Isaiah 55:1 in Oriya 1 “ହେ ତୃଷିତ ଲୋକସକଳ, ତୁମ୍ଭେମାନେ ଜଳ ନିକଟକୁ ଆସ, ପୁଣି ଯାହାର କିଛି ଅର୍ଥ ନାହିଁ, ସେ ଆସୁ; ତୁମ୍ଭେମାନେ ଆସ, କିଣ ଓ ଭୋଜନ କର; ହଁ, ଆସ, ଅର୍ଥ ଓ ମୂଲ୍ୟ ବିନା ଦ୍ରାକ୍ଷାରସ ଓ ଦୁଗ୍ଧ କିଣ।
Other Translations King James Version (KJV) Ho, every one that thirsteth, come ye to the waters, and he that hath no money; come ye, buy, and eat; yea, come, buy wine and milk without money and without price.
American Standard Version (ASV) Ho, every one that thirsteth, come ye to the waters, and he that hath no money; come ye, buy, and eat; yea, come, buy wine and milk without money and without price.
Bible in Basic English (BBE) Ho! everyone in need, come to the waters, and he who has no strength, let him get food: come, get bread without money; wine and milk without price.
Darby English Bible (DBY) Ho, every one that thirsteth, come ye to the waters; and he that hath no money, come ye, buy, and eat: yea, come, buy wine and milk without money and without price!
World English Bible (WEB) Ho, everyone who thirsts, come you to the waters, and he who has no money; come you, buy, and eat; yes, come, buy wine and milk without money and without price.
Young's Literal Translation (YLT) Ho, every thirsty one, come ye to the waters, And he who hath no money, Come ye, buy and eat, yea, come, buy Without money and without price, wine and milk.
