Isaiah 51:4 in Oriya 4 “ହେ ଆମ୍ଭର ଲୋକମାନେ, ଆମ୍ଭ ବାକ୍ୟରେ ମନୋଯୋଗ କର; ହେ ଆମ୍ଭର ଦେଶୀୟ ଲୋକେ, ଆମ୍ଭ କଥାରେ କର୍ଣ୍ଣପାତ କର: କାରଣ ଆମ୍ଭଠାରୁ ଏକ ବ୍ୟବସ୍ଥା ନିର୍ଗତ ହେବ ଓ ଆମ୍ଭେ ଗୋଷ୍ଠୀବର୍ଗର ଦୀପ୍ତି ନିମନ୍ତେ ଆମ୍ଭର ବିଚାର ସ୍ଥାପନ କରିବା।
Other Translations King James Version (KJV) Hearken unto me, my people; and give ear unto me, O my nation: for a law shall proceed from me, and I will make my judgment to rest for a light of the people.
American Standard Version (ASV) Attend unto me, O my people; and give ear unto me, O my nation: for a law shall go forth from me, and I will establish my justice for a light of the peoples.
Bible in Basic English (BBE) Give attention to me, O my people; and give ear to me, O my nation; for teaching will go out from me, and the knowledge of the true God will be a light to the peoples.
Darby English Bible (DBY) Listen unto me, my people; and give ear unto me, my nation: for a law shall proceed from me, and I will establish my judgment for a light of the peoples.
World English Bible (WEB) Attend to me, my people; and give ear to me, my nation: for a law shall go forth from me, and I will establish my justice for a light of the peoples.
Young's Literal Translation (YLT) Attend unto Me, O My people, And, O My nation, unto Me give ear. For a law from Me goeth out, And My judgment to the light, Peoples I do cause to rest.
Cross Reference Exodus 19:6 in Oriya 6 ପୁଣି, ତୁମ୍ଭେମାନେ ଆମ୍ଭ ନିମନ୍ତେ ଯାଜକମାନଙ୍କର ଏକ ରାଜବଂଶ ଓ ଏକ ପବିତ୍ର ଗୋଷ୍ଠୀ ହେବ; ଏହି ସବୁ କଥା ତୁମ୍ଭେ ଇସ୍ରାଏଲ-ସନ୍ତାନମାନଙ୍କୁ କୁହ।
Exodus 33:13 in Oriya 13 ଉତ୍ତମ, ମୁଁ ଯଦି ତୁମ୍ଭ ଦୁଷ୍ଟିରେ ଅନୁଗ୍ରହ ପାତ୍ର ହୋଇଅଛି, ତେବେ ବିନୟ କରୁଅଛି, ମୁଁ ତୁମ୍ଭ ଦୁଷ୍ଟିରେ ଅନୁଗ୍ରହ ପାଇବା ପାଇଁ ଯେପରି ତୁମ୍ଭଙ୍କୁ ଜାଣି ପାରିବି, ଏଥିପାଇଁ ଏବେ ତୁମ୍ଭେ ମୋତେ ଆପଣା ମାର୍ଗ ଜଣାଅ; ପୁଣି, ଏହି ଗୋଷ୍ଠୀ ଯେ ତୁମ୍ଭର ଲୋକ, ଏହା ବିବେଚନା କର।”
