Isaiah 51:9 in Oriya 9 ହେ ସଦାପ୍ରଭୁଙ୍କ ବାହୁ, ଜାଗ, ଜାଗ, ବଳ ପରିଧାନ କର, ଯେପରି ପୂର୍ବ କାଳରେ, ପ୍ରାଚୀନ କାଳର ବଂଶାନୁକ୍ରମେ ସମୟରେ, ସେହିପରି ଜାଗ। ଯେ ରାହବକୁ ଖଣ୍ଡ ଖଣ୍ଡ କରି କାଟିଲେ, ଯେ ନାଗକୁ ବିଦ୍ଧ କଲେ, ସେ କି ତୁମ୍ଭେ ନୁହଁ ?
Other Translations King James Version (KJV) Awake, awake, put on strength, O arm of the LORD; awake, as in the ancient days, in the generations of old. Art thou not it that hath cut Rahab, and wounded the dragon?
American Standard Version (ASV) Awake, awake, put on strength, O arm of Jehovah; awake, as in the days of old, the generations of ancient times. Is it not thou that didst cut Rahab in pieces, that didst pierce the monster?
Bible in Basic English (BBE) Awake! awake! put on strength, O arm of the Lord, awake! as in the old days, in the generations long past. Was it not by you that Rahab was cut in two, and the dragon Wounded?
Darby English Bible (DBY) Awake, awake, put on strength, O arm of Jehovah; awake, as in the days of old, [as in] the generations of passed ages. Is it not thou that hath hewn Rahab in pieces, [and] pierced the monster?
World English Bible (WEB) Awake, awake, put on strength, arm of Yahweh; awake, as in the days of old, the generations of ancient times. Isn't it you who did cut Rahab in pieces, who pierced the monster?
