Isaiah 55:3 in Oriya 3 କର୍ଣ୍ଣ ଡେର ଓ ଆମ୍ଭ ନିକଟକୁ ଆସ; ଶୁଣ, ତହିଁରେ ତୁମ୍ଭମାନଙ୍କର ପ୍ରାଣ ବଞ୍ଚିବ; ପୁଣି, ଆମ୍ଭେ ତୁମ୍ଭମାନଙ୍କ ସହିତ ଏକ ନିତ୍ୟସ୍ଥାୟୀ ନିୟମ, ଅର୍ଥାତ୍, ଦାଉଦଙ୍କ ପ୍ରତି ନିଶ୍ଚିତ ଦୟା ସ୍ଥିର କରିବା।
Other Translations King James Version (KJV) Incline your ear, and come unto me: hear, and your soul shall live; and I will make an everlasting covenant with you, even the sure mercies of David.
American Standard Version (ASV) Incline your ear, and come unto me; hear, and your soul shall live: and I will make an everlasting covenant with you, even the sure mercies of David.
Bible in Basic English (BBE) Give ear, and come to me, take note with care, so that your souls may have life: and I will make an eternal agreement with you, even the certain mercies of David.
Darby English Bible (DBY) Incline your ear, and come unto me; hear, and your soul shall live; and I will make an everlasting covenant with you, the sure mercies of David.
World English Bible (WEB) Turn your ear, and come to me; hear, and your soul shall live: and I will make an everlasting covenant with you, even the sure mercies of David.
Young's Literal Translation (YLT) Incline your ear, and come unto me, Hear, and your soul doth live, And I make for you a covenant age-during, The kind acts of David -- that are stedfast.
Cross Reference Genesis 17:7 in Oriya 7 ଆମ୍ଭେ ତୁମ୍ଭ ସହିତ ଓ ତୁମ୍ଭ ଭବିଷ୍ୟତ ବଂଶପରମ୍ପରା ସହିତ ଯେଉଁ ନିୟମ ସ୍ଥିର କଲୁ, ତାହା ଅନନ୍ତକାଳସ୍ଥାୟୀ ହେବ। ତହିଁରେ ଆମ୍ଭେ ତୁମ୍ଭର ଓ ତୁମ୍ଭ ଭବିଷ୍ୟତ ବଂଶର ପରମେଶ୍ୱର ହେବା।
Leviticus 18:5 in Oriya 5 ଏଥିନିମନ୍ତେ ତୁମ୍ଭେମାନେ ଆମ୍ଭର ବିଧି ଓ ଆମ୍ଭର ଶାସନ ପାଳନ କରିବ; ମନୁଷ୍ୟ ତାହା କଲେ, ତହିଁରେ ହିଁ ସେ ବଞ୍ଚିବ; ଆମ୍ଭେ ସଦାପ୍ରଭୁ ଅଟୁ।
2 Samuel 7:8 in Oriya 8 ଏଣୁ ଏବେ ତୁମ୍ଭେ ଆମ୍ଭ ଦାସ ଦାଉଦକୁ ଏପରି କୁହ, “ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଯେପରି ଆମ୍ଭ ଲୋକ ଇସ୍ରାଏଲ ଉପରେ ଅଗ୍ରଣୀ ହେବ, ଏଥିପାଇଁ ଆମ୍ଭେ ତୁମ୍ଭକୁ ମେଷଶାଳାରୁ, ମେଷମାନଙ୍କ ପଶ୍ଚାଦ୍ଗମନରୁ ଗ୍ରହଣ କଲୁ;
2 Samuel 23:5 in Oriya 5 ସତ୍ୟ, ମୋହର ବଂଶ ପରମେଶ୍ୱରଙ୍କ ନିକଟରେ ସେପରି ନୁହେଁ କି ? ସେ ମୋ' ସହିତ ସର୍ବ ବିଷୟରେ ସୁସମ୍ପନ୍ନ ଓ ସୁରକ୍ଷିତ ଏକ ଅନନ୍ତକାଳୀନ ନିୟମ କରି ନାହାନ୍ତି କି ? ସେ କି ମୋର ରକ୍ଷା କରିବେ ନାହିଁ ?
