Isaiah 51:19 in Oriya 19 ଏହି ଦୁଇ ବିଷୟ ତୁମ୍ଭ ପ୍ରତି ଘଟିଅଛି; ତୁମ୍ଭ ପାଇଁ କିଏ ବିଳାପ କରିବ ? ଶୂନ୍ୟତା ଓ ବିନାଶ, ପୁଣି ଦୁର୍ଭିକ୍ଷ ଓ ଖଡ଼୍ଗ; ଆମ୍ଭେ କିପରି ତୁମ୍ଭକୁ ସାନ୍ତ୍ୱନା କରିବା ?
Other Translations King James Version (KJV) These two things are come unto thee; who shall be sorry for thee? desolation, and destruction, and the famine, and the sword: by whom shall I comfort thee?
American Standard Version (ASV) These two things are befallen thee, who shall bemoan thee? desolation and destruction, and the famine and the sword; how shall I comfort thee?
Bible in Basic English (BBE) These two things have come on you; who will be weeping for you? wasting and destruction; death from need of food, and from the sword; how may you be comforted?
Darby English Bible (DBY) These two [things] are come unto thee; who will bemoan thee? -- desolation and destruction, and famine and sword: how shall I comfort thee?
World English Bible (WEB) These two things have happened to you. Who will bemoan you? Desolation and destruction, and the famine and the sword; how shall I comfort you?
Young's Literal Translation (YLT) These two are meeting thee, who is moved for thee? Spoiling and destruction -- Famine and sword, who -- I comfort thee?
Cross Reference Job 2:11 in Oriya 11 ଆୟୁବ ପ୍ରତି ଘଟିତ ଏହିସବୁ ବିପଦର କଥା ତୈମନୀୟ ଇଲୀଫସ୍ ଓ ଶୂହୀୟ ବିଲ୍ଦଦ୍ ଓ ନାମାଥୀୟ ସୋଫର ନାମରେ ତାହାର ଏହି ତିନି ମିତ୍ର ଶୁଣି ସ୍ୱ ସ୍ୱ ସ୍ଥାନରୁ ଆସିଲେ; ପୁଣି, ସେମାନେ ତାହା ସଙ୍ଗେ ଶୋକ କରିବା ପାଇଁ ଓ ତାହାକୁ ସାନ୍ତ୍ୱନା କରିବା ପାଇଁ ଆସିବାକୁ ଏକତ୍ର ସ୍ଥିର କଲେ।
