Isaiah 52:5 in Oriya 5 ଏହେତୁ ସଦାପ୍ରଭୁ କହନ୍ତି, “ଆମ୍ଭର ଲୋକମାନେ ତ ଅକାରଣରେ ନିଆ ଯାଉଅଛନ୍ତି, ଆମ୍ଭେ ଏଠାରେ ଥାଇ କଅଣ କରୁଅଛୁ ?” ସଦାପ୍ରଭୁ କହନ୍ତି, ସେମାନଙ୍କ ଉପରେ କର୍ତ୍ତୃତ୍ୱକାରୀମାନେ ଗର୍ଜ୍ଜନ କରୁଅଛନ୍ତି ଓ ଆମ୍ଭର ନାମ ସାରାଦିନ ନିରନ୍ତର ନିନ୍ଦିତ ହେଉଅଛି।
Other Translations King James Version (KJV) Now therefore, what have I here, saith the LORD, that my people is taken away for nought? they that rule over them make them to howl, saith the LORD; and my name continually every day is blasphemed.
American Standard Version (ASV) Now therefore, what do I here, saith Jehovah, seeing that my people is taken away for nought? they that rule over them do howl, saith Jehovah, and my name continually all the day is blasphemed.
Bible in Basic English (BBE) Now then, what have I here? says the Lord, for my people are taken away without cause; they are made waste and give cries of sorrow, says the Lord, and all the day the nations put shame on my name.
Darby English Bible (DBY) and now, what have I here, saith Jehovah, that my people hath been taken away for nought? They that rule over them make them to howl, saith Jehovah; and continually all the day is my name scorned.
World English Bible (WEB) Now therefore, what do I here, says Yahweh, seeing that my people is taken away for nothing? those who rule over them do howl, says Yahweh, and my name continually all the day is blasphemed.
Young's Literal Translation (YLT) And now, what -- to Me here, An affirmation of Jehovah, That taken is My people for nought? Its rulers cause howling, -- an affirmation of Jehovah, And continually all the day My name is despised.
Cross Reference Exodus 1:13 in Oriya 13 ତହିଁରେ ମିସ୍ରୀୟ ଲୋକମାନେ ନିର୍ଦ୍ଦୟ ଭାବରେ ଇସ୍ରାଏଲ ସନ୍ତାନମାନଙ୍କୁ ଦାସ୍ୟକର୍ମ କରାଇଲେ।
Exodus 2:23 in Oriya 23 ବହୁ କାଳ ଉତ୍ତାରେ ମିସ୍ରୀୟ ରାଜାଙ୍କର ମୃତ୍ୟୁୁ ହେଲା, ପୁଣି, ଇସ୍ରାଏଲ-ସନ୍ତାନଗଣ ଦାସ୍ୟକର୍ମ ସକାଶୁ ହାହାକାର ଓ କ୍ରନ୍ଦନ କଲେ ଓ ଦାସ୍ୟକର୍ମ ସକାଶୁ ସେମାନଙ୍କ ଆର୍ତ୍ତନାଦ ପରମେଶ୍ୱରଙ୍କ ଛାମୁରେ ଉପସ୍ଥିତ ହେଲା।
Exodus 3:7 in Oriya 7 ଏଥିଉତ୍ତାରେ ସଦାପ୍ରଭୁ କହିଲେ, “ଆମ୍ଭେ ମିସର ଦେଶସ୍ଥିତ ଆପଣା ଲୋକମାନଙ୍କର କ୍ଳେଶ ନିତାନ୍ତ ଦେଖିଅଛୁ ଓ କାର୍ଯ୍ୟଶାସକମାନଙ୍କ କାରଣରୁ ହେଉଥିବା ସେମାନଙ୍କ ରୋଦନ ଶୁଣିଅଛୁ; ଆମ୍ଭେ ସେମାନଙ୍କର ଯନ୍ତ୍ରଣା ଜାଣିଅଛୁ।
Judges 18:3 in Oriya 3 ସେମାନେ ମୀଖାର ଗୃହ ନିକଟରେ ଥିବାବେଳେ ସେହି ଲେବୀୟ ଯୁବା ଲୋକର ରବ ଚିହ୍ନିଲେ; ତହୁଁ ସେମାନେ ସେଠାକୁ ଯାଇ ତାହାକୁ ପଚାରିଲେ, ତୁମ୍ଭକୁ ଏଠାକୁ କିଏ ଆଣିଲା ? ତୁମ୍ଭେ ଏଠାରେ କଅଣ କରୁଅଛ ? ଓ ତୁମ୍ଭର ଏଠାରେ କଅଣ ଅଛି ?
