Isaiah 55:2 in Oriya 2 ଅଖାଦ୍ୟ ଦ୍ରବ୍ୟ ନିମନ୍ତେ ତୁମ୍ଭେମାନେ କାହିଁକି ରୂପା ବ୍ୟୟ କରୁଅଛ ? ଓ ଯାହା ତୃପ୍ତିକର ନୁହେଁ, ତହିଁ ପାଇଁ କାହିଁକି ତୁମ୍ଭେମାନେ ପରିଶ୍ରମ କରୁଅଛ ? ମନୋଯୋଗ କରି ଆମ୍ଭର କଥା ଶୁଣ ଓ ଉତ୍ତମ ଦ୍ରବ୍ୟ ଭୋଜନ କର ଓ ପୁଷ୍ଟିକର ଦ୍ରବ୍ୟରେ ତୁମ୍ଭମାନଙ୍କର ପ୍ରାଣକୁ ସନ୍ତୁଷ୍ଟ ହେବାକୁ ଦିଅ।
Other Translations King James Version (KJV) Wherefore do ye spend money for that which is not bread? and your labour for that which satisfieth not? hearken diligently unto me, and eat ye that which is good, and let your soul delight itself in fatness.
American Standard Version (ASV) Wherefore do ye spend money for that which is not bread? and your labor for that which satisfieth not? hearken diligently unto me, and eat ye that which is good, and let your soul delight itself in fatness.
Bible in Basic English (BBE) Why do you give your money for what is not bread, and the fruit of your work for what will not give you pleasure? Give ear to me, so that your food may be good, and you may have the best in full measure.
Darby English Bible (DBY) Wherefore do ye spend money for [that which is] not bread? and your labour for that which satisfieth not? Hearken diligently unto me, and eat ye [that which is] good, and let your soul delight itself in fatness.
World English Bible (WEB) Why do you spend money for that which is not bread? and your labor for that which doesn't satisfy? listen diligently to me, and eat you that which is good, and let your soul delight itself in fatness.
