Isaiah 54:8 in Oriya 8 ଅତିଶୟ କୋପରେ ଆମ୍ଭେ ଏକ ନିମିଷ ମାତ୍ର ଆପଣା ମୁଖ ତୁମ୍ଭଠାରୁ ଲୁଚାଇଲୁ; ମାତ୍ର ଅନନ୍ତକାଳସ୍ଥାୟୀ ଦୟାରେ ଆମ୍ଭେ ତୁମ୍ଭ ପ୍ରତି କରୁଣା କରିବା,” ଏହା ତୁମ୍ଭର ମୁକ୍ତିଦାତା ସଦାପ୍ରଭୁ କହନ୍ତି।
Other Translations King James Version (KJV) In a little wrath I hid my face from thee for a moment; but with everlasting kindness will I have mercy on thee, saith the LORD thy Redeemer.
American Standard Version (ASV) In overflowing wrath I hid my face from thee for a moment; but with everlasting lovingkindness will I have mercy on thee, saith Jehovah thy Redeemer.
Bible in Basic English (BBE) In overflowing wrath my face was veiled from you for a minute, but I will have pity on you for ever, says the Lord who takes up your cause.
Darby English Bible (DBY) In the outpouring of wrath have I hid my face from thee for a moment; but with everlasting loving-kindness will I have mercy on thee, saith Jehovah, thy Redeemer.
World English Bible (WEB) In overflowing wrath I hid my face from you for a moment; but with everlasting loving kindness will I have mercy on you, says Yahweh your Redeemer.
Young's Literal Translation (YLT) In overflowing wrath I hid my face `for' a moment from thee, And in kindness age-during I have loved thee, Said thy Redeemer -- Jehovah!
Cross Reference Psalm 13:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। ହେ ସଦାପ୍ରଭୁ, ତୁମ୍ଭେ କେତେ କାଳ ପର୍ଯ୍ୟନ୍ତ ମୋତେ ପାସୋରିବ ? ତୁମ୍ଭେ କେତେ କାଳ ମୋ'ଠାରୁ ଆପଣା ମୁଖ ଲୁଚାଇବ ?
Psalm 27:9 in Oriya 9 ମୋ'ଠାରୁ ଆପଣା ମୁଖ ଲୁଚାଅ ନାହିଁ; କ୍ରୋଧରେ ଆପଣା ଦାସକୁ ଦୂର କର ନାହିଁ; ତୁମ୍ଭେ ମୋହର ସହାୟ ହୋଇଅଛ; ହେ ମୋ' ପରିତ୍ରାଣର ପରମେଶ୍ୱର, ମୋତେ ଦୂର କର ନାହିଁ, କିଅବା ପରିତ୍ୟାଗ କର ନାହିଁ।
