Isaiah 52:15 in Oriya 15 ସେହିପରି ସେ ଅନେକ ଦେଶୀୟମାନଙ୍କୁ ଛିଞ୍ଚିବେ; ରାଜାମାନେ ତାହାଙ୍କ ଛାମୁରେ ଆପଣା ଆପଣା ମୁଖ ବନ୍ଦ କରିବେ; କାରଣ ଯାହା ସେମାନଙ୍କୁ କୁହାଯାଇ ନ ଥିଲା, ତାହା ସେମାନେ ଦେଖିବେ ଓ ଯାହା ସେମାନେ ଶୁଣି ନ ଥିଲେ, ତାହା ସେମାନେ ବୁଝିବେ।
Other Translations King James Version (KJV) So shall he sprinkle many nations; the kings shall shut their mouths at him: for that which had not been told them shall they see; and that which they had not heard shall they consider.
American Standard Version (ASV) so shall he sprinkle many nations; kings shall shut their mouths at him: for that which had not been told them shall they see; and that which they had not heard shall they understand.
Bible in Basic English (BBE) So will nations give him honour; kings will keep quiet because of him: for what had not been made clear to them they will see; and they will give their minds to what had not come to their ears.
Darby English Bible (DBY) -- so shall he astonish many nations; kings shall shut their mouths at him: for what had not been told them shall they see, and what they had not heard shall they consider.
World English Bible (WEB) so shall he sprinkle many nations; kings shall shut their mouths at him: for that which had not been told them shall they see; and that which they had not heard shall they understand.
