Isaiah 53:3 in Oriya 3 ସେ ଅବଜ୍ଞାତ ଓ ମନୁଷ୍ୟର ତ୍ୟକ୍ତ; ଦୁଃଖୀ ଲୋକ ଓ ଶୋକପରିଚିତ, ପୁଣି ମନୁଷ୍ୟମାନେ ଯାହାଠାରୁ ମୁଖ ଆଚ୍ଛାଦନ କରନ୍ତି, ଏପରି ଲୋକ ତୁଲ୍ୟ ସେ ଅବଜ୍ଞାତ ହେଲେ, ଆଉ ଆମ୍ଭେମାନେ ତାହାଙ୍କୁ ମାନ୍ୟ କଲୁ ନାହିଁ।
Other Translations King James Version (KJV) He is despised and rejected of men; a man of sorrows, and acquainted with grief: and we hid as it were our faces from him; he was despised, and we esteemed him not.
American Standard Version (ASV) He was despised, and rejected of men; a man of sorrows, and acquainted with grief: and as one from whom men hide their face he was despised; and we esteemed him not.
Bible in Basic English (BBE) Men made sport of him, turning away from him; he was a man of sorrows, marked by disease; and like one from whom men's faces are turned away, he was looked down on, and we put no value on him.
Darby English Bible (DBY) He is despised and left alone of men; a man of sorrows, and acquainted with grief, and like one from whom [men] hide their faces; -- despised, and we esteemed him not.
World English Bible (WEB) He was despised, and rejected by men; a man of suffering, and acquainted with disease: and as one from whom men hide their face he was despised; and we didn't respect him.
Young's Literal Translation (YLT) He is despised, and left of men, A man of pains, and acquainted with sickness, And as one hiding the face from us, He is despised, and we esteemed him not.
