Isaiah 51:5 in Oriya 5 ଆମ୍ଭର ଧର୍ମ ନିକଟବର୍ତ୍ତୀ, ଆମ୍ଭର ପରିତ୍ରାଣ ନିର୍ଗତ ହୋଇଅଛି ଓ ଆମ୍ଭର ବାହୁ ଗୋଷ୍ଠୀବର୍ଗର ବିଚାର କରିବ; ଦ୍ୱୀପଗଣ ଆମ୍ଭର ଅପେକ୍ଷାରେ ରହିବେ ଓ ଆମ୍ଭର ବାହୁରେ ପ୍ରତ୍ୟାଶା ରଖିବେ।
Other Translations King James Version (KJV) My righteousness is near; my salvation is gone forth, and mine arms shall judge the people; the isles shall wait upon me, and on mine arm shall they trust.
American Standard Version (ASV) My righteousness is near, my salvation is gone forth, and mine arms shall judge the peoples; the isles shall wait for me, and on mine arm shall they trust.
Bible in Basic English (BBE) Suddenly will my righteousness come near, and my salvation will be shining out like the light; the sea-lands will be waiting for me, and they will put their hope in my strong arm.
Darby English Bible (DBY) My righteousness is near, my salvation is gone forth, and mine arms shall judge the peoples: the isles shall wait for me, and in mine arm shall they trust.
World English Bible (WEB) My righteousness is near, my salvation is gone forth, and my arms shall judge the peoples; the isles shall wait for me, and on my arm shall they trust.
Young's Literal Translation (YLT) Near `is' My righteousness, Gone out hath My salvation and Mine arms, Peoples they judge, on Me isles do wait, Yea, on Mine arm they do wait with hope.
