Isaiah 52:7 in Oriya 7 ଯେଉଁ ଜନ ସୁସମାଚାର ଆଣୁଅଛି, ଯେ ଶାନ୍ତି ପ୍ରଚାର କରୁଅଛି, ଯେ ମଙ୍ଗଳର ସୁସମାଚାର ଆଣୁଅଛି, ଯେ ପରିତ୍ରାଣ ପ୍ରଚାର କରୁଅଛି, ଯେ ସିୟୋନକୁ “ତୁମ୍ଭ ପରମେଶ୍ୱର ରାଜ୍ୟ କରନ୍ତି” ବୋଲି କହୁଅଛି, ତାହାର ଚରଣ ପର୍ବତଗଣର ଉପରେ କିପରି ଶୋଭା ପାଏ !
Other Translations King James Version (KJV) How beautiful upon the mountains are the feet of him that bringeth good tidings, that publisheth peace; that bringeth good tidings of good, that publisheth salvation; that saith unto Zion, Thy God reigneth!
American Standard Version (ASV) How beautiful upon the mountains are the feet of him that bringeth good tidings, that publisheth peace, that bringeth good tidings of good, that publisheth salvation, that saith unto Zion, Thy God reigneth!
Bible in Basic English (BBE) How beautiful on the mountains are the feet of him who comes with good news, who gives word of peace, saying that salvation is near; who says to Zion, Your God is ruling!
Darby English Bible (DBY) How beautiful upon the mountains are the feet of him that announceth glad tidings, that publisheth peace; that announceth glad tidings of good, that publisheth salvation, that saith unto Zion, Thy God reigneth!
World English Bible (WEB) How beautiful on the mountains are the feet of him who brings good news, who publishes peace, who brings good news of good, who publishes salvation, who says to Zion, Your God reigns!
Young's Literal Translation (YLT) How comely on the mountains, Have been the feet of one proclaiming tidings, Sounding peace, proclaiming good tidings, Sounding salvation, Saying to Zion, `Reigned hath thy God.'
