Isaiah 51:12 in Oriya 12 ଯେ ତୁମ୍ଭମାନଙ୍କୁ ସାନ୍ତ୍ୱନା କରନ୍ତି, ସେ ଆମ୍ଭେ, ଆମ୍ଭେ ହିଁ ଅଟୁ; ମୃତ୍ୟୁୁର ଅଧୀନ ମନୁଷ୍ୟକୁ ଓ ଯେ ତୃଣ ତୁଲ୍ୟ କରାଯିବ, ଏପରି ମନୁଷ୍ୟର ସନ୍ତାନକୁ ଭୟ କରୁଅଛ,
Other Translations King James Version (KJV) I, even I, am he that comforteth you: who art thou, that thou shouldest be afraid of a man that shall die, and of the son of man which shall be made as grass;
American Standard Version (ASV) I, even I, am he that comforteth you: who art thou, that thou art afraid of man that shall die, and of the son of man that shall be made as grass;
Bible in Basic English (BBE) I, even I, am your comforter: are you so poor in heart as to be in fear of man who will come to an end, and of the son of man who will be like grass?
Darby English Bible (DBY) I, [even] I, am he that comforteth you: who art thou, that thou fearest a man that shall die, and the son of man that shall become as grass;
World English Bible (WEB) I, even I, am he who comforts you: who are you, that you are afraid of man who shall die, and of the son of man who shall be made as grass;
Young's Literal Translation (YLT) I -- I `am' He -- your comforter, Who `art' thou -- and thou art afraid of man? he dieth! And of the son of man -- grass he is made!
Cross Reference Psalm 90:5 in Oriya 5 ଯେପରି ପ୍ଲାବନରେ, ସେପରି ତୁମ୍ଭେ ସେମାନଙ୍କୁ ଭସାଇ ନେଉଅଛ; ସେମାନେ ସ୍ୱପ୍ନ ତୁଲ୍ୟ। ପ୍ରାତଃକାଳରେ ସେମାନେ ବଢ଼ନ୍ତା ତୃଣ ତୁଲ୍ୟ।
Psalm 92:7 in Oriya 7 ଯେତେବେଳେ ଦୁଷ୍ଟଗଣ ତୃଣ ପରି ଅଙ୍କୁରିତ ଓ ଅଧର୍ମାଚାରୀମାନେ ପ୍ରଫୁଲ୍ଲ ହୁଅନ୍ତି, ସେତେବେଳେ ସେମାନଙ୍କ ନିତ୍ୟସ୍ଥାୟୀ ବିନାଶ ନିମନ୍ତେ ସେପରି ହୁଏ।
Psalm 103:15 in Oriya 15 ମର୍ତ୍ତ୍ୟର ଦିନ ତୃଣ ତୁଲ୍ୟ; ଯେପରି କ୍ଷେତ୍ରର ଫୁଲ, ସେପରି ସେ ପ୍ରଫୁଲ୍ଲ ହୁଏ।
Psalm 118:6 in Oriya 6 ସଦାପ୍ରଭୁ ମୋହର ସପକ୍ଷ; ମୁଁ ଭୟ କରିବି ନାହିଁ; ମନୁଷ୍ୟ ମୋହର କଅଣ କରି ପାରେ ?
Psalm 146:4 in Oriya 4 ତାହାର ନିଃଶ୍ୱାସ ବାହାରି ଯାଏ, ସେ ନିଜ ମୃତ୍ତିକାକୁ ଫେରିଯାଏ; ସେହି ଦିନ ତାହାର ସଙ୍କଳ୍ପସବୁ ନଷ୍ଟ ହୁଏ।
Proverbs 29:26 in Oriya 26 ଅନେକେ ଶାସନକର୍ତ୍ତାର ଅନୁଗ୍ରହ ଚାହାନ୍ତି; ମାତ୍ର ମନୁଷ୍ୟର ବିଚାର ସଦାପ୍ରଭୁଙ୍କଠାରୁ ହୁଏ।
Isaiah 2:22 in Oriya 22 ତୁମ୍ଭେମାନେ ନାସାଗ୍ରେ ପ୍ରାଣବାୟୁଧାରୀ ମନୁଷ୍ୟର (ଆଶ୍ରୟରୁ) କ୍ଷାନ୍ତ ହୁଅ; କାରଣ ସେ କାହା ମଧ୍ୟରେ ଗଣ୍ୟ ?
