Isaiah 54:14 in Oriya 14 ତୁମ୍ଭେ ଧାର୍ମିକତାରେ ସ୍ଥିରୀକୃତ ହେବ; ତୁମ୍ଭେ ଉପଦ୍ରବଠାରୁ ଦୂରରେ ରହିବ, କାରଣ ତୁମ୍ଭେ ଭୀତ ହେବ ନାହିଁ; ପୁଣି ତ୍ରାସଠାରୁ ଦୂରରେ ରହିବ, କାରଣ ତାହା ତୁମ୍ଭ ନିକଟକୁ ଆସିବ ନାହିଁ।
Other Translations King James Version (KJV) In righteousness shalt thou be established: thou shalt be far from oppression; for thou shalt not fear: and from terror; for it shall not come near thee.
American Standard Version (ASV) In righteousness shalt thou be established: thou shalt be far from oppression, for thou shalt not fear; and from terror, for it shall not come near thee.
Bible in Basic English (BBE) All your rights will be made certain to you: have no fear of evil, and destruction will not come near you.
Darby English Bible (DBY) In righteousness shalt thou be established: thou shalt be far from oppression, for thou shalt not fear; and from terror, for it shall not come near thee.
World English Bible (WEB) In righteousness shall you be established: you shall be far from oppression, for you shall not be afraid; and from terror, for it shall not come near you.
Young's Literal Translation (YLT) In righteousness thou establishest thyself, Be far from oppression, for thou fearest not, And from ruin, for it cometh not near unto thee.
Cross Reference Proverbs 3:25 in Oriya 25 ହଠାତ୍ ଉତ୍ପନ୍ନ ଆଶଙ୍କାକୁ କିଅବା ଦୁଷ୍ଟମାନଙ୍କ ଉପସ୍ଥିତ ବିନାଶକୁ ଭୟ କର ନାହିଁ।
Isaiah 1:26 in Oriya 26 ଆଉ, ଆମ୍ଭେ ପୂର୍ବ କାଳ ପରି ତୁମ୍ଭର ବିଚାର-କର୍ତ୍ତୃଗଣଙ୍କୁ ଓ ଆଦ୍ୟ ସମୟ ପରି ତୁମ୍ଭ ମନ୍ତ୍ରୀଗଣଙ୍କୁ ପୁନଃସ୍ଥାପନ କରିବା; ତହିଁ ଉତ୍ତାରୁ ତୁମ୍ଭେ ଧର୍ମପୁରୀ, ବିଶ୍ଵସ୍ତ ନଗରୀ ବୋଲି ବିଖ୍ୟାତ ହେବ।