Young's Literal Translation (YLT) Awake, awake, put on strength, O arm of Jehovah, Awake, as `in' days of old, generations of the ages, Art not Thou it that is hewing down Rahab, Piercing a dragon!
Cross Reference Deuteronomy 4:34 in Oriya 34 କିଅବା ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ମିସରରେ ତୁମ୍ଭମାନଙ୍କ ସାକ୍ଷାତରେ ଯେଉଁ ସକଳ କର୍ମ କରିଅଛନ୍ତି, କି ତଦନୁସାରେ ପରୀକ୍ଷାସିଦ୍ଧ ପ୍ରମାଣ ଦ୍ୱାରା, ଚିହ୍ନ ଦ୍ୱାରା, ଆଶ୍ଚର୍ଯ୍ୟ କର୍ମ ଦ୍ୱାରା, ଯୁଦ୍ଧ ଦ୍ୱାରା, ପରାକ୍ରାନ୍ତ ହସ୍ତ ଦ୍ୱାରା, ବିସ୍ତାରିତ ବାହୁ ଦ୍ୱାରା ଓ ଭୟଙ୍କର ମହାକର୍ମ ଦ୍ୱାରା ଅନ୍ୟ ଦେଶୀୟ ଲୋକଙ୍କ ମଧ୍ୟରୁ ଆପଣା ନିମନ୍ତେ ଏକ ଗୋଷ୍ଠୀ ଗ୍ରହଣ କରିବାକୁ ଆସି ଉପକ୍ରମ କରିଅଛନ୍ତି।
Judges 6:13 in Oriya 13 ଏଥିରେ ଗିଦିୟୋନ୍ ତାହାଙ୍କୁ କହିଲେ, ହେ ମୋହର ପ୍ରଭୁ, ଯେବେ ସଦାପ୍ରଭୁ ଆମ୍ଭମାନଙ୍କ ସଙ୍ଗେ ଥାଆନ୍ତି, ତେବେ ଆମ୍ଭମାନଙ୍କ ପ୍ରତି ଏ ସବୁ ଘଟିଅଛି କାହିଁକି ? ପୁଣି ସଦାପ୍ରଭୁ ଆମ୍ଭମାନଙ୍କୁ କି ମିସରରୁ ଆଣି ନାହାନ୍ତି, ଏହା କହି ଆମ୍ଭମାନଙ୍କ ପୂର୍ବପୁରୁଷମାନେ ଆମ୍ଭମାନଙ୍କ ଆଗରେ ତାହାଙ୍କର ଯେସବୁ ଆଶ୍ଚର୍ଯ୍ୟକ୍ରିୟାର କୀର୍ତ୍ତନ କରିଥିଲେ, ସେସବୁ କାହିଁ ? ମାତ୍ର ଏବେ ସଦାପ୍ରଭୁ ଆମ୍ଭମାନଙ୍କୁ ତ୍ୟାଗ କରିଅଛନ୍ତି ଓ ଆମ୍ଭମାନଙ୍କୁ ମିଦୀୟନର ହସ୍ତରେ ସମର୍ପଣ କରି ଅଛନ୍ତି।
Nehemiah 9:7 in Oriya 7 ତୁମ୍ଭେ ହିଁ ସଦାପ୍ରଭୁ ପରମେଶ୍ୱର ଅଟ, ତୁମ୍ଭେ ଅବ୍ରାମକୁ ମନୋନୀତ କଲ ଓ କଲ୍ଦୀୟମାନଙ୍କ ଊର ଦେଶରୁ ତାହାକୁ ବାହାର କରି ଆଣି ଅବ୍ରହାମ ନାମ ଦେଲ;
Job 26:12 in Oriya 12 ସେ ଆପଣା ପରାକ୍ରମରେ ସମୁଦ୍ରକୁ ମନ୍ଥନ କରନ୍ତି ଓ ଆପଣା ବୁଦ୍ଧିରେ ରାହବକୁ ବିଦ୍ଧ କରନ୍ତି।
Psalm 7:6 in Oriya 6 ହେ ସଦାପ୍ରଭୁ, ଆପଣା କ୍ରୋଧରେ ଉଠ, ମୋ' ବିପକ୍ଷଗଣର କୋପ ପ୍ରତିକୂଳରେ ଆପଣାକୁ ଉଠାଅ ଓ ମୋ' ପକ୍ଷରେ ଜାଗ୍ରତ ହୁଅ; ତୁମ୍ଭେ ନ୍ୟାୟ ବିଚାର କର।