Isaiah 40:6 in Oriya 6 ଏକ ଜଣର ରବ କହେ, “ପ୍ରଚାର କର,” ତହିଁରେ ଜଣେ କହିଲା, “କଅଣ ପ୍ରଚାର କରିବା ?” “ମର୍ତ୍ତ୍ୟ ମାତ୍ର ତୃଣ ସ୍ୱରୂପ ଓ ତାହାର ସମସ୍ତ ଶୋଭା କ୍ଷେତ୍ରସ୍ଥ ପୁଷ୍ପର ତୁଲ୍ୟ;
Isaiah 43:25 in Oriya 25 ଆମ୍ଭେ, ଆମ୍ଭେ ହିଁ ଆପଣା ଲାଗି ତୁମ୍ଭର ଅଧର୍ମସବୁ ମାର୍ଜନା କରୁ ଓ ତୁମ୍ଭର ପାପସବୁ ଆମ୍ଭେ ସ୍ମରଣ କରିବା ନାହିଁ।
Isaiah 51:3 in Oriya 3 କାରଣ ସଦାପ୍ରଭୁ ସିୟୋନକୁ ସାନ୍ତ୍ୱନା କରିଅଛନ୍ତି; ସେ ତାହାର ଉତ୍ସନ୍ନ ସ୍ଥାନସବୁକୁ ସାନ୍ତ୍ୱନା କରିଅଛନ୍ତି; ସେ ତାହାର ପ୍ରାନ୍ତରକୁ ଏଦନ ତୁଲ୍ୟ ଓ ତାହାର ମରୁଭୂମିକୁ ସଦାପ୍ରଭୁଙ୍କ ଉଦ୍ୟାନ ତୁଲ୍ୟ କରିଅଛନ୍ତି; ଆନନ୍ଦ ଓ ଉଲ୍ଲାସ, ଧନ୍ୟବାଦ ଓ ସଙ୍ଗୀତ ଧ୍ୱନି ତହିଁ ମଧ୍ୟରେ ହେବ।
Isaiah 51:7 in Oriya 7 ହେ ଧର୍ମଜ୍ଞ ଲୋକମାନେ, ତୁମ୍ଭମାନଙ୍କ ହୃଦୟରେ ଆମ୍ଭର ବ୍ୟବସ୍ଥା ଅଛି, ତୁମ୍ଭେମାନେ ଆମ୍ଭର କଥା ଶୁଣ; ତୁମ୍ଭେମାନେ ମର୍ତ୍ତ୍ୟର ଅପମାନରେ ଭୀତ ହୁଅ ନାହିଁ, ଅଥବା ସେମାନଙ୍କ ନିନ୍ଦାରେ ଉଦ୍ବିଗ୍ନ ହୁଅ ନାହିଁ।
Isaiah 57:15 in Oriya 15 କାରଣ ଯେ ଅନନ୍ତ କାଳନିବାସୀ, ଯାହାଙ୍କର ନାମ ପବିତ୍ର, ସେହି ଉଚ୍ଚ ଓ ଉନ୍ନତ ପୁରୁଷ ଏହି କଥା କହନ୍ତି; “ଆମ୍ଭେ ଉର୍ଦ୍ଧ୍ୱ ଓ ପବିତ୍ର ସ୍ଥାନରେ ବାସ କରୁ, ମଧ୍ୟ ନମ୍ର ଲୋକମାନଙ୍କର ଆତ୍ମାକୁ ସଜୀବ ଓ ଚୂର୍ଣ୍ଣମନା ଲୋକମାନଙ୍କର ଅନ୍ତଃକରଣକୁ ସଜୀବ କରିବା ପାଇଁ ଆମ୍ଭେ ଚୂର୍ଣ୍ଣ ଓ ନମ୍ରମନା ଲୋକର ସଙ୍ଗରେ ହେଁ ବାସ କରୁ।
Isaiah 66:13 in Oriya 13 ଯେପରି ଜଣକୁ ତାହାର ମାତା ସାନ୍ତ୍ୱନା କରେ, ସେହିପରି ଆମ୍ଭେ ତୁମ୍ଭମାନଙ୍କୁ ସାନ୍ତ୍ୱନା କରିବା ଓ ତୁମ୍ଭେମାନେ ଯିରୂଶାଲମରେ ସାନ୍ତ୍ୱନା ପାଇବ।”
Daniel 3:16 in Oriya 16 ଶଦ୍ରକ୍, ମୈଶକ୍ ଓ ଅବେଦ୍-ନଗୋ ରାଜାକୁ ଉତ୍ତର କରି କହିଲେ, ହେ ନବୂଖଦ୍ନିତ୍ସର, ଏହି ବିଷୟରେ ଆପଣଙ୍କୁ ଉତ୍ତର ଦେବାର ଆମ୍ଭମାନଙ୍କର ପ୍ରୟୋଜନ ନାହିଁ।
