Isaiah 56:10 in Oriya 10 ତାହାର ପ୍ରହରୀଗଣ ଅନ୍ଧ, ସେମାନେ ସମସ୍ତେ ଜ୍ଞାନହୀନ; ସେସମସ୍ତେ ଘୁଙ୍ଗା କୁକୁର, ସେମାନେ ଭୁକି ପାରନ୍ତି ନାହିଁ; ସେମାନେ ସ୍ୱପ୍ନଦର୍ଶୀ, ନିଦ୍ରାଳୁ, ଢୁଳାଇବାକୁ ସୁଖ ପା'ନ୍ତି।
Other Translations King James Version (KJV) His watchmen are blind: they are all ignorant, they are all dumb dogs, they cannot bark; sleeping, lying down, loving to slumber.
American Standard Version (ASV) His watchmen are blind, they are all without knowledge; they are all dumb dogs, they cannot bark; dreaming, lying down, loving to slumber.
Bible in Basic English (BBE) His watchmen are blind, they are all without knowledge; they are all dogs without tongues, unable to make a sound; stretched out dreaming, loving sleep.
Darby English Bible (DBY) His watchmen are all of them blind, they are without knowledge; they are all dumb dogs that cannot bark, dreaming, lying down, loving to slumber:
World English Bible (WEB) His watchmen are blind, they are all without knowledge; they are all mute dogs, they can't bark; dreaming, lying down, loving to slumber.
Young's Literal Translation (YLT) Blind `are' his watchmen -- all of them, They have not known, All of them `are' dumb dogs, they are not able to bark, Dozing, lying down, loving to slumber.
Cross Reference Proverbs 6:4 in Oriya 4 ତୁମ୍ଭେ ଆପଣା ଚକ୍ଷୁକୁ ନିଦ୍ରା ଯିବାକୁ ଦିଅ ନାହିଁ, କିଅବା ଆପଣା ଚକ୍ଷୁର ପତାକୁ ଢୁଳାଇବାକୁ ଦିଅ ନାହିଁ।
Proverbs 24:30 in Oriya 30 ମୁଁ ଅଳସୁଆର କ୍ଷେତ୍ର ଓ ନିର୍ବୋଧ ଲୋକର ଦ୍ରାକ୍ଷାକ୍ଷେତ୍ର ନିକଟ ଦେଇ ଗଲି।
Isaiah 29:10 in Oriya 10 କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ଉପରେ ଘୋର ନିଦ୍ରାଜନକ ଆତ୍ମା ଢାଳିଅଛନ୍ତି ଓ ତୁମ୍ଭମାନଙ୍କର ଭବିଷ୍ୟଦ୍-ବକ୍ତାଗଣରୂପ ଚକ୍ଷୁ ମୁଦ୍ରିତ କରିଅଛନ୍ତି ଓ ଦର୍ଶକଗଣ ସ୍ୱରୂପ ତୁମ୍ଭମାନଙ୍କର ମସ୍ତକ ସେ ଆଚ୍ଛାଦିତ କରିଅଛନ୍ତି।
