Isaiah 55:13 in Oriya 13 କଣ୍ଟକ ବୃକ୍ଷ ବଦଳରେ ଦେବଦାରୁ ଓ କାନକୋଳି କଣ୍ଟା ବଦଳରେ ମେହେନ୍ଦି ବୃକ୍ଷ ଉତ୍ପନ୍ନ ହେବ; ପୁଣି, ତାହା ସଦାପ୍ରଭୁଙ୍କର କୀର୍ତ୍ତି ସ୍ୱରୂପ ଓ ଅକ୍ଷୟ ନିତ୍ୟସ୍ଥାୟୀ ଚିହ୍ନ ସ୍ୱରୂପ ହେବ।”
Other Translations King James Version (KJV) Instead of the thorn shall come up the fir tree, and instead of the brier shall come up the myrtle tree: and it shall be to the LORD for a name, for an everlasting sign that shall not be cut off.
American Standard Version (ASV) Instead of the thorn shall come up the fir-tree; and instead of the brier shall come up the myrtle-tree: and it shall be to Jehovah for a name, for an everlasting sign that shall not be cut off.
Bible in Basic English (BBE) In place of the thorn will come up the fir-tree, and in place of the blackberry the myrtle: and it will be to the Lord for a name, for an eternal sign which will not be cut off.
Darby English Bible (DBY) Instead of the thorn shall come up the cypress, and instead of the nettle shall come up the myrtle; and it shall be to Jehovah for a name, for an everlasting sign [that] shall not be cut off.
World English Bible (WEB) Instead of the thorn shall come up the fir tree; and instead of the brier shall come up the myrtle tree: and it shall be to Yahweh for a name, for an everlasting sign that shall not be cut off.
Young's Literal Translation (YLT) Instead of the thorn come up doth fir, Instead of the brier come up doth myrtle, And it hath been to Jehovah for a name, For a sign age-during -- it is not cut off!