Psalm 21:13 in Oriya 13 ହେ ସଦାପ୍ରଭୁ, ନିଜ ବଳରେ ଉନ୍ନତ ହୁଅ; ତହିଁରେ ଆମ୍ଭେମାନେ ତୁମ୍ଭ ପରାକ୍ରମର ଗାନ ଓ ପ୍ରଶଂସା କରିବା।
Psalm 44:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ କୋରହସନ୍ତାନଗଣର ଗୀତ। ମସ୍କିଲ୍। ହେ ପରମେଶ୍ୱର, ତୁମ୍ଭେ ପୂର୍ବକାଳରେ ଆମ୍ଭମାନଙ୍କ ପିତୃପୁରୁଷଙ୍କ ସମୟରେ ଯେଉଁ କର୍ମ କରିଥିଲ, ତାହା ଆମ୍ଭେମାନେ ସ୍ୱକର୍ଣ୍ଣରେ ଶୁଣିଅଛୁ ଓ ସେମାନେ ତାହା ଆମ୍ଭମାନଙ୍କୁ ଜଣାଇ ଅଛନ୍ତି।
Psalm 44:23 in Oriya 23 ଜାଗ, ହେ ପ୍ରଭୁ, ତୁମ୍ଭେ କାହିଁକି ନିଦ୍ରିତ ହେଉଅଛ ? ଉଠ, ଆମ୍ଭମାନଙ୍କୁ ସଦାକାଳ ଦୂର କର ନାହିଁ।
Psalm 59:4 in Oriya 4 ମୋହର ବିନା ଦୋଷରେ ସେମାନେ ଦଉଡ଼ି ପ୍ରସ୍ତୁତ ହୁଅନ୍ତି; ତୁମ୍ଭେ ମୋହର ସାହାଯ୍ୟ ପାଇଁ ଜାଗ ଓ ଦୃଷ୍ଟିପାତ କର।
Psalm 74:13 in Oriya 13 ତୁମ୍ଭେ ଆପଣା ପରାକ୍ରମରେ ସମୁଦ୍ରକୁ ଦୁଇ ଭାଗ କଲ; ତୁମ୍ଭେ ଜଳରେ ନାଗଗଣର ମସ୍ତକ ଭାଙ୍ଗି ପକାଇଲ;
Psalm 78:65 in Oriya 65 ସେତେବେଳେ ପ୍ରଭୁ ନିଦ୍ରାରୁ ଜାଗ୍ରତ ଲୋକ ପରି, ମଦିରା ହେତୁ ହର୍ଷନାଦକାରୀ ବୀର ପରି ଉଠିଲେ।
Psalm 87:4 in Oriya 4 ମୋ' ଜାଣିବା ଲୋକଙ୍କ ତୁଲ୍ୟ ମୁଁ ରାହବ ଓ ବାବିଲକୁ ଉଲ୍ଲେଖ କରିବି; ପଲେଷ୍ଟୀୟା, ସୋର ଓ କୂଶକୁ ଦେଖ; ଏହି ଜଣ ସେଠାରେ ଜାତ ହେଲା।
Psalm 89:10 in Oriya 10 ତୁମ୍ଭେ ରାହବକୁ ଚୂର୍ଣ୍ଣ କରି ହତ ବ୍ୟକ୍ତିର ସମାନ କରିଅଛ; ତୁମ୍ଭେ ଆପଣା ବଳିଷ୍ଠ ବାହୁରେ ନିଜ ଶତ୍ରୁମାନଙ୍କୁ ଛିନ୍ନଭିନ୍ନ କରିଅଛ।
Psalm 93:1 in Oriya 1 ସଦାପ୍ରଭୁ ରାଜ୍ୟ କରନ୍ତି; ସେ ମହିମାରେ ବସ୍ତ୍ରାନ୍ୱିତ; ସଦାପ୍ରଭୁ ବସ୍ତ୍ରାନ୍ୱିତ ହୋଇ ବଳରେ ଆପଣା କଟି ବାନ୍ଧିଅଛନ୍ତି; ଜଗତ ମଧ୍ୟ ଏପରି ସ୍ଥାପିତ ଯେ, ତାହା ବିଚଳିତ ହୋଇ ନ ପାରେ।
