Isaiah 51:3 in Oriya 3 କାରଣ ସଦାପ୍ରଭୁ ସିୟୋନକୁ ସାନ୍ତ୍ୱନା କରିଅଛନ୍ତି; ସେ ତାହାର ଉତ୍ସନ୍ନ ସ୍ଥାନସବୁକୁ ସାନ୍ତ୍ୱନା କରିଅଛନ୍ତି; ସେ ତାହାର ପ୍ରାନ୍ତରକୁ ଏଦନ ତୁଲ୍ୟ ଓ ତାହାର ମରୁଭୂମିକୁ ସଦାପ୍ରଭୁଙ୍କ ଉଦ୍ୟାନ ତୁଲ୍ୟ କରିଅଛନ୍ତି; ଆନନ୍ଦ ଓ ଉଲ୍ଲାସ, ଧନ୍ୟବାଦ ଓ ସଙ୍ଗୀତ ଧ୍ୱନି ତହିଁ ମଧ୍ୟରେ ହେବ।
Other Translations King James Version (KJV) For the LORD shall comfort Zion: he will comfort all her waste places; and he will make her wilderness like Eden, and her desert like the garden of the LORD; joy and gladness shall be found therein, thanksgiving, and the voice of melody.
American Standard Version (ASV) For Jehovah hath comforted Zion; he hath comforted all her waste places, and hath made her wilderness like Eden, and her desert like the garden of Jehovah; joy and gladness shall be found therein, thanksgiving, and the voice of melody.
Bible in Basic English (BBE) For the Lord has given comfort to Zion: he has made glad all her broken walls; making her waste places like Eden, and changing her dry land into the garden of the Lord; joy and delight will be there, praise and the sound of melody.
Darby English Bible (DBY) For Jehovah shall comfort Zion, he shall comfort all her waste places; and he will make her wilderness like Eden, and her desert like the garden of Jehovah: gladness and joy shall be found therein, thanksgiving, and the voice of song.
