Isaiah 51:13 in Oriya 13 ପୁଣି ଆକାଶମଣ୍ଡଳ ବିସ୍ତାରକାରୀ ଓ ପୃଥିବୀର ଭିତ୍ତିମୂଳ ସ୍ଥାପନକାରୀ ତୁମ୍ଭ ନିର୍ମାଣକର୍ତ୍ତା ସଦାପ୍ରଭୁଙ୍କୁ ଭୁଲିଅଛ ଓ ଉପଦ୍ରବୀ ବିନାଶ କରିବାକୁ ଉଦ୍ୟତ ହେବା ବେଳେ ତାହାର କୋପ ସକାଶୁ ସାରାଦିନ ନିରନ୍ତର ଭୟ କରୁଅଛ ଯେ ତୁମ୍ଭେ, ତୁମ୍ଭେ ତ କିଏ ? ଆଉ, ସେ ଉପଦ୍ରବୀର କୋପ କାହିଁ ?
Other Translations King James Version (KJV) And forgettest the LORD thy maker, that hath stretched forth the heavens, and laid the foundations of the earth; and hast feared continually every day because of the fury of the oppressor, as if he were ready to destroy? and where is the fury of the oppressor?
American Standard Version (ASV) and hast forgotten Jehovah thy Maker, that stretched forth the heavens, and laid the foundations of the earth; and fearest continually all the day because of the fury of the oppressor, when he maketh ready to destroy? and where is the fury of the oppressor?
Bible in Basic English (BBE) And you have given no thought to the Lord your Maker, by whom the heavens were stretched out, and the earth placed on its base; and you went all day in fear of the wrath of the cruel one, when he was making ready for your destruction. And where is the wrath of the cruel one?
Darby English Bible (DBY) and forgettest Jehovah thy Maker, who hath stretched out the heavens, and laid the foundations of the earth; and thou art afraid continually all the day because of the fury of the oppressor, when he prepareth to destroy? And where is the fury of the oppressor?
World English Bible (WEB) and have forgotten Yahweh your Maker, who stretched forth the heavens, and laid the foundations of the earth; and fear continually all the day because of the fury of the oppressor, when he makes ready to destroy? and where is the fury of the oppressor?