Young's Literal Translation (YLT) So doth he sprinkle many nations. Concerning him kings shut their mouth, For that which was not recounted to them they have seen, And that which they had not heard they have understood!
Cross Reference Numbers 8:7 in Oriya 7 ତୁମ୍ଭେ ସେମାନଙ୍କୁ ଶୁଚି କରିବା ନିମନ୍ତେ ଏହିରୂପ କରିବ; ସେମାନଙ୍କ ଉପରେ ପବିତ୍ରୀକରଣ ଜଳ ପ୍ରକ୍ଷେପ କର ଓ ସେମାନେ ଆପଣା ଆପଣାର ସମସ୍ତ ଶରୀରରେ କ୍ଷୁର ଚଳାନ୍ତୁ ଓ ସେମାନେ ଆପଣା ଆପଣା ବସ୍ତ୍ର ଧୋଇ ଆପଣା ଆପଣାକୁ ଶୁଚି କରନ୍ତୁ।
Job 29:9 in Oriya 9 ଅଧିପତିମାନେ କଥାବାର୍ତ୍ତା କରିବାରୁ ନିବୃତ୍ତ ହେଲେ ଓ ଆପଣା ଆପଣା ମୁଖରେ ହାତ ଦେଲେ;
Job 40:4 in Oriya 4 “ଦେଖ, ମୁଁ ଅକିଞ୍ଚନ; ତୁମ୍ଭକୁ କି ଉତ୍ତର ଦେବି ? ମୁଁ ନିଜ ମୁଖରେ ଆପଣା ହାତ ଦିଏ।
Psalm 72:9 in Oriya 9 ମରୁଭୂମି-ନିବାସୀ ଲୋକମାନେ ତାହାଙ୍କ ସମ୍ମୁଖରେ ନତ ହେବେ ଓ ତାହାଙ୍କ ଶତ୍ରୁଗଣ ଧୂଳି ଚାଟିବେ।
Isaiah 49:7 in Oriya 7 ଯାହାକୁ ମନୁଷ୍ୟ ଅବଜ୍ଞା କରେ, ଯାହାକୁ ଦେଶୀୟ ଲୋକମାନେ ଘୃଣା କରନ୍ତି, ଯେ ଶାସନକର୍ତ୍ତାମାନଙ୍କର ଦାସ, ତାହାକୁ ଇସ୍ରାଏଲର ମୁକ୍ତିଦାତା ଓ ତାହାର ଧର୍ମସ୍ୱରୂପ ସଦାପ୍ରଭୁ ଏହି କଥା କହନ୍ତି, “ବିଶ୍ୱାସନୀୟ ଓ ଇସ୍ରାଏଲର ଧର୍ମସ୍ୱରୂପ ଯେଉଁ ସଦାପ୍ରଭୁ ତୁମ୍ଭକୁ ମନୋନୀତ କରିଅଛନ୍ତି, ତାହାଙ୍କ ସକାଶୁ ରାଜାମାନେ ତୁମ୍ଭକୁ ଦେଖିଲେ ଉଠିବେ; ଅଧିପତିମାନେ ତୁମ୍ଭକୁ ପ୍ରଣାମ କରିବେ।”
Isaiah 49:23 in Oriya 23 ପୁଣି, ରାଜାଗଣ ତୁମ୍ଭର ପାଳନକାରୀ ପିତା ଓ ସେମାନଙ୍କର ରାଣୀମାନେ ତୁମ୍ଭର ପାଳନକାରିଣୀ ମାତା ହେବେ; ସେମାନେ ଭୂମିକୁ ମୁଖ କରି ତୁମ୍ଭକୁ ପ୍ରଣାମ କରିବେ ଓ ତୁମ୍ଭ ପାଦର ଧୂଳି ଚାଟିବେ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଓ ଆମ୍ଭର ଅପେକ୍ଷାକାରୀମାନେ ଯେ ଲଜ୍ଜିତ ହେବେ ନାହିଁ, ଏହା ତୁମ୍ଭେ ଜାଣିବ।