Isaiah 52:8 in Oriya 8 ହେଇ, ତୁମ୍ଭ ପ୍ରହରୀଗଣର ରବ ! ସେମାନେ ଉଚ୍ଚ ରବ କରୁଅଛନ୍ତି, ସେମାନେ ଏକତ୍ର ଗାନ କରୁଅଛନ୍ତି; କାରଣ ସଦାପ୍ରଭୁ ସିୟୋନକୁ ଫେରି ଆସିବା ବେଳେ ସେମାନେ ସମ୍ମୁଖାସମ୍ମୁଖୀ ହୋଇ ଦେଖିବେ।
Isaiah 58:1 in Oriya 1 ମୁକ୍ତ କଣ୍ଠରେ ଘୋଷଣା କର, ସ୍ୱର ଊଣା କର ନାହିଁ, ତୂରୀ ପରି ଆପଣା ରବ ଉଠାଅ, ଆମ୍ଭ ଲୋକମାନଙ୍କୁ ସେମାନଙ୍କ ଅଧର୍ମ ଓ ଯାକୁବ ବଂଶକୁ ସେମାନଙ୍କ ପାପସବୁ ଜଣାଅ।
Jeremiah 6:13 in Oriya 13 ଯେହେତୁ ସେମାନଙ୍କର କ୍ଷୁଦ୍ର ଠାରୁ ଅତ୍ୟନ୍ତ ମହାନ ଲୋକ ପର୍ଯ୍ୟନ୍ତ ପ୍ରତ୍ୟେକେ ଲୋଭାସକ୍ତ; ପୁଣି ଭବିଷ୍ୟଦ୍ବକ୍ତାଠାରୁ ଯାଜକ ପର୍ଯ୍ୟନ୍ତ ପ୍ରତ୍ୟେକେ ମିଥ୍ୟାଚରଣ କରନ୍ତି।
Jeremiah 14:13 in Oriya 13 ତହିଁରେ ମୁଁ କହିଲି, “ହାୟ ପ୍ରଭୁ, ସଦାପ୍ରଭୁ ! ଦେଖ, ତୁମ୍ଭେମାନେ ଖଡ୍ଗ ଦେଖିବ ନାହିଁ, କିଅବା ତୁମ୍ଭମାନଙ୍କ ପ୍ରତି ଦୁର୍ଭିକ୍ଷ ଘଟିବ ନାହିଁ, ମାତ୍ର ଆମ୍ଭେ ଏହି ସ୍ଥାନରେ ତୁମ୍ଭମାନଙ୍କୁ ଦୃଢ଼ ଶାନ୍ତି ଦେବା ବୋଲି ଭବିଷ୍ୟଦ୍ବକ୍ତାମାନେ ଏହି କଥା ସେମାନଙ୍କୁ କହନ୍ତି।”
Jeremiah 23:13 in Oriya 13 ଆହୁରି, ଆମ୍ଭେ ଶମରୀୟାର ଭବିଷ୍ୟଦ୍ବକ୍ତାମାନଙ୍କ ମଧ୍ୟରେ ଅଜ୍ଞାନତା ଦେଖିଅଛୁ; ସେମାନେ ବାଲ୍ଦେବ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି ଆମ୍ଭର ଇସ୍ରାଏଲ ଲୋକମାନଙ୍କୁ ଭ୍ରାନ୍ତ କରାଇଲେ।
Ezekiel 3:15 in Oriya 15 ତେବେ ମୁଁ ତେଲଆବୀବକୁ, କବାର ନଦୀତୀର ନିବାସୀ ନିର୍ବାସିତ ଲୋକମାନଙ୍କ ନିକଟକୁ ଆସିଲି ଓ ସେମାନେ ଯେଉଁ ସ୍ଥାନରେ ବାସ କଲେ, ସେହି ସ୍ଥାନରେ ସେମାନଙ୍କ ମଧ୍ୟରେ ସ୍ତବ୍ଧ ହୋଇ ସାତ ଦିନ ବସି ରହିଲି।
Ezekiel 3:26 in Oriya 26 ପୁଣି, ଆମ୍ଭେ ତୁମ୍ଭ ଜିହ୍ୱାକୁ ତୁମ୍ଭ ମୁଖର ତାଳୁରେ ଯୁକ୍ତ କରିବା, ତହିଁରେ ତୁମ୍ଭେ ଘୁଙ୍ଗା ହେବ ଓ ସେମାନଙ୍କର ଭର୍ତ୍ସନାକାରୀ ହେବ ନାହିଁ; କାରଣ ସେମାନେ ବିଦ୍ରୋହୀ ବଂଶ ଅଟନ୍ତି।
Ezekiel 13:16 in Oriya 16 ଅର୍ଥାତ୍, ଯେଉଁମାନେ ଯିରୂଶାଲମ ବିଷୟରେ ଭବିଷ୍ୟଦ୍ ବାକ୍ୟ ପ୍ରଚାର କରନ୍ତି ଓ ଶାନ୍ତି ନ ଥିଲେ ହେଁ ତାହା ନିମନ୍ତେ ଶାନ୍ତିର ଦର୍ଶନ ପାଆନ୍ତି, ଇସ୍ରାଏଲର ସେହି ଭବିଷ୍ୟଦ୍ବକ୍ତାମାନେ ଆଉ ନାହାନ୍ତି, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।”
