Isaiah 54:17 in Oriya 17 ଯେକୌଣସି ଅସ୍ତ୍ର ତୁମ୍ଭ ପ୍ରତିକୂଳରେ ନିର୍ମିତ ହୁଏ, ତାହା ସାର୍ଥକ ହେବ ନାହିଁ ଓ ଯେ ପ୍ରତ୍ୟେକ ଜିହ୍ୱା ବିଚାରରେ ତୁମ୍ଭ ବିରୁଦ୍ଧରେ ଉଠେ, ତୁମ୍ଭେ ତାହାକୁ ଦୋଷୀ କରିବ। ସଦାପ୍ରଭୁଙ୍କ ଦାସମାନଙ୍କର ଅଧିକାର ଓ ଆମ୍ଭ ଦତ୍ତ ସେମାନଙ୍କର ଧାର୍ମିକତା ଏହି,” ଏହା ସଦାପ୍ରଭୁ କହନ୍ତି।
Other Translations King James Version (KJV) No weapon that is formed against thee shall prosper; and every tongue that shall rise against thee in judgment thou shalt condemn. This is the heritage of the servants of the LORD, and their righteousness is of me, saith the LORD.
American Standard Version (ASV) No weapon that is formed against thee shall prosper; and every tongue that shall rise against thee in judgment thou shalt condemn. This is the heritage of the servants of Jehovah, and their righteousness which is of me, saith Jehovah.
Bible in Basic English (BBE) No instrument of war which is formed against you will be of any use; and every tongue which says evil against you will be judged false. This is the heritage of the servants of the Lord, and their righteousness comes from me, says the Lord.
Darby English Bible (DBY) No weapon that is prepared against thee shall prosper; and every tongue that riseth against thee in judgment, thou shalt condemn. This is the inheritance of the servants of Jehovah; and their righteousness is of me, saith Jehovah.
World English Bible (WEB) No weapon that is formed against you shall prosper; and every tongue that shall rise against you in judgment you shall condemn. This is the heritage of the servants of Yahweh, and their righteousness which is of me, says Yahweh.
Young's Literal Translation (YLT) No weapon formed against thee prospereth, And every tongue rising against thee, In judgment thou condemnest. This `is' the inheritance of the servants of Jehovah, And their righteousness from me, an affirmation of Jehovah!
Cross Reference Job 1:11 in Oriya 11 ମାତ୍ର ଏବେ ଆପଣା ହସ୍ତ ବିସ୍ତାର କରି ତାହାର ସର୍ବସ୍ୱ ସ୍ପର୍ଶ କର, ତହିଁରେ ସେ ତୁମ୍ଭକୁ ତୁମ୍ଭ ମୁଖ ଆଗରେ ପରିତ୍ୟାଗ କରିବ।
Job 2:5 in Oriya 5 ମାତ୍ର ତୁମ୍ଭେ ଏବେ ହସ୍ତ ବଢ଼ାଇ ତାହାର ଅସ୍ଥି ଓ ମାଂସ ସ୍ପର୍ଶ କର, ତହିଁରେ ସେ ତୁମ୍ଭ ମୁଖ ଆଗରେ ତୁମ୍ଭକୁ ପରିତ୍ୟାଗ କରିବ।
Job 22:5 in Oriya 5 ତୁମ୍ଭର ଦୁଷ୍ଟତା କ'ଣ ବଡ଼ ନୁହେଁ ? ଓ ତୁମ୍ଭ ଅଧର୍ମର କିଛି ସୀମା ନାହିଁ।
Job 42:7 in Oriya 7 ସଦାପ୍ରଭୁ ଆୟୁବକୁ ଏହିସବୁ କଥା କହିଲା ଉତ୍ତାରେ, ସଦାପ୍ରଭୁ ତୈମନୀୟ ଇଲୀଫସ୍କୁ କହିଲେ, “ତୁମ୍ଭ ପ୍ରତି ଓ ତୁମ୍ଭର ଦୁଇ ମିତ୍ର ପ୍ରତି ଆମ୍ଭର କୋପ ପ୍ରଜ୍ୱଳିତ ହୋଇଅଛି; କାରଣ ତୁମ୍ଭେମାନେ ଆମ୍ଭ ଦାସ ଆୟୁବ ପରି ଆମ୍ଭ ବିଷୟରେ ଯଥାର୍ଥ କଥା କହି ନାହଁ।
Psalm 2:1 in Oriya 1 ଗୋଷ୍ଠୀୟମାନେ କାହିଁକି କଳହ କରନ୍ତି; ଜନବୃନ୍ଦ କାହିଁକି ଅନର୍ଥକ ବିଷୟ ଭାଳନ୍ତି ?