Isaiah 51:5 in Oriya 5 ଆମ୍ଭର ଧର୍ମ ନିକଟବର୍ତ୍ତୀ, ଆମ୍ଭର ପରିତ୍ରାଣ ନିର୍ଗତ ହୋଇଅଛି ଓ ଆମ୍ଭର ବାହୁ ଗୋଷ୍ଠୀବର୍ଗର ବିଚାର କରିବ; ଦ୍ୱୀପଗଣ ଆମ୍ଭର ଅପେକ୍ଷାରେ ରହିବେ ଓ ଆମ୍ଭର ବାହୁରେ ପ୍ରତ୍ୟାଶା ରଖିବେ।
Isaiah 55:5 in Oriya 5 ଦେଖ, ଯେଉଁ ଗୋଷ୍ଠୀକୁ ତୁମ୍ଭେ ଜାଣୁ ନାହଁ, ତାହାକୁ ତୁମ୍ଭେ ଆହ୍ୱାନ କରିବ ଓ ଯେଉଁ ଗୋଷ୍ଠୀ ତୁମ୍ଭକୁ ଜାଣିଲା ନାହିଁ, ସେ ତୁମ୍ଭ ନିକଟକୁ ଦୌଡ଼ିବ, ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଓ ଇସ୍ରାଏଲର ଧର୍ମସ୍ୱରୂପଙ୍କ ସକାଶୁ ଏହା ଘଟିବ; କାରଣ ସେ ତୁମ୍ଭଙ୍କୁ ଗୌରବାନ୍ୱିତ କରିଅଛନ୍ତି।
Ezekiel 36:25 in Oriya 25 ପୁଣି, ଆମ୍ଭେ ତୁମ୍ଭମାନଙ୍କ ଉପରେ ଶୁଚି ଜଳ ଝିଞ୍ଚିବା, ତହିଁରେ ତୁମ୍ଭେମାନେ ଶୁଚି ହେବ; ତୁମ୍ଭମାନଙ୍କର ସବୁ ଅଶୌଚରୁ ଓ ତୁମ୍ଭମାନଙ୍କର ସକଳ ପ୍ରତିମାଗଣଠାରୁ ଆମ୍ଭେ ତୁମ୍ଭମାନଙ୍କୁ ଶୁଚି କରିବା।
Micah 7:16 in Oriya 16 ଗୋଷ୍ଠୀୟ ବର୍ଗ ତାହା ଦେଖି ଆପଣାମାନଙ୍କର ସମସ୍ତ ପରାକ୍ରମ ବିଷୟରେ ଲଜ୍ଜିତ ହେବେ; ସେମାନେ ଆପଣା ଆପଣା ମୁଖରେ ହସ୍ତ ଦେବେ, ସେମାନଙ୍କର କର୍ଣ୍ଣ ବଧିର ହେବ।
Zechariah 2:13 in Oriya 13 ହେ ପ୍ରାଣୀସବୁ, ସଦାପ୍ରଭୁଙ୍କ ସାକ୍ଷାତରେ ନୀରବ ହୁଅ; କାରଣ ସେ ଆପଣା ପବିତ୍ର ଆବାସ ମଧ୍ୟରୁ ଜାଗି ଉଠିଅଛନ୍ତି।
Matthew 28:19 in Oriya 19 ଅତଏବ, ତୁମ୍ଭେମାନେ ଯାଇ ସମସ୍ତ ଜାତିର ଲୋକଙ୍କୁ ପିତା, ପୁତ୍ର ଓ ପବିତ୍ର ଆତ୍ମାଙ୍କ ନାମରେ ବାପ୍ତିସ୍ମ ଦେଇ,
Acts 2:33 in Oriya 33 ଅତଏବ, ଈଶ୍ୱର ଯୀଶୁଙ୍କୁ ଉନ୍ନତ କରି ତାହାଙ୍କ ଦକ୍ଷିଣ ପାର୍ଶ୍ୱରେ ବସାଇ ତାହାଙ୍କ ସହିତ ରାଜତ୍ୱ କରିବାକୁ ଅଧିକାର ଦେଲେ, ଏବଂ ସେ ଆମ୍ଭମାନଙ୍କୁ ପବିତ୍ର ଆତ୍ମାଙ୍କୁ ଦେଲେ ଯାହାଙ୍କୁ ଆପଣମାନେ ଦେଖୁଅଛନ୍ତି ଓ ଶୁଣୁଅଛନ୍ତି।
Romans 15:20 in Oriya 20 ହଁ, ଯେପରି ମୁଁ ଅନ୍ୟ ଲୋକର ମୂଳଦୂଆ ଉପରେ ନ ଗଢ଼େ, ଏଥି ନିମନ୍ତେ ଯେଉଁ ସ୍ଥାନରେ ଖ୍ରୀଷ୍ଟଙ୍କ ନାମ ଉଚ୍ଚାରିତ ହୋଇ ନାହିଁ, ଏପରି ସ୍ଥାନରେ ସୁସମାଚାର ପ୍ରଚାର କରିବା ପାଇଁ ମୁଁ ଲକ୍ଷ୍ୟ କରି ଆସିଅଛି;