Cross Reference Isaiah 5:6 in Oriya 6 ପୁଣି, ମୁଁ ତାହା ଉଜାଡ଼ କରିବି; ତାହାର ଡାଳ କଟା ହେବ ନାହିଁ କିମ୍ବା ଭୂମି କୋଡ଼ା ହେବ ନାହିଁ; ମାତ୍ର ତାହା କାନକୋଳି ଓ କଣ୍ଟକ ବୃକ୍ଷମୟ ହେବ; ମଧ୍ୟ ତହିଁ ଉପରେ ଜଳ ବର୍ଷଣ ନ କରିବା ପାଇଁ ମୁଁ ମେଘମାଳକୁ ଆଜ୍ଞା କରିବି।
Isaiah 11:6 in Oriya 6 ଆଉ, କେନ୍ଦୁଆ ବାଘ ମେଷଛୁଆ ସଙ୍ଗେ ବାସ କରିବ ଓ ଚିତା ବାଘ ଛେଳିଛୁଆ ସଙ୍ଗେ ଶୟନ କରିବ; ବାଛୁରୀ, ଯୁବାସିଂହ ଓ ହୃଷ୍ଟପୁଷ୍ଟ ପଶୁ ଏକତ୍ର ରହିବେ; ଆଉ, ଏକ ସାନ ପିଲା ସେମାନଙ୍କୁ ଅଡ଼ାଇବ।
Isaiah 41:19 in Oriya 19 ଆମ୍ଭେ ପ୍ରାନ୍ତରରେ ଏରସ, ବବୁର୍ ଓ ମେହେନ୍ଦି ଓ ତୈଳବୃକ୍ଷ ରୋପଣ କରିବା; ଆମ୍ଭେ ମରୁଭୂମିରେ ଦେବଦାରୁ, ତିଧର ଓ ତାଶୂର ବୃକ୍ଷ ଏକତ୍ର ଲଗାଇବା;
Isaiah 43:21 in Oriya 21 ସେହି ଲୋକମାନଙ୍କୁ ଆମ୍ଭେ ଆପଣା ପ୍ରଶଂସା ବର୍ଣ୍ଣନା କରିବା ନିମନ୍ତେ ସୃଷ୍ଟି କରିଅଛୁ।
Isaiah 54:10 in Oriya 10 ଯେହେତୁ ତୁମ୍ଭ ପ୍ରତି କରୁଣା କରିଅଛନ୍ତି ଯେଉଁ ସଦାପ୍ରଭୁ, ସେ କହନ୍ତି, ପର୍ବତଗଣ ବିଚଳିତ ହୋଇ ଘୁଞ୍ଚିଯିବେ ଓ ଉପପର୍ବତଗଣ ଟଳିବେ; ମାତ୍ର ଆମ୍ଭର ଦୟା ତୁମ୍ଭଠାରୁ ବିଚଳିତ ହେବ ନାହିଁ, ଅଥବା ଆମ୍ଭ ଶାନ୍ତିର ନିୟମ ଟଳିବ ନାହିଁ।
Isaiah 60:13 in Oriya 13 ଲିବାନୋନର ଗୌରବ ତୁମ୍ଭ ନିକଟକୁ ଆସିବ, ଦେବଦାରୁ, ତିଧର, ତାଶୂର ବୃକ୍ଷ ଏକତ୍ର ହୋଇ ଆମ୍ଭର ପବିତ୍ର ସ୍ଥାନ ସୁଶୋଭିତ କରିବା ପାଇଁ ଆସିବେ, ପୁଣି ଆମ୍ଭେ ଆପଣା ପାଦପୀଠର ସ୍ଥାନ ଗୌରବାନ୍ୱିତ କରିବା।
Isaiah 60:21 in Oriya 21 ମଧ୍ୟ ତୁମ୍ଭର ଲୋକ ସମସ୍ତେ ଧାର୍ମିକ ହେବେ, ସେମାନେ ଅନନ୍ତକାଳ ପର୍ଯ୍ୟନ୍ତ ଦେଶ ଅଧିକାର କରିବେ, ସେମାନେ ଆମ୍ଭର ଗୌରବାର୍ଥେ ଆମ୍ଭର ରୋପିତ ଶାଖା ଓ ଆମ୍ଭର ହସ୍ତକୃତ କର୍ମ ଅଟନ୍ତି।