World English Bible (WEB) For Yahweh has comforted Zion; he has comforted all her waste places, and has made her wilderness like Eden, and her desert like the garden of Yahweh; joy and gladness shall be found therein, thanksgiving, and the voice of melody.
Young's Literal Translation (YLT) For Jehovah hath comforted Zion, He hath comforted all her wastes, And He setteth her wilderness as Eden, And her desert as a garden of Jehovah, Joy, yea, gladness is found in her, Confession, and the voice of song.
Cross Reference Genesis 2:8 in Oriya 8 ଆଉ ସଦାପ୍ରଭୁ ପରମେଶ୍ୱର ପୂର୍ବଦିଗସ୍ଥ ଏଦନ ନାମକ ସ୍ଥାନରେ ଏକ ଉଦ୍ୟାନ ପ୍ରସ୍ତୁତ କରି ସେଠାରେ ସ୍ୱନିର୍ମିତ ମନୁଷ୍ୟକୁ ରଖିଲେ।
Genesis 13:10 in Oriya 10 ସେତେବେଳେ ଲୋଟ ଅନାଇ ଦେଖିଲେ, ସୋୟର ପର୍ଯ୍ୟନ୍ତ ଯର୍ଦ୍ଦନର ସମସ୍ତ ପ୍ରାନ୍ତର ସଦାପ୍ରଭୁଙ୍କ ଉଦ୍ୟାନ ପରି ସର୍ବତ୍ର ସଜଳ ଓ ମିସର ଦେଶ ତୁଲ୍ୟ ଅଟଇ; କାରଣ ସେହି ସମୟରେ ସଦୋମ ଓ ହମୋରା ସଦାପ୍ରଭୁଙ୍କ ଦ୍ୱାରା ବିନଷ୍ଟ ହୋଇ ନ ଥିଲା।
Psalm 85:8 in Oriya 8 ସଦାପ୍ରଭୁ ପରମେଶ୍ୱର ଯାହା କହିବେ, ତାହା ଆମ୍ଭେ ଶୁଣିବୁ; କାରଣ ସେ ଆପଣା ଲୋକମାନଙ୍କୁ ଓ ଆପଣା ସଦ୍ଭକ୍ତମାନଙ୍କୁ ଶାନ୍ତିର କଥା କହିବେ; ମାତ୍ର ସେମାନେ ପୁନର୍ବାର ମୂର୍ଖତା ପ୍ରତି ନ ଫେରନ୍ତୁ।
Psalm 102:13 in Oriya 13 ତୁମ୍ଭେ ଉଠି ସିୟୋନକୁ ଦୟା କରିବ; କାରଣ ତାହା ପ୍ରତି କୃପା କରିବାର ସମୟ ଏହି, ହଁ, ନିରୂପିତ ସମୟ ଉପସ୍ଥିତ।
Isaiah 12:1 in Oriya 1 ସେହି ଦିନରେ ତୁମ୍ଭେ କହିବ, “ହେ ସଦାପ୍ରଭୁ, ମୁଁ ତୁମ୍ଭର ଧନ୍ୟବାଦ କରିବି; କାରଣ ତୁମ୍ଭେ ଆମ୍ଭ ପ୍ରତି କ୍ରୁଦ୍ଧ ଥିଲ, ତୁମ୍ଭର କ୍ରୋଧ ନିବୃତ୍ତ ହୋଇଅଛି ଓ ତୁମ୍ଭେ ଆମ୍ଭକୁ ସାନ୍ତ୍ୱନା କରୁଅଛ।