Isaiah 2:4 in Oriya 4 ପୁଣି, ସେ ଦେଶୀୟମାନଙ୍କ ମଧ୍ୟରେ ବିଚାର କରିବେ ଓ ଅନେକ ଗୋଷ୍ଠୀ ସମ୍ବନ୍ଧରେ ନିଷ୍ପତ୍ତି କରିବେ; ତହିଁରେ ସେମାନେ ଆପଣା ଖଡ଼୍ଗ ଭାଙ୍ଗି ଲଙ୍ଗଳର ଫାଳ କରିବେ ଓ ଆପଣା ଆପଣା ବର୍ଚ୍ଛା ଭାଙ୍ଗି ଦାଆ ନିର୍ମାଣ କରିବେ; ଏକ ଦେଶୀୟ ଲୋକେ ଅନ୍ୟ ଦେଶୀୟ ଲୋକଙ୍କ ବିରୁଦ୍ଧରେ ଖଡ଼୍ଗ ଉଠାଇବେ ନାହିଁ, କିଅବା ସେମାନେ ଆଉ ଯୁଦ୍ଧ ଶିଖିବେ ନାହିଁ।
Isaiah 9:4 in Oriya 4 କାରଣ ମିଦୀୟନର ଦିନରେ ଯେପରି, ସେହିପରି ତୁମ୍ଭେ ତାହାର ଭାର ସ୍ୱରୂପ ଯୁଆଳି ଓ ତାହାର ସ୍କନ୍ଧସ୍ଥିତ ବାହୁଙ୍ଗି, ତାହାର ଉପଦ୍ରବକାରୀର ଦଣ୍ଡ ଭାଙ୍ଗି ପକାଇଅଛ।
Isaiah 45:24 in Oriya 24 ଲୋକେ ଆମ୍ଭ ଉଦ୍ଦେଶ୍ୟରେ କହିବେ, “କେବଳ ସଦାପ୍ରଭୁଙ୍କଠାରେ ଧାର୍ମିକତା ଓ ଶକ୍ତି ଅଛି।” ତାହାଙ୍କ ନିକଟକୁ ଲୋକମାନେ ଆସିବେ, ପୁଣି ଯେଉଁମାନେ ତାହାଙ୍କ ପ୍ରତି ବିରକ୍ତ ହୋଇଥିଲେ, ସେମାନେ ସମସ୍ତେ ଲଜ୍ଜିତ ହେବେ।
Isaiah 51:13 in Oriya 13 ପୁଣି ଆକାଶମଣ୍ଡଳ ବିସ୍ତାରକାରୀ ଓ ପୃଥିବୀର ଭିତ୍ତିମୂଳ ସ୍ଥାପନକାରୀ ତୁମ୍ଭ ନିର୍ମାଣକର୍ତ୍ତା ସଦାପ୍ରଭୁଙ୍କୁ ଭୁଲିଅଛ ଓ ଉପଦ୍ରବୀ ବିନାଶ କରିବାକୁ ଉଦ୍ୟତ ହେବା ବେଳେ ତାହାର କୋପ ସକାଶୁ ସାରାଦିନ ନିରନ୍ତର ଭୟ କରୁଅଛ ଯେ ତୁମ୍ଭେ, ତୁମ୍ଭେ ତ କିଏ ? ଆଉ, ସେ ଉପଦ୍ରବୀର କୋପ କାହିଁ ?
Isaiah 52:1 in Oriya 1 ହେ ସିୟୋନ, ଜାଗ, ଜାଗ, ଆପଣା ବଳ ପରିଧାନ କର; ହେ ପବିତ୍ର ନଗରୀ ଯିରୂଶାଲମ, ତୁମ୍ଭେ ଆପଣା ସୁନ୍ଦର ବସ୍ତ୍ରସବୁ ପିନ୍ଧ; କାରଣ ଏହି ସମୟଠାରୁ ତୁମ୍ଭ ମଧ୍ୟକୁ ଅସୁନ୍ନତ ଅବା ଅଶୁଚି ଲୋକ ଆଉ ଆସିବ ନାହିଁ।
Isaiah 60:21 in Oriya 21 ମଧ୍ୟ ତୁମ୍ଭର ଲୋକ ସମସ୍ତେ ଧାର୍ମିକ ହେବେ, ସେମାନେ ଅନନ୍ତକାଳ ପର୍ଯ୍ୟନ୍ତ ଦେଶ ଅଧିକାର କରିବେ, ସେମାନେ ଆମ୍ଭର ଗୌରବାର୍ଥେ ଆମ୍ଭର ରୋପିତ ଶାଖା ଓ ଆମ୍ଭର ହସ୍ତକୃତ କର୍ମ ଅଟନ୍ତି।
Isaiah 61:10 in Oriya 10 ମୁଁ ସଦାପ୍ରଭୁଙ୍କଠାରେ ଅତିଶୟ ଆନନ୍ଦ କରିବି; ମୋର ପ୍ରାଣ ମୋ' ପରମେଶ୍ୱରଙ୍କଠାରେ ଉଲ୍ଲସିତ ହେବ; କାରଣ ବର ଯେପରି ଭୂଷଣରେ ଆପଣାକୁ ଭୂଷିତ କରେ ଓ କନ୍ୟା ଯେପରି ଆପଣା ରତ୍ନରେ ଆପଣାକୁ ଭୂଷିତା କରେ, ସେହିପରି ସେ ପରିତ୍ରାଣରୂପ ବସ୍ତ୍ରରେ ମୋତେ ବସ୍ତ୍ରାନ୍ୱିତ କରିଅଛନ୍ତି ଓ ଧର୍ମରୂପ ରାଜବସ୍ତ୍ରରେ ମୋତେ ଆଚ୍ଛାଦିତ କରିଅଛନ୍ତି।