Isaiah 27:1 in Oriya 1 ସେହି ଦିନ ସଦାପ୍ରଭୁ ଆପଣାର ନିର୍ଦ୍ଧୟ, ବୃହତ ଓ ଶକ୍ତିଶାଳୀ ଖଡ଼୍ଗ ଦ୍ୱାରା ଦ୍ରୁତଗାମୀ ସର୍ପ ଲିବୀୟାଥନକୁ ଓ ବକ୍ରଗାମୀ ସର୍ପ ଲିବୀୟାଥନକୁ ପ୍ରତିଫଳ ଦେବେ; ଆଉ, ସେ ସମୁଦ୍ରସ୍ଥ ଦୀର୍ଘକାୟ ଜନ୍ତୁକୁ ନଷ୍ଟ କରିବେ।
Isaiah 30:7 in Oriya 7 କାରଣ ମିସର ମିଥ୍ୟା ଓ ବୃଥାରେ ସାହାଯ୍ୟ କରେ; ଏଥିପାଇଁ ଆମ୍ଭେ ତାହାକୁ ନିଷ୍କର୍ମରେ ଉପବିଷ୍ଟ ରାହବ ବୋଲି ନାମ ଦେଇଅଛୁ।
Isaiah 51:5 in Oriya 5 ଆମ୍ଭର ଧର୍ମ ନିକଟବର୍ତ୍ତୀ, ଆମ୍ଭର ପରିତ୍ରାଣ ନିର୍ଗତ ହୋଇଅଛି ଓ ଆମ୍ଭର ବାହୁ ଗୋଷ୍ଠୀବର୍ଗର ବିଚାର କରିବ; ଦ୍ୱୀପଗଣ ଆମ୍ଭର ଅପେକ୍ଷାରେ ରହିବେ ଓ ଆମ୍ଭର ବାହୁରେ ପ୍ରତ୍ୟାଶା ରଖିବେ।
Isaiah 51:17 in Oriya 17 ହେ ଯିରୂଶାଲମ, ଜାଗ, ଜାଗ, ଠିଆ ହୁଅ, ତୁମ୍ଭେ ସଦାପ୍ରଭୁଙ୍କ ହସ୍ତରୁ ତାହାଙ୍କ କୋପରୂପ ପାନ ପାତ୍ର ନେଇ ପାନ କରିଅଛ; ତୁମ୍ଭେ ମତ୍ତତାଜନକ ବୃହତ ପାତ୍ରରୁ ପାନ କରି ତାହା ଶେଷ କରିଅଛ।
Isaiah 52:1 in Oriya 1 ହେ ସିୟୋନ, ଜାଗ, ଜାଗ, ଆପଣା ବଳ ପରିଧାନ କର; ହେ ପବିତ୍ର ନଗରୀ ଯିରୂଶାଲମ, ତୁମ୍ଭେ ଆପଣା ସୁନ୍ଦର ବସ୍ତ୍ରସବୁ ପିନ୍ଧ; କାରଣ ଏହି ସମୟଠାରୁ ତୁମ୍ଭ ମଧ୍ୟକୁ ଅସୁନ୍ନତ ଅବା ଅଶୁଚି ଲୋକ ଆଉ ଆସିବ ନାହିଁ।
Isaiah 53:1 in Oriya 1 ଆମ୍ଭମାନଙ୍କ ସମ୍ବାଦ କିଏ ବିଶ୍ୱାସ କରିଅଛି ? ଓ ସଦାପ୍ରଭୁଙ୍କର ବାହୁ କାହା ନିକଟରେ ପ୍ରକାଶିତ ହୋଇଅଛି ?
Isaiah 59:16 in Oriya 16 ଆହୁରି, ସେ ଦେଖିଲେ ଯେ, କୌଣସି ପୁରୁଷ ବର୍ତ୍ତମାନ ନାହିଁ, ପୁଣି ମଧ୍ୟସ୍ଥ କେହି ନାହିଁ ବୋଲି ଚମତ୍କୃତ ହେଲେ; ଏହେତୁ ତାହାଙ୍କର ନିଜ ବାହୁ ତାହାଙ୍କ ନିମନ୍ତେ ପରିତ୍ରାଣ ସାଧନ କଲା ଓ ତାହାଙ୍କର ଧାର୍ମିକତା ହିଁ ତାହାଙ୍କୁ ଧରି ରଖିଲା।
Isaiah 62:8 in Oriya 8 ସଦାପ୍ରଭୁ ଆପଣାର ଡାହାଣ ହସ୍ତ ଓ ବଳବାନ ବାହୁ ଦ୍ୱାରା ଶପଥ କରିଅଛନ୍ତି, “ନିଶ୍ଚୟ ଆମ୍ଭେ ତୁମ୍ଭର ଶସ୍ୟ ତୁମ୍ଭ ଶତ୍ରୁଗଣର ଖାଦ୍ୟ ନିମନ୍ତେ ଆଉ ଦେବା ନାହିଁ ଓ ଯହିଁ ନିମନ୍ତେ ତୁମ୍ଭେ ପରିଶ୍ରମ କରିଅଛ, ତୁମ୍ଭର ସେହି ଦ୍ରାକ୍ଷାରସ ବିଦେଶୀମାନେ ଆଉ ପାନ କରିବେ ନାହିଁ।