Psalm 33:12 in Oriya 12 ସଦାପ୍ରଭୁ ଯେଉଁ ଗୋଷ୍ଠୀର ପରମେଶ୍ୱର, ସେ ଧନ୍ୟ; ସେ ଯେଉଁ ଲୋକମାନଙ୍କୁ ଆପଣା ଅଧିକାରାର୍ଥେ ମନୋନୀତ କରିଅଛନ୍ତି, ସେମାନେ ଧନ୍ୟ।
Psalm 50:7 in Oriya 7 “ହେ ଆମ୍ଭର ଲୋକମାନେ, ଶୁଣ, ଆମ୍ଭେ କଥା କହିବା; ହେ ଇସ୍ରାଏଲ ଶୁଣ, ଆମ୍ଭେ ତୁମ୍ଭ ବିଷୟରେ ସାକ୍ଷ୍ୟ ଦେବା; ଆମ୍ଭେ ହିଁ ପରମେଶ୍ୱର, ତୁମ୍ଭର ପରମେଶ୍ୱର,
Psalm 78:1 in Oriya 1 ଆସଫର ମସ୍କୀଲ୍। ହେ ମୋହର ଲୋକମାନେ, ମୋହର ବ୍ୟବସ୍ଥା ଶୁଣ; ମୋ' ମୁଖର ବାକ୍ୟରେ କର୍ଣ୍ଣପାତ କର।
Psalm 106:5 in Oriya 5 ତହିଁରେ ମୁଁ ତୁମ୍ଭ ମନୋନୀତ ଲୋକଙ୍କର ସମୃଦ୍ଧି ଦେଖିବି, ତୁମ୍ଭ ଲୋକମାନଙ୍କ ଆନନ୍ଦରେ ଆନନ୍ଦ କରିବି, ତୁମ୍ଭ ଅଧିକାର ସହିତ ଦର୍ପ କରିବି।
Psalm 147:20 in Oriya 20 ସେ କୌଣସି ଗୋଷ୍ଠୀ ପ୍ରତି ଏପରି ବ୍ୟବହାର କରି ନାହାନ୍ତି; ତାହାଙ୍କ ଶାସନ ବିଷୟ କହିବାକୁ ଗଲେ, ସେମାନେ ତାହା ଜାଣି ନାହାନ୍ତି। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।
Proverbs 6:23 in Oriya 23 ଯେହେତୁ ସେହି ଆଜ୍ଞା ପ୍ରଦୀପ; ଓ ସେହି ଆଦେଶ ଆଲୁଅ; ଓ ଶିକ୍ଷାଜନକ ଅନୁଯୋଗ ଜୀବନର ପଥ;
Isaiah 2:3 in Oriya 3 ପୁଣି, ଅନେକ ଗୋଷ୍ଠୀ ଯାଉ ଯାଉ କହିବେ, “ତୁମ୍ଭେମାନେ ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ପର୍ବତକୁ, ଯାକୁବର ପରମେଶ୍ୱରଙ୍କ ଗୃହକୁ ଯାଉ; ତହିଁରେ ସେ ଆପଣା ପଥ ବିଷୟ ଆମ୍ଭମାନଙ୍କୁ ଶିକ୍ଷା ଦେବେ ଓ ଆମ୍ଭେମାନେ ତାହାଙ୍କ ମାର୍ଗରେ ଗମନ କରିବା।” କାରଣ ସିୟୋନଠାରୁ ବ୍ୟବସ୍ଥା ଓ ଯିରୂଶାଲମଠାରୁ ସଦାପ୍ରଭୁଙ୍କର ବାକ୍ୟ ନିର୍ଗତ ହେବ।
Isaiah 26:2 in Oriya 2 ସତ୍ୟପାଳନକାରୀ ଧାର୍ମିକ ଗୋଷ୍ଠୀ ଯେପରି ପ୍ରବେଶ କରି ପାରିବେ, ଏଥିପାଇଁ ତୁମ୍ଭେମାନେ ନଗରର ଦ୍ୱାରସବୁ ମୁକ୍ତ କର।
Isaiah 42:1 in Oriya 1 ଯାହାଙ୍କୁ ଆମ୍ଭେ ଧାରଣ କରୁ, ଏପରି ଆମ୍ଭ ଦାସଙ୍କୁ, ଯାହାଙ୍କଠାରେ ଆମ୍ଭ ଚିତ୍ତ ସନ୍ତୁଷ୍ଟ, ଏପରି ଆମ୍ଭର ମନୋନୀତ ଲୋକଙ୍କୁ ଦେଖ; ଆମ୍ଭେ ତାହାଙ୍କ ଉପରେ ଆପଣା ଆତ୍ମା ସ୍ଥାପନ କରିଅଛୁ; ସେ ଅନ୍ୟ ଦେଶୀୟମାନଙ୍କ ମଧ୍ୟକୁ ନ୍ୟାୟ ବିଚାର ଆଣିବେ।
Isaiah 42:6 in Oriya 6 “ଆମ୍ଭେ ସଦାପ୍ରଭୁ, ଧର୍ମରେ ତୁମ୍ଭକୁ ଆହ୍ୱାନ କରିଅଛୁ ଓ ତୁମ୍ଭର ହସ୍ତ ଧରି ତୁମ୍ଭକୁ ରକ୍ଷା କରିବୁ, ଆଉ ଅନ୍ଧମାନଙ୍କର ଚକ୍ଷୁ ପ୍ରସନ୍ନ କରିବା ପାଇଁ, ବନ୍ଦୀମାନଙ୍କୁ କାରାକୂପରୁ ଓ ଅନ୍ଧକାରରେ ବସିଥିବା ଲୋକମାନଙ୍କୁ ବନ୍ଦୀଗୃହରୁ ବାହାର କରି ଆଣିବା ପାଇଁ,