Young's Literal Translation (YLT) Why do ye weigh money for that which is not bread? And your labour for that which is not for satiety? Hearken diligently unto me, and eat good, And your soul doth delight itself in fatness.
Cross Reference Exodus 15:26 in Oriya 26 “ତୁମ୍ଭେ ଯଦି ଆପଣା ସଦାପ୍ରଭୁ ପରମେଶ୍ୱରଙ୍କ ବାକ୍ୟରେ ମନୋଯୋଗ କର, ତାହାଙ୍କ ଦୃଷ୍ଟିରେ ଯାହା ଉଚିତ ତାହା କର, ତାହାଙ୍କ ଆଜ୍ଞାରେ କର୍ଣ୍ଣ ଦିଅ ଓ ତାହାଙ୍କ ବିଧି ସମସ୍ତ ପାଳନ କର, ତେବେ ଆମ୍ଭେ ମିସ୍ରୀୟ ଲୋକମାନଙ୍କୁ ଯେସବୁ ରୋଗ ଭୋଗ କରାଇଲୁ, ତାହାସବୁ ତୁମ୍ଭମାନଙ୍କୁ ଭୋଗ କରିବାକୁ ଦେବା ନାହିଁ; କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭର ଆରୋଗ୍ୟକାରୀ।”
Deuteronomy 11:13 in Oriya 13 ଆଉ ତୁମ୍ଭେମାନେ ଆପଣା ଆପଣାର ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ପ୍ରେମ କରିବାକୁ ଓ ତାହାଙ୍କୁ ସେବା କରିବାକୁ ଆଜି ଆମ୍ଭେ ଯେଉଁ ଆଜ୍ଞା ଦେଉଅଛୁ, ତାହା ଯଦି ଯତ୍ନପୂର୍ବକ ଶୁଣିବ;
Psalm 22:26 in Oriya 26 ନମ୍ର ଲୋକମାନେ ଭୋଜନ କରି ପରିତୃପ୍ତ ହେବେ; ସଦାପ୍ରଭୁଙ୍କ ଅନ୍ୱେଷଣକାରୀଗଣ ତାହାଙ୍କୁ ପ୍ରଶଂସା କରିବେ; ତୁମ୍ଭମାନଙ୍କ ଅନ୍ତଃକରଣ ନିତ୍ୟଜୀବୀ ହେଉ।
Psalm 34:11 in Oriya 11 ହେ ବାଳକମାନେ, ଆସ, ମୋ' କଥା ଶୁଣ; ମୁଁ ତୁମ୍ଭମାନଙ୍କୁ ସଦାପ୍ରଭୁଙ୍କ ଭୟ ଶିଖାଇବି।
Psalm 36:8 in Oriya 8 ସେମାନେ ତୁମ୍ଭ ଗୃହର ପୁଷ୍ଟିକର ଦ୍ରବ୍ୟରେ ବହୁଳ ରୂପେ ପରିତୃପ୍ତ ହେବେ; ପୁଣି, ତୁମ୍ଭେ ସେମାନଙ୍କୁ ଆପଣା ଆନନ୍ଦ-ନଦୀର ଜଳ ପାନ କରାଇବ।
Psalm 63:5 in Oriya 5 ଯେପରି ମେଦ ଓ ମଜ୍ଜାରେ, ସେପରି ମୋହର ପ୍ରାଣ ପରିତୃପ୍ତ ହେବ ଓ ମୋ' ମୁଖ ଆନନ୍ଦିତ ଓଷ୍ଠାଧରରେ ତୁମ୍ଭର ପ୍ରଶଂସା କରିବ।
Proverbs 1:33 in Oriya 33 ମାତ୍ର ଯେଉଁ ଲୋକ ମୋହର କଥା ଶୁଣେ, ସେ ନିରାପଦରେ ବାସ କରିବ ଓ ଅମଙ୍ଗଳର ଆଶଙ୍କା ବିନା ବିଶ୍ରାମ ପାଇବ।