Isaiah 61:3 in Oriya 3 ସିୟୋନର ଶୋକାର୍ତ୍ତ ଲୋକମାନଙ୍କ ପାଇଁ ନିରୂପଣ କରିବାକୁ, ଅର୍ଥାତ୍, ଭସ୍ମର ପରିବର୍ତ୍ତେ ଭୂଷଣ, ଦୁଃଖର ପରିବର୍ତ୍ତେ ସୁଖରୂପ ତୈଳ, ଅବସନ୍ନ ଆତ୍ମାର ପରିବର୍ତ୍ତେ ପ୍ରଶଂସାରୂପ ବସ୍ତ୍ର ପ୍ରଦାନ କରିବାକୁ ସେ ମୋତେ ପ୍ରେରଣ କରିଅଛନ୍ତି; ତହିଁରେ ସଦାପ୍ରଭୁ ଯେପରି ଗୌରବାନ୍ୱିତ ହେବେ, ଏଥିପାଇଁ ସେମାନେ ଧର୍ମରୂପ ବୃକ୍ଷ ଓ ତାହାଙ୍କର ଉଦ୍ୟାନ ବୋଲି ବିଖ୍ୟାତ ହେବେ।
Isaiah 63:12 in Oriya 12 ଯେ ମୋଶାଙ୍କ ଡାହାଣରେ ଆପଣାର ପ୍ରତାପାନ୍ୱିତ ବାହୁ ଗମନ କରାଇଲେ, ଯେ ଆପଣା ନିମନ୍ତେ ଅନନ୍ତ କାଳସ୍ଥାୟୀ ନାମ ସ୍ଥାପନାର୍ଥେ, ସେମାନଙ୍କ ସମ୍ମୁଖରେ ଜଳକୁ ବିଭକ୍ତ କଲେ,
Jeremiah 13:11 in Oriya 11 କାରଣ ସଦାପ୍ରଭୁ କହନ୍ତି, “ମନୁଷ୍ୟର କଟିଦେଶରେ ପଟୁକା ଯେରୂପ ସଂଲଗ୍ନ ଥାଏ, ତଦ୍ରୂପ ଆମ୍ଭେ ସମୁଦାୟ ଇସ୍ରାଏଲ ଓ ସମୁଦାୟ ଯିହୁଦା ବଂଶକୁ ଆମ୍ଭର ଲୋକ, କୀର୍ତ୍ତି, ପ୍ରଶଂସା ଓ ଗୌରବ ସ୍ୱରୂପ କରିବା ପାଇଁ ଆମ୍ଭଠାରେ ସଂଲଗ୍ନ କରାଇଲୁ; ମାତ୍ର ସେମାନେ ଆମ୍ଭ କଥା ଶୁଣିବାକୁ ଅସମ୍ମତ ହେଲେ।”
Jeremiah 33:9 in Oriya 9 ପୁଣି, ଆମ୍ଭେ ସେମାନଙ୍କ ପ୍ରତି ଯେସକଳ ମଙ୍ଗଳ କରିବା, ତାହା ପୃଥିବୀସ୍ଥ ସକଳ ଗୋଷ୍ଠୀ ଶ୍ରବଣ କରିବେ, ସେମାନଙ୍କ ସମ୍ମୁଖରେ ଏହି ନଗର ଆମ୍ଭ ପକ୍ଷରେ ଆନନ୍ଦଜନକ କୀର୍ତ୍ତି, ପ୍ରଶଂସା ଓ ଗୌରବ ସ୍ୱରୂପ ହେବ, ଆଉ ଆମ୍ଭେ ତାହା ପାଇଁ ଯେସବୁ ମଙ୍ଗଳ ଓ ଶାନ୍ତି ଆୟୋଜନ କରିବା, ତହିଁ ସକାଶୁ ସେମାନେ ଭୀତ ଓ କମ୍ପିତ ହେବେ।'”
Jeremiah 50:5 in Oriya 5 ସେମାନେ ସିୟୋନର ବିଷୟ ପଚାରିବେ, ତହିଁଆଡ଼େ ମୁଖ କରି କହିବେ, ‘ତୁମ୍ଭେମାନେ ଆସ, ଅନନ୍ତ କାଳସ୍ଥାୟୀ ଅବିସ୍ମରଣୀୟ ନିୟମ ଦ୍ୱାରା ସଦାପ୍ରଭୁଙ୍କଠାରେ ଆସକ୍ତ ହୁଅ।'
Micah 7:4 in Oriya 4 ସେମାନଙ୍କ ମଧ୍ୟରେ ସବୁଠାରୁ ଉତ୍ତମ ଲୋକ କାନକୋଳି ବୃକ୍ଷ ତୁଲ୍ୟ; ସବୁଠାରୁ ସରଳ ଲୋକ କଣ୍ଟାବାଡ଼ ଅପେକ୍ଷା ମନ୍ଦ; ତୁମ୍ଭ ପ୍ରହରୀଗଣର ଦିନ ଓ ତୁମ୍ଭର ଦଣ୍ଡ ଉପସ୍ଥିତ; ଏବେ ସେମାନଙ୍କର ବ୍ୟାକୁଳତା ଜନ୍ମିବ।
Luke 2:14 in Oriya 14 ଊର୍ଦ୍ଧ୍ୱଲୋକରେ ଇଶ୍ବରଙ୍କ ମହିମା, ପୁଣି, ପୃଥିବୀରେ ତାହାଙ୍କ ସନ୍ତୋଷପାତ୍ର ମନୁଷ୍ୟମାନଙ୍କ ମଧ୍ୟରେ ଶାନ୍ତି।