Cross Reference Ruth 4:1 in Oriya 1 ଏଥିଉତ୍ତାରୁ ବୋୟଜ ନଗର ଦ୍ୱାରକୁ ଯାଇ ସେଠାରେ ବସିଲା, ତହିଁରେ ଦେଖ, ସେ ଯେଉଁ ମୁକ୍ତିକର୍ତ୍ତା ଜ୍ଞାତି ବିଷୟ କହିଥିଲା, ସେ ସେଠାକୁ ଆସନ୍ତେ, ବୋୟଜ ତାହାକୁ ଡାକି କହିଲା, “ହେ ବନ୍ଧୁ, ଏଠିକି ଆସି ବସ,” ଏଣୁ ସେ ଆସି ସେଠାରେ ବସିଲା।
Psalm 42:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ କୋରହ ସନ୍ତାନଗଣର ମସ୍କୀଲ (ପ୍ରବୋଧନ)। ହରିଣୀ ଯେପରି ଜଳସ୍ରୋତ ପାଇଁ ଧକାଏ, ସେହିପରି ହେ ପରମେଶ୍ୱର, ମୋ' ପ୍ରାଣ ତୁମ୍ଭ ପାଇଁ ଧକାଏ।
Psalm 63:1 in Oriya 1 ଦାଉଦଙ୍କର ଗୀତ, ସେ ଯିହୂଦା-ପ୍ରାନ୍ତରରେ ଥିବା ବେଳେ ରଚିତ। ହେ ପରମେଶ୍ୱର, ତୁମ୍ଭେ ମୋହର ପରମେଶ୍ୱର; ବ୍ୟାକୁଳରେ ମୁଁ ତୁମ୍ଭର ଅନ୍ୱେଷଣ କରିବି; ଜଳଶୂନ୍ୟ ଶୁଷ୍କ ଓ ଶ୍ରାନ୍ତିକର ଦେଶରେ ମୋ' ପ୍ରାଣ ତୁମ୍ଭ ନିମନ୍ତେ ତୃଷିତ ହୁଏ ଓ ମୋ' ଶରୀର ତୁମ୍ଭ ପାଇଁ ଲାଳସା କରେ।
Psalm 143:6 in Oriya 6 ମୁଁ ତୁମ୍ଭଆଡ଼େ ହସ୍ତ ପ୍ରସାରୁ ଅଛି; ଶୁଷ୍କ ଭୂମି ତୁଲ୍ୟ ମୋ' ପ୍ରାଣ ତୁମ୍ଭ ପାଇଁ ତୃଷିତ ହେଉଅଛି। ସେଲା
Proverbs 1:21 in Oriya 21 ସେ ଲୋକମାନଙ୍କର ପ୍ରଧାନ ସ୍ଥାନରେ ଡାକେ; ନଗର ଦ୍ୱାରର ପ୍ରବେଶ ସ୍ଥାନରେ ଓ ନଗର ମଧ୍ୟରେ ଆପଣା ବାକ୍ୟ ଉଚ୍ଚାରଣ କରି କହେ;
Proverbs 8:4 in Oriya 4 ହେ ମନୁଷ୍ୟଗଣ, ମୁଁ ତୁମ୍ଭମାନଙ୍କୁ ଡାକୁଅଛି; ପୁଣି, ମନୁଷ୍ୟ-ସନ୍ତାନଗଣ ପ୍ରତି ମୋହର ରବ ଅଛି।
Song of Solomon 1:2 in Oriya 2 ସେ ଆପଣା ମୁଖ-ଚୁମ୍ବନରେ ମୋତେ ଚୁମ୍ବନ କରନ୍ତୁ; କାରଣ ତୁମ୍ଭ ପ୍ରେମ ଦ୍ରାକ୍ଷାରସ ଅପେକ୍ଷା ଉତ୍ତମ।
Song of Solomon 1:4 in Oriya 4 ମୋତେ ତୁମ୍ଭେ ଟାଣି ନିଅ; ପୁଣି ଆମ୍ଭେ ତୁମ୍ଭ ପଛେ ପଛେ ଧାଇଁବା; ରାଜା ଆପଣା ଅନ୍ତଃପୁରକୁ ମୋତେ ଆଣିଅଛନ୍ତି; ଆମ୍ଭେମାନେ ତୁମ୍ଭଠାରେ ଆନନ୍ଦିତ ହେବା ଓ ଉଲ୍ଲାସ କରିବା। ଆମ୍ଭେମାନେ ଦ୍ରାକ୍ଷାରସ ଅପେକ୍ଷା ତୁମ୍ଭ ପ୍ରେମ ବିଷୟ ଅଧିକ କହିବା; ଯଥାର୍ଥରେ ଲୋକେ ତୁମ୍ଭକୁ ପ୍ରେମ କରନ୍ତି।
