Isaiah 54:3 in Oriya 3 କାରଣ ତୁମ୍ଭେ ଡାହାଣ ଓ ବାମରେ ବ୍ୟାପି ଯିବ ଓ ତୁମ୍ଭର ବଂଶ ଅନ୍ୟ ଦେଶୀୟମାନଙ୍କୁ ଅଧିକାର କରିବେ ଓ ନରଶୂନ୍ୟ ନଗରସମୂହକୁ ବସତି ସ୍ଥାନ କରାଇବେ।
Other Translations King James Version (KJV) For thou shalt break forth on the right hand and on the left; and thy seed shall inherit the Gentiles, and make the desolate cities to be inhabited.
American Standard Version (ASV) For thou shalt spread aboard on the right hand and on the left; and thy seed shall possess the nations, and make the desolate cities to be inhabited.
Bible in Basic English (BBE) For I will make wide your limits on the right hand and on the left; and your seed will take the nations for a heritage, and make the waste towns full of people.
Darby English Bible (DBY) For thou shalt spread abroad on the right hand and on the left; and thy seed shall possess nations, and they shall make desolate cities to be inhabited.
World English Bible (WEB) For you shall spread aboard on the right hand and on the left; and your seed shall possess the nations, and make the desolate cities to be inhabited.
Young's Literal Translation (YLT) For right and left thou breakest forth, And thy seed doth nations possess,
Cross Reference Genesis 28:14 in Oriya 14 ତୁମ୍ଭର ବଂଶ ପୃଥିବୀର ଧୂଳି ପରି (ଅସଂଖ୍ୟ) ହେବେ, ପୁଣି, ତୁମ୍ଭେ ପୂର୍ବ ଓ ପଶ୍ଚିମ ଓ ଉତ୍ତର ଓ ଦକ୍ଷିଣ, ଚାରିଆଡ଼େ ବୃଦ୍ଧି ପାଇବ; ପୁଣି, ତୁମ୍ଭଠାରୁ ଓ ତୁମ୍ଭ ବଂଶଠାରୁ ପୃଥିବୀସ୍ଥ ଯାବତୀୟ ବଂଶ ଆଶୀର୍ବାଦ ପାଇବେ।
Genesis 49:10 in Oriya 10 ଶୀଲୋର ଆଗମନ ପର୍ଯ୍ୟନ୍ତ ଯିହୁଦାଠାରୁ ରାଜଦଣ୍ଡ ଓ ତାହାର ଚରଣଦ୍ୱୟ ମଧ୍ୟରୁ ବିଚାରକର୍ତ୍ତାର ଯଷ୍ଟି ଯିବ ନାହିଁ; ତାହାଙ୍କ ନିକଟରେ ଲୋକମାନେ ଅଧୀନତା ସ୍ୱୀକାର କରିବେ।
Psalm 72:8 in Oriya 8 ମଧ୍ୟ ସେ ଏକ ସମୁଦ୍ରଠାରୁ ଅନ୍ୟ ସମୁଦ୍ର ପର୍ଯ୍ୟନ୍ତ ଓ ନଦୀଠାରୁ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ କର୍ତ୍ତୃତ୍ୱ କରିବେ।
