Isaiah 50:11 in Oriya 11 ଅଗ୍ନି ଜ୍ୱଳାଉଅଛ, ଅଗ୍ନିଖୁଣ୍ଟାରେ ଆପଣାମାନଙ୍କୁ ବେଷ୍ଟନ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭେ ସମସ୍ତେ ଦେଖ : ତୁମ୍ଭେମାନେ ଆପଣାମାନଙ୍କ ଅଗ୍ନିଶିଖା ଓ ଆପଣାମାନଙ୍କ ପ୍ରଜ୍ୱଳିତ ଅଗ୍ନିଖୁଣ୍ଟା ମଧ୍ୟରେ ଗମନ କର। ମୋ' ହସ୍ତରୁ ଏହା ତୁମ୍ଭେମାନେ ପାଇବ; ତୁମ୍ଭେମାନେ ଶୋକରେ ଶୟନ କରିବ।
Other Translations King James Version (KJV) Behold, all ye that kindle a fire, that compass yourselves about with sparks: walk in the light of your fire, and in the sparks that ye have kindled. This shall ye have of mine hand; ye shall lie down in sorrow.
American Standard Version (ASV) Behold, all ye that kindle a fire, that gird yourselves about with firebrands; walk ye in the flame of your fire, and among the brands that ye have kindled. This shall ye have of my hand; ye shall lie down in sorrow.
Bible in Basic English (BBE) See, all you who make a fire, arming yourselves with burning branches: go in the flame of your fire, and among the branches you have put a light to. This will you have from my hand, you will make your bed in sorrow.
Darby English Bible (DBY) Behold, all ye that kindle a fire, that compass yourselves about with sparks: walk in the light of your fire, and among the sparks [that] ye have kindled. This shall ye have of my hand: ye shall lie down in sorrow.
World English Bible (WEB) Behold, all you who kindle a fire, who gird yourselves about with firebrands; walk you in the flame of your fire, and among the brands that you have kindled. This shall you have of my hand; you shall lie down in sorrow.