Song of Solomon 5:1 in Oriya 1 ହେ ମୋହର ଭଗିନୀ, ମୋହର କନ୍ୟେ, ମୁଁ ଆପଣା ଉଦ୍ୟାନକୁ ଆସିଅଛି; ମୁଁ ଆପଣା ଗନ୍ଧରସ ଓ ସୁଗନ୍ଧି ଦ୍ରବ୍ୟ ସଂଗ୍ରହ କରିଅଛି; ମୁଁ ଆପଣା ମଧୁଚାକ ଓ ମଧୁ ଭୋଜନ କରିଅଛି; ମୁଁ ଆପଣା ଦ୍ରାକ୍ଷାରସ ଓ ଦୁଗ୍ଧ ପାନ କରିଅଛି। ହେ ବନ୍ଧୁଗଣ, ଭୋଜନ କର; ହେ ପ୍ରିୟତମଗଣ, ପାନ କର, ହଁ, ଯଥେଷ୍ଟ ପାନ କର।
Isaiah 41:17 in Oriya 17 ଦରିଦ୍ର ଓ ଦୀନହୀନମାନେ ଜଳ ଅନ୍ୱେଷଣ କରନ୍ତି, ମାତ୍ର ଜଳ ନାହିଁ, ତହିଁରେ ସେମାନଙ୍କ ଜିହ୍ୱା ତୃଷାରେ ଶୁଷ୍କ ହୁଏ; ଆମ୍ଭେ ସଦାପ୍ରଭୁ ସେମାନଙ୍କୁ ଉତ୍ତର ଦେବା, ଆମ୍ଭେ ଇସ୍ରାଏଲର ପରମେଶ୍ୱର ସେମାନଙ୍କୁ ତ୍ୟାଗ କରିବା ନାହିଁ।
Isaiah 44:3 in Oriya 3 କାରଣ ଆମ୍ଭେ ତୃଷିତ ଉପରେ ଜଳ ଓ ଶୁଷ୍କ ଭୂମି ଉପରେ ଜଳସ୍ରୋତ ଢାଳିବା; ଆମ୍ଭେ ତୁମ୍ଭ ବଂଶ ଉପରେ ଆପଣା ଆତ୍ମା ଓ ତୁମ୍ଭ ସନ୍ତାନଗଣ ଉପରେ ଆପଣା ଆଶୀର୍ବାଦ ଢାଳିବା;
Isaiah 52:3 in Oriya 3 କାରଣ ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ବିନାମୂଲ୍ୟରେ ବିକ୍ରୀତ ହୋଇଥିଲ, ଆଉ ବିନାମୂଲ୍ୟରେ ମୁକ୍ତ କରାଯିବ।”
Lamentations 5:4 in Oriya 4 ଆମ୍ଭେମାନେ ନିଜ ଜଳ ରୂପା ଦେଇ ପାନ କରିଅଛୁ; ଆମ୍ଭମାନଙ୍କର କାଷ୍ଠ ଆମ୍ଭମାନଙ୍କୁ ବିକାଯାଏ।
Hosea 14:4 in Oriya 4 ଆମ୍ଭେ ସେମାନଙ୍କ ବିପଥଗମନର ପ୍ରତିକାର କରିବା, ଆମ୍ଭେ ସ୍ୱଚ୍ଛନ୍ଦରେ ସେମାନଙ୍କୁ ପ୍ରେମ କରିବା; କାରଣ ଆମ୍ଭ କ୍ରୋଧ ତାହାଠାରୁ ନିବୃତ୍ତ ହୋଇଅଛି।
Joel 3:18 in Oriya 18 ସେଦିନ ପର୍ବତଗଣ ମିଷ୍ଟ ଦ୍ରାକ୍ଷାରସ ଝରାଇବେ, ଉପପର୍ବତଗଣ ଦୁଗ୍ଧରେ ପ୍ରବାହିତ ହେବେ ଓ ଯିହୁଦାର ନଦୀ ସ୍ରୋତସକଳ ଜଳରେ ପ୍ରବାହିତ ହେବେ; ପୁଣି, ସଦାପ୍ରଭୁଙ୍କ ଗୃହରୁ ଏକ ନିର୍ଝର ନିର୍ଗତ ହେବ, ତାହା ଶିଟୀମର ଉପତ୍ୟକାକୁ ଜଳମୟ କରିବ।
Zechariah 2:6 in Oriya 6 “ଆହେ, ଆହେ, ଉତ୍ତର ଦେଶରୁ ପଳାଅ,” ଏହା ସଦାପ୍ରଭୁ କହନ୍ତି। “କାରଣ ଆମ୍ଭେ ତୁମ୍ଭମାନଙ୍କୁ ଆକାଶର ଚତୁର୍ଦ୍ଦିଗ-ବାୟୁ ତୁଲ୍ୟ ବିସ୍ତୃତ କରିଅଛୁ,” ଏହା ସଦାପ୍ରଭୁ କହନ୍ତି।
