Isaiah 53:5 in Oriya 5 ମାତ୍ର ସେ ଆମ୍ଭମାନଙ୍କ ଅଧର୍ମ ନିମନ୍ତେ କ୍ଷତବିକ୍ଷତ ହେଲେ ଓ ଆମ୍ଭମାନଙ୍କର ଅପରାଧ ନିମନ୍ତେ ଚୂର୍ଣ୍ଣ ହେଲେ; ଆମ୍ଭମାନଙ୍କର ଶାନ୍ତିଜନକ ଶାସ୍ତି ତାହାଙ୍କ ଉପରେ ବର୍ତ୍ତିଲା ଓ ତାହାଙ୍କ ପ୍ରହାରରେ ଆମ୍ଭେମାନେ ସୁସ୍ଥ ହେଲୁ।
Other Translations King James Version (KJV) But he was wounded for our transgressions, he was bruised for our iniquities: the chastisement of our peace was upon him; and with his stripes we are healed.
American Standard Version (ASV) But he was wounded for our transgressions, he was bruised for our iniquities; the chastisement of our peace was upon him; and with his stripes we are healed.
Bible in Basic English (BBE) But it was for our sins he was wounded, and for our evil doings he was crushed: he took the punishment by which we have peace, and by his wounds we are made well.
Darby English Bible (DBY) But he was wounded for our transgressions, he was bruised for our iniquities; the chastisement of our peace was upon him, and with his stripes we are healed.
World English Bible (WEB) But he was pierced for our transgressions, he was crushed for our iniquities; the punishment that brought our peace was on him; and by his wounds we are healed.
Young's Literal Translation (YLT) And he is pierced for our transgressions, Bruised for our iniquities, The chastisement of our peace `is' on him, And by his bruise there is healing to us.
Cross Reference Genesis 3:15 in Oriya 15 ଆଉ ଆମ୍ଭେ ତୁମ୍ଭର ଓ ନାରୀର ମଧ୍ୟରେ, ପୁଣି, ତୁମ୍ଭ ବଂଶ ଓ ତାଙ୍କ ବଂଶ ମଧ୍ୟରେ ଶତ୍ରୁତା ଜନ୍ମାଇବା; ସେ ତୁମ୍ଭର ମସ୍ତକକୁ ଆଘାତ କରିବେ ଓ ତୁମ୍ଭେ ତାହାଙ୍କ ଗୋଇଠିକୁ ଆଘାତ କରିବ।”
