Isaiah 51:20 in Oriya 20 ଜାଲରେ ବଦ୍ଧ ହରିଣର ପ୍ରାୟ ତୁମ୍ଭର ପୁତ୍ରଗଣ ମୂର୍ଚ୍ଛିତ ହୋଇଅଛନ୍ତି, ସେମାନେ ପ୍ରତ୍ୟେକ ସଡ଼କର ମୁଣ୍ଡରେ ପଡ଼ିଛନ୍ତି; ସେମାନେ ସଦାପ୍ରଭୁଙ୍କ କୋପରେ, ତୁମ୍ଭ ପରମେଶ୍ୱରଙ୍କ ଧମକରେ ପରିପୂର୍ଣ୍ଣ।
Other Translations King James Version (KJV) Thy sons have fainted, they lie at the head of all the streets, as a wild bull in a net: they are full of the fury of the LORD, the rebuke of thy God.
American Standard Version (ASV) Thy sons have fainted, they lie at the head of all the streets, as an antelope in a net; they are full of the wrath of Jehovah, the rebuke of thy God.
Bible in Basic English (BBE) Your sons are overcome, like a roe in a net; they are full of the wrath of the Lord, the punishment of your God.
Darby English Bible (DBY) Thy children have fainted, they lie at the head of all the streets, as an oryx in a net: they are full of the fury of Jehovah, the rebuke of thy God.
World English Bible (WEB) Your sons have fainted, they lie at the head of all the streets, as an antelope in a net; they are full of the wrath of Yahweh, the rebuke of your God.
Young's Literal Translation (YLT) Thy sons have been wrapt up, they have lain down, At the head of all out places, as a wild ox `in' a net, They are full of the fury of Jehovah, The rebuke of Thy God.
Cross Reference Deuteronomy 14:5 in Oriya 5 ଗୋରୁ, ମେଷ, ଛେଳି, ହରିଣ, କୃଷ୍ଣସାର ମୃଗ, ବନଗୋରୁ, ବନଛାଗ, ଗବୟ, ବାହୁଟିଆ ହରିଣ ଓ ଚମୂରୁ,
Psalm 88:15 in Oriya 15 ମୁଁ ବାଲ୍ୟକାଳଠାରୁ ଦୁଃଖଗ୍ରସ୍ତ ଓ ମୃତକଳ୍ପ; ମୁଁ ତୁମ୍ଭ ତ୍ରାସ ଭୋଗ କରି କରି ଉନ୍ମନା ହୋଇଅଛି।