Young's Literal Translation (YLT) Lo, all ye kindling a fire, girding on sparks, Walk ye in the light of your fire, And in the sparks ye have caused to burn, From my hand hath this been to you, In grief ye lie down!
Cross Reference Exodus 11:9 in Oriya 9 ସଦାପ୍ରଭୁ ମୋଶାଙ୍କୁ କହିଥିଲେ, ଆମ୍ଭେ ଯେପରି ମିସର ଦେଶରେ ଆପଣା ଆଶ୍ଚର୍ଯ୍ୟକ୍ରିୟା ବହୁସଂଖ୍ୟକ କରିବା, ଏଥିପାଇଁ ଫାରୋ ତୁମ୍ଭମାନଙ୍କ କଥାରେ ମନୋଯୋଗ କରିବ ନାହିଁ।
Psalm 16:4 in Oriya 4 ଯେଉଁମାନେ ସଦାପ୍ରଭୁଙ୍କ ପରିବର୍ତ୍ତରେ ଅନ୍ୟ ଦେବତାକୁ ଗ୍ରହଣ କରନ୍ତି, ସେମାନଙ୍କ ଦୁଃଖ ବଢ଼ିଯିବ; ସେମାନଙ୍କ ଦତ୍ତ ରକ୍ତର ପେୟ-ନୈବେଦ୍ୟ ମୁଁ ଉତ୍ସର୍ଗ କରିବି ନାହିଁ, କିଅବା ମୁଁ ସେମାନଙ୍କ ଦେବତାଗଣର ନାମ ଆପଣା ଓଷ୍ଠାଧରରେ ନେବି ନାହିଁ।
Psalm 20:7 in Oriya 7 କେହି କେହି ରଥରେ ଓ କେହି କେହି ଅଶ୍ୱରେ ନିର୍ଭର କରନ୍ତି; ମାତ୍ର ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଶକ୍ତିରେ ନିର୍ଭର କରୁ।
Psalm 32:10 in Oriya 10 ଦୁଷ୍ଟକୁ ଅନେକ ଦୁଃଖ ଘଟିବ; ମାତ୍ର ଯେଉଁ ଜନ ସଦାପ୍ରଭୁଙ୍କଠାରେ ନିର୍ଭର ରଖେ, ତାହାର ଚତୁର୍ଦ୍ଦିଗରେ ଦୟା ବେଷ୍ଟନ କରିବ।
Proverbs 26:18 in Oriya 18 ଅଗ୍ନିବାଣ, ତୀର ଓ ମୃତ୍ୟୁୁ ନିକ୍ଷେପକାରୀ ବାତୁଳ ଯେପରି;
Isaiah 8:22 in Oriya 22 ପୁଣି, ସେମାନେ ଭୂମି ଆଡ଼େ ନିରୀକ୍ଷଣ କରିବେ, ଆଉ ଦେଖ, ସଙ୍କଟ ଓ ଅନ୍ଧକାର, ଯାତନାରୂପ ତିମିର; ପୁଣି, ସେମାନେ ନିବିଡ଼ ଅନ୍ଧକାରକୁ ତାଡ଼ିତ ହେବେ।
Isaiah 28:15 in Oriya 15 ତୁମ୍ଭେମାନେ କହିଅଛ, “ଆମ୍ଭେମାନେ ମୃତ୍ୟୁୁ ସଙ୍ଗେ ନିୟମ କରିଅଛୁ ଓ ପାତାଳ ସଙ୍ଗେ ଆମ୍ଭମାନଙ୍କର ସନ୍ଧି ଅଛି; ଏହେତୁ ଜଳପ୍ରଳୟରୂପ କୋରଡ଼ା ଉପସ୍ଥିତ ହେବା ବେଳେ ତାହା ଆମ୍ଭମାନଙ୍କ ନିକଟକୁ ଆସିବ ନାହିଁ; କାରଣ ଆମ୍ଭେମାନେ ମିଥ୍ୟାକୁ ଆପଣାମାନଙ୍କର ଆଶ୍ରୟ କରିଅଛୁ ଓ ଅସତ୍ୟର ତଳେ ଆମ୍ଭେମାନେ ଆପଣାମାନଙ୍କୁ ଲୁଚାଇଅଛୁ,”
Isaiah 30:15 in Oriya 15 କାରଣ ପ୍ରଭୁ, ସଦାପ୍ରଭୁ ଇସ୍ରାଏଲର ଧର୍ମସ୍ୱରୂପ କହିଲେ, “ଫେରିଲେ ଓ ଶାନ୍ତ ହେଲେ ତୁମ୍ଭେମାନେ ପରିତ୍ରାଣ ପାଇବ; ସୁସ୍ଥିରତା ଓ ବିଶ୍ୱାସରେ ତୁମ୍ଭମାନଙ୍କର ବଳ ହେବ, ପୁଣି, ତୁମ୍ଭେମାନେ ଅସମ୍ମତ ହେଲ।