Isaiah 25:9 in Oriya 9 ପୁଣି, ସେହି ଦିନ ଏହି କଥା କୁହାଯିବ, “ଦେଖ, ଏହି ଆମ୍ଭମାନଙ୍କର ପରମେଶ୍ୱର; ଆମ୍ଭେମାନେ ତାହାଙ୍କୁ ଅପେକ୍ଷା କରିଅଛୁ ଓ ସେ ଆମ୍ଭମାନଙ୍କୁ ଉଦ୍ଧାର କରିବେ; ଏ ସଦାପ୍ରଭୁ ଅଟନ୍ତି; ଆମ୍ଭେମାନେ ତାହାଙ୍କୁ ଅପେକ୍ଷା କରିଅଛୁ, ଆମ୍ଭେମାନେ ତାହାଙ୍କ କୃତ ପରିତ୍ରାଣରେ ଆନନ୍ଦିତ ହୋଇ ଉଲ୍ଲାସ କରିବୁ।”
Isaiah 35:1 in Oriya 1 ପ୍ରାନ୍ତର ଓ ନିଷଦ୍ଦ ସ୍ଥାନ ଆନନ୍ଦିତ ହେବ; ଆଉ, ମରୁଭୂମି ଉଲ୍ଲସିତ ହୋଇ ଗୋଲାପ ତୁଲ୍ୟ ପ୍ରଫୁଲ୍ଲ ହେବ।
Isaiah 35:7 in Oriya 7 ପୁଣି, ମୃଗତୃଷ୍ଣା ଜଳାଶୟ ହେବ ଓ ଶୁଷ୍କ ଭୂମି ନିର୍ଝରମୟ ହେବ; ଶୃଗାଳମାନଙ୍କର ନିବାସ ମଧ୍ୟରେ, ସେମାନଙ୍କର ଶୟନ ସ୍ଥାନରେ ଘାସ, ନଳ ଓ ତଣ୍ଡିବଣ ହେବ।
Isaiah 40:1 in Oriya 1 “ମୋ' ଲୋକମାନଙ୍କୁ ସାନ୍ତ୍ୱନା କର, ସାନ୍ତ୍ୱନା କର,” ଏହା ତୁମ୍ଭମାନଙ୍କର ପରମେଶ୍ୱର କହନ୍ତି।
Isaiah 41:18 in Oriya 18 ଆମ୍ଭେ ବୃକ୍ଷଶୂନ୍ୟ ଉଚ୍ଚସ୍ଥଳୀରେ ନଦନଦୀ କରିବା ଓ ସମସ୍ଥଳୀ ମଧ୍ୟରେ ନିର୍ଝରମାନ ଫିଟାଇବା; ଆମ୍ଭେ ପ୍ରାନ୍ତରକୁ ଜଳାଶୟ ଓ ଶୁଷ୍କ ଭୂମିକୁ ଜଳ ନିର୍ଝର କରିବା।
Isaiah 44:26 in Oriya 26 ଆମ୍ଭେ ଆପଣା ଦାସର ବାକ୍ୟ ଦୃଢ଼ କରୁ ଓ ଆପଣା ଦୂତଗଣର ମନ୍ତ୍ରଣା ସିଦ୍ଧ କରୁ; ଆମ୍ଭେ ଯିରୂଶାଲମ ବିଷୟରେ କହୁ, ତାହା ବସତିବିଶିଷ୍ଟ ହେବ ଓ ଯିହୁଦାର ନଗରମାନଙ୍କ ବିଷୟରେ କହୁ, ସେହି ସବୁ ପୁନଃନିର୍ମିତ ହେବ, ପୁଣି ଆମ୍ଭେ ତହିଁର ଉଜାଡ଼ ସ୍ଥାନ ସବୁ ପୁନର୍ବାର ପତ୍ତନ କରିବା;
Isaiah 49:8 in Oriya 8 ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଗ୍ରାହ୍ୟ ସମୟରେ ତୁମ୍ଭକୁ ଉତ୍ତର ଦେଇଅଛୁ ଓ ପରିତ୍ରାଣ ଦିନରେ ଆମ୍ଭେ ତୁମ୍ଭର ସାହାଯ୍ୟ କରିଅଛୁ; ପୁଣି, ଆମ୍ଭେ ତୁମ୍ଭକୁ ରକ୍ଷା କରିବା ଓ ଦେଶର ଉନ୍ନତି ସାଧନ ନିମନ୍ତେ, ଲୋକମାନଙ୍କୁ ସେମାନଙ୍କର ଧ୍ୱଂସିତ ଉତ୍ତରାଧିକାର ଭୋଗ କରାଇବା ନିମନ୍ତେ ଆମ୍ଭେ ତୁମ୍ଭକୁ ଲୋକମାନଙ୍କର ନିୟମ ସ୍ୱରୂପ ନିଯୁକ୍ତ କରିବା;
Isaiah 49:13 in Oriya 13 ହେ ଆକାଶମଣ୍ଡଳ, ଗାନ କର; ହେ ପୃଥିବୀ, ଉଲ୍ଲସିତ ହୁଅ; ହେ ପର୍ବତମାଳ, ଉଚ୍ଚସ୍ୱରେ ଗାନ କର; କାରଣ ସଦାପ୍ରଭୁ ଆପଣା ଲୋକମାନଙ୍କୁ ସାନ୍ତ୍ୱନା କରିଅଛନ୍ତି ଓ ଆପଣାର କ୍ଳିଷ୍ଟ ଲୋକମାନଙ୍କୁ କରୁଣା କରିବେ।