Isaiah 5:25 in Oriya 25 ଏଥିପାଇଁ ସଦାପ୍ରଭୁଙ୍କର କ୍ରୋଧ ତାହାଙ୍କ ଲୋକମାନଙ୍କ ବିରୁଦ୍ଧରେ ପ୍ରଜ୍ୱଳିତ ହୋଇଅଛି ଓ ସେ ସେମାନଙ୍କ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରି ସେମାନଙ୍କୁ ଆଘାତ କରିଅଛନ୍ତି, ପୁଣି, ଉପପର୍ବତଗଣ କମ୍ପିଲେ ଓ ଲୋକମାନଙ୍କ ଶବ ସଡ଼କ ମଧ୍ୟରେ ଅଳିଆ ପରି ହେଲା। ଏହି ସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି।
Isaiah 8:21 in Oriya 21 ପୁଣି, ସେମାନେ ଅତି କଠିନ ଓ କ୍ଷୁଧିତ ହୋଇ ଦେଶ ମଧ୍ୟ ଦେଇ ଗମନ କରିବେ, ଆଉ କ୍ଷୁଧିତ ହେଲେ, ସେମାନେ ବିରକ୍ତ ହୋଇ ଆପଣାମାନଙ୍କ ରାଜାଙ୍କ ଦ୍ୱାରା ଓ ଆପଣାମାନଙ୍କ ପରମେଶ୍ୱରଙ୍କ ଦ୍ୱାରା ଅଭିଶାପ ଦେଇ ଉର୍ଦ୍ଧ୍ୱ ଆଡ଼କୁ ଆପଣା ଆପଣା ମୁଖ କରିବେ;
Isaiah 9:19 in Oriya 19 ସୈନ୍ୟାଧିପତି ସଦାପ୍ରଭୁଙ୍କ କୋପରେ ଦେଶ ଦଗ୍ଧ ହୋଇଅଛି; ମଧ୍ୟ ଲୋକମାନେ ଅଗ୍ନି ପାଇଁ କାଷ୍ଠ ତୁଲ୍ୟ ଅଟନ୍ତି; କେହି ଆପଣା ଭ୍ରାତାକୁ ଦୟା କରେ ନାହିଁ।
Isaiah 29:9 in Oriya 9 ତୁମ୍ଭେମାନେ ସ୍ଥଗିତ ଓ ଚମତ୍କୃତ ହୁଅ; ଆମୋଦ କରି ଅନ୍ଧ ହୁଅ; ସେମାନେ ମତ୍ତ ଅଛନ୍ତି, ମାତ୍ର ଦ୍ରାକ୍ଷାରସରେ ନୁହେଁ; ସେମାନେ ଟଳଟଳ ହୁଅନ୍ତି, ମାତ୍ର ସୁରାପାନରେ ନୁହେଁ।
Isaiah 40:30 in Oriya 30 ତରୁଣମାନେ ହେଁ କ୍ଳାନ୍ତ ଓ ଶ୍ରାନ୍ତ ହେବେ, ପୁଣି ଯୁବକମାନେ ନିତାନ୍ତ ପଡ଼ିଯିବେ;
Isaiah 49:26 in Oriya 26 ପୁଣି, ଆମ୍ଭେ ତୁମ୍ଭର ଉପଦ୍ରବକାରୀମାନଙ୍କୁ ସେମାନଙ୍କର ନିଜ ମାଂସ ଭୋଜନ କରାଇବା ଓ ମିଷ୍ଟ ଦ୍ରାକ୍ଷାରସରେ ମତ୍ତ ହେବା ତୁଲ୍ୟ ସେମାନେ ନିଜ ରକ୍ତରେ ମତ୍ତ ହେବେ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ, ତୁମ୍ଭର ତ୍ରାଣକର୍ତ୍ତା ଓ ତୁମ୍ଭର ମୁକ୍ତିଦାତା, ଯାକୁବର ବଳଦାତା, ଏହା ସର୍ବ ପ୍ରାଣୀ ଜାଣିବେ।”
Isaiah 51:17 in Oriya 17 ହେ ଯିରୂଶାଲମ, ଜାଗ, ଜାଗ, ଠିଆ ହୁଅ, ତୁମ୍ଭେ ସଦାପ୍ରଭୁଙ୍କ ହସ୍ତରୁ ତାହାଙ୍କ କୋପରୂପ ପାନ ପାତ୍ର ନେଇ ପାନ କରିଅଛ; ତୁମ୍ଭେ ମତ୍ତତାଜନକ ବୃହତ ପାତ୍ରରୁ ପାନ କରି ତାହା ଶେଷ କରିଅଛ।
Isaiah 51:21 in Oriya 21 ଏଣୁକରି ହେ ଦୁଃଖିନୀ ଓ ବିନା ଦ୍ରାକ୍ଷାରସରେ ମତ୍ତା ଯେ ତୁମ୍ଭେ, ତୁମ୍ଭେ ଏବେ ଏହା ଶୁଣ;