Proverbs 7:23 in Oriya 23 ଆଉ, ଯେପରି ପକ୍ଷୀ ଫାନ୍ଦକୁ ପ୍ରାଣନାଶକ ନ ଜାଣି ତହିଁରେ ପଡ଼ିବାକୁ ବେଗେ ଉଡ଼େ, ଶେଷରେ ତାହାର ଯକୃତ ସେହିପରି ତୀର ଦ୍ୱାରା ବିଦ୍ଧ ହେଲା।
Proverbs 8:32 in Oriya 32 ଏନିମନ୍ତେ ହେ ମୋହର ପୁତ୍ରମାନେ, ମୋହର ବାକ୍ୟ ଶୁଣ, ଯେହେତୁ ଯେଉଁମାନେ ମୋହର ପଥ ଧରନ୍ତି, ସେମାନେ ଧନ୍ୟ।
Proverbs 9:5 in Oriya 5 “ଆସ, ମୋହର ଭକ୍ଷ୍ୟ ଭୋଜନ କର ଓ ମୋହର ମିଶ୍ରିତ ଦ୍ରାକ୍ଷାରସ ପାନ କର।”
Ecclesiastes 6:2 in Oriya 2 ପରମେଶ୍ୱର କାହାକୁ କାହାକୁ ଏତେ ଧନ, ସମ୍ପତ୍ତି ଓ ସମ୍ଭ୍ରମ ଦିଅନ୍ତି ଯେ, ତାହାର ମନୋବାଞ୍ଛା ପୂର୍ଣ୍ଣ କରିବାକୁ କୌଣସି ବିଷୟର ଅଭାବ ନ ଥାଏ, ତଥାପି ତାହା ଭୋଗ କରିବା ପାଇଁ ପରମେଶ୍ୱର ତାହାକୁ କ୍ଷମତା ଦିଅନ୍ତି ନାହିଁ, ମାତ୍ର ଅନ୍ୟ ଲୋକ ତାହା ଭୋଗ କରେ; ଏହା ଅସାର ଓ ମନ୍ଦ ବ୍ୟାଧି ସ୍ୱରୂପ।
Isaiah 1:19 in Oriya 19 ଯଦି ତୁମ୍ଭେମାନେ ସମ୍ମତ ଓ ଆଜ୍ଞାବହ ହେବ, ତେବେ ଦେଶର ଉତ୍ତମ ଫଳ ଭୋଗ କରିବ।
Isaiah 25:6 in Oriya 6 ପୁଣି, ସୈନ୍ୟାଧିପତି ସଦାପ୍ରଭୁ ଏହି ପର୍ବତରେ ଯାବତୀୟ ଗୋଷ୍ଠୀ ନିମନ୍ତେ ଉତ୍ତମ ଉତ୍ତମ ଖାଦ୍ୟଦ୍ରବ୍ୟର ଏକ ଭୋଜ, ପୁରାତନ ଦ୍ରାକ୍ଷାରସର, ମେଦପୂର୍ଣ୍ଣ ଉତ୍ତମ ଖାଦ୍ୟଦ୍ରବ୍ୟର, ସୁନିର୍ମଳୀକୃତ ପୁରାତନ ଦ୍ରାକ୍ଷାରସର ଏକ ଭୋଜ ପ୍ରସ୍ତୁତ କରିବେ।
Isaiah 44:20 in Oriya 20 ସେ ଭସ୍ମ ଭୋଜନ କରେ; ସେ ଯେପରି ଆପଣା ପ୍ରାଣ ଉଦ୍ଧାର କରି ନ ପାରେ, କିଅବା ଆମ୍ଭ ଡାହାଣ ହସ୍ତରେ କି ମିଥ୍ୟା ନାହିଁ, ଏହା କହି ନ ପାରେ, ଏଥିପାଇଁ ଭ୍ରାନ୍ତ ଚିତ୍ତ ତାହାକୁ ବିପଥଗାମୀ କରିଅଛି।”
Isaiah 46:6 in Oriya 6 ସେମାନେ ତୋଡ଼ାରୁ ସୁନା ଢାଳନ୍ତି ଓ ନିକ୍ତିରେ ରୂପା ତୌଲନ୍ତି, ସେମାନେ ସୁନାରୀକୁ ମୂଲ ଲଗାନ୍ତି ଓ ସେ ଗୋଟିଏ ଦେବତା ନିର୍ମାଣ କରେ; ସେମାନେ ଦଣ୍ଡବତ କରି ପୂଜା କରନ୍ତି।