Romans 16:25 in Oriya 25 ଯେଉଁ ଈଶ୍ୱର ମୋହର ସୁସମାଚାର ଓ ଯୀଶୁଖ୍ରୀଷ୍ଟଙ୍କ ବିଷୟକ ପ୍ରଚାର ଅନୁସାରେ, ଅର୍ଥାତ୍ ଯେଉଁ ନିଗୂଢ଼ତତ୍ତ୍ୱ ପ୍ରାଚୀନ କାଳରୁ ଗୁପ୍ତ ଥିଲା,
Ephesians 3:5 in Oriya 5 ସେହି ନିଗୂଢ଼ତତ୍ତ୍ୱ ଏବେ ଆତ୍ମାଙ୍କ ଦ୍ୱାରା ତାହାଙ୍କ ପବିତ୍ର ପ୍ରେରିତ ଓ ଭାବବାଦୀମାନଙ୍କ ନିକଟରେ ଯେପରି ପ୍ରକାଶିତ ହୋଇଅଛି, ପୂର୍ବ କାଳର ମନୁଷ୍ୟ ସନ୍ତାନମାନଙ୍କ ନିକଟରେ ପ୍ରକାଶିତ ହୋଇ ନ ଥିଲା,
Titus 3:5 in Oriya 5 ସେତେବେଳେ ସେ ଆମ୍ଭମାନଙ୍କ କୃତ ଧର୍ମକର୍ମ ସକାଶେ ନୁହେଁ, ମାତ୍ର ଆପଣାର ଦୟାନୁସାରେ ନୂତନ ଜନ୍ମର ପ୍ରକ୍ଷାଳନ ଓ ପବିତ୍ର ଆତ୍ମାଙ୍କ ନୂତନୀକରଣ ଦ୍ୱାରା ଆମ୍ଭମାନଙ୍କୁ ପରିତ୍ରାଣ କରିଅଛନ୍ତି;
Hebrews 9:13 in Oriya 13 କାରଣ ଯଦି ଛାଗ ଓ ବୃଷମାନଙ୍କ ରକ୍ତ ପୁଣି, ଅଶୁଚିମାନଙ୍କ ଉପରେ ସେଚିତ ଗାଭୀଭସ୍ମ ଶରୀରକୁ ପବିତ୍ର କରେ,
Hebrews 10:22 in Oriya 22 ଆସ, ଆମ୍ଭେମାନେ ହୃଦୟ ପ୍ରକ୍ଷାଳନ ଦ୍ୱାରା କଳୁଷିତ ବିବେକରୁ ଶୁଚିକୃତ ଓ ନିର୍ମଳ ଜଳରେ ଧୌତଶରୀର ହୋଇ ସରଳ ହୃଦୟ ସହ ପୂର୍ଣ୍ଣ ବିଶ୍ୱାସରେ ଇଶ୍ବରଙ୍କ ନିକଟବର୍ତ୍ତୀ ହେଉ;
Hebrews 11:28 in Oriya 28 ବିଶ୍ୱାସ ଦ୍ୱାରା ସେ ନିସ୍ତାର ପର୍ବ ଓ ରକ୍ତ ସେଚନ ବିଧି ପାଳନ କଲେ, ଯେପରି ପ୍ରଥମଜାତମାନଙ୍କର ସଂହାରକ ସେମାନଙ୍କୁ ସ୍ପର୍ଶ ନ କରନ୍ତି।
Hebrews 12:24 in Oriya 24 ନୂତନ ନିୟମର ମଧ୍ୟସ୍ଥ ଯୀଶୁ, ପୁଣି, ଯେଉଁ ସେଚନର ରକ୍ତ ହେବଲଙ୍କ ରକ୍ତ ଅପେକ୍ଷା ଉତ୍କୃଷ୍ଟତର ବାକ୍ୟ କହେ, ତାହା ନିକଟକୁ ଆସିଅଛ।
1 Peter 1:2 in Oriya 2 ପିତା ଇଶ୍ବରଙ୍କ ପୂର୍ବ ଜ୍ଞାନାନୁସାରେ ଆତ୍ମାଙ୍କ ଦ୍ୱାରା ପବିତ୍ରୀକୃତ ହୋଇ ଆଜ୍ଞାବହ, ପୁଣି, ଯୀଶୁ ଖ୍ରୀଷ୍ଟଙ୍କର ରକ୍ତରେ ସିଞ୍ଚିତ ହେବା ନିମନ୍ତେ ମନୋନୀତ ହୋଇଅଛନ୍ତି, ସେମାନଙ୍କ ନିକଟକୁ ପତ୍ର ଲେଖୁଅଛି। ତୁମ୍ଭମାନଙ୍କ ପ୍ରତି ପ୍ରଚୁର ରୂପେ ଅନୁଗ୍ରହ ଓ ଶାନ୍ତି ହେଉ।