Isaiah 51:1 in Oriya 1 ହେ ଧର୍ମର ଅନୁଗାମୀଗଣ, ହେ ସଦାପ୍ରଭୁଙ୍କ ଅନ୍ୱେଷଣକାରୀଗଣ, ତୁମ୍ଭେମାନେ ଆମ୍ଭର କଥା ଶୁଣ: ତୁମ୍ଭେମାନେ ଯେଉଁ ଶୈଳରୁ କଟା ହୋଇଥିଲ ଓ ଯେଉଁ ଗର୍ତ୍ତର ଛେଦରୁ ଖୋଳା ହୋଇଥିଲ, ତହିଁ ପ୍ରତି ଦୃଷ୍ଟିପାତ କର।
Other Translations King James Version (KJV) Hearken to me, ye that follow after righteousness, ye that seek the LORD: look unto the rock whence ye are hewn, and to the hole of the pit whence ye are digged.
American Standard Version (ASV) Hearken to me, ye that follow after righteousness, ye that seek Jehovah: look unto the rock whence ye were hewn, and to the hold of the pit whence ye were digged.
Bible in Basic English (BBE) Give ear to me, you who are searching for righteousness, who are looking for the Lord: see the rock from which you were cut out, and the hole out of which you were taken.
Darby English Bible (DBY) Hearken unto me, ye that follow after righteousness, ye that seek Jehovah: look unto the rock [whence] ye were hewn, and to the hole of the pit [whence] ye were digged.
World English Bible (WEB) Listen to me, you who follow after righteousness, you who seek Yahweh: look to the rock whence you were hewn, and to the hold of the pit whence you were dug.
Young's Literal Translation (YLT) Hearken unto Me, ye pursuing righteousness, Seeking Jehovah, Look attentively unto the rock -- ye have been hewn, And unto the hole of the pit -- ye have been digged.
Cross Reference Genesis 17:15 in Oriya 15 ତହିଁ ଉତ୍ତାରୁ ପରମେଶ୍ୱର ଅବ୍ରହାମଙ୍କୁ କହିଲେ, “ତୁମ୍ଭେ ଆପଣା ଭାର୍ଯ୍ୟା ସାରୀକୁ ଆଉ ସାରୀ ବୋଲି ଡାକ ନାହିଁ; ତାହାର ନାମ ସାରା ହେଲା।
Psalm 24:6 in Oriya 6 ଯେଉଁମାନେ ପରମେଶ୍ୱରଙ୍କୁ ଅନ୍ୱେଷଣ କରନ୍ତି, ସେମାନଙ୍କର ବଂଶ ଏହି, ହେ ଯାକୁବର ପରମେଶ୍ୱର, ଏମାନେ ତୁମ୍ଭର ମୁଖ ଅନ୍ୱେଷଣ କରନ୍ତି। ସେଲା
Psalm 94:15 in Oriya 15 ଯେହେତୁ ଶାସନ ଧର୍ମ ପକ୍ଷରେ ବାହୁଡ଼ିବ; ପୁଣି, ସରଳାନ୍ତଃକରଣ ଲୋକସମସ୍ତେ ତହିଁର ଅନୁଗାମୀ ହେବେ।