Isaiah 53:6 in Oriya 6 ଆମ୍ଭେମାନେ ସମସ୍ତେ ମେଷଗଣ ତୁଲ୍ୟ ବିପଥଗାମୀ ହୋଇଅଛୁ; ଆମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ବାଟଆଡ଼େ ଫେରିଅଛୁ; ଆଉ, ସଦାପ୍ରଭୁ ଆମ୍ଭ ସମସ୍ତଙ୍କର ଅପରାଧ ତାହାଙ୍କ ଉପରେ ବର୍ତ୍ତାଇଅଛନ୍ତି।
Isaiah 53:10 in Oriya 10 ତଥାପି ତାହାଙ୍କୁ ଚୂର୍ଣ୍ଣ କରିବାକୁ ସଦାପ୍ରଭୁଙ୍କର ଅଭିମତ ହେଲା; ସେ ତାହାଙ୍କୁ ଦୁଃଖଗ୍ରସ୍ତ କରିଅଛନ୍ତି; ତୁମ୍ଭେ ତାହାଙ୍କ ପ୍ରାଣକୁ ପାପାର୍ଥକ ବଳି କଲେ, ସେ ଆପଣା ବଂଶ ଦେଖିବେ, ସେ ଦୀର୍ଘାୟୁ ହେବେ ଓ ତାହାଙ୍କ ହସ୍ତରେ ସଦାପ୍ରଭୁଙ୍କର ଇଷ୍ଟ ସିଦ୍ଧ ହେବ।
Daniel 9:24 in Oriya 24 ଆଜ୍ଞା ଲଙ୍ଘନ ସମାପ୍ତ କରିବାକୁ ଓ ପାପର ଶେଷ କରିବାକୁ ଓ ଅଧର୍ମର ପ୍ରାୟଶ୍ଚିତ୍ତ କରିବାକୁ, ଆଉ ଅନନ୍ତକାଳସ୍ଥାୟୀ ଧର୍ମ ଆଣିବାକୁ, ପୁଣି ଦର୍ଶନ ଓ ଭବିଷ୍ୟଦ୍ବାକ୍ୟ ମୁଦ୍ରାଙ୍କିତ କରିବାକୁ ଓ ପବିତ୍ରତମଙ୍କୁ ଅଭିଷିକ୍ତ କରିବାକୁ ତୁମ୍ଭ ଲୋକଙ୍କର ଓ ତୁମ୍ଭ ପବିତ୍ର ନଗର ନିମନ୍ତେ ସତୁରି ସପ୍ତାହ ନିରୂପିତ ହୋଇଅଛି।
Zechariah 13:7 in Oriya 7 ହେ ଖଡ଼୍ଗ, ଆମ୍ଭ ପାଳକର ବିରୁଦ୍ଧରେ ଓ ଆମ୍ଭ ସଖା-ମନୁଷ୍ୟର ବିରୁଦ୍ଧରେ ଜାଗ୍ରତ ହୁଅ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ପାଳକକୁ ଆଘାତ କର,” ତହିଁରେ ମେଷଗଣ ଛିନ୍ନଭିନ୍ନ ହୋଇଯିବେ ଓ ଆମ୍ଭେ କ୍ଷୁଦ୍ର ଲୋକମାନଙ୍କର ଉପରେ ଆପଣା ହସ୍ତ ଫେରାଇବା।”
Matthew 20:28 in Oriya 28 ଯେପରି ମନୁଷ୍ୟପୁତ୍ର ମଧ୍ୟ ସେବା ପାଇବାକୁ ଆସି ନାହାଁନ୍ତି, ମାତ୍ର ସେବା କରିବାକୁ ଓ ଅନେକଙ୍କ ପାଇଁ ମୁକ୍ତିର ମୂଲ୍ୟ ସ୍ୱରୂପେ ପ୍ରାଣ ଦେବାକୁ ଆସିଅଛନ୍ତି।
Romans 3:24 in Oriya 24 ପୁଣି, ସେମାନେ ବିନାମୂଲ୍ୟରେ ତାହାଙ୍କ ଅନୁଗ୍ରହରେ, ଖ୍ରୀଷ୍ଟ ଯୀଶୁଙ୍କଠାରେ ଯେଉଁ ମୁକ୍ତି ଅଛି, ତଦ୍ୱାରା ଧାର୍ମିକ ଗଣିତ ହୁଅନ୍ତି।
Romans 4:25 in Oriya 25 ସେହି ଯୀଶୁ ଆମ୍ଭମାନଙ୍କ ଅପରାଧ ନିମନ୍ତେ ସମର୍ପିତ ହେଲେ, ପୁଣି, ଆମ୍ଭେମାନେ ଧାର୍ମିକ ଗଣିତ ହେବା ନିମନ୍ତେ ଉତ୍ଥାପିତ ହେଲେ।
Romans 5:6 in Oriya 6 କାରଣ ଯେତେବେଳେ ଆମ୍ଭେମାନେ ନିରୂପାୟ ଥିଲୁ, ସେତେବେଳେ ଖ୍ରୀଷ୍ଟ ଉପଯୁକ୍ତ ସମୟରେ ଅଧାର୍ମିକମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ।
Romans 5:15 in Oriya 15 କିନ୍ତୁ ଅପରାଧ ଯେପରି, ଅନୁଗ୍ରହ ଦାନ ମଧ୍ୟ ଯେ ସେହିପରି, ତାହା ନୁହେଁ, କାରଣ ଯଦି ଜଣକର ଅପରାଧ ଦ୍ୱାରା ଅନେକେ ମୃତ୍ୟୁଭୋଗ କଲେ, ତାହାହେଲେ ଇଶ୍ବରଙ୍କ ଅନୁଗ୍ରହ ଓ ଜଣେ ମନୁଷ୍ୟଙ୍କ, ଅର୍ଥାତ୍ ଯୀଶୁଖ୍ରୀଷ୍ଟଙ୍କ ଅନୁଗ୍ରହ ଦତ୍ତ ଦାନ ଅନେକଙ୍କ ପ୍ରତି ଅଧିକ ପ୍ରଚୁର ହେଲା।