Psalm 78:1 in Oriya 1 ଆସଫର ମସ୍କୀଲ୍। ହେ ମୋହର ଲୋକମାନେ, ମୋହର ବ୍ୟବସ୍ଥା ଶୁଣ; ମୋ' ମୁଖର ବାକ୍ୟରେ କର୍ଣ୍ଣପାତ କର।
Psalm 89:28 in Oriya 28 ଆମ୍ଭେ ଅନନ୍ତକାଳ ତାହା ପକ୍ଷରେ ଆପଣା ଦୟା ରଖିବା, ପୁଣି, ଆମ୍ଭର ନିୟମ ତାହା ପକ୍ଷରେ ସୁସ୍ଥିର ହେବ।
Psalm 89:35 in Oriya 35 ଆମ୍ଭେ ଆପଣା ପବିତ୍ରତା ଘେନି ଥରେ ଶପଥ କରିଅଛୁ; ଆମ୍ଭେ ଦାଉଦକୁ ମିଥ୍ୟା କହିବା ନାହିଁ।
Psalm 119:112 in Oriya 112 ମୁଁ ଶେଷ ପର୍ଯ୍ୟନ୍ତ ସର୍ବଦା ତୁମ୍ଭର ବିଧିସବୁ ପାଳନ କରିବା ପାଇଁ ଆପଣା ମନକୁ ପ୍ରବର୍ତ୍ତାଇଅଛି।
Proverbs 4:20 in Oriya 20 ହେ ମୋହର ପୁତ୍ର, ମୋ' କଥାରେ ମନୋଯୋଗ କର; ମୋ' ବାକ୍ୟରେ କର୍ଣ୍ଣ ଡେର।
Isaiah 54:8 in Oriya 8 ଅତିଶୟ କୋପରେ ଆମ୍ଭେ ଏକ ନିମିଷ ମାତ୍ର ଆପଣା ମୁଖ ତୁମ୍ଭଠାରୁ ଲୁଚାଇଲୁ; ମାତ୍ର ଅନନ୍ତକାଳସ୍ଥାୟୀ ଦୟାରେ ଆମ୍ଭେ ତୁମ୍ଭ ପ୍ରତି କରୁଣା କରିବା,” ଏହା ତୁମ୍ଭର ମୁକ୍ତିଦାତା ସଦାପ୍ରଭୁ କହନ୍ତି।
Isaiah 61:8 in Oriya 8 କାରଣ ଆମ୍ଭେ ସଦାପ୍ରଭୁ ନ୍ୟାୟବିଚାର ଭଲ ପାଉ, ଆମ୍ଭେ ଅଧର୍ମଯୁକ୍ତ ଅପହରଣ ଘୃଣା କରୁ; ଆଉ, ଆମ୍ଭେ ସତ୍ୟରେ ସେମାନଙ୍କୁ ପ୍ରତିଫଳ ଦେବା ଓ ସେମାନଙ୍କ ସହିତ ଅନନ୍ତକାଳସ୍ଥାୟୀ ଏକ ନିୟମ କରିବା।
Jeremiah 30:9 in Oriya 9 ମାତ୍ର ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ଓ ଆମ୍ଭେ ସେମାନଙ୍କ ନିମନ୍ତେ ଯାହାଙ୍କୁ ଉତ୍ପନ୍ନ କରିବା, ଆପଣାମାନଙ୍କର ସେହି ରାଜା ଦାଉଦଙ୍କର ଦାସ୍ୟକର୍ମ କରିବେ।'
Jeremiah 32:40 in Oriya 40 ପୁଣି, ଆମ୍ଭେ ସେମାନଙ୍କର ମଙ୍ଗଳ କରିବା ପାଇଁ ଯେ ସେମାନଙ୍କଠାରୁ ବିମୁଖ ନ ହେବା, ଏହି ଭାବର ଗୋଟିଏ ନିତ୍ୟସ୍ଥାୟୀ ନିୟମ ସେମାନଙ୍କ ସଙ୍ଗେ କରିବା ଓ ସେମାନେ ଯେପରି ଆମ୍ଭଠାରୁ ଦୂର ହେବେ ନାହିଁ, ଏଥିପାଇଁ ଆମ୍ଭେ ଆମ୍ଭ ବିଷୟକ ଭୟ ସେମାନଙ୍କ ଅନ୍ତଃକରଣରେ ସ୍ଥାପନ କରିବା।