Cross Reference Psalm 59:13 in Oriya 13 ଯେପରି ସେମାନେ ଆଉ ନ ଥିବେ, ଏଥିପାଇଁ ସେମାନଙ୍କୁ କୋପରେ ସଂହାର କର, ସେମାନଙ୍କୁ ସଂହାର କର; ପୁଣି, ପରମେଶ୍ୱର ଯେ ଯାକୁବ ମଧ୍ୟରେ, ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ କର୍ତ୍ତୃତ୍ୱ କରନ୍ତି, ଏହା ସେମାନେ ଜ୍ଞାତ ହେଉନ୍ତୁ। ସେଲା
Psalm 68:11 in Oriya 11 ପ୍ରଭୁ ବାକ୍ୟ ପ୍ରଦାନ କରନ୍ତି; ଶୁଭବାର୍ତ୍ତା ପ୍ରଚାରିକା ସ୍ତ୍ରୀଗଣ ମହାବାହିନୀ ଅଟନ୍ତି।
Psalm 93:1 in Oriya 1 ସଦାପ୍ରଭୁ ରାଜ୍ୟ କରନ୍ତି; ସେ ମହିମାରେ ବସ୍ତ୍ରାନ୍ୱିତ; ସଦାପ୍ରଭୁ ବସ୍ତ୍ରାନ୍ୱିତ ହୋଇ ବଳରେ ଆପଣା କଟି ବାନ୍ଧିଅଛନ୍ତି; ଜଗତ ମଧ୍ୟ ଏପରି ସ୍ଥାପିତ ଯେ, ତାହା ବିଚଳିତ ହୋଇ ନ ପାରେ।
Psalm 96:10 in Oriya 10 “ସଦାପ୍ରଭୁ ରାଜ୍ୟ କରନ୍ତି,” ଏହା ଗୋଷ୍ଠୀବର୍ଗ ମଧ୍ୟରେ କୁହ; ଜଗତ ହିଁ ସୁସ୍ଥିର, ତାହା ବିଚଳିତ ହୋଇ ନ ପାରେ; ସେ ଗୋଷ୍ଠୀବର୍ଗକୁ ନ୍ୟାୟରେ ବିଚାର କରିବେ।
Psalm 97:1 in Oriya 1 ସଦାପ୍ରଭୁ ରାଜ୍ୟ କରନ୍ତି; ପୃଥିବୀ ଉଲ୍ଲାସ କରୁ; ଦ୍ୱୀପସମୂହ ଆନନ୍ଦିତ ହେଉନ୍ତୁ।
Psalm 99:1 in Oriya 1 ସଦାପ୍ରଭୁ ରାଜ୍ୟ କରନ୍ତି; ଗୋଷ୍ଠୀବର୍ଗ କମ୍ପିତ ହେଉନ୍ତୁ; ସେ କିରୂବଗଣ ଉପରେ ଉପବିଷ୍ଟ; ପୃଥିବୀ ବିଚଳିତ ହେଉ।
Song of Solomon 2:8 in Oriya 8 ଏହି ତ ମୋ' ପ୍ରିୟତମଙ୍କ ରବ ! ଦେଖ, ସେ ପର୍ବତଗଣ ଉପରେ କୁଦି କୁଦି, ଉପପର୍ବତଗଣ ଉପରେ ଡେଇଁ ଡେଇଁ ଆସୁଅଛନ୍ତି।
Isaiah 24:23 in Oriya 23 ସେତେବେଳେ ଚନ୍ଦ୍ର ଅପ୍ରସ୍ତୁତ ଓ ସୂର୍ଯ୍ୟ ଲଜ୍ଜିତ ହେବ; କାରଣ ସୈନ୍ୟାଧିପତି ସଦାପ୍ରଭୁ ସିୟୋନ ପର୍ବତରେ, ଯିରୂଶାଲମରେ ଓ ତାହାଙ୍କ ପ୍ରାଚୀନବର୍ଗର ସମ୍ମୁଖରେ ମହାପ୍ରତାପରେ ରାଜତ୍ୱ କରିବେ।
Isaiah 33:22 in Oriya 22 କାରଣ ସଦାପ୍ରଭୁ ଆମ୍ଭମାନଙ୍କର ବିଚାରକର୍ତ୍ତା, ସଦାପ୍ରଭୁ ଆମ୍ଭମାନଙ୍କର ବ୍ୟବସ୍ଥାଦାତା, ସଦାପ୍ରଭୁ ଆମ୍ଭମାନଙ୍କର ରାଜା, ସେ ଆମ୍ଭମାନଙ୍କର ପରିତ୍ରାଣ କରିବେ।
Isaiah 40:9 in Oriya 9 ହେ ସିୟୋନ ନିକଟରେ ସୁସମାଚାର ପ୍ରଚାରକାରିଣୀ, ତୁମ୍ଭେ ଉଚ୍ଚ ପର୍ବତକୁ ଯାଅ; ହେ ଯିରୂଶାଲମ ନିକଟରେ ସୁସମାଚାର ପ୍ରଚାରକାରିଣୀ, ତୁମ୍ଭେ ବଳରେ ଉଚ୍ଚସ୍ୱର କର, ଉଚ୍ଚସ୍ୱର କର, ଭୟ କର ନାହିଁ; ଯିହୁଦାର ନଗରସମୂହକୁ କୁହ, “ହେଇ ଦେଖ, ତୁମ୍ଭମାନଙ୍କ ପରମେଶ୍ୱର !”