Young's Literal Translation (YLT) And thou dost forget Jehovah thy maker, Who is stretching out the heavens, and founding earth, And thou dost fear continually all the day, Because of the fury of the oppressor, As he hath prepared to destroy. And where `is' the fury of the oppressor?
Cross Reference Exodus 14:10 in Oriya 10 ଆଉ ଫାରୋ ନିକଟବର୍ତ୍ତୀ ହୁଅନ୍ତେ, ଇସ୍ରାଏଲ ସନ୍ତାନଗଣ ଅନାଇ ଆପଣାମାନଙ୍କ ପଶ୍ଚାତ୍ ପଶ୍ଚାତ୍ ଆଗମନକାରୀ ମିସ୍ରୀୟମାନଙ୍କୁ ଦେଖି ଅତିଶୟ ଭୀତ ହେଲେ, ପୁଣି, ଇସ୍ରାଏଲ-ସନ୍ତାନମାନେ ସଦାପ୍ରଭୁଙ୍କୁ ଡାକ ପକାଇଲେ।
Exodus 15:9 in Oriya 9 ଶତ୍ରୁ କହିଲା : ଆମ୍ଭେ ପଛେ ପଛେ ଗୋଡ଼ାଇବା, ଆମ୍ଭେ ସେମାନଙ୍କୁ ଧରିବା, ଆମ୍ଭେ ଲୁଟିତ ଦ୍ରବ୍ୟ ବିଭାଗ କରି ନେବା; ସେମାନଙ୍କ ଉପରେ ଆମ୍ଭର ଅଭିଳାଷ ପୂର୍ଣ୍ଣ ହେବ; ଆମ୍ଭେ ଆପଣା ଖଡ଼୍ଗ ନିଷ୍କୋଷ କରିବା, ଆମ୍ଭର ହସ୍ତ ସେମାନଙ୍କୁ ବିନାଶ କରିବ।
Deuteronomy 32:18 in Oriya 18 ଯେଉଁ ଶୈଳ ତୁମ୍ଭକୁ ଉତ୍ପନ୍ନ କଲେ, ତାହାଙ୍କ ବିଷୟରେ ତୁମ୍ଭେ ଅମନୋଯୋଗୀ ହେଲ ଓ ଯେଉଁ ପରମେଶ୍ୱର ତୁମ୍ଭକୁ ଜନ୍ମ ଦେଲେ, ତୁମ୍ଭେ ତାହାଙ୍କୁ ଭୁଲି ଗଲ।
Esther 5:14 in Oriya 14 ତେଣୁ ତାହାର ଭାର୍ଯ୍ୟା ସେରଶ୍ ଓ ମିତ୍ର ସମସ୍ତେ ତାହାଙ୍କୁ କହିଲେ, “ପଚାଶ ହାତ ଉଚ୍ଚ ଏକ ଫାଶୀକାଠ ପ୍ରସ୍ତୁତ କରାଯାଉ; ପୁଣି, ମର୍ଦ୍ଦଖୟଙ୍କୁ ତହିଁରେ ଫାଶୀ ଦେବା ପାଇଁ କାଲି ପ୍ରାତଃକାଳେ ରାଜାଙ୍କୁ କୁହ, ତହିଁ ଉତ୍ତାରୁ ହୃଷ୍ଟ ହୋଇ ରାଜାଙ୍କ ସହିତ ଭୋଜକୁ ଯାଅ।” ଏହି କଥାରେ ହାମନ୍ ସନ୍ତୁଷ୍ଟ ହୋଇ ସେହିରୂପ ଫାଶୀକାଠ ପ୍ରସ୍ତୁତ କରାଇଲେ।
Esther 7:10 in Oriya 10 ଏଥିରେ ହାମନ୍ ମର୍ଦ୍ଦଖୟ ନିମନ୍ତେ ଯେଉଁ ଫାଶୀକାଠ ପ୍ରସ୍ତୁତ କରିଥିଲେ, ତହିଁ ଉପରେ ସେମାନେ ହାମନ୍କୁ ଫାଶୀ ଦେଲେ; ତହିଁରେ ରାଜାଙ୍କ କ୍ରୋଧ ଶାନ୍ତ ହେଲା।
Job 9:8 in Oriya 8 ସେ ଏକାକୀ ଆକାଶମଣ୍ଡଳ ପ୍ରସାରନ୍ତି ଓ ସମୁଦ୍ରର ତରଙ୍ଗ ଉପରେ ଗମନ କରନ୍ତି।
Job 20:5 in Oriya 5 ଦୁଷ୍ଟର ଜୟଧ୍ୱନି ଅଳ୍ପ କାଳ ଓ ଅଧାର୍ମିକର ଆନନ୍ଦ କ୍ଷଣମାତ୍ର ସ୍ଥାୟୀ ?
Job 37:18 in Oriya 18 ତୁମ୍ଭେ କି ଛାଞ୍ଚରେ ଢଳା ଦର୍ପଣ ପରି ଦୃଢ ଆକାଶମଣ୍ଡଳକୁ ତାହାଙ୍କ ସଙ୍ଗେ ବିସ୍ତାର କରିପାର ?