Psalm 44:12 in Oriya 12 ତୁମ୍ଭେ ଆପଣା ଲୋକମାନଙ୍କୁ ବିନାମୂଲ୍ୟରେ ବିକ୍ରୟ କରୁଅଛ ଓ ସେମାନଙ୍କ ମୂଲ୍ୟ ଦ୍ୱାରା ଆପଣା ଧନ ବୃଦ୍ଧି କରି ନାହଁ।
Psalm 44:16 in Oriya 16 ସାରାଦିନ ମୋ' ଅପମାନ ମୋ' ସମ୍ମୁଖରେ ଥାଏ ଓ ମୋ' ମୁଖର ଲଜ୍ଜା ମୋତେ ଢାଙ୍କିଅଛି।
Psalm 74:10 in Oriya 10 ହେ ପରମେଶ୍ୱର, ବିପକ୍ଷ କେତେ କାଳ ନିନ୍ଦା କରିବ ? ଶତ୍ରୁ କି ସଦାକାଳ ତୁମ୍ଭ ନାମ ନିନ୍ଦା କରିବ ?
Psalm 74:18 in Oriya 18 ହେ ସଦାପ୍ରଭୁ, ଶତ୍ରୁ ଧିକ୍କାର କରିଅଛି ଓ ମୂଢ଼ ଗୋଷ୍ଠୀୟମାନେ ତୁମ୍ଭ ନାମର ନିନ୍ଦା କରିଅଛନ୍ତି, ଏହା ସ୍ମରଣ କର।
Psalm 74:22 in Oriya 22 ହେ ପରମେଶ୍ୱର, ଉଠ, ଆପଣାର ବିବାଦ ନିଷ୍ପନ୍ନ କର; ମୂଢ଼ ଲୋକ କିପରି ସାରାଦିନ ତୁମ୍ଭଙ୍କୁ ଧିକ୍କାର କରୁଅଛି, ସ୍ମରଣ କର।
Psalm 137:1 in Oriya 1 ଆମ୍ଭେମାନେ ବାବିଲୀୟ ନଦୀମାନର ନିକଟରେ ସିୟୋନକୁ ସ୍ମରଣ କଲା ବେଳେ ସେଠାରେ ବସିଲୁ ଓ ରୋଦନ କଲୁ।
Isaiah 22:16 in Oriya 16 ତୁମ୍ଭେ ଏଠାରେ କଅଣ କରୁଅଛ ? ଓ ଏଠାରେ ତୁମ୍ଭର କିଏ ଅଛି ଯେ, ତୁମ୍ଭେ ଆପଣା ପାଇଁ ଏକ କବର ଖୋଳିଅଛ ? ସେ ତ ଉଚ୍ଚ ସ୍ଥାନରେ ଆପଣା କବର ଖୋଳିଅଛି ଓ ଶୈଳରେ ଆପଣା ନିମନ୍ତେ ବାସସ୍ଥାନ ଖୋଦନ କରିଅଛି !