Isaiah 55:2 in Oriya 2 ଅଖାଦ୍ୟ ଦ୍ରବ୍ୟ ନିମନ୍ତେ ତୁମ୍ଭେମାନେ କାହିଁକି ରୂପା ବ୍ୟୟ କରୁଅଛ ? ଓ ଯାହା ତୃପ୍ତିକର ନୁହେଁ, ତହିଁ ପାଇଁ କାହିଁକି ତୁମ୍ଭେମାନେ ପରିଶ୍ରମ କରୁଅଛ ? ମନୋଯୋଗ କରି ଆମ୍ଭର କଥା ଶୁଣ ଓ ଉତ୍ତମ ଦ୍ରବ୍ୟ ଭୋଜନ କର ଓ ପୁଷ୍ଟିକର ଦ୍ରବ୍ୟରେ ତୁମ୍ଭମାନଙ୍କର ପ୍ରାଣକୁ ସନ୍ତୁଷ୍ଟ ହେବାକୁ ଦିଅ।
Isaiah 65:13 in Oriya 13 ଏହେତୁ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭର ଦାସମାନେ ଭୋଜନ କରିବେ, ମାତ୍ର ତୁମ୍ଭେମାନେ କ୍ଷୁଧାର୍ତ୍ତ ହେବ; ଦେଖ, ଆମ୍ଭର ଦାସମାନେ ପାନ କରିବେ, ମାତ୍ର ତୁମ୍ଭେମାନେ ତୃଷାର୍ତ୍ତ ହେବ; ଦେଖ, ଆମ୍ଭର ଦାସମାନେ ଆନନ୍ଦ କରିବେ, ମାତ୍ର ତୁମ୍ଭେମାନେ ଲଜ୍ଜିତ ହେବ;
Jeremiah 17:5 in Oriya 5 ସଦାପ୍ରଭୁ ଏହି କଥା କହନ୍ତି; “ଯେଉଁ ମନୁଷ୍ୟ, ମନୁଷ୍ୟ ଉପରେ ନିର୍ଭର କରେ ଓ ମାଂସକୁ ଆପଣାର ବାହୁ କରେ, ଆଉ ଯାହାର ହୃଦୟ ସଦାପ୍ରଭୁଙ୍କ ନିକଟରୁ ଦୂରକୁ ଯାଏ, ସେ ଶାପଗ୍ରସ୍ତ।
Ezekiel 20:39 in Oriya 39 ହେ ଇସ୍ରାଏଲ ବଂଶ, ପ୍ରଭୁ, ସଦାପ୍ରଭୁ ତୁମ୍ଭମାନଙ୍କ ବିଷୟରେ ଏହି କଥା କହନ୍ତି; “ତୁମ୍ଭେମାନେ ଯଦି ଆମ୍ଭ ବାକ୍ୟରେ ମନୋଯୋଗ ନ କରିବ, ତେବେ ତୁମ୍ଭେମାନେ ପ୍ରତ୍ୟେକେ ଯାଇ ଏବେ ଓ ଏଥି ଉତ୍ତାରେ ମଧ୍ୟ ଆପଣା ଆପଣା ପ୍ରତିମାଗଣର ସେବା କର; ମାତ୍ର ତୁମ୍ଭେମାନେ ଆପଣାମାନଙ୍କର ଉପହାର ଓ ପ୍ରତିମାଗଣ ଦ୍ୱାରା ଆମ୍ଭର ପବିତ୍ର ନାମ ଆଉ ଅପବିତ୍ର କରିବ ନାହିଁ।”
Amos 4:4 in Oriya 4 “ତୁମ୍ଭେମାନେ ବୈଥେଲକୁ ଯାଇ ଅପରାଧ କର; ଗିଲ୍ଗଲ୍କୁ ଯାଇ ଅପରାଧ ବୃଦ୍ଧି କର; ଆଉ, ପ୍ରତି ପ୍ରଭାତରେ ଆପଣା ଆପଣା ବଳି ଓ ପ୍ରତି ତିନି ଦିନରେ ଆପଣା ଆପଣାର ଦଶମାଂଶ ଉତ୍ସର୍ଗ କର;
Jonah 2:8 in Oriya 8 ଯେଉଁମାନେ ମିଥ୍ୟା ଅସାର ବସ୍ତୁ ମାନନ୍ତି, ସେମାନେ ନିଜ ଦୟାନିଧିଙ୍କୁ ପରିତ୍ୟାଗ କରନ୍ତି।
Matthew 8:12 in Oriya 12 ମାତ୍ର ରାଜ୍ୟର ସନ୍ତାନମାନେ ବାହାର ଅନ୍ଧକାରରେ ପକାଯିବେ; ସେଠାରେ ରୋଦନ ଓ ଦନ୍ତର କିଡ଼ିମିଡ଼ି ହେବ।
Matthew 15:6 in Oriya 6 ସେ ଆପଣା ପିତାମାତାକୁ ନିଶ୍ଚୟ ସମାଦର କରିବ ନାହିଁ। ଏହି ଭଳି ତୁମ୍ଭେମାନେ ତୁମ୍ଭମାନଙ୍କର ପରମ୍ପରାଗତ ରୀତିନୀତି ଯୋଗୁଁ ଇଶ୍ବରଙ୍କ ବାକ୍ୟ ବ୍ୟର୍ଥ କରିଅଛ।