Isaiah 51:1 in Oriya 1 ହେ ଧର୍ମର ଅନୁଗାମୀଗଣ, ହେ ସଦାପ୍ରଭୁଙ୍କ ଅନ୍ୱେଷଣକାରୀଗଣ, ତୁମ୍ଭେମାନେ ଆମ୍ଭର କଥା ଶୁଣ: ତୁମ୍ଭେମାନେ ଯେଉଁ ଶୈଳରୁ କଟା ହୋଇଥିଲ ଓ ଯେଉଁ ଗର୍ତ୍ତର ଛେଦରୁ ଖୋଳା ହୋଇଥିଲ, ତହିଁ ପ୍ରତି ଦୃଷ୍ଟିପାତ କର।
Isaiah 51:4 in Oriya 4 “ହେ ଆମ୍ଭର ଲୋକମାନେ, ଆମ୍ଭ ବାକ୍ୟରେ ମନୋଯୋଗ କର; ହେ ଆମ୍ଭର ଦେଶୀୟ ଲୋକେ, ଆମ୍ଭ କଥାରେ କର୍ଣ୍ଣପାତ କର: କାରଣ ଆମ୍ଭଠାରୁ ଏକ ବ୍ୟବସ୍ଥା ନିର୍ଗତ ହେବ ଓ ଆମ୍ଭେ ଗୋଷ୍ଠୀବର୍ଗର ଦୀପ୍ତି ନିମନ୍ତେ ଆମ୍ଭର ବିଚାର ସ୍ଥାପନ କରିବା।
Isaiah 51:7 in Oriya 7 ହେ ଧର୍ମଜ୍ଞ ଲୋକମାନେ, ତୁମ୍ଭମାନଙ୍କ ହୃଦୟରେ ଆମ୍ଭର ବ୍ୟବସ୍ଥା ଅଛି, ତୁମ୍ଭେମାନେ ଆମ୍ଭର କଥା ଶୁଣ; ତୁମ୍ଭେମାନେ ମର୍ତ୍ତ୍ୟର ଅପମାନରେ ଭୀତ ହୁଅ ନାହିଁ, ଅଥବା ସେମାନଙ୍କ ନିନ୍ଦାରେ ଉଦ୍ବିଗ୍ନ ହୁଅ ନାହିଁ।
Jeremiah 2:13 in Oriya 13 କାରଣ ଆମ୍ଭର ଲୋକମାନେ ଦୁଇଟି ଦୋଷ କରି ଅଛନ୍ତି; ସେମାନେ ଅମୃତ ଜଳର ନିର୍ଝର ସ୍ୱରୂପ ଯେ ଆମ୍ଭେ, ଆମ୍ଭକୁ ପରିତ୍ୟାଗ କରିଅଛନ୍ତି, ପୁଣି ଆପଣାମାନଙ୍କ ନିମନ୍ତେ ନାନା କୂପ ଖୋଳିଅଛନ୍ତି, ସେସବୁ ଭଗ୍ନ କୂପ, ଜଳଧାରଣ କରି ନ ପାରେ।
Jeremiah 31:14 in Oriya 14 ଆଉ, ଆମ୍ଭେ ପୁଷ୍ଟିକର ଦ୍ରବ୍ୟରେ ଯାଜକମାନଙ୍କର ପ୍ରାଣ ପରିତୃପ୍ତ କରିବା ଓ ଆମ୍ଭର ଲୋକମାନେ ଆମ୍ଭର ଉତ୍ତମତାରେ ପରିତୃପ୍ତ ହେବେ,” ଏହା ସଦାପ୍ରଭୁ କହନ୍ତି।
Hosea 8:7 in Oriya 7 କାରଣ ସେମାନେ ବାୟୁ ବୁଣନ୍ତି ଓ ଘୂର୍ଣ୍ଣିବାୟୁରୂପ ଶସ୍ୟ କାଟିବେ। ତାହାର ଉଠିଆ କ୍ଷେତ ନାହିଁ; ପତ୍ର ଖାଦ୍ୟ ଉତ୍ପନ୍ନ କରିବ ନାହିଁ; ଯଦି ଉତ୍ପନ୍ନ କରିବେ, ବିଦେଶୀୟମାନେ ତାହା ଗ୍ରାସ କରିବେ।
Hosea 12:1 in Oriya 1 ଇଫ୍ରୟିମ ବାୟୁ ଭୋଜନ କରେ ଓ ପୂର୍ବୀୟ ବାୟୁର ପଛେ ପଛେ ଗମନ କରେ; ସେ ସର୍ବଦା ମିଥ୍ୟା କଥା ଓ ଉପଦ୍ରବ ବୃଦ୍ଧି କରେ ଓ ସେମାନେ ଅଶୂରର ସହିତ ନିୟମ କରନ୍ତି ଓ ମିସରକୁ ତୈଳ ପଠାନ୍ତି।
Habakkuk 2:13 in Oriya 13 ଦେଖ, ଜନବୃନ୍ଦ ଅଗ୍ନିର ନିମନ୍ତେ ପରିଶ୍ରମ କରନ୍ତି ଓ ଗୋଷ୍ଠୀଗଣ ଅସାରତାର ନିମନ୍ତେ ଆପଣାମାନଙ୍କୁ କ୍ଳାନ୍ତ କରନ୍ତି, ଏହା କି ସୈନ୍ୟାଧିପତି ସଦାପ୍ରଭୁଙ୍କଠାରୁ ହୁଏ ନାହିଁ ?