Isaiah 37:6 in Oriya 6 ତହିଁରେ ଯିଶାଇୟ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଆପଣା ପ୍ରଭୁଙ୍କୁ ଏହିପରି କହିବ, ସଦାପ୍ରଭୁ କହନ୍ତି, ଅଶୂରୀୟ ରାଜାର ଦାସମାନେ ଆମ୍ଭଙ୍କୁ ନିନ୍ଦା କରିବାର ଯେଉଁ କଥା ତୁମ୍ଭେ ଶୁଣିଅଛ, ତହିଁରେ ଭୀତ ହୁଅ ନାହିଁ।
Isaiah 37:28 in Oriya 28 ମାତ୍ର ତୁମ୍ଭର ବସିବାର, ବାହାରେ ଯିବାର, ଭିତରେ ଆସିବାର ଓ ଆମ୍ଭ ବିରୁଦ୍ଧରେ କ୍ରୋଧ କରିବାର ଆମ୍ଭେ ଜାଣୁ।
Isaiah 47:6 in Oriya 6 ଆମ୍ଭେ ଆପଣା ଲୋକମାନଙ୍କ ପ୍ରତି କ୍ରୁଦ୍ଧ ହୋଇ ଆପଣା ଅଧିକାର ଅପବିତ୍ର କଲୁ ଓ ତୁମ୍ଭ ହସ୍ତରେ ସେମାନଙ୍କୁ ସମର୍ପଣ କଲୁ; ତୁମ୍ଭେ ସେମାନଙ୍କ ପ୍ରତି କିଛି ଦୟା ପ୍ରକାଶ କଲ ନାହିଁ; ତୁମ୍ଭେ ବୃଦ୍ଧ ଲୋକ ଉପରେ ତୁମ୍ଭର ଯୁଆଳି ବଡ଼ ଭାରୀ କରି ଥୋଇଲ।
Isaiah 51:20 in Oriya 20 ଜାଲରେ ବଦ୍ଧ ହରିଣର ପ୍ରାୟ ତୁମ୍ଭର ପୁତ୍ରଗଣ ମୂର୍ଚ୍ଛିତ ହୋଇଅଛନ୍ତି, ସେମାନେ ପ୍ରତ୍ୟେକ ସଡ଼କର ମୁଣ୍ଡରେ ପଡ଼ିଛନ୍ତି; ସେମାନେ ସଦାପ୍ରଭୁଙ୍କ କୋପରେ, ତୁମ୍ଭ ପରମେଶ୍ୱରଙ୍କ ଧମକରେ ପରିପୂର୍ଣ୍ଣ।
Isaiah 51:23 in Oriya 23 ପୁଣି, ଯେଉଁମାନେ ତୁମ୍ଭକୁ କ୍ଲେଶ ଦିଅନ୍ତି, ସେମାନଙ୍କ ହସ୍ତରେ ଆମ୍ଭେ ତାହା ଦେବା; ସେମାନେ ତୁମ୍ଭ ପ୍ରାଣକୁ କହିଅଛନ୍ତି, ନଇଁ ପଡ଼, ଆମ୍ଭେମାନେ ତୁମ୍ଭ ଉପର ଦେଇ ଗମନ କରିବା : ଆଉ, ତୁମ୍ଭେ ଭୂମି ଓ ସଡ଼କ ପରି ଗମନକାରୀମାନଙ୍କ ନିମନ୍ତେ ଆପଣା ପିଠି ପାତି ଦେଇଅଛ।”
Isaiah 52:3 in Oriya 3 କାରଣ ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ବିନାମୂଲ୍ୟରେ ବିକ୍ରୀତ ହୋଇଥିଲ, ଆଉ ବିନାମୂଲ୍ୟରେ ମୁକ୍ତ କରାଯିବ।”
Jeremiah 50:17 in Oriya 17 ଇସ୍ରାଏଲ ଛିନ୍ନଭିନ୍ନ ମେଷ ସ୍ୱରୂପ; ସିଂହମାନେ ତାହାକୁ ତଡ଼ି ଦେଇଅଛନ୍ତି; ପ୍ରଥମରେ ଅଶୂରର ରାଜା ତାହାକୁ ଗ୍ରାସ କଲା; ଆଉ, ଶେଷରେ ବାବିଲର ରାଜା ଏହି ନବୂଖଦ୍ନିତ୍ସର ତାହାର ହାଡ଼ସବୁ ଭାଙ୍ଗି ପକାଇଅଛି।