Psalm 32:6 in Oriya 6 ଏଥିପାଇଁ ତୁମ୍ଭର ଉଦ୍ଦେଶ୍ୟ ପାଇ ପାରିବା ସମୟରେ ପ୍ରତ୍ୟେକ ସଦ୍ଭକ୍ତ ଲୋକ ତୁମ୍ଭ ନିକଟରେ ପ୍ରାର୍ଥନା କରୁ; ନିଶ୍ଚୟ ମହାଜଳରାଶି ଉଚ୍ଛୁଳିବା ସମୟରେ ତାହା ତାହା ନିକଟକୁ ଆସିବ ନାହିଁ।
Psalm 61:5 in Oriya 5 କାରଣ ହେ ପରମେଶ୍ୱର, ତୁମ୍ଭେ ମୋହର ମାନତସବୁ ଶୁଣିଅଛ; ତୁମ୍ଭେ ଆପଣା ନାମର ଭୟକାରୀମାନଙ୍କ ଅଧିକାର ଆମ୍ଭକୁ ଦେଇଅଛ।
Psalm 71:16 in Oriya 16 ମୁଁ ପ୍ରଭୁ, ସଦାପ୍ରଭୁଙ୍କ ପରାକ୍ରମର ସକଳ କ୍ରିୟା ସହିତ ଉପସ୍ଥିତ ହେବି। ମୁଁ ତୁମ୍ଭର, କେବଳ ତୁମ୍ଭର ଧର୍ମ ବିଷୟ ବର୍ଣ୍ଣନା କରିବି।
Psalm 71:19 in Oriya 19 ହେ ପରମେଶ୍ୱର, ମହତ କାର୍ଯ୍ୟମାନ ସାଧନ କରିଅଛ ଯେ ତୁମ୍ଭେ, ତୁମ୍ଭର ଧର୍ମ ଅତି ଉଚ୍ଚ; ହେ ପରମେଶ୍ୱର, ତୁମ୍ଭ ତୁଲ୍ୟ କିଏ ଅଛି ?
Isaiah 29:8 in Oriya 8 ଆଉ, ଯେପରି କ୍ଷୁଧିତ ଲୋକ ସ୍ୱପ୍ନରେ ଭୋଜନ କରୁଅଛି ବୋଲି ଦେଖେ, ମାତ୍ର ଜାଗ୍ରତ ହେଲେ, ତାହାର ପ୍ରାଣ ଶୂନ୍ୟ ଥାଏ; ଅବା ଯେପରି ତୃଷିତ ଲୋକ ଜଳ ପାନ କରୁଅଛି ବୋଲି ସ୍ୱପ୍ନରେ ଦେଖେ, ମାତ୍ର ଜାଗ୍ରତ ହେଲେ ଦେଖ, ସେ ଦୁର୍ବଳ ଥାଏ ଓ ତାହାର ପ୍ରାଣ ତୃଷିତ ଥାଏ, ସିୟୋନ ପର୍ବତର ପ୍ରତିକୂଳରେ ଯୁଦ୍ଧକାରୀ ସର୍ବଗୋଷ୍ଠୀୟ ଲୋକସମୂହ ସେହିପରି ହେବେ।
Isaiah 45:24 in Oriya 24 ଲୋକେ ଆମ୍ଭ ଉଦ୍ଦେଶ୍ୟରେ କହିବେ, “କେବଳ ସଦାପ୍ରଭୁଙ୍କଠାରେ ଧାର୍ମିକତା ଓ ଶକ୍ତି ଅଛି।” ତାହାଙ୍କ ନିକଟକୁ ଲୋକମାନେ ଆସିବେ, ପୁଣି ଯେଉଁମାନେ ତାହାଙ୍କ ପ୍ରତି ବିରକ୍ତ ହୋଇଥିଲେ, ସେମାନେ ସମସ୍ତେ ଲଜ୍ଜିତ ହେବେ।
Isaiah 50:8 in Oriya 8 ଯେ ମୋତେ ଧାର୍ମିକ କରନ୍ତି, ସେ ନିକଟବର୍ତ୍ତୀ; କିଏ ମୋ' ସଙ୍ଗରେ ବିରୋଧ କରିବ ? ଆସ, ଆମ୍ଭେମାନେ ଏକତ୍ର ଠିଆ ହେଉ; ମୋହର ବିପକ୍ଷ କିଏ ? ସେ ମୋହର ନିକଟକୁ ଆସୁ।
Isaiah 54:15 in Oriya 15 ଦେଖ, ଲୋକମାନେ ଏକମେଳ ହୋଇ ପାରନ୍ତି, ମାତ୍ର ଆମ୍ଭ ଦ୍ୱାରା ନୁହେଁ; ଯେକେହି ତୁମ୍ଭ ବିପକ୍ଷରେ ଏକମେଳ ହୁଏ, ସେ ତୁମ୍ଭ ହେତୁ ପତିତ ହେବ।