Matthew 15:9 in Oriya 9 ସେମାନେ ମନୁଷ୍ୟମାନଙ୍କ ନିୟମଗୁଡ଼ିକ ଧର୍ମର ଉପଦେଶବାଣୀ ବୋଲି ଶିକ୍ଷା ଦେଇ ବୃଥାରେ ଆମ୍ଭର ଆରାଧନା କରନ୍ତି।
Matthew 22:4 in Oriya 4 ପୁଣି, ଥରେ ସେ ଅନ୍ୟ ଦାସମାନଙ୍କୁ ପଠାଇ କହିଲେ, ନିମନ୍ତ୍ରିତ ଲୋକମାନଙ୍କୁ କୁହ, ଦେଖନ୍ତୁ, ଆମ୍ଭେ ଆପଣା ଭୋଜ ପ୍ରସ୍ତୁତ କରିଅଛୁ, ଆମ୍ଭର ବୃଷ ଓ ହୃଷ୍ଟପୁଷ୍ଟ ପଶୁଗୁଡ଼ିକ ମରାଯାଇ ଅଛନ୍ତି, ସମସ୍ତ ହିଁ ପ୍ରସ୍ତୁତ, ଆପଣମାନେ ବିବାହ ଉତ୍ସବକୁ ଆସନ୍ତୁ,
Mark 7:14 in Oriya 14 ସେ ପୁନର୍ବାର ଲୋକସମୂହକୁ ନିକଟକୁ ଡାକି ସେମାନଙ୍କୁ କହିଲେ, ତୁମ୍ଭେମାନେ ସମସ୍ତେ ମୋ' କଥା ଶୁଣ ଓ ବୁଝ।
Luke 15:15 in Oriya 15 ସେଥିରେ ସେ ଯାଇ ସେହି ଦେଶର ଜଣେ ଲୋକଙ୍କର ଆଶ୍ରୟ ନେଲା, ଆଉ ସେ ତାହାକୁ ଘୁଷୁରି ଚରାଇବା ପାଇଁ ଆପଣା ପଡ଼ିଆକୁ ପଠାଇଲେ;
Luke 15:23 in Oriya 23 ପୁଣି, ମୋଟା ବାଛୁରିଟି ଆଣି ମାର; ଆସ, ଆମ୍ଭେମାନେ ଭୋଜନ କରି ଉତ୍ସବ କରୁ,
John 6:48 in Oriya 48 ମୁଁ ଜୀବନଦାୟକ ଆହାର।
Romans 9:31 in Oriya 31 କିନ୍ତୁ ଇସ୍ରାଏଲ ଧାର୍ମିକତାର ମୋଶାଙ୍କ ବ୍ୟବସ୍ଥା ଅନୁଗମନ କରୁ କରୁ ସେହି ମୋଶାଙ୍କ ବ୍ୟବସ୍ଥା ପର୍ଯ୍ୟନ୍ତ ପହଞ୍ଚିଲା ନାହିଁ।
Romans 10:2 in Oriya 2 କାରଣ ଇଶ୍ବରଙ୍କ ବିଷୟରେ ଯେ ସେମାନଙ୍କର ଉଦ୍ଯୋଗ ଅଛି, ଏହା ମୁଁ ସେମାନଙ୍କ ସପକ୍ଷରେ ସାକ୍ଷ୍ୟ ଦେଉଅଛି, କିନ୍ତୁ ସେହି ଉଦ୍ଯୋଗ ଜ୍ଞାନଯୁକ୍ତ ନୁହେଁ।
Romans 10:17 in Oriya 17 ଅତଏବ, ବିଶ୍ୱାସ ଶ୍ରବଣରୁ ଜାତ ହୁଏ ଓ ଶ୍ରବଣ ଖ୍ରୀଷ୍ଟଙ୍କ ବାକ୍ୟ ଦ୍ୱାରା ହୁଏ।
Philippians 3:4 in Oriya 4 ମୁଁ ତ ବାହ୍ୟିକ ବିଷୟ ଉପରେ ମଧ୍ୟ ନିର୍ଭର କରି ପାରନ୍ତି; ଯଦି ଅନ୍ୟ କେହି ବାହ୍ୟିକ ବିଷୟ ଉପରେ ନିର୍ଭର କରି ପାରେ ବୋଲି ମନେ କରେ, ତେବେ ମୁଁ ଅଧିକ କରିପାରେ;
Hebrews 13:9 in Oriya 9 ବିବିଧ ଓ ବିପରୀତ ପ୍ରକାର ଶିକ୍ଷାରେ ବିଚଳିତ ନ ହୁଅ, କାରଣ ଖାଦ୍ୟପଦାର୍ଥ ଦ୍ୱାରା ନୁହେଁ, ମାତ୍ର ଅନୁଗ୍ରହ ଦ୍ୱାରା ହୃଦୟ ସ୍ଥିରୀକୃତ ହେବା ଭଲ; ଯେଉଁମାନେ ଖାଦ୍ୟଦ୍ରବ୍ୟ ପ୍ରଥା ପାଳନ କରନ୍ତି, ସେମାନଙ୍କର କିଛି ଲାଭ ହେବ ନାହିଁ।