John 15:8 in Oriya 8 ତୁମ୍ଭେମାନେ ପ୍ରଚୁର ଫଳ ଫଳିଲେ ମୋହର ପିତା ମହିମାନ୍ୱିତ ହେବେ, ଆଉ ତୁମ୍ଭେମାନେ ମୋହର ପ୍ରକୃତ ଶିଷ୍ୟ ହେବ।
Romans 6:19 in Oriya 19 ତୁମ୍ଭମାନଙ୍କ ମାନବୀୟ ଦୁର୍ବଳତା ହେତୁ ମୁଁ ମନୁଷ୍ୟ ଭାବରେ କହୁଅଛି; ତୁମ୍ଭେମାନେ ଯେପରି ଅଧର୍ମ ନିମନ୍ତେ ଆପଣା ଆପଣା ଅଙ୍ଗପ୍ରତ୍ୟଙ୍ଗକୁ ଅଶୁଚିତା ଓ ଅଧର୍ମ ନିକଟରେ ଦାସ ରୂପେ ସମର୍ପଣ କରିଥିଲ, ସେହିପରି ଏବେ ଆପଣା ଆପଣା ଅଙ୍ଗପ୍ରତ୍ୟଙ୍ଗକୁ ପବିତ୍ରତା ନିମନ୍ତେ ଧାର୍ମିକତା ନିକଟରେ ଦାସ ରୂପେ ସମର୍ପଣ କର।
1 Corinthians 6:9 in Oriya 9 ଅବା, ଅଧାର୍ମିକମାନେ ଯେ ଇଶ୍ବରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ, ଏହା କି ତୁମ୍ଭେମାନେ ଜାଣ ନାହିଁ ? ଭ୍ରାନ୍ତ ହୁଅ ନାହିଁ, ବ୍ୟଭିଚାରୀ କି ପ୍ରତିମାପୂଜକ କି ପାରଦାରିକ କି ସ୍ତ୍ରୀବତ୍ ଆଚାରୀ
2 Corinthians 5:17 in Oriya 17 ଏଣୁ ଯଦି କେହି ଖ୍ରୀଷ୍ଟଙ୍କଠାରେ ଅଛି, ତେବେ ସେ ନୂତନ ସୃଷ୍ଟି ହୋଇଅଛି ପୁରାତନ ବିଷୟସବୁ ଲୋପ ପାଇଅଛି, ଦେଖ, ନୂତନ ବିଷୟସବୁ ହୋଇଅଛି।
Ephesians 3:20 in Oriya 20 ଯେଉଁ ଈଶ୍ୱର ଅାମ୍ଭମାନଙ୍କ ଅନ୍ତରରେ କାର୍ଯ୍ୟ ସାଧନ କରୁଥିବା ଆପଣା ଶକ୍ତି ଅନୁସାରେ ଆମ୍ଭମାନଙ୍କ ମାଗିବା ବା ଭାବିବା ଠାରୁ ଅତ୍ୟଧିକ ପରିମାଣରେ ସାଧନ କରି ପାରନ୍ତି,
1 Peter 2:9 in Oriya 9 କିନ୍ତୁ ଯେ ତୁମ୍ଭମାନଙ୍କୁ ଅନ୍ଧକାରରୁ ଆପଣା ଆଶ୍ଚର୍ଯ୍ୟ ଆଲୋକ ମଧ୍ୟକୁ ଆହ୍ୱାନ କରିଅଛନ୍ତି, ତୁମ୍ଭେମାନେ ଯେପରି ତାହାଙ୍କ ଗୁଣ କୀର୍ତ୍ତନ କର, ଏଥି ନିମନ୍ତେ ତୁମ୍ଭେମାନେ ଏକ ମନୋନୀତ ବଂଶ, ରାଜକୀୟ ଯାଜକବର୍ଗ, ପବିତ୍ର ଜାତି ପୁଣି, ଇଶ୍ବରଙ୍କ ନିଜସ୍ୱ ପ୍ରଜା ହୋଇଅଛ।
1 Peter 4:11 in Oriya 11 କେହି ଯଦି ପ୍ରଚାର କରେ, ତେବେ ସେ ଇଶ୍ବରଙ୍କ ବାକ୍ୟର ପ୍ରଚାରକ ପରି ପ୍ରଚାର କରୁ; କେହି ଯଦି ସେବା କରେ, ତେବେ ସେ ଈଶ୍ୱରଙ୍କଠାରୁ ଶକ୍ତିପ୍ରାପ୍ତଲୋକ ପରି ସେବା କରୁ, ଯେପରି ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ୱର ଗୌରବାନ୍ୱିତ ହେବେ; ଯୁଗେ ଯୁଗେ ଗୌରବ ଓ ପରାକ୍ରମ ତାହାଙ୍କର। ଆମେନ୍।