Psalm 103:17 in Oriya 17 ମାତ୍ର ସଦାପ୍ରଭୁଙ୍କ ଦୟା ଅନାଦିକାଳରୁ ଅନନ୍ତକାଳ ପର୍ଯ୍ୟନ୍ତ ଆପଣା ଭୟକାରୀମାନଙ୍କ ପ୍ରତି ଥାଏ ଓ ଯେଉଁମାନେ ତାହାଙ୍କର ନିୟମ ରକ୍ଷା କରନ୍ତି,
Isaiah 8:17 in Oriya 17 ପୁଣି, ଯେ ଯାକୁବ-ବଂଶଠାରୁ ଆପଣା ମୁଖ ଆଚ୍ଛାଦନ କରନ୍ତି, ମୁଁ ସେହି ସଦାପ୍ରଭୁଙ୍କର ଅପେକ୍ଷା କରିବି ଓ ତାହାଙ୍କ ପାଇଁ ଅନାଇ ରହିବି।
Isaiah 45:15 in Oriya 15 ହେ ତ୍ରାଣକର୍ତ୍ତା, ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ନିଶ୍ଚୟ ଆତ୍ମଗୋପନକାରୀ ପରମେଶ୍ୱର ଅଟ।
Isaiah 47:6 in Oriya 6 ଆମ୍ଭେ ଆପଣା ଲୋକମାନଙ୍କ ପ୍ରତି କ୍ରୁଦ୍ଧ ହୋଇ ଆପଣା ଅଧିକାର ଅପବିତ୍ର କଲୁ ଓ ତୁମ୍ଭ ହସ୍ତରେ ସେମାନଙ୍କୁ ସମର୍ପଣ କଲୁ; ତୁମ୍ଭେ ସେମାନଙ୍କ ପ୍ରତି କିଛି ଦୟା ପ୍ରକାଶ କଲ ନାହିଁ; ତୁମ୍ଭେ ବୃଦ୍ଧ ଲୋକ ଉପରେ ତୁମ୍ଭର ଯୁଆଳି ବଡ଼ ଭାରୀ କରି ଥୋଇଲ।
Isaiah 48:17 in Oriya 17 ସଦାପ୍ରଭୁ ତୁମ୍ଭର ମୁକ୍ତିଦାତା, ଇସ୍ରାଏଲର ଧର୍ମସ୍ୱରୂପ, ଏହି କଥା କହନ୍ତି; “ଆମ୍ଭେ ସଦାପ୍ରଭୁ, ତୁମ୍ଭ ପରମେଶ୍ୱର, ତୁମ୍ଭକୁ ଉପକାରଜନକ ଶିକ୍ଷା ଦେଉ, ତୁମ୍ଭର ଗନ୍ତବ୍ୟ ପଥରେ ତୁମ୍ଭକୁ ଗମନ କରାଉ।
Isaiah 49:26 in Oriya 26 ପୁଣି, ଆମ୍ଭେ ତୁମ୍ଭର ଉପଦ୍ରବକାରୀମାନଙ୍କୁ ସେମାନଙ୍କର ନିଜ ମାଂସ ଭୋଜନ କରାଇବା ଓ ମିଷ୍ଟ ଦ୍ରାକ୍ଷାରସରେ ମତ୍ତ ହେବା ତୁଲ୍ୟ ସେମାନେ ନିଜ ରକ୍ତରେ ମତ୍ତ ହେବେ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ, ତୁମ୍ଭର ତ୍ରାଣକର୍ତ୍ତା ଓ ତୁମ୍ଭର ମୁକ୍ତିଦାତା, ଯାକୁବର ବଳଦାତା, ଏହା ସର୍ବ ପ୍ରାଣୀ ଜାଣିବେ।”
Isaiah 54:5 in Oriya 5 କାରଣ ତୁମ୍ଭର ନିର୍ମାଣକର୍ତ୍ତା ତୁମ୍ଭର ସ୍ୱାମୀ ଅଟନ୍ତି; ସୈନ୍ୟାଧିପତି ସଦାପ୍ରଭୁ ତାହାଙ୍କର ନାମ ଓ ଇସ୍ରାଏଲର ଧର୍ମସ୍ୱରୂପ ତୁମ୍ଭର ମୁକ୍ତିଦାତା; ସେ ସମୁଦାୟ ପୃଥିବୀର ପରମେଶ୍ୱର ବୋଲି ବିଖ୍ୟାତ ହେବେ।
Isaiah 54:10 in Oriya 10 ଯେହେତୁ ତୁମ୍ଭ ପ୍ରତି କରୁଣା କରିଅଛନ୍ତି ଯେଉଁ ସଦାପ୍ରଭୁ, ସେ କହନ୍ତି, ପର୍ବତଗଣ ବିଚଳିତ ହୋଇ ଘୁଞ୍ଚିଯିବେ ଓ ଉପପର୍ବତଗଣ ଟଳିବେ; ମାତ୍ର ଆମ୍ଭର ଦୟା ତୁମ୍ଭଠାରୁ ବିଚଳିତ ହେବ ନାହିଁ, ଅଥବା ଆମ୍ଭ ଶାନ୍ତିର ନିୟମ ଟଳିବ ନାହିଁ।