Jeremiah 23:3 in Oriya 3 ପୁଣି, ଆମ୍ଭେ ଯେଉଁ ଯେଉଁ ଦେଶକୁ ଆପଣା ପଲକୁ ତଡ଼ି ଦେଇଅଛୁ, ସେହିସବୁ ଦେଶରୁ ସେମାନଙ୍କର ଅବଶିଷ୍ଟାଂଶ ସଂଗ୍ରହ କରିବା, ଆଉ ପୁନର୍ବାର ସେମାନଙ୍କୁ ସେମାନଙ୍କ ଖୁଆଡ଼କୁ ଆଣିବା; ତହିଁରେ ସେମାନେ ପ୍ରଜାବନ୍ତ ଓ ବହୁସଂଖ୍ୟକ ହେବେ।
Jeremiah 30:10 in Oriya 10 ଏହେତୁ ସଦାପ୍ରଭୁ କହନ୍ତି, ‘ହେ ଆମ୍ଭର ଦାସ ଯାକୁବ, ତୁମ୍ଭେ ଭୟ କର ନାହିଁ; ଅଥବା ହେ ଇସ୍ରାଏଲ, ନିରାଶ ହୁଅ ନାହିଁ; କାରଣ ଦେଖ, ଆମ୍ଭେ ଦୂରରୁ ତୁମ୍ଭକୁ ଓ ବନ୍ଦୀତ୍ୱ ଦେଶରୁ ତୁମ୍ଭ ବଂଶକୁ ଉଦ୍ଧାର କରିବୁ, ପୁଣି ଯାକୁବ ଫେରି ଆସି ଶାନ୍ତିରେ ଓ ନିରାପଦରେ ରହିବ ଓ କେହି ତାହାକୁ ଭୟ ଦେଖାଇବ ନାହିଁ।'
Jeremiah 31:23 in Oriya 23 ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି: “ଆମ୍ଭେ ଯେଉଁ ସମୟରେ ସେମାନଙ୍କର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା, ସେସମୟରେ ଯିହୁଦା ଦେଶରେ ଓ ତହିଁର ନଗରସକଳରେ ସେମାନେ ପୁନର୍ବାର ଏହି କଥା ବ୍ୟବହାର କରିବେ, ‘ହେ ଧର୍ମନିବାସ,ହେ ପବିତ୍ର ପର୍ବତ, ସଦାପ୍ରଭୁ ତୁମ୍ଭକୁ ଆଶୀର୍ବାଦ କରନ୍ତୁ।'
Ezekiel 36:27 in Oriya 27 ପୁଣି, ଆମ୍ଭେ ତୁମ୍ଭମାନଙ୍କ ଅନ୍ତରରେ ଆମ୍ଭର ପରମେଶ୍ୱରଙ୍କ ଆତ୍ମା ସ୍ଥାପନ କରିବା ଓ ତୁମ୍ଭମାନଙ୍କୁ ଆମ୍ଭର ବିଧିରୂପ ପଥରେ ଚଳାଇବା, ତହିଁରେ ତୁମ୍ଭେମାନେ ଆମ୍ଭର ଶାସନସକଳ ରକ୍ଷା କରି ପାଳନ କରିବ।
Ezekiel 37:23 in Oriya 23 ପୁଣି, ସେମାନେ ଆପଣାମାନଙ୍କର ପ୍ରତିମାଗଣ ଦ୍ୱାରା କିଅବା ଘୃଣାଯୋଗ୍ୟ ବସ୍ତୁ ଦ୍ୱାରା ଅଥବା ଆପଣାମାନଙ୍କର କୌଣସି ଆଜ୍ଞା ଲଙ୍ଘନ ଦ୍ୱାରା ଆପଣାମାନଙ୍କୁ ଆଉ ଅଶୁଚି କରିବେ ନାହିଁ; ମାତ୍ର ସେମାନେ ଯେଉଁ ସକଳ ବାସସ୍ଥାନରେ ପାପ କରିଅଛନ୍ତି, ସେମାନଙ୍କର ସେହି ସକଳ ବାସସ୍ଥାନରୁ ଆମ୍ଭେ ସେମାନଙ୍କୁ ଉଦ୍ଧାର କରି ଶୁଚି କରିବା; ତହିଁରେ ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା।