Jeremiah 14:16 in Oriya 16 ପୁଣି, ଯେଉଁ ଲୋକମାନଙ୍କ ନିକଟରେ ସେମାନେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି, ସେମାନେ ଦୁର୍ଭିକ୍ଷ ଓ ଖଡ୍ଗ ହେତୁରୁ ଯିରୂଶାଲମର ନାନା ସଡ଼କରେ ପକାଯିବେ; ପୁଣି, ସେମାନଙ୍କୁ ସେମାନଙ୍କ ଭାର୍ଯ୍ୟା ଓ ସେମାନଙ୍କ ପୁତ୍ର ଓ କନ୍ୟାମାନଙ୍କୁ କବର ଦେବା ପାଇଁ କେହି ନ ଥିବେ; କାରଣ ଆମ୍ଭେ ସେମାନଙ୍କ ଦୁଷ୍ଟତା ସେମାନଙ୍କ ଉପରେ ଢାଳି ଦେବା।'”
Jeremiah 14:18 in Oriya 18 ଆମ୍ଭେ ଯଦି ବାହାର ହୋଇ କ୍ଷେତ୍ରକୁ ଯାଉ, ତେବେ ଦେଖ, ସେଠାରେ ଖଡ୍ଗରେ ହତ ଲୋକ ! ପୁଣି, ଆମ୍ଭେ ଯଦି ନଗରରେ ପ୍ରବେଶ କରୁ, ତେବେ ଦେଖ, ସେଠାରେ ଦୁର୍ଭିକ୍ଷରେ ପୀଡ଼ିତ ଲୋକ ! କାରଣ ଭବିଷ୍ୟଦ୍ବକ୍ତା ଓ ଯାଜକ ଉଭୟ ଦେଶରେ ଭ୍ରମଣ କରନ୍ତି, ସେମାନେ କିଛି ଜାଣନ୍ତି ନାହିଁ।”
Lamentations 1:15 in Oriya 15 ପ୍ରଭୁ ମୋହର ମଧ୍ୟବର୍ତ୍ତୀ ବୀର ସମସ୍ତଙ୍କୁ ଅକିଞ୍ଚନ କରିଅଛନ୍ତି; ସେ ମୋ' ଯୁବକଗଣକୁ ଦଳି ପକାଇବା ପାଇଁ ମୋ' ବିରୁଦ୍ଧରେ ଏକ ମହାସଭା ଆହ୍ୱାନ କରିଅଛନ୍ତି; ଦ୍ରାକ୍ଷାକୁଣ୍ଡରେ ମର୍ଦ୍ଦନ କଲା ପରି ପ୍ରଭୁ ଯିହୁଦାର କୁମାରୀକୁ ମର୍ଦ୍ଦନ କରିଅଛନ୍ତି।
Lamentations 1:19 in Oriya 19 ମୁଁ ଆପଣା ପ୍ରେମିକମାନଙ୍କୁ ଡାକିଲି, ମାତ୍ର ସେମାନେ ମୋତେ ବଞ୍ଚନା କଲେ; ମୋର ଯାଜକମାନେ ଓ ମୋର ପ୍ରାଚୀନବର୍ଗ ନଗର ମଧ୍ୟରେ ପ୍ରାଣତ୍ୟାଗ କଲେ, ସେମାନେ ଆପଣା ଆପଣା ପ୍ରାଣକୁ ଆଶ୍ୱାସ କରିବା ପାଇଁ ଆହାର ଖୋଜୁ ଖୋଜୁ ମଲେ।
Lamentations 2:11 in Oriya 11 ମୋହର ଚକ୍ଷୁ ଲୋତକରେ କ୍ଷୀଣ ହୁଅଇ, ମୋର ଅନ୍ତ୍ର ବ୍ୟଥିତ ହୁଅଇ, ମୋ' ଲୋକଙ୍କ କନ୍ୟାର ବିନାଶ ହେତୁ ମୋହର କଲିଜା ଭୂମିରେ ଢଳା ଯାଇଅଛି; କାରଣ ନଗରର ପଥସମୂହରେ ବାଳକ ବାଳିକା ଓ ସ୍ତନ୍ୟପାୟୀ ଶିଶୁମାନେ ମୂର୍ଚ୍ଛାପନ୍ନ ହେଉଅଛନ୍ତି।
Lamentations 3:15 in Oriya 15 ସେ ମୋତେ ତିକ୍ତତାରେ ପୂର୍ଣ୍ଣ କରିଅଛନ୍ତି, ସେ ନାଗଦଅଣାରେ ମୋତେ ପୂରିତ କରିଅଛନ୍ତି।
Lamentations 4:2 in Oriya 2 ହାୟ ! ନିର୍ମଳ ସୁବର୍ଣ୍ଣ ତୁଲ୍ୟ ଯେ ସିୟୋନର ସନ୍ତାନଗଣ, ସେମାନେ କିପରି କୁମ୍ଭାରର ହସ୍ତକୃତ ମୃତ୍ତିକାର କଳସ ତୁଲ୍ୟ ଗଣିତ ହୋଇଅଛନ୍ତି !