Jeremiah 33:20 in Oriya 20 “ସଦାପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭେମାନେ ଯଦି ଦିବସ ସମ୍ବନ୍ଧୀୟ ଆମ୍ଭର ନିୟମ ଓ ରାତ୍ରି ସମ୍ବନ୍ଧୀୟ ଆମ୍ଭର ନିୟମ ଏରୂପ ଭଗ୍ନ କରିପାର ଯେ, ଯଥା ସମୟରେ ଦିବସ କି ରାତ୍ରି ନ ହୁଏ;
Jeremiah 33:26 in Oriya 26 ତାହାହେଲେ ଆମ୍ଭେ ଯାକୁବର ଓ ଆମ୍ଭ ଦାସ ଦାଉଦର ବଂଶକୁ ଅଗ୍ରାହ୍ୟ କରି ଅବ୍ରହାମର, ଇସ୍ହାକର ଓ ଯାକୁବର ବଂଶ ଉପରେ ଶାସନକର୍ତ୍ତା କରିବା ପାଇଁ ତାହାର ବଂଶରୁ ଲୋକ ଗ୍ରହଣ କରିବା ନାହିଁ। ଆମ୍ଭେ ସେମାନଙ୍କୁ ବନ୍ଦୀତ୍ୱାବସ୍ଥାରୁ ଫେରାଇ ଆଣିବା ଓ ସେମାନଙ୍କ ପ୍ରତି ଦୟା କରିବା।”
Jeremiah 50:5 in Oriya 5 ସେମାନେ ସିୟୋନର ବିଷୟ ପଚାରିବେ, ତହିଁଆଡ଼େ ମୁଖ କରି କହିବେ, ‘ତୁମ୍ଭେମାନେ ଆସ, ଅନନ୍ତ କାଳସ୍ଥାୟୀ ଅବିସ୍ମରଣୀୟ ନିୟମ ଦ୍ୱାରା ସଦାପ୍ରଭୁଙ୍କଠାରେ ଆସକ୍ତ ହୁଅ।'
Ezekiel 37:24 in Oriya 24 ପୁଣି, ଆମ୍ଭର ଦାସ ଦାଉଦ ସେମାନଙ୍କ ଉପରେ ରାଜା ହେବେ ଓ ସେହି ସମସ୍ତଙ୍କର ଏକ ପାଳକ ହେବେ; ସେମାନେ ମଧ୍ୟ ଆମ୍ଭର ଶାସନ ପଥରେ ଚାଲିବେ ଓ ଆମ୍ଭର ବିଧିସକଳ ରକ୍ଷା କରି ପାଳନ କରିବେ।
Matthew 11:28 in Oriya 28 ହେ ପରିଶ୍ରାନ୍ତ ଓ ଭାରଗ୍ରସ୍ଥ ଲୋକ ସମସ୍ତେ, ମୋ' ନିକଟକୁ ଆସ, ମୁଁ ତୁମ୍ଭମାନଙ୍କୁ ବିଶ୍ରାମ ଦେବି।
Matthew 13:16 in Oriya 16 କିନ୍ତୁ ଧନ୍ୟ ତୁମ୍ଭମାନଙ୍କର ଚକ୍ଷୁ, ଯେଣୁ ତାହା ଦେଖେ; ଧନ୍ୟ ତୁମ୍ଭମାନଙ୍କ କର୍ଣ୍ଣ, ଯେଣୁ ତାହା ଶୁଣେ।
Matthew 17:5 in Oriya 5 ସେ ଏହି କଥା କହୁ କହୁ, ଦେଖ, ଖଣ୍ଡେ ମେଘ ସେମାନଙ୍କୁ ଆଚ୍ଛାଦନ କଲା, ଆଉ ଦେଖ, ସେହି ମେଘରୁ ଏହି ବାଣୀ ହେଲା, “ଏ ଆମ୍ଭର ପ୍ରିୟ ପୁତ୍ର ଏହାଙ୍କଠାରେ ଆମ୍ଭର ପରମ ସନ୍ତୋଷ” ଏହାଙ୍କ ବାକ୍ୟ ଶୁଣ।
John 5:24 in Oriya 24 ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ମୋହର ବାକ୍ୟ ଶୁଣି ମୋହର ପ୍ରେରଣକର୍ତ୍ତାଙ୍କୁ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛି, ପୁଣି, ସେ ବିଚାରିତ ନ ହୋଇ ବରଂ ମୃତ୍ୟୁକୁ ଅତିକ୍ରମ କରି ଜୀବନରେ ପ୍ରବେଶ କରିଅଛି।