Isaiah 51:12 in Oriya 12 ଯେ ତୁମ୍ଭମାନଙ୍କୁ ସାନ୍ତ୍ୱନା କରନ୍ତି, ସେ ଆମ୍ଭେ, ଆମ୍ଭେ ହିଁ ଅଟୁ; ମୃତ୍ୟୁୁର ଅଧୀନ ମନୁଷ୍ୟକୁ ଓ ଯେ ତୃଣ ତୁଲ୍ୟ କରାଯିବ, ଏପରି ମନୁଷ୍ୟର ସନ୍ତାନକୁ ଭୟ କରୁଅଛ,
Isaiah 52:9 in Oriya 9 ହେ ଯିରୂଶାଲମର ଉତ୍ସନ୍ନ ସ୍ଥାନସକଳ, ଉଚ୍ଚ ଆନନ୍ଦ ଧ୍ୱନି କର, ଏକତ୍ର ଗାନ କର; କାରଣ ସଦାପ୍ରଭୁ ଆପଣା ଲୋକମାନଙ୍କୁ ସାନ୍ତ୍ୱନା କରିଅଛନ୍ତି, ସେ ଯିରୂଶାଲମକୁ ମୁକ୍ତ କରିଅଛନ୍ତି।
Isaiah 54:6 in Oriya 6 କାରଣ ତୁମ୍ଭ ପରମେଶ୍ୱର କହନ୍ତି, “ତ୍ୟକ୍ତା ଓ ମନୋଦୁଃଖିନୀ ଭାର୍ଯ୍ୟା ଅଥବା ଯୌବନକାଳୀନ ଦୂରୀକୃତା ଭାର୍ଯ୍ୟା ତୁଲ୍ୟ ସଦାପ୍ରଭୁ ତୁମ୍ଭକୁ ଆହ୍ୱାନ କରିଅଛନ୍ତି।
Isaiah 61:1 in Oriya 1 ପ୍ରଭୁ ସଦାପ୍ରଭୁଙ୍କର ଆତ୍ମା ମୋ'ଠାରେ ଅଧିଷ୍ଠାନ କରନ୍ତି; କାରଣ ନମ୍ର ଲୋକମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିବା ପାଇଁ ସଦାପ୍ରଭୁ ମୋତେ ଅଭିଷିକ୍ତ କରିଅଛନ୍ତି; ସେ ଭଗ୍ନାନ୍ତଃକରଣ ଲୋକମାନଙ୍କର କ୍ଷତ ବାନ୍ଧିବାକୁ, ବନ୍ଦୀ ଲୋକମାନଙ୍କ ପ୍ରତି ମୁକ୍ତି ଓ କାରାବଦ୍ଧ ଲୋକମାନଙ୍କ ପ୍ରତି କାରାଗାର ମୁକ୍ତ ହେବାର କଥା ପ୍ରଚାର କରିବାକୁ;
Isaiah 66:10 in Oriya 10 ହେ ଯିରୂଶାଲମକୁ ପ୍ରେମକାରୀ ସମସ୍ତେ, ତୁମ୍ଭେମାନେ ତାହା ସହିତ ଆନନ୍ଦ କର ଓ ତାହା ନିମନ୍ତେ ଉଲ୍ଲାସ କର; ତାହା ବିଷୟରେ ଶୋକକାରୀ ସମସ୍ତେ, ତୁମ୍ଭେମାନେ ଆନନ୍ଦ ସକାଶୁ ତାହା ସହିତ ଉଲ୍ଲାସ କର;
Jeremiah 31:12 in Oriya 12 ପୁଣି, ସେମାନେ ଆସି ସିୟୋନର ଶୃଙ୍ଗରେ ଗାନ କରିବେ ଓ ସ୍ରୋତ ତୁଲ୍ୟ ସଦାପ୍ରଭୁଙ୍କ ଉତ୍ତମତାର ନିକଟକୁ, ଶସ୍ୟ ଓ ଦ୍ରାକ୍ଷାରସ, ତୈଳ ଓ ପଲର ମେଷବତ୍ସ ଓ ଗୋପଲର ଗୋବତ୍ସ ନିକଟକୁ ବହି ଆସିବେ ଓ ସେମାନଙ୍କର ପ୍ରାଣ ସୁସିକ୍ତ ଉଦ୍ୟାନ ତୁଲ୍ୟ ହେବ; ପୁଣି, ସେମାନେ ଆଉ କିଛି ଶୋକ କରିବେ ନାହିଁ।
Jeremiah 31:25 in Oriya 25 କାରଣ ଆମ୍ଭେ କ୍ଳାନ୍ତ ପ୍ରାଣକୁ ପରିତୃପ୍ତ କରିଅଛୁ, ପ୍ରତ୍ୟେକ ଦୁଃଖିତ ପ୍ରାଣକୁ ପରିପୂର୍ଣ୍ଣ କରିଅଛୁ।”