Lamentations 5:13 in Oriya 13 ଯୁବା ଲୋକମାନେ ଚକି ବହିଲେ, ଆଉ ପିଲାମାନେ କାଷ୍ଠ ଭାରରେ ଝୁଣ୍ଟି ପଡ଼ିଲେ।
Ezekiel 12:13 in Oriya 13 ଆହୁରି, ଆମ୍ଭେ ତାହା ଉପରେ ଆମ୍ଭର ଜାଲ ପ୍ରସାରିବା ଓ ସେ ଆମ୍ଭ ଫାନ୍ଦରେ ଧରାଯିବ; ଆଉ, ଆମ୍ଭେ କଲ୍ଦୀୟମାନଙ୍କର ଦେଶ ବାବିଲକୁ ତାହାକୁ ନେଇଯିବା; ଆଉ, ଯଦ୍ୟପି ସେ ସେହି ସ୍ଥାନରେ ମରିବ, ତଥାପି ସେ ତାହା ଦେଖିବ ନାହିଁ।
Ezekiel 17:20 in Oriya 20 ପୁଣି, ଆମ୍ଭେ ଆପଣା ଜାଲ ତାହା ଉପରେ ପ୍ରସାରିବା ଓ ସେ ଆମ୍ଭ ଫାନ୍ଦରେ ଧରାଯିବ, ଆଉ ଆମ୍ଭେ ତାହାକୁ ବାବିଲକୁ ନେଇଯିବା ଓ ସେ ଆମ୍ଭ ବିରୁଦ୍ଧରେ ଯେଉଁ ସତ୍ୟ ଲଙ୍ଘନ ଅପରାଧ କରିଅଛି, ତହିଁ ସକାଶୁ ସେହି ସ୍ଥାନରେ ଆମ୍ଭେ ତାହାର ବିଚାର କରିବା।
Ezekiel 39:19 in Oriya 19 ଆମ୍ଭେ ତୁମ୍ଭମାନଙ୍କ ନିମନ୍ତେ ଯେଉଁ ଯଜ୍ଞ କରୁଅଛୁ, ଆମ୍ଭର ସେହି ଯଜ୍ଞରୁ ତୁମ୍ଭେମାନେ ତୃପ୍ତ ହେବା ପର୍ଯ୍ୟନ୍ତ ମେଦ ଖାଇବ ଓ ମତ୍ତ ହେବା ପର୍ଯ୍ୟନ୍ତ ରକ୍ତ ପିଇବ।
Revelation 14:10 in Oriya 10 ତେବେ ସେ ମଧ୍ୟ, ଅମିଶ୍ରିତ ଭାବେ ପ୍ରସ୍ତୁତ କରାଯାଇଥିବା ଇଶ୍ବରଙ୍କ କୋପରୂପ ସୁରା ପାନ କରିବ, ପୁଣି, ପବିତ୍ର ଦୂତଗଣଙ୍କ ଓ ମେଷଶାବକଙ୍କ ସାକ୍ଷାତରେ ଅଗ୍ନି ଓ ଗନ୍ଧକ ଦ୍ୱାରା ଯନ୍ତ୍ରଣା ପ୍ରାପ୍ତ ହେବ।
Revelation 16:9 in Oriya 9 ସେତେବେଳେ ମନୁଷ୍ୟମାନେ ମହା ତାପରେ ଦଗ୍ଧ ହେଲେ, ଆଉ ଯେଉଁ ଈଶ୍ୱରଙ୍କର ଏହି ସମସ୍ତ କ୍ଲେଶ ଉପରେ ଅଧିକାର ଅଛି, ତାହାଙ୍କ ନାମର ନିନ୍ଦା କଲେ, ତାହାଙ୍କୁ ଗୌରବ ଦେବା ନିମନ୍ତେ ମନପରିବର୍ତ୍ତନ କଲେ ନାହିଁ।