Psalm 9:6 in Oriya 6 ଶତ୍ରୁମାନେ ଅଦୃଶ୍ୟ ହୋଇଅଛନ୍ତି, ସେମାନେ ସଦାକାଳ ଉଚ୍ଛିନ୍ନ ହୋଇଅଛନ୍ତି; ତୁମ୍ଭେ ନଗରମାନଙ୍କୁ ଉତ୍ପାଟନ କରିଅଛ, ସେମାନଙ୍କର ସ୍ମରଣ ସୁଦ୍ଧା ଲୁପ୍ତ ହୋଇଅଛି।
Psalm 37:35 in Oriya 35 ମୁଁ ଦୁଷ୍ଟକୁ ମହାକ୍ଷମତାପନ୍ନ ଓ ସ୍ୱଭୂମିରେ ସତେଜ ବୃକ୍ଷ ତୁଲ୍ୟ ଆପଣାକୁ ପ୍ରସାରିବାର ଦେଖିଅଛି।
Psalm 76:10 in Oriya 10 ମନୁଷ୍ୟର କ୍ରୋଧ ନିତାନ୍ତ ତୁମ୍ଭର ପ୍ରଶଂସା କରିବ; ତୁମ୍ଭେ କ୍ରୋଧର ଅବଶେଷ ଦ୍ୱାରା ଆପଣା କଟିବନ୍ଧନ କରିବ।
Psalm 102:25 in Oriya 25 ତୁମ୍ଭେ ଆଦ୍ୟରୁ ପୃଥିବୀର ମୂଳ ସ୍ଥାପନ କରିଅଛ; ପୁଣି, ଆକାଶମଣ୍ଡଳ ତୁମ୍ଭର ହସ୍ତକୃତ କର୍ମ।
Psalm 104:2 in Oriya 2 ତୁମ୍ଭେ ବସ୍ତ୍ର ପରି ଦୀପ୍ତି ପରିଧାନ କରିଅଛ; ତୁମ୍ଭେ ଚନ୍ଦ୍ରାତପ ପରି ଆକାଶମଣ୍ଡଳ ବିସ୍ତାର କରିଅଛ।
Isaiah 7:4 in Oriya 4 ଓ ତାହାକୁ କୁହ, ସାବଧାନ ଓ ସୁସ୍ଥିର ହୁଅ; ଏହି ଧୂମମୟ କାଷ୍ଠର ଦୁଇ ଲାଞ୍ଜ, ଅର୍ଥାତ୍, ରତ୍ସୀନ, ଅରାମର ଓ ରମଲୀୟର ପୁତ୍ରର ପ୍ରଚଣ୍ଡ କ୍ରୋଧ ସକାଶୁ ଭୀତ ହୁଅ ନାହିଁ, କିଅବା ଆପଣା ହୃଦୟକୁ ନିରାଶ ହେବାକୁ ଦିଅ ନାହିଁ।
Isaiah 8:12 in Oriya 12 ଏହି ଲୋକମାନେ ଯେଉଁ ସବୁ ବିଷୟକୁ ଚକ୍ରାନ୍ତ ବୋଲି କହିବେ; ତୁମ୍ଭେମାନେ ସେହି ସବୁକୁ ଚକ୍ରାନ୍ତ ବୋଲି କୁହ ନାହିଁ; କିଅବା ସେମାନଙ୍କର ଭୟ ବିଷୟକୁ ତୁମ୍ଭେମାନେ ଭୟ କର ନାହିଁ, ଅବା ତହିଁ ବିଷୟରେ ତ୍ରାସଯୁକ୍ତ ହୁଅ ନାହିଁ।
Isaiah 10:29 in Oriya 29 ସେମାନେ ଘାଟି ପାର ହୋଇ ଯାଇଅଛନ୍ତି; ସେମାନେ ଗେବାରେ ବସା କରିଅଛନ୍ତି; ରାମା କମ୍ପୁଅଛି; ଶାଉଲର ଗିବୀୟା ପଳାୟନ କରିଅଛି।
Isaiah 14:16 in Oriya 16 ଯେଉଁମାନେ ତୁମ୍ଭକୁ ଦେଖନ୍ତି, ସେମାନେ ସୂକ୍ଷ୍ମ ରୂପେ ନିରୀକ୍ଷଣ କରି ତୁମ୍ଭ ବିଷୟ ବିବେଚନା କରି କହିବେ, ଯେ ପୃଥିବୀକୁ କମ୍ପାନ୍ୱିତ କଲା, ଯେ ରାଜ୍ୟସମୂହକୁ ଥରହର କରାଇଲା;