Cross Reference Deuteronomy 32:15 in Oriya 15 ମାତ୍ର ଯିଶୁରୁଣ ଚର୍ବିରେ ଫୁଲି ପଦାଘାତ କଲା; ତୁମ୍ଭେ ଚର୍ବିରେ ଫୁଲିଅଛ, ତୁମ୍ଭେ ମୋଟା ହୋଇଅଛ, ତୁମ୍ଭେ ଚିକ୍କଣ ହୋଇଅଛ; ତହୁଁ ସେ ଆପଣା ସୃଷ୍ଟିକର୍ତ୍ତା ପରମେଶ୍ୱରଙ୍କୁ ତ୍ୟାଗ କଲା, ପୁଣି ଆପଣା ତ୍ରାଣ ରୂପ ଶୈଳଙ୍କୁ ଲଘୁ ଜ୍ଞାନ କଲା।
Psalm 22:6 in Oriya 6 ମାତ୍ର ମୁଁ କୀଟ, ମନୁଷ୍ୟ ନୁହେଁ; ମନୁଷ୍ୟମାନଙ୍କର ନିନ୍ଦାପାତ୍ର ଓ ଲୋକମାନଙ୍କର ଅବଜ୍ଞାତ।
Psalm 69:10 in Oriya 10 ମୁଁ ରୋଦନ କଲେ ଓ ଉପବାସ ଦ୍ୱାରା ଆପଣା ପ୍ରାଣକୁ କ୍ଳେଶ ଦେଲେ, ତାହା ମୋ' ନିନ୍ଦାର ବିଷୟ ହେଲା।
Psalm 69:19 in Oriya 19 ତୁମ୍ଭେ ମୋହର ନିନ୍ଦା ଓ ମୋହର ଲଜ୍ଜା ଓ ମୋହର ଅପମାନ ଜାଣୁଅଛ; ମୋହର ବିପକ୍ଷ ସମସ୍ତେ ତୁମ୍ଭ ସମ୍ମୁଖରେ ଅଛନ୍ତି।
Psalm 69:29 in Oriya 29 ମାତ୍ର ମୁଁ ଦୁଃଖୀ ଓ ଶୋକାକୁଳ ଅଟେ; ହେ ପରମେଶ୍ୱର, ତୁମ୍ଭର ପରିତ୍ରାଣ ମୋତେ ଉଚ୍ଚରେ ସ୍ଥାପନ କରୁ।
Isaiah 49:7 in Oriya 7 ଯାହାକୁ ମନୁଷ୍ୟ ଅବଜ୍ଞା କରେ, ଯାହାକୁ ଦେଶୀୟ ଲୋକମାନେ ଘୃଣା କରନ୍ତି, ଯେ ଶାସନକର୍ତ୍ତାମାନଙ୍କର ଦାସ, ତାହାକୁ ଇସ୍ରାଏଲର ମୁକ୍ତିଦାତା ଓ ତାହାର ଧର୍ମସ୍ୱରୂପ ସଦାପ୍ରଭୁ ଏହି କଥା କହନ୍ତି, “ବିଶ୍ୱାସନୀୟ ଓ ଇସ୍ରାଏଲର ଧର୍ମସ୍ୱରୂପ ଯେଉଁ ସଦାପ୍ରଭୁ ତୁମ୍ଭକୁ ମନୋନୀତ କରିଅଛନ୍ତି, ତାହାଙ୍କ ସକାଶୁ ରାଜାମାନେ ତୁମ୍ଭକୁ ଦେଖିଲେ ଉଠିବେ; ଅଧିପତିମାନେ ତୁମ୍ଭକୁ ପ୍ରଣାମ କରିବେ।”
Isaiah 50:6 in Oriya 6 ମୁଁ ପ୍ରହାରକ ପ୍ରତି ଆପଣା ପିଠି, ଦାଢ଼ି ଉପାଡ଼ିବା ଲୋକମାନଙ୍କ ପ୍ରତି ଆପଣା ଗାଲ ପାତି ଦେଲି; ମୁଁ ଅପମାନ ଓ ଛେପ ପକାଇବାରୁ ମୋହର ମୁଖ ଲୁଚାଇ ନାହିଁ।
Isaiah 53:4 in Oriya 4 ନିଶ୍ଚୟ ସେ ଆମ୍ଭମାନଙ୍କର ଯାତନାସବୁ ଧାରଣ କରିଅଛନ୍ତି ଓ ଆମ୍ଭମାନଙ୍କର ବ୍ୟଥାସବୁ ବହନ କରିଅଛନ୍ତି। ତଥାପି ଆମ୍ଭେମାନେ ତାହାଙ୍କୁ ଆହତ ଓ ପରମେଶ୍ୱରଙ୍କ ଦ୍ୱାରା ପ୍ରହାରିତ ଓ ଦୁଃଖଗ୍ରସ୍ତ ବୋଲି ମଣିଲୁ।
Isaiah 53:10 in Oriya 10 ତଥାପି ତାହାଙ୍କୁ ଚୂର୍ଣ୍ଣ କରିବାକୁ ସଦାପ୍ରଭୁଙ୍କର ଅଭିମତ ହେଲା; ସେ ତାହାଙ୍କୁ ଦୁଃଖଗ୍ରସ୍ତ କରିଅଛନ୍ତି; ତୁମ୍ଭେ ତାହାଙ୍କ ପ୍ରାଣକୁ ପାପାର୍ଥକ ବଳି କଲେ, ସେ ଆପଣା ବଂଶ ଦେଖିବେ, ସେ ଦୀର୍ଘାୟୁ ହେବେ ଓ ତାହାଙ୍କ ହସ୍ତରେ ସଦାପ୍ରଭୁଙ୍କର ଇଷ୍ଟ ସିଦ୍ଧ ହେବ।