Isaiah 58:14 in Oriya 14 ତେବେ ତୁମ୍ଭେ ସଦାପ୍ରଭୁଙ୍କଠାରେ ଆନନ୍ଦ କରିବ; ପୁଣି, ଆମ୍ଭେ ତୁମ୍ଭକୁ ପୃଥିବୀର ଉଚ୍ଚସ୍ଥଳୀମାନରେ ଆରୋହଣ କରାଇବା; ଆଉ, ତୁମ୍ଭ ପିତା ଯାକୁବର ଅଧିକାର ତୁମ୍ଭକୁ ଭୋଗ କରାଇବା : କାରଣ ସଦାପ୍ରଭୁଙ୍କର ମୁଖ ଏହା କହିଅଛି।
Isaiah 61:10 in Oriya 10 ମୁଁ ସଦାପ୍ରଭୁଙ୍କଠାରେ ଅତିଶୟ ଆନନ୍ଦ କରିବି; ମୋର ପ୍ରାଣ ମୋ' ପରମେଶ୍ୱରଙ୍କଠାରେ ଉଲ୍ଲସିତ ହେବ; କାରଣ ବର ଯେପରି ଭୂଷଣରେ ଆପଣାକୁ ଭୂଷିତ କରେ ଓ କନ୍ୟା ଯେପରି ଆପଣା ରତ୍ନରେ ଆପଣାକୁ ଭୂଷିତା କରେ, ସେହିପରି ସେ ପରିତ୍ରାଣରୂପ ବସ୍ତ୍ରରେ ମୋତେ ବସ୍ତ୍ରାନ୍ୱିତ କରିଅଛନ୍ତି ଓ ଧର୍ମରୂପ ରାଜବସ୍ତ୍ରରେ ମୋତେ ଆଚ୍ଛାଦିତ କରିଅଛନ୍ତି।
Jeremiah 23:6 in Oriya 6 ତାହାଙ୍କ ସମୟରେ ଯିହୁଦା ପରିତ୍ରାଣ ପାଇବ ଓ ଇସ୍ରାଏଲ ନିରାପଦରେ ବାସ କରିବ; ପୁଣି, ସଦାପ୍ରଭୁ ଆମ୍ଭମାନଙ୍କର ଧର୍ମ, ଏହି ନାମରେ ସେ ବିଖ୍ୟାତ ହେବେ।”
Ezekiel 38:9 in Oriya 9 ପୁଣି, ତୁମ୍ଭେ ଉପରକୁ ଉଠି, ବତାସ ପରି ଆସିବ, ଦେଶକୁ ଆଚ୍ଛନ୍ନ କରିବା ପାଇଁ ତୁମ୍ଭେ, ଆଉ ତୁମ୍ଭର ସମସ୍ତ ସୈନ୍ୟଦଳ ଓ ତୁମ୍ଭ ସଙ୍ଗେ ଅନେକ ଗୋଷ୍ଠୀ ମେଘ ତୁଲ୍ୟ ହେବେ।
Daniel 3:26 in Oriya 26 ସେତେବେଳେ ନବୂଖଦ୍ନିତ୍ସର ପ୍ରଜ୍ୱଳିତ ଅଗ୍ନିକୁଣ୍ଡର ମୁଖ ନିକଟକୁ ଯାଇ କହିଲା, ହେ ସର୍ବୋପରିସ୍ଥ ପରମେଶ୍ୱରଙ୍କର ଦାସ, ଶଦ୍ରକ୍, ମୈଶକ୍ ଓ ଅବେଦ୍ନଗୋ, ତୁମ୍ଭେମାନେ ବାହାର ହୋଇ ଏଠାକୁ ଆସ। ତହିଁରେ ଶଦ୍ରକ୍, ମୈଶକ୍ ଓ ଅବେଦ୍-ନଗୋ ଅଗ୍ନି ମଧ୍ୟରୁ ବାହାର ହୋଇ ଆସିଲେ।
Daniel 6:20 in Oriya 20 ପୁଣି, ସେ ଗର୍ତ୍ତ ନିକଟରେ ଦାନିୟେଲଙ୍କ ପାଖରେ ଉପସ୍ଥିତ ହୋଇ ବିଳାପ ସ୍ୱରରେ ଡାକିଲା; ରାଜା ଦାନିୟେଲଙ୍କୁ କହିଲା, ହେ ଜୀବିତ ପରମେଶ୍ୱରଙ୍କ ସେବକ ଦାନିୟେଲ, ତୁମ୍ଭେ ନିତ୍ୟ ନିତ୍ୟ ଯାହାଙ୍କର ସେବା କରୁଅଛ, ତୁମ୍ଭର ସେହି ପରମେଶ୍ୱର ସିଂହମାନଙ୍କଠାରୁ ତୁମ୍ଭଙ୍କୁ ଉଦ୍ଧାର କରିବାକୁ କି ସମର୍ଥ ଅଟନ୍ତି ?