Isaiah 49:6 in Oriya 6 ଏଣୁ ସେ କହନ୍ତି, “ତୁମ୍ଭେ ଯେ ଯାକୁବର ଗୋଷ୍ଠୀବର୍ଗକୁ ଉତ୍ଥାପନ କରିବା ପାଇଁ ଓ ଇସ୍ରାଏଲର ରକ୍ଷିତ ଲୋକମାନଙ୍କୁ ପୁନର୍ବାର ଆଣିବା ପାଇଁ ଆମ୍ଭର ସେବକ ହେବ, ଏହା ଅତି କ୍ଷୁଦ୍ର ବିଷୟ; ତୁମ୍ଭେ ପୃଥିବୀର ସୀମା ପର୍ଯ୍ୟନ୍ତ ଯେପରି ଆମ୍ଭର କୃତ ପରିତ୍ରାଣ ସ୍ୱରୂପ ହେବ, ଏଥିପାଇଁ ଆମ୍ଭେ ତୁମ୍ଭକୁ ଅନ୍ୟ ଦେଶୀୟମାନଙ୍କର ଦୀପ୍ତି ସ୍ୱରୂପ ମଧ୍ୟ କରିବା।”
Micah 4:2 in Oriya 2 ପୁଣି, ଅନେକ ଗୋଷ୍ଠୀ ଯାଉ ଯାଉ କହିବେ, ତୁମ୍ଭେମାନେ ଆସ, ସଦାପ୍ରଭୁଙ୍କ ପର୍ବତକୁ, ଯାକୁବର ପରମେଶ୍ୱରଙ୍କ ଗୃହକୁ ଆମ୍ଭେମାନେ ଯାଉ; ତହିଁରେ ସେ ଆପଣା ପଥ ବିଷୟ ଆମ୍ଭମାନଙ୍କୁ ଶିକ୍ଷା ଦେବେ ଓ ଆମ୍ଭେମାନେ ତାହାଙ୍କ ମାର୍ଗରେ ଗମନ କରିବା। କାରଣ ସିୟୋନଠାରୁ ବ୍ୟବସ୍ଥା ଓ ଯିରୂଶାଲମଠାରୁ ସଦାପ୍ରଭୁଙ୍କର ବାକ୍ୟ ନିର୍ଗତ ହେବ।
Matthew 12:18 in Oriya 18 ଦେଖ, ଆମ୍ଭର ଦାସ, ଯାହାଙ୍କୁ ଆମ୍ଭେ ମନୋନୀତ କରିଅଛୁ; ଆମ୍ଭର ପ୍ରିୟପାତ୍ର, ଯାହାଙ୍କଠାରେ ଆମ୍ଭ ଆତ୍ମାର ପରମ ସନ୍ତୋଷ; ଆମ୍ଭେ ତାହାଙ୍କ ଉପରେ ଆପଣା ଆତ୍ମା ଅଧିଷ୍ଠାନ କରିବା, ଆଉ ସେ ଅଣଯିହୂଦୀମାନଙ୍କ ପାଖରେ ନ୍ୟାୟବିଚାର ପ୍ରଚାର କରିବେ।
Luke 2:32 in Oriya 32 ଅଣଯିହୂଦୀମାନଙ୍କ ପ୍ରତି ସତ୍ୟ ପ୍ରକାଶକ ଆଲୋକ, ପୁଣି, ତୁମ୍ଭ ଲୋକ ଇସ୍ରାଏଲର ଗୌରବସ୍ୱରୁପ କରିଅଛ।
John 16:8 in Oriya 8 ସେ ଆସି ପାପ, ଧାର୍ମିକତା ଓ ବିଚାର ବିଷୟରେ ଜଗତକୁ ପ୍ରମାଣ ଦେବେ;
Romans 8:2 in Oriya 2 କାରଣ ଜୀବନଦାୟକ ଆତ୍ମାଙ୍କ ମୋଶାଙ୍କ ବ୍ୟବସ୍ଥା ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ତୁମ୍ଭକୁ ପାପ ଓ ମୃତ୍ୟୁଦାୟକ ମୋଶାଙ୍କ ବ୍ୟବସ୍ଥାରୁ ମୁକ୍ତ କରିଅଛି।
1 Corinthians 9:21 in Oriya 21 ଯେପରି ମୁଁ ମୋଶାଙ୍କ ବ୍ୟବସ୍ଥାବିହୀନ ଲୋକମାନଙ୍କୁ ଲାଭ କରି ପାରେ, ଏଥିପାଇଁ ମୁଁ ଇଶ୍ବରଙ୍କ ମୋଶାଙ୍କ ବ୍ୟବସ୍ଥାବିହୀନ ନ ହୋଇ ଖ୍ରୀଷ୍ଟଙ୍କ ମୋଶାଙ୍କ ବ୍ୟବସ୍ଥାର ଅନୁଗତ ହେଲେ ହେଁ ମୋଶାଙ୍କ ବ୍ୟବସ୍ଥାବିହୀନ ଲୋକମାନଙ୍କ ନିକଟରେ ମୋଶାଙ୍କ ବ୍ୟବସ୍ଥାବିହୀନ ପରି ହେଲି।
1 Peter 2:9 in Oriya 9 କିନ୍ତୁ ଯେ ତୁମ୍ଭମାନଙ୍କୁ ଅନ୍ଧକାରରୁ ଆପଣା ଆଶ୍ଚର୍ଯ୍ୟ ଆଲୋକ ମଧ୍ୟକୁ ଆହ୍ୱାନ କରିଅଛନ୍ତି, ତୁମ୍ଭେମାନେ ଯେପରି ତାହାଙ୍କ ଗୁଣ କୀର୍ତ୍ତନ କର, ଏଥି ନିମନ୍ତେ ତୁମ୍ଭେମାନେ ଏକ ମନୋନୀତ ବଂଶ, ରାଜକୀୟ ଯାଜକବର୍ଗ, ପବିତ୍ର ଜାତି ପୁଣି, ଇଶ୍ବରଙ୍କ ନିଜସ୍ୱ ପ୍ରଜା ହୋଇଅଛ।