Lamentations 1:21 in Oriya 21 ଲୋକମାନେ ମୋହର ଦୀର୍ଘ ନିଶ୍ୱାସ ଶୁଣିଅଛନ୍ତି; ମୋତେ ସାନ୍ତ୍ୱନା କରିବାକୁ କେହି ନାହାନ୍ତି; ମୋର ଶତ୍ରୁ ସମସ୍ତେ ମୋ' ବିପଦର କଥା ଶୁଣିଅଛନ୍ତି; ତୁମ୍ଭେ ତାହା ଘଟାଇଅଛ ବୋଲି ସେମାନେ ଆନନ୍ଦିତ ଅଟନ୍ତି; ତୁମ୍ଭେ ଯେଉଁ ଦିନର କଥା ପ୍ରଚାର କରିଅଛ, ତାହା ଉପସ୍ଥିତ କରିବ, ପୁଣି ସେମାନେ ମୋହର ତୁଲ୍ୟ ହେବେ।
Lamentations 2:3 in Oriya 3 ସେ ପ୍ରଚଣ୍ଡ କ୍ରୋଧରେ ଇସ୍ରାଏଲର ଶୃଙ୍ଗସବୁ କାଟି ପକାଇଅଛନ୍ତି; ସେ ଶତ୍ରୁ ସମ୍ମୁଖରୁ ଆପଣା ଦକ୍ଷିଣ ହସ୍ତ ପଛକୁ ଟାଣି ନେଇଅଛନ୍ତି; ଆଉ, ସେ ଅଗ୍ନିଶିଖା ପରି ଯାକୁବକୁ ପ୍ରଜ୍ୱଳିତ କରିଅଛନ୍ତି, ତାହା ଚତୁର୍ଦ୍ଦିଗ ଗ୍ରାସ କରଇ।
Lamentations 5:13 in Oriya 13 ଯୁବା ଲୋକମାନେ ଚକି ବହିଲେ, ଆଉ ପିଲାମାନେ କାଷ୍ଠ ଭାରରେ ଝୁଣ୍ଟି ପଡ଼ିଲେ।
Ezekiel 20:9 in Oriya 9 ତଥାପି ସେମାନେ ଯେଉଁମାନଙ୍କ ମଧ୍ୟରେ ଥିଲେ, ଯେଉଁମାନଙ୍କ ସାକ୍ଷାତରେ ଆମ୍ଭେ ସେମାନଙ୍କୁ, ମିସର ଦେଶରୁ ବାହାର କରି ଆଣିବା ଦ୍ୱାରା ଆପଣାର ପରିଚୟ ଦେଇଥିଲୁ, ସେହି ଗୋଷ୍ଠୀୟମାନଙ୍କ ସାକ୍ଷାତରେ ଆମ୍ଭର ନାମ ଯେପରି ଅପବିତ୍ର ନ ହୁଏ, ଏଥିପାଇଁ ଆମ୍ଭେ ଆପଣା ନାମ ନିମନ୍ତେ କାର୍ଯ୍ୟ କଲୁ।
Ezekiel 20:14 in Oriya 14 ତଥାପି ଯେଉଁ ଗୋଷ୍ଠୀଗଣ ସାକ୍ଷାତରେ ଆମ୍ଭେ ସେମାନଙ୍କୁ ବାହାର କରି ଆଣିଲୁ, ସେମାନଙ୍କ ଦୃଷ୍ଟିରେ ଆମ୍ଭର ନାମ ଯେପରି ଅପବିତ୍ର ନ ହୁଏ, ଏଥିପାଇଁ ଆମ୍ଭେ ଆପଣା ନାମ ନିମନ୍ତେ କାର୍ଯ୍ୟ କଲୁ।
Ezekiel 36:20 in Oriya 20 ପୁଣି, ଯେଉଁ ସ୍ଥାନକୁ ସେମାନେ ଗଲେ, ସେହି ସ୍ଥାନରେ ଗୋଷ୍ଠୀୟମାନଙ୍କ ମଧ୍ୟକୁ ଯାଇ ସେମାନେ ଆମ୍ଭର ପବିତ୍ର ନାମ ଅପବିତ୍ର କଲେ; ତହିଁରେ ଲୋକମାନେ ସେମାନଙ୍କ ବିଷୟରେ କହିଲେ, ଏମାନେ ସଦାପ୍ରଭୁଙ୍କର ଲୋକ ଓ ତାହାଙ୍କ ଦେଶରୁ ବାହାରି ଯାଇଅଛନ୍ତି।
Zephaniah 1:10 in Oriya 10 ପୁଣି, ସଦାପ୍ରଭୁ କହନ୍ତି, ସେହି ଦିନ ମତ୍ସ୍ୟଦ୍ୱାରଠାରୁ କ୍ରନ୍ଦନର ଶବ୍ଦ ଓ (ନଗରର) ଦ୍ୱିତୀୟ ବିଭାଗଠାରୁ ହାହାକାର ଶବ୍ଦ ଓ ଉପପର୍ବତଗଣରୁ ମହାଭଙ୍ଗର ଶବ୍ଦ ଶୁଣାଯିବ।
Romans 2:24 in Oriya 24 କାରଣ ଯେପରି ଲେଖା ଅଛି, “ତୁମ୍ଭମାନଙ୍କ ହେତୁ ଅଣଯିହୂଦୀମାନଙ୍କ ମଧ୍ୟରେ ଇଶ୍ବରଙ୍କ ନାମ ନିନ୍ଦିତ ହେଉଅଛି।”