Micah 5:1 in Oriya 1 ହେ ସୈନ୍ୟଦଳର କନ୍ୟେ, ଏବେ ତୁମ୍ଭେ ଦଳ ଦଳ ହୋଇ ଆପଣାକୁ ଏକତ୍ର କର; ସେମାନେ ଆମ୍ଭମାନଙ୍କ ପ୍ରତିକୂଳରେ ସୈନ୍ୟ ବେଷ୍ଟନ କରିଅଛନ୍ତି; ସେମାନେ ଇସ୍ରାଏଲର ବିଚାରକର୍ତ୍ତାର ଗାଲରେ ଦଣ୍ଡାଘାତ କରିବେ।
Zechariah 11:8 in Oriya 8 ଆଉ, ମୁଁ ଏକ ମାସ ମଧ୍ୟରେ ତିନି ଜଣ ପାଳକଙ୍କୁ ଉଚ୍ଛିନ୍ନ କଲି; କାରଣ ସେମାନଙ୍କ ବିଷୟରେ ମୋର ପ୍ରାଣ ବିରକ୍ତି ହୋଇଥିଲା, ମଧ୍ୟ ସେମାନଙ୍କ ପ୍ରାଣ ମୋତେ ଘୃଣା କଲା।
Zechariah 11:12 in Oriya 12 ପୁଣି, ମୁଁ ସେମାନଙ୍କୁ କହିଲି, “ଯଦି ତୁମ୍ଭେମାନେ ଭଲ ବୋଧ କର, ତେବେ ମୋର ବେତନ ମୋତେ ଦିଅ; ନୋହିଲେ କ୍ଷାନ୍ତ ହୁଅ।” ତହିଁରେ ସେମାନେ ମୋର ବେତନ ନିମନ୍ତେ ତିରିଶ ରୌପ୍ୟ ମୁଦ୍ରା ତୌଲି କରି ଦେଲେ।
Matthew 26:37 in Oriya 37 ଆଉ, ସେ ପିତର ଓ ଜେବଦୀଙ୍କ ଦୁଇ ପୁତ୍ରଙ୍କୁ ସାଙ୍ଗରେ ନେଇ ଶୋକାକୁଳ ଓ ବ୍ୟଥିତ ହେବାକୁ ଲାଗିଲେ।
Matthew 26:67 in Oriya 67 ସେତେବେଳେ ସେମାନେ ତାହାଙ୍କ ମୁହଁରେ ଛେପ ପକାଇ ତାହାଙ୍କୁ ବିଧା ମାରିଲେ; ଆଉ କେହି କେହି ତାହାଙ୍କୁ ଚାପୁଡ଼ା ମାରି କହିଲେ,
Matthew 27:9 in Oriya 9 ଏଥିରେ ଯିରିମୀୟ ଭାବବାଦୀଙ୍କ ଦ୍ୱାରା ଉକ୍ତ ଏହି ବାକ୍ୟ ସଫଳ ହେଲା, ଇସ୍ରାଏଲ ସନ୍ତାନମାନେ ଯାହାଙ୍କ ମୂଲ୍ୟ ନିରୂପଣ କରିଥିଲେ, ତାହାଙ୍କ ମୂଲ୍ୟ ସ୍ୱରୂପ ସେହି ତିରିଶିଗୋଟି ରୌପ୍ୟମୁଦ୍ରା ସେମାନେ ନେଇ
Matthew 27:39 in Oriya 39 ଆଉ, ସେହି ବାଟ ଦେଇ ଯାଉଥିବା ଲୋକମାନେ ଆପଣା ଆପଣା ମୁଣ୍ଡ ହଲାଇ ତାହାଙ୍କର ନିନ୍ଦା କରି କହିବାକୁ ଲାଗିଲେ,
Matthew 27:63 in Oriya 63 ମହାଶୟ, ଆମ୍ଭମାନଙ୍କର ମନେ ପଢ଼ୁଅଛି, ସେହି ପ୍ରବଞ୍ଚକ ଜୀବିତ ଥିବା ସମୟରେ କହିଥିଲା, ତିନି ଦିନ ପରେ ମୁଁ ଉଠିବି।
Mark 9:12 in Oriya 12 ସେଥିରେ ସେ ସେମାନଙ୍କୁ କହିଲେ, ଏଲିୟ ପ୍ରଥମେ ଆସି ସମସ୍ତ ବିଷୟ ପୁନଃସ୍ଥାପନ କରିବା କଥା ସତ, ମାତ୍ର ମନୁଷ୍ୟପୁତ୍ର ବହୁ ଦୁଃଖଭୋଗ କରି ତୁଚ୍ଛୀକୃତ ହେବେ, ଏହା କିପରି ତାହାଙ୍କ ବିଷୟରେ ଲେଖା ଅଛି ?
