀୟମାନଙ୍କ ମଧ୍ୟକୁ ନ୍ୟାୟ ବିଚାର ଆଣିବେ।
Isaiah 49:2 in Oriya 2 ପୁଣି, ସେ ମୋର ମୁଖ ତୀକ୍ଷ୍ଣ ଖଡ଼୍ଗ ସ୍ୱରୂପ କରିଅଛନ୍ତି, ଆପଣା ହସ୍ତର ଛାୟାରେ ସେ ମୋତେ ଲୁଚାଇଅଛନ୍ତି ଓ ସେ ମୋତେ ଶାଣିତ ତୀର ସ୍ୱରୂପ କରି ଆପଣା ତୂଣରେ ଘୋଡ଼ାଇ ରଖିଅଛନ୍ତି;
Isaiah 50:4 in Oriya 4 ମୁଁ ଯେପରି କ୍ଳାନ୍ତ ଲୋକକୁ ବାକ୍ୟ ଦ୍ୱାରା ସୁସ୍ଥିର କରି ପାରିବି, ଏଥିପାଇଁ ପ୍ରଭୁ, ସଦାପ୍ରଭୁ ମୋତେ ଶିକ୍ଷିତ ଲୋକମାନଙ୍କର ଜିହ୍ୱା ଦେଇଅଛନ୍ତି; ସେ ପ୍ରତି ପ୍ରଭାତ ଜାଗ୍ରତ କରାନ୍ତି, ଶିକ୍ଷିତ ଲୋକ ପରି ଶୁଣିବା ପାଇଁ ସେ ମୋହର କର୍ଣ୍ଣକୁ ଜାଗ୍ରତ କରାନ୍ତି।
Isaiah 53:11 in Oriya 11 ସେ ଆପଣା ପ୍ରାଣବେଦନାର ଫଳ ଦେଖି ତୃପ୍ତ ହେବେ; ଆମ୍ଭର ଧାର୍ମିକ ଦାସ ଆପଣାର ଜ୍ଞାନ ଦ୍ୱାରା ଅନେକଙ୍କୁ ଧାର୍ମିକ କରିବେ ଓ ସେ ସେମାନଙ୍କର ଅପରାଧ ବହିବେ।
Isaiah 59:9 in Oriya 9 ଏନିମନ୍ତେ ବିଚାର ଆମ୍ଭମାନଙ୍କଠାରୁ ଦୂରରେ ଥାଏ, ଧାର୍ମିକତା ଆମ୍ଭମାନଙ୍କ ସଙ୍ଗ ଧରେ ନାହିଁ; ଆମ୍ଭେମାନେ ଦୀପ୍ତି ପାଇଁ ଅପେକ୍ଷା କରୁ, ମାତ୍ର ଦେଖ, ଅନ୍ଧକାର; ଆଲୁଅର ଅପେକ୍ଷା କରୁ, ମାତ୍ର ଆମ୍ଭେମାନେ ଅନ୍ଧାରରେ ଭ୍ରମଣ କରୁ।
Lamentations 3:25 in Oriya 25 ଯେଉଁମାନେ ସଦାପ୍ରଭୁଙ୍କ ପାଇଁ ଅପେକ୍ଷା କରନ୍ତି, ଯେଉଁ ପ୍ରାଣ ତାହାଙ୍କର ଅନ୍ୱେଷଣ କରେ, ତାହା ପ୍ରତି ସେ ମଙ୍ଗଳମୟ ଅଟନ୍ତି।
Micah 7:7 in Oriya 7 ମାତ୍ର ମୁଁ ସଦାପ୍ରଭୁଙ୍କ ପ୍ରତି ଦୃଷ୍ଟି ରଖିବି; ମୋ' ପରିତ୍ରାଣର ପରମେଶ୍ୱରଙ୍କ ପାଇଁ ମୁଁ ଅପେକ୍ଷା କରିବି; ମୋ' ପରମେଶ୍ୱର ମୋର କଥା ଶୁଣିବେ।
Malachi 3:16 in Oriya 16 ସେହି ସମୟରେ ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କଲେ, ସେମାନେ ଏକ ଆରେକର ସଙ୍ଗେ କଥାବାର୍ତ୍ତା କଲେ; ଆଉ, ସଦାପ୍ରଭୁ ମନୋଯୋଗ କରି ତାହା ଶୁଣିଲେ ଓ ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କଲେ ଓ ତାହାଙ୍କ ନାମ ଧ୍ୟାନ କଲେ, ସେମାନଙ୍କ ନିମନ୍ତେ ଏକ ସ୍ମରଣାର୍ଥ ପୁସ୍ତକ ତାହାଙ୍କ ଛାମୁରେ ଲେଖାଗଲା।
John 8:12 in Oriya 12 ଯୀଶୁ ପୁନର୍ବାର ଲୋକମାନଙ୍କୁ ଶିକ୍ଷା ଦେଇ କହିଲେ, ମୁଁ ଜଗତର ଜ୍ୟୋତିଃ; ଯେ ମୋହର ଅନୁଗମନ କରେ, ସେ କେବେ ହେଁ ଅନ୍ଧକାରରେ ଭ୍ରମଣ କରିବ ନାହିଁ, ବରଂ ଜୀବନର ଜ୍ୟୋତିଃ ପାଇବ।
John 12:46 in Oriya 46 ଯେ କେହି ମୋ'ଠାରେ ବିଶ୍ୱାସ କରେ, ସେ ଯେପରି ଅନ୍ଧକାରରେ ବାସ ନ କରେ, ଏଥିପାଇଁ ମୁଁ ଜଗତକୁ ଜ୍ୟୋତିଃ ହୋଇ ଆସିଅଛି।
2 Corinthians 1:8 in Oriya 8 କାରଣ, ହେ ଭାଇମାନେ, ଆସିଆରେ ଆମ୍ଭମାନଙ୍କ ଉପରେ ଘଟିଥିବା କ୍ଳେଶ ସମ୍ବନ୍ଧରେ ତୁମ୍ଭେମାନେ ଯେ ଅଜ୍ଞ ଥାଅ, ଏହା ଆମ୍ଭମାନଙ୍କର ଇଚ୍ଛା ନୁହେଁ; ଆମ୍ଭେମାନେ ଆମ୍ଭମାନଙ୍କ ଶକ୍ତିରୁ ଅତିରିକ୍ତ ରୂପେ ଭାରଗ୍ରସ୍ତ ହୋଇଥିଲୁ, ଏପରିକି ଜୀବନର ଆଶା ମଧ୍ୟ ପରିତ୍ୟାଗ କରିଥିଲୁ;
Hebrews 5:9 in Oriya 9 ପୁଣି, ସିଦ୍ଧ ହୋଇ ନିଜ ଆଜ୍ଞାକାରୀମାନଙ୍କ ପ୍ରତି ଅନନ୍ତ ପରିତ୍ରାଣର କାରଣ ସ୍ୱରୂପ ହେଲେ;
1 Peter 5:7 in Oriya 7 ତୁମ୍ଭମାନଙ୍କ ସମସ୍ତ ଚିନ୍ତାର ଭାର ତାହାଙ୍କ ଉପରେ ପକାଅ, କାରଣ ସେ ତୁମ୍ଭମାନଙ୍କ ନିମନ୍ତେ ଚିନ୍ତା କରନ୍ତି।