Isaiah 16:4 in Oriya 4 ଆମ୍ଭର ବହିଷ୍କୃତ ଲୋକମାନଙ୍କୁ ତୁମ୍ଭ ସଙ୍ଗରେ ବାସ କରିବାକୁ ଦିଅ; ବିନାଶକାରୀର ସମ୍ମୁଖରୁ ତୁମ୍ଭେ ମୋୟାବର ପାଇଁ ଆଶ୍ରୟ ସ୍ଥାନ ହୁଅ; କାରଣ ପୀଡ଼କ ମହାଜନ ଅକିଞ୍ଚିତ ହୋଇଅଛି, ଅପକାର ନିବୃତ୍ତ ହେଉଅଛି, ଦୌରାତ୍ମ୍ୟକାରୀମାନେ ଦେଶରୁ ସଂହାରିତ ହେଉଅଛନ୍ତି।
Isaiah 17:10 in Oriya 10 କାରଣ ତୁମ୍ଭେ ଆପଣା ପରିତ୍ରାଣର ପରମେଶ୍ୱରଙ୍କୁ ପାସୋରିଅଛ ଓ ଆପଣା ଶକ୍ତି ସ୍ୱରୂପ ଶୈଳ ବିଷୟରେ ମନୋଯୋଗୀ ହୋଇ ନାହଁ; ଏହେତୁ ତୁମ୍ଭେ ସୁନ୍ଦର ସୁନ୍ଦର ଚାରା ରୋପଣ କରୁଅଛ ଓ ବିଦେଶୀୟ କଲମ ସଙ୍ଗେ ତାହା ବସାଉଅଛ;
Isaiah 33:18 in Oriya 18 ତୁମ୍ଭର ଚିତ୍ତ ଭୟ ବିଷୟ ଆନ୍ଦୋଳନ କରିବ; ସେ ଗଣନାକାରୀ କାହିଁ ? ମୁଦ୍ରା ତୌଲକାରୀ କାହିଁ ? ଦୁର୍ଗ ଗଣନାକାରୀ କାହିଁ ?
Isaiah 37:36 in Oriya 36 ଏଥିଉତ୍ତାରେ ସଦାପ୍ରଭୁଙ୍କ ଦୂତ ବାହାରି ଅଶୂରୀୟମାନଙ୍କ ଛାଉଣିରେ ଏକ ଲକ୍ଷ ପଞ୍ଚାଶୀ ସହସ୍ର ଲୋକ ସଂହାର କଲେ; ପୁଣି, ଲୋକମାନେ ଅତି ପ୍ରଭାତରେ ଉଠନ୍ତେ, ଦେଖ, ସମସ୍ତେ ମୃତ ଶବ।
Isaiah 40:22 in Oriya 22 ସେ ଭୂମଣ୍ଡଳର ଉପରେ ଉପବିଷ୍ଟ ଓ ତନ୍ନିବାସୀଗଣ ଫଡ଼ିଙ୍ଗ ସ୍ୱରୂପ; ସେ ଚନ୍ଦ୍ରାତପ ତୁଲ୍ୟ ଆକାଶମଣ୍ଡଳ ପ୍ରସାରନ୍ତି, ପୁଣି ବସତି ନିମନ୍ତେ ତମ୍ବୁ ତୁଲ୍ୟ ତାହା ବିସ୍ତାରନ୍ତି;
Isaiah 42:5 in Oriya 5 ଯେ ଆକାଶମଣ୍ଡଳ ସୃଷ୍ଟି କରି ବିସ୍ତାର କଲେ; ଯେ ଭୂତଳ ଓ ତଦୁତ୍ପନ୍ନସକଳ ବିଛାଇଲେ; ଯେ ତହିଁ ଉପରିସ୍ଥ ସକଳ ଲୋକଙ୍କୁ ନିଶ୍ୱାସ ପ୍ରଶ୍ୱାସ ଦିଅନ୍ତି ଓ ତନ୍ମଧ୍ୟରେ ଗମନାଗମନକାରୀମାନଙ୍କୁ ପ୍ରାଣ ଦିଅନ୍ତି, ସେହି ସଦାପ୍ରଭୁ ପରମେଶ୍ୱର ଏହି କଥା କହନ୍ତି;
Isaiah 44:24 in Oriya 24 ତୁମ୍ଭର ମୁକ୍ତିଦାତା ସଦାପ୍ରଭୁ, ଗର୍ଭରୁ ଯେ ତୁମ୍ଭକୁ ଗଢ଼ିଲେ, ସେ ଏହା କହନ୍ତି; “ଆମ୍ଭେ ସଦାପ୍ରଭୁ, ଆମ୍ଭେ ସବୁ କାର୍ଯ୍ୟ ସାଧନ କରୁ ଆମ୍ଭେ ଏକାକୀ ଆକାଶମଣ୍ଡଳ ବିସ୍ତାର କରୁ; ଆମ୍ଭେ ପୃଥିବୀକୁ ପ୍ରସାର କରୁ; ଆମ୍ଭର ସଙ୍ଗୀ କିଏ ?