Ezekiel 33:6 in Oriya 6 ମାତ୍ର ସେ ପ୍ରହରୀ ଯଦି ଖଡ଼୍ଗ ଆସିବାର ଦେଖି ତୂରୀ ନ ବଜାଏ, ପୁଣି, ଲୋକମାନେ ସଚେତନ ନ ହୁଅନ୍ତି, ଆଉ ଖଡ଼୍ଗ ଆସି ସେମାନଙ୍କ ମଧ୍ୟରୁ କୌଣସି ଲୋକକୁ ସଂହାର କରେ; ତେବେ ସେ ନିଜ ଅଧର୍ମରେ ସଂହାରିତ ହେଲା, ମାତ୍ର ଆମ୍ଭେ ତାହାର ରକ୍ତର ପରିଶୋଧ ସେହି ପ୍ରହରୀର ହସ୍ତରୁ ନେବା।
Hosea 4:6 in Oriya 6 ଆମ୍ଭର ଲୋକମାନେ ଜ୍ଞାନର ଅଭାବ ସକାଶୁ ବିନଷ୍ଟ ହୋଇଅଛନ୍ତି; କାରଣ ତୁମ୍ଭେ ଜ୍ଞାନ ଅଗ୍ରାହ୍ୟ କରିଅଛ, ଆମ୍ଭେ ମଧ୍ୟ ତୁମ୍ଭକୁ ଅଗ୍ରାହ୍ୟ କରିବା, ତହିଁରେ ତୁମ୍ଭେ ଆମ୍ଭର ଯାଜକ ହେବ ନାହିଁ; ତୁମ୍ଭେ ଆପଣା ପରମେଶ୍ୱରଙ୍କ ବ୍ୟବସ୍ଥା ପାସୋରିବାରୁ ଆମ୍ଭେ ମଧ୍ୟ ତୁମ୍ଭ ସନ୍ତାନଗଣକୁ ପାସୋରି ଯିବା।
Hosea 9:7 in Oriya 7 ପ୍ରତିଫଳର ଦିନ ଉପସ୍ଥିତ, ଦଣ୍ଡର ଦିନ ଉପସ୍ଥିତ; ଇସ୍ରାଏଲ ଏହା ଜାଣିବ। ଭବିଷ୍ୟଦ୍ବକ୍ତା ନିର୍ବୋଧ, ଆତ୍ମାପ୍ରାପ୍ତ ଲୋକ ଉତ୍ତେଜିତ, କାରଣ ତୁମ୍ଭର ଅଧର୍ମ ବହୁଳ ଓ ଶତ୍ରୁତାଭାବ ବଡ଼।
Jonah 1:2 in Oriya 2 “ଉଠ, ନୀନିବୀ ମହାନଗରକୁ ଯାଅ ଓ ତହିଁ ବିରୁଦ୍ଧରେ ଘୋଷଣା କର; କାରଣ ସେମାନଙ୍କର ଦୁଷ୍ଟତା ଆମ୍ଭ ସମ୍ମୁଖରେ ଉପସ୍ଥିତ ହୋଇଅଛି।”
Nahum 3:18 in Oriya 18 ହେ ଅଶୂରର ରାଜା, ତୁମ୍ଭର ପଲରକ୍ଷକମାନେ ଘୁମାଉଅଛନ୍ତି; ତୁମ୍ଭର ପ୍ରତାପାନ୍ୱିତ ଲୋକମାନେ ବିଶ୍ରାମ କରୁଅଛନ୍ତି; ତୁମ୍ଭର ଲୋକମାନେ ପର୍ବତଗଣ ଉପରେ ଛିନ୍ନଭିନ୍ନ ହୋଇଅଛନ୍ତି। ଆଉ, ସେମାନଙ୍କୁ ସଂଗ୍ରହ କରିବାକୁ କେହି ନାହିଁ।
Matthew 15:14 in Oriya 14 ସେମାନଙ୍କୁ ଛାଡ଼ିଦିଅ, ସେମାନେ ଅନ୍ଧମାନଙ୍କର ଅନ୍ଧ ପଥପ୍ରଦର୍ଶକ; ଆଉ ଯେବେ ଅନ୍ଧ ଅନ୍ଧକୁ ବାଟ କଢ଼ାଏ, ତେବେ ଦୁହେଁ ଖାତରେ ପଡ଼ିବେ।
Matthew 23:16 in Oriya 16 ହାୟ, ଦଣ୍ଡର ପାତ୍ର ଅନ୍ଧ ପଥପ୍ରଦର୍ଶକମାନେ, ତୁମ୍ଭେମାନେ କହୁଥାଅ, କେହି ମନ୍ଦିରର ଶପଥ କଲେ ତାହା କିଛି ନୁହେଁ, ମାତ୍ର ଯେ କେହି ମନ୍ଦିରସ୍ଥ ସ୍ୱର୍ଣ୍ଣର ଶପଥ କରେ, ସେ ତଦ୍ବାରା ବନ୍ଧା।
Mark 13:34 in Oriya 34 ତାହା ଏହିପରି, ଯେପରି ଜଣେ ବ୍ୟକ୍ତି ଆପଣା ଗୃହ ତ୍ୟାଗ କରି ବିଦେଶରେ ପ୍ରବାସ କରୁଅଛନ୍ତି, ଆଉ ସେ ଆପଣା ଦାସମାନଙ୍କୁ ଅଧିକାର ଦେଇ ପ୍ରତ୍ୟେକର କାର୍ଯ୍ୟ ନିରୂପଣ କରିଅଛନ୍ତି ଓ ଦ୍ୱାରପାଳକକୁ ମଧ୍ୟ ଜାଗି ରହିବାକୁ ଆଜ୍ଞା ଦେଇଅଛନ୍ତି।
Luke 6:39 in Oriya 39 ସେ ସେମାନଙ୍କୁ ଗୋଟିଏ ଦୃଷ୍ଟାନ୍ତ ମଧ୍ୟ କହିଲେ, ଅନ୍ଧ କ'ଣ ଅନ୍ଧକୁ ବାଟ କଢ଼ାଇପାରେ ? ସେମାନେ କ'ଣ ଉଭୟେ ଗାତରେ ପଡ଼ିବେ ନାହିଁ ?
Philippians 3:2 in Oriya 2 କୁକୁରମାନଙ୍କଠାରୁ ସାବଧାନ, ଦୁଷ୍ଟ କାର୍ଯ୍ୟକାରୀମାନଙ୍କଠାରୁ ସାବଧାନ, ସୁନ୍ନତବାଦୀ ଲୋକମାନଙ୍କଠାରୁ ସାବଧାନ;