Psalm 105:3 in Oriya 3 ତୁମ୍ଭେମାନେ ତାହାଙ୍କ ପବିତ୍ର ନାମରେ ଦର୍ପ କର; ଯେଉଁମାନେ ସଦାପ୍ରଭୁଙ୍କର ଅନ୍ୱେଷଣ କରନ୍ତି, ସେମାନଙ୍କ ଚିତ୍ତ ଆନନ୍ଦିତ ହେଉ।
Proverbs 15:9 in Oriya 9 ଦୁଷ୍ଟର ଗତି ସଦାପ୍ରଭୁଙ୍କର ଘୃଣାର ବିଷୟ; ମାତ୍ର ଧାର୍ମିକତାର ଅନୁଗାମୀକୁ ସେ ପ୍ରେମ କରନ୍ତି।
Proverbs 21:21 in Oriya 21 ଯେଉଁ ଜନ ଧାର୍ମିକତା ଓ ଦୟାର ପଶ୍ଚାଦ୍ବର୍ତ୍ତୀ, ସେ ଜୀବନ ଓ ଧାର୍ମିକତା ଓ ସମ୍ମାନ ପାଏ।
Isaiah 45:19 in Oriya 19 ଆମ୍ଭେ ଗୋପନରେ ଅନ୍ଧକାରମୟ ଦେଶର କୌଣସି ସ୍ଥାନରେ କହି ନାହୁଁ; ତୁମ୍ଭେମାନେ ବୃଥାରେ ଆମ୍ଭର ଅନ୍ୱେଷଣ କର, ଏହା ଆମ୍ଭେ ଯାକୁବ ବଂଶକୁ କହି ନାହୁଁ, ଆମ୍ଭେ ସଦାପ୍ରଭୁ ଧର୍ମବାଦୀ, ଆମ୍ଭେ ସଠିକ କଥା ପ୍ରକାଶ କରୁ।
Isaiah 46:3 in Oriya 3 ହେ ଯାକୁବ ବଂଶ, ହେ ଇସ୍ରାଏଲ ବଂଶର ଅବଶିଷ୍ଟାଂଶ ସମସ୍ତେ, ଆମ୍ଭର କଥା ଶୁଣ; ତୁମ୍ଭେମାନେ ଉଦରସ୍ଥାୟୀ ହେବାଠାରୁ ଆମ୍ଭ ଦ୍ୱାରା ବୁହା ଯାଇଅଛ, ତୁମ୍ଭେମାନେ ଗର୍ଭରୁ ବହା ଯାଇଅଛ;
Isaiah 48:12 in Oriya 12 ହେ ଯାକୁବ, ହେ ଆମ୍ଭର ଆହୂତ ଇସ୍ରାଏଲ, ଆମ୍ଭ ବାକ୍ୟରେ ମନୋଯୋଗ କର; ଆମ୍ଭେ ସେହି ଅଟୁ; ଆମ୍ଭେ ଆଦି, ଆମ୍ଭେ ହିଁ ଅନ୍ତ।
Isaiah 51:4 in Oriya 4 “ହେ ଆମ୍ଭର ଲୋକମାନେ, ଆମ୍ଭ ବାକ୍ୟରେ ମନୋଯୋଗ କର; ହେ ଆମ୍ଭର ଦେଶୀୟ ଲୋକେ, ଆମ୍ଭ କଥାରେ କର୍ଣ୍ଣପାତ କର: କାରଣ ଆମ୍ଭଠାରୁ ଏକ ବ୍ୟବସ୍ଥା ନିର୍ଗତ ହେବ ଓ ଆମ୍ଭେ ଗୋଷ୍ଠୀବର୍ଗର ଦୀପ୍ତି ନିମନ୍ତେ ଆମ୍ଭର ବିଚାର ସ୍ଥାପନ କରିବା।
Isaiah 51:7 in Oriya 7 ହେ ଧର୍ମଜ୍ଞ ଲୋକମାନେ, ତୁମ୍ଭମାନଙ୍କ ହୃଦୟରେ ଆମ୍ଭର ବ୍ୟବସ୍ଥା ଅଛି, ତୁମ୍ଭେମାନେ ଆମ୍ଭର କଥା ଶୁଣ; ତୁମ୍ଭେମାନେ ମର୍ତ୍ତ୍ୟର ଅପମାନରେ ଭୀତ ହୁଅ ନାହିଁ, ଅଥବା ସେମାନଙ୍କ ନିନ୍ଦାରେ ଉଦ୍ବିଗ୍ନ ହୁଅ ନାହିଁ।
Isaiah 55:2 in Oriya 2 ଅଖାଦ୍ୟ ଦ୍ରବ୍ୟ ନିମନ୍ତେ ତୁମ୍ଭେମାନେ କାହିଁକି ରୂପା ବ୍ୟୟ କରୁଅଛ ? ଓ ଯାହା ତୃପ୍ତିକର ନୁହେଁ, ତହିଁ ପାଇଁ କାହିଁକି ତୁମ୍ଭେମାନେ ପରିଶ୍ରମ କରୁଅଛ ? ମନୋଯୋଗ କରି ଆମ୍ଭର କଥା ଶୁଣ ଓ ଉତ୍ତମ ଦ୍ରବ୍ୟ ଭୋଜନ କର ଓ ପୁଷ୍ଟିକର ଦ୍ରବ୍ୟରେ ତୁମ୍ଭମାନଙ୍କର ପ୍ରାଣକୁ ସନ୍ତୁଷ୍ଟ ହେବାକୁ ଦିଅ।
Isaiah 55:6 in Oriya 6 ଯେପର୍ଯ୍ୟନ୍ତ ସଦାପ୍ରଭୁଙ୍କର ଉଦ୍ଦେଶ୍ୟ ମିଳୁଅଛି, ସେପର୍ଯ୍ୟନ୍ତ ତୁମ୍ଭେମାନେ ତାହାଙ୍କର ଅନ୍ୱେଷଣ କର, ଯେପର୍ଯ୍ୟନ୍ତ ସେ ନିକଟରେ ଅଛନ୍ତି, ସେପର୍ଯ୍ୟନ୍ତ ତାହାଙ୍କଠାରେ ପ୍ରାର୍ଥନା କର।