Cross Reference Deuteronomy 30:14 in Oriya 14 ମାତ୍ର ତୁମ୍ଭ ପାଳନାର୍ଥେ ସେ ବାକ୍ୟ ତୁମ୍ଭର ଅତି ନିକଟରେ, ତୁମ୍ଭ ମୁଖରେ ଓ ତୁମ୍ଭ ହୃଦୟରେ ଅଛି।
1 Samuel 2:10 in Oriya 10 ଯେଉଁମାନେ ସଦାପ୍ରଭୁଙ୍କ ସହିତ ବିବାଦ କରନ୍ତି, ସେମାନେ ଭଗ୍ନ ହେବେ; ସେ ସ୍ୱର୍ଗରେ ଥାଇ ସେମାନଙ୍କ ବିରୁଦ୍ଧରେ ଗର୍ଜନ କରିବେ; ସଦାପ୍ରଭୁ ପୃଥିବୀର ପ୍ରାନ୍ତଭାଗ ପର୍ଯ୍ୟନ୍ତ ଶାସନ କରିବେ ଓ ସେ ଆପଣା ରାଜାକୁ ବଳ ଦେବେ, ପୁଣି, ଆପଣା ଅଭିଷେକୀଙ୍କ ଶୃଙ୍ଗ ଉନ୍ନତ କରିବେ।
Psalm 50:4 in Oriya 4 ସେ ଆପଣା ଲୋକଙ୍କୁ ବିଚାର କରିବା ନିମନ୍ତେ ଉପରିସ୍ଥ ସ୍ୱର୍ଗକୁ ଓ ପୃଥିବୀକୁ ଡାକିବେ;
Psalm 67:4 in Oriya 4 ଦେଶୀୟମାନେ ଆହ୍ଲାଦିତ ହେଉନ୍ତୁ ଓ ଆନନ୍ଦ ସକାଶୁ ଗାନ କରନ୍ତୁ; କାରଣ ତୁମ୍ଭେ ନ୍ୟାୟରେ ଗୋଷ୍ଠୀୟବର୍ଗର ବିଚାର କରିବ ଓ ପୃଥିବୀରେ ଦେଶୀୟମାନଙ୍କୁ ଶାସନ କରିବ। ସେଲା
Psalm 85:9 in Oriya 9 ଯେପରି ଆମ୍ଭମାନଙ୍କ ଦେଶରେ ଗୌରବ ବାସ କରିବ, ଏଥିପାଇଁ ନିଶ୍ଚୟ ତାହାଙ୍କ ଭୟକାରୀମାନଙ୍କ ନିକଟରେ ତାହାଙ୍କ ପରିତ୍ରାଣ ଅଛି।
Psalm 96:13 in Oriya 13 ସଦାପ୍ରଭୁଙ୍କ ସମ୍ମୁଖରେ ଗାନ କରିବେ; କାରଣ ସେ ଆସୁଅଛନ୍ତି; ସେ ପୃଥିବୀର ବିଚାର କରିବାକୁ ଆସୁଅଛନ୍ତି; ସେ ଧର୍ମରେ ଜଗତର ଓ ଆପଣା ସତ୍ୟତାରେ ଗୋଷ୍ଠୀବର୍ଗର ବିଚାର କରିବେ।
Psalm 98:9 in Oriya 9 ସଦାପ୍ରଭୁଙ୍କ ସମ୍ମୁଖରେ ଗାନ କରନ୍ତୁ, କାରଣ ସେ ପୃଥିବୀର ବିଚାର କରିବାକୁ ଆସୁଅଛନ୍ତି; ସେ ଧର୍ମରେ ଜଗତର ଓ ନ୍ୟାୟରେ ଗୋଷ୍ଠୀବର୍ଗର ବିଚାର କରିବେ।
Psalm 110:6 in Oriya 6 ସେ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ବିଚାର କରିବେ, ସେ ଶବରେ ସ୍ଥାନସବୁ ପୂର୍ଣ୍ଣ କରିବେ; ସେ ଅନେକ ଦେଶରେ ମସ୍ତକ ଚୂର୍ଣ୍ଣ କରିବେ।
Isaiah 2:2 in Oriya 2 ଶେଷ କାଳରେ ଏରୂପ ଘଟିବ, ସଦାପ୍ରଭୁଙ୍କ ଗୃହର ପର୍ବତ, ପର୍ବତଗଣର ଶିଖର ଉପରେ ସ୍ଥାପିତ ହେବ ଓ ଉପପର୍ବତଗଣ ଅପେକ୍ଷା ଉଚ୍ଚୀକୃତ ହେବ; ଆଉ, ସମୁଦାୟ ଗୋଷ୍ଠୀ ସ୍ରୋତ ପରି ତହିଁ ମଧ୍ୟକୁ ବହି ଆସିବେ।