Isaiah 61:1 in Oriya 1 ପ୍ରଭୁ ସଦାପ୍ରଭୁଙ୍କର ଆତ୍ମା ମୋ'ଠାରେ ଅଧିଷ୍ଠାନ କରନ୍ତି; କାରଣ ନମ୍ର ଲୋକମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିବା ପାଇଁ ସଦାପ୍ରଭୁ ମୋତେ ଅଭିଷିକ୍ତ କରିଅଛନ୍ତି; ସେ ଭଗ୍ନାନ୍ତଃକରଣ ଲୋକମାନଙ୍କର କ୍ଷତ ବାନ୍ଧିବାକୁ, ବନ୍ଦୀ ଲୋକମାନଙ୍କ ପ୍ରତି ମୁକ୍ତି ଓ କାରାବଦ୍ଧ ଲୋକମାନଙ୍କ ପ୍ରତି କାରାଗାର ମୁକ୍ତ ହେବାର କଥା ପ୍ରଚାର କରିବାକୁ;
Micah 4:7 in Oriya 7 ପୁଣି, ଆମ୍ଭେ ପଙ୍ଗୁକୁ ଅବଶିଷ୍ଟାଂଶ କରି ରଖିବା ଓ ଯେ ଦୁରୀକୃତ ହୋଇଥିଲା, ତାହାକୁ ବଳବତୀ ଗୋଷ୍ଠୀ କରିବା ଆଉ, ସଦାପ୍ରଭୁ ଆଜିଠାରୁ ସଦାକାଳ ପର୍ଯ୍ୟନ୍ତ ସିୟୋନ ପର୍ବତରେ ସେମାନଙ୍କ ଉପରେ ରାଜତ୍ୱ କରିବେ।
Nahum 1:15 in Oriya 15 ଯେ ସୁସମାଚାର ଆଣେ ଓ ଶାନ୍ତି ପ୍ରଚାର କରେ, ପର୍ବତଗଣର ଉପରେ ତାହାର ଚରଣ ଦେଖ ! ହେ ଯିହୁଦା, ତୁମ୍ଭେ ଆପଣା ଉତ୍ସବସକଳ ପାଳନ କର ଓ ଆପଣା ମାନତସବୁ ପୂର୍ଣ୍ଣ କର; କାରଣ ସେହି ଶତ୍ରୁଗଣ ତୁମ୍ଭ ମଧ୍ୟରେ ଆଉ ଗତାୟାତ କରିବେ ନାହିଁ; ଯେହେତୁ ସେମାନେ ସମ୍ପୂର୍ଣ୍ଣ ରୂପେ ଉଚ୍ଛିନ୍ନ ହୋଇଅଛନ୍ତି।
Zechariah 9:9 in Oriya 9 ଗୋ ସିୟୋନ କନ୍ୟେ, ଅତିଶୟ ଉଲ୍ଲାସ କର ! ଗୋ ଯିରୂଶାଲମ କନ୍ୟେ, ଜୟଧ୍ୱନି କର ! ଦେଖ, ତୁମ୍ଭର ରାଜା ତୁମ୍ଭ ନିକଟକୁ ଆସୁଅଛନ୍ତି; ସେ ଧର୍ମମୟ ଓ ପରିତ୍ରାଣବିଶିଷ୍ଟ; ସେ ନମ୍ରଶୀଳ ଓ ଗର୍ଦ୍ଦଭ ଉପରେ, ଅର୍ଥାତ୍, ଗର୍ଦ୍ଦଭୀର ଶାବକ ଉପରେ ଆରୋହଣ କରି ଆସୁଅଛନ୍ତି।
Matthew 25:34 in Oriya 34 ସେତେବେଳେ ରାଜା ଆପଣା ଦକ୍ଷିଣ ପାର୍ଶ୍ୱସ୍ଥ ଲୋକଙ୍କୁ କହିବେ, ଆସ, ମୋହର ପିତାଙ୍କ ଆଶୀର୍ବାଦପାତ୍ରମାନେ, ତୁମ୍ଭମାନଙ୍କ ନିମନ୍ତେ ଜଗତର ପତ୍ତନାବଧି ଯେଉଁ ରାଜ୍ୟ ପ୍ରସ୍ତୁତ କରାଯାଇଅଛି, ସେଥିରେ ଅଧିକାରୀ ହୁଅ;
Matthew 28:18 in Oriya 18 ପୁଣି, ଯୀଶୁ ସେମାନଙ୍କ ନିକଟକୁ ଆସି ଆଳାପ କରି କହିଲେ, ସ୍ୱର୍ଗ ଓ ପୃଥିବୀର ସମସ୍ତ ଅଧିକାର ମୋତେ ଦିଆଯାଇଅଛି।