Mark 14:34 in Oriya 34 ସେଥିରେ ଯୀଶୁ ସେମାନଙ୍କୁ କହିଲେ, ମୋହର ପ୍ରାଣ ମୃତ୍ୟୁଭୋଗ କରିବା ପରି ଅତ୍ୟନ୍ତ ଶୋକାକୁଳ ହେଉଅଛି; ତୁମ୍ଭେମାନେ ଏଠାରେ ରହି ଜାଗିଥାଅ।
Mark 15:19 in Oriya 19 ପୁଣି, ସେମାନେ ଗୋଟିଏ ନଳ ଘେନି ତାହାଙ୍କ ମୁଣ୍ଡରେ ଆଘାତ କଲେ, ଆଉ ଆଣ୍ଠୁ ମାଡ଼ି ପ୍ରଣାମ କରିବାକୁ ଲାଗିଲେ।
Luke 8:53 in Oriya 53 କିନ୍ତୁ ସେ ମରିଯାଇଅଛି ବୋଲି ଜାଣିଥିବାରୁ ସେମାନେ ତାହାଙ୍କୁ ପରିହାସ କରିବାକୁ ଲାଗିଲେ।
Luke 9:22 in Oriya 22 ମନୁଷ୍ୟପୁତ୍ରଙ୍କୁ ଅବଶ୍ୟ ବହୁତ ଦୁଃଖଭୋଗ କରିବାକୁ ହେବ ଏବଂ ପ୍ରାଚୀନ, ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନଙ୍କ ଦ୍ୱାରା ଅଗ୍ରାହ୍ୟ ହୋଇ ହତ ହେବାକୁ ହେବ, ପୁଣି, ତୃତୀୟ ଦିନରେ ଉଠିବାକୁ ହେବ।
Luke 16:14 in Oriya 14 ଏହି ସବୁ କଥା ଶୁଣି ଧନଲୋଭୀ ଫାରୂଶୀମାନେ ତାହାଙ୍କୁ ପରିହାସ କରିବାକୁ ଲାଗିଲେ।
Luke 18:31 in Oriya 31 ପରେ ସେ ବାର ଜଣ ଶିଷ୍ୟଙ୍କୁ ଏକତ୍ର କରି ସେମାନଙ୍କୁ କହିଲେ, ଦେଖ, ଆମ୍ଭେମାନେ ଯିରୂଶାଲମକୁ ଯାଉଅଛୁ, ଆଉ ଭାବବାଦୀମାନଙ୍କ ଦ୍ୱାରା ଯେଉଁ ସମସ୍ତ ବିଷୟ ଲେଖାଯାଇଅଛି, ସେ ସମସ୍ତ ମନୁଷ୍ୟପୁତ୍ରଙ୍କଠାରେ ସଫଳ ହେବ;
Luke 19:41 in Oriya 41 ଆଉ ଯେତେବେଳେ ସେ ନିକଟକୁ ଆସିଲେ, ସେତେବେଳେ ନଗରକୁ ଦେଖି ତାହା ନିମନ୍ତେ ରୋଦନ କରି କହିଲେ,
Luke 23:18 in Oriya 18 ମାତ୍ର ସେମାନେ ସମସ୍ତେ ଏକତ୍ର ଚିତ୍କାର କରି କହିଲେ, ଏହାକୁ ବଧ କର, ଆମ୍ଭମାନଙ୍କ ନିମନ୍ତେ ବାରବ୍ବାକୁ ମୁକ୍ତ କର।
John 1:10 in Oriya 10 ସେ ଜଗତରେ ଥିଲେ ଓ ଜଗତ ତାହାଙ୍କ ଦ୍ୱାରା ସୃଷ୍ଟ ହେଲା, ତଥାପି ଜଗତ ତାହାଙ୍କୁ ଚିହ୍ନିଲା ନାହିଁ।
John 8:48 in Oriya 48 ଯିହୂଦୀମାନେ ତାହାଙ୍କୁ ଉତ୍ତର ଦେଲେ, ତୁ ଯେ ଜଣେ ଶମିରୋଣୀୟ ଓ ତୋତେ ଯେ ଭୂତ ଲାଗିଅଛି, ଏହା କ'ଣ ଆମ୍ଭେମାନେ ଠିକ କହୁ ନାହୁଁ ?