Isaiah 40:10 in Oriya 10 ଦେଖ, ପ୍ରଭୁ ସଦାପ୍ରଭୁ ପରାକ୍ରମୀର ତୁଲ୍ୟ ଆସିବେ ଓ ତାହାଙ୍କର ବାହୁ ତାହାଙ୍କ ପାଇଁ କର୍ତ୍ତୃତ୍ୱ କରିବ; ଦେଖ, ତାହାଙ୍କ ସଙ୍ଗେ ତାହାଙ୍କର ପୁରସ୍କାର ଅଛି ଓ ତାହାଙ୍କ ଆଗରେ ତାହାଙ୍କର ପ୍ରତିଫଳ ଅଛି।
Isaiah 42:4 in Oriya 4 ସେ ପୃଥିବୀରେ ନ୍ୟାୟ ବିଚାର ସ୍ଥାପନ ନ କରିବା ପର୍ଯ୍ୟନ୍ତ ନିସ୍ତେଜ ଓ ହୀନସାହସ ହେବେ ନାହିଁ; ଆଉ, ଦ୍ୱୀପଗଣ ତାହାଙ୍କ ବ୍ୟବସ୍ଥାର ଅପେକ୍ଷାରେ ରହିବେ।
Isaiah 46:13 in Oriya 13 ଆମ୍ଭେ ଆପଣା ଧର୍ମ ନିକଟକୁ ଆଣୁଅଛୁ, ତାହା ଦୂରବର୍ତ୍ତୀ ହେବ ନାହିଁ ଓ ଆମ୍ଭ ପରିତ୍ରାଣର ବିଳମ୍ବ ହେବ ନାହିଁ; ଆମ୍ଭର ଗୌରବ ସ୍ୱରୂପ ଇସ୍ରାଏଲର ନିମନ୍ତେ ଆମ୍ଭେ ସିୟୋନରେ ପରିତ୍ରାଣ ସ୍ଥାପନ କରିବା।
Isaiah 49:1 in Oriya 1 ହେ ଦ୍ୱୀପସମୂହ, ମୋ' କଥା ଶୁଣ; ହେ ଦୂରସ୍ଥ ଗୋଷ୍ଠୀସମୂହ, ମନୋଯୋଗ କର; ମୁଁ ଗର୍ଭସ୍ଥ ହେବା ସମୟଠାରୁ ସଦାପ୍ରଭୁ ମୋତେ ଆହ୍ୱାନ କରିଅଛନ୍ତି; ମୁଁ ମାତାଙ୍କ ଉଦରରୁ ଭୂମିଷ୍ଠ ହେବା ସମୟଠାରୁ ସେ ମୋହର ନାମ ଉଲ୍ଲେଖ କରିଅଛନ୍ତି;
Isaiah 56:1 in Oriya 1 ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ନ୍ୟାୟବିଚାର ପାଳନ କର; ଧର୍ମକର୍ମ କର; କାରଣ ଆମ୍ଭର ପରିତ୍ରାଣର ଆଗମନ ଓ ଆମ୍ଭ ଧର୍ମର ପ୍ରକାଶ ସନ୍ନିକଟ।
Isaiah 60:9 in Oriya 9 ନିଶ୍ଚୟ ଦ୍ୱୀପସମୂହ ଆମ୍ଭର ଅପେକ୍ଷା କରିବେ, ପୁଣି ତର୍ଶୀଶ୍ର ଜାହାଜସକଳ ଅଗ୍ରଗାମୀ ହୋଇ ଆପଣା ଆପଣା ସଙ୍ଗରେ ସେମାନଙ୍କର ରୌପ୍ୟ ଓ ସୁବର୍ଣ୍ଣ ନେଇ, ତୁମ୍ଭ ସନ୍ତାନଗଣକୁ ଦୂରରୁ ଆଣି, ତୁମ୍ଭ ପରମେଶ୍ୱର ସଦାପ୍ରଭୁଙ୍କ ନାମ ନିମନ୍ତେ ଓ ଇସ୍ରାଏଲର ଧର୍ମସ୍ୱରୂପଙ୍କ ନିମନ୍ତେ ଆସିବେ, କାରଣ ସେ ତୁମ୍ଭକୁ ଶୋଭିତ କରିଅଛନ୍ତି।