Zechariah 3:1 in Oriya 1 ଏଉତ୍ତାରେ ସଦାପ୍ରଭୁ ଯିହୋଶୂୟ ମହାଯାଜକ ଦୂତ ସମ୍ମୁଖରେ ଠିଆ ହୋଇଥିବା, ଓ ତାଙ୍କୁ ନିନ୍ଦା କରିବା ପାଇଁ ତାଙ୍କ ଦକ୍ଷିଣ ପାର୍ଶ୍ୱରେ ଠିଆ ହୋଇଥିବାର ଶୟତାନକୁ ସେ ମୋତେ ଦେଖାଇଲେ।
Matthew 16:18 in Oriya 18 ଆଉ ମୁଁ ମଧ୍ୟ ତୁମ୍ଭକୁ କହୁଅଛି, ତୁମ୍ଭେ ପିତର, ପୁଣି, ଏହି ପଥର ଉପରେ ମୁଁ ଆପଣା ମଣ୍ଡଳୀ ତୋଳିବି, ଆଉ ପାତାଳର ବଳ ତାହାକୁ ପରାଜୟ କରିବ ନାହିଁ।
John 10:28 in Oriya 28 ପୁଣି, ମୁଁ ସେମାନଙ୍କୁ ଅନନ୍ତ ଜୀବନ ଦିଏ, ଆଉ ସେମାନେ କଦାପି କେବେ ହେଁ ବିନଷ୍ଟ ହେବେ ନାହିଁ, ପୁଣି, କେହି ମୋ' ହସ୍ତରୁ ସେମାନଙ୍କୁ ହରଣ କରିବ ନାହିଁ।
Romans 3:22 in Oriya 22 ଅର୍ଥାତ୍, ଈଶ୍ୱରଙ୍କର ଯେଉଁ ଧାର୍ମିକତା ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବା ଦ୍ୱାରା ସମସ୍ତ ବିଶ୍ୱାସୀଙ୍କ ପ୍ରତିବର୍ତ୍ତେ, କାରଣ କୌଣସି ପ୍ରଭେଦ ନାହିଁ,
Romans 6:22 in Oriya 22 କିନ୍ତୁ ଏବେ ପାପର ଅଧୀନତାରୁ ମୁକ୍ତ ହୋଇ ଇଶ୍ବରଙ୍କ ଦାସ ହେବାରୁ ତୁମ୍ଭେମାନେ ପବିତ୍ରତା ଉଦ୍ଦେଶ୍ୟରେ ଫଳ ପାଉଅଛ, ଆଉ ଏଥିର ପରିଣାମ ଅନନ୍ତ ଜୀବନ।
Romans 8:1 in Oriya 1 ଅତଏବ ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଛନ୍ତି, ସେମାନଙ୍କ ପ୍ରତି ବର୍ତ୍ତମାନ କୌଣସି ଦଣ୍ଡାଜ୍ଞା ନାହିଁ।
Romans 8:28 in Oriya 28 ଯେଉଁମାନେ ଈଶ୍ୱରଙ୍କୁ ପ୍ରେମ କରନ୍ତି, ଯେଉଁମାନେ ତାହାଙ୍କ ସଂକଳ୍ପ ଅନୁସାରେ ଆହୂତ ହୋଇଅଛନ୍ତି, ଈଶ୍ୱର ଯେ ସମସ୍ତ ବିଷୟରେ ସେମାନଙ୍କର ମଙ୍ଗଳ ସାଧନ କରନ୍ତି, ଏହା ଆମ୍ଭେମାନେ ଜାଣୁ।
Romans 10:4 in Oriya 4 କାରଣ ପ୍ରତ୍ୟେକ ବିଶ୍ୱାସୀ ପକ୍ଷରେ ଧାର୍ମିକ ଗଣିତ ହେବା ନିମନ୍ତେ ଖ୍ରୀଷ୍ଟ ମୋଶାଙ୍କ ବ୍ୟବସ୍ଥାର ଶେଷ ଅଟନ୍ତି।