Jeremiah 33:11 in Oriya 11 ଆନନ୍ଦଧ୍ୱନି, ହର୍ଷନାଦ, ବରର ରବ ଓ କନ୍ୟାର ରବ,ପୁଣି ‘ସୈନ୍ୟାଧିପତି ସଦାପ୍ରଭୁଙ୍କର ଧନ୍ୟବାଦ କର, କାରଣ ସଦାପ୍ରଭୁ ମଙ୍ଗଳମୟ ଓ ତାହାଙ୍କର କରୁଣା ସଦାକାଳସ୍ଥାୟୀ' ବୋଲି ଯେଉଁମାନେ କହନ୍ତି, ସେମାନଙ୍କର ରବ ଓ ସଦାପ୍ରଭୁଙ୍କ ଗୃହକୁ ଧନ୍ୟବାଦରୂପ ବଳି ଆଣିବା ଲୋକମାନଙ୍କର ରବ ପୁନର୍ବାର ଶୁଣାଯିବ। କାରଣ ସଦାପ୍ରଭୁ କହନ୍ତି, ‘ଆମ୍ଭେ ପୂର୍ବ କାଳର ନ୍ୟାୟ ଦେଶର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା।'”
Ezekiel 31:8 in Oriya 8 ପରମେଶ୍ୱରଙ୍କ ଉଦ୍ୟାନସ୍ଥ ଏରସ ବୃକ୍ଷସବୁ ତାହାକୁ ଲୁଚାଇ ପାରିଲେ ନାହିଁ; ଦେବଦାରୁ ବୃକ୍ଷସବୁ ତାହାର ଡାଳ ପରି ଓ ଅର୍ମୋନ୍ ବୃକ୍ଷସବୁ ତାହାର ଶାଖା ପରି ନ ଥିଲେ, ଅଥବା ପରମେଶ୍ୱରଙ୍କ ଉଦ୍ୟାନସ୍ଥିତ କୌଣସି ବୃକ୍ଷ ସୌନ୍ଦର୍ଯ୍ୟରେ ତାହା ପରି ନ ଥିଲା।
Joel 2:3 in Oriya 3 ସେମାନଙ୍କ ଆଗରେ ଅଗ୍ନି ଗ୍ରାସ କରୁଅଛି ଓ ସେମାନଙ୍କ ପଶ୍ଚାତରେ ଅଗ୍ନିଶିଖା ଦଗ୍ଧ କରୁଅଛି; ସେମାନଙ୍କ ଆଗରେ ଦେଶ ଏଦନ ଉଦ୍ୟାନ ତୁଲ୍ୟ ଓ ସେମାନଙ୍କ ପଶ୍ଚାତରେ ତାହା ଧ୍ୱଂସିତ ପ୍ରାନ୍ତର; ଆଉ, ସେମାନଙ୍କଠାରୁ ରକ୍ଷାପ୍ରାପ୍ତ କେହି ନାହିଁ।
Zephaniah 3:14 in Oriya 14 ଗୋ ସିୟୋନ କନ୍ୟେ, ଗାନ କର; ହେ ଇସ୍ରାଏଲ, ଜୟଧ୍ୱନି କର; ଗୋ ଯିରୂଶାଲମ କନ୍ୟେ, ଆନନ୍ଦ କର ଓ ସର୍ବାନ୍ତଃକରଣରେ ଉଲ୍ଲାସ କର।
2 Corinthians 1:3 in Oriya 3 ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଈଶ୍ୱର ଓ ପିତା ଧନ୍ୟ, ସେ ଦୟାମୟ ପିତା ଓ ସମସ୍ତ ସାନ୍ତ୍ୱନାଦାତା ଈଶ୍ୱର;
1 Peter 1:8 in Oriya 8 ତୁମ୍ଭେମାନେ ତାହାଙ୍କୁ ନ ଦେଖି ପ୍ରେମ କରୁଅଛ, ପୁଣି, ଏବେ ସୁଦ୍ଧା ନ ଦେଖିଲେ ହେଁ ତାହାଙ୍କଠାରେ ବିଶ୍ୱାସ କରି ଅକଥନୀୟ ଓ ଗୌରବଯୁକ୍ତ ଆନନ୍ଦରେ
Revelation 19:1 in Oriya 1 ଏଥିଉତ୍ତାରେ ମୁଁ ସ୍ଵର୍ଗରେ ମହାଜନତାର ଶଦ୍ଦ ପରି ଗୋଟିଏ ମହା ଶଦ୍ଦ ଏହା କହିବାର ଶୁଣିଲି, ହାଲ୍ଲିଲୂୟା; ପରିତ୍ରାଣ, ଗୌରବ ଓ ପରାକ୍ରମ ଆମ୍ଭମାନଙ୍କ ଈଶ୍ୱରଙ୍କର,