Job 42:11 in Oriya 11 ତହିଁରେ ଆୟୁବର ସମସ୍ତ ଭ୍ରାତା ଓ ସମସ୍ତ ଭଗିନୀ ଓ ତାହାର ପୂର୍ବ ପରିଚିତ ସମସ୍ତେ ତାହା ନିକଟକୁ ଆସି ତାହାର ଗୃହରେ ତାହା ସଙ୍ଗେ ଭୋଜନ କଲେ; ଆଉ, ସଦାପ୍ରଭୁ ତାହା ଉପରେ ଯେସବୁ ବିପଦ ଘଟାଇଥିଲେ, ତହିଁ ସକାଶୁ ସେମାନେ ଦୁଃଖ ପ୍ରକାଶ କରି ତାହାକୁ ସାନ୍ତ୍ୱନା କଲେ; ମଧ୍ୟ ପ୍ରତ୍ୟେକ ଲୋକ ଏକ ଏକ କସୀତା ମୁଦ୍ରା ଓ ପ୍ରତ୍ୟେକେ ଏକ ଏକ ସୁବର୍ଣ୍ଣ ମୁଦ୍ରିକା ଦେଲେ।
Psalm 69:20 in Oriya 20 ନିନ୍ଦା ମୋହର ହୃଦୟ ଭଗ୍ନ କରିଅଛି ଓ ମୁଁ ସମ୍ପୂର୍ଣ୍ଣ ଭାରାକ୍ରାନ୍ତ ହୋଇଅଛି; ପୁଣି, କେହି ଦୟା କରିବ ବୋଲି ମୁଁ ଅପେକ୍ଷା କଲି, ମାତ୍ର କେହି ନ ଥିଲା ଓ ସାନ୍ତ୍ୱନାକାରୀମାନଙ୍କର ଅପେକ୍ଷା କଲି, ମାତ୍ର କାହାକୁ ପାଇଲି ନାହିଁ।
Ecclesiastes 4:1 in Oriya 1 ଏଥିଉତ୍ତାରେ ମୁଁ ଫେରି ସୂର୍ଯ୍ୟ ତଳେ କୃତ ଅତ୍ୟାଚାର ସବୁ ଦେଖିଲି; ଆଉ ଦେଖ, ଅତ୍ୟାଚାରପ୍ରାପ୍ତ ଲୋକମାନଙ୍କର ଅଶ୍ରୁପାତ ହୁଏ, ଓ ସେମାନଙ୍କର ସାନ୍ତ୍ୱନାକାରୀ କେହି ନାହିଁ; ପୁଣି, ସେମାନଙ୍କ ଉପଦ୍ରବକାରୀମାନଙ୍କ ପକ୍ଷରେ ପରାକ୍ରମ ଅଛି, ମାତ୍ର ଉପଦ୍ରବପ୍ରାପ୍ତ ଲୋକମାନଙ୍କର ସାନ୍ତ୍ୱନାକାରୀ କେହି ନାହିଁ।
Isaiah 14:30 in Oriya 30 ପୁଣି, ଦରିଦ୍ରର ପ୍ରଥମଜାତ ସନ୍ତାନ ଭୋଜନ କରିବ ଓ ଦୀନହୀନମାନେ ନିରାପଦରେ ଶୟନ କରିବେ; ପୁଣି, ଆମ୍ଭେ ଦୁର୍ଭିକ୍ଷ ଦ୍ୱାରା ତୁମ୍ଭର ମୂଳ ନଷ୍ଟ କରିବା ଓ ତୁମ୍ଭର ଅବଶିଷ୍ଟାଂଶ ସଂହାରିତ ହେବ।
Isaiah 22:4 in Oriya 4 ଏଥିପାଇଁ ମୁଁ କହିଲି, “ମୋତେ ଛାଡ଼ି ଅନ୍ୟଆଡ଼େ ଅନାଅ, ମୁଁ ଅତିଶୟ ରୋଦନ କରିବି; ମୋ' ଗୋଷ୍ଠୀୟ କନ୍ୟାର ସର୍ବନାଶ ବିଷୟରେ ମୋତେ ସାନ୍ତ୍ୱନା କରିବା ପାଇଁ ଚେଷ୍ଟା କର ନାହିଁ।
Isaiah 47:9 in Oriya 9 ମାତ୍ର ସନ୍ତାନ-ବିରହ ଓ ବୈଧବ୍ୟ ଏ ଦୁଇ ଏକ ମୁହୂର୍ତ୍ତରେ, ଏକ ଦିନରେ ତୁମ୍ଭ ପ୍ରତି ଘଟିବ; ତୁମ୍ଭର ଅପାର ଗଣକତା ଓ ଅତି ପ୍ରଚୁର ମାୟାବୀତ୍ୱ ଥିଲେ ହେଁ, ସେ ଦୁଇ ସମ୍ପୂର୍ଣ୍ଣ ପରିମାଣରେ ତୁମ୍ଭ ପ୍ରତି ଘଟିବ।
Isaiah 61:2 in Oriya 2 ସଦାପ୍ରଭୁଙ୍କର ଗ୍ରାହ୍ୟ ବର୍ଷ ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କର ପ୍ରତିଶୋଧର ଦିନ ଘୋଷଣା କରିବାକୁ; ଶୋକାର୍ତ୍ତ ସମସ୍ତଙ୍କୁ ସାନ୍ତ୍ୱନା କରିବାକୁ;
Jeremiah 9:17 in Oriya 17 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ବିବେଚନା କର ଓ ବିଳାପକାରିଣୀ ସ୍ତ୍ରୀମାନଙ୍କୁ ଆସିବା ପାଇଁ ଡାକ ଓ ନିପୁଣା ସ୍ତ୍ରୀମାନଙ୍କର ଆସିବା ପାଇଁ ଲୋକ ପଠାଅ;