Mark 13:10 in Oriya 10 ପୁଣି, ସମସ୍ତ ଜାତି ନିକଟରେ ସୁସମାଚାର ପ୍ରଥମରେ ଅବଶ୍ୟ ଘୋଷଣା କରାଯିବ।
Mark 16:15 in Oriya 15 ପୁଣି, ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭେମାନେ ସମୁଦାୟ ଜଗତକୁ ଯାଇ ସମସ୍ତ ମାନବଜାତି ନିକଟରେ ସୁସମାଚାର ଘୋଷଣା କର।
Luke 2:10 in Oriya 10 ସେଥିରେ ଦୂତ ସେମାନଙ୍କୁ କହିଲେ, ଭୟ କର ନାହିଁ; ଦେଖ, ମୁଁ ସମସ୍ତ ଲୋକଙ୍କର ଅତ୍ୟନ୍ତ ଆନନ୍ଦଜନକ ସୁସମାଚାର ତୁମ୍ଭମାନଙ୍କୁ ଜଣାଉଅଛି,
Luke 24:47 in Oriya 47 ପୁଣି, ଯିରୂଶାଲମରୁ ଆରମ୍ଭ କରି ସମସ୍ତ ଜାତିଙ୍କ ନିକଟରେ ତାହାଙ୍କ ନାମରେ ପାପ କ୍ଷମା ନିମନ୍ତେ ମନପରିବର୍ତ୍ତନର ପ୍ରସଙ୍ଗ ଘୋଷଣା କରାଯିବ।
Acts 10:36 in Oriya 36 ସେ ତ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଶାନ୍ତିର ସୁସମାଚାର ପ୍ରଚାର କରାଇ ଇସ୍ରାଏଲ ସନ୍ତାନମାନଙ୍କ ନିକଟକୁ ଏହି ବାକ୍ୟ ପ୍ରେରଣ କଲେ; ସେହି ଯୀଶୁ ଖ୍ରୀଷ୍ଟ ସମସ୍ତଙ୍କର ପ୍ରଭୁ।
Romans 10:12 in Oriya 12 କାରଣ ଯିହୂଦୀ ଓ ଗ୍ରୀକ୍ ମଧ୍ୟରେ କିଛି ପ୍ରଭେଦ ନାହିଁ; ଯେଣୁ ସମସ୍ତଙ୍କର ତ ଏକ ପ୍ରଭୁ, ଆଉ ଯେତେ ଲୋକ ତାହାଙ୍କ ନିକଟରେ ପ୍ରାର୍ଥନା କରନ୍ତି, ସେ ସମସ୍ତଙ୍କ ପ୍ରତି ସେ ଅନୁଗ୍ରହର ନିଧିସ୍ୱରୂପ।
Ephesians 6:15 in Oriya 15 ଶାନ୍ତିଦାୟକ ସୁସମାଚାର ନିମନ୍ତେ ସୁସଜ୍ଜିତ ପାଦୁକା ପାଦରେ ପିନ୍ଧି ଅଟଳ ହୋଇଥାଅ;
Revelation 11:15 in Oriya 15 ସପ୍ତମ ଦୂତ ତୂରୀଧ୍ୱନୀ କରନ୍ତେ ସ୍ୱର୍ଗରେ ମହାଶବ୍ଦ ସହ ଏହି ବାଣୀ ହେଲା, ଜଗତ ଉପରେ ରାଜତ୍ୱ ଆମ୍ଭମାନଙ୍କ ପ୍ରଭୁଙ୍କର ଓ ତାହାଙ୍କ ଖ୍ରୀଷ୍ଟଙ୍କର ହସ୍ତଗତ ହୋଇଅଛି, ଆଉ ସେ ଯୁଗେ ଯୁଗେ ରାଜତ୍ୱ କରିବେ।
Revelation 14:6 in Oriya 6 ପରେ ମୁଁ ଆଉ ଜଣେ ଦୂତଙ୍କୁ ଆକାଶର ମଧ୍ୟଭାଗରେ ଉଡ଼ିବାର ଦେଖିଲି, ସେ ପୃଥିବୀନିବାସୀ ସମସ୍ତ ଜାତି, ଗୋଷ୍ଠୀ, ଭାଷାବାଦୀ ଓ ବଂଶୀୟ ଲୋକଙ୍କ ନିକଟରେ ପ୍ରଚାର କରିବା ନିମନ୍ତେ ଏକ ଅନନ୍ତକାଳସ୍ଥାୟୀ ସୁସମାଚାର ପ୍ରାପ୍ତ ହୋଇ ଉଚ୍ଚସ୍ୱରରେ କହିଲେ,