John 11:35 in Oriya 35 ଯୀଶୁ କାନ୍ଦିଲେ।
Acts 3:13 in Oriya 13 ଅବ୍ରହାମ, ଇସ୍ହାକ ଓ ଯାକୁବଙ୍କ ଈଶ୍ୱର, ଆମ୍ଭମାନଙ୍କ ପିତୃପୁରୁଷଙ୍କ ଈଶ୍ୱର, ଆପଣା ଦାସ ଯୀଶୁଙ୍କୁ ଗୌରବାନ୍ୱିିତ କରିଅଛନ୍ତି; ସେହି ଯୀଶୁଙ୍କୁ ଆପଣମାନେ ସମର୍ପଣ କଲେ, ପୁଣି, ଯେତେବେଳେ ପୀଲାତ ତାହାଙ୍କୁ ମୁକ୍ତ କରିବାକୁ ମନସ୍ଥ କରିଥିଲେ, ସେତେବେଳେ ତାହାଙ୍କୁ ଆପଣମାନେ ତାହାଙ୍କ ସାକ୍ଷାତରେ ଅସ୍ୱୀକାର କଲେ।
Hebrews 2:15 in Oriya 15 ପୁଣି, ମୃତ୍ୟୁର ଭୟରେ ଯେଉଁମାନେ ଯାବଜୀବନ ଦାସତ୍ୱର ବନ୍ଧନରେ ଥିଲେ, ସେମାନଙ୍କୁ ସେ ଉଦ୍ଧାର କରନ୍ତି।
Hebrews 4:15 in Oriya 15 କାରଣ ଯେ ଆମ୍ଭମାନଙ୍କ ଦୁର୍ବଳତାରେ ଆମ୍ଭମାନଙ୍କ ପ୍ରତି ସହାନୁଭୂତି ଦେଖାଇବାକୁ ଅସମର୍ଥ, ଆମ୍ଭମାନଙ୍କର ଏପରି ମହାଯାଜକ ନାହାଁନ୍ତି, ବରଂ ସେ ପାପରହିତ ହୋଇ ଆମ୍ଭମାନଙ୍କ ପରି ସର୍ବତୋଭାବେ ପରୀକ୍ଷିତ ହେଲେ।
Hebrews 5:7 in Oriya 7 ଯେ ତାହାଙ୍କୁ ମୃତ୍ୟୁରୁ ରକ୍ଷା କରିବାକୁ ସମର୍ଥ, ସେ ଆପଣା ପାର୍ଥିବ ଜୀବନରେ ଥିବା ସମୟରେ, ତାହାଙ୍କ ନିକଟରେ ପ୍ରବଳ ଆର୍ତ୍ତନାଦ ଓ ଅଶ୍ରୁ ସହକାରେ ପ୍ରାର୍ଥନା ଓ ବିନତି ଉତ୍ସର୍ଗ କରିଥିଲେ, ଆଉ ଉତ୍ତର ସ୍ୱରୂପେ ଆଶଙ୍କାରୁ ରକ୍ଷା ପାଇ
Hebrews 12:2 in Oriya 2 ସେ ଆପଣା ସମ୍ମୁଖସ୍ଥ ଆନନ୍ଦ ନିମନ୍ତେ ଅପମାନ ତୁଚ୍ଛଜ୍ଞାନ କରି ଧୈର୍ଯ୍ୟ ସହ କ୍ରୁଶୀୟ ମୃତ୍ୟୁଭୋଗ କଲେ, ପୁଣି, ଇଶ୍ବରଙ୍କ ସିଂହାସନର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ହୋଇଅଛନ୍ତି।