Isaiah 45:12 in Oriya 12 ଆମ୍ଭେ ପୃଥିବୀ ନିର୍ମାଣ କରିଅଛୁ ଓ ତହିଁ ମଧ୍ୟରେ ମନୁଷ୍ୟର ସୃଷ୍ଟି କରିଅଛୁ; ଆମ୍ଭେ, ଆମ୍ଭର ହସ୍ତ ହିଁ ଆକାଶମଣ୍ଡଳ ବିସ୍ତୀର୍ଣ୍ଣ କରିଅଛି ଓ ତହିଁର ସକଳ ବିଷୟକୁ ଆମ୍ଭେ ଆଜ୍ଞା ଦେଇଅଛୁ।
Isaiah 48:13 in Oriya 13 ଆହୁରି, ଆମ୍ଭର ହସ୍ତ ପୃଥିବୀର ଭିତ୍ତିମୂଳ ସ୍ଥାପନ କରିଅଛି ଓ ଆମ୍ଭର ଡାହାଣ ହସ୍ତ ଗଗନମଣ୍ଡଳ ବିସ୍ତାର କରିଅଛି; ଆମ୍ଭେ ସେମାନଙ୍କୁ ଡାକିଲେ, ସେମାନେ ଏକତ୍ର ଛିଡ଼ା ହୁଅନ୍ତି।
Isaiah 57:11 in Oriya 11 ପୁଣି, କାହାର ସକାଶୁ ତୁମ୍ଭେ ଏପରି ତ୍ରାସଯୁକ୍ତା ଓ ଭୀତା ହୋଇଅଛ ଯେ, ତୁମ୍ଭେ ମିଥ୍ୟା କହୁଅଛ ଓ ଆମ୍ଭକୁ ସ୍ମରଣ କରି ନାହଁ, କିଅବା ଆପଣା ମନ ତହିଁରେ ଦେଇ ନାହଁ ? ଆମ୍ଭେ କି ଦୀର୍ଘକାଳ ନୀରବ ରହି ନାହୁଁ, ତେଣୁ ତୁମ୍ଭେ କି ଆମ୍ଭକୁ ଭୟ କରୁ ନାହଁ ?
Jeremiah 2:32 in Oriya 32 କନ୍ୟା କି ଆପଣା ଅଳଙ୍କାର ଓ ବିବାହିତା କନ୍ୟା କି ଆପଣା ଭୂଷଣ ପାସୋରି ପାରେ ? ତଥାପି ଆମ୍ଭର ଲୋକେ ଆମ୍ଭକୁ ଅସଂଖ୍ୟ ଦିନ ପାସୋରି ଅଛନ୍ତି।
Jeremiah 10:11 in Oriya 11 ତୁମ୍ଭେମାନେ ସେମାନଙ୍କୁ ଏହି କଥା କହିବ, ଯେଉଁ ଦେବତାମାନେ ଆକାଶମଣ୍ଡଳ ଓ ପୃଥିବୀ ନିର୍ମାଣ କରି ନାହାନ୍ତି, ସେମାନେ ପୃଥିବୀରୁ ଓ ଆକାଶମଣ୍ଡଳର ତଳୁ ବିନଷ୍ଟ ହେବେ।
Jeremiah 51:15 in Oriya 15 ସେ ଆପଣା ପରାକ୍ରମରେ ପୃଥିବୀ ନିର୍ମାଣ କରିଅଛନ୍ତି, ସେ ଆପଣା ଜ୍ଞାନରେ ଜଗତ ସ୍ଥାପନ କରି ଅଛନ୍ତି ଓ ଆପଣା ବୁଦ୍ଧିରେ ସେ ଗଗନମଣ୍ଡଳ ବିସ୍ତାର କରିଅଛନ୍ତି।
Daniel 3:15 in Oriya 15 ଏବେ ଶୃଙ୍ଗ, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ, ନେବଲ, ମୃଦଙ୍ଗ ଓ ସର୍ବପ୍ରକାର ବାଦ୍ୟ ଶୁଣିଲେ, ତୁମ୍ଭେମାନେ ଯଦି ମୋ' ନିର୍ମିତ ପ୍ରତିମାକୁ ମୁହଁ ମାଡ଼ି ପ୍ରଣାମ କରିବାକୁ ପ୍ରସ୍ତୁତ ହୁଅ, ତେବେ ଭଲ; ମାତ୍ର ଯଦି ତୁମ୍ଭେମାନେ ପ୍ରଣାମ ନ କର, ତେବେ ସେହି ଦଣ୍ଡରେ ତୁମ୍ଭେମାନେ ପ୍ରଜ୍ୱଳିତ ଅଗ୍ନିକୁଣ୍ଡରେ ନିକ୍ଷିପ୍ତ ହେବ; ଆଉ, ଏପରି କେଉଁ ଦେବତା ଅଛି ଯେ ତୁମ୍ଭମାନଙ୍କୁ ମୋ' ହସ୍ତରୁ ଉଦ୍ଧାର କରିବ ?