1 Corinthians 15:3 in Oriya 3 କାରଣ ଯେଉଁ ଯେଉଁ ଶିକ୍ଷା ମୁଁ ପାଇଥିଲି, ସେଥିମଧ୍ୟରୁ ଏହି ପ୍ରଧାନ ଶିକ୍ଷା ତୁମ୍ଭମାନଙ୍କୁ ପ୍ରଦାନ କରିଥିଲି ଯଥା, ଖ୍ରୀଷ୍ଟ ଶାସ୍ତ୍ର ଅନୁସାରେ ଆମ୍ଭମାନଙ୍କ ପାପ ନିମନ୍ତେ ମୃତ୍ୟୁଭୋଗ କଲେ,
2 Corinthians 5:21 in Oriya 21 ଯାହାଙ୍କଠାରେ ପାପର ଲେଶମାତ୍ର ନ ଥିଲା,ତାହାଙ୍କୁ ସେ ଆମ୍ଭମାନଙ୍କ ନିମନ୍ତେ ପାପ ସ୍ୱରୂପ କଲେ, ଯେପରି ଆମ୍ଭେମାନେ ତାହାଙ୍କ ଦ୍ୱାରା ଈଶ୍ୱରଙ୍କର ଧାର୍ମିକତାସ୍ୱରୂପ ହେଉ।
Ephesians 5:2 in Oriya 2 ଖ୍ରୀଷ୍ଟ ଯେପରି ତୁମ୍ଭମାନଙ୍କୁ ପ୍ରେମ କଲେ, ପୁଣି, ଆମ୍ଭମାନଙ୍କ ନିମନ୍ତେ ଇଶ୍ବରଙ୍କ ଉଦ୍ଦେଶ୍ୟରେ ସୁଗନ୍ଧି ନୈବେଦ୍ୟ ଓ ବଳି ସ୍ଵରୂପେ ଆପଣାକୁ ଉତ୍ସର୍ଗ କଲେ, ସେହିପରି ପ୍ରେମରେ ଆଚରଣ କର।
Hebrews 9:12 in Oriya 12 ମାତ୍ର ଆପଣାର ରକ୍ତ ଘେନି ଏକାଥରକେ ମହାପବିତ୍ର ସ୍ଥାନରେ ପ୍ରବେଶ କରି ଅନନ୍ତ ମୁକ୍ତି ସାଧନ କରିଅଛନ୍ତି।
Hebrews 9:28 in Oriya 28 ଆଉ, ତାହା ପରେ ବିଚାର ନିରୂପିତ ଅଛି, ସେହିପରି ଖ୍ରୀଷ୍ଟ ମଧ୍ୟ ଅନେକଙ୍କ ପାପ ବହନ କରିବା ନିମନ୍ତେ ଥରେମାତ୍ର ଉତ୍ସର୍ଗୀକୃତ ହୋଇ ଦ୍ୱିତୀୟ ଥର ପାପ ସକାଶେ ନୁହେଁ, ବରଂ ଯେଉଁମାନେ ତାହାଙ୍କ ଅପେକ୍ଷାରେ ଅଛନ୍ତି, ସେମାନଙ୍କ ପରିତ୍ରାଣ ନିମନ୍ତେ ଦର୍ଶନ ଦେବେ।
Hebrews 10:10 in Oriya 10 ଯୀଶୁଖ୍ରୀଷ୍ଟଙ୍କ ଶରୀର ଏକାଥରକେ ଉତ୍ସର୍ଗୀକୃତ ହେବା ଦ୍ୱାରା ସେହି ଇଚ୍ଛା ହେତୁ ଆମ୍ଭେମାନେ ପବିତ୍ରୀକୃତ ହୋଇଅଛୁ।
Hebrews 10:14 in Oriya 14 କାରଣ କେବଳ ଏକ ବଳିର ଉତ୍ସର୍ଗ ଦ୍ୱାରା ସେ ପବିତ୍ରୀକୃତ ହେଉଥିବା ଲୋକମାନଙ୍କୁ ଚିରକାଳ ପାଇଁ ସିଦ୍ଧ କରିଅଛନ୍ତି।
1 Peter 2:24 in Oriya 24 ଆମ୍ଭେମାନେ ଯେପରି ପାପ ପ୍ରତି ମୃତ ହୋଇ ଧାର୍ମିକତା ନିମନ୍ତେ ଜୀବନ ଯାପନ କରୁ, ଏଥି ନିମନ୍ତେ ସେ ଆପେ କ୍ରୁଶ ଉପରେ ନିଜ ଶରୀରରେ ଆମ୍ଭମାନଙ୍କର ସମସ୍ତ ପାପ ବହନ କଲେ; ତାହାଙ୍କ ପ୍ରହାରରେ ତୁମ୍ଭେମାନେ ସୁସ୍ଥ ହୋଇଅଛ।
1 Peter 3:18 in Oriya 18 ଯେଣୁ ଆମ୍ଭମାନଙ୍କୁ ଇଶ୍ବରଙ୍କ ନିକଟକୁ ଆଣିବା ପାଇଁ ଖ୍ରୀଷ୍ଟ ମଧ୍ୟ ଧାର୍ମିକ ହୋଇ ଅଧାର୍ମିକମାନଙ୍କ ନିମନ୍ତେ ପାପ ହେତୁ ଥରେ ମୃତ୍ୟୁଭୋଗ କଲେ। ସେ ଶରୀରରେ ମୃତ୍ୟୁଭୋଗ କଲେ ସତ, କିନ୍ତୁ ଆତ୍ମାରେ ଜୀବିତ ହେଲେ;