John 6:37 in Oriya 37 ପିତା ଯେସମସ୍ତଙ୍କୁ ମୋତେ ଦାନ କରନ୍ତି, ସେମାନେ ମୋ' ନିକଟକୁ ଆସିବେ; ଆଉ, ଯେ ମୋ' ନିକଟକୁ ଆସେ, ତାହାକୁ ମୁଁ କୌଣସି ପ୍ରକାରେ ବାହାର କରିଦେବି ନାହିଁ;
John 6:44 in Oriya 44 ମୋହର ପ୍ରେରଣକର୍ତ୍ତା ପିତା ଯାହାକୁ ଆକର୍ଷଣ କରନ୍ତି, କେବଳ ସେ ମୋ' ନିକଟକୁ ଆସି ପାରେ, ଆଉ ମୁଁ ଶେଷ ଦିନରେ ତାହାକୁ ଉତ୍ଥାପନ କରିବି।
John 7:37 in Oriya 37 ଶେଷଦିନ, ଅର୍ଥାତ୍, ପର୍ବର ପ୍ରଧାନ ଦିନ, ଯୀଶୁ ଠିଆ ହୋଇ ଉଚ୍ଚସ୍ୱରରେ କହିଲେ, କେହି ଯଦି ତୃଷିତ ହୁଏ, ତେବେ ସେ ମୋ' ନିକଟକୁ ଆସି ପାନ କରୁ।
John 8:47 in Oriya 47 ଯେ ଈଶ୍ୱରଙ୍କଠାରୁ ଉତ୍ପନ୍ନ, ସେ ଇଶ୍ବରଙ୍କ ବାକ୍ୟ ଶୁଣେ; ଏହି ହେତୁ ତୁମ୍ଭେମାନେ ଶୁଣୁ ନାହଁ, କାରଣ ତୁମ୍ଭେମାନେ ଈଶ୍ୱରଙ୍କଠାରୁ ଉତ୍ପନ୍ନ ନୁହଁ।
John 10:27 in Oriya 27 ମୋ' ମେଷସବୁ ମୋହର ସ୍ୱର ଶୁଣନ୍ତି ଓ ମୁଁ ସେମାନଙ୍କୁ ଜାଣେ, ଆଉ ସେମାନେ ମୋହର ପଛେ ପଛେ ଚାଲନ୍ତି,
Acts 13:34 in Oriya 34 ସେ ଯେ ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଅଛନ୍ତି; ପୁଣି, ସେ ଯେ ଆଉ କ୍ଷୟସ୍ଥାନକୁ ଫେରିବେ ନାହିଁ, ଏବିଷୟରେ ସେ ଏହି ପ୍ରକାର କହିଅଛନ୍ତି, ଆମ୍ଭେ ଦାଉଦଙ୍କ ନିକଟରେ ପ୍ରତିଜ୍ଞାତ ପବିତ୍ର ଓ ଅଟଳ ଆଶୀର୍ବାଦ ସବୁ ତୁମ୍ଭମାନଙ୍କୁ ପ୍ରଦାନ କରିବା।
Romans 10:5 in Oriya 5 କାରଣ ମୋଶା ଲେଖନ୍ତି, ଯେଉଁ ମନୁଷ୍ୟ ମୋଶାଙ୍କ ବ୍ୟବସ୍ଥାମୂଳକ ଧାର୍ମିକତା ସାଧନ କରେ, ସେ ତଦ୍ୱାରା ବଞ୍ଚିବ।
Hebrews 13:20 in Oriya 20 ଯେଉଁ ଶାନ୍ତିଦାତା ଈଶ୍ୱର ଅନନ୍ତକାଳସ୍ଥାୟୀ ନିୟମର ରକ୍ତ ହେତୁ ପ୍ରଧାନ ମେଷପାଳକ, ଅର୍ଥାତ୍, ଆମ୍ଭମାନଙ୍କର ପ୍ରଭୁ ଯୀଶୁଙ୍କୁ ମୃତମାନଙ୍କ ମଧ୍ୟରୁ ଫେରାଇ ଆଣିଲେ;