Joel 3:17 in Oriya 17 “ତହିଁରେ ଆମ୍ଭେ ଯେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ ଓ ଆପଣା ପବିତ୍ର ପର୍ବତ ସିୟୋନରେ ବାସ କରୁ, ଏହା ତୁମ୍ଭେମାନେ ଜାଣିବ; ତହିଁରେ ଯିରୂଶାଲମ ପବିତ୍ର ହେବ ଓ ବିଦେଶୀୟମାନେ ତହିଁ ମଧ୍ୟଦେଇ ଆଉ ଗମନାଗମନ କରିବେ ନାହିଁ।
Micah 4:3 in Oriya 3 ପୁଣି, ସେ ଅନେକ ଗୋଷ୍ଠୀୟମାନଙ୍କ ମଧ୍ୟରେ ବିଚାର କରିବେ ଓ ଦୂରସ୍ଥିତ ବଳବାନ୍ ଗୋଷ୍ଠୀୟମାନଙ୍କ ସମ୍ବନ୍ଧରେ ନିଷ୍ପତ୍ତି କରିବେ; ତହିଁରେ ସେମାନେ ଆପଣା ଆପଣା ଖଡ଼୍ଗ ଭାଙ୍ଗି ଲଙ୍ଗଳର ଫାଳ କରିବେ ଓ ଆପଣା ଆପଣା ବର୍ଚ୍ଛା ଭାଙ୍ଗି ଦା, ନିର୍ମାଣ କରିବେ; ଏକ ଦେଶୀୟ ଲୋକେ ଅନ୍ୟ ଦେଶୀୟ ଲୋକଙ୍କ ବିରୁଦ୍ଧରେ ଖଡ଼୍ଗ ଉଠାଇବେ ନାହିଁ, କିଅବା ସେମାନେ ଆଉ ଯୁଦ୍ଧ ଶିଖିବେ ନାହିଁ।
Zephaniah 3:13 in Oriya 13 ଇସ୍ରାଏଲର ଅବଶିଷ୍ଟାଂଶ ଲୋକମାନେ ଅଧର୍ମ କରିବେ ନାହିଁ, କିଅବା ମିଥ୍ୟା କହିବେ ନାହିଁ; ଅଥବା ପ୍ରତାରକ ଜିହ୍ୱା ସେମାନଙ୍କ ମୁଖରେ ଦେଖାଯିବ ନାହିଁ; କାରଣ ସେମାନେ ଚରିବେ ଓ ଶୟନ କରିବେ, ଆଉ କେହି ସେମାନଙ୍କୁ ଭୟ ଦେଖାଇବ ନାହିଁ।
Zechariah 2:4 in Oriya 4 ପୁଣି, ତାହାଙ୍କୁ କହିଲେ, “ଦୌଡ଼, ଏହି ଯୁବାଲୋକକୁ କୁହ ଯିରୂଶାଲମର ମନୁଷ୍ୟ ଓ ପଶୁଗଣର ବାହୁଲ୍ୟ ହେତୁ ତାହା ପ୍ରାଚୀରବିହୀନ ଗ୍ରାମସମୂହର ତୁଲ୍ୟ ବସତି-ସ୍ଥାନ ହେବ।”
Zechariah 8:3 in Oriya 3 ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ସିୟୋନକୁ ଫେରି ଆସିଅଛୁ ଓ ଯିରୂଶାଲମ ମଧ୍ୟରେ ବାସ କରିବା; ଆଉ, ଯିରୂଶାଲମ ସତ୍ୟନଗରୀ ଓ ସୈନ୍ୟାଧିପତି ସଦାପ୍ରଭୁଙ୍କର ପର୍ବତ ପବିତ୍ର ରୂପେ ବିଖ୍ୟାତ ହେବ।”
Zechariah 9:8 in Oriya 8 ପୁଣି, ଆମ୍ଭେ ସୈନ୍ୟଦଳ ବିରୁଦ୍ଧରେ ଆପଣା ଗୃହର ଚତୁର୍ଦ୍ଦିଗରେ ଛାଉଣି ସ୍ଥାପନ କରିବା, ତହିଁରେ କେହି ଗମନାଗମନ କରିବେ ନାହିଁ ଓ କୌଣସି ଉପଦ୍ରବକାରୀ ସେମାନଙ୍କ ନିକଟ ଦେଇ ଆଉ ଯିବ ନାହିଁ; କାରଣ ଆମ୍ଭେ ଏବେ ସ୍ୱଚକ୍ଷୁରେ ଦେଖିଅଛୁ।
2 Peter 3:13 in Oriya 13 ଆମ୍ଭେମାନେ ତାହାଙ୍କ ପ୍ରତିଜ୍ଞାନୁସାରେ ଗୋଟିଏ ନୂତନ ଆକାଶମଣ୍ଡଳ ଓ ନୂତନ ପୃଥିବୀର ଅପେକ୍ଷାରେ ଅଛୁ, ଯାହା ଧାର୍ମିକତାର ଆବାସସ୍ଥଳ ହେବ।