Isaiah 63:5 in Oriya 5 ପୁଣି, ଆମ୍ଭେ ଅନାଇଲୁ, ଆଉ ସାହାଯ୍ୟ କରିବାକୁ କେହି ନ ଥିଲା ଓ ସହାୟ ହେବାକୁ କେହି ନ ଥିବାରୁ ଆମ୍ଭେ ଚମତ୍କୃତ ହେଲୁ; ଏନିମନ୍ତେ ଆମ୍ଭ ନିଜ ବାହୁ ଆମ୍ଭ ନିକଟକୁ ପରିତ୍ରାଣ ଆଣିଲା ଓ ଆମ୍ଭର କୋପ ଆମ୍ଭର ସହାୟତା କଲା।
Ezekiel 47:1 in Oriya 1 ଏଥିଉତ୍ତାରେ ସେ ମୋତେ ଫେରାଇ ଗୃହର ଦ୍ୱାର ନିକଟକୁ ଆଣିଲେ; ଆଉ ଦେଖ, ଗୃହ-ପ୍ରବେଶ ସ୍ଥାନର ତଳରୁ ଜଳ ନିର୍ଗତ ହୋଇ ପୂର୍ବ ଦିଗରେ ବହିଲା, କାରଣ ଗୃହର ଅଗ୍ରଭାଗ ପୂର୍ବାଭିମୁଖ ଥିଲା; ଆଉ, ସେହି ଜଳ ତଳରୁ ଗୃହର ଦକ୍ଷିଣ ପାର୍ଶ୍ୱ ଦେଇ ଯଜ୍ଞବେଦିର ଦକ୍ଷିଣ ଦିଗରେ ବହିଲା।
Joel 3:12 in Oriya 12 ଗୋଷ୍ଠୀବର୍ଗ ଉଦ୍ଯୋଗୀ ହୋଇ ଉଠନ୍ତୁ ଓ ଯିହୋଶାଫଟର ଉପତ୍ୟକାକୁ ଆସନ୍ତୁ; କାରଣ ସେସ୍ଥାନରେ ଆମ୍ଭେ ଚତୁର୍ଦ୍ଦିଗସ୍ଥ ସକଳ ଗୋଷ୍ଠୀର ବିଚାର କରିବା ପାଇଁ ବସିବା।
Zephaniah 2:11 in Oriya 11 ସଦାପ୍ରଭୁ ସେମାନଙ୍କ ପ୍ରତି ଭୟଙ୍କର ହେବେ; କାରଣ ସେ ପୃଥିବୀସ୍ଥ ଯାବତୀୟ ଦେବତାକୁ କ୍ଷୀଣ କରିବେ; ପୁଣି, ଲୋକମାନେ ଓ ଗୋଷ୍ଠୀଗଣର ଦ୍ୱୀପସକଳ ଆପଣା ଅପାଣା ସ୍ଥାନରୁ ତାହାକୁ ପ୍ରଣାମ କରିବେ।
Matthew 3:2 in Oriya 2 “ମନପରିବର୍ତ୍ତନ କର, କାରଣ ସ୍ୱର୍ଗରାଜ୍ୟ ସନ୍ନିକଟ।”
Matthew 28:18 in Oriya 18 ପୁଣି, ଯୀଶୁ ସେମାନଙ୍କ ନିକଟକୁ ଆସି ଆଳାପ କରି କହିଲେ, ସ୍ୱର୍ଗ ଓ ପୃଥିବୀର ସମସ୍ତ ଅଧିକାର ମୋତେ ଦିଆଯାଇଅଛି।
Mark 16:15 in Oriya 15 ପୁଣି, ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭେମାନେ ସମୁଦାୟ ଜଗତକୁ ଯାଇ ସମସ୍ତ ମାନବଜାତି ନିକଟରେ ସୁସମାଚାର ଘୋଷଣା କର।
Luke 24:47 in Oriya 47 ପୁଣି, ଯିରୂଶାଲମରୁ ଆରମ୍ଭ କରି ସମସ୍ତ ଜାତିଙ୍କ ନିକଟରେ ତାହାଙ୍କ ନାମରେ ପାପ କ୍ଷମା ନିମନ୍ତେ ମନପରିବର୍ତ୍ତନର ପ୍ରସଙ୍ଗ ଘୋଷଣା କରାଯିବ।
John 5:22 in Oriya 22 ପୁଣି, ପିତା ମଧ୍ୟ କାହାର ବିଚାର କରନ୍ତି ନାହିଁ, ମାତ୍ର ସମସ୍ତେ ପିତାଙ୍କୁ ଯେଉଁ ପ୍ରକାରେ ସମାଦର କରନ୍ତି, ସେହି ପ୍ରକାରେ ପୁତ୍ରଙ୍କୁ ମଧ୍ୟ ଯେପରି ସମାଦର କରିବେ, ସେଥିନିମନ୍ତେ ପୁତ୍ରଙ୍କୁ ସମସ୍ତ ବିଚାର କରିବାର ଅଧିକାର ଦେଇଅଛନ୍ତି।