Ezekiel 29:3 in Oriya 3 ଏହି କଥା କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ହେ ମିସରର ରାଜା ଫାରୋ, ଦେଖ, ଆମ୍ଭେ ତୁମ୍ଭର ବିପକ୍ଷ ଅଟୁ, ତୁମ୍ଭେ ଆପଣା ସ୍ରୋତସମୂହ ମଧ୍ୟରେ ଶୟନକାରୀ ପ୍ରକାଣ୍ଡ କୁମ୍ଭୀର, ତୁମ୍ଭେ କହିଅଛ, “ମୋର ନଦୀ ମୋର, ମୁଁ ଆପଣା ପାଇଁ ତାହା ସୃଷ୍ଟି କରିଅଛି।”
Habakkuk 2:19 in Oriya 19 ଯେଉଁ ଜନ କାଷ୍ଠକୁ କହେ, ଜାଗ୍ରତ ହୁଅ; ମୂକ ପ୍ରସ୍ତରକୁ କହେ ଉଠ, ସେ ସନ୍ତାପର ପାତ୍ର ! ସେ କି ଶିକ୍ଷା ଦେବ ? ଦେଖ, ତାହା ସୁନା ଓ ରୂପାରେ ମଣ୍ଡିତ, ତହିଁ ମଧ୍ୟରେ କିଛି ହିଁ ଶ୍ୱାସବାୟୁ ନାହିଁ।
Habakkuk 3:13 in Oriya 13 ତୁମ୍ଭେ ଆପଣା ଲୋକମାନଙ୍କର ପରିତ୍ରାଣ ନିମନ୍ତେ, ଆପଣା ଅଭିଷେକୀର ପରିତ୍ରାଣ ନିମନ୍ତେ ଯାତ୍ରା କଲ। ତୁମ୍ଭେ ଦୁଷ୍ଟର ଗୃହରୁ ମସ୍ତକ ଚୂର୍ଣ୍ଣ କଲ, ତୁମ୍ଭେ କଣ୍ଠସରିକି ମୂଳଦୁଆ ଅନାବୃତ କଲ। ସେଲା।
Luke 1:51 in Oriya 51 ସେ ଆପଣା ବାହୁରେ ପରାକ୍ରମ ପ୍ରକାଶ କରିଅଛନ୍ତି, ଅହଂକାରୀମାନଙ୍କୁ ସେମାନଙ୍କ ହୃଦୟର କଳ୍ପନାରେ ଛିନ୍ନଭିନ୍ନ କରିଅଛନ୍ତି;
John 12:38 in Oriya 38 ଯେପରି ଭାବବାଦୀ ଯିଶାଇୟଙ୍କ ଦ୍ୱାରା ଉକ୍ତ ଏହି ବାକ୍ୟ ସଫଳ ହୁଏ, ହେ ପ୍ରଭୁ, କିଏ ଆମ୍ଭମାନଙ୍କ ସମ୍ବାଦ ବିଶ୍ୱାସ କରିଅଛି ? ଆଉ ପ୍ରଭୁଙ୍କ ବାହୁ କାହା ନିକଟରେ ପ୍ରକାଶିତ ହୋଇଅଛି ?
Revelation 11:17 in Oriya 17 ହେ ପ୍ରଭୁ, ସର୍ବଶକ୍ତିମାନ ଈଶ୍ୱର, ବର୍ତ୍ତମାନ ଓ ଅତୀତ ଯେ ତୁମ୍ଭେ, ଆମ୍ଭେମାନେ ତୁମ୍ଭର ଧନ୍ୟବାଦ କରୁଅଛୁ, କାରଣ ତୁମ୍ଭେ ଆପଣା ମହାଶକ୍ତି ଧାରଣ କରି ରାଜତ୍ୱ ଗ୍ରହଣ କରିଅଛ।
Revelation 12:9 in Oriya 9 ସେଥିରେ ସର୍ବ ଜଗତର ପ୍ରବଞ୍ଚକ ଦିଆବଳ ଓ ଶୟତାନ ନାମରେ ଖ୍ୟାତ ଯେ ପ୍ରକାଣ୍ଡ ସର୍ପ, ସେହି ପୁରାତନ ନାଗ, ସେ ଆପଣା ଦୂତମାନଙ୍କ ସହିତ ପୃଥିବୀରେ ନିକ୍ଷିପ୍ତ ହେଲା।