Daniel 3:19 in Oriya 19 ଏଥିରେ ନବୂଖଦ୍ନିତ୍ସର କୋପରେ ପରିପୂର୍ଣ୍ଣ ହେଲା ଓ ଶଦ୍ରକ୍, ମୈଶକ୍ ଓ ଅବେଦ୍-ନଗୋର ପ୍ରତିକୂଳରେ ତାହାର ମୁଖ ବିକଟାକାର ହେଲା। ଏଥିପାଇଁ ଅଗ୍ନିକୁଣ୍ଡକୁ ସାଧାରଣ ପରିମାଣ ଅପେକ୍ଷା ସାତ ଗୁଣ ଉତ୍ତପ୍ତ କରିବା ପାଇଁ ସେ ଆଜ୍ଞା ଦେଲା।
Daniel 4:32 in Oriya 32 ପୁଣି, ତୁମ୍ଭେ ମନୁଷ୍ୟମାନଙ୍କ ମଧ୍ୟରୁ ଦୂରୀକୃତ ହେବ ଓ କ୍ଷେତ୍ରସ୍ଥ ପଶୁମାନଙ୍କ ସଙ୍ଗରେ ତୁମ୍ଭର ବସତି ହେବ; ବଳଦ ନ୍ୟାୟ ତୁମ୍ଭକୁ ତୃଣଭୋଜୀ କରାଯିବ, ଏହିରୂପେ ତୁମ୍ଭ ଉପରେ ସାତ କାଳ ବହିଯିବ; ଶେଷରେ ଯେ ସର୍ବୋପରିସ୍ଥ, ସେ ଯେ ମନୁଷ୍ୟମାନଙ୍କ ରାଜ୍ୟରେ କର୍ତ୍ତୃତ୍ୱ କରନ୍ତି ଓ ଯାହାକୁ ତାହାଙ୍କର ଇଚ୍ଛା, ତାହାକୁ ସେ ତାହା ଦିଅନ୍ତି, ଏହା ତୁମ୍ଭେ ଜାଣିବ।
Matthew 2:16 in Oriya 16 ଇତିମଧ୍ୟରେ ହେରୋଦ ପଣ୍ଡିତମାନଙ୍କ ଦ୍ୱାରା ଆପଣାକୁ ପ୍ରବଞ୍ଚିତ ହେବା ଦେଖି ରାଗିଗଲେ, ଆଉ ସେମାନଙ୍କ ନିକଟରୁ ଉତ୍ତମ ରୂପେ ଯେଉଁ ସମୟରେ ବୁଝିଥିଲେ, ତଦନୁସାରେ ଦୁଇ ବର୍ଷ ଓ ସେଥିରୁ କମ୍ ବୟସ୍କ ଯେତେ ବାଳକ ବେଥଲିହିମ ପୁଣି, ସେଥିର ସମସ୍ତ ସୀମା ମଧ୍ୟରେ ଥିଲେ, ଲୋକ ପଠାଇ ସେହି ସମସ୍ତଙ୍କୁ ବଧ କରାଇଲେ।
Acts 12:23 in Oriya 23 ତତ୍କ୍ଷଣାତ୍ ପ୍ରଭୁଙ୍କର ଜଣେ ଦୂତ ତାଙ୍କୁ ଆଘାତ କଲେ, କାରଣ ସେ ଈଶ୍ୱରଙ୍କୁ ଗୌରବ ଦେଲେ ନାହିଁ, ଆଉ ତାଙ୍କୁ ପୋକ ଖାଇବା ଦ୍ୱାରା ସେ ମଲେ।
1 Corinthians 1:20 in Oriya 20 ଜ୍ଞାନୀ କାହିଁ ? ଶାସ୍ତ୍ରୀ କାହିଁ ? ଏହି ଯୁଗର ତାର୍କିକ କାହିଁ ? ଈଶ୍ୱର କି ଜଗତର ଜ୍ଞାନକୁ ମୂର୍ଖତା ବୋଲି ପ୍ରକାଶ କରି ନାହାଁନ୍ତି ?