Isaiah 2:2 in Oriya 2 ଶେଷ କାଳରେ ଏରୂପ ଘଟିବ, ସଦାପ୍ରଭୁଙ୍କ ଗୃହର ପର୍ବତ, ପର୍ବତଗଣର ଶିଖର ଉପରେ ସ୍ଥାପିତ ହେବ ଓ ଉପପର୍ବତଗଣ ଅପେକ୍ଷା ଉଚ୍ଚୀକୃତ ହେବ; ଆଉ, ସମୁଦାୟ ଗୋଷ୍ଠୀ ସ୍ରୋତ ପରି ତହିଁ ମଧ୍ୟକୁ ବହି ଆସିବେ।
Isaiah 11:9 in Oriya 9 ସେମାନେ ଆମ୍ଭ ପବିତ୍ର ପର୍ବତର କୌଣସି ସ୍ଥାନରେ ହିଂସା କି ବିନାଶ କରିବେ ନାହିଁ; କାରଣ ସମୁଦ୍ର ଯେପରି ଜଳରେ ଆଚ୍ଛନ୍ନ, ପୃଥିବୀ ସେହିପରି ସଦାପ୍ରଭୁ ବିଷୟକ ଜ୍ଞାନରେ ପରିପୂର୍ଣ୍ଣ ହେବ।
Isaiah 35:1 in Oriya 1 ପ୍ରାନ୍ତର ଓ ନିଷଦ୍ଦ ସ୍ଥାନ ଆନନ୍ଦିତ ହେବ; ଆଉ, ମରୁଭୂମି ଉଲ୍ଲସିତ ହୋଇ ଗୋଲାପ ତୁଲ୍ୟ ପ୍ରଫୁଲ୍ଲ ହେବ।
Isaiah 42:1 in Oriya 1 ଯାହାଙ୍କୁ ଆମ୍ଭେ ଧାରଣ କରୁ, ଏପରି ଆମ୍ଭ ଦାସଙ୍କୁ, ଯାହାଙ୍କଠାରେ ଆମ୍ଭ ଚିତ୍ତ ସନ୍ତୁଷ୍ଟ, ଏପରି ଆମ୍ଭର ମନୋନୀତ ଲୋକଙ୍କୁ ଦେଖ; ଆମ୍ଭେ ତାହାଙ୍କ ଉପରେ ଆପଣା ଆତ୍ମା ସ୍ଥାପନ କରିଅଛୁ; ସେ ଅନ୍ୟ ଦେଶୀୟମାନଙ୍କ ମଧ୍ୟକୁ ନ୍ୟାୟ ବିଚାର ଆଣିବେ।
Isaiah 43:5 in Oriya 5 ଭୟ କର ନାହିଁ; କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ; ଆମ୍ଭେ ପୂର୍ବ ଦିଗରୁ ତୁମ୍ଭ ବଂଶକୁ ଆଣିବା ଓ ପଶ୍ଚିମ ଦିଗରୁ ତୁମ୍ଭକୁ ସଂଗ୍ରହ କରିବା;
Isaiah 49:8 in Oriya 8 ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଗ୍ରାହ୍ୟ ସମୟରେ ତୁମ୍ଭକୁ ଉତ୍ତର ଦେଇଅଛୁ ଓ ପରିତ୍ରାଣ ଦିନରେ ଆମ୍ଭେ ତୁମ୍ଭର ସାହାଯ୍ୟ କରିଅଛୁ; ପୁଣି, ଆମ୍ଭେ ତୁମ୍ଭକୁ ରକ୍ଷା କରିବା ଓ ଦେଶର ଉନ୍ନତି ସାଧନ ନିମନ୍ତେ, ଲୋକମାନଙ୍କୁ ସେମାନଙ୍କର ଧ୍ୱଂସିତ ଉତ୍ତରାଧିକାର ଭୋଗ କରାଇବା ନିମନ୍ତେ ଆମ୍ଭେ ତୁମ୍ଭକୁ ଲୋକମାନଙ୍କର ନିୟମ ସ୍ୱରୂପ ନିଯୁକ୍ତ କରିବା;
Isaiah 49:12 in Oriya 12 ଦେଖ, ଏମାନେ ଦୂରରୁ ଆସିବେ; ଆଉ ଦେଖ, ଏମାନେ ଉତ୍ତର ଓ ପଶ୍ଚିମ ଦିଗରୁ ଆସିବେ; ପୁଣି, ଏମାନେ ସୀନୀମ୍ ଦେଶରୁ ଆସିବେ।
Isaiah 49:18 in Oriya 18 ତୁମ୍ଭେ ଚକ୍ଷୁ ମେଲାଇ ଚତୁର୍ଦ୍ଦିଗ ଦେଖ; ଏସମସ୍ତେ ଏକତ୍ରିତ ହୋଇ ତୁମ୍ଭ ନିକଟକୁ ଆସୁଅଛନ୍ତି। ସଦାପ୍ରଭୁ କହନ୍ତି, “ଆମ୍ଭେ ଜୀବିତ ଥିବା ପ୍ରମାଣେ ତୁମ୍ଭେ ଭୂଷଣ ତୁଲ୍ୟ ଏହି ସମସ୍ତଙ୍କୁ ପରିଧାନ କରିବ, ପୁଣି କନ୍ୟାର କଟିଭୂଷଣ ତୁଲ୍ୟ ସେମାନଙ୍କୁ ଧାରଣ କରିବ।