Zechariah 9:15 in Oriya 15 ସୈନ୍ୟାଧିପତି ସଦାପ୍ରଭୁ ସେମାନଙ୍କୁ ରକ୍ଷା କରିବେ; ତହିଁରେ ସେମାନେ ଗ୍ରାସ କରିବେ ଓ ଛାଟିଣୀ-ପଥରସବୁ ପଦ ତଳେ ଦଳିତ କରିବେ; ଆଉ, ସେମାନେ ପାନ କରିବେ ଓ ଦ୍ରାକ୍ଷାରସରେ ମତ୍ତ ଲୋକର ପରି ଶବ୍ଦ କରିବେ, ଆଉ ସେମାନେ ପାତ୍ର ପରି, ଯଜ୍ଞବେଦିର କୋଣ ପରି ପରିପୂର୍ଣ୍ଣ ହେବେ।
Zechariah 10:7 in Oriya 7 ପୁଣି, ଇଫ୍ରୟିମର ଲୋକମାନେ ବୀରପୁରୁଷ ପରି ହେବେ ଓ ଦ୍ରାକ୍ଷାରସରେ ଆନନ୍ଦ କଲା ପରି ସେମାନଙ୍କ ଅନ୍ତଃକରଣ ଆନନ୍ଦ କରିବ; ହଁ, ସେମାନଙ୍କର ସନ୍ତାନଗଣ ତାହା ଦେଖିବେ ଓ ଆନନ୍ଦ କରିବେ; ସେମାନଙ୍କର ଅନ୍ତଃକରଣ ସଦାପ୍ରଭୁଙ୍କଠାରେ ଉଲ୍ଲସିତ ହେବ।
Matthew 10:8 in Oriya 8 ପୀଡ଼ିତମାନଙ୍କୁ ସୁସ୍ଥ କର, ମୃତମାନଙ୍କୁ ଉଠାଅ, କୁଷ୍ଠୀମାନଙ୍କୁ ଶୁଚି କର, ଭୂତମାନଙ୍କୁ ବାହାର କର। ତୁମ୍ଭେମାନେ ବିନାମୂଲ୍ୟରେ ପାଇଅଛ, ବିନାମୂଲ୍ୟରେ ଦାନ କର।
Matthew 13:44 in Oriya 44 ସ୍ୱର୍ଗରାଜ୍ୟ କ୍ଷେତ୍ରରେ ଗୁପ୍ତ ହୋଇଥିବା ଧନ ସଦୃଶ। ଜଣେ ଲୋକ ତାହା ଦେଖି ଗୋପନ କରି ରଖିଲା ଓ ଆନନ୍ଦରେ ଯାଇ ଆପଣାର ସର୍ବସ୍ୱ ବିକ୍ରୟ କରି ସେହି କ୍ଷେତ୍ରକୁ କ୍ରୟ କଲା।
Matthew 26:29 in Oriya 29 କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେଉଁ ଦିନ ମୁଁ ଆପଣା ପିତାଙ୍କ ରାଜ୍ୟରେ ତୁମ୍ଭମାନଙ୍କ ସହିତ ନୂଆ କରି ଦ୍ରାକ୍ଷାଫଳର ରସ ପାନ କରିବି, ସେହି ଦିନ ପର୍ଯ୍ୟନ୍ତ ଆଜିଠାରୁ ଏହା କେବେ ହେଁ ପାନ କରିବି ନାହିଁ।
John 2:3 in Oriya 3 ପରେ ଦ୍ରାକ୍ଷାରସ ସରିଯିବାରୁ ଯୀଶୁଙ୍କ ମାତା ତାହାଙ୍କୁ କହିଲେ, ସେମାନଙ୍କର ଦ୍ରାକ୍ଷାରସ ନାହିଁ।
John 4:10 in Oriya 10 ଯୀଶୁ ତାହାକୁ ଉତ୍ତର ଦେଲେ, ଇଶ୍ବରଙ୍କ ଦାନ ଓ ମୋତେ ପିଇବାକୁ ଦିଅ ବୋଲି ଯେ ତୁମ୍ଭକୁ କହୁଅଛନ୍ତି, ସେ କିଏ, ଏହା ଯଦି ତୁମ୍ଭେ ଜାଣିଥାଆନ୍ତ, ତାହାହେଲେ ତୁମ୍ଭେ ତାହାଙ୍କୁ ମାଗିଥାଆନ୍ତ, ଆଉ ସେ ତୁମ୍ଭକୁ ଜୀବନ୍ତ ଜଳ ଦେଇଥାଆନ୍ତେ।
John 7:37 in Oriya 37 ଶେଷଦିନ, ଅର୍ଥାତ୍, ପର୍ବର ପ୍ରଧାନ ଦିନ, ଯୀଶୁ ଠିଆ ହୋଇ ଉଚ୍ଚସ୍ୱରରେ କହିଲେ, କେହି ଯଦି ତୃଷିତ ହୁଏ, ତେବେ ସେ ମୋ' ନିକଟକୁ ଆସି ପାନ କରୁ।