Acts 17:31 in Oriya 31 କାରଣ ଯେଉଁ ଦିନ ସେ ଆପଣା ନିରୂପିତ ବ୍ୟକ୍ତିଙ୍କ ଦ୍ୱାରା ଧାର୍ମିକତାରେ ଜଗତର ବିଚାର କରିବେ, ଏହିପରି ଗୋଟିଏ ଦିନ ସ୍ଥିର କରିଅଛନ୍ତି, ଆଉ ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉତ୍ଥାପନ କରି ଏବିଷୟରେ ସମସ୍ତଙ୍କ ନିକଟରେ ପ୍ରମାଣ ଦେଇଅଛନ୍ତି।
Romans 1:16 in Oriya 16 କାରଣ ମୁଁ ସୁସମାଚାର ସମ୍ବନ୍ଧରେ ଲଜ୍ଜାବୋଧ କରେ ନାହିଁ, ଯେଣୁ ତାହା ବିଶ୍ୱାସ କରୁଥିବା ପ୍ରତ୍ୟେକଙ୍କ ପକ୍ଷରେ ପରିତ୍ରାଣ ନିମନ୍ତେ ଇଶ୍ବରଙ୍କ ଶକ୍ତି ଅଟେ, ପ୍ରଥମତଃ ଯିହୂଦୀ ପକ୍ଷରେ, ଆଉ ମଧ୍ୟ ଗ୍ରୀକ୍ ପକ୍ଷରେ।
Romans 2:16 in Oriya 16 ଯେଉଁ ଦିନରେ ଈଶ୍ୱର ମୋହର ସୁସମାଚାର ଅନୁସାରେ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ମନୁଷ୍ୟମାନଙ୍କର ଗୁପ୍ତ ବିଷୟଗୁଡ଼ିକ ବିଚାର କରିବେ, ସେହି ଦିନ ଏହା ପ୍ରକାଶ ପାଇବ।
Romans 10:6 in Oriya 6 କିନ୍ତୁ ବିଶ୍ୱାସମୂଳକ ଧାର୍ମିକତା ଏପରି କହେ, “ମନେ ମନେ କୁହ ନାହିଁ, “କିଏ ସ୍ୱର୍ଗାରୋହଣ କରିବ' (ଅର୍ଥାତ୍, ଖ୍ରୀଷ୍ଟଙ୍କୁ ଓହ୍ଲାଇଆଣିବା ନିମନ୍ତେ) ?
Romans 10:17 in Oriya 17 ଅତଏବ, ବିଶ୍ୱାସ ଶ୍ରବଣରୁ ଜାତ ହୁଏ ଓ ଶ୍ରବଣ ଖ୍ରୀଷ୍ଟଙ୍କ ବାକ୍ୟ ଦ୍ୱାରା ହୁଏ।
Romans 15:9 in Oriya 9 ପୁଣି, ଯେପରି ଅଣଯିହୂଦୀମାନେ ଇଶ୍ବରଙ୍କ ଦୟା ନିମନ୍ତେ ତାହାଙ୍କର ଗୌରବ କରନ୍ତି; ଯେପରି ଲେଖା ଅଛି, “ଏଥିପାଇଁ ମୁଁ ଅଣଯିହୂଦୀମାନଙ୍କ ମଧ୍ୟରେ ତୁମ୍ଭର ପ୍ରଶଂସା କରିବି, ଆଉ ତୁମ୍ଭ ନାମର କୀର୍ତ୍ତନ କରିବି।”
2 Corinthians 5:10 in Oriya 10 କାରଣ ଭଲ ହେଉ ବା ମନ୍ଦ ହେଉ, ପ୍ରତ୍ୟେକ ଜଣ ଆପଣା ଶରୀର ଦ୍ୱାରା କୃତ କର୍ମାନୁସାରେ ଫଳ ପାଇବା ନିମନ୍ତେ ଖ୍ରୀଷ୍ଟଙ୍କ ବିଚାରାସନ ଛାମୁରେ ଆମ୍ଭ ସମସ୍ତଙ୍କୁ ଉପସ୍ଥିତ ହେବାକୁ ହେବ।