Isaiah 55:3 in Oriya 3 କର୍ଣ୍ଣ ଡେର ଓ ଆମ୍ଭ ନିକଟକୁ ଆସ; ଶୁଣ, ତହିଁରେ ତୁମ୍ଭମାନଙ୍କର ପ୍ରାଣ ବଞ୍ଚିବ; ପୁଣି, ଆମ୍ଭେ ତୁମ୍ଭମାନଙ୍କ ସହିତ ଏକ ନିତ୍ୟସ୍ଥାୟୀ ନିୟମ, ଅର୍ଥାତ୍, ଦାଉଦଙ୍କ ପ୍ରତି ନିଶ୍ଚିତ ଦୟା ସ୍ଥିର କରିବା।
Isaiah 57:16 in Oriya 16 କାରଣ ଆମ୍ଭେ ସର୍ବଦା ବିରୋଧ କରିବା ନାହିଁ, ଅଥବା ନିରନ୍ତର କ୍ରୋଧ କରିବା ନାହିଁ; କଲେ, ଆତ୍ମା ଓ ଆମ୍ଭ ନିର୍ମିତ ପ୍ରାଣୀସକଳ ଆମ୍ଭ ସମ୍ମୁଖରେ କ୍ଷୀଣ ହେବେ।
Isaiah 60:10 in Oriya 10 ପୁଣି, ବିଦେଶୀୟମାନେ ତୁମ୍ଭର ପ୍ରାଚୀର ନିର୍ମାଣ କରିବେ ଓ ସେମାନଙ୍କର ରାଜାଗଣ ତୁମ୍ଭର ପରିଚର୍ଯ୍ୟା କରିବେ; କାରଣ ଆମ୍ଭେ ଆପଣା କୋପରେ ତୁମ୍ଭକୁ ପ୍ରହାର କଲୁ, ମାତ୍ର ଆପଣା ଅନୁଗ୍ରହରେ ଆମ୍ଭେ ତୁମ୍ଭ ପ୍ରତି କରୁଣା କରିଅଛୁ।
Jeremiah 31:3 in Oriya 3 ସଦାପ୍ରଭୁ ପୁରାତନ କାଳରେ ମୋତେ ଦର୍ଶନ ଦେଇ କହିଲେ, “ହଁ, ଆମ୍ଭେ ଚିରସ୍ଥାୟୀ ପ୍ରେମରେ ତୁମ୍ଭକୁ ପ୍ରେମ କରି ଆସିଅଛୁ, ଏହେତୁ ସ୍ନେହପୂର୍ଣ୍ଣ କରୁଣାରେ ଆମ୍ଭେ ତୁମ୍ଭକୁ ଆକର୍ଷଣ କରିଅଛୁ।
Ezekiel 39:23 in Oriya 23 ପୁଣି, ଗୋଷ୍ଠୀଗଣ ଜାଣିବେ ଯେ, ଇସ୍ରାଏଲ ବଂଶ ନିଜ ଅଧର୍ମ ସକାଶୁ ବନ୍ଦୀ ହୋଇ ଯାଇଥିଲେ, କାରଣ ସେମାନେ ଆମ୍ଭ ବିରୁଦ୍ଧରେ ସତ୍ୟଲଙ୍ଘନ ଅପରାଧ କରିବାରୁ ଆମ୍ଭେ ସେମାନଙ୍କଠାରୁ ଆପଣା ମୁଖ ଲୁଚାଇଲୁ; ତହୁଁ ଆମ୍ଭେ ସେମାନଙ୍କୁ ସେମାନଙ୍କ ବିପକ୍ଷଗଣର ହସ୍ତରେ ସମର୍ପଣ କଲୁ, ତହିଁରେ ସେମାନେ ସମସ୍ତେ ଖଡ଼୍ଗ ଦ୍ୱାରା ହତ ହେଲେ।
Zechariah 1:15 in Oriya 15 ଆଉ, ଯେଉଁ ଗୋଷ୍ଠୀଗଣ ନିଶ୍ଚିନ୍ତରେ ଅଛନ୍ତି, ସେମାନଙ୍କ ପ୍ରତି ଆମ୍ଭେ ଅତ୍ୟନ୍ତ ବିରକ୍ତ ଅଟୁ; କାରଣ ଆମ୍ଭେ ଅଳ୍ପମାତ୍ର ବିରକ୍ତ ହୁଅନ୍ତେ, ସେମାନେ କ୍ଳେଶକୁ ବୃଦ୍ଧି କଲେ।
2 Thessalonians 2:16 in Oriya 16 ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟ ନିଜେ, ଆଉ ଆମ୍ଭମାନଙ୍କ ଯେଉଁ ପିତା ଈଶ୍ୱର ଆମ୍ଭମାନଙ୍କୁ ପ୍ରେମ କରି ଅନୁଗ୍ରହରେ ଆମ୍ଭମାନଙ୍କୁ ଅନନ୍ତ ସାନ୍ତ୍ୱନା ଓ ଉତ୍ତମ ଭରସା ଦେଇଅଛନ୍ତି,
1 Timothy 1:16 in Oriya 16 ତଥାପି ଯେଉଁମାନେ ଭବିଷ୍ୟତ କାଳରେ ଅନନ୍ତ ଜୀବନ ପାଇବା ନିମନ୍ତେ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବେ, ସେମାନଙ୍କ ନିକଟରେ ଏକ ଉଦାହରଣ ହେବା ପାଇଁ ପ୍ରଧାନ ପାପୀ ଯେ ମୁଁ, ମୋଠାରେ ସେ ଯେପରି ଆପଣା ପୂର୍ଣ୍ଣ ଚିରସହିଷ୍ଣୁତା ପ୍ରକାଶ କରନ୍ତି, ଏଥି ନିମନ୍ତେ ମୁଁ ଦୟା ପ୍ରାପ୍ତ ହେଲି।