1 Corinthians 1:30 in Oriya 30 କିନ୍ତୁ ତାହାଙ୍କ ହେତୁ ତୁମ୍ଭେମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଛ, ସେ ଈଶ୍ୱରଙ୍କଠାରୁ ଆମ୍ଭମାନଙ୍କ ନିମନ୍ତେ ଜ୍ଞାନ, ଅର୍ଥାତ୍, ଧାର୍ମିକତା, ପବିତ୍ରତା ଓ ମୁକ୍ତିସ୍ୱରୂପ ହୋଇଅଛନ୍ତି।
2 Corinthians 5:21 in Oriya 21 ଯାହାଙ୍କଠାରେ ପାପର ଲେଶମାତ୍ର ନ ଥିଲା,ତାହାଙ୍କୁ ସେ ଆମ୍ଭମାନଙ୍କ ନିମନ୍ତେ ପାପ ସ୍ୱରୂପ କଲେ, ଯେପରି ଆମ୍ଭେମାନେ ତାହାଙ୍କ ଦ୍ୱାରା ଈଶ୍ୱରଙ୍କର ଧାର୍ମିକତାସ୍ୱରୂପ ହେଉ।
Philippians 3:9 in Oriya 9 ପୁଣି, ମୋଶାଙ୍କ ବ୍ୟବସ୍ଥା ପାଳନ ହେତୁ ନିଜର ଧାର୍ମିକତା ପ୍ରାପ୍ତ ନ ହୋଇ ବରଂ ଯେପରି ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା ଈଶ୍ୱରଦତ୍ତ ବିଶ୍ୱାସମୂଳକ ଧାର୍ମିକତା ପ୍ରାପ୍ତ ହୁଏ,
2 Peter 1:1 in Oriya 1 ଶିମୋନ ପିତର, ଯୀଶୁ ଖ୍ରୀଷ୍ଟଙ୍କର ଜଣେ ଦାସ ଓ ପ୍ରେରିତ, ଆମ୍ଭମାନଙ୍କ ଈଶ୍ୱର ଓ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କର ଧାର୍ମିକତା ହେତୁ ଯେଉଁମାନେ ଆମ୍ଭମାନଙ୍କ ସହିତ ସମାନ ଭାବରେ ବହୁମୂଲ୍ୟ ବିଶ୍ୱାସ ପ୍ରାପ୍ତ ହୋଇଅଛନ୍ତି, ସେମାନଙ୍କ ନିକଟକୁ ପତ୍ର ଲେଖୁଅଛି।
Revelation 12:10 in Oriya 10 ସେତେବେଳେ ମୁଁ ସ୍ୱର୍ଗରେ ଏହି ଉଚ୍ଚ ସ୍ୱର ଶୁଣିଲି, ବର୍ତ୍ତମାନ ଆମ୍ଭମାନଙ୍କ ଇଶ୍ବରଙ୍କ ପରିତ୍ରାଣ,ପରାକ୍ରମ ଓ ରାଜ୍ୟ ପୁଣି, ତାହାଙ୍କ ଖ୍ରୀଷ୍ଟଙ୍କର କର୍ତ୍ତାପଣ ଉପସ୍ଥିତ ହୋଇଅଛି, କାରଣ ଆମ୍ଭମାନଙ୍କ ଭାଇମାନଙ୍କ ଅପବାଦକ, ଯେ ଦିବାରାତ୍ର ସେମାନଙ୍କ ବିରୁଦ୍ଧରେ ଆମ୍ଭମାନଙ୍କ ଇଶ୍ବରଙ୍କ ଛାମୁରେ ଅଭିଯୋଗ କରୁଥିଲା, ସେ ତଳେ ନିକ୍ଷିପ୍ତ ହୋଇଅଛି।