Matthew 22:13 in Oriya 13 ସେଥିରେ ରାଜା ପରିଚାରକମାନଙ୍କୁ କହିଲେ, ଏହାର ହାତଗୋଡ଼ ବାନ୍ଧି ଏହାକୁ ବାହାର ଅନ୍ଧାରରେ ପକାଇଦିଅ, ସେଠାରେ ରୋଦନ ଓ ଦନ୍ତର କିଡ଼ିମିଡ଼ି ହେବ।
John 8:24 in Oriya 24 ତେଣୁ ତୁମ୍ଭେମାନେ ଆପଣା ଆପଣା ପାପରେ ମରିବ, ମୁଁ ତୁମ୍ଭମାନଙ୍କୁ ଏହା କହିଲି; କାରଣ ମୁଁ ଯେ ସେହି ବ୍ୟକ୍ତି, ଏହା ତୁମ୍ଭେମାନେ ବିଶ୍ୱାସ ନ କଲେ ଆପଣା ଆପଣା ପାପରେ ମରିବ।
John 9:39 in Oriya 39 ପୁଣି, ଯୀଶୁ କହିଲେ, ଦେଖୁ ନ ଥିବା ଲୋକେ ଯେପରି ଦେଖନ୍ତି ଓ ଦେଖୁଥିବା ଲୋକେ ଯେପରି ଅନ୍ଧ ହୁଅନ୍ତି, ଏହି ବିଚାର ନିମନ୍ତେ ମୁଁ ଜଗତକୁ ଆସିଅଛି।
Romans 1:21 in Oriya 21 କାରଣ ସେମାନେ ଈଶ୍ୱରଙ୍କୁ ଜାଣି ତାହାଙ୍କୁ ଈଶ୍ୱର ବୋଲି ଗୌରବ ଦେଲେ ନାହିଁ କି ଧନ୍ୟବାଦ ଦେଲେ ନାହିଁ, କିନ୍ତୁ ଆପଣା ଆପଣା ଅସାର ତର୍କବିତର୍କରେ ଜଡ଼ିତ ହେଲେ ଓ ସେମାନଙ୍କର ଅବୋଧ ମନ ଅନ୍ଧକାରମୟ ହେଲା;
Romans 10:3 in Oriya 3 ଯେଣୁ ଈଶ୍ୱରଦତ୍ତ ଧାର୍ମିକତା ବିଷୟରେ ଅଜ୍ଞ ହୋଇ ଓ ଆପଣା ଆପଣା ଧାର୍ମିକତା ସ୍ଥାପନ କରିବାକୁ ଚେଷ୍ଟା କରି ସେମାନେ ଈଶ୍ୱରଦତ୍ତ ଧାର୍ମିକତାର ବଶୀଭୂତ ହୋଇ ନାହାଁନ୍ତି।
2 Thessalonians 1:8 in Oriya 8 ଯେଉଁମାନେ ଈଶ୍ୱରଙ୍କୁ ଜାଣନ୍ତି ନାହିଁ, ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ସୁସମାଚାର ମାନନ୍ତି ନାହିଁ, ସେମାନଙ୍କୁ ସେ ସେତେବେଳେ ଦଣ୍ଡ ଦେବେ,
James 3:6 in Oriya 6 ଜିହ୍ୱା ମଧ୍ୟ ଅଗ୍ନି ସ୍ୱରୂପ; ତାହା ଆମ୍ଭମାନଙ୍କ ଅଙ୍ଗସମୂହ ମଧ୍ୟରେ ସମସ୍ତ ଅଧର୍ମର ମୂଳାଧାର ସ୍ୱରୂପେ ଅବସ୍ଥିତ; ତାହା ସମସ୍ତ ଶରୀରକୁ ଅଶୁଚି କରେ ଓ ନିଜେ ନର୍କରେ ପ୍ରଜ୍ୱଳିତ ହୋଇ ପ୍ରକୃତିର ଚକ୍ରକୁ ଜ୍ୱଳାଏ।
Revelation 19:20 in Oriya 20 ସେଥିରେ ସେହି ପଶୁ ଧରାପଡ଼ିଲା, ଆଉ ଯେଉଁ ଭଣ୍ଡ ଭାବବାଦୀ ତାହାର ସାକ୍ଷାତରେ ଆଶ୍ଚର୍ଯ୍ୟ କର୍ମସବୁ କରି ତଦ୍ୱାରା ପଶୁର ମୁଦ୍ରାଙ୍କ ପ୍ରାପ୍ତ ଲୋକମାନଙ୍କୁ ଓ ତାହାର ପ୍ରତିମାପୂଜକମାନଙ୍କୁ ଭ୍ରାନ୍ତ କରିଥିଲା, ସେ ମଧ୍ୟ ତାହାର ସଙ୍ଗରେ ଧରାପଡ଼ିଲା; ସେମାନେ ଉଭୟେ ଜୀବିତ ଅବସ୍ଥାରେ ଗନ୍ଧକ ପ୍ରଜ୍ଜ୍ୱଳିତ ହ୍ରଦରେ ନିକ୍ଷିପ୍ତ ହେଲେ।
Revelation 20:15 in Oriya 15 ଯାହାର ନାମ ଜୀବନ ପୁସ୍ତକରେ ଲେଖା ହୋଇଥିବାର ଦେଖା ନ ଗଲା, ତାହାକୁ ଅଗ୍ନିମୟ ହ୍ରଦରେ ପକାଗଲା।