Romans 3:24 in Oriya 24 ପୁଣି, ସେମାନେ ବିନାମୂଲ୍ୟରେ ତାହାଙ୍କ ଅନୁଗ୍ରହରେ, ଖ୍ରୀଷ୍ଟ ଯୀଶୁଙ୍କଠାରେ ଯେଉଁ ମୁକ୍ତି ଅଛି, ତଦ୍ୱାରା ଧାର୍ମିକ ଗଣିତ ହୁଅନ୍ତି।
1 Corinthians 3:2 in Oriya 2 ମୁଁ ତୁମ୍ଭମାନଙ୍କୁ ଦୁଗ୍ଧ ପାନ କରାଇ ଅନ୍ୟ ଖାଦ୍ୟ ଦେଲି ନାହିଁ, କାରଣ ତୁମ୍ଭେମାନେ ତାହା ଗ୍ରହଣ କରିବାକୁ ସମର୍ଥ ନ ଥିଲ, ଆଉ ଏବେ ମଧ୍ୟ ସମର୍ଥ ହୋଇ ନାହଁ,
Ephesians 2:4 in Oriya 4 ମାତ୍ର ଏପରି ଅପରାଧରେ ମୃତ ହେଲେ ହେଁ ଦୟାସାଗର ଯେ ଈଶ୍ୱର, ସେ ଆମ୍ଭମାନଙ୍କୁ ଯେଉଁ ମହା ପ୍ରେମରେ ପ୍ରେମ କଲେ, ସେଥିସକାଶେ ଆମ୍ଭମାନଙ୍କୁ ଖ୍ରୀଷ୍ଟଙ୍କ ସହିତ ଜୀବିତ କରିଅଛନ୍ତି, ଏଣୁ ଅନୁଗ୍ରହରେ ତୁମ୍ଭେମାନେ ପରିତ୍ରାଣ ପାଇଅଛ,
1 Peter 2:2 in Oriya 2 ତାହାହେଲେ ସମସ୍ତ ପ୍ରକାର ଦୁଷ୍ଟତା, ଛଳ, କପଟ, ଈର୍ଷା ଓ ପରନିନ୍ଦା ପରିତ୍ୟାଗ କରି
Revelation 3:18 in Oriya 18 ଏଣୁ ଆମ୍ଭେ ତୁମ୍ଭକୁ ଏହି ପରାମର୍ଶ ଦେଉଅଛୁ, ତୁମ୍ଭେ ଧନୀ ହେବା ନିମନ୍ତେ ଅଗ୍ନିରେ ପରିଷ୍କୃତ ସୁବର୍ଣ୍ଣ, ଆଉ ତୁମ୍ଭ ଉଲଙ୍ଗତାର ଲଜ୍ଜା ଯେପରି ପ୍ରକାଶିତ ନ ହୁଏ, ଏଥିପାଇଁ ପରିଧାନ କରିବା ପାଇଁ ଶୁକ୍ଳ ବସ୍ତ୍ର, ପୁଣି, ଦୃଷ୍ଟି ପାଇବା ନିମନ୍ତେ ଚକ୍ଷୁରେ ଲଗାଇବା ପାଇଁ କଜ୍ୱଳ ଆମ୍ଭ ନିକଟରୁ କିଣ।
Revelation 21:6 in Oriya 6 ସେ ମୋତେ ଆହୁରି କହିଲେ, ସମସ୍ତ ସମାପ୍ତ ହୋଇଅଛି। ଆମ୍ଭେ ଆଲଫା ଏବଂ ଓମେଗା, ଆରମ୍ଭ ଓ ଶେଷ। ଯେ ତୃଷାର୍ତ୍ତ, ତାହାକୁ ଆମ୍ଭେ ଜୀବନରୂପ ନିର୍ଝରରୁ ବିନାମୁଲ୍ୟରେ ପାନ କରିବାକୁ ଦେବୁ।
Revelation 22:1 in Oriya 1 ପରେ ସେ ମୋତେ ଜୀବନଦାୟକ ଜଳର ଗୋଟିଏ ନଦୀ ଦେଖାଇଲେ, ତାହା ସ୍ଫଟିକ ସଦୃଶ ଉଜ୍ଜ୍ୱଳ, ପୁଣି, ଈଶ୍ୱର ଓ ମେଷଶାବକଙ୍କ ସିଂହାସନରୁ ନିର୍ଗତ ହୋଇ ନଗରର ପଥ ମଧ୍ୟ ଦେଇ ପ୍ରବାହିତ ହେଉଅଛି।
Revelation 22:17 in Oriya 17 ଆତ୍ମା ଓ କନ୍ୟା କହନ୍ତି, ଆସ। ପୁଣି, ଯେ ଶୁଣେ, ସେ କହୁ, ଆସ। ଯେ ତୃଷାର୍ତ୍ତ, ସେ ଆସୁ; ଯେ ଇଚ୍ଛା କରେ, ସେ ବିନାମୂଲ୍ୟରେ ଜୀବନଦାୟକ ଜଳ ପାନ କରୁ।