Amos 5:6 in Oriya 6 ସଦାପ୍ରଭୁଙ୍କର ଅନ୍ଵେଷଣ କର, ତହିଁରେ ତୁମ୍ଭେମାନେ ବଞ୍ଚିବ; ନୋହିଲେ ସେ ଯୋଷେଫ ବଂଶରେ ଅଗ୍ନି ପରି ଜ୍ୱଳି ଉଠିବେ, ତାହା ଗ୍ରାସ କରିବ ଓ ତାହା ଲିଭାଇବା ପାଇଁ ବୈଥେଲରେ କେହି ନ ଥିବ।
Zephaniah 2:3 in Oriya 3 ହେ ଦେଶସ୍ଥ ନମ୍ର ଲୋକମାନେ, ତାହାଙ୍କର ଶାସନ ପାଳନ କରିଅଛ ଯେ ତୁମ୍ଭେମାନେ, ତୁମ୍ଭେ ସମସ୍ତେ ସଦାପ୍ରଭୁଙ୍କର ଅନ୍ଵେଷଣ କର, ଧର୍ମର ଅନ୍ଵେଷଣ କର, ନମ୍ରତାର ଅନ୍ଵେଷଣ କର; ହୋଇପାରେ, ସଦାପ୍ରଭୁଙ୍କ କ୍ରୋଧର ଦିନରେ ତୁମ୍ଭେମାନେ ଗୁପ୍ତ ସ୍ଥାନରେ ରଖାଯିବ।
Matthew 5:6 in Oriya 6 ଧାର୍ମିକତା ନିମନ୍ତେ କ୍ଷୁଧିତ ଓ ତୃଷିତ ଲୋକେ ଧନ୍ୟ, କାରଣ ସେମାନେ ପରିତୃପ୍ତ ହେବେ।
Matthew 6:33 in Oriya 33 କିନ୍ତୁ ତୁମ୍ଭେମାନେ ପ୍ରଥମରେ ତାହାଙ୍କ ରାଜ୍ୟ ଓ ଧାର୍ମିକତା ଅନ୍ୱେଷଣ କର, ଆଉ ଏହି ସମସ୍ତ ବିଷୟ ମଧ୍ୟ ତୁମ୍ଭମାନଙ୍କୁ ଦିଆଯିବ।
Romans 9:30 in Oriya 30 ତେବେ, ଆମ୍ଭେମାନେ କ'ଣ କହିବା ? ଯେଉଁ ଅଣଯିହୂଦୀମାନେ ଧାର୍ମିକତାର ଅନୁଗମନ କରୁ ନ ଥିଲେ, ସେମାନେ ଧାର୍ମିକତା, ଏପରିକି ବିଶ୍ୱାସମୂଳକ ଧାର୍ମିକତା ଲାଭ କରିଅଛନ୍ତି।
Romans 14:19 in Oriya 19 ଅତଏବ ଆସ, ଯେ ଯେ ବିଷୟ ଶାନ୍ତିଜନକ, ଆଉ ଯେ ଯେ ବିଷୟ ଦ୍ୱାରା ପରସ୍ପରର ନିଷ୍ଠା ହୁଏ, ସେହି ସବୁର ଆମ୍ଭେମାନେ ଅନୁଗମନ କରୁ।
Ephesians 2:11 in Oriya 11 ଅତଏବ ତୁମ୍ଭେମାନେ ପୁର୍ବରେ ଯେତେବେଳେ ଶରୀର ସମ୍ବନ୍ଧରେ ଅଣଯିହୂଦୀ ଥିଲ ଓ ଶାରୀରିକ ଭାବେ ହସ୍ତକୃତ ସୁନ୍ନତ ଲୋକମାନଙ୍କ ଦ୍ୱାରା ଅସୁନ୍ନତ ବୋଲି ଖ୍ୟାତ ହେଉଥିଲ,
Philippians 3:13 in Oriya 13 ହେ ଭାଇମାନେ, ମୁଁ ଏପର୍ଯ୍ୟନ୍ତ ତାହା ଧରିଅଛି ବୋଲି ମନେ କରୁ ନାହିଁ, କିନ୍ତୁ ଗୋଟିଏ ବିଷୟ ମୁଁ କରୁଅଛି,
1 Timothy 6:11 in Oriya 11 କିନ୍ତୁ ହେ ଇଶ୍ବରଙ୍କ ଲୋକ, ତୁମ୍ଭେ ଏହି ସମସ୍ତଠାରୁ ପଳାୟନ କରି ଧାର୍ମିକତା, ଈଶ୍ୱରପରାୟଣତା, ବିଶ୍ୱାସ,ପ୍ରେମ, ଧୈର୍ଯ୍ୟ, ସହିଷ୍ଣୁତା ଓ ନମ୍ରତାର ଅନୁଗାମୀ ହୁଅ।
2 Timothy 2:22 in Oriya 22 କିନ୍ତୁ ତୁମ୍ଭେ ଯୌବନ କାଳର ଅଭିଳାଷରୁ ପଳାୟନ କରି, ଯେଉଁମାନେ ଶୁଚି ହୃଦୟରେ ପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତି, ସେମାନଙ୍କ ସହିତ ଧାର୍ମିକତା, ବିଶ୍ୱାସ, ପ୍ରେମ ଓ ଶାନ୍ତିର ଅନୁଗାମୀ ହୁଅ।
Hebrews 12:14 in Oriya 14 ସମସ୍ତଙ୍କ ସହିତ ଶାନ୍ତିରେ ରହିବାକୁ ଚେଷ୍ଟା କର, ପୁଣି, ଯେଉଁ ପବିତ୍ରତା ବିନା କେହି ପ୍ରଭୁଙ୍କ ଦର୍ଶନ ପାଇବ ନାହିଁ, ସେଥିର ଅନୁସରଣ କର,