Isaiah 52:9 in Oriya 9 ହେ ଯିରୂଶାଲମର ଉତ୍ସନ୍ନ ସ୍ଥାନସକଳ, ଉଚ୍ଚ ଆନନ୍ଦ ଧ୍ୱନି କର, ଏକତ୍ର ଗାନ କର; କାରଣ ସଦାପ୍ରଭୁ ଆପଣା ଲୋକମାନଙ୍କୁ ସାନ୍ତ୍ୱନା କରିଅଛନ୍ତି, ସେ ଯିରୂଶାଲମକୁ ମୁକ୍ତ କରିଅଛନ୍ତି।
Isaiah 55:5 in Oriya 5 ଦେଖ, ଯେଉଁ ଗୋଷ୍ଠୀକୁ ତୁମ୍ଭେ ଜାଣୁ ନାହଁ, ତାହାକୁ ତୁମ୍ଭେ ଆହ୍ୱାନ କରିବ ଓ ଯେଉଁ ଗୋଷ୍ଠୀ ତୁମ୍ଭକୁ ଜାଣିଲା ନାହିଁ, ସେ ତୁମ୍ଭ ନିକଟକୁ ଦୌଡ଼ିବ, ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଓ ଇସ୍ରାଏଲର ଧର୍ମସ୍ୱରୂପଙ୍କ ସକାଶୁ ଏହା ଘଟିବ; କାରଣ ସେ ତୁମ୍ଭଙ୍କୁ ଗୌରବାନ୍ୱିତ କରିଅଛନ୍ତି।
Isaiah 60:3 in Oriya 3 ପୁଣି, ଅନ୍ୟ ଦେଶୀୟମାନେ ତୁମ୍ଭର ଦୀପ୍ତି ନିକଟକୁ ଓ ରାଜାଗଣ ତୁମ୍ଭ ଅରୁଣୋଦୟର ଆଲୁଅ ନିକଟକୁ ଆସିବେ।
Isaiah 61:5 in Oriya 5 ପୁଣି, ଅପରିଚିତ ଲୋକମାନେ ତୁମ୍ଭମାନଙ୍କର ପଲ ଚରାଇବା ପାଇଁ ଠିଆ ହେବେ ଓ ବିଦେଶୀୟମାନେ ତୁମ୍ଭମାନଙ୍କର ଶସ୍ୟକ୍ଷେତ୍ରର ଓ ଦ୍ରାକ୍ଷାକ୍ଷେତ୍ରର କୃଷକ ହେବେ।
Ezekiel 36:35 in Oriya 35 ତହିଁରେ ଲୋକମାନେ କହିବେ, “ଏହି ଧ୍ୱଂସିତ ଦେଶ ଏଦନ ଉଦ୍ୟାନ ତୁଲ୍ୟ ହୋଇଅଛି; ଆଉ, ଏହି ଶୂନ୍ୟ, ଧ୍ୱଂସିତ ଓ ଉତ୍ପାଟିତ ନଗରସକଳ ପ୍ରାଚୀରବେଷ୍ଟିତ ଓ ବସତିସ୍ଥାନ ହୋଇଅଛି।
Romans 9:25 in Oriya 25 ଯେପରି ସେ ହୋଶେୟଙ୍କ ପୁସ୍ତକରେ ମଧ୍ୟ କହନ୍ତି, “ଯେଉଁମାନେ ଆମ୍ଭର ଲୋକ ନ ଥିଲେ, ସେମାନଙ୍କୁ ଆମ୍ଭେ ଆମ୍ଭର ଲୋକ ବୋଲି କହିବା; ଆଉ, ଯେ ଅପ୍ରିୟ ଥିଲା, ତାହାକୁ ପ୍ରିୟ ବୋଲି କହିବା।'
Romans 10:18 in Oriya 18 କିନ୍ତୁ ମୁଁ କହେ, ସେମାନେ କି ଶୁଣି ନାହାଁନ୍ତି ? ହଁ, ନିଶ୍ଚୟ; ସମୁଦାୟ ପୃଥିବୀରେ ସେମାନଙ୍କ ସ୍ୱର, ଆଉ ଜଗତର ସୀମା ପର୍ଯ୍ୟନ୍ତ ସେମାନଙ୍କ ବାକ୍ୟ ବ୍ୟାପିଗଲା।
Romans 11:12 in Oriya 12 ଯଦି ସେମାନଙ୍କର ପତନ ଜଗତର ଧନସ୍ୱରୂପ, ଆଉ ସେମାନଙ୍କର ହ୍ରାସ ଅଣଯିହୂଦୀମାନଙ୍କ ଧନସ୍ୱରୂପ ହୋଇଅଛି, ତାହାହେଲେ ସେମାନଙ୍କ ପୂର୍ଣ୍ଣତା ଆହୁରି କେତେ ଅଧିକ ଧନସ୍ୱରୂପ ନ ହେବ !
Colossians 1:23 in Oriya 23 ତୁମ୍ଭେମାନେ ଯେବେ ବିଶ୍ୱାସରେ ବଦ୍ଧମୂଳ ଓ ଅଟଳ ରହି ସୁସମାଚାରରେ ନିହିତ ଭରସାରୁ ବିଚଳିତ ନ ହୁଅ, ତାହାହେଲେ ନିଶ୍ଚୟ ଏହି ସବୁ ଫଳ ପାଇବ; ସେହି ସୁସମାଚାର ତୁମ୍ଭେମାନେ ତ ଶୁଣିଅଛ; ତାହା ଆକାଶମଣ୍ଡଳ ତଳେ ଥିବା ସମସ୍ତ ସୃଷ୍ଟି ନିକଟରେ ପ୍ରଚାରିତ ହୋଇଅଛି, ଆଉ ମୁଁ ପାଉଲ ସେଥିର ଜଣେ ସେବକ ହୋଇଅଛି।