Lamentations 1:9 in Oriya 9 ତାହାର ଅଶୌଚ ତାହାର ବସ୍ତ୍ରର ଅଞ୍ଚଳରେ ଥିଲା; ସେ ଆପଣାର ଶେଷ ଦଶା ସ୍ମରଣ କଲା ନାହିଁ; ଏଥିପାଇଁ ସେ ଆଶ୍ଚର୍ଯ୍ୟଜନକ ରୂପେ ଅଧଃପତିତ ହୋଇଅଛି; ତାହାର ସାନ୍ତ୍ୱନାକାରୀ କେହି ନାହାନ୍ତି। ହେ ସଦାପ୍ରଭୁ, ମୋହର ଦୁଃଖ ଦେଖ, କାରଣ ଶତ୍ରୁ ଆପଣାକୁ ବଡ଼ କରିଅଛି।
Lamentations 1:12 in Oriya 12 ହେ ପଥିକ ସମସ୍ତେ, ଏହା କି ତୁମ୍ଭମାନଙ୍କ ପ୍ରତି କିଛି ନୁହେଁ ? ଦେଖି ବୁଝ, ମୋତେ ଯେଉଁ ଦୁଃଖ ଦିଆ ଯାଇଅଛି, ମୋହର ସେହି ଦୁଃଖ ପରି କି କୌଣସି ଦୁଃଖ ଅଛି ? ତଦ୍ଦ୍ୱାରା ସଦାପ୍ରଭୁ ଆପଣା ପ୍ରଚଣ୍ଡ କ୍ରୋଧର ଦିନରେ ମୋତେ କ୍ଳେଶଯୁକ୍ତ କରିଅଛନ୍ତି।
Lamentations 1:16 in Oriya 16 ଏହିସବୁ ବିଷୟର ଲାଗି ମୁଁ କ୍ରନ୍ଦନ କରୁଅଛି; ମୋର ଚକ୍ଷୁ, ମୋର ଚକ୍ଷୁ ଜଳର ନିର୍ଝର ହୋଇଅଛି; କାରଣ ମୋ' ସାନ୍ତ୍ୱନାକାରୀ ଯେ ମୋହର ପ୍ରାଣକୁ ଆଶ୍ୱାସ ଦିଅନ୍ତା; ସେ ମୋ'ଠାରୁ ଦୂରରେ ଅଛି; ଶତ୍ରୁ ଜୟଯୁକ୍ତ ହେବାରୁ ମୋର ସନ୍ତାନଗଣ ଅନାଥ ହୋଇଅଛନ୍ତି।
Ezekiel 14:21 in Oriya 21 କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; “ଆମ୍ଭେ ମନୁଷ୍ୟ ଓ ପଶୁଗଣକୁ ଉଚ୍ଛିନ୍ନ କରିବା ପାଇଁ ଯେତେବେଳେ ଯିରୂଶାଲମ ବିରୁଦ୍ଧରେ ଖଡ଼୍ଗ, ଦୁର୍ଭିକ୍ଷ, ହିଂସ୍ରକ ପଶୁ ଓ ମହାମାରୀ, ଆମ୍ଭର ଏହି ଚାରି ମହାଦଣ୍ଡ ପଠାଇବା, ସେତେବେଳେ ଆଉ କେତେ ଅଧିକ ନ ଘଟିବ ?
Amos 7:2 in Oriya 2 ପୁଣି, ସେହି ପଙ୍ଗପାଳମାନେ ଦେଶର ତୃଣ ଖାଇବାର ଶେଷ କଲା ଉତ୍ତାରେ ମୁଁ କହିଲି, “ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭକୁ ବିନୟ କରୁଅଛି, କ୍ଷମା କର ! ଯାକୁବ କିପରି ଠିଆ ହେବ ? କାରଣ ସେ ସାନ।”
2 Corinthians 7:6 in Oriya 6 ତଥାପି ଭଗ୍ନୋତ୍ସାହମାନଙ୍କୁ ସାନ୍ତ୍ୱନା ଦିଅନ୍ତି ଯେ ଈଶ୍ୱର, ସେ ତୀତସଙ୍କ ଆଗମନ ଦ୍ୱାରା ଆମ୍ଭମାନଙ୍କୁ ସାନ୍ତ୍ୱନା ଦେଲେ,
2 Corinthians 7:13 in Oriya 13 ପୁଣି, ଆମ୍ଭମାନଙ୍କ ସାନ୍ତ୍ୱନାରେ ଆମ୍ଭେମାନେ ତୀତସଙ୍କ ଆନନ୍ଦ ହେତୁ ଆହୁରି ଅଧିକ ଆନନ୍ଦ କଲୁ, କାରଣ ତାଙ୍କ ଆତ୍ମା ତୁମ୍ଭ ସମସ୍ତଙ୍କ ଦ୍ୱାରା ସଞ୍ଜୀବିତ ହୋଇଅଛି।
2 Thessalonians 2:16 in Oriya 16 ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟ ନିଜେ, ଆଉ ଆମ୍ଭମାନଙ୍କ ଯେଉଁ ପିତା ଈଶ୍ୱର ଆମ୍ଭମାନଙ୍କୁ ପ୍ରେମ କରି ଅନୁଗ୍ରହରେ ଆମ୍ଭମାନଙ୍କୁ ଅନନ୍ତ ସାନ୍ତ୍ୱନା ଓ ଉତ୍ତମ ଭରସା ଦେଇଅଛନ୍ତି,