1 Corinthians 15:55 in Oriya 55 “ଜୟ ମୃତ୍ୟୁକୁ ଗ୍ରାସ କରିଅଛି। “ରେ ମୃତ୍ୟୁ, କାହିଁ ତୋର ଜୟ ? ରେ ମୃତ୍ୟୁ, କାହିଁ ତୋର ନାହୁଡ଼ ?”
Hebrews 1:9 in Oriya 9 “ତୁମ୍ଭେ ଧାର୍ମିକତାକୁ ପ୍ରେମ କରିଅଛ ଓ ଅଧାର୍ମିକତାକୁ ଘୃଣା କରିଅଛ, ତେଣୁ ଈଶ୍ୱର, ତୁମ୍ଭର ଈଶ୍ୱର, ତୁମ୍ଭର ସଙ୍ଗୀମାନଙ୍କ ଅପେକ୍ଷା ତୁମ୍ଭକୁ ଅଧିକ ଆନନ୍ଦରୂପ ତୈଳରେ ଅଭିଷେକ କରିଅଛନ୍ତି।”
Hebrews 11:15 in Oriya 15 ପୁଣି, ଯେଉଁ ଦେଶରୁ ସେମାନେ ବାହାରି ଆସିଥିଲେ, ଯଦି ପ୍ରକୃତରେ ସେହି ଦେଶକୁ ସ୍ମରଣ କରିଥାଆନ୍ତେ, ତାହାହେଲେ ସେମାନଙ୍କର ବାହୁଡ଼ି ଯିବାକୁ ସୁଯୋଗ ହୋଇଥାଆନ୍ତା।
Revelation 19:20 in Oriya 20 ସେଥିରେ ସେହି ପଶୁ ଧରାପଡ଼ିଲା, ଆଉ ଯେଉଁ ଭଣ୍ଡ ଭାବବାଦୀ ତାହାର ସାକ୍ଷାତରେ ଆଶ୍ଚର୍ଯ୍ୟ କର୍ମସବୁ କରି ତଦ୍ୱାରା ପଶୁର ମୁଦ୍ରାଙ୍କ ପ୍ରାପ୍ତ ଲୋକମାନଙ୍କୁ ଓ ତାହାର ପ୍ରତିମାପୂଜକମାନଙ୍କୁ ଭ୍ରାନ୍ତ କରିଥିଲା, ସେ ମଧ୍ୟ ତାହାର ସଙ୍ଗରେ ଧରାପଡ଼ିଲା; ସେମାନେ ଉଭୟେ ଜୀବିତ ଅବସ୍ଥାରେ ଗନ୍ଧକ ପ୍ରଜ୍ଜ୍ୱଳିତ ହ୍ରଦରେ ନିକ୍ଷିପ୍ତ ହେଲେ।
Revelation 20:9 in Oriya 9 ସେମାନେ ପୃଥିବୀର ପ୍ରଶସ୍ତ ସ୍ଥାନରେ ବିସ୍ତାରିତ ହୋଇ ସାଧୁମାନଙ୍କ ଶିବିର ଓ ପ୍ରିୟତମା ନଗରୀକୁ ବେଷ୍ଟନ କଲେ। ସେତେବେଳେ ସ୍ୱର୍ଗରୁ ଅଗ୍ନି ପଡ଼ି ସେମାନଙ୍କୁ ଗ୍ରାସ କଲା।