Matthew 10:28 in Oriya 28 ଆଉ ଯେଉଁମାନେ ଶରୀରକୁ ବଧ କରନ୍ତି, କିନ୍ତୁ ଆତ୍ମାକୁ ବଧ କରି ପାରନ୍ତି ନାହିଁ, ସେମାନଙ୍କୁ ଭୟ କର ନାହିଁ; ବରଂ ଯେ ଶରୀର ଓ ଆତ୍ମା ଉଭୟକୁ ନର୍କରେ ବିନଷ୍ଟ କରି ପାରନ୍ତି, ତାହାଙ୍କୁ ହିଁ ଭୟ କର।
Luke 12:4 in Oriya 4 କିନ୍ତୁ ମୋର ବନ୍ଧୁ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ମୁଁ କହୁଅଛି, ଯେଉଁମାନେ ଶରୀରକୁ ବଧ କରନ୍ତି, ମାତ୍ର ତାହା ପରେ ଆଉ କିଛି କରି ପାରନ୍ତି ନାହିଁ, ସେମାନଙ୍କୁ ଭୟ କର ନାହିଁ।
John 14:18 in Oriya 18 ମୁଁ ତୁମ୍ଭମାନଙ୍କୁ ଅନାଥ କରି ଛାଡ଼ିଯିବି ନାହିଁ, ମୁଁ ତୁମ୍ଭମାନଙ୍କ ନିକଟକୁ ଆସୁଅଛି।
John 14:26 in Oriya 26 କିନ୍ତୁ ସେହି ସାହାଯ୍ୟକାରୀ, ଅର୍ଥାତ୍ ଯେଉଁ ପବିତ୍ର ଆତ୍ମାଙ୍କୁ ପିତା ମୋ' ନାମରେ ପ୍ରେରଣ କରିବେ, ସେ ତୁମ୍ଭମାନଙ୍କୁ ସମସ୍ତ ବିଷୟ ଶିକ୍ଷା ଦେବେ, ଆଉ ମୁଁ ତୁମ୍ଭମାନଙ୍କୁ ଯାହା ଯାହା କହିଅଛି, ସେହି ସବୁ ତୁମ୍ଭମାନଙ୍କୁ ସ୍ମରଣ କରାଇବେ।
Acts 9:31 in Oriya 31 ଏହି ପ୍ରକାରେ ସମୁଦାୟ ଯିହୂଦା ପ୍ରଦେଶ, ଗାଲିଲୀ ଓ ଶମିରୋଣ ମଣ୍ଡଳୀ ନିଷ୍ଠାପ୍ରାପ୍ତ ହୋଇ ଓ ପ୍ରଭୁଙ୍କର ଭୟରେ ଆଚରଣ କରି ଶାନ୍ତି ଭୋଗ କଲେ, ପୁଣି, ପବିତ୍ର ଆତ୍ମାଙ୍କ ସାହାଯ୍ୟରେ ବୃଦ୍ଧି ପାଇବାକୁ ଲାଗିଲେ।
2 Corinthians 1:3 in Oriya 3 ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଈଶ୍ୱର ଓ ପିତା ଧନ୍ୟ, ସେ ଦୟାମୟ ପିତା ଓ ସମସ୍ତ ସାନ୍ତ୍ୱନାଦାତା ଈଶ୍ୱର;
2 Corinthians 7:5 in Oriya 5 କାରଣ ମାକିଦନିଆରେ ଉପସ୍ଥିତ ହେଲା ଉତ୍ତାରେ ମଧ୍ୟ ବାହାରେ ଯୁଦ୍ଧ ଓ ଭିତରେ ଭୟ, ଏହିପରି ସର୍ବପ୍ରକାରେ କ୍ଳେଶଭୋଗ କରିବାରୁ ଆମ୍ଭମାନଙ୍କ ଶରୀରସୁଦ୍ଧା ବିଶ୍ରାମ ପାଇଲା ନାହିଁ।
James 1:10 in Oriya 10 ଧନୀ ଆପଣା ଦୀନାବସ୍ଥାରେ ଦର୍ପ କରୁ, କାରଣ ଘାସର ଫୁଲ ପରି ସେ ଝଡ଼ିପଡ଼ିବ।
1 Peter 1:24 in Oriya 24 କାରଣ ସମସ୍ତ ମର୍ତ୍ତ୍ୟ ତୃଣ ତୁଲ୍ୟ, ତାହାର ସମସ୍ତ ଶୋଭା ତୃଣର ପୁଷ୍ପ ସଦୃଶ; ତୃଣ ଶୁଖିଯାଏ, ଆଉ ଫୁଲ ଝଡ଼ିପଡ଼େ,